ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କ୍ଷିପ୍ର ଯାତାୟାତ ପ୍ରକଳ୍ପ , ଭାରତ
ଭାରତୀୟ କ୍ଷିପ୍ର ଯାତାୟାତ ପ୍ରକଳ୍ପ ସବୁ ମଧ୍ୟରେ ପ୍ରଥମ ବେସରକାରୀ ଉଦ୍ୟୋଗ ସ୍ଥାପିତ ଓ ପରିଚାଳିତ ମେଟ୍ରୋ ପ୍ରକଳ୍ପ । ଭାରତରେ ପ୍ରଥମ କ୍ଷିପ୍ର ଯାତାୟାତ ପ୍ରକଳ୍ପ ହେଲା କଲିକତା ମେଟ୍ରୋ । ଏହା 1984 ମସିହାରେ ଆରଭ ହେଇଥିଲା । ଦିଲ୍ଲୀ ମେଟ୍ରୋ ଭାରତରେ ସର୍ବଧୁନିକ ମେଟ୍ରୋ ପ୍ରକଳ୍ପ ଏବଂ କଲିକତା ଓ ଚେନ୍ନଇ ପରେ ତୃତୀୟ ମେଟ୍ରୋ ପ୍ରକଳ୍ପ । ଏହା 2002 ମସିହାରେ ଆରଭ ହେଇଥିଲା । ଗୁରୁଗାଁ ମେଟ୍ରୋ ରେଳ 2013 ନଭେମ୍ବରରେ ଆରମ୍ଭ ହେଇଥିଲା ଯାହା ଭାରତର ପ୍ରଥମ ସମ୍ପୂର୍ଣ ବେସରକାରୀ ମାଲିକାନାରେ ରହିଛି । ଭାରତର ପ୍ରଥମ ମୋନୋରେଲ 7 ଫେବ୍ରୁଆରି , 2014ରେ ମୁମ୍ବାଇ ହାରେ କାର୍ଯ୍ୟକାରୀ ହେଲା । ଅବଶ୍ୟ ଏହା ପୂର୍ବରୁ 1927 ମସିହାରେ ପଟିଆଲା ରାଜ୍ୟ ମୋନୋରେଲ ଟ୍ରେନ ଚଳୁଥିଲା ଓ ପରେ ତାହା ବନ୍ଧ ହେଇଯାଇଥିଲା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ନାସ୍ତିକତା ଅଥବା ନାସ୍ତିକବାଦ ହେଉଛି ଏକ ସିଦ୍ଧାନ୍ତ ଯାହା କହେ "ଏ ଜଗତକୁ ସୃଷ୍ଟି ତଥା ନିୟନ୍ତ୍ରଣ କରୁଥିବା କୌଣସି ଶକ୍ତି ବା ତଥା କଥିତ ଈଶ୍ଵରଙ୍କ ଅସ୍ତିତ୍ଵ ସଂପର୍କରେ କୌଣସି ତର୍କ ସଂଗତ ସର୍ବମାନ୍ୟ ଆଧାର ନ ଥିବାରୁ ଈଶ୍ଵରଙ୍କ ଅସ୍ତିତ୍ଵ ବିଶ୍ଵାସ ଯୋଗ୍ୟ ନୁହେଁ" । ଈଶ୍ଵରଙ୍କ ଅସ୍ତିତ୍ଵରେ ବିଶ୍ଵାସ ନ କରୁଥିବା ବ୍ୟକ୍ତି ବିଶେଷ ହେଲେ ନାସ୍ତିକ ଏବଂ ନାସ୍ତିକ ଲୋକ ଈଶ୍ଵରଙ୍କ ଅସ୍ତିତ୍ଵ ସଂପର୍କରେ ସ୍ପଷ୍ଟ ପ୍ରମାଣ ନ ଥିବା କାରଣରୁ ଈଶ୍ଵର (ଭଗବାନ)ଙ୍କ ଅସ୍ତିତ୍ଵକୁ ମିଥ୍ୟା ବୋଲି ଗ୍ରହଣ କରିଥାନ୍ତି । ଅଧିକାଂଶ ନାସ୍ତିକ ବ୍ୟକ୍ତି କୌଣସି ଦେବୀ, ଦେବତା, ପରଲୌକିକ ଶକ୍ତି, ଧର୍ମ, ଆତ୍ମା ତଥା ପରମାତ୍ମା ଇତ୍ୟାଦି ବିଷୟ ମାନନ୍ତି ନାହିଁ । ହିନ୍ଦୁ ଦର୍ଶନ ମତରେ ଯେ କେହି ବେଦକୁ ଯଦି ମାନତି ନାହିଁ ସେମାନେ ମଧ୍ୟ ନାସ୍ତିକ ପଦବାଚ୍ୟ । ନାସ୍ତିକମାନେ ସାଧାରଣତଃ ସାଧାରଣ ଭାବେ ମାନିବା ଆପେକ୍ଷା ମାନିବା ପୂର୍ବରୁ ଈଶ୍ଵର କିମ୍ବା ବେଦ ଇତ୍ୟାଦି ବିଷୟରେ ପ୍ରମାଣ ଦେଖିବାକୁ ଚାହିଁଥାନ୍ତି । ଅନ୍ୟପକ୍ଷରେ ଆସ୍ତିକ, ଯିଏକି ଈଶ୍ଵର ବିଶ୍ଵାସୀ, କୌଣସି ପ୍ରମାଣର ଅପେକ୍ଷା ନ ରଖି ନିଜ ଜାତି, କୁଳ, ସଂପ୍ରଦାୟ ବା ମତ ଅନୁସ଼ାରେ କୌଣସି ନା କୌଣସି ଦେବା ଦେବୀଙ୍କ ମାଧ୍ୟମରେ ଈଶ୍ଵଙ୍କ ଅସ୍ତିତ୍ଵ ସଂପର୍କରେ ପ୍ରଗାଢ ଆସ୍ଥା ପ୍ରକଟ କରିଥାନ୍ତି । ସେମାନଙ୍କ ମତରେ, "ବିଶ୍ଵାସେ ମିଳନ୍ତି କୃଷ୍ଣ, ତର୍କେ ବହୁଦୂର" । ନାସ୍ତିକତା କିନ୍ତୁ ଏଭଳି ବିଶ୍ଵାସକୁ ଅନ୍ଧବିଶ୍ଵାସ ଆଖ୍ୟା ଦିଏ କାରଣ କୌଣସି ଦୁଇ ଧର୍ମ, ସଂପ୍ରଦାୟ କିମ୍ବା ମତରେ ଈଶ୍ଵରଙ୍କ ମାନ୍ୟତା ଏକ ପ୍ରକାର ନୁହେଁ । ଏହିପରି ଭାବେ ନାସ୍ତିକ ମାନଙ୍କ ମତରେ ନାସ୍ତିକତା କେବଳ ପ୍ରମାଣ ଏବଂ ବାସ୍ତବିକତା ଉପରେ ଆଧାରିତ; କୌଣସି ପ୍ରକାର ଋଢିବାଦୀ ବା ଅବାସ୍ତବ ଧାରଣା ଉପରେ ନୁହେଁ । ଏହାଛଡା ଈଶ୍ଵରଙ୍କ ଅସ୍ତିତ୍ଵ ସଂପର୍କରେ ବର୍ତ୍ତମାନ ସୁଦ୍ଧା ଯେତେସବୁ ପ୍ରମାଣ କିମ୍ବା ତର୍କ ରହିଅଛି ସେସବୁ ଈଶ୍ଵରଙ୍କ ଅସ୍ତିତ୍ଵ ଜାହିର କରିବା ନିମିତ୍ତ ପର୍ଯ୍ୟାପ୍ତ ନୁହେଁ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଧନଞ୍ଜୟ ଲେଙ୍କା (୧୧ ନଭେମ୍ବର ୧୯୦୭ - ୧୨ ଡିସେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଧନଞ୍ଜୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ଚଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ଅଧକପାଳି (ଇଂରାଜୀ: migraine; ମିଗ୍ରେନ /ମାଇଗ୍ରେନ ) ଏକ ପ୍ରାଥମିକ ମୁଣ୍ଡବଥା ବେମାରୀ ଯେଉଁଥିରେ ବାରମ୍ବାର ମଧ୍ୟମ ବା ତୀବ୍ର ମୁଣ୍ଡବଥା ହୁଏ ଓ ତାହା ସହିତ ଅଟୋନୋମିକ ନର୍ଭସ ସିଷ୍ଟମ ଲକ୍ଷଣ ପ୍ରକାଶ ପାଇଥାଏ । ଏହି ମିଗ୍ରେନ/ମାଇଗ୍ରେନ (migraine) ଶବ୍ଦ ଏକ ଗ୍ରୀକ ଶବ୍ଦରୁ (Greek ଶବ୍ଦ ἡμικρανία (hemikrania)ର ଅର୍ଥ "ମୁଣ୍ଡର ଗୋଟିଏ ପାଖରେ ଯନ୍ତ୍ରଣା"; ἡμι- (hemi-), "ଅଧା", ଓ κρανίον (kranion), "ଖପୁରି" ନିଆହୋଇଛି । ମୁଣ୍ଡର ଗୋଟିଏ ପାଖରେ ମୁଣ୍ଡବଥା ଧକ୍ ଧକ୍ ହୋଇ ହୁଏ ଓ ପ୍ରାୟ ୭୨ଘଣ୍ଟା ପର୍ଯ୍ୟନ୍ତ ରହେ । ଏହା ସହ ଓକାଳ, ବାନ୍ତି ତଥା ଆଲୋକ, ଶବ୍ଦ କିମ୍ବା ଘ୍ରାଣ ଶକ୍ତି ଅଧିକ ସମ୍ବେଦୀ ହୁଏ ଓ ଶାରୀରିକ କର୍ମ କଲେ ଅଧିକ କଷ୍ଟ ହୁଏ । ଶାରୀରିକ ପରିଶ୍ରମ କଲେ ଏହି ରୋଗ ବଢ଼ିଯାଏ । ଏକ ତୃତୀୟାଂଶ ଲୋକଙ୍କର ଅରା ବା ଦୃଷ୍ଟି ସମସ୍ୟା ହୁଏ ଯାହାଦ୍ୱାରା ଆଗକୁ ଅଧକପାଳି ଆସିବା ସଙ୍କେତ ଦିଏ । ଅରାରେ ଦୃଷ୍ଟି ଭିତ୍ତିକ, ସେନ୍ସରୀ, ମୋଟର ବା ଭାଷା (Language) ଗୋଳମାଳ ହୁଏ । ଅରା ପରେ କ୍ୱଚିତ ମୁଣ୍ଡବଥା ହୁଏ ନାହିଁ । ପରିସ୍ଥିତି ଓ ଜେନେଟିକର ମିଶ୍ରିତ ପ୍ରଭାବ ଯୋଗୁ ଅଧକପାଳି ହେବା ବିଶ୍ୱାସ କରାଯାଏ । ଦୁଇ ତୃତୀୟାଂଶ ରୋଗୀଙ୍କର ବଂଶରେ ଏହି ରୋଗ ଥାଏ । ହରମୋନ ସ୍ତରର ପରିବର୍ତ୍ତନ ଯୋଗୁ ଏହା ହୋଇପାରେ ଯେହେତୁ ପୂର୍ଣ୍ଣାବୟବ ହେବା ପୂର୍ବରୁ ପୁଅମାନଙ୍କର କିନ୍ତୁ ପରେ ପୁରୁଷଙ୍କ ଅପେକ୍ଷା ମହିଳା ସଂଖ୍ୟା ୩ ଗୁଣ ହୁଏ । ଗର୍ଭାବସ୍ଥାରେ ଅଧକପାଳି କମିଯାଏ । ଗର୍ଭାବସ୍ଥାରେ ଏହି ସଙ୍କଟ କମିଯାଏ । ଏହି ରୋଗ କେଉଁ ଉପାୟରେ ହୁଏ ତାହା ଜଣାନାହିଁ । ତେବେ ଏହା ଏକ ସ୍ନାୟୁ-ରକ୍ତନଳୀ ସମ୍ବନ୍ଧୀୟ ରୋଗ । ପ୍ରାଥମିକ ଥିଓରି ଅନୁସାରେ ସେରେବ୍ରାଲ କର୍ଟେକ୍ସ ଅତ୍ୟଧିକ ଉତ୍ତେଜିତ ହୋଇ ବ୍ରେନଷ୍ଟେମର ଟ୍ରାଇଜେମିନାଲ ନ୍ୟୁକ୍ଳିଅସରେ ଥିବା ସ୍ନାୟୁ ଉପରେ ଅସାଧାରଣ ପ୍ରତିକ୍ରିୟା କରାଏ ।ସର୍ବ ପ୍ରଥମେ ମୁଣ୍ଡବଥା ନିମନ୍ତେ ଆଇବୁପ୍ରୋଫେନ ଓ ପାରାସେଟାମୋଲ ଭଳି ସାଧାରଣ ପିଡ଼ାନାଶକ ଔଷଧ ଦିଆଯାଏ, ବାନ୍ତି ନ ହେବା ଔଷଧ ଦେଲେ ଓକାଳ କମ ହୁଏ ଓ ଟ୍ରିଗର ନ ଗେବା ଚେଷ୍ଟା କରାଯାଏ । ସାଧାରଣ ପିଡ଼ାନାଶକ ଦେଇ ଭଲ ନ ହେଲେ ଟ୍ରିପ୍ଟାନ କିମ୍ବା ଏରଗୋଟାମିନ ବା ଦିଆଯାଇପାରେ । ଜଣ ସଂଖ୍ୟାର ୧୫ % ଲୋକ ଜୀବନରେ କେବେ ନା କେବେ ଏହି ରୋଗ ଭୋଗ କରନ୍ତି । ଏହା ସହିତ କେଫିନ୍ ଯୋଗ କରିଦିଆଯାଇ ପାରେ । ଏହାର ପ୍ରତିଷେଧ ନିମନ୍ତେ ଅନେକ ଔଷଧ ମିଳୁଛି ଯଥା:- ମେଟୋପ୍ରୋଲୋଲ, ଭାଲପ୍ରୋଏଟ ଓ ଟୋପିରାମେଟ ।ସାରା ପୃଥିବୀର ଜନସଂଖ୍ୟାର ପ୍ରାୟ ୧୫% ଲୋକଙ୍କୁ ଅଧକପାଳି ରୋଗ ହୁଏ । ଏହି ରୋଗ ଅଧିକାଂଶ କେଶ୍ରେ ଯୁବକ୍ରାନ୍ତି ବା ପ୍ୟୁବର୍ଟି ବେଳେ ହୁଏ । କେତେକ ମହିଳାଙ୍କର ଋତୁବନ୍ଦ ସମୟଠାରୁ ରୋଗ କମିଯାଏ । ପୁରାତନ ମିଶରରେ ଖ୍ରୀ:ପୂ: ୧୫୦୦ରେ ଏବର୍ସ ପାପିରସ୍ରେ କେତେକ ବେମାରୀ ବର୍ଣ୍ଣନା ଏହି ରୋଗ ସାଥୀରେ ମେଳ ଖାଉଛି । ମିଗ୍ରେନ ଶବ୍ଦଟି ଗ୍ରୀକ ଶବ୍ଦ ἡμικρανία (hemikrania)ରୁ ନିଆଯାଇଛି ଯାହାର ଅର୍ଥ , "ମୁଣ୍ଡର ଗୋଟିଏ ପଟରେ ଯନ୍ତ୍ରଣା", ଓ ἡμι- (hemi-)ର ଅର୍ଥ "ଅଧା" ଓ κρανίον (kranion)ର ଅର୍ଥ "ଖପୁରି".
ଛାଞ୍ଚ:Pp-blp ସଚିନ ରମେଶ ତେନ୍ଦୁଲକର( pronunciation (ଜନ୍ମ-୨୪ ଅପ୍ରେଲ ୧୯୭୩)ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ଓ ବିଶ୍ୱ କ୍ରିକେଟର ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟସମ୍ୟାନ ଭାବରେ ସାରା ବିଶ୍ୱରେ ପରିଚିତ । ସେ ଉଭୟ ଟେଷ୍ଟ ଓ ଦିନିକିଆ କ୍ରିକେଟରେ ବିଶ୍ୱର ସବୁଠାରୁ ଅଧିକ ରନ କରିଥିବା କ୍ରିକେଟର । ସେ କ୍ରିକେଟରେ ସବୁଠାରୁ ଅଧିକ ଶତକ ହାସଲ କରିଥିବ ଖେଳାଳି। ସଚିନ ପ୍ରଥମ ଖେଳାଳି ଭାବେ ଏକ ଦିବସୀୟ କ୍ରିକେଟରେ ଦ୍ୱିଶତକ ଅର୍ଜନ କରିଥିଲେ । .
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମହିଳା ଅଧିକାର ପୁଷ୍ଟିକରଣ (ଇଂରାଜୀ ଭାଷାରେ A Vindication of the Rights of Woman: with Strictures on Political and Moral Subjects (1792)) ଅଷ୍ଟାଦଶ ଶତାବ୍ଦୀର ବ୍ରିଟିଶ-ମହିଳା ଅଧିକାରବାଦୀ ମେରୀ ଓଲସ୍ଟୋନକ୍ରାଫ୍ଟ (Mary Wollstonecraft) ଲେଖିଥିଲେ ଯାହା ମହିଳା ଅଧିକାର ଦର୍ଶନଶାସ୍ତ୍ର (feminist philosophy) ବିଷୟରେ ଏକ ପ୍ରାରମ୍ଭିକ ରଚନା ଥିଲା । ଏଥିରେ ଅଷ୍ଟାଦଶ ଶତାବ୍ଦୀରେ ମହିଳାମାନେ ବିଧିବଦ୍ଧ ଶିକ୍ଷାଲାଭ କରିବାରେ ରାଜନୈତିକ ସିଦ୍ଧାନ୍ତକାରୀମାନେ ବିଶ୍ୱାସ ରଖୁନଥିବା ଓଲସ୍ଟୋନକ୍ରାଫ୍ଟ ଲେଖିଥିଲେ । ମହିଳାମାନେ ସମାଜରେ ସେମାନଙ୍କର ସ୍ଥିତି ଅନୁରୂପ ଶିକ୍ଷାଲାଭ କରିବାକୁ ଓଲସ୍ଟୋନକ୍ରାଫ୍ଟ ଯୁକ୍ତି କରୁଥିଲେ କାରଣ ସେମାନେ ତାଙ୍କର ସନ୍ତାନ ସନ୍ତତିଙ୍କୁ ଶିକ୍ଷା ଦେଇପାରିବେ ଓ କେବଳ ପତ୍ନୀ ନହୋଇ ସ୍ୱାମୀମାନଙ୍କ ସାଥୀ ହୋଇପାରିବେ । ସମାଜରେ ମହିଳାଙ୍କୁ ଅଳଙ୍କାର ଭାବରେ ବା ବିବାହ ପରବର୍ତ୍ତୀ ବ୍ୟବସାୟୀକ ସମ୍ପତ୍ତି ଭାବରେ ନଦେଖି ସେମାନେ ପୁରୁଷଙ୍କ ଭଳି ଯୁକ୍ତି ସଙ୍ଗତ ସମାନ ମାନବିକ ଅଧିକାର ପାଇବାକୁ ହକ୍ଦାର ବୋଲି ଓଲସ୍ଟୋନକ୍ରାଫ୍ଟ କହୁଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଲେସବିଆନ ନାମ ସମଲିଙ୍ଗୀ (homosexual) ମହିଳାଙ୍କୁ ଦିଆଯାଏ । ଏହି ଲେସବିଆନ ଶବ୍ଦଟି ଯୌନ ଚିହ୍ନଟ ବା ଯୌନ ବ୍ୟବହାର ନିମନ୍ତ ମଧ୍ୟ ବ୍ୟବହାର କରାଯାଏ ଓ ସମଲିଙ୍ଗୀ ଯୌନ ଆକର୍ଷିତ ମହିଳାଙ୍କର ସୂଚନା ଦେବାକୁ ବ୍ୟବହାର କରାଯାଏ । ମହିଳାମାନେ ପରଷ୍ପର ସହିତ ଯୌନ ମିଳନ କରିବା ଚିନ୍ତାଧାରା ବିଂଶ ଶତାବ୍ଦୀରେ ଆରମ୍ଭ ହେଲା । ପୁରୁଷଙ୍କ ଭଳି ମହିଳାମାନଙ୍କର ସମଲିଙ୍ଗୀ ମିଳନର ସ୍ୱାଧୀନତା ଇତିହାସରେ ନଥିଲା ନା ଅନେକ ସମାଜରେ ପୁରୁଷଙ୍କ ଭଳି ନିର୍ଯ୍ୟାତିତ ଓ ଦଣ୍ଡପ୍ରାପ୍ତ ହେଉଥିଲେ । ଅସମଲିଙ୍ଗୀ ମିଳନ ଅପେକ୍ଷା ଅଧିକାଂଶ ସମୟରେ ଲେସବିଆନ ସମ୍ପର୍କକୁ ସମାଜ ଏକ ନିରାପଦ ପ୍ରକ୍ରିୟା ମାନୁଥିଲା ଯଦି କୌଣସି ସାଥୀ କିଛି ବିଶେଷ ଅଧିକାର କାମନା କରୁନଥିଲେ । ଏହି କାରଣରୁ ମହିଳାମାନେ କିପରି ସମଲିଙ୍ଗୀ କାମନା ବ୍ୟକ୍ତ ହେଉଥିଲା, ତାହା ଇତିହାସରେ ଲିଖିତ ନଥିଲା । ଊନବିଂଶ ଶତାବ୍ଦୀରେ ଯୌନବିଶାରଦମାନେ (sexologists) ଓ ସମଲିଙ୍ଗୀ ବ୍ୟବହାରକୁ ବର୍ଗୀକରଣ କଲେ । ଯଥେଷ୍ଟ ସମଲିଙ୍ଗୀ ବ୍ୟବହାରର ଜ୍ଞାନ ଅଭାବରୁ ସେମାନେ ମତ ଦେଲେ ଯେ ନିଜର ସ୍ୱାଭାବିକ ଯୌନ (gender) କର୍ତ୍ତବ୍ୟ ସମ୍ପାଦନ ନ କରୁଥିବା ମହିଳାମାନଙ୍କୁ ଲେସବିଆନ ନାମକରଣ କଲେ ଯାହା ସମୟ ଯିବା ସଙ୍ଗେ ସଙ୍ଗେ ପୃଥିବୀର ବୈଜ୍ଞାନିକ ସମାଜଦ୍ୱାରା ପରିବର୍ତ୍ତୀତ ହୋଇଯାଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ହିଲଟନ ହେଡ ଦ୍ୱୀପ, ଦକ୍ଷିଣ କାରୋଲିନା
ହିଲଟନ ହେଡ ଦ୍ୱୀପ (ଇଂରାଜୀ ଭାଷାରେ Hilton Head Island, ବା Hilton Head) ଯୁକ୍ତରାଷ୍ଟ୍ର ଆମେରିକାର ବିଉଟି କାଉଣ୍ଟି, ଦକ୍ଷିଣ କାରୋଲିନାର ଅବରୋଧକାରୀ ଦ୍ୱୀପରେ ଥିବା ଏକ ରେସର୍ଟ ଟାଉନ (Lowcountry resort town) । କ୍ୟାପଟେନ ଉଇଲିଅମ ହିଲଟନଙ୍କ ନାମାନୁସାରେ ଏହି ଦ୍ୱୀପର ନାମକରଣ ହୋଇଛି ଯିଏ ସନ ୧୬୬୩ରେ ପୋର୍ଟ ରୟଲ ସାଉଣ୍ଡର ପ୍ରବେଶ ପଥରେ ଏକ ହେଡଲ୍ୟାଣ୍ଡ ଥିବା ଚିହ୍ନଟ କରିଥିଲେ ଯାହାକୁ ମ୍ୟାପ ତିଆରି କରିବା ବ୍ୟକ୍ତିମାନେ "ହିଲଟନସ ହେଡଲ୍ୟାଣ୍ଡ" ନାମକରଣ କରିଥିଲେ । ଆଟଲାଣ୍ଟିକ ସାଗର କୂଳରେ ଏହି ଦ୍ୱୀପ ୧୨ ମାଇଲ ବା ୧୯ କିମି ବ୍ୟାପୀ ରହିଛି ଓ ଏହା ଏକ ଲୋକପ୍ରିୟ ଛୁଟି କାଟିବା ସ୍ଥଳ ରୂପେ ପରିଚିତ ହୋଇଛି । ସନ ୨୦୦୪ରେ ପ୍ରାୟ ୨.୨୫ ନିୟୁତ ଆଗନ୍ତୁକ ଏଠାକୁ ଆସି ପ୍ରାୟ ୧.୫ବିଲିଅନ ଡଲାର ଏଠାରେ ଖର୍ଚ୍ଚ କରିଥିଲେ । ୨୦୧୦ର ଜନଗଣନା (2010 census) ଅନୁସାରେ ବର୍ଷ ବ୍ୟାପି ଲୋକସଂଖ୍ୟା ୩୭,୦୯୯ ଥିଲା । ଗ୍ରୀଷ୍ମ ଛୁଟିରେ ଏହାର ଲୋକସଂଖ୍ୟା ପ୍ରାୟ ୧୫୦,୦୦୦ ହୋଇଯାଏ । ବିଗତ ଦଶ ବର୍ଷରେ ଏହାର ଲୋକସଂଖ୍ୟା ୩୨% ବଢ଼ିଛି । ହିଲଟନ ହେଡ ଦ୍ୱୀପ ଏକ ମେଟ୍ରୋପଲିଟାନ ଏରିଆରେ (Hilton Head Island-Bluffton-Beaufort metropolitan area) ଅଛି ଯାହାର ସନ ୨୦୧୫ ଜନସଂଖ୍ୟା ଅନୁସାରେ ପ୍ରାୟ ୨୦୭,୪୧୩ ଥିଲା ଓ ଏହା ମଧ୍ୟରେ ହିଲଟନ ହେଡ ଦ୍ୱୀପ ଏକ ସହର ହୋଇ ତିଷ୍ଠିରହିଛି ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine, ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ । ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ । ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ । ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ । ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ । ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି । ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ । ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ । ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସ୍କ୍ୱାମସ ସେଲ ଚର୍ମ କର୍କଟ, ଅନ୍ୟ ନାମ କ୍ୟୁଟାନିଅସ ସ୍କ୍ୱାମସ ସେଲ କାର୍ସିନୋମା ବା ସିଏସସିସି (Squamous-cell skin cancer or Cutaneous squamous cell carcinoma or cSCC) ସହିତ ବାସାଲ ସେଲ କାର୍ସିନୋମା ଓ ମେଲାନୋମା ରୋଗ ଗୁଡ଼ିକ ମୂଖ୍ୟ ଚର୍ମ କର୍କଟ ରୋଗ ଭାବରେ ପରିଚିତ । ଏହା କାତିମୟ ପୃଷ୍ଠ ଥିବା ଏକ ଗୋଟାଳି ଆକାରରେ ଦେଖାଯାଏ ଓ ଏହା ଉପରେ ଏକ ଘାଆ (ulcer) ମଧ୍ୟ ହୋଇପାରେ । ମାସାଧିକ କାଳ ରହିବା ପରେ ଏହା ଜଣାଯାଏ । ବାସାଲ ସେଲ କର୍କଟ ରୋଗ ଅପେକ୍ଷା ଏହି ସ୍କ୍ୱାମସ ସେଲ ଚର୍ମ କର୍କଟରେ ଅଧିକ ବିସ୍ଥାପନ (spread to distant areas) ଦେଖାଯାଏ ।ସୂର୍ଯ୍ୟ ରଶ୍ମୀରୁ ଆସୁଥିବା ଅଲଟ୍ରାଭାୟୋଲେଟ ରଶ୍ମୀ (ultraviolet light) ଏହି ରୋଗ ସଙ୍କଟ ସୃଷ୍ଟିର କରେ । ଶୁଖିଯାଇଥିବା ଦାଗ, କ୍ରନିକ ଘାଆ, ଫିକା ଚର୍ମ (Light skin), ଅଲଟ୍ରାଭାୟୋଲେଟ ରଶ୍ମୀ (ultraviolet light), ରାଡିଏସନ ଥେରାପି (radiation therapy), ଆର୍ସେନିକ (arsenic), ଆକ୍ଟିନିକ କେରାଟୋସିସ (actinic keratosis), ସ୍ୱଳ୍ପ ଇମ୍ମ୍ୟୁନ ସିସ୍ଟମ କ୍ରିୟା (poor immune system function), ଏଚପିଭି ସଂକ୍ରମଣ (HPV infection) ଆଦି ଥିଲେ ଏହି ରୋଗ ସଙ୍କଟ ରହେ । ମୋଟ ଅଲଟ୍ରାଭାୟୋଲେଟ ରଶ୍ମୀ ସଂସ୍ପର୍ଶ ପରିମାଣ ଅନୁସାରେ ଏହି ସଙ୍କଟ ରହେ । ଅଲଟ୍ରାଭାୟୋଲେଟ ରଶ୍ମୀର ଏକ ନୂତନ ସ୍ରୋତ ଭାବରେ ଟାନିଙ୍ଗ ବେଡ (Tanning beds) ପରିଚିତ ହୋଇଛି । ମନୁଷ୍ୟ ଚର୍ମରେ (skin|) ଥିବା ସ୍କ୍ୱାମସ ସେଲରୁ ଏହାର ସୃଷ୍ଟି ହୁଏ ।
ସାଇକୋସିସ (ଇଂରାଜୀ ଭାଷାରେ Psychosis) ଏକ ମାନସିକ ରୋଗ ଯେଉଁଥିରେ ମନ (mind) ବାସ୍ତବିକତାକୁ ଜାଣିପାରେନି । ଏହି ରୋଗରେ ମିଥ୍ୟା ବିଶ୍ୱାସ (False beliefs), ଅନ୍ୟମାନେ ନ ଦେଖିବା ବା ନ ଶୁଣିବା କଥା ରୋଗୀ ଦେଖିବା ବା ଶୁଣିବା (seeing or hearing things that others do not see or hear) ଇତ୍ୟାଦି ଲକ୍ଷଣ ଦେଖାଯାଏ । ଅସଙ୍ଗତ ବାର୍ତ୍ତାଳାପ incoherent speech ଓ ବ୍ୟବହାର ଦେଖାଯାଏ । ଏହା ସହିତ ନିଦ୍ରା ଅଭାବ (sleep deprivation), ସାମାଜିକ ଦୂରତା ରଖିବା, social withdrawal, ପ୍ରେରଣା ଅଭାବ ଓ ଦୈନନ୍ଦିନ କାର୍ଯ୍ୟ କରିବା ଅକ୍ଷମତା ଦେଖାଯାଇପାରେ ।ସାଇକୋସିସ ରୋଗର ଅନେକ କାରଣ ଥାଇପାରେ । ଏହି କାରଣ ଗୁଡ଼ିକ ମାନସିକ ବେମାରୀ (Mental illness), (ସିଜୋଫ୍ରେନିଆ, ବାଇପୋଲାର ଡିଜଅଡର), ନିଦ୍ରା ଅଭାବ (sleep deprivation), କେତେକ ବେମାରୀ, କେତେକ ଔଷଧ (medications, ନିଶାଦ୍ରବ୍ୟ (alcohol ଓ cannabis) ଇତ୍ୟାଦି ହୋଇପାରେ । ପ୍ରସବ ପରେ ଏକ ପ୍ରକାର ପୋଷ୍ଟପାର୍ଟମ ସାଇକୋସିସ (postpartum psychosis) ମଧ୍ୟ ହୋଇପାରେ । ନିଉରୋଟ୍ରାନ୍ସମିଟର (neurotransmitter) ଡୋପାମିନର dopamine ଭୂମିକା ମଧ୍ୟ ଥାଇପାରେ । ଆକ୍ୟୁଟ ସାଇକୋସିସ ରୋଗ ମାନସିକ ରୋଗ ପରେ ହେଲେ ତାହାକୁ ପ୍ରାଇମେରୀ ଓ ଶାରୀରିକ ରୋଗ ପରେ ହେଲେ ସେକେଣ୍ଡାରୀ କୁହାଯାଏ । ଅନ୍ୟାନ୍ୟ ସମ୍ଭାବ୍ୟ ରୋଗର ଉପସ୍ଥିତି ଦୂର କରିବା ପରେ ଏହି ରୋଗ ନିର୍ଣ୍ଣୟ କରାଯାଏ । କେନ୍ଦ୍ରୀୟ ସ୍ନାୟୁ ମଣ୍ଡଳ (central nervous system ରୋଗ, ବିଭିନ୍ନ ଟକ୍ସିନ (ଉଦ୍ଭିଦ ବା ପ୍ରାଣୀଜ ବିଷ) ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମସ୍ୟା ନିମନ୍ତେ ପରୀକ୍ଷା କରିବା ଆବଶ୍ୟକ ହୁଏ ।ଚିକିତ୍ସା ନିମନ୍ତେ ଆଣ୍ଟିସାଇକୋଟିକ (Antipsychotics), କାଉନସେଲିଙ୍ଗ (counselling), ସାମାଜିକ ସୁରକ୍ଷା (social support) ଆବଶ୍ୟକ ହୋଇପାରେ । ଆରମ୍ଭରୁ ଚିକିତ୍ସା କଲେ ଫଳାଫଲ ଉନ୍ନତ ହୁଏ । ଔଷଧ ଯୋଗୁ ମଧ୍ୟମ ଧରଣର ପ୍ରଭାବ ପଡ଼େ । Outcomes depend on the underlying cause.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ମହିଳା ସ୍ୱାସ୍ଥ୍ୟ ଅର୍ଥାତ୍ ସ୍ତ୍ରୀଲୋକମାନଙ୍କର ସ୍ୱାସ୍ଥ୍ୟ, ଯାହାକି ପୁରୁଷମାନଙ୍କଠାରୁ ଅନେକ କ୍ଷେତ୍ରରେ ଅଲଗା । ମହିଳା ସ୍ୱାସ୍ଥ୍ୟ ହେଉଛି ଜନ ସ୍ୱାସ୍ଥ୍ୟର ଏକ ଉଦାହରଣ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମତରେ ସ୍ୱାସ୍ଥ୍ୟମାନେ, "ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଏବଂ ସାମାଜିକ ସୁଖ ସମୃଦ୍ଧି। କେବଳ ନିରୋଗତା ନୁହେଁ ।" ସାଧାରଣତଃ ମହିଳା ସ୍ୱାସ୍ଥ୍ୟକୁ ମହିଳା ପ୍ରଜନନ ସ୍ୱାସ୍ଥ୍ୟ ହିସାବରେ ନିଆଯାଏ କିନ୍ତୁ ଅନେକ ସଂସ୍ଥା ଏହା ବିରୁଦ୍ଧରେ ସ୍ୱର ଉଠାଉଛନ୍ତି । ଏହି ବ୍ୟବଧାନଗୁଡ଼ିକ ଏକ ବିକାଶଶୀଳ ଦେଶରେ ଆହୁରି ଅଧିକ ଯେଉଁଠାରେ ମହିଳାମାନଙ୍କର ସ୍ୱାସ୍ଥ୍ୟ ଉଭୟ ଆଶଙ୍କା ଏବଂ ଅନୁଭବ ଉପରେ ନିର୍ଭର କରେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ୱାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
ମେଥୋଟ୍ରେକ୍ସେଟ (ଇଂରାଜୀ ଭାଷାରେ Methotrexate ବା MTX, ପୂର୍ବରୁ ଜଣାଥିବା ନାମ amethopterin), ଏକ କେମୋଥେରାପି ଔଷଧ (chemotherapy agent) ଓ ଇମ୍ମ୍ୟୁନ ସିସ୍ଟମ ସପ୍ରେସାଣ୍ଟ (immune system suppressant) । ଆଗରୁ ଏହି ଅନ୍ୟାନ୍ୟ ରୋଗ ଯଥା:- କର୍କଟ, ଅଟୋଇମ୍ମ୍ୟୁନ ଡିଜିଜ, ଅଥାନ ଗର୍ଭ ଓ ଡାକ୍ତରୀ ଗର୍ଭପାତ ସକାଶେ ବ୍ୟବହାର କରାଯାଉଥିଲା । ଏହାଦ୍ୱାରା ଚିକିତ୍ସା ହେଉଥିବା କର୍କଟ ରୋଗମାନଙ୍କର ନାମ: ସ୍ତନ କର୍କଟ, ଲିଉକେମିଆ, ଫୁସଫୁସ କର୍କଟ, ଲିମ୍ଫୋମା ଓ ଓସ୍ଟିଓସାର୍କୋମା (osteosarcoma) । ଅଟୋଇମ୍ମ୍ୟୁନ ରୋଗମାନଙ୍କର ନାମ: ସୋରିଆସିସ, ରିଉମାଟଏଡ ଆର୍ଥ୍ରାଇଟିସ ଓ କ୍ରନ୍ ରୋଗ । ଏ ଔଷଧ ଉଭୟ ପାଟିରେ ବା ଇଞ୍ଜେକସନ ଆକାରରେ ଦିଆଯାଏ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ଥକ୍କା, ଜ୍ୱର, ସଂକ୍ରମଣ ସଙ୍କଟ, ଲିଉକୋପିନିଆ ବା ସ୍ୱଳ୍ପ ଶ୍ୱେତ ରକ୍ତ କଣିକା (low white blood cell counts) ଓ ଅଲସରେଟିଭ ସ୍ଟୋମାଟାଇଟିସ (breakdown of the skin inside the mouth) ଇତ୍ୟାଦି ଅସୁବିଧା ଦେଖାଯାଏ । ଯକୃତ ରୋଗ (liver disease), ଫୁସଫୁସ ରୋଗ (lung disease, ଲିମ୍ଫୋମା ଓ ସାଂଘାତିକ ଚର୍ମ ରାସ ହୁଏ । ଦୀର୍ଘ କାଳ ଧରି ଚିକିତ୍ସିତ ହେଉଥିବା ରୋଗୀର ନିୟମିତ ପାର୍ଶ୍ୱ ପ୍ରତିକ୍ରିୟା ଅନୁଶୀଳନ ଆବଶ୍ୟକ ହୁଏ । ସ୍ତନ୍ୟପାନ (breastfeeding) ସମୟରେ ଏହା ନିରାପଦ ନୁହେଁ । ବୃକ୍କ ରୋଗ (kidney problem) ଥିଲେ ଅଳ୍ପ ମାତ୍ରାର ଔଷଧ ଦିଆଯାଏ । ଦେହର ଫୋଲିକ ଏସିଡ ବ୍ୟବହାରକୁ ଏହା ଅବରୋଧ କରେ । ମେଥୋଟ୍ରେକ୍ସେଟ ପ୍ରଥମେ ସନ ୧୯୪୭ରେ ପ୍ରସ୍ତୁତ ହୋଇ କର୍କଟ ରୋଗ ନିମନ୍ତେ ବ୍ୟବହାର କରାଗଲା କାରଣ ସେତେବେଳେ ଏହାର ପାର୍ଶ୍ୱ ପ୍ରତିକ୍ରିୟା ଅନ୍ୟାନ୍ୟ ଔଷଧମାନଙ୍କଠାରୁ ଅଳ୍ପ ଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ବିକାଶଶୀଳ ଦେଶମାନଙ୍କରେ ପାଟିରେ ଦିଆଯାଉଥିବା ଏହି ଔଷଧର ହୋଲସେଲ ମୂଲ୍ୟ ଦୈନିକ ୦.୬ରୁ ୦.୩୬ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ମାସକୁ ଖର୍ଚ୍ଚ ୨୫ରୁ ୫୦ ଡଲାର ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଲିନେଜୋଲିଡ (ଇଂରାଜୀ ଭାଷାରେ Linezolid) ଏକ ଆଣ୍ଟିବାୟୋଟିକ (antibiotic) ଯାହା ଅନ୍ୟାନ୍ୟ ଆଣ୍ଟିବାୟୋଟିକ ପ୍ରତିରୋଧୀ (resistant) ଗ୍ରାମ ପଜିଟିଭ ଜୀବାଣୁ (Gram-positive bacteria) ସଂକ୍ରମଣରେ (infection) ଦିଆଯାଏ । ସ୍ଟ୍ରେପ୍ଟୋକୋକାଇ (streptococci), ଭାଙ୍କୋମାଇସିନ ରେଜିସ୍ଟାଣ୍ଟ ଏଣ୍ଟେରୋକୋକାଇ (vancomycin-resistant enterococci ବା VRE) ଓ ମେଥିସିଲିନ ରେଜିସ୍ଟାଣ୍ଟ ସ୍ଟାଫିଲୋକୋକାଇ (methicillin-resistant Staphylococcus aureus ବା MRSA) ଇତ୍ୟାଦି ଗ୍ରାମ ପଜିଟିଭ ଜୀବାଣୁମାନଙ୍କ ନିମନ୍ତେ ଲିନେଜୋଲିଡ ଦିଆଯାଏ । ମୂଖ୍ୟତଃ ଚର୍ମ ସଂକ୍ରମଣ ଓ ନିମୋନିଆ ରୋଗରେ ଦିଆଯିବା ସହିତ ଔଷଧ ପ୍ରତିରୋଧୀ ଯକ୍ଷ୍ମା (drug resistant tuberculosis) ତଥା ଅନ୍ୟାନ୍ୟ ଅନେକ ସଂକ୍ରମଣରେ ଏହି ଔଷଧ ଦିଆଯାଏ । ଏହା ପାଟିରେ ଓ ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । 2-ଅକ୍ସାଜୋଲିଡୋନ (oxazolidinone) ଶ୍ରେଣୀର ଏହା ଏକ ଔଷଧ ।ସ୍ୱଳ୍ପ କାଳୀନ ଭିତ୍ତିରେ ଲିନେଜୋଲିଡ ଏକ ଅପେକ୍ଷାକୃତ ନିରାପଦ ଆଣ୍ଟିବାୟୋଟିକ । ଏହା ସବୁ ବୟସର ଲୋକଙ୍କୁ ଓ ଯକୃତ ରୋଗ (liver disease) ତଥା ବୃକ୍କ ରୋଗ (poor kidney function) ଥିଲେ ମଧ୍ୟ ବ୍ୟବହାର କରିହୁଏ । ଏହାର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡବଥା, ତରଳ ଝାଡ଼ା, ରାସ୍ ଓ ଅଇ ଇତ୍ୟାଦି ଲକ୍ଷଣ ଦେଖାଯାଏ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟାରେ ସେରୋଟୋନିନ ସିଣ୍ଡ୍ରୋମ, ଅସ୍ଥିମଜ୍ଜା ଦମନ (bone marrow suppression) ଓ ଲାକ୍ଟିକ ଏସିଡୋସିସ (high blood lactate levels) ହୁଏ ବିଶେଷତଃ ୨ ସପ୍ତାହରୁ ଅଧିକ ସମୟ ଧରି ଏହା ବ୍ୟବହାର କଲେ । ଏହାଠାରୁ ଅଧିକ ବ୍ୟବହାର କଲେ କେମୋଥେରାପି ଜନିତ ନିଉରୋପାଥି (nerve damage) ହୁଏ ବିଶେଷତଃ ଅପଟିକ ସ୍ନାୟୁ ନଷ୍ଟ (optic nerve damage) ହୋଇଯାଏ ।ଲିନେଜୋଲିଡ ଏକ ପ୍ରୋଟିନ ପ୍ରସ୍ତୁତି ବାଧାକାରୀ (protein synthesis inhibitor) ଯାହା ଜୀବାଣୁର ଜୈବ ପ୍ରୋଟିନ ପ୍ରସ୍ତୁତିର (produce protein) ଶକ୍ତିକୁ ପ୍ରଭାବିତ କରେ । ଏହା ବୃଦ୍ଧି ନିବାରଣକାରୀ (stops growth) ବା ଜୀବାଣୁ ମୃତ୍ୟୁକାରୀ (bacterial death) ହୋଇପାରେ । ଅନେକ ଆଣ୍ଟିବାୟୋଟିକ ଏହିଭଳି କାମ କରୁଥିଲେ ମଧ୍ୟ ଲିନେଜୋଲିଡର ଏହ ବିଶେଷ କାର୍ଯ୍ୟବିଧି (mechanism of action) ଅଛି ଯଦ୍ୱାରା ଏହା ପ୍ରୋଟିନ ତିଆରିର ମଧ୍ୟବର୍ତ୍ତୀ ପଦକ୍ଷେପରେ ବାଧା ନ ଦେଇ ଆରମ୍ଭରୁ ବାଧା ସୃଷ୍ଟି କରେ । ସନ ୨୦୧୪ ସୁଦ୍ଧା ଏହାର ଜୀବାଣୁ ଅବରୋଧ (bacterial resistance) କମ୍ ଅଛି ।ଲିନେଜୋଲିଡ ସନ ୧୯୯୦ରେ ଆବିଷ୍କୃତ ହୋଇ ସନ ୨୦୦୦ରେ ସ୍ୱୀକୃତିପ୍ରାପ୍ତ ହେଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ନାମରେ (generic medication) ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ଦିନ ଡୋଜର କ୍ରୟ ମୂଲ୍ୟ ପ୍ରାୟ ୨.୯୦ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ଦିନ ଡୋଜର ମୂଲ୍ୟ ସନ ୨୦୧୬ରେ ୧୩.୭୯ ଥିଲା । ଏହି ଔଷଧ ଶିରାଭ୍ୟନ୍ତର ଇଞ୍ଜେକସନ ଦେବା ପରେ ପାଟିରେ ଦେବାରୁ ଅନ୍ୟାନ୍ୟ ଔଷଧ ଯେପରିକି ଭାଙ୍କୋମାଇସିନ ଅପେକ୍ଷା ଖର୍ଚ୍ଚ କମ ହୁଏ ।
ଡ୍ୱେନ ଡଗଲାସ ଜନସନ ୧୯୭୨ ମସିହା ମଇ ମାସ ଦୁଇ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । 'ଦ ରକ' ନାମରେ ସେ ଲୋକପ୍ରିୟ । ସେ ଜଣେ ଚଳଚ୍ଚିତ୍ର ଅଭିନେତା, ପ୍ରଯୋଜକ ଏବଂ ଅର୍ଦ୍ଧ ଅବସରପ୍ରାପ୍ତ କୁଶଳୀ କୁସ୍ତିବାଜ ମଧ୍ୟ । ସେ ଜଣେ ବଡ଼ କୁସ୍ତିବାଜ ହିସାବରେ ବିଖ୍ୟାତ ।ତାଙ୍କର ଜୀବନୀ ପୁସ୍ତକ "The Rock Says" ୨୦୦୦ ମସିହାରେ ସବୁଠାରୁ ଅଧିକ ବିକ୍ରିହୋଇଥିବା ବହିବୋଲି ନିଉୟର୍କ ଟାଇମସ ଲେଖିଥିଲା ।
ଆମ୍ଫେଟାମିନ (ଇଂରାଜୀ ଭାଷାରେ Amphetamine, Amphetamine, amfetamine and speed ଏକ ଶକ୍ତିଶାଳୀ (potent) କେନ୍ଦ୍ରୀୟ ସ୍ନାୟୁମଣ୍ଡଳ (central nervous system ବା CNS) ଉତ୍ତେଜକ (stimulant) ଔଷଧ ଯାହା ଧ୍ୟାନାଭାବ ଓ ଅତିସକ୍ରିୟତା ବିକାର, ନିଦ୍ରାବେଶ, ଓ ମେଦ ବହୁଳତା ଆଦି ରୋଗମାନଙ୍କ ଚିକିତ୍ସାରେ ବ୍ୟବହୃତ ହୁଏ । ସନ ୧୮୮୭ରେ ଆମ୍ଫେଟାମିନ ଆବିଷ୍କୃତ ହୋଇଥିଲା ଓ ଏହା ଲେଭୋଆମ୍ଫେଟାମିନ (levoamphetamine) ଓ ଡେକ୍ସଟ୍ରୋଆମ୍ଫେଟାମିନ (dextroamphetamine) ନାମକ ଦୁଇଟି ଏନାଣ୍ଟୋମର (enantiomer) ଆମ୍ଫେଟାମିନ ଏକ ନିର୍ଦ୍ଦିଷ୍ଟ ରାସାୟନିକ ପଦାର୍ଥ, ରାସେମିକ (racemic) ଫ୍ରିବେସ (free base), ଯାହା ଦୁଇଟି ସମାନ ଭାଗର ଶୁଦ୍ଧ ଏନାଣ୍ଟିଓମର, ଲେଭୋଆମ୍ଫେଟାମିନ ଓ ଡେକ୍ସଟ୍ରୋଆମ୍ଫେଟାମିନ ନାମରେ ଥାଏ । ଇତିହାସ ଅନୁସାରେ ଏହି ଔଷଧ ନାକ ରକ୍ତ ବହୁଳତା ଓ ଅବସାଦ ରୋଗରେ ଦିଆଯାଏ । ଖେଳାଳିମାନଙ୍କର ଦକ୍ଷତା ବୃଦ୍ଧି (athletic performance enhancer), କାମୋଦ୍ଦିପକ (aphrodisiac) ଓ ବୋଧଶକ୍ତି ବୃଦ୍ଧି (cognitive enhancer) ନିମନ୍ତେ ମଧ୍ୟ ଏହା ବ୍ୟବହାର କରାଯାଏ । ଏହି ଔଷଧ ପ୍ରେସକ୍ରିପସନରେ ମିଳେ ଓ ଅନେକ ଦେଶମାନଙ୍କରେ ସ୍ୱାସ୍ଥ୍ୟସଙ୍କଟ ରୋକିବା ନିମନ୍ତେ ଏହା ଗଚ୍ଛିତ ରଖିବା ଓ ବଣ୍ଟନ କରିବା ଉପରେ ନିୟନ୍ତ୍ରଣ କରାଯାଏ ।
କ୍ରିସ୍ମସ୍ ଟ୍ରି ବା କ୍ରିସ୍ମସ୍ ଗଛ ବା ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ବଲ୍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା ।ପାରମ୍ପରିକ ଭାବେ କ୍ରିସ୍ମସ୍ ଗଛକୁ କାଗଜର ଗୋଲାପ ଫୁଲ, ସେଓ ଫଳ, ୱେଫର୍, ଚକମକିଆ ଝରା ବା ଝାଲେରୀ ଓ ମିଷ୍ଟାନ୍ନ ଇତ୍ୟାଦିଦ୍ୱାରା ସଜାଇବାର ପ୍ରଥା ରହିଛି । ଅଷ୍ଟଦଶ ଶତାବ୍ଦୀରେ କ୍ରିସ୍ମସ୍ ଗଛକୁ ମହମବତୀ ଓ ଦୀପର ଆଲୋକମାଳାରେ ଏବଂ ଅଧୁନା ବିଦ୍ୟୁତ୍ ଆଲୋକମାଳାରେ ସୁସଜ୍ଜିତ କରାଯାଉଛି । ବର୍ତ୍ତମାନ ସମୟରେ ଏହି ଗଛଗୁଡ଼ିକୁ ନୂତନ ବଡ଼ଦିନ ମାଳା, ରଙ୍ଗବେରଙ୍ଗ ବଲ୍ ଓ ଚକୋଲେଟ୍ ଇତ୍ୟାଦିଦ୍ୱାରା ମଧ୍ୟ ସଜାଯାଉଛି । ଗଛର ସର୍ବୋଚ୍ଚ ଭାଗରେ ଏକ ପ୍ରଜ୍ଜ୍ୱଳମାନ ତାରକା ଖଚିତ ହୋଇଥାଏ, ଯାହା ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ କାହାଣୀର ଜଣେ ଚରିତ୍ର ବେଥ୍ଲେହେମ୍ ତାରକାର ଦେବଦୂତ (ଏଞ୍ଜେଲ୍) ଗାବ୍ରିଏଲ୍ଙ୍କ ସୂଚକ । ରିବନ୍ ଫିତା ସାହାଯ୍ୟରେ କ୍ରିସ୍ମସ୍ ଗଛର ଡାଳରୁ ଜିଞ୍ଜର୍ ବ୍ରେଡ଼୍ (ଅଦା ପାଉଁରୁଟି), ଚକୋଲେଟ୍ ଓ ଅନ୍ୟାନ୍ୟ ମିଷ୍ଟାନ୍ନ ଇଦ୍ୟାଦି ଖାଦ୍ୟ ପଦାର୍ଥ ଝୁଲାଇ ଦିଆଯାଏ ।
ଲୋରାଜେପାମ, (ବିକ୍ରୟ ନାମ ଆଟିଭାନ), ଏକ ବେଞ୍ଜୋଡାଏଜେପିନ ଦଳର ଔଷଧ । ଉତ୍କଣ୍ଠା ବା ଉଦ୍ବେଗ ବେମାରୀ, ନିଦ୍ରାହୀନତା, ଅପସ୍ମାର ଆକ୍ରମଣ ତଥା ଅବିରାମ ଅପସ୍ମାର, କେତେକ ଅପରେଶନ (interfere with memory formation) ନିମନ୍ତେ, ଆଲକୋହୋଲ ଉଇଥଡ୍ରୟାଲ ଇତ୍ୟାଦି ରୋଗରେ ଓ ଭେଣ୍ଟିଲେସନରେ ଥିଲେ ଶମନ ବା ଶାନ୍ତ ରହିବା ନିମନ୍ତେ, କେମୋଥେରାପି ସମୟରେ ଦିଆଯାଏ । ସାଇକୋମୋଟୋର ଏଜିଟେସନ (severe agitation)ରେ ଏହା ଦିଆଗଲେ ମଧ୍ୟ ମିଡାଜୋଲାମ ସାଧାରଣତଃ ଅଧିକ ପସନ୍ଦ ଯୋଗ୍ୟ । କୋକେନ୍ ଗ୍ରହଣ କରୁଥିବା ଲୋକର ଆକ୍ୟୁଟ କରୋନାରି ସିଣ୍ଡ୍ରୋମ ହେଲେ ଅନ୍ୟ ଚିକିତ୍ସା ସହିତ ଏହା ଦିଆଯାଏ । ଏହା ପାଟିଏ ଖାଇବାକୁ ବା ଇଞ୍ଜେକସନ ଆକାରରେ ମାଂସପେଶୀରେ ବା ଶିରାଭ୍ୟନ୍ତରରେ ଦିଆଯାଏ । ଇଞ୍ଜେକସନ ଦେବାର ୧ରୁ ୩୦ ମିନିଟ ମଧ୍ୟରେ ଏହାର ପ୍ରଭାବ ଅନୁଭୁତ ହୁଏ ଓ ୧ ଦିନ ପର୍ଯ୍ୟନ୍ତ ରହେ ।ସାଧାରଣତଃ ଦୁର୍ବଳତା, ନିଦୁଆ ଭାବ, ନିମ୍ନ ରକ୍ତଚାପ ଓ କଷ୍ଟ ଦାୟକ ଶ୍ୱାସକ୍ରିୟା ଇତ୍ୟାଦି ଲକ୍ଷଣ ଦେଖାଯାଏ । ଶିରାଭ୍ୟନ୍ତରରେ ଦେଲେ ନିକଟ ପର୍ଯ୍ୟବେକ୍ଷଣ କରାଯାଏ । ଅବସାଦ ଗ୍ରସ୍ତ (depressed) ଲୋକର ଆତ୍ମହତ୍ୟା ପ୍ରବଣତା ଅଧିକ ଦେଖାଯାଏ । ଅଧିକ ଦିନ ବ୍ୟବହାର କରିବାକୁ ପଡ଼ିଲେ ସମାନ ଫଳପ୍ରଦ ହେବା ନିମନ୍ତେ ଅଧିକ ଔଷଧ ମାତ୍ରା ଆବଶ୍ୟକ ହୁଏ । ଶାରୀରିକ ନିର୍ଭରଶୀଳତା ଓ ମାନସିକ ନିର୍ଭରଶୀଳତା ଦେଖାଯାଇପାରେ । ବହୁତ ଦିନର ବ୍ୟବହାର ପରେ ହଠାତ ଔଷଧ ବନ୍ଦ କରିଦେଲେ ବେଞ୍ଜୋଡାଏଜେପିନ ଉଇଥଡ୍ରୟାଲ ସିଣ୍ଡ୍ରୋମ ହୋଇପାରେ । ବୟସାଧିକ ଲୋକଙ୍କଠାରେ ଏହି ଔଷଧର ହାନୀକାରକ ପ୍ରଭାବ ଦେଖାଯାଇ ପାରେ । ଲୋରାଜେପାମ ଗ୍ରହଣ କରୁଥିବା ବ୍ୟକ୍ତି ପଡ଼ିଯାଇ ନିତମ୍ବ ଅସ୍ଥି ଭାଙ୍ଗିଯିବା ସମ୍ଭାବନା ଅଧିକ ରହେ । ଏହି ସବୁ କାରଣରୁ ଲୋରାଜେପାମ ସର୍ବାଧିକ ୨ରୁ ୪ ସପ୍ତାହ ଦିଆଯାଏ । ସନ ୧୯୬୩ରେ ଏହି ଔଷଧ ପେଟେଣ୍ଟ ହେବା ପରେ ସନ ୧୯୭୭ରେ ଯୁକ୍ରରାଷ୍ଟ୍ର ଆମେରିକାରେ ବିକ୍ରୟ ଆରମ୍ଭ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ବିକାଶଶୀଳ ଦେଶମାନଙ୍କରେ ଏହାର ଏକ ଡୋଜ ପାଟିରେ ଦିଆଯାଉଥିବା ଔଷଧର ମୂଲ୍ୟ ସନ ୨୦୧୪ରେ ୦.୦୨ରୁ ୦.୧୬ ଆମେରିକୀୟ ଡଲାର ଥିଲା । ସନ ୨୦୧୫ରେ ଯୁକ୍ରରାଷ୍ଟ୍ର ଆମେରିକାରେ ଏହାର ଏକ ମାସର ଖର୍ଚ୍ଚ ୨୫ ଡଲାରରୁ କମ୍ । ସନ ୨୦୧୧ରେ ୨୮ ନିୟୁତ ଲୋରାଜେପାମ ପ୍ରେସକ୍ରିପସନ ହୋଇଥିଲା ଯାହା ଆଲପ୍ରୋଜୋଲାମ ପରେ ଦ୍ୱିତୀୟ ସର୍ବାଧିକ ପ୍ରେସକ୍ରିପସନ ଔଷଧ ।
ପୋଲିଓମାୟେଲାଇଟିସ (ଇଂରାଜୀରେ Poliomyelitis, ଅନେକ ସମୟରେ କୁହାଯାଏ ପୋଲିଓ (polio) ବା ଇନ୍ଫାଣ୍ଟାଇଲ୍ ପାରାଲିସିସ୍ ( infantile paralysis), ଏକ ସଂକ୍ରାମକ ରୋଗ ଯାହା ପୋଲିଓଭୁତାଣୁଦ୍ୱାରା ହୁଏ । ଉଲ୍ଲେଖନୀୟ ଏହି ଯେ ପ୍ରାୟ ୯୦ %ରୁ ୯୫ % କେଶ୍ରେ ସଂକ୍ରମଣ ଥାଇ ମଧ୍ୟ ଲକ୍ଷଣ ପ୍ରକାଶ ପାଏନାହିଁ । ବାକି ୫ରୁ ୧୦% ଲୋକ ସମାନ୍ୟ ଲକ୍ଷଣ ଦେଖାନ୍ତି ଯେପରିକି ଜ୍ୱର, ମୁଣ୍ଡବଥା, ବାନ୍ତି, ତରଳ ଝାଡ଼ା, ଦୃଢ଼ ବେକ ଓ ହାତ ଗୋଡ଼ରେ ଯନ୍ତ୍ରଣା । ସପ୍ତାହେ ଦୁଇ ସପ୍ତାହ ମଧ୍ୟରେ ଏମାନେ ଠିକ୍ ହୋଇଯାଆନ୍ତି । କେବଳ ୦.୫ % ଲୋକଙ୍କର ମାଂସପେଶୀ ଦୁର୍ବଳତା ହୋଇ ଚଳନ ଅକ୍ଷମ ହୁଅନ୍ତି । ଏହା କିଛି ଘଣ୍ଟାରୁ କିଛି ଦିନ ମଧ୍ୟରେ ହୁଏ । ପେଶୀ ଦୁର୍ବଳତା ଅଧିକାଂଶ ସମୟରେ ଗୋଡ଼ରେ ଦେଖାଯାଏ କିନ୍ତୁ ମୁଣ୍ଡ, ବେକ ଓ ମଧ୍ୟଚ୍ଛଦା ମାଂସପେଶୀ ଏହା ଅପେକ୍ଷା କମ୍ ଦେଖାଯାଏ । ଅନେକ, କିନ୍ତୁ ସମସ୍ତେ ନୁହେଁ, ଆରୋଗ୍ୟ ଲାଭ କରନ୍ତି । ପେଶୀ ଦୁର୍ବଳତା ଥିବା ୨ରୁ ୫ % ପିଲା ଓ ୧୫ରୁ ୩୦ % ବଡ଼ ମଣିଷ ମୃତ୍ୟୁ ବରଣ କରନ୍ତି । ପୁନରୁଦ୍ଧାର ହେବାର ଅନେକ ବର୍ଷ ପରେ ପୋଷ୍ଟ ପୋଲିଓ ସିଣ୍ଡ୍ରୋମ୍ ହୋଇପାରେ ଯାହା ଆରମ୍ଭ ସମୟ ଭଳି ଧୀରେ ଧୀରେ ପରିସ୍ଫୁଟ ହୁଏ । ପୋଲିଓଭୁତାଣୁ ସାଧାରଣତଃ ସଂକ୍ରମିତ ମଳ ପାଟିକୁ ଗଲେ ରୋଗ ବ୍ୟାପେ । ଖାଦ୍ୟ ଓ ଜଳ ମାଧ୍ୟମରେ ଏହା ବ୍ୟାପିପାରେ; ଲାଳ ମାଧ୍ୟମରେ ମଧ୍ୟ ସ୍ୱଳ୍ପ ଭାବରେ ବ୍ୟାପିପାଏ । କୌଣସି ଲକ୍ଷଣ ନ ଥିଲେ ମଧ୍ୟ ସଂକ୍ରମିତ ବ୍ୟକ୍ତି ସୁସ୍ଥ ଲୋକକୁ ସଂକ୍ରମିତ କରିପାରିବେ । ମଳରେ ହୁତାଣୁ ମିଳିଲେ ଓ ରକ୍ତରେ ଆଣ୍ଟିବଡି ଚିହ୍ନଟ ହେଲେ ରୋଗ ନିର୍ଣ୍ଣୟ ହୁଏ । ପୋଲିଓ ରୋଗ ନିମନ୍ତେ ପୋଲିଓ ଟିକା ଦିଆଯାଉଛି, କିନ୍ତୁ କାର୍ଯ୍ୟକାରୀ ହେବା ନିମନ୍ତେ ଅନେକ ଥର ଦେବାକୁ ପଡ଼ୁଛି । ୟୁନାଇଟେଡ୍ ସ୍ଟେଟ୍ସ୍ ସେନ୍ଟର୍ ଫର୍ ଡିଜିଜ୍ କଣ୍ଟ୍ରୋଲ (ଇଂରାଜୀ ଭାଷାରେ United States Center for Disease Control) ସଂସ୍ଥା ଭ୍ରମଣକାରୀ ଓ ଏହି ରୋଗପ୍ରବଣ ଇଲାକାର ଲୋକଙ୍କୁ ପୋଲିଓ ଟିକା ବୁଷ୍ଟର ଡୋଜ ଦେବାକୁ ସୁପାରିସ୍ କରୁଛନ୍ତି । ସଂକରମଣ ଆରମ୍ଭ ହୋଇଗଲା ପରେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ୧୯୮୮ ମସିହାରା ୩୫୦,୦୦୦ ରୋଗୀ ଥିଲାବେଳେ ୨୦୧୩ରେ କମିଯାଇ ୪୧୬ ଜଣଙ୍କୁ ମାତ୍ର ଏହି ରୋଗ ହୋଇଥିଲା । ସନ ୨୦୧୪ରେ ଏହି ରୋଗ କେବଳ ଆଫ୍ଗାନିସ୍ଥାନ୍, ନାଇଜେରିଆ ଓ ପାକିସ୍ଥାନର ଲୋକଙ୍କ ମଧ୍ୟରେ ବ୍ୟାପୁଥିଲା । ପୁରାତନ କଳାକୃତିରେ ପୋଲିଓ ରୋଗ ହଜାର ହଜାର ବର୍ଷ ହେଲା ଥିବାର ଚିତ୍ର ଦର୍ଶାଯାଇଛି । ସନ ୧୭୮୯ରେ ମାଇକେଲ ଅଣ୍ଡରଉଡ୍ ଏହି ରୋଗକୁ ସର୍ବ ପ୍ରଥମେ ସ୍ୱତନ୍ତ୍ର ରୋଗ ରୂପେ ଚିହ୍ନଟ କରିଥିଲେ ଓ ଏହି ରୋଗ ଜନ୍ମାଉଥିବା ଭୁତାଣୁ ୧୯୦୮ ମସିହାର ପ୍ରଥମେ କାର୍ଲ ଲ୍ୟାଣ୍ଡସ୍ଟିନର ଚିହ୍ନଟ କରିଥିଲେ । ୟୁରୋପ ଓ ଆମେରିକାରେ ଉନବିଂଶ ଶତାବ୍ଦୀର ଶେଷ ଭାଗରେ ଏହି ରୋଗ ମହାମାରୀ ରୁପ ଧାରଣ କରିଥିଲା । ସେହି ସ୍ଥାନମାନଙ୍କରେ ବିଂଶ ଶତାବ୍ଦୀରେ ଏହି ରୋଗ ଶିଶୁ ରୋଗ ହିସାବରେ ଚିନ୍ତାର ବିଷୟ ହୋଇଥିଲା । ସନ ୧୯୫୦ରେ ଜୋନାସ୍ ସଲ୍କ୍ ପ୍ରଥମେ ପୋଲିଓ ଟିକା ପ୍ରସ୍ତୁତ କରିଥିଲେ । ସନ ୨୦୧୮ ସୁଦ୍ଧା ଟିକାକରଣଦ୍ୱାରା ଏହି ରୋଗ ସାରା ପୃଥିବୀରୁ ନିର୍ମୁଳ କରାଯିବା ଆଶା କରାଯାଉଛି । ସନ ୨୦୧୩ରେ କିନ୍ତୁ ସିରିଆରେ ନୂଆ କେଶ୍ ଚିହ୍ନଟ କରାଯିବ ରୋପୋର୍ଟ ମିଳିଛି । ସନ ୨୦୧୪ ମଇ ମାସରେ ଏସିଆ, ଆଫ୍ରିକା ଓ ମଧ୍ୟ ପୂର୍ବ ଇଲାକାରେ ରୋଗ ଦେଖାଯିବା କାରଣରୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏକ ଜନ ସ୍ୱାସ୍ଥ୍ୟ ଏମର୍ଜେନ୍ସି ଘୋଷଣା ଘୋଷଣା କରିଛନ୍ତି । ଅନ୍ୟ କୌଣସ ପଶୁଙ୍କୁ ଏହି ରୋଗ ଆକ୍ରମଣ କରେନାହିଁ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜୋଲପିଡେମ (ଇଂରାଜୀ ଭାଷାରେ Zolpidem, ଏକ ବ୍ୟବସାୟୀକ ନାମ ଆମ୍ବିଏନ/ Ambien) ଏକ ଔଷଧର ନାମ ଯାହା ଅନିଦ୍ରା (sleeping problems) ସମସ୍ୟାର ଉପଶମ ନିମନ୍ତେ ଦିଆଯାଏ । ମାର୍ଗଦର୍ଶକ ସୁପାରିସ ଅନୁସାରେ ପରାମର୍ଶ (counseling|) ଓ ବ୍ୟବହାରିକ ପରିବର୍ତ୍ତନ ସାହାଯ୍ୟ ନେବାପରେ ଫଳପ୍ରଦ ନହେଲେ ଏହି ଔଷଧ ଦିଆଯାଏ । ନିଦ୍ରା ଆରମ୍ଭ ହେବା ସମୟ (sleep onset) ଏହାଦ୍ୱାରା କମିଯାଏ ଓ ଅଧିକ ମାତ୍ରା ଦେଲେ ଅଧିକ ସମୟ ନିଦ ହୁଏ । ବଟିକା, ଜିଭତଳ ବଟିକା ଓ ସ୍ପ୍ରେ ଆକାରରେ ଏହା ପାଟିରେ ଦିଆଯାଏ (by mouth) । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଦିନରେ ନିଦଲାଗେ, ମୁଣ୍ଡ ବିନ୍ଧା, ଅଇ ଓ ତରଳ ଝାଡ଼ା ହୋଇପାରେ । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟାରେ ସ୍ମରଣ ଶକ୍ତିର ସମସ୍ୟା, ହାଲ୍ୟୁସିନେସନ (hallucinations) ଓ ମାଦକ ସମସ୍ୟା (abuse) ହୋଇପାରେ । ସନ ୨୦୧୩ରେ ଔଷଧ ଯୋଗୁ ପରବର୍ତ୍ତୀ ସକାଳ ଅସୁବିଧା ହେଉଥିବା ଲକ୍ଷ କରି ଏହାର ମାତ୍ରା କମ କରିଦିଆଯାଇଥିଲା । ମାତ୍ରାଧିକ ଔଷଧ ନେଉଥିଲେ ବା ଦୀର୍ଘକାଳୀନ ଔଷଧ ନେଉଥିଲେ ପରବର୍ତ୍ତୀ ସକାଳେ ଡ୍ରାଇଭ କରିବାକୁ ନିଷେଧ କରାଯାଏ । ଜୋଲପିଡେମ ପ୍ରତିକ୍ରିୟାକୁ ଫ୍ଲୁମାଜେନି (flumazenil) ଓଲଟେଇ ଦେଉଥିଲେ ମଧ୍ୟ ସାଧାରଣତଃ ସହାୟକ ଯତ୍ନରେ (supportive care) ଉପଶମ ହୋଇଯାଏ ।ଇମିଡାଜୋପାଇରିଡିନ (imidazopyridine) ଶ୍ରେଣୀର ଏହି ଜୋଲପିଡେମ ଓଷଧ ନନବେଞ୍ଜୋଡାଏଜେପିନ (nonbenzodiazepine) ଓ ହିପନୋଟିକ (hypnotic) ସମ୍ପର୍କୀୟ ଅଟେ । ଜୋଲପିଡେମ ଏକ ଟାଇପ ୧ ଗାବା ରିସେପ୍ଟର ଆଗୋନିସ୍ଟ (GABA receptor agonist) ଔଷଧ । ଏହା ଗାବା ରିସେପ୍ଟର (GABAA receptors) ସହିତ ଅନୁବନ୍ଧିତ ହୋଇ ଗାବା ପ୍ରଭାବକୁ ବୃଦ୍ଧି କରି କାର୍ଯ୍ୟକ୍ଷମ ହୁଏ । ଏହାର ହାଫ ଲାଇଫ (half-life) ୨-୩ ଘଣ୍ଟ । ଯକୃତ ସମସ୍ୟା (liver problems) ଥିଲେ ଏହି ପ୍ରଭାବ ଅଧିକ ହୁଏ ।ସନ୧୯୯୨ରେ ଜୋଲପିଡେମ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ସନ ୨୦୦୭ରୁ ଏହା ଏହା ଜେନେରିକ ଔଷଧ ନାମରେ (generic medication) ମିଳୁଛି । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୭ରେ ଏହାର ମାସିକ ମୂଲ୍ୟ ପ୍ରାୟ ୮ ଆମେରିକୀୟ ଡଲାର ଓ ନିୟନ୍ତ୍ରିତ ନିର୍ଗମନ ଔଷଧର ମୂଲ୍ୟ ୬୬ ଆମେରିକୀୟ ଡଲାର । ଏହା କଣ୍ଟ୍ରୋଲଡ ସବସ୍ଟାନ୍ସ ଆକ୍ଟ ଅଫ ୧୯୭୦ର (Controlled Substances Act of 1970/ CSA) ସିଡ୍ୟୁଲ ୪ର (Schedule IV) ଅନ୍ତର୍ଭୁକ୍ତ ନିୟନ୍ତ୍ରିତ ପଦାର୍ଥ । ଯୁକ୍ତରାଷ୍ଟ୍ର ଆମେରିକାରେ ନିଦ୍ରା ସମସ୍ୟା ନିମନ୍ତେ ଏକ ସାଧାରଣ ପ୍ରେସକ୍ରିପସନ ଯାହା ବର୍ଷକୁ ୧୦ ନିୟୁତ ଦିଆଯାଏ ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିଃସୃତ ଲୋକ କଥା ଯାହା ରୂଢି, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ରୂଢି ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଢଗ ଓ ଢମାଳି ସମାନାର୍ଥ ପ୍ରତୀତ ହେଉଥିଲେ ମଧ୍ୟ ଏଥିରେ ଏକ ସୂକ୍ଷ୍ମ ପାର୍ଥକ୍ୟ ଦୁଇଟି ଶବ୍ଦରେ ମଧ୍ୟ ବିଦ୍ୟମାନ । ଢଗରେ ଥାଏ ଶେଷ ଅକ୍ଷରର ମେଳ, ଉପଦେଶମୂଳକ ଏବଂ ଅନୁଭୂତିସିଦ୍ଧ ବଚନ । ଢ଼ମାଳିରେ ଅମେଳଯୁକ୍ତ ଗୀତ ଥାଏ ଏବଂ ସେ ସବୁ ସାଧାରଣତଃ ବ୍ୟଙ୍ଗୋକ୍ତିପୁର୍ଣ୍ଣ। ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜାଲିଆନାୱାଲା ବାଗ୍ ହତ୍ୟାକାଣ୍ଡ, ଯାହା ଅମୃତସର ହତ୍ୟାକାଣ୍ଡ, ଭାବେ ମଧ୍ୟ ପରିଚିତ, ୧୩ ଅପ୍ରେଲ୍ ୧୯୧୯ ଦିନ ଘଟିଥିଲା, ଯେଉଁଥିରେ କଲୋନେଲ୍ ରେଗିନାଲ୍ଡ ଡାୟାର୍ଙ୍କ ନେତୃତ୍ୱରେ ବ୍ରିଟିଶ୍ ଭାରତୀୟ ସେନା, ଅମୃତସର, ପଞ୍ଜାବର ଜାଲିଆନାୱାଲା ବାଗ୍ଠାରେ ଏକତ୍ରିତ ହୋଇଥିବା ଭାରତୀୟଙ୍କ ଉପରକୁ ଗୁଳି ଚଳାଇଥିଲେ । ଏହି ବେସାମରିକ ଭାରତୀୟମାନେ ଦୁଇ ଜାତୀୟ ନେତା ସତ୍ୟ ପାଲ୍ ଓ ସୈଫୁଦିନ୍ କିଚ୍ଲୁଙ୍କ ଗିରଫ୍ ଓ ଦେଶାନ୍ତରୀକରଣ ପ୍ରତିବାଦରେ ଏକତ୍ରିତ ହୋଇଥିଲେ । ଏହା ଏବେ ମଧ୍ୟ ତର୍କର ବିଷୟ ଯେ, ଭାରତୀୟମାନେ ଡାୟାର୍ଙ୍କ ´´´କୌଣସି ସଭା ହୋଇ ପାରିବ ନାହିଁ´´´ର ଘୋଷଣାନାମା ବିଷୟରେ ଜାଣିଥିଲେ ନା ନାହିଁ । ମାତ୍ର ରାଜା ରାମଙ୍କ ମତରେ ଭାରତୀୟମାନେ ସ୍ୱଇଚ୍ଛାରେ ଏକତ୍ରିତ ହୋଇଥିଲେ, ଯାହା ଭାରତୀୟ ଜାତୀୟତାବାଦର ପ୍ରାରମ୍ଭ ଥିଲା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।