ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଏମଟ୍ରିସାଇଟାବିନ/ଟେନୋଫୋଭିର (ଇଂରାଜୀ ଭାଷାରେ Emtricitabine/tenofovir, ବିକ୍ରୟ ନାମ ଟ୍ରୁଭାଡା, ଏକ ଔଷଧ ଯାହା ଏଚଆଇଭି/ଏଡସ ରୋଗର ଚିକିତ୍ସା ଓ ପ୍ରତିଷେଧ ନିମନ୍ତେ ଦିଆଯାଏ । ଏହି ସ୍ଥିରିକୃତ ମାତ୍ରାର ଏକ ଯୁଗ୍ମ ଔଷଧରେ ଦୁଇଟି ଆଣ୍ଟିରେଟ୍ରୋଭାଇରାଲ ଔଷଧ (antiretroviral medications) ଯଥା:- ଏମଟ୍ରିସାଇଟାବିନ (emtricitabine) ଓ ଟେନୋଫୋଭିର ଡିସୋପ୍ରକ୍ସିଲ ଥାଏ । ଚିକିତ୍ସା ନିମନ୍ତେ ଏହା ଏକକ ଭାବରେ ଦିଆଯାଏ ବା ଅନ୍ୟ ଆଣ୍ଟିରେଟ୍ରୋଭାଇରାଲ ଔଷଧ ସାଥୀରେ ଦିଆଯାଏ । ଉଚ୍ଚ ସଙ୍କଟାପନ୍ନ ସ୍ଥିତିରେ ବିପଦ ସମ୍ଭାବନା ଥିଲେ ପ୍ରତିଷେଧ (prevention before exposure) ନିମନ୍ତେ ଏହା ସହିତ ନିରାପଦ ଯୌନ ମିଳନ ଅଭ୍ୟାସ କରିବାକୁ ଉପଦେଶ ଦିଆଯାଏ । ଏହା ଏଚଆଇଭି/ଏଡସକୁ ଆରୋଗ୍ୟ କରେନାହିଁ । ଏମଟ୍ରିସାଇଟାବିନ/ଟେନୋଫୋଭିର ପାଟିରେ ଦିଆଯାଏ ।ଏହି ଯୁଗ୍ମ ଔଷଧର ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡବଥା, ଥକ୍କା ଅନୁଭବ, ନିଦ୍ରାସମସ୍ୟା, ପେଟ ଯନ୍ତ୍ରଣା, ଓଜନ ହାନୀ ଓ ରାସ ଇତ୍ୟାଦି ଦେଖାଯାଏ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟାରେ ଲାକ୍ଟିକଏସିଡୋସିସ (high blood lactate levels) ଓ ଯକୃତ ବୃଦ୍ଧିର (enlargement of the liver) ଲକ୍ଷଣ ଦେଖାଯାଏ । ଗର୍ଭାବସ୍ଥାରେ ବ୍ୟବହାରରେ ଶିଶୁ ପ୍ରତି ବିପଦ ଥିବା ଦେଖାଯାଇନାହିଁ । ସନ ୨୦୦୪ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ଏମଟ୍ରିସାଇଟାବିନ/ଟେନୋଫୋଭିର ସ୍ୱୀକୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ମାସର ଡୋଜର ହୋଲସେଲ ମୂଲ୍ୟ ୬.୦୬ରୁ ୭.୪୪ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧର ଏକ ମାସର ଡୋଜର ହୋଲସେଲ ମୂଲ୍ୟ ୧୪୧୫ ଆମେରିକୀୟ ଡଲାର ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
କରୋନାଭୂତାଣୁ (ଇଂରାଜୀ ଭାଷାCoronaviruses) ଏକ ପ୍ରକାର ଭୂତାଣୁ ଦଳ ଯାହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଏ ଯେପରିକି ଗାଈ ଓ ଘୁଷୁରୀଙ୍କ ତରଳ ଝାଡ଼ା ଓ କୁକୁଡ଼ାଙ୍କର ଉର୍ଦ୍ଧ୍ୱ ଶ୍ୱାସକ୍ରିୟା ରୋଗ ହୁଏ । ମାନବ ଦେହରେ ଭୂତାଣୁ ଶ୍ୱାସକ୍ରିୟା ସଂକ୍ରମଣ (respiratory infection) କରାଏ ଯାହା ପ୍ରାୟ ସାମାନ୍ୟ ଧରଣର ହୋଇଥାଏ କିନ୍ତୁ କ୍ୱଚିତ ଏହା ଘାତକ ସିଦ୍ଧ ହୋଇଥାଏ । ଗଳା, ନାକ ଓ ସାଇନସରେ ଏହି ସମକ୍ରମଣ ହୁର । ଏହି ଭୂତାଣୁର ଚିକିତ୍ସା ବା ପ୍ରତିଷେଧ ନିମନ୍ତେ କୌଣସି ଟିକା ଔଷଧ ପ୍ରସ୍ତୁତ ହୋଇନାହିଁ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଚନ୍ଦକା ହାତୀ ଅଭୟାରଣ୍ୟ ଏକ ବନ୍ୟପ୍ରାଣୀ ସଂରକ୍ଷଣ ପ୍ରକଳ୍ପ ଯାହା ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଉତ୍ତର ପଶ୍ଚିମ କୋଣରେ ଅବସ୍ଥିତ । ପୂର୍ବଘାଟ ପର୍ବତମାଳା ଖୋର୍ଦ୍ଧା ପାର୍ବତ୍ୟ ଅଞ୍ଚଳର ଜୈବିକ କ୍ଷେତ୍ରକୁ ଲାଗିକରି ଚନ୍ଦକା ଅଭୟାରଣ୍ୟ ୧୭୫.୭୯ ବର୍ଗ କିଲୋମିଟର (୬୭.୮୭ ବର୍ଗ ମିଟର) ବ୍ୟାପୀ ଖୋର୍ଦ୍ଧା ଓ କଟକ ଜିଲ୍ଲାର ଜଙ୍ଗଲ ଜମି ଓ ଛୋଟବଡ ପାହାଡ଼କୁ ନେଇ ଗଠିତ । ଏହା ଡିସେମ୍ବର ୧୯୮୨ରେ ହାତୀ ଅଭୟାରଣ୍ୟ ଭାବେ ମାନ୍ୟତା ପାଇଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଭାରତୀୟ ସଂସଦର ୨୦୧୯ ନାଗରିକତା (ସଂଶୋଧନୀ) ନିୟମ ୧୯୫୫ ନାଗରିକତା ନିୟମର ସଂଶୋଧନ କରି ପାକିସ୍ତାନ, ବଙ୍ଗଳାଦେଶ ଓ ଆଫଗାନିସ୍ତାନର ଧାର୍ମିକ ସଂଖ୍ୟାଲଘୁମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ ପାଇଁ ପଥ ପ୍ରସ୍ତୁତ କରିଥାଏ । ଏଥି ପାଇଁ ଯୋଗ୍ୟ ସଂଖ୍ୟାଲଘୁମାନେ ହେଲେ ହିନ୍ଦୁ ଶିଖ, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିଆନ । ମୁସଲିମମାନେ ଏଥି ପାଇଁ ଯୋଗ୍ୟ ନୁହଁନ୍ତି । ଏଥି ପାଇଁ ଯୋଗ୍ୟ ବିବେଚିତ ହେବା ନିମନ୍ତେ ପ୍ରାର୍ଥୀମାନେ ୨୦୧୪ ଡିସେମ୍ବର ୩୧ ଆଗରୁ ଭାରତରେ ପ୍ରବେଶ କରିଥିବା ଓ ନିଜ ମୂଳ ଦେଶରେ "ଧର୍ମଗତ ଅତ୍ୟାଚାର ସହିଥିବା ବା ଧର୍ମଗତ ଅତ୍ୟାଚାରର ଭୟ ଥିବା" ବିଧେୟ । ଏହି ନିୟମ ଉପୋରକ୍ତ ସଂଖ୍ୟାଲଘୁମାନଙ୍କ ପାଇଁ ନାଗରିକତାର ଆବଶ୍ୟକତାକୁ କୋହଳ କରି ୧୧ ବର୍ଷରୁ ୫ ବର୍ଷ କରିଥିଲା କ୍ଷମତାସୀନ ଭାରତୀୟ ଜନତା ପାର୍ଟି ତା'ର ୨୦୧୪ ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା ଯେ ତାହା ହିନ୍ଦୁ ଶରଣାର୍ଥୀମାନଙ୍କୁ ଏକ ପ୍ରାକୃତିକ ବାସଭୂମି ଯୋଗାଇବ । ସେହି ଦିନରୁ ଏହି ଭଳି ଶରଣାର୍ଥୀମାନଙ୍କ ବାବଦରେ ଖବର ପ୍ରକାଶ ପାଇଆସୁଥିଲା । ୨୦୧୫ରେ ସରକାର ଏଭଳି ଶରଣାର୍ଥୀମାନଙ୍କୁ ସେମାନଙ୍କ ଯାତାୟତ ନଥି ଓ ଦୀର୍ଘମିଆଦି ଭିସା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ଆରମ୍ଭ କରିଥିଲା । ଇଣ୍ଟେଲିଜେନ୍ସ ବ୍ୟୁରୋ ଅନୁସାରେ ପ୍ରାୟ ସମସ୍ତ ହିନ୍ଦୁ କିମ୍ବା ଶିଖ ଧର୍ମାବଲମ୍ବୀ ଥିବା ୩୦,୦୦୦ ଶରଣାର୍ଥୀ ଏହି ନିୟମ ସଂଶୋଧନୀଦ୍ୱାରା ଉପକୃତ ହୋଇଛନ୍ତି ବା ହେବେ ।ଭାରତର ଧର୍ମନିରପେକ୍ଷ ସମ୍ବିଧାନ ଓ ତା'ର ୧୪ତମ ଧାରାର ଉଲ୍ଲଂଘନ କରୁଥିବାରୁ ଏହି ସଂଶୋଧନୀ ନିୟମ ଭାରତ ଓ ବିଦେଶରେ ସମାଲୋଚିତ ହୋଇଛି ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀ ମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା ।
ଉଇଲିୟମ୍ ହେନେରୀ ବିଲ୍ ଗେଟ୍ସ୍ ୩ (ଜନ୍ମ ଅକ୍ଟୋବର୍ ୨୮, ୧୯୫୫) ଜଣେ ଆମେରିକୀୟ ବ୍ୟବସାୟୀ,ନିବେଶକ ଏବଂ ପ୍ରୋଗ୍ରାମର୍ । ୧୯୭୫ ମସିହାରେ ଗେଟ୍ସ୍ ଏବଂ ପଉଲ୍ ଆଲେନ୍ ମାଇକ୍ରୋସଫ୍ଟର ଆବିଷ୍କାର କରିଥିଲେ ଯାହାକି ବିଶ୍ୱର ସର୍ବବୃହତ୍ ପିସି ସଫ୍ଟୱେୟର୍ କମ୍ପାନୀ ଅଟେ । ମାଇକ୍ରୋସଫ୍ଟରେ କାମ କରୁଥିବା ସମୟରେ ସେ ଚେୟାରମ୍ୟାନ୍, ସିଇଓ ଏବଂ ମୁଖ୍ୟ ସଫ୍ଟୱେୟର୍ ଆର୍କିଟେକ୍ଟ୍ ଏବଂ ୨୦୧୪ ମେ ମାସ ପର୍ଯ୍ୟନ୍ତ ସର୍ବବୃହତ୍ ଅଂଶର ଅଧିକାରୀ ଥିଲେ । ଗେଟସ୍ ବିଭିନ୍ନ ପୁସ୍ତକର ଲେଖକ ଏବଂ ଉପଲେଖକ ଅଟନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ପଦ୍ମ ବେଶ ଏକ ଭାବମୂଳକ ବେଶ ଅଟେ । ମାଘ ଅମାବାସ୍ୟା ପରେ ବସନ୍ତ ପଞ୍ଚମୀ ପୂର୍ବରୁ ପଡୁଥିବା ବୁଧବାର ବା ଶନିବାର ଦିନ ଏହି ବେଶ କରାଯାଇଥାଏ । ବର୍ଷକରେ କେବଳ ଏହି ଗୋଟିଏ ଦିନ ମହାପ୍ରଭୁ ପଦ୍ମବେଶରେ ହିଁ ପହୁଡ଼ ଯାଆନ୍ତି । ବଡ଼ସିଂହାର ବେଶ ହୁଅନ୍ତି ନାହିଁ । କେତେକ ଗବେଷକଙ୍କ ମତରେ ଏହି ବେଶର ପ୍ରବର୍ତକ ହେଉଛନ୍ତି ବଡ଼ଛତା ମଠର ସନ୍ଥ ରଘୁବର ଦାସ (ଶପ୍ତଦଶ ଶତାବ୍ଦୀ) ।
ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ ।ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ.
ଆରବ ସାଗର, ଭାରତ ମହାସାଗରର ଉତ୍ତର ଭାଗର ଏକ ଅଂଶ, ଯାହାକି ଉତ୍ତରରେ ପାକିସ୍ତାନ ଓ ଇରାନ, ପଶ୍ଚିମରେ ଉତ୍ତର-ପୂର୍ବ ସୋମାଲିଆ ଓ ଆରବ ଦ୍ୱୀପ ଏବଂ ପୂର୍ବରେ ଭାରତଦ୍ୱାରା ଘେରି ହୋଇ ରହିଛି । ଏହି ସମୁଦ୍ରଟିର ଐତିହାସିକ ନାମକରଣ ଅନୁସାରେ ଇରିଟ୍ରିଆନ୍ ସାଗର ଏବଂ ଫାରସୀ ସାଗର ନାମରେ ନାମିତ ହୋଇଛି । ଏହି ସାଗରଟିର ସମୁଦାୟ କ୍ଷେତ୍ରଫଳ ୩,୮୬୨,୦୦୦ କି.ମି.୨ (୧,୪୯୧,୦୦୦ sq mi) ଏବଂ ସର୍ବାଧିକ ଗଭୀରତା ୪,୬୫୨ metres (୧୫,୨୬୨ ft) । ଦକ୍ଷିଣ-ପଶ୍ଚିମ ଦିଗରେ ଆଡେନ୍ ଉପସାଗର, ଆରବ ସାଗର ଦେଇ ଲାଲ ସମୁଦ୍ର ସହିତ ଯୋଡ଼ି ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Application ଗୁଡିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntax ଗୁଡିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
ଭାରତର କନ୍ୟାମାନଙ୍କ ସମୃଦ୍ଧି ଯଥା କନ୍ୟାର ଶିକ୍ଷା ଏବଂ ବିବାହ ଖର୍ଚ୍ଚ ଭରଣା ପାଇଁ ଏକ ସଞ୍ଚୟ ଯୋଜନା । ସୁକନ୍ୟା ସମୃଦ୍ଧି ଯୋଜନା (SUKANYA SAMRIDDHI YOJANA)(SSY) ଅନ୍ତର୍ଗତ ପିତାମାତା କିମ୍ବା ଆଇନଗତ ଅଭିଭାବକମାନେ ୧୦ ବର୍ଷରୁ କମ ଝିଅମାନଙ୍କ ପାଇଁ ଏକ ବ୍ୟାଙ୍କ ଆକାଉଣ୍ଟ ଖୋଲିବାର ସୁଯୋଗ ପାଇବେ । ଏହି ଯୋଜନା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୫ ଜାନୁଆରୀ ୨୨ ତାରିଖରେ ଉଦ୍ଘାଟନ କରିଥିଲେ । ଏହା ନରେନ୍ଦ୍ର ମୋଦୀଙ୍କର ବେଟି ବଚାଓ ବେଟି ପଢ଼ାଓ ପ୍ରଚାରର କାର୍ଯ୍ୟକ୍ରମର ଅଂଶବିଶେଷ ଅଟେ । ଏହା ବିତ୍ତ ମନ୍ତ୍ରଣାଳୟ ଅଧିସୂଚନା ସଂଖ୍ୟା G.S.R.୮୬୩ (E) ତା ୨/୧୨/୨୦୧୪ ରିଖ ଏହି ଯୋଜନା ସୁକନ୍ୟା ସମୃଦ୍ଧି ଯୋଜନା ନିୟମ,୨୦୧୪ ଅଧିନରେ ଅଛି ।
ନର୍ଲା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ନର୍ଲା (କ୍ରମିକ ସଂଖ୍ୟା: ୮୧) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ରଞ୍ଜନରଶ୍ମି ଏକ ବିଦ୍ୟୁତ-ଚୁମ୍ବକୀୟ ବିଚ୍ଛୁରିତ ରଶ୍ମି । ଅନେକ ଭାଷାରେ ଏହାକୁ ୱିଲହେମ ରଣ୍ଟଜେନଙ୍କ ନାମ ଅନୁସାରେ ରଣ୍ଟଜେନ ରଶ୍ମି କହନ୍ତି । ଏହା ଏକ ଅଜଣା ରଶ୍ମି ହୋଇଥିବାରୁ ରଣ୍ଟଜେନ ଏହାର ନାମକରଣ X-ray କରିଥିଲେ । ଇଂରାଜୀରେ ଏହାକୁ ବିଭିନ୍ନ ପ୍ରକାର ଲେଖାଯାଏ, ଯଥା- x-ray(s), xray(s) and X ray(s) । ରଞ୍ଜନରଶ୍ମିର ୱେଭଲେନ୍ଥଅଲ୍ଟ୍ରାଭାୟୋଲେଟ ଅପେକ୍ଷା କମ ଓ ଗାମା ରଶ୍ମି ଅପେକ୍ଷା ଅଧିକ । ଅଧିକାଂଶ ରଞ୍ଜନରଶ୍ମିର ୱେଭଲେନ୍ଥ୦.୦୧ରୁ ୧୦ ନାନୋମିଟର ଥାଏ । ଡାକ୍ତରୀ ଓ କାରଖାନା ବ୍ୟବହାର ନିମନ୍ତେ ଏହାଠାରୁ ଅଧିକ ଏନର୍ଜିରର ରଶ୍ମି ପ୍ରସ୍ତୁତ କରାଯାଏ । ରେଡିଓଥେରାପି ନିମନ୍ତେ ୬ରୁ ୨୦ MeV ରଶ୍ମି ବ୍ୟବହାର କରାଯାଏ । ଇଲେକ୍ଟ୍ରନ (electrons)ଦ୍ୱାରା ରଞ୍ଜନରଶ୍ମି ଜାତ ହୁଏ ଓ ଆଟମିକ ନ୍ୟୁକ୍ଲିଅସ (atomic nucleus)ଦ୍ୱାରା ଗାମା ରଶ୍ମି ଜାତ ହୁଏ ।
ମୁକ୍ତେଶ୍ୱର ଦେଉଳ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ପର୍ଶୁରାମ ମନ୍ଦିରର ଅନତିଦୂରରେ ଅବସ୍ଥିତ । ଏହି ମନ୍ଦିରଟି ୯୫୦-୯୭୫ ମସିହା ମଧ୍ୟରେ ନିର୍ମାଣ କରାଯାଇଥିବା ଅନୁମାନ କରାଯାଏ । ଓଡ଼ିଶାରେ ହିନ୍ଦୁ ମନ୍ଦିର ଅନୁସନ୍ଧାନ ଏବଂ ଗବେଷଣାରେ ଏହାର ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ । ଏହି ମନ୍ଦିରର କାରୁକାର୍ଯ୍ୟ ପ୍ରାଚୀନ ବିକାଶର ନିଦର୍ଶନ ଦେଇଥାଏ, ଏଥିରୁ ଏକ ଶତ ବର୍ଷ ଧରି ବିଭିନ୍ନ ପରୀକ୍ଷାନିରୀକ୍ଷାର ପ୍ରାରମ୍ଭ ହୋଇଥିବା ଅନୁମାନ କରାଯାଏ ; ଯାହା ଭୁବନେଶ୍ୱରରେ ସ୍ଥିତ ରାଜାରାଣୀ ମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିରରେ ଦେଖିବାକୁ ମିଳେ । ଏହା ମଧ୍ୟ ସହରର ଏକ ପ୍ରମୁଖ ଦର୍ଶନୀୟ ସ୍ଥାନ ଅଟେ ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ୱାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳରୁ ମାଧ୍ୟମ କାଳ ମଧ୍ୟରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳରେ ( ବ୍ରିଟିଶ ଶାସନ ସମୟରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭାର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ୱାଧୀନ ଭରତର ସମ୍ବିଧାନରେ ମହିଳା ମାନଙ୍କ ଅଧିକାରକୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ୱାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ୱାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । .ଏପରି ଏକ ସମୟ ଥିଲା ଯେ 2011 ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭାର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ୱେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି ।. ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶ ଠାରୁ ଭରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା । .
ଷ୍ଟିଭେନ ପୌଲ "ଷ୍ଟିଭ" ଜବ୍ସ (୨୪/୨/୧୯୫୫-୫/୮/୨୦୧୧)ଜଣେ ଅମେରିକୀୟ କମ୍ପୁଟର ବିଜ୍ଞାନୀ ।ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଦ୍ଧକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଦ୍ଧକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ କମ୍ପାନୀରେ ପରିବର୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
ଭୂମିକମ୍ପର ତୀବ୍ରତା ମାପ କରିବା ପାଇଁ ଏକ ପ୍ରକାର ସ୍କେଲ ବ୍ୟବହାର କରାଯାଏ । ଏହାକୁ ରିକ୍ଟର ସ୍କେଲ୍ କୁହାଯାଏ । ୧୯୩୫ ମସିହାରେ ଆମେରିକାର ଚାର୍ଲସ ଫ୍ରାଙ୍କିସ୍ ରିକ୍ଟର ଏହାକୁ ବାହାର କରିଥିଲେ । ଏହା "୦' ଠାରୁ ଆରମ୍ଭ କରି ୧୨ ପର୍ଯ୍ୟନ୍ତ ଭୂମିକମ୍ପ ତୀବ୍ରତାକୁ ମାପ କରିପାରେ । ଏଥିରେ ପ୍ରତିଟି ସଂଖ୍ୟା ତାହାର ପୂର୍ବ ସଂଖ୍ୟାଠାରୁ ୧୦ ଗୁଣ ଅଧିକ ହୋଇଥାଏ । ଏହି ସ୍କେଲରେ ଭୂମିକମ୍ପର ତୀବ୍ରତା ୨.୦ରୁ କମ୍ ହୋଇଥିଲେ ତାହାକୁ ଜାଣିହୁଏ ନାହିଁ । ମାତ୍ର ଏହି ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୦ ବା ତା ଠାରୁ ଅଧିକ ହୋଇଥିଲେ ତାହା କ୍ଷୟକ୍ଷତି ଘଟାଇଥାଏ । ରିଚର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୦ରୁ ଅଧିକ ହେଲେ ସେହି ଭୂମିକମ୍ପ ଜନିତ କ୍ଷୟ କ୍ଷତି ଅତି ଭୟାବହ ହୋଇଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.