ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜାପାନୀ ସାମ୍ରାଜ୍ଯ (大日本帝国; ଦାଇ ନିପ୍ପୋଁ ତେକୋକୁ) ଏକ ଐତିହାସିକ ଜାତିରାଜ୍ଯ ଅଟେ ଯାହାର ଅନେକ ଉପନିବେଶ, ସଂରକ୍ଷିତ ରାଜ୍ଯ, ତଥା ଆଜ୍ଞାଦେଶ ରହିଥିଲା । ଏହା ୧୮୬୮ ମସିହାର ମେଇଜୀ ପୁନରୁଦ୍ଧାରଣଠାରୁ ଆରମ୍ଭ କରି 1947 ସମ୍ବିଧାନର କାର୍ଯ୍ୟକାରୀ ହେବାପର୍ଯ୍ୟନ୍ତ ତିଷ୍ଠି ରହିଥିଲା ।ମେଇଜୀ ପୁନରୁଦ୍ଧାରଣ କାଳରେ ଫୁକୋକୁ କ୍ଯୋହେଇ (富国強兵) ବା "ଦେଶକୁ ସଶକ୍ତ କର, ସୈନ୍ଯବାହିନୀକୁ ସଶକ୍ତ କର" ଏବଂ ଶୋକୁସାନ କୋଗ୍ଯୋ (殖産興業) ବା "ଶିଳ୍ପକୁ ପ୍ରତ୍ସାହନ ଦିଅ" ଆଦି ନାରା ଲୋକପ୍ରିୟ କରାଯାଇ ଜାପାନର ଦ୍ରୁତଗତିରେ ଆଧୁନିକୀକରଣ କରାଗଲା । ଫଳରେ ଖୁବ୍ ଶୀଘ୍ର ଜାପାନ ଏକ ବିଶ୍ୱ ମହାଶକ୍ତିରେ ପରିଣତ ହେଲା । ପ୍ରଥମ ଚୀନୀ-ଜାପାନୀ ଯୁଦ୍ଧ, ବୋକ୍ସର ବିଦ୍ରୋହ, ଋଷୀୟ-ଜାପାନୀ ଯୁଦ୍ଧ ତଥା ପ୍ରଥମ ବିଶ୍ୱଯୁଦ୍ଧ ପରେ ଜାପାନୀ ଔପନିବେଶିକ ସାମ୍ରାଜ୍ଯର ଅଭ୍ଯୁଦୟ ହେଲା । ୧୯୨୦ ମସିହାର ଅର୍ଥନୈତିକ ଓ ରାଜନୈତିକ ଅସ୍ଥିରତା ଯୋଗୁଁ ଜାପାନରେ ସୈନ୍ଯବାଦ, ରାଷ୍ଟ୍ରବାଦ, ସର୍ବବାଦ ଆଦି ପ୍ରତିଷ୍ଠିତ ହେଲା ଏବଂ ଏହା ଦ୍ୱିତୀୟ ବିଶ୍ୱଯୁଦ୍ଧ ଅକ୍ଷଶକ୍ତି ସପକ୍ଷରେ ଲଢି ଏସୀୟ-ପ୍ରଶାନ୍ତ ଅଞ୍ଚଳର ଅନେକ ସ୍ଥାନ ଅଧିକାର କଲା ।ଜାପାନୀ ସୈନ୍ଯବାହିନୀ ଦ୍ୱିତୀୟ ଚୀନୀ-ଜାପାନୀ ଯୁଦ୍ଧ (୧୯୩୭-୧୯୪୫) ଏବଂ ପ୍ରଶାନ୍ତ ଯୁଦ୍ଧରେ ବହୁଳ ସଫଳତା ଲାଭକଲେ । ୧୯୪୨ ମସିହାରୁ, ବିଶେଷକରି ମିଦ୍ୱେ ଓ ଇସାତାବୁ ଲଢେଇରେ ପରାସ୍ତ ପରେ ଜାପାନ ଏକ ପ୍ରତିରକ୍ଷା ପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିବାକୁ ବାଧ୍ଯ ହେଲା । ଆମେରିକୀୟ ଦ୍ୱୀପ ଡିଆଁ ଯୋଜନାର ସଫଳତା ଯୋଗୁଁ ଜାପାନ ଧିରେ ଧିରେ ନିଜର ସମସ୍ତ ଅଧିକୃତ ଅଞ୍ଚଳ ହରାଇ ବସିଲା । ଆମେରିକୀୟମାନେ କ୍ରମେ ଇୱୋ ଜିମା ଓ ଓକିନାୱା ଦ୍ୱୀପ ଅଧିକାର କଲେ, ଫଳରେ ଜାପାନୀ ମୁଖ୍ଯ ଭୂମି ଅସୁରକ୍ଷିତ ହୋଇଗଲା । ଆମେରିକୀୟ ସେନା ଜାପାନ ଅଧିକାରର ଯୋଜନା କରିସାରିଥିଲେ । କିନ୍ତୁ ୯ ଅଗଷ୍ଟ ୧୯୪୫ରେ ସୋଭିଏତର ଜାପାନ ବିରୁଦ୍ଧରେ ଯୁଦ୍ଧ ଘୋଷଣା, ତଥା ମାଞ୍ଚୁରିଆ ଓ ଅନ୍ଯାନ୍ଯ ଅଞ୍ଚଳର ଅଧିକାର ଏବଂ ହିରୋଶିମା ଓ ନାଗାସାକି ଉପରେ ବୋମା ବିସ୍ଫୋରଣ, ପରେ ଜାପାନ ଆତ୍ମସମର୍ପଣ କରିଦେଲା । ୨ ସେପ୍ଟେମ୍ବର ୧୯୪୫ରେ ପ୍ରଶାନ୍ତ ଯୁଦ୍ଧର ଆନୁଷ୍ଠାନିକ ଅନ୍ତ ହେଲା । ମିତ୍ରଶକ୍ତିର ଦ୍ୱାରା ଜାପାନ ଅଧିକୃତ ହେଲା । ୧୯୪୭ ମସିହାରେ, ଆମେରିକାର ହସ୍ତକ୍ଷେପରେ ଏକ ନୂଆ ସମ୍ବିଧାନ ଗୃହିତ ହେଲା, ଯାହା ଜାପାନୀ ସାମ୍ରାଜ୍ଯର ଆନୁଷ୍ଠାନିକ ଅନ୍ତ କରାଇଲା । ଜାପାନୀ ରାଜକୀୟ ସୈନ୍ଯବାହୀନି, ଜାପାନର ଆତ୍ମରକ୍ଷା ବଳରେ ପରିଣତ ହେଲା । ଅଧିକରଣ ଓ ପୁନଃସଂଗଠନ ୧୯୫୨ ମସିହା ପର୍ଯ୍ୟନ୍ତ ଚାଲିଲା, ଏବଂ ଶେଷରେ ଆଧୁନିକ ସାମ୍ୱିଧାନିକ ଏକତାନ୍ତ୍ରିକ ଜାପାନର ପ୍ରତିଷ୍ଠା ହେଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ତାରୀନ ଜାହାଁ (ଜନ୍ମ: ୨୬ ଜୁଲାଇ ୧୯୭୬) ଜଣେ ବାଂଲାଦେଶୀ ଅଭିନେତ୍ରୀ, ମଡେଲ ଏବଂ ଗାୟକ । ସେ ମୁଖ୍ୟତଃ ବଙ୍ଗଳାଦେଶୀ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଅଭିନୟ କରନ୍ତି । ୧୯୮୭ କିମ୍ବା ୧୯୮୮ ମସିହାରେ, ସେ ଅଭିନୟ, ନୃତ୍ୟ ଏବଂ ଉପସ୍ଥାପିକା ପାଇଁ ନିର୍ମିତ ହୋଇଥିବା ଏକ ଦୂରଦର୍ଶନ ପ୍ରତିଯୋଗିତା କାର୍ଯ୍ୟକ୍ରମ ନୂତନ୍ କୁରିରେ ପ୍ରଥମେ ଭାଗ ନେଇଥିଲେ । ସେବେଠାରୁ ସେ ଶିଶୁ କଳାକାର ଭାବରେ ଦୂରଦର୍ଶନରେ କାମ କରିବା ଆରମ୍ଭ କରିଥିଲେ । ସେ ମେରିଲ୍ ପ୍ରଥମ ଆଲୋ ପୁରସ୍କାର ୨୦୦୬, ୨୦୦୭ ଓ ୨୦୧୨ ମସିହାରେ ତିନିଥର ଜିତିଛନ୍ତି । ସେ ଦୁଇଟି କଥାଚିତ୍ରରେ କାମ କରିବା ସହ ଥରେ ବଙ୍ଗଳାଦେଶର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜିତିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଆବୁଲ କଲାମ ଆଜାଦ (୧୧ ନଭେମ୍ବର ୧୮୮୮- ୨୨ ଫେବୃଆରୀ ୧୯୫୮)ବା ମୌଲାନା ସୟୀଦ ଅବୁଲ କାଲାମ ଗୁଲାମ ମୁହିୟୁଦ୍ଦିନ ଅଦମଦ ବିନ ଖୈରୁଦ୍ଦିନ ଅଲ୍-ଦୁସୈନି ଆଜାଦ (ପୁରା ନାମ) ଥିଲେ ଜଣେ ଭାରତୀୟ ବୁଦ୍ଧିଜୀବି ତଥା ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମୟରେ ଜାତୀୟ କଂଗ୍ରେସର ବରିଷ୍ଠ ମୁସଲିମ ନେତା । ମୌଲାନ ଆଜାଦ ନାମରେ ପ୍ରସିଦ୍ଧ ଏହି ନେତା ଥିଲେ ସ୍ୱାଧୀନତା ପରବର୍ତ୍ତୀ ଭାରତରେ ସେ ପ୍ରଥମ ଶିକ୍ଷାମନ୍ତ୍ରୀ । ମୌଲାନା ହେଉଛି ତାଙ୍କୁ ପ୍ରଦତ୍ତ ଏକ ସମ୍ମାନାସ୍ପଦ ଉପାଧୀ ଏବଂ ସେ ତାଙ୍କ ନାମରେ ଆଜାଦ (ଅର୍ଥାତ- ମୁକ୍ତ) ଯୋଡିଦେଇଥିଲେ । ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଏକ ନୂତନ ରୂପରେଖ ଦେବାରେ ତାଙ୍କର ଅବଦାନକୁ ଚିର ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମ ଦିନକୁ ଭାରତରେ ଜାତୀୟ ଶିକ୍ଷା ଦିବସ ରୂପେ ପାଳନ କରାଯାଉଛି ।ଯୁବକ ସମୟରୁ ଆଜାଦ କବିତା ରଚନା କରିବା ତଥା ଧର୍ମ ଏବଂ ଦର୍ଶନ ସମ୍ବନ୍ଧୀୟ ଗ୍ରନ୍ଥ ରଚନା କରିବାରେ ସିଦ୍ଧହସ୍ତ ଥିଲେ । ଜଣେ ସାମ୍ବାଦିକ ଭାବେ ବ୍ରିଟିଶ ରାଜ ସମୟର ମହତ୍ତ୍ୱପୂର୍ଣ୍ଣ ଘଟଣା ସବୁର ସମୀକ୍ଷା କରିବା ସହ ଭାରତୀୟଙ୍କ ମନରେ ଜାତୀୟତା ଭାବ ଉଦ୍ରେକ କରିବାରେ ତାଙ୍କର ଅନେକ ଲେଖା ତତକାଳୀନ ସମୟରେ ବହୁ ବିଜ୍ଞ ବ୍ୟକ୍ତିଙ୍କଦ୍ୱାରା ଆଦୃତ ହେବା ସହ ତାଙ୍କର ପ୍ରଚଣ୍ଡ ବୁଦ୍ଧିମତ୍ତାର ପରିଚୟ ପ୍ରଦାନ କରିଥିଲା । ଖିଲାଫତ ଆନ୍ଦୋଳନର ନେତୃତ୍ୱ ନେବାବେଳେ ସେ ମହତ୍ମା ଗାନ୍ଧୀଙ୍କ ନିକଟ ସଂସ୍ପର୍ଶରେ ଆସିଥିଲେ । ଏହାପରେ ସେ ଗାନ୍ଧୀଙ୍କ ଅହିଂସା ତତ୍ତ୍ୱର ଏକ ଉତ୍ସାହୀ ସମର୍ଥକ ପାଲଟିଯାଇଥିଲେ ଏବଂ ସ୍ୱଦେଶୀ ଏବଂ ସ୍ୱରାଜ ସମ୍ବନ୍ଧରେ ଗାନ୍ଧୀଙ୍କ ବିଚାରଧାରା ପ୍ରଚାର କରିବାରେ ନିଜର ପ୍ରତିବଦ୍ଧତା ପରିପ୍ରକାଶ କରିଥିଲେ । ୧୯୨୩ ମସିହାରେ ମାତ୍ର ୩୫ ବର୍ଷ ବୟସରେ ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ପଦ ଅଳଂକୃତ କରି ନିଜର ଦକ୍ଷତା ପ୍ରତିପାଦନ କରିପାରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱାସ୍ଥ୍ୟ ଶବ୍ଦଟି ଜୀବନ୍ତ ପ୍ରାଣୀର କାର୍ଯ୍ୟ କ୍ଷମତା ବା ମେଟାବୋଲିକ ଦକ୍ଷତାର ସ୍ତରକୁ ଦର୍ଶାଏ । ମାନବ କ୍ଷେତ୍ରରେ ଏହା ବ୍ୟକ୍ତି ବା ଗୋଷ୍ଠୀର ଶାରୀରିକ, ମାନସିକ ଓ ସାମାଜିକ ଆହ୍ୱାନ ବା ଚାଲେଞ୍ଜକୁ ସମ୍ମୁଖୀନ ହେବାର ଦକ୍ଷତାକୁ ବୁଝାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର (WHO) ୧୯୪୮ ମସିହା କନସ୍ଟିଚ୍ୟୁସନରେ ଗୃହିତ ସଂଜ୍ଞା ଅନୁସାରେ ଏହା ଏକ ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଓ ସାମାଜିକ ଭଲ-ଅବସ୍ଥା ଓ କେବଳ ରୋଗ ତଥା ଅକ୍ଷମତାର ଅଭାବ ନୁହେଁ । ଏହି ସଂଜ୍ଞା ଗ୍ରହଣ କରିବାରେ ମଧ୍ୟ ମତଭେଦ ରହିଛି ବିଶେଷତଃ ଏହାର କାର୍ଯ୍ୟକାରୀ ମୂଲ୍ୟ ଓ "ସମ୍ପୁର୍ଣ୍ଣ" ଶବ୍ଦ ଉପରେ । ଅନ୍ୟ କେତେକ ସଂଜ୍ଞା ପ୍ରସ୍ତାବ ଥିବା ବେଳେ ଗୋଟିଏ ସାମ୍ପ୍ରତିକ ସଂଜ୍ଞା ସ୍ୱାସ୍ଥ୍ୟ ଓ ବ୍ୟକ୍ତିଗତ ସନ୍ତୋଷକୁ ସହମତି ମିଳିଛି । ବିଭିନ୍ନ ବର୍ଗୀକରଣ ପଦ୍ଧତି ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତିୟ ବର୍ଗୀକରଣ ପରିବାର (WHO Family of International Classifications), ଆନ୍ତର୍ଜାତୀୟ କାର୍ଯ୍ୟକାରୀତା, ଅକ୍ଷମତା ଓ ସୁସ୍ଥତା ବର୍ଗୀକରଣ(International Classification of Functioning ବାICF), ଆନ୍ତର୍ଜାତୀୟ ରୋଗ ବର୍ଗୀକରଣ (International Classification of Diseases ବା ICD) ସଂସ୍ଥାମାନଙ୍କଦ୍ୱାରା ସାଧାରଣତଃ ସ୍ୱାସ୍ଥ୍ୟର ମାପକାଠି ଓ ସଂଜ୍ଞା ନିରୁପଣ ନିମନ୍ତେ ବ୍ୟବହାର କରାଯାଉଛି ।
ଇଜାନାଗି (イザナギ) ବା ଇଜାନାକି (イザナキ) ଜାପାନୀ କିମ୍ବଦନ୍ତୀରେ ସୃଷ୍ଟିକର୍ତ୍ତା (କାମି) ଅଟନ୍ତି । ସେ ନିଜ ଭଉଣୀ-ସ୍ତ୍ରୀ ଇଜାନାମୀ ସହ ସ୍ୱର୍ଗ ଓ ପୃଥିବୀର ନିର୍ମାଣ ପରେ ଜନ୍ମ ହୋଇଥିଲେ । ଇଜାନାଗି ଓ ଇଜାନାମୀ ଉଭୟଙ୍କୁ ଜାପାନୀ ଦ୍ୱୀପପୁଞ୍ଜର ସୃଷ୍ଟିକର୍ତ୍ତା ବୋଲି ଶିଣ୍ଟୋବାଦରେ ଗ୍ରହଣ କରାଯାଇଛି । ଉଭୟ ଆମାତେରାଶୁଙ୍କ ପରି ଅନେକ ଦେବାଦେବୀଙ୍କ ଜନକ ଓ ଜନନୀ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କ ଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କ ମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥନୀତିୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥନୀତିୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଇଣ୍ଟରନେଟ୍ ଅଫ୍ ଥିଙ୍ଗ୍ସ, କିମ୍ବା ଆଇ ଓ ଟି ଯେଉଁଠାରେ ସାରା ବିଶ୍ୱର କୋଟି କୋଟି ଭୌତିକ ଉପକରଣ ବର୍ତ୍ତମାନ ଇଣ୍ଟରନେଟ୍ ସହିତ ସଂଯୁକ୍ତ । ସେମାନେ ସମସ୍ତେ ତଥ୍ୟ ସଂଗ୍ରହ ଏବଂ ଅଂଶୀଦାର କରୁଛନ୍ତି ।ଇଣ୍ଟରନେଟ୍ ଅଫ୍ ଥିଙ୍ଗ୍ସ ହେଉଛି ଭୌତିକ ବସ୍ତୁର ନେଟୱାର୍କ ଯାହା ଏମ୍ବେଡ୍ ଟେକ୍ନୋଲୋଜି ଧାରଣ କରି ଆଭ୍ୟନ୍ତରୀଣ ସ୍ଥିତି କିମ୍ବା ବାହ୍ୟ ପରିବେଶ ସହିତ ଯୋଗାଯୋଗ କରି ଥାଏ (ଗାର୍ଟନର୍ଙ୍କ ସଂଜ୍ଞା) । ଉପକରଣଗୁଡ଼ିକରେ ସେନ୍ସର ପରି ହାର୍ଡୱେର୍ ଅଛି, ଯାହା ତଥ୍ୟ ସଂଗ୍ରହ କରେ । ସେନ୍ସରଦ୍ୱାରା ସଂଗୃହିତ ତଥ୍ୟ କ୍ଲାଉଡ୍ ମାଧ୍ୟମରେ ଅଂଶୀଦାର ହୁଏ ଏବଂ ସଫ୍ଟୱେର୍ ସହିତ ଏକୀଭୂତ ହୁଏ ।ସଫ୍ଟୱେର୍ସ ତା ପରେ ଏକ ଆପ୍ କିମ୍ବା ୱେବସାଇଟ୍ ମାଧ୍ୟମରେ ତଥ୍ୟ ବିଶ୍ଳେଷଣ କରେ ଏବଂ ଉପଭୋକ୍ତାମାନଙ୍କୁ ପଠାଇଥାଏ । ନେଟୱର୍କରେ ତଥ୍ୟ ସ୍ଥାନାନ୍ତରିତ ହେଉଥିବାରୁ ଏହା ମଣିଷଠାରୁ ମନୁଷ୍ୟକୁ କିମ୍ବା ମଣିଷଠାରୁ କମ୍ପ୍ୟୁଟରର ପାରସ୍ପରିକ କଥାବାର୍ତ୍ତା ଆବଶ୍ୟକ କରେ ନାହିଁ । ତଥ୍ୟ ସଂଗ୍ରହ ପ୍ରକ୍ରିୟାକୁ ସହଜ ଏବଂ ଅଧିକ ଗତିଶୀଳ କରିବାରେ ସାହାଯ୍ୟ କରିବାକୁ ଆଇ ଓ ଟି କୃତ୍ରିମ ବୁଦ୍ଧିମତା (AI) ଏବଂ ମେସିନ୍ ଲର୍ନିଂର ମଧ୍ୟ ବ୍ୟବହାର କରିପାରିବି ।
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ୱାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ପାଇକମାନେ ଭାରତୀୟ ମୁକ୍ତି ସଂଗ୍ରାମର ସାମରିକ ପଦାତିକ ଯୋଦ୍ଧା ଥିଲେ । ଏମାନେ ମୁଖ୍ୟତଃ ଓଡ଼ିଶାର ଖୋର୍ଦ୍ଧା ଅଞ୍ଚଳର ଏବଂ ଭିନ୍ନ ଭିନ୍ନ ପେଶାଧାରୀ ଥିଲେ । କିନ୍ତୁ ଯୁଦ୍ଧ ସମୟରେ ଏମାନେ ସୈନିକର ଭୂମିକା ନେଉଥିଲେ । ଉତ୍କଳର ରାଜା ପ୍ରତାପରୁଦ୍ର ଦେବଙ୍କ ସମୟରେ ପାଇକମାନେ ଥିଲେ ଯୁଦ୍ଧର ମୁଖ୍ୟ ବଳ । ଇଟାକାର (ସାମରିକ ପାଇକ ନାଚ ପ୍ରଦର୍ଶନକାରୀ), ଫଡ଼ିକାର (ଧନୁର୍ଦ୍ଧାରୀ) ଓ ଧନୁକୀ ନାମରେ ପାଇକମାନେ ତିନି ଭାଗରେ ବିଭକ୍ତ । ପ୍ରକାଶନ କାଳ ଜଣାନଥିବା ପାଇକଖେଡ଼ା ନାମକ ଏକ ବହିରେ ପାଇକମାନଙ୍କ ବାବଦରେ ବିଶଦ ବର୍ଣ୍ଣନା ରହିଛି । ୭୦ ଜଣ ପାଇକଙ୍କ ଦଳକୁ ଭୂୟାଁ କୁହାଯାଏ । ସେହି ଭଳି ୨୭ ଜଣ ପାଇକଙ୍କୁ ନେଇ ଏଇ "ଦଳ" ଗଠିତ ହୁଏ ।
ଭଞ୍ଜ କିଶୋର ପଟ୍ଟନାୟକ(୧୯୨୨-୧୯୯୯) ଜଣେ ଓଡ଼ିଆ ନାଟ୍ୟକାର ଥିଲେ । ସ୍ୱାଧିନତା ପରବର୍ତ୍ତୀ ସମୟରେ ସେ ଓଡ଼ିଶାର ଜଣେ ଅଗ୍ରଣୀ ନାଟ୍ୟକାର ଥିଲେ । ସେ ୩୫ଟି ନାଟକ, ୮ଟି ଏକାଙ୍କିକା, ୪ଟି କ୍ଷୁଦ୍ରଗଳ୍ପ ପୁସ୍ତକ, କବିତା ଓ "ମରୁପଥୀକ" ନାମରେ ଏକ ଉପନ୍ୟାସ ରଚନା କରିଥିଲେ । ତାଙ୍କର ୧୨ଟି ନାଟକ ବେତାର ଓ ଦୂରଦର୍ଶନରେ ମଧ୍ୟ ପ୍ରସାରିତ ହୋଇଛି । "ଅଗ୍ନି-ପରୀକ୍ଷା" ନାଟକ ପାଇଁ ସେ ୧୯୫୮ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । "ଜୀବନର ଜୟଯାତ୍ରା" ତାଙ୍କର ଆତ୍ମଜୀବନୀ ।
କାର୍ତ୍ତିକ ମାସରେ ପୂର୍ଣ୍ଣିମା ପରେ ଚତୁର୍ଥ ଦିନରେ ଭାରତୀୟ ଉପମହାଦେଶର ହିନ୍ଦୁ ମହିଳାମାନେ ପାଳନ କରୁଥିବା ଏକ ପର୍ବ | ଅନେକ ହିନ୍ଦୁ ପର୍ବ ପରି, କରୱା ଚାଉଥ୍ ଚନ୍ଦ୍ର-ସୌର କ୍ୟାଲେଣ୍ଡର ଉପରେ ଆଧାରିତ ଯାହା ସମସ୍ତ ଜ୍ୟୋତିର୍ବିଜ୍ଞାନ ସ୍ଥିତି, ବିଶେଷତଃ ଚନ୍ଦ୍ରର ଅବସ୍ଥାନ ଯାହା ଗୁରୁତ୍ୱପୂର୍ଣ୍ଣ ତାରିଖ ଗଣିବା ପାଇଁ ଏକ ମାନକ(marker) ଭାବରେ ବ୍ୟବହୃତ ହୁଏ | ଏହି ପର୍ବ ପୂର୍ଣ୍ଣିମା ପରେ ଚତୁର୍ଥ ଦିନରେ, କାର୍ତ୍ତିକ ହିନ୍ଦୁ ଚନ୍ଦ୍ରଗ୍ରହଣ କ୍ୟାଲେଣ୍ଡର ମାସରେ ପଡେ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଥାଇଲ୍ୟାଣ୍ଡ, (ଆନୁଷ୍ଠାନିକ ନାମ ଥାଇଲ୍ୟାଣ୍ଡ ରାଜ୍ୟ) ଦକ୍ଷିଣ ପୂର୍ବ ଏସିଆର ଏକ ଦେଶ । ଏହା ପୂର୍ବରୁ ସିଆମ୍ ଭାବରେ ଜଣାଥିଲା। | ଇଣ୍ଡୋଚିନ୍ ଉପଦ୍ୱୀପର ମଧ୍ୟ ଭାଗରେ ଏହା ୭୬ ଟି ପ୍ରଦେଶକୁ ନେଇ ଗଠିତ । ଏହାର କ୍ଷେତ୍ରଫଳ ୫୧୩,୧୨୦ ବର୍ଗ କିଲୋମିଟର (୧୯୮,୧୨୦ ବର୍ଗ ମାଇଲ) ଏବଂ ଏହାର ଜନସଂଖ୍ୟା ୬୬ ନିୟୁତରୁ ଅଧିକ | କ୍ଷେତ୍ରଫଳ ଅନୁଯାୟୀ ଥାଇଲ୍ୟାଣ୍ଡ ହେଉଛି ବିଶ୍ୱର ୫୦ତମ ବୃହତ୍ତମ ଦେଶ ଏବଂ ବିଶ୍ ୨୨ ତମ ଜନବହୁଳ ଦେଶ |ବ୍ୟାଙ୍କକ୍ ହେଉଛି ଦେଶର ରାଜଧାନୀ ଏବଂ ବୃହତ୍ତମ ସହର | ଥାଇଲ୍ୟାଣ୍ଡର ଉତ୍ତରରେ ମ୍ୟାଁମାର ଏବଂ ଲାଓସ୍, ପୂର୍ବରେ ଲାଓସ୍ ଏବଂ କାମ୍ବୋଡିଆ, ଦକ୍ଷିଣରେ ଥାଇଲ୍ୟାଣ୍ଡ ଉପସାଗର ଏବଂ ମାଲେସିଆ ଏବଂ ପଶ୍ଚିମରେ ଆଣ୍ଡାମାନ ସାଗର ଏବଂ ମ୍ୟାଁମାରର ଦକ୍ଷିଣ ସୀମା ଅବସ୍ଥିତ | ଏହାର ସାମୁଦ୍ରିକ ସୀମା ଦକ୍ଷିଣ-ପୂର୍ବରେ ଥାଇଲ୍ୟାଣ୍ଡର ଉପସାଗର, ଭିଏତନାମ ଏବଂ ଦକ୍ଷିଣ-ପଶ୍ଚିମ ଦିଗରେ ଆଣ୍ଡାମାନ ସାଗରରେ ଇଣ୍ଡୋନେସିଆ ଏବଂ ଭାରତ ସହ ଅଛି | ଥାଇଲ୍ୟାଣ୍ଡ ହେଉଛି ଏକ ସାମ୍ବିଧାନିକ ରାଜତନ୍ତ୍ର ଏବଂ ସଂସଦୀୟ ଗଣତନ୍ତ୍ର; ସାମ୍ପ୍ରତିକ ଇତିହାସରେ, ଏହା ଏକାଧିକ ସାମରିକ ସତ୍ତା ପରିବର୍ତ୍ତନ ଏବଂ ସାମରିକ ଏକଛତ୍ରବାଦୀ ଶାସନ ଘଟିଛି|
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଦାସିଆ ବାଉରୀ ଶ୍ରୀ ଜଗନ୍ନାଥଙ୍କ ଜଣେ ପରମ ଭକ୍ତ । କେତେକ ଐତିହାସିକ ଓ ପୌରାଣିକ ତଥ୍ୟରୁ ଯାହା ଜଣାଯାଏ, ୧୫୦୦ ଶତାବ୍ଦୀ ବେଳକୁ ପୁରୀ ଜିଲ୍ଲାର ପିପିଲି ଅଞ୍ଚଳସ୍ଥ ବାଲିଗାଁରେ ଗୋଟିଏ ଗରୀବ ତନ୍ତୀ ପରିବାରରେ ଦାସିଆ ବାଉରୀ ଜନ୍ମ ଗ୍ରହଣ କରିଥିଲେ । ବାଲି ଗ୍ରାମର ଖଦାଳ ସାହିରେ ସେ ନିଜ ପରିବାର ସହ ବସବାସ କରୁଥିଲେ ।ବାଲ୍ୟ କାଳରୁ ହିଁ ସେ ଜଣେ ଜଗନ୍ନାଥ ପ୍ରେମୀ ଥିଲେ । ନିଜ ପରିବାରର ପାରମ୍ପରିକ ବୁଣାକାର ବୃତ୍ତି ବ୍ୟତୀତ, ଜଗନ୍ନାଥ ଭଜନ ଓ ଜଣାଣ ଲେଖିବାରେ ମଧ୍ୟ ତାଙ୍କର ରୁଚିଥିଲା । ଏହା ବ୍ୟତୀତ ସେ ଭାଗବତ, ଚଉତିସା ଓ ଭକ୍ତି ମାଳିକା ଭଳି ଗ୍ରନ୍ଥ ମଧ୍ୟ ରଚନା କରିଥିଲେ ।ସେହି ସମୟରେ ଗାଁ ଗହଳିରେ ସନ୍ଧ୍ୟା ସମୟରେ ଭାଗବତ ବାଣୀ ପ୍ରବଚନ ଦିଆଯାଉଥିଲା । ତେଣୁ ଗାଁ ଲୋକେ ସମ୍ମିଳିତ ଭାବେ ଏକାଠି ବସି ଭାଗବତ ପ୍ରବଚନ ଶୁଣୁଥିଲେ । କିନ୍ତୁ ନୀଚ ଓ ଅଛୁଆଁ ଜାତିରେ ଜନ୍ମ ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ସେଠାରେ ପ୍ରବେଶ ନିଷେଧ ଥିଲା । ଫଳ ସ୍ୱରୂପ ଦାସିଆ ବାଉରୀକୁ ମଧ୍ୟ ସେହି ସାମାଜିକ କୁପ୍ରଥାର ଶିକାର ହେବାକୁ ପଡ଼ିଥିଲା । କିନ୍ତୁ ଆଧ୍ୟାତ୍ମିକ ଚେତନାବାଦୀ ଦାସିଆ ବାଉରୀଙ୍କୁ ଏହାର କିଛି ପ୍ରଭାବ ପଡ଼ିନଥିଲା । ପ୍ରବଚନ ସ୍ଥଳୀର ଅନତି ଦୂରରୁ ଜଣେ ଉତ୍ସାହୀ ଶ୍ରୋତା ଭାବରେ ସେ ପ୍ରବଚନ ଶୁଣୁଥିଲେ । ଆନେକ ପୂରାଣ ଓ କିମ୍ବଦନ୍ତୀରେ ଭକ୍ତ ଦାସିଆ ବାଉରୀ ଓ ଭଗବାନଙ୍କ ଭାବ ସମ୍ପର୍କରେ ଅନେକ କିଛି ବର୍ଣ୍ଣିତ ହୋଇଅଛି ।
ପ୍ରଣବ ମୁଖାର୍ଜୀ (୧୧ ଡିସେମ୍ବର ୧୯୩୧ - ୩୧ ଅଗଷ୍ଟ ୨୦୨୦) ଭାରତର ୧୩ଶ ରାଷ୍ଟ୍ରପତି ଭାବେ ଜୁଲାଇ ୨୦୧୨ରୁ ୨୦୧୭ ଯାଏଁ କାର୍ଯ୍ୟଭାରରେ ସମ୍ଭାଳିଥିଲେ । ୧୯୩୫ ମସିହା ଡିସେମ୍ବର ୧୧ ତାରିଖରେ ପଶ୍ଚିମବଙ୍ଗର ବୀରଭୁମି ଜିଲ୍ଲାର ଏକ ମଫସଲ ଗ୍ରାମ ମିରାଟିଠାରେ ଏକ ବ୍ରାହ୍ମଣ ପରିବାରରେ ଜନ୍ମ ।ତାଙ୍କ ବାପା ନାମ କଦମ କିଙ୍କର ମୁଖାର୍ଜୀ ଏବଂ ମାଆଙ୍କ ନାମ ରାଜଲକ୍ଷୀ । ପ୍ରଣବ କଲିକତା ବିଶ୍ୱବିଦ୍ୟାଳୟରୁ ଇତିହାସ ଏବଂ ରାଜନୀତି ବିଜ୍ଞାନରେ ମାଷ୍ଟର ଡିଗ୍ରୀ ଏବଂ ଆଇନ ଡିଗ୍ରୀ ହାସଲ କରିଛନ୍ତି ।ତେବେ ସେ ପ୍ରଥମେ କଲିକତାର ଡେପୁଟି ଆକାଉଣ୍ଟାଣ୍ଟ ଜେନେରାଲରେ ଜଣେ କିରାଣି ଭାବେ କାମ କରୁଥିଲେ ।ପରେ ସେ କଲିକତା ସ୍ଥିତ ଇଣ୍ଡିଆନ୍ ଷ୍ଟାଟିଷ୍ଟିକାଲ୍ ଇନ୍ଷ୍ଟିଚ୍ୟୁଟର ଅଧକ୍ଷଭାବେ ନିଯୁକ୍ତି ପାଇଥିଲେ ।ଏହାପରେ ସେ ସାମ୍ବାଦିକତା ଏବଂ ଓକିଲାତିକୁ ନିଜର ପେଶାରୂପେ କିଛି ଦିନ ଆପଣେଇଥିଲେ ।
ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀର ନାମ ‘ହରି ଶୟନୀ’ ବା ପଦ୍ମା ଏକାଦଶୀ । ଆଷାଢ଼ ମାସ ଶୁକ୍ଳପକ୍ଷରେ ‘ହରି ଶୟନୀ ଏକାଦଶୀ’ ଦିନ ଯିଏ କମଳ ପୁଷ୍ପରେ କମଳଲୋଚନ ଭଗବାନ ବିଷ୍ଣୁଙ୍କ ପୂଜା ତଥା ଉତ୍ତମ ଏକାଦଶୀ ବ୍ରତ କରେ, ତା’ଦ୍ୱାରା ତିନିଲୋକ ଓ ତିନି ସନାତନ ଦେବତାଙ୍କ ପୂଜନ ହୋଇଥାଏ । ‘ହରିଶୟନୀ ଏକାଦଶୀ’ ଦିନ ଭଗବାନଙ୍କ ଗୋଟିଏ ସ୍ୱରୂପ ରାଜା ବଳିଙ୍କ ପାଖରେ ରହେ ଓ ଅନ୍ୟଟି କ୍ଷୀର ସାଗରରେ ଶେଷନାଗ ଶଯ୍ୟାରେ ଆଗାମୀ କାର୍ତ୍ତିକ ଏକାଦଶୀ ଆସିବା ପର୍ଯ୍ୟନ୍ତ ଶୟନ କରେ । ଏଣୁ ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ପର୍ଯ୍ୟନ୍ତ ମନୁଷ୍ୟ ଉତ୍ତମ ରୂପେ ଧର୍ମ ଆଚରଣ କରିବା ଉଚିତ । ଯେଉଁ ମନୁଷ୍ୟ ଏହି ବ୍ରତର ଅନୁଷ୍ଠାନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏଣୁ ଯତ୍ନପୂର୍ବକ ଏହି ଏକାଦଶୀ ବ୍ରତ କରିବା ଉଚିତ୍ । ଏକାଦଶୀ ରାତିରେ ଜାଗରଣ କରି ଶଙ୍ଖ, ଚକ୍ର ଓ ଗଦାଧାରୀ ଭଗବାନ ବିଷ୍ଣୁଙ୍କ ଭକ୍ତିପୂର୍ବକ ପୂଜା କରିବା ଉଚିତ । ଏହି ବ୍ରତ କରୁଥିବା ମନୁଷ୍ୟର ପୁଣ୍ୟର ଗଣନା କରିବାକୁ ସ୍ୱୟଂ ଚତୁର୍ମୁଖ ବ୍ରହ୍ମା ମଧ୍ୟ ଅସମର୍ଥ । ଯିଏ ଏହି ପ୍ରକାର ଭୋଗ ଓ ମୋକ୍ଷ ପ୍ରଦାନକାରୀ ସର୍ବପାପହାରୀ ଉତ୍ତମ ଏକାଦଶୀ ବ୍ରତ ପାଳନ କରେ, ସେ ଜାତିରେ ଚଣ୍ଡାଳ ହୋଇଥିଲେ ମଧ୍ୟ ସଂସାରରେ ସର୍ବଦା ବିଷ୍ଣୁଙ୍କର ଅତି ପ୍ରିୟ ହୋଇ ରହେ । ଯେଉଁ ମନୁଷ୍ୟ ଦୀପଦାନ, ପଳାଶ ପତ୍ରରେ ଭୋଜନ ଏବଂ ବ୍ରତ କରି ଚତୁର୍ମାସ ଅତିବାହିତ କରେ ସେ ମଧ୍ୟ ବିଷ୍ଣୁଙ୍କର ଅତି ପ୍ରିୟ । ଚତୁର୍ମାସରେ ଭଗବାନ ବିଷ୍ଣୁ ଶୋଇ ରହନ୍ତି, ଏଥିପାଇଁ ମନୁଷ୍ୟ ଭୂମିରେ ଶୟନ କରିବା ଉଚିତ । ଶ୍ରାବଣ ମାସରେ ଶାଗ, ଭାଦ୍ରବ ମାସରେ ଦହି, ଆଶ୍ୱିନ ମାସରେ ଦୁଧ ଏବଂ କାର୍ତ୍ତିକ ମାସରେ ଡାଲି ତ୍ୟାଗ କରିଦେବା ଉଚିତ । ଯିଏ ଚତୁର୍ମାସରେ ବ୍ରହ୍ମଚର୍ଯ୍ୟ ପାଳନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏକାଦଶୀ ବ୍ରତଦ୍ୱାରା ହିଁ ମନୁଷ୍ୟ ସବୁ ପାପରୁ ମୁକ୍ତ ହୋଇଯାଏ । ଏଣୁ ସର୍ବଦା ଏହି ବ୍ରତ କରିବା ଉଚିତ । ଏହା କଦାପି ଭୁଲିବା ଉଚିତ୍ ନୁହେଁ । ‘ଶୟନୀ’ ଓ ‘ବୋଧିନୀ’ ଏକାଦଶୀ ମଧ୍ୟରେ ଯେଉଁ କୃଷ୍ଣପକ୍ଷୀୟ ଏକାଦଶୀମାନ ପଡ଼େ, ଗୃହସ୍ଥ ପାଇଁ କେବଳ ତାହା ହିଁ ବ୍ରତ ରଖିବା ଯୋଗ୍ୟ । ଅନ୍ୟ ମାସର କୃଷ୍ଣପକ୍ଷୀୟ ଏକାଦଶୀ ଗୃହସ୍ଥ ପାଇଁ ବ୍ରତ ରଖିବା ଯୋଗ୍ୟ ନୁହେଁ । ଶୁକ୍ଳପକ୍ଷର ସମସ୍ତ ଏକାଦଶୀ କରିବା ଉଚିତ୍ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା ।ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢି ରଖିଦେଲି କିଏ ପଚାରିବ ମୂଲ !