ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତି ର ଆଧାର । ସେ ହେଉଛନ୍ତି ଜୀବଜଗତର ପାଳନ କର୍ତ୍ତା।ସମସ୍ତ ଜୀବଜନ୍ତୁ ଅପେକ୍ଷା କରିଥାନ୍ତି ସୂର୍ଯ୍ୟୋଦୟ ର ସ୍ପର୍ଶ ପାଇବା ପାଇଁ।ତାଙ୍କ ବିନା ଜୀବଜଗତର ଅସ୍ତିତ୍ଵ ନାହିଁ।ବିଜ୍ଞାନର ଅବଦାନ ଅତୁଳନୀୟ କିନ୍ତୁ ସମ୍ଭବତଃ ଦେଖିବାକୁ ଗଲେ ଆମେ ଦେଖିବା ପ୍ରକୃତରେ ଏହା ସୂର୍ଯ୍ୟଙ୍କର ଯେଗୁଁ ସମ୍ଭବ। ସୂର୍ଯ୍ୟ ହେଉଛି ଏକ ନକ୍ଷତ୍ର, ଏହା ସୌରଜଗତର ମଧ୍ୟଭାଗରେ ଅବସ୍ଥିତ । ଏହା ପାଖା ପାଖି ଗୋଲକ ଆକାରର ଓ ଏକାଧିକ ଉତପ୍ତ ବାଷ୍ପ (ପ୍ଲାଜମା)କୁ ନେଇ ଗଠିତ । ଏହାର ପରିସର ୧୩୯୨୦୦୦ କିମି.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ହାଇପିରିୟନ୍ (ଇଂରାଜୀରେ Hyperion) ବା ଶନି ୭ (Saturn VII) ଶନି ଗ୍ରହର ଏକ ପ୍ରାକୃତିକ ଉପଗ୍ରହ । ୧୮୪୮ ମସିହାରେ ୱିଲିୟମ୍ ବଣ୍ଡ୍, ଜର୍ଜ୍ ବଣ୍ଡ୍ ଓ ୱିଲିୟମ୍ ଲାସେଲ୍ ଏହି ଉପଗ୍ରହର ଆବିଷ୍କାର କରିଥିଲେ । ଏକ ବିଚିତ୍ର ସ୍ପଞ୍ଜ ପରି ଦେଖାଯାଉଥିବା ହାଇପିରିୟନ୍ର ଅଖାଡ଼ୁଆ ଆକାର ଓ ଅକ୍ରମ ଆବର୍ତ୍ତନ ଏହାର ବୈଶିଷ୍ଟ୍ୟ । ଆବିଷ୍କୃତ ବିଭିନ୍ନ ଗ୍ରହଙ୍କ ଚନ୍ଦ୍ର ବା ଉପଗ୍ରହ ମଧ୍ୟରେ ହାଇପିରିୟନ୍ ହେଉଛି ପ୍ରଥମ ଅଗୋଲକାକାର ଉପଗ୍ରହ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁରେନ୍ଦ୍ରନାଥ ପଟ୍ଟନାୟକ (୧୧ ଅକ୍ଟୋବର ୧୯୧୪ - ୩୦ ଡିସେମ୍ବର ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସୁରେନ୍ଦ୍ରନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୧ମ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୧ ଓ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାହାଙ୍ଗା ଏବଂ କିଶାନ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓ ୮ମ ଓଡ଼ିଶା ବିଧାନ ସଭା ନିର୍ବାଚିତ ହୋଇଥିଲେ ।
ଜୀବାଣୁ (ଇଂରାଜୀ ଭାଷାରେ Bacteria ( /bækˈtɪəriə/; common noun bacteria, singular bacterium)) ଏକ ପ୍ରକାର ଜୀବକୋଷ (biological cell) । ଏହା ଏକ ବିରାଟ ପ୍ରୋକାରିଓଟିକ (prokaryotic) ଅଣୁଜୀବମାନଙ୍କର (microorganism) ସମଷ୍ଟି । ସ୍ୱଭାବିକ ଭାବରେ ଏମାନଙ୍କର ଦୈର୍ଘ୍ୟ ଅଳ୍ପ କେତେକ ମାଇକ୍ରୋମିଟ ହୋଇଥାଏ ଓ ବାସିଲସ ବା କୋକସ ହେଉ, ସେମାନଙ୍କର ସାଧାରଣ ଜୀବକୋଷର ଆକୃତି ଥାଏ । ପୃଥିବୀ ପୃଷ୍ଠରେ ଜୀବାଣୁ ପ୍ରଥମେ ସୃଷ୍ଟି ହୋଇଥିଲେ ଓ ଏବେ ସୁଦ୍ଧ ପ୍ରତ୍ୟେକ ବାସସ୍ଥାନରେ ଏମାନଙ୍କୁ ଦେଖିବାକୁ ମିଳେ । ଏମାନେ ମାଟିରେ, ଜଳରେ, ଉଷ୍ଣପ୍ରସ୍ରବଣରେ (acidic hot springs), ତେଜସ୍କ୍ରିୟ ବେକାର ପଦାର୍ଥରେ (radioactive waste) ରହନ୍ତି, ଧରିତ୍ରୀ ପୃଷ୍ଠର (earth's crust) ଗଭୀର ବାୟୋସ୍ଫିଅରରେ ମଧ୍ୟ ରହନ୍ତି । ପ୍ରାଣୀ ଓ ଉଦ୍ଭିଦମାନଙ୍କ ସହିତ ପରଜୀବୀ ସମ୍ପର୍କ ରଖି ମଧ୍ୟ ରହନ୍ତି । ଅଧିକାଂଶ ଜୀବାଣୁଙ୍କର ପରିଚୟ ଅଜ୍ଞାତ ଥିଲେ ମଧ୍ୟ ପ୍ରାୟ ୨୭% ଜୀବାଣୁଙ୍କୁ (bacterial phyla)ପରୀକ୍ଷାଗାରରେ ରଖି ବୃଦ୍ଧି କରାଯାଇ ପାରୁଛି । ଜୀବାଣୁମାନଙ୍କ ଅନୁଶୀଳନ କରାଯାଉଥିବା ବିଜ୍ଞାନକୁ ଜୀବାଣୁ ବିଜ୍ଞାନ (bacteriology) ଯାହା ମାଇକ୍ରୋବାୟୋଲୋଜିର (microbiology) ଏକ ଶାଖା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଷ୍ଟିଭେନ ପୌଲ "ଷ୍ଟିଭ" ଜବ୍ସ (୨୪/୨/୧୯୫୫-୫/୮/୨୦୧୧)ଜଣେ ଅମେରିକୀୟ କମ୍ପୁଟର ବିଜ୍ଞାନୀ ।ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଦ୍ଧକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଦ୍ଧକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ କମ୍ପାନୀରେ ପରିବର୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମହିଳାଙ୍କ ସୁରକ୍ଷା ନିମନ୍ତେ ଭାରତରେ ଥିବା ଆଇନ ତାଲିକା
ମହିଳାଙ୍କ ଅଧିକାରର ସୁରକ୍ଷା ପାଇଁ ବ୍ରିଟିଶ ଅମଳରୁ ଏ ଯାଏଁ ବହୁ ଆଇନ ପ୍ରଣୟନ କରାଯାଇଛି । ଭାରତୀୟ ସମ୍ବିଧାନର ଧାରା ୧୪ରେ ମହିଳାଙ୍କ ପାଇଁ ଆଇନରେ ସମାନ ବ୍ୟବସ୍ଥା Equality before law for women (Article 14)ରହିଛି । ମହିଳାମାନେ କୌଣସି ଭେଦଭାବର ଶୀକାର ହେବେ ନାହିଁ, (Article 15(1)), ସାମ୍ବିଧାନିକ ବ୍ୟବସ୍ଥାରେ ପ୍ରତ୍ୟେକ କ୍ଷେତ୍ରରେ ମହିଳା ମାନେ ସମାନ ସୂଯୋଗ ପାଇବେ (Article 16), ସମାନ କାମ ନିମନ୍ତେ ସମାନ ମଜୁରୀ ପାଇବେ (Article 39(d)) and Article 42.
ରିଆ (ଇଂରାଜୀରେ Rhea) ଶନି ଗ୍ରହର ଦ୍ଵିତୀୟ ବୃହତ୍ତମ ପ୍ରାକୃତିକ ଉପଗ୍ରହ ଏବଂ ବ୍ୟାସର ମାପ ଅନୁସାରେ ଆମ ସୌର ମଣ୍ଡଳର ନବମ ସର୍ବବୃହତ୍ ଚନ୍ଦ୍ର (ପ୍ରାକୃତିକ ଉପଗ୍ରହ) । ସୌର ମଣ୍ଡଳରେ ଯେଉଁ ସବୁ କ୍ଷୁଦ୍ର ଗ୍ରହ ଉପଗ୍ରହମାନଙ୍କ ମାପ ନିଆଯାଇପାରିଛି ଓ ସେମାନଙ୍କ ଆକାର ଗୋଲକ ପରି ବୋଲି ପ୍ରମାଣିତ ହୋଇଛି ସେମାନଙ୍କ ମଧ୍ୟରେ ରିଆ ଦ୍ଵିତୀୟ କ୍ଷୁଦ୍ରତମ (ବାମନ ଗ୍ରହ “ସିରିଜ୍ (Ceres)” ପ୍ରଥମ) । ୧୬୭୨ ମସିହାରେ ଜିଓଭାନି ଡୋମେନିକୋ କ୍ୟାସିନି ରିଆ ଉପଗ୍ରହର ଆବିଷ୍କାର କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ୱାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳରୁ ମାଧ୍ୟମ କାଳ ମଧ୍ୟରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳରେ ( ବ୍ରିଟିଶ ଶାସନ ସମୟରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭାର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ୱାଧୀନ ଭରତର ସମ୍ବିଧାନରେ ମହିଳା ମାନଙ୍କ ଅଧିକାରକୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ୱାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ୱାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । .ଏପରି ଏକ ସମୟ ଥିଲା ଯେ 2011 ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭାର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ୱେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି ।. ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶ ଠାରୁ ଭରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା । .
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଯଦୁମଣି ମହାପାତ୍ର ନୟାଗଡ଼ ଜିଲ୍ଲାର ଇଟାମାଟି ଗାଁରେ ୧୭୮୩ ମସିହାରେ ଜନ୍ମିତ ଜଣେ କବି ଥିଲେ । ସେ ଉତ୍କଳଘଣ୍ଟ ଭାବରେ ଖ୍ୟାତ । ସେ ରାଘବ ବିଳାସ ଓ ପ୍ରବନ୍ଧ ପୂର୍ଣ୍ଣଚନ୍ଦ୍ର ନାମକ ଦୁଇଗୋଟି ବୃହତ୍ କାବ୍ୟ, ଅନେକ ଚଉପଦୀ ଓ କ୍ଷୁଦ୍ରଗୀତ ରଚନା କରିଛନ୍ତି । ଯଦୁମଣିଙ୍କ ରଚନା ରୀତିଯୁଗୀୟ ଶୈଳୀରେ ଲିଖିତ ଓ ଅତ୍ୟନ୍ତ ପାଣ୍ଡିତ୍ୟପୂର୍ଣ୍ଣ । ଏହା ଛଡ଼ା ନିଜର ହାସ୍ୟୋଦ୍ଦୀପକ ଛୋଟ ଛୋଟ ଗୀତ ଓ ଆଶୁକବିତ୍ୱ ଲାଗି ଯଦୁମଣି ଓଡ଼ିଶାର ପୁରପଲ୍ଲୀରେ ଭାରି ପ୍ରସିଦ୍ଧ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ହିଲଟନ ହେଡ ଦ୍ୱୀପ, ଦକ୍ଷିଣ କାରୋଲିନା
ହିଲଟନ ହେଡ ଦ୍ୱୀପ (ଇଂରାଜୀ ଭାଷାରେ Hilton Head Island, ବା Hilton Head) ଯୁକ୍ତରାଷ୍ଟ୍ର ଆମେରିକାର ବିଉଟି କାଉଣ୍ଟି, ଦକ୍ଷିଣ କାରୋଲିନାର ଅବରୋଧକାରୀ ଦ୍ୱୀପରେ ଥିବା ଏକ ରେସର୍ଟ ଟାଉନ (Lowcountry resort town) । କ୍ୟାପଟେନ ଉଇଲିଅମ ହିଲଟନଙ୍କ ନାମାନୁସାରେ ଏହି ଦ୍ୱୀପର ନାମକରଣ ହୋଇଛି ଯିଏ ସନ ୧୬୬୩ରେ ପୋର୍ଟ ରୟଲ ସାଉଣ୍ଡର ପ୍ରବେଶ ପଥରେ ଏକ ହେଡଲ୍ୟାଣ୍ଡ ଥିବା ଚିହ୍ନଟ କରିଥିଲେ ଯାହାକୁ ମ୍ୟାପ ତିଆରି କରିବା ବ୍ୟକ୍ତିମାନେ "ହିଲଟନସ ହେଡଲ୍ୟାଣ୍ଡ" ନାମକରଣ କରିଥିଲେ । ଆଟଲାଣ୍ଟିକ ସାଗର କୂଳରେ ଏହି ଦ୍ୱୀପ ୧୨ ମାଇଲ ବା ୧୯ କିମି ବ୍ୟାପୀ ରହିଛି ଓ ଏହା ଏକ ଲୋକପ୍ରିୟ ଛୁଟି କାଟିବା ସ୍ଥଳ ରୂପେ ପରିଚିତ ହୋଇଛି । ସନ ୨୦୦୪ରେ ପ୍ରାୟ ୨.୨୫ ନିୟୁତ ଆଗନ୍ତୁକ ଏଠାକୁ ଆସି ପ୍ରାୟ ୧.୫ବିଲିଅନ ଡଲାର ଏଠାରେ ଖର୍ଚ୍ଚ କରିଥିଲେ । ୨୦୧୦ର ଜନଗଣନା (2010 census) ଅନୁସାରେ ବର୍ଷ ବ୍ୟାପି ଲୋକସଂଖ୍ୟା ୩୭,୦୯୯ ଥିଲା । ଗ୍ରୀଷ୍ମ ଛୁଟିରେ ଏହାର ଲୋକସଂଖ୍ୟା ପ୍ରାୟ ୧୫୦,୦୦୦ ହୋଇଯାଏ । ବିଗତ ଦଶ ବର୍ଷରେ ଏହାର ଲୋକସଂଖ୍ୟା ୩୨% ବଢ଼ିଛି । ହିଲଟନ ହେଡ ଦ୍ୱୀପ ଏକ ମେଟ୍ରୋପଲିଟାନ ଏରିଆରେ (Hilton Head Island-Bluffton-Beaufort metropolitan area) ଅଛି ଯାହାର ସନ ୨୦୧୫ ଜନସଂଖ୍ୟା ଅନୁସାରେ ପ୍ରାୟ ୨୦୭,୪୧୩ ଥିଲା ଓ ଏହା ମଧ୍ୟରେ ହିଲଟନ ହେଡ ଦ୍ୱୀପ ଏକ ସହର ହୋଇ ତିଷ୍ଠିରହିଛି ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ହାଇକୁ (俳句) listen ଜାପାନୀ କବିତାର ଏକ ଛୋଟ ପ୍ରକାର । ଏଥିରେ ଜଥାକ୍ରମେ ୫, ୭, ୫ ଉଚ୍ଚାରଣ ଥିବା ବାକ୍ୟ ରଖାଯାଏ । ଓଡ଼ିଆରେ ହାଇକୁ ଲେଖା ୧୯୮୬ରୁ ପ୍ରାରମ୍ଭ । ସର୍ବପ୍ରଥମେ ଡ.ଭଗବତ ଶରଣ ଅଗ୍ରୱାଳଦ୍ୱାରା ସଂପାଦିତ "ହାଇକୁ ଭାରତୀ" ନାମକ ହିନ୍ଦୀ ହାଇକୁ ପତ୍ରିକାରେ ଡ.ଲକ୍ଷ୍ମଣ ପ୍ରସାଦ ନାଏକ, ପ୍ରଦୀପ କୁମାର ଦାଶ "ଦୀପକ" ଓ ମଞ୍ଜରୀ ଜେମାଙ୍କ ଓଡ଼଼ିଆ ହାଇକୁ ଉଲ୍ଲେଖିତ ଓ ପ୍ରକାଶିତ ହୋଇଛି । ରାଜେନ ଜୟପୁରିଆ, ଅଜୟ ମାହାଳା, ନିହାର ବେହରା ମଧ୍ୟ ଓଡିଆ ହାଇକୁକାର ଭାବେ ସୁପରିଚିତ ହୋଇଛନ୍ତି । ଓଡିଆରେ 'ହାଇକୁ ଚତୁଷ୍କ', 'ଘୁଞ୍ଚୁ ନ ଥିବା ଜହ୍ନ' ଓ 'କାଶତଣ୍ଡୀର ହସ' ନାମକ ହାଇକୁ ସଂଗ୍ରହ ଗୁଡିକ ମଧ୍ୟ ପ୍ରକାଶ ଳାଭ କରିଛି ।
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ୱୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶ ଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀର ଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।୧୯୫୬ ମସିହାରେ ଜଲାଲୁଦ୍ଦୀନ୍ ମୋହମଦ୍ ଆକବର୍, ଯିଏ ମହାନ୍ ଆକବର ନାମରେ ପ୍ରସିଦ୍ଧ, ତାଙ୍କର ପଦଗ୍ରହଣ ସହିତ ଏହି ସାମ୍ରାଜ୍ୟର ଉକ୍ତୃଷ୍ଟ ସମୟ ଆରମ୍ଭ ହେଲା ଓ ସମ୍ରାଟ୍ ଆଉରଙ୍ଗଜେବଙ୍କ ନିଦ୍ଧନ ସହିତ ଶେଷ ହେଲା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଆଣ୍ଟିବଡି ବା ପ୍ରତିଦ୍ରବ୍ୟ ବା ପ୍ରତିପିଣ୍ଡ ବା ଏବି (ଇଂରାଜୀ ଭାଷାରେ An antibody (Ab)), ଆଉ ମଧ୍ୟ ଇମ୍ମୁନୋଗ୍ଲୋବ୍ୟୁଲିନ ବା ଆଇଜି (ଇଂରାଜୀ ଭାଷାରେ immunoglobulin (Ig)), ଏକ ବଡ଼ 'Y' ଆକାରର ପୁଷ୍ଟିସାର ବା ପ୍ରୋଟିନ ଯାହା ମୂଖ୍ୟତଃ ପ୍ଲାଜମା ଜୀବକୋଷଦ୍ୱାରା (plasma cell) ପ୍ରସ୍ତୁତ ହୁଏ ଓ ଇମ୍ମ୍ୟୁନ ସିସ୍ଟମଦ୍ୱାରା (immune system) ରୋଗସୃଷ୍ଟିକାରୀ ଜୀବାଣୁ ବା ଭୂତାଣୁମାନଙ୍କୁ (viruses) ନିଷ୍ଟ୍ରଭ କରିଦିଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ମାନବିକ ଅଧିକାରସମୂହ ନୈତିକ ନିୟମାବଳୀ ବା ମାନଦଣ୍ଡ ମନୁଷ୍ୟର ଆଚରଣର ନିର୍ଦ୍ଦିଷ୍ଟ ମାନକ ବର୍ଣ୍ଣନା କରେ ଏବଂ ନିୟମିତ ଭାବେ ପୌର ଓ ଆନ୍ତର୍ଜାତିକ ଆଇନର ପ୍ରାକୃତିକ ଏବଂ ଆଇନଗତ ଅଧିକାର ଭାବେ ସୁରକ୍ଷିତ ରଖାଯାଏ । ସେଗୁଡ଼ିକ ସାଧାରଣତଃ ଅବିଚ୍ଛେଦ୍ୟ, ମୌଳିକ ଅଧିକାର "ଯାହା ଜଣେ ବ୍ୟକ୍ତି କେବଳ ଜଣେ ମଣିଷ ହୋଇଥିବାରୁ ଆପେଆପେ ପାଇଥାଏ" ଏବଂ ଯାହା ସେମାନଙ୍କ ବୟସ, ଜନ୍ମଦେଶ, ଅବସ୍ଥିତି, ଭାଷା, ଧର୍ମ, ଜନ୍ମଜାତି ବା ଅନ୍ୟ କୌଣସି ସ୍ଥିତି ନିର୍ବିଶେଷରେ "ସମସ୍ତ ମଣିଷଙ୍କ ସହଜାତ" । ସେସବୁ ସବୁଠି ଓ ସଦା ସାର୍ବଜନୀନତା ଗ୍ରହଣୀୟ ଓ ସେସବୁ ସମସ୍ତଙ୍କ ପାଇଁ ସମାନ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus' ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କ୍ଷୀରଚୋରା ଗୋପୀନାଥ ମନ୍ଦିର ରେମୁଣାରେ ଅବସ୍ଥିତ । ଏହା ବାଲେଶ୍ୱରଠାରୁ ୯ କିମି ପୂର୍ବରେ ହାଉଡ଼ା ଓ ଭୁବନେଶ୍ୱର ମଝିରେ ପଡ଼େ । ରେମୁଣା ନାମଟି ରମଣୀୟ ଶବ୍ଦରୁ ଆସିଛି ଜାହାର ଅର୍ଥ ସୁନ୍ଦର । କ୍ଷୀରଚୋରା ଗୋପୀନାଥ ମନ୍ଦିର ଓଡ଼ିଶାର ହିନ୍ଦୁ ମନ୍ଦିରମାନଙ୍କ ଭିତରେ ଏକ ଜଣାଶୁଣା ଏବଂ ପ୍ରସିଦ୍ଧ ଆନ୍ତର୍ଜାତୀୟ ମନ୍ଦିର । ଏହା ଗଙ୍ଗବଂଶର ରାଜା ଲାଙ୍ଗୁଳା ନରସିଂହଦେବଙ୍କଦ୍ୱାରା ତିଆରି କରାଯାଇଥିଲା ଯେକି ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମାଣ କରିଥିଲେ । ବୃନ୍ଦାବନର ତିନି ଠାକୁର ଶ୍ରୀ ମଦନମୋହନ(ସମ୍ବନ୍ଧ ତତ୍ତ୍ୱ), ଶ୍ରୀ ଗୋବିନ୍ଦ(ଅବିଧେୟ ତତ୍ତ୍ୱ), ଶ୍ରୀ ଗୋପୀନାଥ(ପ୍ରୟୋଜନ ତତ୍ତ୍ୱ)ଭଳି ଏଠାରେ ଏହି ତିନି ଠାକୁର ବିରାଜିତ ହୋଇଥିବାରୁ ଏହାକୁ ପୂର୍ବ ଭାରତର ଗୁପ୍ତ ବୃନ୍ଦାବନ ଧାମ ମଧ୍ୟ କୁହାଯାଏ ରେମୁଣାର ଗଛଲତା ଭରା ଏକ ଶୀତଳ ପରିବେଶ ଭିତରେ ଗୋପୀନାଥ ପୂଜା ପାଇଥାନ୍ତି । ବର୍ଷ ସାରା ଏହି ମନ୍ଦିରକୁ ଅନେକ ଭକ୍ତଙ୍କ ସୁଅ ଛୁଟିଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଘୁମୁସର ବିଦ୍ରୋହ(୧୮୧୫-୧୮୫୬)ଏକ ଆଦିବାସୀ କନ୍ଧ ଜନଜାତିର ବିଦ୍ରୋହ । ଏହା ଓଡ଼ିଶା ଇତିହାସର ଏକ ଗୁରୁତ୍ୱପୂର୍ଣ ଘଟଣା । ଏହି ଆନ୍ଦୋଳନ କେବଳ ରାଜନୈତିକ ଓ ସାମରିକ କାରଣଦ୍ୱାରା ଆବଦ୍ଧ ନୁହେଁ ବରଂ ସାମଜିକ, ଅର୍ଥନୈତିକ, ପ୍ରଶାସନିକ ଓ ଧର୍ମୀୟ କାରଣ ଯୋଗୁଁ ମଧ୍ୟ ସଂଘଟିତ ହୋଇଥିଲା । ଇଁରେଜ ସରକାରଙ୍କ ବିରୋଧରେ ଘୁମୁସର ବିଦ୍ରୋହକୁ ନେତୃତ୍ୱ ନେବାରେ ଯେଉଁ କେତେକ ଦେଶପ୍ରେମୀ ନିଜ ଜୀବନକୁ ଉତ୍ସର୍ଗ କରି ଅମର ହୋଇଛନ୍ତି ତନ୍ମଧ୍ୟରୁ କମଳଲୋଚନ ଦୋରା ବିଷୋୟୀ ଓ ଚକରା ବିଷୋୟୀ ଅନ୍ୟତମ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।