ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପ୍ରାଣୀ, ସାଧାରଣତଃ ବହୁକୋଷିକା ବିଶିଷ୍ଟ ଏକ ୟୁକେରୀୟୋଟିକ (eukaryotic) ଜୀବ ଅଟନ୍ତି । ପ୍ରାଣୀମାନଙ୍କ ଅଧ୍ୟୟନକୁ ପ୍ରାଣୀ ବିଜ୍ଞାନ କୁହାଯାଏ । ଗଛଗୁଡ଼ିକ ଶକ୍ତି ପ୍ରାପ୍ତ କରିବା ପାଇଁ ସୂର୍ଯ୍ୟାଲୋକର ବ୍ୟବହାର କରିଥାନ୍ତି, କିନ୍ତୁ ପ୍ରାଣୀମାନେ ସେଭଳି କରିନଥାନ୍ତି । ପ୍ରାଣୀମାନେ ଅନ୍ୟ ଜୀବିତ ବସ୍ତୁଠାରୁ ଶକ୍ତି ପ୍ରାପ୍ତ କରିବାପାଇଁ ବିଭିନ୍ନ ଉପାୟର ବ୍ୟବହାର କରନ୍ତି । ସେମାନେ ସାଧାରଣତଃ ଅନ୍ୟ ଜୀବନ୍ତ ବସ୍ତୁକୁ ଖାଇଥାନ୍ତି । ପ୍ରାଣୀ କିମ୍ବା ଜନ୍ତୁ "ଆନିମାଲିଆ" (Animalia) କିମ୍ବା "ମେଟାଜୋଆ" (Metazoa) ଜଗତ (ଜୀବ ବିଜ୍ଞାନ)ର ବହୁକୋଷିକୀୟ ଜନ୍ତୁସମ ପୋଷଣ ପ୍ରଦର୍ଶନ କରୁଥିବା ଏବଂ ୟୁକେରୀୟୋଟିକ ଜୀବର ଏକ ମୁଖ୍ୟ ସମୂହ ଅଟେ । ଜନ୍ମହେବା ପରେ ଯେପରି କୌଣସି ପ୍ରାଣୀ ବଡ଼ ହୁଏ , ତାହାର ଶାରୀରିକ ଯୋଜନା ନିର୍ଦ୍ଧାରିତ ରୂପେ ବିକଶିତ ହେବାରେ ଲାଗିଥାଏ । କିଛି ପ୍ରାଣୀ ଜୀବନରେ ଆଗକୁ ଯାଇ କାର୍ଯ୍ୟାନ୍ତରଣ /ରୂପାନ୍ତରଣ (metamorphosis) ପକ୍ରିୟାରେ ଅତିକ୍ରମ କରିଥାନ୍ତି । ଅଧିକାଂଶ ଜନ୍ତୁ ଗତିଶୀଳ ହୋଇଥାନ୍ତି, ଅର୍ଥାତ ସ୍ୱତନ୍ତ୍ର ରୂପେ ଗତି କରିପାରନ୍ତି ।
ଇତିହାସ ( ଗ୍ରୀକ୍ରୁ ἱστορία , "historia" ଯାହାର ଅର୍ଥ ହେଉଛି "ଅନୁସନ୍ଧାନ; ଅନୁସନ୍ଧାନଦ୍ୱାରା ପ୍ରାପ୍ତ ଜ୍ଞାନ ") ହେଉଛି ଅତୀତର ଅଧ୍ୟୟନ | ଲେଖିବା ପଦ୍ଧତିର ଉଦ୍ଭାବନ ପୂର୍ବରୁ ଉପୁଜୁଥିବା ଇଭେଣ୍ଟସମୂହ ବିବେଚିତ ହୋଇଥାଏ prehistory । "ଇତିହାସ" ହେଉଛି ଏକ ଛତା ଶବ୍ଦ (umbrella term) ଯାହା ଅତୀତର ଘଟଣା ସହିତ ସ୍ମୃତି, ଆବିଷ୍କାର, ସଂଗ୍ରହ, ସଂଗଠନ, ଉପସ୍ଥାପନା, ଏବଂ ଏହି ଘଟଣାଗୁଡ଼ିକ ବିଷୟରେ ସୂଚନାର ବ୍ୟାଖ୍ୟା ସହିତ ଜଡିତ | ଐତିହାସିକ ଉତ୍ସଗୁଡିକ ବ୍ୟବହାର କରି ଐତିହାସିକମାନେ ଅତୀତକୁ ସ୍ଥାନିତ କରନ୍ତି ଯେପରିକି ଲିଖିତ ଡକ୍ୟୁମେଣ୍ଟ୍, ମୋଉଖିକ ଆକାଉଣ୍ଟ୍, ଇକୋଲୋଜିକାଲ୍ ମାର୍କର୍ ଏବଂ କଳା ଏବଂ କଳାକୃତି ସହିତ ବସ୍ତୁ |
ଆଣ୍ଡିଜ ବା ଆଣ୍ଡିଜ୍ ପର୍ବତମାଳା (ଇଂରାଜୀରେ Andes ବା Andean Mountains, ସ୍ପେନୀୟ ଭାଷାରେ Cordillera de los Andes) ଦକ୍ଷିଣ ଆମେରିକା ମହାଦେଶରେ ଅବସ୍ଥିତ ଓ ବିଶ୍ୱର ଦୀର୍ଘତମ ପର୍ବତମାଳା ଭାବେ ଖ୍ୟାତ । ବିଶ୍ୱର ସର୍ବୋଚ୍ଚ ପର୍ବତମାଳାମାନଙ୍କ ବର୍ଗରେ ଆଣ୍ଡିଜ ହିମାଳୟ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛି । ଏହି ପର୍ବତମାଳା ପ୍ରାୟ ୭୦୦୦ କିଲୋମିଟର ଲମ୍ବା, ଏହାର ପ୍ରସ୍ଥ ୨୦୦ରୁ ୭୦୦ କିଲୋମିଟର ଏବଂ ଏହାର ହାରାହାରି ଉଚ୍ଚତା ୪୦୦୦ ମିଟର । ଆଣ୍ଡିଜ ପର୍ବତମାଳା ଦକ୍ଷିଣ ଆମେରିକାର ୭ଟି ଦେଶରେ ବ୍ୟାପି ରହିଛି ଏବଂ ଉତ୍ତରରୁ ଦକ୍ଷିଣକୁ ଏହି ସବୁ ଦେଶ ହେଲେ ଭେନେଜୁଏଲା, କଲମ୍ବିଆ, ଇକ୍ୱେଡର, ପେରୁ, ବଲିଭିଆ, ଚିଲି ଏବଂ ଆର୍ଜେଣ୍ଟିନା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ଵାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଲୁଣ ବା ସାଧାରଣ ଲୁଣ (ଇଂରାଜୀ ଭାଷାରେ Common salt) ବା ଟେବୁଲ ସଲ୍ଟ ଏକ ପ୍ରାକୃତିକ ରାସାୟନିକ ଯୌଗିକ ପଦାର୍ଥ ଯାହାର ରାସାୟନିକ ନାମ ସୋଡ଼ିଅମ କ୍ଲୋରାଇଡ (NaCl) ଓ ଏହା ଏକ ବୃହତ୍ତର ଲବଣ ଶ୍ରେଣୀର ଅନ୍ତର୍ଭୁକ୍ତ । ପ୍ରାକୃତିକ ଲୁଣକୁ ରକ୍ ସଲ୍ଟ ବା ସୈନ୍ଧବ ଲବଣ କୁହାଯାଏ । ସମୁଦ୍ର ଜଳରେ ପ୍ରଚୁର ପରିମାଣରେ ଲୁଣ ଥାଏ ଓ ଏହା ତାହାର ମୂଖ୍ୟ ଉପାଦାନ । ସମୁଦ୍ର ଜଳର ପ୍ରତି ଲିଟରରେ ପ୍ରାୟ ୩୫ ଗ୍ରାମ କଠିନ ଲୁଣ ଥାଏ ଓ ଏହାର ଲବଣତା ୩.୫% ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଗଙ୍ଗାଧର ପ୍ରଧାନ (୧ ଜୁନ ୧୯୨୯ - ୧୬ ମଇ ୨୦୧୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁନ୍ଦରଗଡ଼ ଓ ତଳସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋମାଂସ (ବିଫ୍, ଗୋରୁମାଂସ ଓ ହଡ଼ା ମାଂସ ଭାବେ ମଧ୍ୟ ଜଣା) ଖାଦ୍ୟ ଭାବେ ବ୍ୟବହୃତ ବିଶେଷ କରି କଙ୍କାଳରୁ ନିଆଯାଇଥିବା ଗୋରୁମାନଙ୍କ ମାଂସକୁ ବୁଝାଏ । ପ୍ରାକୈତିହାସିକ ସମୟରୁ ମଣିଷମାନେ ଗୋମାଂସ ଖାଇଆସୁଛନ୍ତି । ଗୋମାଂସରେ ଉଚ୍ଚମାନର ପୁଷ୍ଟିସାର ଓ ଅନ୍ୟାନ୍ୟ ଖାଦ୍ୟସାର ରହିଛି ।ଗୋମାଂସ କଙ୍କାଳ ମାଂସ ସାଧାରଣତଃ ରୋଷ୍ଟ, ଛୋଟ ରିବ ଓ ଷ୍ଟେକ ଭାବେ କଟାଯାଇଥାଏ (ଏସବୁ ଫିଲେଟ ମିଗନୋନ, ସରଲୋଇନ ଷ୍ଟେକ, ରମ୍ପ ଷ୍ଟେକ, ରିବ ଷ୍ଟେକ, ରିବ ଆଇ ଷ୍ଟେକ, ହ୍ୟାଙ୍ଗର ଷ୍ଟେକ ଆଦି ନାମରେ ଜଣା) ଓ ବାକି କଟା ପ୍ରଣାଳୀରେ ମାଂସକୁ ବିଭିନ୍ନ ପ୍ରକ୍ରିୟାକରଣ କରାଯାଇଥାଏ (ଯଥା କର୍ଣଡ଼ ବିଫ ଓ ବିଫ ଜର୍କି) । ସସେଜରେ ବୟସ୍କ (ତେଣୁ ଶକ୍ତ) ଗୋରୁମାଂସକୁ ଟ୍ରିମିଂ ମିଶାଇ ଗୁଣ୍ଡକରି, ଛୋଟ ଛୋଟ ଖଣ୍ଡ କରି କାଟି (ମିନ୍ସିଂ) ବ୍ୟବହାର କରାଯାଇଥାଏ ।କେତେକ ବ୍ଲଡ଼ ସସେଜରେ ରକ୍ତ ମଧ୍ୟ ବ୍ୟବହାର ହୋଇଥାଏ । ଅନ୍ୟାନ୍ୟ ଅଙ୍ଗପ୍ରତଙ୍ଗ ଓ ଓଫାଲ ଯଥା ଗୋରୁ ଲାଞ୍ଜ, ଯକୃତ, ଜିଭ, ପାକସ୍ଥଳୀ କାନ୍ଥମାଂସ ଆଦି ପାକନଳୀ ଓ ରୁମେନ ଏବଂ ଗ୍ରନ୍ଥୀ (ବିଶେଷ କରି ଅଗ୍ନାଶୟ ଓ ଥାଇମସ ଯାହା ସୁଇଟବ୍ରେଡ଼ ନାମରେ ମଧ୍ୟ ଜଣା) ମଧ୍ୟ ଖିଆଯାଇଥାଏ ।ଏଥି ସହିତ ହୃତପିଣ୍ଡ, ମସ୍ତିଷ୍କ (ବୋଭାଇନ ସ୍ପଞ୍ଜିଫର୍ମ ଏନସେଫାଲୋପାଥି ବା BSE ଯାହା ମ୍ୟାଡ଼ କାଓ ଡିଜିଜ ବା "ପାଗଳ ଗୋରୁ ରୋଗ" ନାମରେ ଜଣା ରୋଗ ହେଉଥିବାରୁ ଏହା ଖାଇବା ବାରଣ କରାଯାଏ), ବୃକକ, ଓ ଷଣ୍ଢର ଅଣ୍ଡକୋଷ (ଯୁକ୍ତରାଷ୍ଟ୍ର ଆମେରିକାରେ କାଫ ଫ୍ରାଇସ, ପ୍ରେଇରେ ଓଏଷ୍ଟର ଏବଂ ରକି ମାଉଁଣ୍ଟେନ ଓଏଷ୍ଟର ନାମରେ ଜଣା) ଆଦି ମଧ୍ୟ ଖିଆଯାଏ । କେତେକ ପାକନଳୀ ରନ୍ଧାହୋଇ ଯଥାରୀତି ଖିଆଯାଏ ଓ କେତେକ ପ୍ରାକୃତିକ ସସେଜର ଖୋଳ ଭାବେ ବ୍ୟବହାର ହୁଏ ।ହାଡ଼ଗୁଡ଼ିକ ବିଫ ଷ୍ଟକ ଭାବେ ବ୍ୟବହାର କରାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆସାମରେ ଜନ୍ମିତ ଭୁପେନ ହଜାରିକା ଜଣେ ଭାରତୀୟ ପ୍ରଚ୍ଛଦପଟ ଗାୟକ, ଗୀତିକାର, ସଂଗୀତଜ୍ଞ, କବି ତଥା ଚଳଚ୍ଚିତ୍ର ନିର୍ମାତା ଥିଲେ । ମୁଖ୍ୟତଃ ଆସାମ ଭାଷାରେ ତାଙ୍କ ଦ୍ୱାରା ଲିଖିତ ଗୀତଗୁଡିକ ମାନବିକତା ଏବଂ ସର୍ବଭାରତୀୟ ଭାତୃଭାବ ନିମନ୍ତେ ଜଣାଶୁଣା । ତାଙ୍କର ଏହି ଗୀତଗୁଡିକ ଅନେକ ଭାଷାରେ,ବିଶେଷତଃ ବଙ୍ଗଳା ଏବଂ ହିନ୍ଦୀରେ ଅନୁବାଦ ଏବଂ ଗାନ କରାଯାଇଛି । ସାମ୍ପ୍ରଦାୟିକ ବନ୍ଧୁତା, ସର୍ବଭାରତୀୟ ନ୍ୟାୟ ଏବଂ ସମବେଦନା ଉପରେ ଆଧାରିତ ତାଙ୍କର ଗୀତଗୁଡ଼ିକ ଆସାମ (ଭାରତ), ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଲୋକମାନଙ୍କ ମଧ୍ୟରେ ବିଶେଷ ଲୋକପ୍ରିୟ | ସେ ଆସାମ ଏବଂ ଉତ୍ତର ପୂର୍ବ ଭାରତର ସଂସ୍କୃତି ଏବଂ ଲୋକ ସଂଗୀତକୁ ଜାତୀୟ ସ୍ତରରେ ହିନ୍ଦୀ ସିନେମା ମାଧ୍ୟମରେ ପରିଚିତ କରାଇଥିଲେ । ସେ ୧୯୭୫ରେ ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶନା ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ସଂଗୀତ ନାଟକ ଏକାଡେମୀ ପୁରସ୍କାର (୧୯୮୭), ପଦ୍ମଶ୍ରୀ (୧୯୭୭), ପଦ୍ମଭୂଷଣ (୨୦୦୧), ଏବଂ ଦାଦା ସାହେବ ଫାଲକେ ପୁରସ୍କାର (୧୯୯୨) ପାଇଥିଲେ | ତାଙ୍କୁ ୨୦୧୨ ମସିହାରେ ଭାରତର ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପଦ୍ମଭୂଷଣ, ଏବଂ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନ ପ୍ରଦାନ କରାଯାଇଥିଲା । ହଜାରିକା ଡିସେମ୍ବର ୧୯୯୮ରୁ ଡିସେମ୍ବର ୨୦୦୩ ପର୍ଯ୍ୟନ୍ତ "ସଂଗୀତ ନାଟକ ଏକାଡେମୀ" ର ଅଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କଳିକେଶ ନାରାୟଣ ସିଂହଦେଓ (ଜନ୍ମ: ୨୬ ମଇ ୧୯୭୪) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ବିଜୁ ଜନତା ଦଳର ଜଣେ ନେତା ।ତାଙ୍କ ବାପା ଅନଙ୍ଗ ଉଦୟ ସିଂହଦେଓ ଏବଂ ଜେଜେବାପା ରାଜେନ୍ଦ୍ର ନାରାୟଣ ସିଂହଦେଓ ଉଭୟ ରାଜନୀତିଜ୍ଞ ଥିଲେ । ତାଙ୍କ ଜେଜେ ରାଜେନ୍ଦ୍ର ନାରାୟଣ ସିଂହଦେଓ ୦୮.୦୩.୧୯୬୭ ଠାରୁ ୦୯.୦୧.୧୯୭୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । କଳିକେଶ ଡେରାଡୁନ୍ର ଡୁନ୍ ସ୍କୁଲରେ ପାଠ ପଢ଼ୁଥିଲେ । ଏହାପରେ ସେ ଦିଲ୍ଲୀର ସେଣ୍ଟ ସ୍ଟିଫେନ କଲେଜରୁ ଅର୍ଥଶାସ୍ତ୍ରରେ ସ୍ନାତକ କରିଥିଲେ ।ସାଂସଦ ହେବାପୂର୍ବରୁ କଳିକେଶ ଓଡ଼ିଶା ବିଧାନ ସଭାର କନିଷ୍ଠ ସଦସ୍ୟ ଭାବରେ ୨୦୦୪ରେ ବିଧାୟକ ଭାବରେ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜୀବାଣୁ (ଇଂରାଜୀ ଭାଷାରେ Bacteria ( (listen); ବିଶେଷ୍ୟ ବ୍ୟାକ୍ଟେରିଆ, ଏକବଚନ ବ୍ୟାକ୍ଟେରିଅମ)) ଏକ ପ୍ରକାର ଜୀବକୋଷ । ଏହା ଏକ ବିରାଟ ପ୍ରୋକାରିଓଟିକ ଅଣୁଜୀବମାନଙ୍କର ସମଷ୍ଟି । ସ୍ୱଭାବିକ ଭାବରେ ଏମାନଙ୍କର ଦୈର୍ଘ୍ୟ ଅଳ୍ପ କେତେକ ମାଇକ୍ରୋମିଟ ହୋଇଥାଏ ଓ ବାସିଲସ ବା କୋକସ ହେଉ, ସେମାନଙ୍କର ସାଧାରଣ ଜୀବକୋଷର ଆକୃତି ଥାଏ । ପୃଥିବୀ ପୃଷ୍ଠରେ ଜୀବାଣୁ ପ୍ରଥମେ ସୃଷ୍ଟି ହୋଇଥିଲେ ଓ ଏବେ ସୁଦ୍ଧ ପ୍ରତ୍ୟେକ ବାସସ୍ଥାନରେ ଏମାନଙ୍କୁ ଦେଖିବାକୁ ମିଳେ । ଏମାନେ ମାଟିରେ, ଜଳରେ, ଉଷ୍ଣପ୍ରସ୍ରବଣରେ , ତେଜସ୍କ୍ରିୟ-ବର୍ଜ୍ଯବସ୍ତୁରେ ରହନ୍ତି, ଭୂ-ପୃଷ୍ଠର ଗଭୀର ଜୈବମଣ୍ଡଳରେ ମଧ୍ୟ ରହନ୍ତି । ପ୍ରାଣୀ ଓ ଉଦ୍ଭିଦମାନଙ୍କ ସହିତ ପରଜୀବୀ ସମ୍ପର୍କ ରଖି ମଧ୍ୟ ରହନ୍ତି । ଅଧିକାଂଶ ଜୀବାଣୁଙ୍କର ପରିଚୟ ଅଜ୍ଞାତ ଥିଲେ ମଧ୍ୟ ପ୍ରାୟ ୨୭% ଜୀବାଣୁଙ୍କୁ ପରୀକ୍ଷାଗାରରେ ରଖି ବୃଦ୍ଧି କରାଯାଇ ପାରୁଛି । ଜୀବାଣୁମାନଙ୍କ ଅନୁଶୀଳନ କରାଯାଉଥିବା ବିଜ୍ଞାନକୁ ଜୀବାଣୁ ବିଜ୍ଞାନ ଯାହା ଅଣୁଜୀବ ବିଜ୍ଞାନର ଏକ ଶାଖା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ସୁଶାନ୍ତ କୁମାର ମହାନ୍ତି ଏବେ ସମାଜର କାର୍ଯ୍ୟକାରୀ ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପ୍ରତି ବର୍ଷ ଅକ୍ଟୋବର ୯ ତାରିଖକୁ ବିଶ୍ୱ ଡାକ ଦିବସ ଭାବେ ପାଳନ କରାଯାଏ । ୧୮୭୪ ମସିହା ଏହି ଦିନ ସ୍ୱିଜରଲ୍ୟାଣ୍ଡର ରାଜଧାନୀ ବର୍ନଠାରେ ୟୁନିଭର୍ସାଲ୍ ପୋଷ୍ଟାଲ୍ ୟୁନିଅନ୍ ପ୍ରତିଷ୍ଠା ହୋଇଥିଲା । ୧୯୬୯ ମସିହାରେ ଜାପାନ୍ର ଟୋକିଓଠାରେ ଆୟୋଜିତ ୟୁନିଭର୍ସାଲ୍ ପୋଷ୍ଟାଲ୍ କଂଗ୍ରେସରେ ଏହି ଦିବସ ପାଳନ ପାଇଁ ଘୋଷଣା କରାଗଲା । ସେହି ଦିନଠାରୁ ସାରା ବିଶ୍ୱର ସମସ୍ତ ଦେଶ ଏହି ଦିବସକୁ ବିଶ୍ୱ ଡାକ ଦିବସ ରୁପେ ପାଳନ କରିବା ପାଇଁ ଯୋଗଦାନ କରୁଛନ୍ତି । ଅନେକ ଦେଶର ଡାକ ବିଭାଗ ଏହି ଦିନ କିଛି ନୂଆ ଡାକ ସାମଗ୍ରୀ କିମ୍ବା ନୂଆ ଡାକସେବା ମଧ୍ୟ ପ୍ରଚଳନ କରିଥାନ୍ତି । ସାରା ବିଶ୍ୱରେ ଡାକ ସାମଗ୍ରୀ ଓ ଡାକ ସେବାର ପ୍ରୋତ୍ସାହନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ । ସମସ୍ତ ଦେଶ ନିରନ୍ତର ବିକାଶ ଲକ୍ଷକୁ ପ୍ରାପ୍ତ କରିବା ପାଇଁ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି, ଯାହାର ଉଦ୍ଦେଶ୍ୟ ଭୋକ, ଦାରିଦ୍ର୍ୟ, ଅସମାନତା ଓ ଅନ୍ୟାୟ ବିରୁଦ୍ଧରେ ଲଢେଇ ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ଉଚିତ ପଦକ୍ଷେପ ଗ୍ରହଣ କରିବା । ଏହି ବିଶ୍ୱସ୍ତରୀୟ ପଦକ୍ଷେପରେ ବିକାଶ ପାଇଁ ଆଧାରିକ ସଂରଚନା ଯୋଗାଇ ଦେବାରେ ଡାକର ଭୂମିକା ଖୁବ୍ ଗୁରୁତ୍ୱପୁର୍ଣ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ବ୍ୟାୟାମ ଏକ ଶାରୀରିକ କ୍ରିୟା ଯାହାଦ୍ୱାରା ଦେହ ସୁସ୍ଥ ଓ କାର୍ଯ୍ୟକ୍ଷମ ହୋଇଥାଏ । ମନୁଷ୍ୟ ବିଭିନ୍ନ ଇଚ୍ଛା ପୁରଣ ନିମନ୍ତେ ବ୍ୟାୟାମ କରେ ଯଥା ଓଜନ କମେଇବା ବା ସ୍ଥିର ରଖିବା, ମାଂସପେଶୀ ସୁଦୃଢ଼ କରିବା, କ୍ରୀଡ଼ା କୌଶଳରେ ଶୀର୍ଷକୁ ଯିବା, ନିର୍ଦ୍ଦିଷ୍ଟ ଗଣ୍ଠିମାନଙ୍କୁ ଚଳନକ୍ଷମ ରଖିବା ଓ ଆନନ୍ଦ ପାଇବା ନିମନ୍ତେ କରାଯାଏ । ନିୟମିତ ଓ ବାରମ୍ବାର ବ୍ୟାୟାମ କଲେ ଇମ୍ମ୍ୟୁନ ରୋଗ ପ୍ରତିରେଧକ ଶକ୍ତି ବଢ଼ିଥାଏ ତଥା ହୃତ୍ପିଣ୍ଡ ଓ ରକ୍ତନଳି ରୋଗ, ଟାଇପ ୨ ଡାଏବେଟିସ ଓ ମେଦ ବହୁଳତା ଆଦି ରୋଗମାନଙ୍କୁ ପ୍ରତିରୋଧ ହୋଇଥାଏ । ବ୍ୟାୟାମଦ୍ୱାରା ମାନସିକ ସ୍ୱାସ୍ଥ୍ୟ ମଧ୍ୟ ଭଲ ରହେ, ବିଷାଦ ଦୂର ହୁଏ, ଯୁକ୍ତାତ୍ମକ ମନୋବଳ ବୃଦ୍ଧି ହୁଏ ଏବଂ ସୁସ୍ଥ ଶରୀରର ଯୌନକ୍ଷମତା ବୃଦ୍ଧି ହୁଏ । ଶିଶୁ ମେଦ ବହୁଳତା ବିଶ୍ୱବ୍ୟାପୀ ଏକ ଚିନ୍ତାର ବିଷୟ । ଏହାର ବିବିଧ ଉପକାରୀତାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ କର୍ମୀମାନେ ବ୍ୟାୟାମର ଉପକାରୀତାକୁ "ଆଶ୍ଚର୍ଯ୍ୟଜନକ" ବା "ଚମତ୍କାର" ଔଷଧ ଭାବେ ଅଭିହିତ କରିଥାନ୍ତି ।।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ବିମାନ ଏକ ଏପରି ଯନ୍ତ୍ର ଅଟେ ଯାହା ମାନବକୁ ଆକାଶରେ ଉଡ଼ିବାର ଆଉ ଯାତ୍ରା କରିବାର ସ୍ୱାଧିନତା ଦେଇଥାଏ । ଏହା ମୁଖ୍ୟତ ମାନବ ଚାଳିତ ଅଟେ । ପୁରାତନ କାଳରୁ ନେଇ ଆଜି ପର୍ଯ୍ୟନ୍ତ ବିମାନର ମହତ୍ୱ ରହି ଆସିଅଛି । ରାମାୟଣ ହେଉ କି ମହାଭାରତ ହେଉ, ବେଦ ହେଉ କି ଜଇନ ଗ୍ରନ୍ଥାବଳି ହେଉ ସବୁ ଜାଗାରେ ବିମାନ କଥା ରହି ଆସିଛି। ଆଉ ଆଜିର ଆଧୁନିକ ଯୁଗରେ ବି ବିମାନ ଜୀବନର ଏକ ଅଭିନ୍ନ ଅଙ୍ଗ ପାଲଟି ଯାଇଛି। ଏହି ଆଧୁନିକ ବିମାନ ପ୍ରଥମେ ରାଇଟ ଭାଇମାନେ (ଓରଭିଲ ଆଉ ବିବର ରାଇଟ) ସଫଳତାର ସହିତ ୧୯୦୩ ମସିହା ଡିସେମ୍ବର ମାସ ୧୭ ତାରିଖ ଦିନ ତିଆରି କରି ଉଡ଼ାଇ ଥିଲେ। ଅଉ ତା' ପରେ ବିମାନ ସବୁ ଉନ୍ନତରୁ ଉନ୍ନତତର ହେବାକୁ ଲଗିଲ। ପରବର୍ତ୍ତୀ ସମୟରେ ଯାତାୟତ ଠୁ ଆଗକୁ ବଢ଼ି ଯୁଦ୍ଧରେ ବ୍ୟବହାର ହେବାକୁ ଲଗିଲା । ଯୁଦ୍ଧ ବିମାନ ମୁଖ୍ୟତ ଆକାଶରୁ ବୋମା, ବିସ୍ଫୋଟକ ଓ ତୋପ ଗୋଳା ପକାଇବା ନିମନ୍ତେ ବ୍ୟବହାର ହୁଏ। ଆଜି ପର୍ଯ୍ୟନ୍ତ ପକାଯାଇଥିବ ସବୁଠୁ ଶକ୍ତିସାଳି ପରମାଣୁ ବୋମା ବି ଏହି ଯୁଦ୍ଧ ବିମାନ ସାହାଯ୍ୟରେ ଜାପାନ ଉପରେ ପକାଯାଇଥିଲା । ଆଜି ଯୁଦ୍ଧ ବିମାନ କୌଶଳ ବହୁତ ଆଗକୁ ବଢ଼ିଯାଇଛି । ମାନବ ରହିତ ଠୁ ଆରମ୍ଭକରି ଧ୍ୱନି ଠାରୁ ଦୃତ ଗତିରେ ଯିବାବାଲା ଯୁଦ୍ଧ ବିମାନ ବାହାରିଲାଣି । ଖାଲି ଯୁଦ୍ଧ ବିମାନ କାହିଁକି ଯାତ୍ରୀବାହି ବିମାନବି ଆଜି ବହୁତ ଉନ୍ନତ ହୋଇଯାଇଛି। ୧୯୬୯ରୁ ୨୦୦୩ ପର୍ଯ୍ୟନ୍ତ ଚାଲିଥିବା ଯାତ୍ରୀବାହୀ ବିମାନ କଂକୋଡ଼ ଦୁନିଆର ସବଠୁ ଦୃତଗାମି ବିମାନ ଥିଲା। ଏହା ଧ୍ୱନି ଠାରୁ ଅଧିକ ଗତିରେ ଯଇପାରୁଥିଲା। କିନ୍ତୁ ଯାନ୍ତ୍ରିକ ସମସ୍ୟା କରଣରୁ ୨୦୦୩ରେ ଏହାକୁ ବନ୍ଦ କରିଦିଆ ଗଲା । ଯାତ୍ରୀବାହି ବିମାନ ପୁର୍ଣ୍ଣ ଭାବେ ମାନବ ରହିତ ନହେଲେ ବି ଏହାକୁ କିଛି ସମୟ ପାଇଁ ଚାଳକକୁ ଚାପ ମୁକ୍ତ କରିବା ନିମନ୍ତେ ସ୍ୱଚାଳିତ କରିହେଉଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭୁତାଣୁ ଏକ ସଂକ୍ରାମକ ଏଜେଣ୍ଟ ବା ପ୍ରତିନିଧି (infectious agent) ଯାହା କେବଳ ଜୀବନ୍ତ କୋଷ ଭିତରେ ରେପ୍ଲିକେଟ (replicates) କରେ । ଏହା ପ୍ରାଣୀ ବୃକ୍ଷଠାରୁ ଆରମ୍ଭ କରି ଜୀବାଣୁ (bacteria) ଓ ଅଣୁଜୀବ ପର୍ଯ୍ୟନ୍ତ ସମସ୍ତ ପ୍ରକାର ଜୀବନ୍ତ ସୃଷ୍ଟିକୁ ସଂକ୍ରମଣ କରିପାରେ ।ସନ ୧୮୯୨ରେ ଡିମିଟ୍ରି ଇଭାନୋଭସ୍କି (Dmitri Ivanovsky) ଲେଖିଥିବା ଆଲେଖ୍ୟରେ ଅଣ-ଜୀବାଣୁ ରୋଗସୃଷ୍ଟିକାରକ ଗୁଡ଼ିକ ଟୋବାକୋ ଗଛକୁ ସଂକ୍ରମଣ କରିବା ଓ ସନ ୧୮୯୮ରେ ମାର୍ଟିନସ ବିଜେରିଙ୍କ (Martinus Beijerinck) ଟୋବାକୋ ମୋଜାଇକ ଭୁତାଣୁ ଆବିଷ୍କାର ପର୍ଯ୍ୟନ୍ତ ପ୍ରାୟ ୫୦୦ ପ୍ରଜାତିର ଭୁତାଣୁମାନଙ୍କର ସବିଶେଷ ବର୍ଣ୍ଣନା କରାଯାଇଥିଲେ ମଧ୍ୟ ନିୟୁତ ନିୟୁତ ପ୍ରଜାତିର ଭୁତାଣୁ ଅଛନ୍ତି । ପୃଥିବୀର ପ୍ରତ୍ୟେକ ଇକୋସିସ୍ଟମରେ ସର୍ବାଧିକ ସଂଖ୍ୟାରେ ଏହି ଭୁତାଣୁ ବିଦ୍ୟମାନ ଅଛନ୍ତି । ଭୁତାଣୁ ଅନୁଶୀଳନକୁ ଭାଇରୋଲୋଜି (virology) କୁହାଯାଏ ଯାହା ମାଇକ୍ରୋବାୟୋଲୋଜିର (microbiology) ଏକ ଶାଖା ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ବିଶ୍ୱ ଦୃଷ୍ଟି ଦିବସ ପ୍ରତିବର୍ଷ ଡିସେମ୍ବର ମାସର ଦ୍ଵୀତିୟ ଗୁରୁବାର ଦିନ ବିଶ୍ୱ ସାରା ପାଳିତ ହୁଏ । ଚକ୍ଷୁ ରୋଗ ଓ ଦୃଷ୍ଟିଶକ୍ତିଜନିତ ସମସ୍ୟାର ପ୍ରତିରୋଧ ତଥା ପ୍ରତିକାର ପାଇଁ ବିଶ୍ୱବାସୀଙ୍କ ମଧ୍ୟରେ ଜନ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ । ବିଶ୍ୱ ଦୃଷ୍ଟି ଦିବସ ଦୃଷ୍ଟିହୀନତା ରୋକିବା ପ୍ରୟାସକୁ ଉତ୍ସାହିତ କରିବାର ଗୁରୁତ୍ୱକୁ ଦର୍ଶାଏ । ଭାରତ ପରିପ୍ରେକ୍ଷୀରେ ଶତକଡା ଅଶୀଭାଗ ଅନ୍ଧତ୍ୱକୁ ଏଡାଯାଇପାରିବ (ପ୍ରତିରୋଧଯୋଗ୍ୟ ଏବଂ/କିମ୍ବା ଚିକିତ୍ସା ଯୋଗ୍ୟ); ୫ ଜଣଙ୍କ ମଧ୍ୟରୁ ୪ ଜଣଙ୍କର ଦୃଷ୍ଟିହୀନତା ଚିକିତ୍ସା ଦ୍ଵାରା ଭଲ କରା ହୋଇପାରେ । "ବିଶ୍ୱ ଦୃଷ୍ଟି ଦିବସ" ଏକ ମାଧ୍ୟମ ଯାହାଦ୍ଵାରା ବ୍ୟକ୍ତିବିଶେଷ ତଥା ସମ୍ପ୍ରଦାୟଙ୍କୁ ଦୃଷ୍ଟିହୀନତା ଦୂରକରିବା ଏବଂ ଦୃଷ୍ଟିହୀନତାକୁ ଏଡାଇବା ପାଇଁ ବିଭିନ୍ନ ପ୍ରତିଷେଧକ ପଦକ୍ଷେପ ଆରମ୍ଭ କରିବାକୁ ଏକ ପ୍ଲାଟଫର୍ମ ମିଳିଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଏକକୋଷୀ ଜୀବ, ମାତ୍ର ଗୋଟିଏ କୋଷରେ ଗଢା ହୋଇଥାଏ। ଏକକୋଷୀମାନଙ୍କୁ ଦୁଇଟି ଶ୍ରେଣୀରେ ବିଭକ୍ତ କରାଯାଇଛି, ଯଥା - ପ୍ରାକ୍-ନ୍ଯଷ୍ଟୀୟକ ଏବଂ ସୁନ୍ଯଷ୍ଟୀୟକ। ସମସ୍ତ ପ୍ରାକ୍-ନ୍ଯଷ୍ଟୀୟକମାନେ ଏକକୋଷୀ ଏବଂ ବ୍ଯାକ୍ଟେରୀଆ ଓ ଆର୍କିଆ ଏହିପରି ଦୁଇ ଶ୍ରେଣୀରେ ବିଭକ୍ତ। ଏକକୋଷୀ ସୁନ୍ଯଷ୍ଟୀୟକମାନେ ହେଉଛନ୍ତି ପ୍ରାକ୍ଜୀବ, ଏକକୋଷୀ ଶୈବାଳ, ଏକକୋଷୀ କବକ, ଇତ୍ଯାଦି। ଏକକୋଷୀ ଜୀବମାନଙ୍କୁ ସର୍ବପୂରାତନ ଜୀବରୂପ ଭାବରେ ବିବେଚନା କରାଯାଏ, ପ୍ରାକ୍କୋଷର ଆନୁମାନିକ ଉତ୍ପତ୍ତି ପ୍ରାୟ ୩.୮ ରୁ ୪ ବୃନ୍ଦ-ବର୍ଷ-ପୂର୍ବେ ହୋଇଥିଲା।କେତେକ ପ୍ରାକ୍-ନ୍ଯଷ୍ଟୀୟକ ଏକତ୍ର ରହି କୋଲୋନି ଗଠନ କରିଥାନ୍ତି, କିନ୍ତୁ ସେମାନେ କୌଣସି ଗୋଟିଏ କାମ ପାଇଁ ବିକଶିତ ହୋଇନଥାନ୍ତି। ଏହିପରି ଜୀବମାନେ ଏକାଠି ରହନ୍ତି ସତ କିନ୍ତୁ ନିଜ ନିଜର କାର୍ଯ୍ୟ ନିଜେ କରିଥାନ୍ତି। ଅପରପକ୍ଷେ ସରଳତମ ବହୁକୋଷୀ ଜୀବମାନଙ୍କ କୋଷମାନେ ପରସ୍ପର ଉପରେ ନିର୍ଭର କରଥାନ୍ତି।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।ସାହିତ୍ୟିକ ଧନେଶ୍ୱର ସାମଲଙ୍କ ଜନ୍ମ ହୋଇଥିଲା ୧୯୩୨ ମସିହା ଡିସେମ୍ବର ମାସ୩୧ ତାରିଖରେ । ଜନ୍ମସ୍ଥାନ: ଅବିଭକ୍ତ କଟକ ଜିଲ୍ଲାର ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରିନଙ୍ଗଳ ଗ୍ରାମ ପଞ୍ଚାୟତର ବାହାଦୂର ନଗର ଗ୍ରାମରେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।