ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କରୋନାଭୂତାଣୁ (ଇଂରାଜୀ ଭାଷାCoronaviruses) ଏକ ପ୍ରକାର ଭୂତାଣୁ ଦଳ ଯାହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଏ ଯେପରିକି ଗାଈ ଓ ଘୁଷୁରୀଙ୍କ ତରଳ ଝାଡ଼ା ଓ କୁକୁଡ଼ାଙ୍କର ଉର୍ଦ୍ଧ୍ୱ ଶ୍ୱାସକ୍ରିୟା ରୋଗ ହୁଏ । ମାନବ ଦେହରେ ଭୂତାଣୁ ଶ୍ୱାସକ୍ରିୟା ସଂକ୍ରମଣ (respiratory infection) କରାଏ ଯାହା ପ୍ରାୟ ସାମାନ୍ୟ ଧରଣର ହୋଇଥାଏ କିନ୍ତୁ କ୍ୱଚିତ ଏହା ଘାତକ ସିଦ୍ଧ ହୋଇଥାଏ । ଗଳା, ନାକ ଓ ସାଇନସରେ ଏହି ସମକ୍ରମଣ ହୁର । ଏହି ଭୂତାଣୁର ଚିକିତ୍ସା ବା ପ୍ରତିଷେଧ ନିମନ୍ତେ କୌଣସି ଟିକା ଔଷଧ ପ୍ରସ୍ତୁତ ହୋଇନାହିଁ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବାଙ୍ଗିରିପୋଷି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବାଙ୍ଗିରିପୋଷି (କ୍ରମିକ ସଂଖ୍ୟା: ୨୯) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶୈଶବ ବିକାଶ (ଇଂରାଜୀ ଭାଷାରେ Child development) କହିଲେ ଜନ୍ମ ହେବାଠାରୁ କିଶୋର ଅବସ୍ଥାର ଶେଷ ପର୍ଯ୍ୟନ୍ତ ଶିଶୁର ଜୈବିକ, ମାନସିକ ଓ ଭାବନାର ବ୍ୟକ୍ତି କୈନ୍ଦ୍ରିକ ପରିବର୍ତ୍ତନ ବା ବିକାଶକୁ (biological) ବୁଝାଏ ଯାହା ନିର୍ଭରଶୀଳତାରୁ ବୃଦ୍ଧି ପାଇ ସ୍ୱୟଂ ନିର୍ଭରଶୀଳ ହେବା ପର୍ଯ୍ୟନ୍ତ ଚାଲୁରହେ । ଏହା ଏକ ଧାରାବାହିକ କ୍ରିୟା ଯାହାର ଏକ ଆଶାଜନକ ଅନୁକ୍ରମ ଥାଏ କିନ୍ତୁ କିନ୍ତୁ ପ୍ରତ୍ୟେକ ଶିଶୁର ନିଜସ୍ୱ ଅତୁଳନୀୟ ଧାରା ଥାଏ । ଏହି ବିକାଶ ସମ ହାରରେ ହୁଏନି ଓ ବିକାଶର ଅନୁଭୁତି ଗ୍ରହଣ କରି ପରିବର୍ତ୍ତିତ ହୁଏ । ଜେନେଟିକ କାରକ ଓ ଜନ୍ମ ପୂର୍ବର ଘଟଣାକୁ ନେଇ ବିକାଶ ଶକ୍ତ ଭାବରେ ପ୍ରଭାବିତ ହୁଏ । ଏହି ପରିବର୍ତ୍ତନ ଜେନେଟିକଦ୍ୱାରା ନିୟନ୍ତ୍ରିତ ଏକ ପ୍ରକ୍ରିୟାଦ୍ୱାରା ସଂଘଟିତ ହୁଏ ଯାହାକୁ ବିକାଶ ଜୀବବିଜ୍ଞାନ (maturation) କୁହାଯାଏ, ବା ଶିକ୍ଷା ଓ ପରିବେଶ କାରକ ବା ଉଭୟଙ୍କର ଭୂମିକା ରହେ । ମାନବ ଚରିତ୍ର ଓ ଶିଖିବାର ପ୍ରବୃତ୍ତି ଉପରେ ମଧ୍ୟ ବିକାଶ ନିର୍ଭର କରେ ।
ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ ।ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହାଦ୍ୱାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀକୁ ବାର୍ତ୍ତା, ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷଣାତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସାବିତ୍ରିବାଇ ଜ୍ୟୋତି ରାଓ ଫୁଲେ (୩ ଜାନୁୟାରୀ ୧୮୩୧ରୁ ୧୦ ମାର୍ଚ୍ଚ ୧୮୯୭) ଭାରତର ଜଣେ ଶିକ୍ଷିକା ,ସମାଜ ସୁଧାରକ ଏବଂ କବୟତ୍ରୀ ଥିଲେ। ବ୍ରିଟିସ୍ ଶାସନ ସମୟରେ ସେ ତାଙ୍କ ସ୍ୱାମୀ ଜ୍ୟୋତିରାଓ ଗୋବିନ୍ଦରାଓ ଫୁଲେଙ୍କ ସହିତ ମିଶି ନାରୀ ମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ ଭୁତ କାର୍ଯ୍ୟ କରିଛନ୍ତି । ସାବିତ୍ରୀବାଇ ଭରତର ପ୍ରଥମ କନ୍ୟା ବିଦ୍ୟାଳୟରେ ପ୍ରଥମ ମହିଳା ଶିକ୍ଷକ ଥିଲେ । ତାଙ୍କୁ ଲୋକମାନେ ଆଧୁନିକ ମରାଠି କାବ୍ୟର ଅଗ୍ରଦୂତ ଭାବେ ମାନନ୍ତି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କୁପୋଷଣ (ଅପପୁଷ୍ଟି ବା ପୁଷ୍ଟିମାନ୍ଦ୍ୟ ନାମରେ ମଧ୍ୟ ଜଣା, ଇଂରାଜୀ: Malnutrition ବା malnourishment) ଏକ ସ୍ୱାସ୍ଥ୍ୟ ସମସ୍ୟା ଅବସ୍ଥା ଯାହା ଯଥେଷ୍ଟ ପୋଷକ ନ ଥିବା କିମ୍ବା ମାତ୍ରାଧିକ ପୋଷକ ଥିବା ଖାଦ୍ୟ ଖାଇବା ଫଳରେ ସୃଷ୍ଟି ହୁଏ । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ । ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । କୁପୋଷଣ ଅଧିକାଂଶ ସମୟରେ ଅପପୁଷ୍ଟିକୁ ବୁଝାଏ ଯେଉଁଥିରେ ଯଥେଷ୍ଟ କ୍ୟାଲୋରି, ପୁଷ୍ଟିସାର କିମ୍ବା ମାଇକ୍ରୋପୋଷକ ନ ଥାଏ ତଥା ଅଧିକ ପୋଷଣକୁ (overnutrition) ମଧ୍ୟ ବୁଝାଏ । ଗର୍ଭାବସ୍ଥା ଓ ଦୁଇ ବର୍ଷ ବୟସରୁ କମ ଥିବା ପିଲାଙ୍କର ଅପପୁଷ୍ଟି ହେଲେ ଶାରୀରିକ ତଥା ମାନସିକ ବୃଦ୍ଧି ହୋଇପାରେ ନାହିଁ । ଅତ୍ୟଧିକ ପୋଷକ ଅଭାବ ଯେପରିକି ଉପବାସ ଅବସ୍ଥା ହେଲେ ଉଚ୍ଚତା କମ୍ ହୁଏ, ପତଳା ଶରୀର ହୁଏ, ଶକ୍ତିସ୍ତର କମିଯାଏ ଓ ପେଟ ତଥା ଗୋଡ଼ ଫୁଲିଯାଏ । ଏଥିରେ ଲୋକର ଅଧିକ ରୋଗ ସଂକ୍ରମଣ ହୁଏ ଓ ଦେହ ଥଣ୍ଡା ରହେ । ମାଇକ୍ରୋପୋଷକ ଅଭାବ ଲକ୍ଷଣ ତାହାର ପ୍ରକାର ଅନୁସାରେ ହୁଏ । କୁପୋଷଣ ଏକ ଏପରି ଅବସ୍ଥା ଯାହା ଖାଉଥିବା ଖାଦ୍ୟରେ କେତେକ ପୋଷକର ଅଭାବ, ଆଧିକ୍ୟ, କିମ୍ବା ଅସନ୍ତୁଳିତ ଥିବା ଯୋଗୁ ଉପୁଜେ । ଏହାକୁ ଇଂରାଜୀରେ ମାଲ୍ନ୍ୟୁଟ୍ରିସନ୍ (Malnutrition) ବା ମାଲନରିସମେଣ୍ଟ (malnourishment) କହନ୍ତି । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ ଯଥା ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । ଓଡ଼ିଆରେ ସାଧାରଣତଃ ଭୁଲ୍ କ୍ରମେ ଏହାକୁ ଖାଦ୍ୟାଭାବ ବୋଲି ଧରାଯାଏ । ତେଣୁ ପୋଷକର ପ୍ରାବଲ୍ୟ ବା ଅଭାବ ଭେଦରେ ବିଭିନ୍ନ ପ୍ରକାରର ପୋଷକ ରୋଗ ହୁଏ । ପୃଥିବୀର ଅଧିକାଂଶ ସ୍ଥାନରେ ଖାଦ୍ୟାଭାବ ତଥା କ୍ୟାଲୋରି ଓ ପ୍ରୋଟିନ ଅଭାବ ଜନିତ ଅପପୁଷ୍ଟି ଦେଖାଯାଏ । ସ୍ୱଳ୍ପ ବିକଷିତ ରାଷ୍ଟ୍ରମାନଙ୍କରେ ଅପପୁଷ୍ଟି ଦେଖାଯାଏ । କାରଖାନା ପ୍ରବଣ ଦେଶମାନଙ୍କରେ ମଧ୍ୟ ଏହା ଦେଖାଯାଏ । ଧନୀ ଦେଶମାନଙ୍କରେ ଅସ୍ୱାସ୍ଥ୍ୟକର ଖାଦ୍ୟ, ଅଧିକ ଶକ୍ତି ସମ୍ପର୍ଣ୍ଣ ଚର୍ବି ଓ ଶ୍ୱେତସାର ଖାଦ୍ୟ ଖାଇବା ଯୋଗୁ ହୁଏ । ପୃଥୁଳତା ଗୋଟିଏ ଜନ ସ୍ୱାସ୍ଥ୍ୟ ସମସ୍ୟା ରୁପେ ଉଭା ହେଲାଣି । ଉତ୍ତମ ମାନର ଖାଦ୍ୟ ଖାଇବାକୁ ନ ମିଳିଲେ ଅପପୁଷ୍ଟି ହୁଏ । ଖାଦ୍ୟର ଅତ୍ୟଧିକ ଦାମ୍ ଓ ଦାରିଦ୍ର୍ୟ ଯୋଗୁ ଏହା ସମ୍ଭବ ହୁଏ । ସ୍ତନ୍ୟପାନ ନ କରିବା, ଗ୍ୟାସ୍ଟ୍ରୋଏଣ୍ଟେରାଇଟିସ, ନିମୋନିଆ, ମ୍ୟାଲେରିଆ ଓ ମିଳିମିଳା ଭଳି ସଂକ୍ରାମକ ରୋଗ ହେଲେ ପୋଷଣ ଆବଶ୍ୟକତା ବଢ଼େ ଓ ଫଳତଃ ଏହି କୁପୋଷଣ କରିବାରେ ସାହାଯ୍ୟ କରନ୍ତି । ପୁଷ୍ଟିସାର-କୁପୋଷଣ ଓ ଖାଦ୍ୟାଭାବ, ଏହି ଦୁଇ ପ୍ରକାର ଅପପୁଷ୍ଟି ଦେଖାଯାଏ । ପୁଷ୍ଟିସାର କୁପୋଷଣ ଦୁଇ ଗମ୍ଭୀର ପ୍ରକାର ଥାଏ: ମାରାସ୍ମସ୍ (marasmus), ଯେଉଁଥିରେ କ୍ୟାଲୋରି ଓ ପୁଷ୍ଟିସାର ଅଭାବ ଥାଏ ଓ କ୍ୱାସିଓର୍କର (kwashiorkor) ଯେଉଁଥିରେ ପୁଷ୍ଟିସାର ଅଭାବ ଥାଏ । ସାଧାରଣ ମାଇକ୍ରୋନ୍ୟୁଟ୍ରିଏଣ୍ଟ ମଧ୍ୟରେ ଲୌହ, ଆୟୋଡିନ ଓ ଭିଟାମିନ ଏ ଅଭାବ ଅଭାବ ମୂଖ୍ୟସ୍ଥାନରେ ଥାଏ । ଗର୍ଭାବସ୍ଥାରେ ଅଧିକ ଚାହିଦା ଯୋଗୁ ପୋଷକ ନିଅଣ୍ଟ ଅଧିକ ପଡ଼େ । କେତେକ ବିକାଶଶୀଳ ଦେଶମାନଙ୍କରେ ଅପପୁଷ୍ଟି ସାଥିରେ କେତେକ ଗୋଷ୍ଠୀରେ ମୋଟାପଣ ମଧ୍ୟ ଦେଖାଯାଉଛି । କୁପୋଷଣର ଅନ୍ୟ କାରଣମାନଙ୍କ ମଧ୍ୟରେ ଆନୋରେକ୍ସିଆ ନର୍ଭୋସା (anorexia nervosa) ଓ ବାରିଆଟ୍ରିକ ଅପରେଶନ (bariatric surgery) ଅନ୍ୟତମ । ବୟସ୍କମାନଙ୍କ କ୍ଷେତ୍ରରେ ଶାରୀରିକ, ମନସ୍ତାତ୍ତ୍ୱିକ ଓ ସାମାଜିକ ପ୍ରଭାବ ଯୋଗୁ ଅଧିକ କୁପୋଷଣ ଦେଖାଯାଏ । ବିକାଶ ଯୋଜନାରେ ପୋଷକ ଉନ୍ନତି ପ୍ରଚେଷ୍ଟା ଅତି ଫଳପ୍ରଦ ବ୍ୟବସ୍ଥା ଅଟେ । ସ୍ତନ୍ୟପାନ କରାଇଲେ ଶିଶୁ କୁପୋଷଣ ଓ ମୃତ୍ୟୁ ହାର କମାଏ, ଓ ପ୍ରଚେଷ୍ଟାଦ୍ୱାରା ଉନ୍ନତି ହାର ବଢ଼େ । ୬ ମାସରୁ ୨ ବର୍ଷ ବୟସ ମଧ୍ୟରେ ସ୍ତନ୍ୟପାନ ସହ ଅନ୍ୟ ଖାଦ୍ୟ ଦେଲେ ଫଳାଫଳ ଉନ୍ନତ ହୁଏ । ବିକାଶଶୀଳ ଦେଶମାନଙ୍କରେ ଅନେକ ମାଇକ୍ରୋନ୍ୟୁଟ୍ରିଏଣ୍ଟ ଦେଇ ଖାଦ୍ୟପୂର୍ତ୍ତି (supplementation) କଲେ ଉପକାରର ପ୍ରମାଣ ମିଳୁଛି । ଅଭାବୀ ଲୋକଙ୍କୁ ଅର୍ଥ ସାହାଯ୍ୟ କରିବାଦ୍ୱାରା ସେମାନେ ସ୍ଥାନୀୟ ବଜାରରୁ ଖାଦ୍ୟ କିଣି ଖାଇବା ଫଳପ୍ରଦ ହୁଏ । କେବଳ ସ୍କୁଲରେ ଖାଦ୍ୟ ଖୁଏଇବା ଯଥେଷ୍ଟ ନୁହେଁ । ଅଧିକାଂଶ ସମୟରେ ଗମ୍ଭୀର କୁପୋଷଣ ରୋଗୀକୁ ତାଙ୍କର ନିଜ ଘରେ ପ୍ରସ୍ତୁତ-ଖାଦ୍ୟ ଦେବା ସମ୍ଭବ । ଅବସ୍ଥା ଅତି ଗମ୍ଭୀର ଥିଲେ ଡାକ୍ତରଖାନାରେ ଆଡମିଶନ ଆବଶ୍ୟକ ହୁଏ । ନିମ୍ନ ରକ୍ତ ଶର୍କରା, କମ୍ ଶରୀର ଉତ୍ତାପ, ନିର୍ଜଳନର ଚିକିତ୍ସା ସହ କ୍ରମାନ୍ୱୟ ଖାଦ୍ୟ ଦେବା ବ୍ୟବସ୍ଥା କରାଯାଏ । ସଂକ୍ରମଣ ସମ୍ଭାବନା ଥିବାରୁ ନିୟମିତ ଆଣ୍ଟିବାୟୋଟିକ୍ ଦେବାକୁ ପରାମର୍ଶ ଦିଆଯାଏ । ଦୀର୍ଘକାଳୀନ ବ୍ୟବସ୍ଥାରେ କୃଷି ବ୍ୟବସ୍ଥା ଆବଶ୍ୟକ, ଯାହାଦ୍ୱାରା ଦାରିଦ୍ର୍ୟ ଦୂରୀକରଣ, ଉନ୍ନତ ପରିମଳ ବ୍ୟବସ୍ଥା ଓ ମହିଳା ସଶକ୍ତିକରଣ ହୋଇପାରିବ । ସନ ୨୦୧୦ ସୁଦ୍ଧା ପୃଥିବୀରେ ୯୨୫ ନିୟୁତ ଅପପୁଷ୍ଟି ରୋଗୀ ଥିଲେ ଯାହା ୧୯୯୦ ସନ ଅପେକ୍ଷା ୮୦ ନିୟୁତ ଅଧିକ ଥିଲା । ଆଉ ଏକ ବିଲିଅନ ଲୋକ ଭିଟାମିନ ଓ ଖାଦ୍ୟ ଲବଣ ଅଭାବରେ ପିଡ଼ିତ ଅଛନ୍ତି । ସନ ୨୦୧୦ରେ ପୁଷ୍ଟିସାର-ଶକ୍ତି କୁପୋଷଣ ମୃତ୍ୟୁ ସଂଖ୍ୟା ୬୦୦,୦୦୦ ଥିଲା ଯାହା ସନ ୧୯୯୦ର ଉଲ୍ଲିଖିତ ସଂଖ୍ୟା ଥିଲା ୮୮୩,୦୦୦ । ଅନ୍ୟାନ୍ୟ ପୋଷକ ଅଭାବ ନାମ ଆୟୋଡିନ ଅଭାବ, ଲୌହାଭାବ ଆନିମିଆ ଯୋଗୁ ୮୪,୦୦୦ ମୃତ୍ୟୁ ହୋଇଥିଲା । ଅନୁପୋଷଣ (undernutrition) ଯୋଗୁ ସନ ୨୦୧୦ରେ ୧.୪% ବିକଳାଙ୍ଗ ନିୟନ୍ତ୍ରିତ ଜୀବନବର୍ଷ (disability adjusted life years) ଥିଲା । ପିଲାଙ୍କ ମୃତ୍ୟୁ ସଂଖ୍ୟାର ପ୍ରାୟ ଏକ ତୃତୀୟାଂଶ ଅନୁପୋଷଣ ଯୋଗୁ ହେବା ବିଶ୍ୱାସ କରାଯାଥିଲା କିନ୍ତୁ ସମସ୍ତ ରୋଗୀଙ୍କୁ ଏହି ଦଳରେ ନିଆଯାଇ ନ ଥିଲା । ସନ ୨୦୧୦ର ହିସାବ ଅନୁସାରେ ଏହି ରୋଗ ଯୋଗୁ ମହିଳା ଓ ପିଲାଙ୍କ ମୃତ୍ୟୁ ୧.୫ ନିୟୁତ ଥିଲା, ଯଦିଓ କେତେକ ହିସାବ ଅନୁସାରେ ଏହା ୩ ନିୟୁତରୁ ଅଧିକ ହେବା ସମ୍ଭାବନା ଅଛି । ଏହି ରୋଗ ଯୋଗୁ ଅଧିକ ୧୬୫ ନିୟୁତ ପିଲାଙ୍କର ବାମନ-ବିକାଶ ଥିଲା । ବିକାଶଶୀଳ ଦେଶମାନଙ୍କରେ ଅନୁପୋଷଣ ସାଧାରଣତଃ ଦେଖାଯାଏ । ଡବ୍ଲ୍ୟୁ.ଏଚ୍.ଓ.
ଭାରତୀୟ ସଂସଦର ୨୦୧୯ ନାଗରିକତା (ସଂଶୋଧନୀ) ନିୟମ ୧୯୫୫ ନାଗରିକତା ନିୟମର ସଂଶୋଧନ କରି ପାକିସ୍ତାନ, ବଙ୍ଗଳାଦେଶ ଓ ଆଫଗାନିସ୍ତାନର ଧାର୍ମିକ ସଂଖ୍ୟାଲଘୁମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ ପାଇଁ ପଥ ପ୍ରସ୍ତୁତ କରିଥାଏ । ଏଥି ପାଇଁ ଯୋଗ୍ୟ ସଂଖ୍ୟାଲଘୁମାନେ ହେଲେ ହିନ୍ଦୁ ଶିଖ, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିଆନ । ମୁସଲିମମାନେ ଏଥି ପାଇଁ ଯୋଗ୍ୟ ନୁହଁନ୍ତି । ଏଥି ପାଇଁ ଯୋଗ୍ୟ ବିବେଚିତ ହେବା ନିମନ୍ତେ ପ୍ରାର୍ଥୀମାନେ ୨୦୧୪ ଡିସେମ୍ବର ୩୧ ଆଗରୁ ଭାରତରେ ପ୍ରବେଶ କରିଥିବା ଓ ନିଜ ମୂଳ ଦେଶରେ "ଧର୍ମଗତ ଅତ୍ୟାଚାର ସହିଥିବା ବା ଧର୍ମଗତ ଅତ୍ୟାଚାରର ଭୟ ଥିବା" ବିଧେୟ । ଏହି ନିୟମ ଉପୋରକ୍ତ ସଂଖ୍ୟାଲଘୁମାନଙ୍କ ପାଇଁ ନାଗରିକତାର ଆବଶ୍ୟକତାକୁ କୋହଳ କରି ୧୧ ବର୍ଷରୁ ୫ ବର୍ଷ କରିଥିଲା କ୍ଷମତାସୀନ ଭାରତୀୟ ଜନତା ପାର୍ଟି ତା'ର ୨୦୧୪ ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା ଯେ ତାହା ହିନ୍ଦୁ ଶରଣାର୍ଥୀମାନଙ୍କୁ ଏକ ପ୍ରାକୃତିକ ବାସଭୂମି ଯୋଗାଇବ । ସେହି ଦିନରୁ ଏହି ଭଳି ଶରଣାର୍ଥୀମାନଙ୍କ ବାବଦରେ ଖବର ପ୍ରକାଶ ପାଇଆସୁଥିଲା । ୨୦୧୫ରେ ସରକାର ଏଭଳି ଶରଣାର୍ଥୀମାନଙ୍କୁ ସେମାନଙ୍କ ଯାତାୟତ ନଥି ଓ ଦୀର୍ଘମିଆଦି ଭିସା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ଆରମ୍ଭ କରିଥିଲା । ଇଣ୍ଟେଲିଜେନ୍ସ ବ୍ୟୁରୋ ଅନୁସାରେ ପ୍ରାୟ ସମସ୍ତ ହିନ୍ଦୁ କିମ୍ବା ଶିଖ ଧର୍ମାବଲମ୍ବୀ ଥିବା ୩୦,୦୦୦ ଶରଣାର୍ଥୀ ଏହି ନିୟମ ସଂଶୋଧନୀଦ୍ୱାରା ଉପକୃତ ହୋଇଛନ୍ତି ବା ହେବେ ।ଭାରତର ଧର୍ମନିରପେକ୍ଷ ସମ୍ବିଧାନ ଓ ତା'ର ୧୪ତମ ଧାରାର ଉଲ୍ଲଂଘନ କରୁଥିବାରୁ ଏହି ସଂଶୋଧନୀ ନିୟମ ଭାରତ ଓ ବିଦେଶରେ ସମାଲୋଚିତ ହୋଇଛି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ମାଟିର ମଣିଷ, ୧୯୬୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାବୁଲାଲ ଦୋଶୀ । ଏହି କଥାଚିତ୍ରଟି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଉପନ୍ୟାସ "ମାଟିର ମଣିଷ" ଉପରେ ନିର୍ମାଣ କରାଯାଇଥିଲା । କାଳିନ୍ଦୀ ଚରଣ ଏହି ଉପନ୍ୟାସର ଚଳଚ୍ଚିତ୍ର ରୂପାନ୍ତରଣ ପାଇଁ ବାବୁଲାଲ ଦୋଶୀଙ୍କ ପାଖରେ ସର୍ତ୍ତ ରଖିଥିଲେ ଯେ, ସତ୍ୟଜିତ ରାୟ କିମ୍ବା ମୃଣାଳ ସେନ ଏହାର ନିର୍ଦ୍ଦେଶନା କରନ୍ତୁ । ସତ୍ୟଜିତ ରାୟଙ୍କ ସମୟ ଅଭାବରୁ, ବାବୁଲାଲ ମୃଣାଳ ସେନଙ୍କୁ ଏହାର ନିର୍ଦ୍ଦେଶନା ପାଇଁ ବାଛିଥିଲେ । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ଏହି ଚଳଚ୍ଚିତ୍ରଟି ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବମାନଙ୍କରେ ପ୍ରଦର୍ଶିତ ହେବାର ସୁଯୋଗ ପାଇଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଆରବ ସାଗର, ଭାରତ ମହାସାଗରର ଉତ୍ତର ଭାଗର ଏକ ଅଂଶ, ଯାହାକି ଉତ୍ତରରେ ପାକିସ୍ତାନ ଓ ଇରାନ, ପଶ୍ଚିମରେ ଉତ୍ତର-ପୂର୍ବ ସୋମାଲିଆ ଓ ଆରବ ଦ୍ୱୀପ ଏବଂ ପୂର୍ବରେ ଭାରତଦ୍ୱାରା ଘେରି ହୋଇ ରହିଛି । ଏହି ସମୁଦ୍ରଟିର ଐତିହାସିକ ନାମକରଣ ଅନୁସାରେ ଇରିଟ୍ରିଆନ୍ ସାଗର ଏବଂ ଫାରସୀ ସାଗର ନାମରେ ନାମିତ ହୋଇଛି । ଏହି ସାଗରଟିର ସମୁଦାୟ କ୍ଷେତ୍ରଫଳ ୩,୮୬୨,୦୦୦ କି.ମି.୨ (୧,୪୯୧,୦୦୦ sq mi) ଏବଂ ସର୍ବାଧିକ ଗଭୀରତା ୪,୬୫୨ metres (୧୫,୨୬୨ ft) । ଦକ୍ଷିଣ-ପଶ୍ଚିମ ଦିଗରେ ଆଡେନ୍ ଉପସାଗର, ଆରବ ସାଗର ଦେଇ ଲାଲ ସମୁଦ୍ର ସହିତ ଯୋଡ଼ି ହୋଇଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।