ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତା ଅନୁଶାରେ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ୱିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ବାଂଲାପିଡିଆ ହେଉଛି ବାଂଲାଦେଶର ପ୍ରଥମ ରାଷ୍ଟ୍ରୀୟ ବିଶ୍ଵକୋଷ । ଏହାର ମୁଦ୍ରିତ ଏବଂ ଅନଲାଇନ ସଂସ୍କରଣ ବ୍ୟତୀତ ଏହା ସିଡି-ରୋମ(CD-ROM) ମାଧ୍ୟମରେ ଉଭୟ ଇଂରାଜୀ ଏବଂ ବଂଗଳା ଭାଷାରେ ଉପଲବ୍ଧ ।ଏହି ମୁଦ୍ରିତ ସଂସ୍କରଣଟି ୫୦୦ ପୃଷ୍ଠା ସମ୍ବଳିତ ୧୦ଟି ଭାଗରେ ବିଭକ୍ତ । ଏହାର ପ୍ରଥମ ସଂସ୍କରଣ Asiatic Society of Bangladesh ଦ୍ଵାରା ୨୦୦୩ରେ ପ୍ରଥମେ ପ୍ରକାଶିତ ହୋଇଥିଲା । ପ୍ରତି ଦୁଇ ବର୍ଷରେ ଏହାର ଅପଡେଟ କରିବା ଯୋଜନା ଥିବା ସ୍ଥଳେ ଏହାର ଦ୍ଵୀତିୟ ସଂସ୍କରଣ ୨୦୧୨ ମସିହାରେ ପ୍ରକାଶିତ ହୋଇଥିଲା । ବାଂଲାପିଡିଆକୁ ଏକ ସାଧାରଣ ଜ୍ଞାନକୋଷ ପରିବର୍ତ୍ତେ ବାଂଲାଦେଶ ସଂବନ୍ଧିତ ବିଷୟବସ୍ତୁ ଉପରେ ଆଧାରିତ ଏକ ସ୍ଵତନ୍ତ୍ର ବିଶ୍ଵକୋଷ ଭାବେ ଡିଜାଇନ କରାଯାଇଛି ।ଏହି ଜ୍ଞାନକୋଷର ମୁଖ୍ୟ ସଂପାଦକ ହେଉଛନ୍ତି ସିରାଜୁଲ ଇସଲାମ । ବାଂଲାଦେଶ ତଥା ଅନ୍ୟାନ୍ୟ ଦେଶର ୧୨୦୦ରୁ ଉର୍ଦ୍ଧ୍ଵ ଲେଖକ ଓ ବିଶେଷଜ୍ଞଙ୍କ ସହାୟତାରେ ଏହି ଜ୍ଞାନକୋଷ ସଂକଳିତ । ବାଂଲାପିଡିଆରେ ଛଅ ଗୋଟି ସଂପାଦକୀୟ ଶ୍ରେଣୀରେ ବିଭକ୍ତ ୫୭୦୦ରୁ ଅଧିକ ଲେଖା ରହିଛି ଏବଂ ପ୍ରତ୍ୟେକ ଶ୍ରେଣୀର ଲେଖା ପାଇଁ ଅନ୍ୟତଃ ଜଣେ ଜଣେ ବିଶେଷଜ୍ଞ ସଂପାଦକ କାର୍ଯ୍ୟରତ । ଏଥିସହ ଏହି ଜ୍ଞାନ କୋଷରେ ୨୦୦୦ରୁ ଅଧିକ ଏକକ ଏବଂ ଚତୁରଙ୍ଗୀ-ଚିତ୍ରଣ ସହ ୨୧୦୦ରୁ ଅଧିକ ପ୍ରତି ସଂଦର୍ଭ ରହିଛି ।
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀ ମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପଠାଣି ପଟ୍ଟନାୟକ (୨୯ ସେପ୍ଟେମ୍ବର ୧୯୨୮ - ୪ ଫେବୃଆରୀ ୨୦୧୭) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ତାଙ୍କର ୫୦ଟିରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇସାରିଛି । ଗଳ୍ପ, ଉପନ୍ୟାସ, ଶିଶୁ ସାହିତ୍ୟ, ପ୍ରବନ୍ଧ ଓ ସମାଲୋଚନା ଆଦି ସାହିତ୍ୟ ବିଭାଗରେ ସେ ନିଜ ଲେଖନୀ ଚାଳନା କରିଥିଲେ । ସେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଭାବରେ କାର୍ଯ୍ୟ କରିଥିଲେ । ସାହିତ୍ୟ ପତ୍ରିକା ଝଙ୍କାରର ସେ ସମ୍ପାଦକ ଦାୟିତ୍ୱରେ ମଧ୍ୟ ଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବେଗୁନିଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବେଗୁନିଆ (କ୍ରମାଙ୍କ.: ୧୧୬) ଓଡ଼ିଶା ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ନବଗୁଞ୍ଜର ସାରଳା ମହାଭାରତରେ ବର୍ଣ୍ଣିତ ଏକ ବିଚିତ୍ର ପ୍ରାଣୀ । ବର୍ଣ୍ଣନା ଅନୁସାରେ ଏହି ପ୍ରାଣୀ ନଅଗୋଟି ପଶୁପକ୍ଷୀଙ୍କ ଅଙ୍ଗର ଏକ ସମ୍ମିଶ୍ରଣ । ବିଷ୍ଣୁ ବା କୃଷ୍ଣଙ୍କ ଏକ ଅବତାର ଭାବେ ନବଗୁଞ୍ଜର ଗୃହୀତ । ନବଗୁଞ୍ଜରର ଚୂଳ ଓ ଶିର କୁକୁଡ଼ାର, ବେକ ମୟୂରର, ଗୋଟିଏ ଭୁଜ ମନୁଷ୍ୟର, ଗୋଟିଏ ପାଦ ହାତୀର, ଗୋଟିଏ ପାଦ ବାଘର, ଗୋଟିଏ ପାଦ ଘୋଡ଼ାର, ପିଠି ବୃଷଭର, କଟି ସିଂହର ଓ ଲାଞ୍ଜ ସାପର । ପଟ୍ଟଚିତ୍ରକାରଙ୍କ ପାଇଁ ନବଗୁଞ୍ଜର ଏକ ପ୍ରିୟ ବିଷୟ ।ସାରଳା ଦାସଙ୍କ ଲିଖିତ ମହାଭାରତ ଛଡ଼ା ଅନ୍ୟ କୌଣସି ମହାଭାରତରେ ନବଗୁଞ୍ଜରର କାହାଣୀ ମିଳେ ନାହିଁ । ଥରେ ଅର୍ଜୁନ ଗିରି ଉପରେ ତପ କରୁଥିବା ବେଳେ କୃଷ୍ଣ ନବଗୁଞ୍ଜର ଭାବେ ତାଙ୍କ ସମ୍ମୁଖରେ ଉଭା ହୁଅନ୍ତି । ନବଗୁଞ୍ଜରର ବିଚିତ୍ର ରୂପ ଦେଖି ଅର୍ଜୁନ ପ୍ରଥମେ ଆଶ୍ଚର୍ଯ୍ୟ ଚକିତ ଓ ଭୟଭୀତ ହୁଅନ୍ତି । କେବେ ନ ଦେଖିଥିବା ପ୍ରାଣୀ ଦେଖିବାରୁ ସେ ଧନୁ ଟେକି ତାକୁ ମାରିବାକୁ ଚେଷ୍ଟା କରନ୍ତି । ପରେ ଏହା ବିଷ୍ଣୁଙ୍କ ମାୟା ବୋଲି ବିଚାରି ଅର୍ଜୁନ ନବଗୁଞ୍ଜରକୁ ପ୍ରଣାମ କରନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଜୋର୍ କା ଝଟ୍କା, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଶୋକ କୁମାର ବେହେରା ଓ ଶିବାନୀ ବେହେରା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଶିବାନୀ ବେହେରା । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ଓ ଗୀତ ରଚନା କରିଥିଲେ । ପିନୁ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦୀପକ ବାରିକ ଓ ପିଙ୍କି ପ୍ରିୟଦର୍ଶିନୀ । ହରିହର ମହାପାତ୍ର, ପ୍ରଜ୍ଞା ଖଟୁଆ, ଶ୍ରୀତମ ଦାସ, ମିହିର ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ତୃପ୍ତି ସିହ୍ନା, ପ୍ରତିଭା ପଣ୍ଡା, ଗୁଡ୍ଡୁ, ଶଙ୍କର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ନୃତତ୍ତ୍ୱ ବିଜ୍ଞାନ ଅତୀତ ଓ ବର୍ତ୍ତମାନର ମଣିଷମାନଙ୍କର ବୈଜ୍ଞାନିକ ଅଧ୍ୟୟନର ବିଦ୍ୟା ଅଟେ । ଏହି ଶାସ୍ତ୍ର ସମାଜଶାସ୍ତ୍ର, ମାନବିକୀ ଶାସ୍ତ୍ର, ତଥା ବିଜ୍ଞାନୱର ନାନା ବିଦ୍ୟାଲୋଚନାର ପରମ୍ପରାର ଭିତ୍ତିରେ ଜ୍ଞାନନିର୍ମାଣ କରେ । ଉନବିଂଶ ଶତାବ୍ଦୀର ଶେଷ ଓ ବିଂଶ ଶତାବ୍ଦୀର ଆରମ୍ଭରୁ, ଅର୍ଥାତ୍, ଫ୍ରାଞ୍ଜ୍ ବୋଆସ୍ ଓ ବ୍ରୋନିସ୍ଲ୍ ମାଲିନସ୍କି ଙ୍କର ସମୟରୁ ଯୁକ୍ତରାଜ୍ୟ ଆମେରିକାରେ ସାଂସ୍କୃତିକ ନୃତତ୍ତ୍ୱ ବିଜ୍ଞାନ ଓ ବିଲାତରେ ସାମାଜିକ ନୃତତ୍ତ୍ୱ ବିଜ୍ଞାନ ନିଜକୁ ଏଥ୍ନୋଲୋଜି ଓ ଅନ୍ୟ ସମାଜଶାସ୍ତ୍ରଠାରୁ ପଦ୍ଧତିରେ ଆନ୍ତର୍ସାଂସ୍କୃତିକ ତୁଳନା, ସନ୍ଦର୍ଭର ଦୀର୍ଘମିଆଦୀ ଓ ଗଭୀର ପରୀକ୍ଷା, ଓ ଗବେଷଣାର କ୍ଷେତ୍ରରେ ସହଭାଗୀ ନୀରିକ୍ଷଣର ବ୍ୟବହାର ଯୋଗୁ ଭିନ୍ନ ବୋଲି ପ୍ରତିପାଦିତ କରି ଆସିଛି ।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।