ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ରଥଯାତ୍ରା ଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ ।ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ୱାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶୃତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି । ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ଦେଇ ହେରାଗୌରୀ ସାହି ବାଟେ ଫେରି ଆସନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମାୟାଧର ଜେନା (ଜନ୍ମ: ୬ ଅପ୍ରେଲ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୂର୍ବରୁ ସେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସ୍ୱାସ୍ଥ୍ୟ ଶବ୍ଦଟି ଜୀବନ୍ତ ପ୍ରାଣୀର କାର୍ଯ୍ୟ କ୍ଷମତା ବା ମେଟାବୋଲିକ ଦକ୍ଷତାର ସ୍ତରକୁ ଦର୍ଶାଏ । ମାନବ କ୍ଷେତ୍ରରେ ଏହା ବ୍ୟକ୍ତି ବା ଗୋଷ୍ଠୀର ଶାରୀରିକ, ମାନସିକ ଓ ସାମାଜିକ ଆହ୍ୱାନ ବା ଚାଲେଞ୍ଜକୁ ସମ୍ମୁଖୀନ ହେବାର ଦକ୍ଷତାକୁ ବୁଝାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର (WHO) ୧୯୪୮ ମସିହା କନସ୍ଟିଚ୍ୟୁସନରେ ଗୃହିତ ସଂଜ୍ଞା ଅନୁସାରେ ଏହା ଏକ ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଓ ସାମାଜିକ ଭଲ-ଅବସ୍ଥା ଓ କେବଳ ରୋଗ ତଥା ଅକ୍ଷମତାର ଅଭାବ ନୁହେଁ । ଏହି ସଂଜ୍ଞା ଗ୍ରହଣ କରିବାରେ ମଧ୍ୟ ମତଭେଦ ରହିଛି ବିଶେଷତଃ ଏହାର କାର୍ଯ୍ୟକାରୀ ମୂଲ୍ୟ ଓ "ସମ୍ପୁର୍ଣ୍ଣ" ଶବ୍ଦ ଉପରେ । ଅନ୍ୟ କେତେକ ସଂଜ୍ଞା ପ୍ରସ୍ତାବ ଥିବା ବେଳେ ଗୋଟିଏ ସାମ୍ପ୍ରତିକ ସଂଜ୍ଞା ସ୍ୱାସ୍ଥ୍ୟ ଓ ବ୍ୟକ୍ତିଗତ ସନ୍ତୋଷକୁ ସହମତି ମିଳିଛି । ବିଭିନ୍ନ ବର୍ଗୀକରଣ ପଦ୍ଧତି ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତିୟ ବର୍ଗୀକରଣ ପରିବାର (WHO Family of International Classifications), ଆନ୍ତର୍ଜାତୀୟ କାର୍ଯ୍ୟକାରୀତା, ଅକ୍ଷମତା ଓ ସୁସ୍ଥତା ବର୍ଗୀକରଣ(International Classification of Functioning ବାICF), ଆନ୍ତର୍ଜାତୀୟ ରୋଗ ବର୍ଗୀକରଣ (International Classification of Diseases ବା ICD) ସଂସ୍ଥାମାନଙ୍କଦ୍ୱାରା ସାଧାରଣତଃ ସ୍ୱାସ୍ଥ୍ୟର ମାପକାଠି ଓ ସଂଜ୍ଞା ନିରୁପଣ ନିମନ୍ତେ ବ୍ୟବହାର କରାଯାଉଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ୱିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ୱିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସ୍ତନ୍ୟପାୟୀ (ଇଂରାଜୀ: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ଟ୍ରୋକ (ଇଂରାଜୀରେ ସ୍ଟ୍ରୋକ ବା ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ ସଂକ୍ଷେପରେ ସିଭିଏ, ବା ସେରେବ୍ରୋଭାସ୍କୁଲାର ଇନସଲଟ ସଂକ୍ଷେପରେ ସିଭିଆଇ ବା ବ୍ରେନ ଆଟାକ ଯଥାକ୍ରମେ Stroke, also known as cerebrovascular accident (CVA), cerebrovascular insult (CVI), or brain attack), ରୋଗ ହୁଏ ଯେତେବେଳେ ମସ୍ତିଷ୍କକୁ କ୍ଷୀଣ ରକ୍ତ ସରବରାହ ହୋଇ ତାହାର ଜୀବକୋଷ ନଷ୍ଟ ହୋଇଯାଏ । ସାଧାରଣତଃ ଦୁଇ ପ୍ରକାର ସ୍ଟ୍ରୋକ ହୁଏ ଯଥା ରକ୍ତସଞ୍ଚାଳନ ବିହୀନ ସ୍ଟ୍ରୋକ (ଇସ୍କେମିକ ସ୍ଟ୍ରୋକ) ଓ (ହେମୋରେଜିକ ସ୍ଟ୍ରୋକ) (ରକ୍ତସ୍ରାବ ସ୍ଟ୍ରୋକ) । ରକ୍ତ ସରବରାହ କମିଯିବା ଫଳରେ ମସ୍ତିଷ୍କର କାର୍ଯ୍ୟକାରୀତା ସଠିକ ଭାବରେ ସମ୍ପାଦିତ ହୁଏନାହିଁ । ଏହି ରୋଗର ଚିହ୍ନ ଓ ଲକ୍ଷଣ: ଶରୀରର ଗୋଟିଏ ପାଖର ପକ୍ଷାଘାତ କିମ୍ବା ଏକପାଖିଆ ଦୁର୍ବଳତା, ବୁଝିବା ଅକ୍ଷମତା, କଥା କହିବା ଅକ୍ଷମତା, ଭର୍ଟିଗୋ କିମ୍ବା ଦୃଶ୍ୟର ଗୋଟିଏ ପାଖ ଅନ୍ଧତ୍ୱ । ଅଧିକାଂଶ ସମୟରେ ସ୍ଟ୍ରୋକ ହେବା ସଙ୍ଗେ ସଙ୍ଗେ ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏକ ବା ଦୁଇ ଘଣ୍ଟାରୁ କମ ସମୟ ଲକ୍ଷଣ ରହିଲେ ତାହାକୁ ଟ୍ରାଞ୍ଜିଏଣ୍ଟ ଇସକେମିକ ଆଟାକ (ଟିଟିଏ) ବା କ୍ଷଣସ୍ଥାୟୀ ରକ୍ତାଭାବ ଆକ୍ରମଣ କୁହାଯାଏ । ରକ୍ତସ୍ରାବ ସ୍ଟ୍ରୋକ ହେଲେ ଅତ୍ୟଧିକ ମୁଣ୍ଡବଥା ହୋଇଥାଏ । ସ୍ଟ୍ରୋକ ରୋଗ ଲକ୍ଷଣ ସ୍ଥାୟୀ ହୋଇପାରେ । ଦୀର୍ଘସ୍ଥାୟୀ ଜଟୀଳତା ମଧ୍ୟରେ ନିମୋନିଆ କିମ୍ବା ପରିସ୍ରା ନିୟନ୍ତ୍ରଣ ଅକ୍ଷମତା ଉଲ୍ଲେଖଯୋଗ୍ୟ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ. ସ୍କାନ କରି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ପରୀକ୍ଷା ମଧ୍ୟରେ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) ଓ ରକ୍ତ ପରୀକ୍ଷା କରି ସଙ୍କଟାବସ୍ଥା ଓ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗ ନିରୂପଣ କରାଯାଏ । ନିମ୍ନ ରକ୍ତଶର୍କରା ଥିଲେ ସମାନ ଲକ୍ଷଣ ଦେଖାଯାଇପାରେ । ସଙ୍କଟଦାୟୀ ଅବସ୍ଥା ନିମନ୍ତେ ପ୍ରତିକାର ଆବଶ୍ୟକ ଯେପରିକି ଆସ୍ପିରିନ ଓ ସ୍ଟାଟିନ ବ୍ୟବହାର ଉପରେ ଅଙ୍କୁଶ; ମସ୍ତିଷ୍କର ରକ୍ରନଳୀ ସଙ୍କୋଚନ ହୋଇଥିଲେ ମସ୍ତିଷ୍କରେ ଅପରେଶନ କରି କ୍ୟାରୋଟିଡ ସଙ୍କୋଚନ ଦୂର କରାଯାଏ; ଆଟ୍ରିଆଲ ଫିବ୍ରିଲେସନ ଥିଲେ ୱାରଫାରିନ ନିୟନ୍ତ୍ରଣ କରିବା ଆବଶ୍ୟକ । ସ୍ଟ୍ରୋକ ରୋଗ ନିମନ୍ତେ ଆଶୁଚିକିତ୍ସା ଆବଶ୍ୟକ ହୁଏ । ଇସ୍କେମିକ ସ୍ଟ୍ରୋକ ରୋଗ ୩ରୁ ୪ଘଣ୍ଟା ମଧ୍ୟରେ ଜଣାପଡ଼ିଲେ ଜମାଟ ରକ୍ତ ଭାଙ୍ଗିବା ନିମନ୍ତେ ଔଷଧ ଦେଇ ଚିକିତ୍ସା କରାଯାଏ । ଏଥିରେ ଆସ୍ପିରିନ ବ୍ୟବହାର କରାଯାଏ । ଅପରେଶନ କରି କେତେକ ରକ୍ରସ୍ରାବ ସ୍ଟ୍ରୋକରେ ଉପକାର ମିଳେ । ନଷ୍ଟ କାର୍ଯ୍ୟକ୍ଷମତାକୁ ପୁନରୁଦ୍ଧାର ନିମନ୍ତେ ସ୍ୱତନ୍ତ୍ର ସ୍ଟ୍ରୋକ ୟୁନିଟ ଆବଶ୍ୟକ ଯାହା ପୃଥିବୀର ସବୁ ସ୍ଥାନରେ ଉପଲବ୍ଧ ହୁଏ ନାହିଁ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ.
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ୱାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବଡଭାଇ ଶ୍ରୀ ବଳଭଦ୍ର ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ତାଳଧ୍ୱଜ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ । ମିଳିମିଳା ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ବ୍ୟାପେ । ଲାଳ ଓ ନାକରୁ ବାହାରୁଥିବା ତରଳ ପଦାର୍ଥ ସଂସ୍ପର୍ଶରେ ଆସିଲେ ଏହି ରୋଗ ମଧ୍ୟ ବ୍ୟାପେ । ଏହି ରୋଗ ପ୍ରତି ଇମ୍ମ୍ୟୁନିଟି ନ ଥିବା ପ୍ରତି ୧୦ ଜଣରେ ୯ ଜଣ ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ରାସ ବା ଚର୍ମ ଲକ୍ଷଣ ପ୍ରକାଶ ପାଇବାର ୪ ଦିନ ପୂର୍ବରୁ ଓ ୪ ଦିନ ପର ପର୍ଯ୍ୟନ୍ତ ରୋଗୀ ସଂକ୍ରମଣକ୍ଷମ ରହେ । ଲୋକମାନେ ସାଧାରଣତଃ ଥରେ ଏହି ରୋଗ ଭୋଗନ୍ତି । ଜନ ସ୍ୱାସ୍ଥ୍ୟ ପ୍ରଚେଷ୍ଟାରେ କୌଣସି ରୋଗୀକୁ ମିଳିମିଳା ସନ୍ଦେହ କଲେ ତାହାର ଭୁତାଣୁ ପରୀକ୍ଷା କରାଯାଏ । ମିଳିମିଳା ପ୍ରତିଷେଧ ନିମନ୍ତେ ମିଳିମିଳା ଟିକା ଅତି ଫଳପ୍ରଦ । ଟିକାକରଣଦ୍ୱାରା ସନ ୨୦୦୦ରୁ ୨୦୧୩ ମଧ୍ୟରେ ମିଳିମିଳା ଜନିତ ମୃତ୍ୟୁ ହାର ୭୫ % କମିଛି ଓ ସାରା ପୃଥିବୀରେ ୮୫ % ପିଲାଙ୍କୁ ଟିକା ଦିଆହୋଇଛି । ଏହି ରୋଗ ନିମନ୍ତେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ସାହାଯ୍ୟକାରୀ ଯତ୍ନ କଲେ ଫଳାଫଳ ଉନ୍ନତ ହୁଏ । ପାଟି ଜଳଯୋଜନ ନିମନ୍ତେ ସାମାନ୍ୟ ମିଠା ଓ ଲୁଣିଆ ତରଳ ପଦାର୍ଥ ଓ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଦିଆଯାଏ, ଜ୍ୱର ନିୟନ୍ତ୍ରଣ ନିମନ୍ତେ ଔଷଧ ଦିଆଯାଏ । ନିମୋନିଆ ଭଳି ସଂକ୍ରମଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଇପାରେ । ବିକାଶଶୀଳ ଦେଶରେ ଭିଟାମିନ ଏ ଦିଆଯାଏ । ଏହି ରୋଗ ବାର୍ଷିକ ୨୦ ନିୟୁତ ଲୋକଙ୍କୁ ଆକ୍ରମଣ କରେ, ଅଧିକ ଭାବେ ଆଫ୍ରିକା ଓ ଏସିଆ ମହାଦେଶରେ । ଟିକା ପ୍ରତିଷେଧକ ଥିବା ରୋଗ ଭିତରେ ସର୍ବାଧିକ ମୃତ୍ୟୁ ଏହି ରୋଗ ଯୋଗୁ ହୁଏ । ସନ ୧୯୯୦ରେ ୫୪୫,୦୦୦ ମୃତ୍ୟୁ ଏହି ରୋଗ ଯୋଗୁ ହୋଇଥିବା ବେଳେ ସନ ୨୦୧୩ରେ ୮୬,୦୦୦ ମୃତ୍ୟୁ ହୋଇଥିଲା । ସନ ୧୯୮୦ରେ ବାର୍ଷିକ ୨.୬ ନିୟୁତ ମୃତ୍ୟୁ ହେଉଥିଲା । ଅଧିକାଂଶ ସଂକ୍ରମିତ ଓ ମୃତ ରୋଗୀ ୫ ବର୍ଷ ବୟସରୁ କମ । ସଂକ୍ରମିତ ଲୋକଙ୍କ ମଧ୍ୟରୁ ୦.୨ % ଲୋକଙ୍କ ମୃତ୍ୟ ସଙ୍କଟ ଥାଏ, କିନ୍ତୁ କୁପୋଷଣ ଥିଲେ ୧୦ % ଲୋକଙ୍କର ମୃତ୍ୟୁ ସଙ୍କଟ ଥାଏ । ଅନ୍ୟ ପଶୁମାନଙ୍କୁ ଏହି ରୋଗ ହେବା ବିଶ୍ୱାସ କରାଯାଏ ନାହିଁ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।