ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଛତିଆ ଓଡ଼ିଶାର ଯାଜପୁର ଜିଲ୍ଲାରେ ଅବସ୍ଥିତ ଏକ ପର୍ଯ୍ୟଟକ ସ୍ଥାନ । ଏଠାରେ ଥିବା ପ୍ରସିଦ୍ଧ ବର ଗଛ ପାଇଁ ଏହା 'ଛତିଆବଟ' ନାମରେ ମଧ୍ୟ ପରିଚିତ । ଏଠାରେ ଥିବା ଜଗନ୍ନାଥ ମନ୍ଦିର ଆଧୁନିକ ଉତ୍କଳୀୟ ସ୍ଥାପତ୍ୟ କଳାର ଏକ ଜ୍ୱଳନ୍ତ ଉଦାହରଣ । ଚୋଡ଼ଗଙ୍ଗଦେବଙ୍କର ପାଞ୍ଚଟି ପ୍ରଧାନ ଦୁର୍ଗ ମଧ୍ୟରୁ ଅନ୍ୟତମ ଦୁର୍ଗ ଅମରାବତୀ-କଟକର ଅବଶେଷ ମଧ୍ୟ ଏହିଠାରେ ଅବସ୍ଥିତ। ସାରଳା ମହାଭାରତ ଅନୁସାରେ ପାଣ୍ଡବମାନେ ନିଜର ସ୍ୱର୍ଗଗମନ ପୁର୍ବରୁ କଳିଙ୍ଗ ଯାତ୍ରା କରିଥିଲେ । ଏହି ଯାତ୍ରା ସମୟରେ ସେମାନେ ଅମରାବତୀ-କଟକରେ ୭୫ ବର୍ଷ କାଳ ରହିଥିଲେ । ହରି ସାହୁ ନାମକ ଜନେ ସ୍ଥାନୀୟ ବାସିନ୍ଦା ନିଜ ଝିଅ 'ସୁହାନି କନ୍ୟା'ଙ୍କୁ ଜ୍ୟେଷ୍ଠ ପାଣ୍ଡବ ଯୁଧିଷ୍ଠିରଙ୍କୁ ଏହି ସମୟରେ ବିଭା ଦେଇଥିଲେ । ପାଣ୍ଡବମାନଙ୍କର ନାତୀ ପରିକ୍ଷୀତଙ୍କୁ 'ଜଜାନ ନଗର'ର ରାଜା କରାଯାଇଥିଲା । ଜଜାନ ନଗର' ବର୍ତମାନ ଚୌଦ୍ୱାର ନାମରେ ପରିଚିତ । ସନ୍ଥ ହାଡ଼ିଦାସଙ୍କ ରଚିତ ମାଳିକାରେ ଛତିଆର ସ୍ୱତନ୍ତ୍ର ବର୍ଣ୍ଣନା କରାଯାଇଛି । ସନ୍ଥ ହାଡ଼ି ଦାସ ମଧ୍ୟ ଏହିଠାରେ ସମାଧୀ ନେଇଥିଲେ । ମହାପୁରୁଷ ହାଡ଼ିଦାସଙ୍କ ସମ୍ମାନରେ ଏଠାରେ ଥିବା ମହାବିଦ୍ୟାଳୟକୁ ତାଙ୍କ ନାମରେ ନାମିତ କରାଯାଇଅଛି ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଚଉକିବଟ (ଭୀମକୁଣ୍ଡି ନଗର ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ପୌରାଣିକ ଐତିହ୍ୟସମ୍ପନ୍ନ ସ୍ଥାନ । କଟକ ଜିଲ୍ଲାର ସାଲେପୁର ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମ ବାଲିଆଠାରେ ଅବସ୍ଥିତ । ପଞ୍ଚସଖା ଯୁଗର ସିଦ୍ଧ ସାଧକତଥା ତ୍ରିକାଳଦର୍ଶୀ ମହାପୁରୁଷ ଅଚ୍ୟୁତାନନ୍ଦ ଦାସ,ଜଗନ୍ନାଥ ଦାସ,ଯଶୋବନ୍ତ ଦାସ, ବଳରାମ ଦାସଙ୍କଦ୍ୱାରା ଲିଖିତ ପୋଥି ଓ ପୁସ୍ତକରେ ଏହି ଭିଷ୍ମକୁଣ୍ଡି ନଗରର ପ୍ରାଧାନ୍ୟ ରହିଛି । ଏହାକୁ ଅଳକାପୁରୀ ବା ଗୁପ୍ତଶଂଖ ନାଭିମଣ୍ଡଳ ସ୍ଥାନରୁପରେ ଚିତ୍ରଣ କରାଯାଇଛି। ଦ୍ୱାପର ଯୁଗର ଶ୍ରୀକୃଷ୍ଣଙ୍କ ଅଷ୍ଟପାଟବଂଶୀ ରାଣୀମାନଙ୍କ ମଧ୍ୟରେ ଶ୍ରେଷ୍ଠ ପାଟବଂଶୀ ରାଣୀ ମାଆ ରୁକ୍ମିଣୀଙ୍କ ଜନ୍ମସ୍ଥାନ । ରୁକ୍ମିଣୀଙ୍କ ପିତା ଭିଷ୍ମକରାଜାଙ୍କ ନଅର ଏଠାରେ ଥିବା ଜଣାଯାଏ। । ପୁରାଣ ପ୍ରସିଦ୍ଧ କୁଣ୍ଡୀ ନଦୀ ଏବେ ସୁଧା ଭିଷ୍ମକ କୁଣ୍ଡୀ ନାମରେ ପରିଚିତ । ଚଉକିମୁନି ଏଠାରେ ସାଧନା କରି ଦେହତ୍ୟାଗ କରିଥିବାରୁ ଚଉକିବଟ ନାମରେ ନାମିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶାର ପୁରାଣ ବର୍ଣ୍ଣିତ ପ୍ରମୁଖ ସ୍ଥାନ ଓ ମନ୍ଦିର ମଧ୍ୟରେ ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ମନ୍ଦିର ଅନ୍ୟତମ । ଖ୍ରୀଷ୍ଟୀୟ ୧୩ଶ ଶତାବ୍ଦୀରେ ଏହି ମନ୍ଦିର ନିର୍ମାଣ ହୋଇଥିବାର ସୂଚନା ମିଳେ । ମାଧବାନନ୍ଦଜିଉଙ୍କ ନାମାନୁସାରେ ଏହି ସ୍ଥାନର ନାମ ମାଧବ ରଖାଯାଇଛି । ଏହିମନ୍ଦିରର ସବୁଠାରୁ ଉଲ୍ଲେଖନୀୟ କଥା ହେଲା ଦୁର୍ଗା ଓ ମାଧବ ଏଠାରେ ଯୁଗଳ ଅଙ୍ଗରେ ବିରାଜମାନ । ଏହାକୁ ମଧ୍ୟ ବିଶ୍ୱପ୍ରସିଦ୍ଧ ଜଗତର ନାଥ ଜଗନ୍ନାଥଙ୍କ ମାମୁଁଘର ବୋଲି କୁହାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଋତୁପର୍ଣ୍ଣା ପଣ୍ଡା (ଜନ୍ମ: ୭ ମଇ ୧୯୯୯) ଓଡ଼ିଶାରେ ଜନ୍ମିତ ଜଣେ ବ୍ୟାଡ଼ମିଣ୍ଟନ ଖେଳାଳି । ସେ ୨୦୧୮ ଏସିୟାନ ଗେମ୍ସରେ ଭାରତକୁ ପ୍ରତିନିଧିତ୍ୱ କରିଥିଲେ । ବର୍ତ୍ତମାନ ସେ ହାଇଦ୍ରାବାଦସ୍ଥିତ ଗୋପିଚାନ୍ଦ ଏକାଡେମୀରେ ପ୍ରଶିକ୍ଷଣ ଗ୍ରହଣ କରୁଛନ୍ତି । ବାଙ୍ଗାଲୁରୁଠାଅରେ ଅନୁଷ୍ଠିତ ହୋଇଥିବା ଅଖିଳ ଭାରତୀୟ ସିନିୟର ର୍ୟାଙ୍କିଙ୍ଗ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତାରେ ସେ ମହିଳା ଡବଲ୍ସ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଥିଲେ । ସେ ଭୁବନେଶ୍ୱରସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟରେ ଏମବିଏ ପଢିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଯୋବ୍ରା ଆନିକଟ କଟକରେ ଅବସ୍ତିତ । ମହାନଦୀରେ ପ୍ରଥମ ଆନିକଟ ଯୋବ୍ରାରେ ନିର୍ମାଣ କରିଥିଲେ ଇଂରେଜ ସରକାର ୧୮୬୬ ମସିହାରେ। କଟକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁର ଜିଲ୍ଲାର ଚାଷ ଜମିକୁ କେନାଲ ଦେଇ ସୁବିଧାରେ ଜଳ ଯୋଗାଣର ସୁଯୋଗ ସୃଷ୍ଟି କରିଥିଲା ଏହି ଆନିକଟ। ଏହାଛଡ଼ା ନୌବାଣିଜ୍ୟ ସୁବିଧା ପାଇଁ ବର୍ଷ ତମାମ ମହାନଦୀ ଜଳ ପ୍ରବାହକୁ ଅବ୍ୟାହତ ରଖିବାରେ ଏହା ସହାୟକ ହେଉଥିଲା। ସମୟ ବଦଳିବା ସହ ସ୍ଥଳ ପଥରେ ପରିବହନ ସୁବିଧା ଅଧିକ ସହଜ ଓ ସୁଲ୍ଲଭ ହୋଇପାରିଛି।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭକ୍ତରାମ ଦେସ୍ତି(ଜନ୍ମ : ୧୪ ଜୁନ ୨୦୦୨), ଜଣେ ଭାରତୀୟ ଭାରୋତ୍ତୋଳକ । ସେ ୨୦୧୯ ମସିହାରେ ଅଷ୍ଟ୍ରେଲିଆ ମହାଦେଶର ସାମୋଆଠାରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନସିପରେ ଭାରତକୁ ପ୍ରତିନିଧିତ୍ୱ କରି ସ୍ୱର୍ଣ୍ଣପଦକ ହାସଲ କରିଥିଲେ ।ଭକ୍ତରାମ, ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅନ୍ତର୍ଗତ ଆରଏସସି-୪ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ସୁଦନ ଦେସ୍ତି ଓ ମାତାଙ୍କ ନାମ ତୁଳା । ପରିବାରର ଆର୍ଥିକ ଦୂରାବସ୍ଥାଯୋଗୁ ତାଙ୍କୁ ବଜାରରେ ଯାଇ ମାଣ୍ଡିଆ ବିକ୍ରୀ କରିବାକୁ ପଡୁଥିଲା । ୨୦୧୪ମସିହାରେ ଭକ୍ତରାମ ବ୍ରହ୍ମପୁର କ୍ରୀଡ଼ା ଛାତ୍ରାବାସରେ ଯୋଗଦେଇଥିଲେ । ସେଠାରେ ପ୍ରଶିକ୍ଷିକା ସୀତାକୁମାରୀ ଜେନାଙ୍କଠାରୁ ଭାରୋତ୍ତୋଳନର ପ୍ରଶିକ୍ଷଣ ଗ୍ରହଣ କରିଥିଲେ । ୨୦୧୬ମସିହାରେ ସେ ଜାତୀୟ ବିଦ୍ୟାଳୟ କ୍ରୀଡ଼ା, ୨୦୧୮ ଓ ୨୦୧୯ରେ ଖେଲୋ ଇଣ୍ଡିଆ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ । ଏହାପରେ, ସେ ଜାତୀୟ କ୍ରୀଡ଼ା ପ୍ରତିଷ୍ଠାନ(ଏନଆଇଏସ)ରୁ ପ୍ରଶିକ୍ଷଣ ଲାଭ କରିଥିଲେ । ୨୦୧୯ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନସିପରେ ସେ ଯୁବ ଜୁନିୟର ବର୍ଗରେ ୧୮୪କିଗ୍ରା ଓଜନ ଉଠେଇ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଅଭିମାନ, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନମିତା ଅଗ୍ରୱାଲ ଏବଂ ସୀତାରାମ ଅଗ୍ରୱାଲ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟି ୨୦୧୯ ମସିହାର ରଥଯାତ୍ର ଦିନ ମୁକ୍ତିଲାଭ କରିଥିଲା ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ୱାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ବ୍ଲକ୍ଚେନ୍ (ଈଂରାଜୀରେ blockchain, ପ୍ରାରମ୍ଭିକ ମୂଳ ନାମ block chain) ହେଉଛି ଏକ ଲିପିବଦ୍ଧ ଶୃଙ୍ଖଳ ଯାହା ଗୁପ୍ତଲିଖନ (ବା “କ୍ରିପ୍ଟୋଗ୍ରାଫି” - cryptography) ବିଧିଦ୍ୱାରା ସୃଷ୍ଟ ଓ ସଂଯୁକ୍ତ । ଏହି ଲିପିବଦ୍ଧ କାରବାରର ପ୍ରତିଟି କଡ଼ିକୁ ଗୋଟିଏ “ବ୍ଲକ୍” ବୋଲି କୁହାଯାଉଥିବାରୁ ସମଗ୍ର ଶୃଙ୍ଖଳକୁ “ବ୍ଲକ୍ମାନଙ୍କର ଏକ ଚେନ୍ ବା ବ୍ଲକ୍ଚେନ୍” ବୋଲି କୁହାଯାଇଥାଏ । ପ୍ରତିଟି ବ୍ଲକ୍ ନିଜର ପୂର୍ବବର୍ତ୍ତୀ ବ୍ଲକ୍ ସହ ଏକ ଗୁପ୍ତ ଗାଣିତିକ ହାଶ୍ ଫଳନ, ଏକ ସମୟ ଛାପ ଓ ଏକ ଅର୍ଥନୈତିକ ଆଦାନପ୍ରଦାନଦ୍ୱାରା ସମ୍ପୃକ୍ତ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ବଡ଼ମ୍ବା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବଡ଼ମ୍ବା (କ୍ରମିକ ସଂଖ୍ୟା: ୮୭) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine, ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ । ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ । ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ । ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ । ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ । ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି । ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ । ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ । ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।