ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଛାଞ୍ଚ:SDcatଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ଵାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସଂସ୍କୃତ (, संस्कृत-, saṃskṛta-, ସାଧାରଣତଃ संस्कृतम्, saṃskṛitam) ଦକ୍ଷିଣ ଏସିଆର ଏକ ଶାସ୍ତ୍ରୀୟ ଭାଷା । ଏହା ଇଣ୍ଡୋ-ୟୁରୋପୀୟ ଭାଷାଗୋଷ୍ଠୀର ଇଣ୍ଡୋ-ଆର୍ଯ୍ୟ ଶାଖାର ଏକ ଭାଷା । ଏହାର ପୂର୍ବବର୍ତ୍ତୀ ଭାଷାଗୁଡ଼ିକ ପ୍ରାକ୍ତନ ବ୍ରୋଞ୍ଜ ଯୁଗରେ ଉତ୍ତର-ପଶ୍ଚିମରୁ ବିସ୍ତାର ଲାଭ କଲାପରେ ଏହା ଦକ୍ଷିଣ ଏସିଆରେ ବ୍ୟାପୀଥିଲା । ସଂସ୍କୃତ ହିନ୍ଦୁ ଧର୍ମର ପବିତ୍ର ଭାଷା ଓ ଶାସ୍ତ୍ରୀୟ ହିନ୍ଦୁ ଦର୍ଶନ ଶାସ୍ତ୍ରରେ, ବୌଦ୍ଧ ଏବଂ ଜୈନ ଧର୍ମର ଐତିହାସିକ ପାଠ୍ୟରେ ବ୍ୟବହାର ହୋଇଥିଲା । ଏହା ପ୍ରାଚୀନ ଏବଂ ମଧ୍ୟଯୁଗୀୟ ଦକ୍ଷିଣ ଏସିଆରେ ଏକ ସଂଯୋଗ ଭାଷା ଥିଲା ଏବଂ ପ୍ରାରମ୍ଭିକ ମଧ୍ୟଯୁଗୀୟ ଯୁଗରେ ଦକ୍ଷିଣ ପୂର୍ବ ଏସିଆ, ପୂର୍ବ ଏସିଆ ଏବଂ ମଧ୍ୟ ଏସିଆକୁ ହିନ୍ଦୁ ଏବଂ ବୌଦ୍ଧ ସଂସ୍କୃତି ବ୍ୟାପିବା ପରେ ଏହା ଧର୍ମ ଏବଂ ଉଚ୍ଚ ସଂସ୍କୃତିର ଭାଷା ଏବଂ ଏହି କ୍ଷେତ୍ରରେ ରାଜନୈତିକ ଉଚ୍ଚବର୍ଗଙ୍କ ଭାଷାରେ ପରିଣତ ହୋଇଥିଲା । ଫଳରେ ବିଶେଷ କରି ବିଭିନ୍ନ ଦକ୍ଷିଣ ଏସିଆ, ଦକ୍ଷିଣପୂର୍ବ ଏସିଆ ଏବଂ ପୂର୍ବ ଏସିଆର ଭାଷାଗୁଡ଼ିକର ଔପଚାରିକ ଏବଂ ପରିବର୍ତ୍ତିତ ଶବ୍ଦାବଳୀ ଉପରେ ସଂସ୍କୃତ ସ୍ଥାୟୀ ପ୍ରଭାବ ପକାଇଥିଲା ।ସଂସ୍କୃତ ସାଧାରଣତଃ ଅନେକ ପୁରୁଣା ଇଣ୍ଡୋ-ଆର୍ଯ୍ୟ ଭାଷା ପ୍ରକାରକୁ ସୂଚାଏ । ଏହାର ସବୁଠାରୁ ପୁରୁଣା ହେଉଛି ଋକବେଦରେ ମିଳୁଥିବା ବୈଦିକ ସଂସ୍କୃତ । ତାହା ଖ୍ରୀ.ପୂ. ୧୫୦୦ ମସିହାରୁ ଖ୍ରୀ.ପୂ. ୧୨୦୦ ମସିହା ମଧ୍ୟରେ ରଚନା କରାଯାଇଥିବା ୧,୦୨୮ଟି ଶ୍ଳୋକକୁ ନେଇ ଗଠିତ ଓ ଏସବୁକୁ ବର୍ତ୍ତମାନର ଉତ୍ତର ପାକିସ୍ତାନ ଓ ଆଫଗାନିସ୍ତାନରୁ ଉତ୍ତର ଭାରତର ଆଡ଼କୁ ପୂର୍ବମୁଖୀ ହୋଇ ପ୍ରବାସ କରୁଥିବା ଇଣ୍ଡୋ-ଆର୍ଯ୍ୟ ଜନଜାତିମାନେ ରଚନା କରିଥିଲେ । ବୈଦିକ ସଂସ୍କୃତ ଭାରତୀୟ ଉପମହାଦେଶର ପୂର୍ବବର୍ତ୍ତୀ ପ୍ରାଚୀନ ଭାଷାମାନଙ୍କ ସହ ଆଦାନ ପ୍ରଦାନ କରିବା ବେଳେ ପ୍ରଥମ କରି ଭେଟିଥିବା ଗଛ ଏବଂ ପଶୁମାନଙ୍କ ନାମ ମଧ୍ୟ ଆହରଣ କରିଥିଲା । ଏହା ବ୍ୟତୀତ ପ୍ରାଚୀନ ଦ୍ରାବିଡ଼ ଭାଷାଗୋଷ୍ଠୀ ସଂସ୍କୃତର ଧ୍ୱନିବିଜ୍ଞାନ ଏବଂ ଗଠନକୁ ପ୍ରଭାବିତ କରିଥିଲେ । "ସଂସ୍କୃତ" ମଧ୍ୟ ଅତି ସାଧାରଣ ଭାବେ ଶାସ୍ତ୍ରୀୟ ସଂସ୍କୃତକୁ ସୂଚାଏ । ଶାସ୍ତ୍ରୀୟ ସଂସ୍କୃତ ଏକ ୧ମ ମସିହାର ମଧ୍ୟଭାଗରେ ଉତ୍ପନ୍ନ ହୋଇଥିବା ଏବଂ ପ୍ରାଚୀନ ବ୍ୟାକରଣଗୁଡ଼ିକ ମଧ୍ୟରେ ସବୁଠାରୁ ବ୍ୟାପକ ଭାବେ ପାଣିନୀଙ୍କ ଅଷ୍ଟାଧ୍ୟାୟୀଦ୍ୱାରା ("ଆଠଟି ଅଧ୍ୟାୟ") ମାନକୀକରଣ ହୋଇଥିଲା । କାଳିଦାସ ସଂସ୍କୃତ ଭାଷାର ସର୍ବଶ୍ରେଷ୍ଠ ନାଟ୍ୟକାର ଓ ସେ ଶାସ୍ତ୍ରୀୟ ସଂସ୍କୃତରେ ଲେଖୁଥିଲେ । ଆଧୁନିକ ଗଣିତର ମୂଳଦୁଆ ପ୍ରଥମେ ଶାସ୍ତ୍ରୀୟ ସଂସ୍କୃତରେ ବର୍ଣ୍ଣନା କରାଯାଇଥିଲା । ତେବେ ସଂସ୍କୃତରେ ରଚିତ ଦୁଇ ପ୍ରମୁଖ ମହାକାବ୍ୟ ମହାଭାରତ ଏବଂ ରାମୟଣ ବିଭିନ୍ନ ମୌଖିକ କାହାଣୀ ବର୍ଣ୍ଣନା ଶୈଳୀରେ ରଚିତ ଓ ଏହି ସଂସ୍କୃତକୁ ମହାକାବ୍ୟ ସଂସ୍କୃତ କୁହାଯାଉଥିଲା । ଏହା ଉତ୍ତର ଭାରତରେ ଖ୍ରୀ.ପୂ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ରୋଜୀ ଆଫସାରୀ (୨୩ ଅପ୍ରେଲ ୧୯୪୬ - ୯ ମାର୍ଚ୍ଚ ୨୦୦୭), ରୋଜୀ ସାମାଡ଼ ନାମରେ ମଧ୍ୟ ପରିଚିତ, ଜଣେ ବାଂଲାଦେଶୀ ଅଭିନେତ୍ରୀ ଥିଲେ । ସେ ମୁଖ୍ୟତଃ ବାଂଲାଦେଶର ବଙ୍ଗାଳୀ କଥାଚିତ୍ରରେ ଅଭିନୟ କରନ୍ତି । ୧୯୬୪ ମସିହାରୁ ସେ ବଙ୍ଗଳା କଥାଚିତ୍ରରେ ଅଭିନୟ କରିବା ଆରମ୍ଭ କରିଥିଲେ ଏବଂ ୧୯୭୫ ମସିହାରେ ଲାଥିଆଲ୍ ଚଳଚ୍ଚିତ୍ରରେ ତାଙ୍କର ଅଭିନୟ ପାଇଁ ତାଙ୍କୁ ବାଂଲାଦେଶ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ସହାୟକ ଅଭିନେତ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ବଙ୍ଗଳାଦେଶୀ କଥାଚିତ୍ର ସହିତ ଉର୍ଦ୍ଦୁ କଥାଚିତ୍ରରେ ମଧ୍ୟ ଅଭିନୟ କରୁଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସିଜରିଆନ ସେକସନ (ଇଂରାଜୀ ଭାଷାରେ Caesarean section ବା ସି-ସେକସନ/ C-section) ଏକ ଅପରେଶନ ଯାହାଦ୍ୱାରା ଏକ ବା ଏକାଧିକ ଗର୍ଭସ୍ଥ ଶିଶୁମାନଙ୍କର ପ୍ରସବ କରାଯାଏ । ଯୋନୀପଥ ପ୍ରସବଦ୍ୱାରା (vaginal delivery) ମାଆ ବା ଶିଶୁର କୌଣସି ସଙ୍କଟ ଆଶଙ୍କା ହେଉଥିଲେ ଏହି ଅପରେଶନ କରାଯାଏ । ଅବରୋଧିତ ପ୍ରସବ (obstructed labour), ଯମଜ ଗର୍ଭାବସ୍ଥା (twin pregnancy), ପ୍ରିଏକ୍ଲାମ୍ପସିଆ (high blood pressure), ବ୍ରିଚ ଜନ୍ମ (breech birth), ପ୍ଲାସେଣ୍ଟା (placenta) ସମସ୍ୟା, ନାଭି (umbilical cord) ନାଡ଼ ସମସ୍ୟା, ପେଲଭିସର (pelvis) ଆକୃତି ଓ ପୂର୍ବରୁ ସିଜରିଆନ ହୋଇଥିଲେ ଏହି ଅପରେଶନ ଆବଶ୍ୟକ ହୁଏ । ପୂର୍ବ ପ୍ରସବର ସିଜରିଆନ ସେକସନ ଇତିହାସ ଥିଲେ ମଧ୍ୟ ଯୋନୀପଥ ପ୍ରସବ କରିବାକୁ ଚେଷ୍ଟା କଲେ ସମ୍ଭବ ହୋଇପାରେ । ଗର୍ଭିଣୀ ମହିଳାଙ୍କ ଅନୁରୋଧକ୍ରମେ କେତେକ ସିଜରିଆନ କରାଯାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର (World Health Organization) ସୁପାରିସ ଅନୁସାରେ ଏହା ଡାକ୍ତରୀ ଆବଶ୍ୟକତା ଅନୁସାରେ ଓ ମାଆ ତଥା ଶିଶୁର ଜୀବନ ରକ୍ଷାକାରୀ ଅପରେଶନ ଭାବରେ କରାଯିବା ଉଚିତ ।ପ୍ରାୟ ୪୫ ମିନିଟ ସମୟରେ ସି-ସେକସନ ସମାପ୍ତ ହୁଏ । ସର୍ବାଙ୍ଗିକ ନିଶ୍ଚେତନ (general anesthesia) ବା ସୁଷୁମ୍ନା ନିଶ୍ଚେତନ (spinal block) ଦେଇ ଏହି ଅପରେଶନ କରାଯାଏ । ମୂତ୍ର ନିସ୍କାଷନ ନିମନ୍ତେ ମୂତ୍ରାଶୟରେ (bladder) ମୂତ୍ରୀୟ କାଥେଟର (urinary catheter ଭର୍ତ୍ତି କରିଦିଆଯାଏ ଓ ତା'ପରେ ଉଦରର ଚର୍ମକୁ ବିଶୋଧନ (sterilized) କରାଯାଏ । ତା'ପରେ ଉଦରର ନିମ୍ନ ଅଂଶରେ ଏକ ୧୫ସେମି ବା ୬ ଇଞ୍ଚ ଲମ୍ବର ଇନସିସନ (incision) ଦିଆଯାଏ । ଜରାୟୁରେ ଏକ ଦ୍ୱିତୀୟ ଇନସିସନ ଦେଇ ଶିଶୁକୁ ବାହାର କରାଯାଏ । ତା'ପରେ ଇନସିସନମାନଙ୍କୁ ସିଲେଇ କରିଦିଆଯାଏ । ଅପରେଶନ ରୁମରୁ ବାହାରି ଚେତା ଆସିବା ସଙ୍ଗେ ସଙ୍ଗେ ମାଆ ଶିଶୁକୁ ସ୍ତନ୍ୟପାନ ଆରମ୍ଭ କରାଏ । ଅଧିକାଂଶ ସମୟରେ ଆରୋଗ୍ୟ ହେବା ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଡାକ୍ତରଖାନାରେ ରହିବା ପରେ ଘରକୁ ଯାଇହୁଏ ।ଅଳ୍ପ ସଙ୍କଟାପନ୍ନ କେଶ୍ରେ ସି-ସେକସନ କଲେ ମୋଟାମୋଟି ଖରାଫ ଫଳାଫଳରେ ଅଳ୍ପ ବୃଦ୍ଧି ଘଟେ । ଅପରେଶନ ଫଳରେ ଯୋନୀପଥ ପ୍ରସବ ଅପେକ୍ଷା କ୍ଷତ ଶୁଖିବାକୁ ଅଧିକ ସମୟ ଲାଗେ, ପ୍ରାୟ ୬ ସପ୍ତାହ । ଅପରେଶନ ପରେ ଶିଶୁର ଶ୍ୱାସକ୍ରିୟା ସମସ୍ୟା, ଉଲ୍ୱଜଳ ଏମ୍ବୋଲିଜ୍ମ/ଆମନିଓଟିକ ଫ୍ଲୁଇଡ ଏମ୍ବୋଲିଜ୍ମ (amniotic fluid embolism) ଓ ମାଆର ପ୍ରସବୋତ୍ତର ରକ୍ତସ୍ରାବ (postpartum bleeding) ସଙ୍କଟ ରହିବ । ପ୍ରତିଷ୍ଠିତ ମାର୍ଗଦର୍ଶନ ଅନୁସାରେ କୌଣସି ମେଡିକାଲ କାରଣ ନ ଥିଲେ ୩୯ ସପ୍ତାହ ଗର୍ଭ ପୂର୍ବରୁ ସି-ସେକସନ ବ୍ୟବହାର କରିବା ଉଚିତ ନୁହେଁ । ପ୍ରସବ ପ୍ରକ୍ରିୟାର କୌଣସି ପ୍ରଭାବ ପରବର୍ତ୍ତୀ ଯୌନ କାର୍ଯ୍ୟକଳାପରେ (sexual function) ପଡ଼ିବ ନାହିଁଁ ।ପୃଥିବୀରେ ସନ ୨୦୧୨ରେ ପ୍ରାୟ ୨୩ ନିୟୁତ ସି-ସେକସନ କରାଯାଇଥିଲା । ପୂର୍ବରୁ ସି-ସେକସନ ନିମନ୍ତେ ୧୦%ରୁ ୧୫% ହାରକୁ ଚିକିତ୍ସକମାନେ ଆଦର୍ଶ ଭାବରେ ନେଉଥିଲେ । କେତେକ ପ୍ରମାଣରୁ ସିଦ୍ଧ ହେଉଛି; ୧୯% ହାର ଅଧିକ ଭଲ ଫଳ ସୂଚନା ଦିଏ । ପୃଥିବୀର ୪୫ରୁ ଅଧିକ ଦେଶରେ ୭.୫%ରୁ କମ ସି-ସେକସନ ଅପରେଶନ ହେଉଛି ଓ ୫୦ରୁ ଅଧିକ ଦେଶରେ ୨୭%ରୁ ଅଧିକ ଅପରେଶ ହେଉଛି । ଏହି ଅପରେଶନ ସଂଖ୍ୟା କମେଇବା ନିମନ୍ତେ ପ୍ରଚେଷ୍ଟା ଚାଲିଛି । ଯୁକ୍ତରାଷ୍ଟ୍ର ଆମେରିକାରେ ୩୩% ପ୍ରସବରେ ସି-ସେକସନ କରାଯାଉଛି । ପ୍ରସବକାଳୀନ ମାଆର ମୃତ୍ୟୁ ସହ ସମୟିକ ଶିଶୁ ବଞ୍ଚିଯିବା ଯୋଗୁ ଖ୍ରୀ:ପୂ: ୭୧୫ରୁ ଅପରେଶନର ପ୍ରଚଳନ ଚାଲିଛି । ଫଳରେ ସନ ୧୫୦୦ରୁ ମାଆ ବଞ୍ଚିଯିବା ବର୍ଣ୍ଣନା ମିଳୁଛି । ଊନବିଂଶ ଶତାବ୍ଦୀରେ ଆଣ୍ଟିସେପ୍ଟିକ/ପୂୟରୋଧକ (antiseptic) ଓ ନିଶ୍ଚେତକ (anesthetics) ଉଦ୍ଭାବନ ପରଠାରୁ ପ୍ରସବ ପରେ ମାଆ ଓ ଶିଶୁ ବଞ୍ଚିରହିବା ଏକ ସାଧାରଣ କଥା ହୋଇଗଲାଣି ।
ସାମ୍ପାନ (ଚୀନୀ ଭାଷାରେ 舢舨, ଇଂରାଜୀ ଭାଷାରେ sampan ରୂପେ ଲିଖିତ) ହେଉଛି ଚଟକା ପୃଷ୍ଠ ବା ତଳ ବିଶିଷ୍ଟ ଏକ କାଠ ଡଙ୍ଗାର ନାମ । ଚୀନୀ ଓ ମାଳୟ ଭାଷାରେ ପ୍ରଚଳିତ ଏହି ନାମ ଅନେକ ଭାଷାରେ ଗୃହୀତ ହୋଇଛି । କିଛି ସାମ୍ପାନରେ ଘର ପରି ଦେଖାଯାଉଥିବା ଏକ କ୍ଷୁଦ୍ର ଆଶ୍ରୟ ସ୍ଥଳ ମଧ୍ୟ ନିର୍ମିତ ହୋଇଥାଏ । ପାରମ୍ପରିକ ରୂପେ ଉପକୂଳ ଅଞ୍ଚଳ ଓ ନଦୀରେ ପରିବହନ ତଥା ମାଛ ଧରିବା ପାଇଁ ସାମ୍ପାନ ନୌକାର ବ୍ୟବହାର କରାଯାଇଥାଏ । ଖରାପ ପାଗରେ ଏହି ନୌକା ଅଧିକ ସମୟ ତିଷ୍ଠି ରହିବା କଷ୍ଟକର ହୋଇଥିବାରୁ ଏହାକୁ ଦୂର ଯାତ୍ରା ଓ ପରିବହନ ପାଇଁ ବ୍ୟବହାର କରାଯାଏ ନାହିଁ । ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁଯାୟୀ ସାମ୍ପାନ୍ ୧୦-୧୫ ଫୁଟ୍ ଲମ୍ଵା ଏକ ଚୀନ ଦେଶୀୟ ଡଙ୍ଗା ଯାହା ଉପରେ ଏକ କ୍ଷୁଦ୍ର ଚାଳ ରହିଥାଏ ଓ ଲୋକ ଏଥିରେ ରହିପାରନ୍ତି ।ସାମ୍ପାନ ନୌକାକୁ ଲମ୍ଵା ବାଉଁଶର ବା କାଠର କାତ କିମ୍ୱା ୟୁଲୋ ନାମକ ଏକ ଆହୁଲା ସାହାଯ୍ୟରେ ଚଲାଇବାକୁ ହୁଏ ।) ଆଧୁନିକ ସମୟରେ ମୋଟର ଚାଳିତ ସାମ୍ପାନ ମଧ୍ୟ ଦେଖିବାକୁ ମିଳେ । ସାମ୍ପାନ ନୌକା ମୁଖ୍ୟତଃ ଦକ୍ଷିଣ-ପୂର୍ବ ଏସିଆର ମାଲେସିଆ, ଇଣ୍ଡୋନେସିଆ, ବଙ୍ଗଳାଦେଶ, ବ୍ରହ୍ମଦେଶ, ଶ୍ରୀଲଙ୍କା ଓ ଭିଏତନାମ ପ୍ରଭୃତି ଦେଶରେ ବର୍ତ୍ତମାନ ସୁଦ୍ଧା ବ୍ୟବହାରରେ ରହିଛି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମହାରାଣା ପ୍ରତାପ (୦୯ ମଇ ୧୫୪୦ -୨୯ ଜାନୁଆରୀ ୧୫୯୭)ମେୱାରର ଶାସନକର୍ତ୍ତା ଥିଲେ । ଏହି ଅଞ୍ଚଳ ଭାରତର ଉତ୍ତର-ପଶ୍ଚିମରେ ଅବସ୍ଥିତ ଯାହା ଏବେ ରାଜସ୍ଥାନ ନାମରେ ପରିଚିତ । ତାଙ୍କ ଜନ୍ମଦିନ ଉତ୍ସବ (ମହାରାଣା ପ୍ରତାପ ଜୟନ୍ତୀ) ଜ୍ୟେଷ୍ଠ ଶୁକ୍ଲପକ୍ଷ ତ୍ରୟୋଦଶୀରେ ପୂରା ଉତ୍ସାହର ସହ ପାଳନ କରାଯାଏ। ସେ ହେଉଛନ୍ତି ମହାରାଣୀ ଜୟବନ୍ତାବାୟୀ ଏବଂ ଉଦୟସିଂହଙ୍କର ଜ୍ୟେଷ୍ଠ ପୁତ୍ର ।ସେ ସିସୋଦିଆ ବଂଶର ରାଜପୁତ ବଂଶଧର ଥିଲେ। ସେ ହେଉଛନ୍ତି ସିସୋଡ଼ିଆ କୂଳର ରାଜପୂତ ରାଜା। ମହାରାଣା ପ୍ରତାପ ସିଂହ ହେଉଛନ୍ତି ଜଣେ ନିର୍ଭୟ ଯୋଦ୍ଧା ଏବଂ ବିଚକ୍ଷଣ ବୁଦ୍ଧିରେ ଚତୁର । ସେ ସଫଳତାର ସହିତ ମହାନ୍ ଶକ୍ତିଶାଳୀ ସେନା ମୋଗଲ ସହ ଯୁଦ୍ଧକରି ମରିବାପର୍ଯ୍ୟନ୍ତ ନିଜ ପ୍ରଜା ମାନଙ୍କୁ ରକ୍ଷା କରିଥିଲେ ।
ପ୍ରହ୍ଲାଦ ନାଟକ ବା ପ୍ରହଲ୍ଲାଦ ନାଟକ (ରଜା ନାଟ, ରଜା ନାଟକ ଭାବେ ମଧ୍ୟ ପରିଚିତ) ଗଞ୍ଜାମ ଜିଲ୍ଲାରେ ଅଭିନୀତ ଏକ ପାରମ୍ପରିକ ନାଟକ ଅଟେ । ଏଥିରେ ଉଭୟ ଶାସ୍ତ୍ରୀୟ ଓ ଲୌକିକ ଅଙ୍ଗ ପୂର୍ଣ୍ଣ ଭାବେ ରହିଛି । ଏହି ନାଟକରେ ନୃସିଂହଙ୍କ କଥା ଗୀତନାଟ୍ୟ ମାଧ୍ୟମରେ ପରିବେଷିତ ହୁଏ । ଏହାର ପ୍ରମୁଖ ଲେଖା ରାଜା ରାମକୃଷ୍ଣ ଛୋଟରାୟଙ୍କ ନାମରେ ଭଣିତ । ପ୍ରହ୍ଲାଦ ନାଟକର ଗୀତଗୁଡ଼ିକରେ ରାମକୃଷ୍ଣଙ୍କ ନାମରେ ଭଣିତା ଥିଲେ ସୁଦ୍ଧା ଏହାକୁ କବି ଗୌରହରି ପରିଚ୍ଛା ଲେଖିଛନ୍ତି ବୋଲି ଗବେଷକଙ୍କଦ୍ୱାରା ଗୃହୀତ। ପରେ ଏହାଙ୍କ ଅନୁକରଣରେ ଗଞ୍ଜାମର ଅନ୍ୟାନ୍ୟ ରାଜା ଯଥା ସୁରଙ୍ଗୀ ରଜା କିଶୋର ଚନ୍ଦ୍ର ହରିଚନ୍ଦନ ଜଗଦ୍ଦେବ ରାୟ, ତରଳା ରଜା ରାମଚନ୍ଦ୍ର ଶୂରଦେଓ, ଧରାକୋଟ ରଜା ମଦନମୋହନ ସିଂହଦେବ ଓ ପାରଳାଖେମୁଣ୍ଡିର ପଦ୍ମନାଭ ନାରୟଣ ଦେବ ପ୍ରହ୍ଲାଦନାଟକ ରଚନା କରିଥିଲେ ।
ଭୀମବେଟ୍କା ଶୈଳାଶ୍ରୟ (ଇଂରାଜୀ ଭାଷାରେ Bhimbetka rock shelters) କେନ୍ଦ୍ରୀୟ ଭାରତରେ ଅବସ୍ଥିତ ଏକ ପ୍ରତ୍ନତାତ୍ତ୍ୱିକ ସ୍ଥଳ । ପୁରାତନ ପ୍ରସ୍ତର ଯୁଗ ଓ ମଧ୍ୟକାଳୀନ ପ୍ରସ୍ତର ଯୁଗରୁ ଏହି ଶୈଳାଶ୍ରୟ ଭୀମବେଟ୍କାଠାରେ ରହିଥିଲା ଓ ବ୍ୟବହୃତ ହେଉଥିଲା । ଭାରତୀୟ ଉପମହାଦ୍ୱୀପରେ ସର୍ବ ପୁରାତନ ଜନବସତି ଓ ପ୍ରସ୍ତର ଯୁଗ ଜନବସତିର ଏକ ଜ୍ୱଳନ୍ତ ପ୍ରମାଣ ହେଉଛି ଭୀମବେଟ୍କା । ଭାରତର ମଧ୍ୟ ପ୍ରଦେଶ ରାଜ୍ୟର ରାଜଧାନୀ ଭୋପାଳଠାରୁ ୪୫ କିଲୋମିଟର୍ ଦକ୍ଷିଣ-ପୂର୍ବ ଦିଗରେ ରାଇସେନ ଜିଲ୍ଲାରେ ଭୀମବେଟ୍କା ଅବସ୍ଥିତ । ଭୀମବେଟ୍କା ଏକ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ଯେଉଁଠାରେ ୭ଟି ପାହାଡ଼ରେ ପ୍ରାୟ ପ୍ରାୟ ୭୫୦ଟି ଶୈଳାଶ୍ରୟ ୧୦ କିଲୋମିଟର୍ ଲମ୍ବା ଅଞ୍ଚଳରେ ବ୍ୟାପ୍ତ ହୋଇ ରହିଛି । ପ୍ରାୟ ୧ ଲକ୍ଷ ବର୍ଷ ପୂର୍ବେ ଏହି ଶୈଳାଶ୍ରୟମାନଙ୍କରେ ଆଦିମ ମାନବ ବସବାସ କରୁଥିଲେ । ଭୀମବେଟ୍କା ଆଦିମ ଜନବସତିମାନେ ଶିକାରରୁ କୃଷି ଓ ତା’ ପରେ ଆଧ୍ୟାତ୍ମିକତା ଆଡ଼କୁ ମୁହାଁଇବାର ଓ ସାଂସ୍କୃତିକ କ୍ରମବିବର୍ତ୍ତନର ଏକ "ବିରଳ ଉଦାହରଣ" ବୋଲି ବ୍ରିଟାନିକା ଜ୍ଞାନକୋଷରେ ଉଲ୍ଲିଖିତ ଅଛି ।ଭୀମବେଟ୍କାର କେତେକ ଶୈଳାଶ୍ରୟରେ ପ୍ରାୟ ୩୦ ହଜାର ବର୍ଷ ପୁରୁଣା କିଛି ପ୍ରାଗୈତିହାସିକ ଶୈଳଚିତ୍ର ମଧ୍ୟ ଦେଖିବାକୁ ମିଳେ । ଏହି ଶିଳାଚିତ୍ରମାନଙ୍କରେ ମୁଖ୍ୟତଃ ପଶୁପକ୍ଷୀ, ଶିକାର କରିବା ଓ ପ୍ରାଚୀନ ନୃତ୍ୟର ଚିତ୍ର ରହିଛି । ଭାରତୀୟ ଉପମହାଦ୍ୱୀପରେ ଅଦ୍ୟାବଧି ଆବିଷ୍କୃତ ସମସ୍ତ ଶିଳାଚିତ୍ର ମଧ୍ୟରେ ଭୀମବେଟ୍କା ସର୍ବପୁରାତନ ଓ ସର୍ବବୃହତ୍ ପ୍ରାଗୈତିହାସିକ ସ୍ଥଳ ।
କୁଫା (ଇଂରାଜୀ ଭାଷାରେ kuphar ବା kuffah ବୋଲି ଉଚ୍ଚାରିତ) ଏକ ଗୋଲାକାର ଡଙ୍ଗା । ଟାଇଗ୍ରିସ୍ ଓ ୟୁପ୍ରେଟିସ୍ ନଦୀରେ ଗଢ଼ି ପ୍ରାଚୀନ ମେସୋପଟାମିଆ ସଭ୍ୟତା ସମୟରୁ ଏହି କୁଫା ବ୍ୟବହୃତ ହୋଇ ଆସୁଛି । ଗୋଲାକୃତି ହୋଇଥିବାରୁ ସ୍ରୋତର ବିପରୀତ ଦିଗରେ ଯିବା ବେଳେ ଏହା ଗୋଲ ଗୋଲ ବୁଲିଥାଏ ଓ ସ୍ରୋତର ବିପରୀତ ଦିଗରେ କୁଫା ଚଳାଇବା କଷ୍ଟ । କିନ୍ତୁ ଏହା ଏକ ସୁରକ୍ଷିତ, ସୁଗଠିତ ଡଙ୍ଗା ଓ ଏହାର ନିର୍ମାଣ ପ୍ରକ୍ରିୟା ସରଳ । କାତ ବା ଆହୁଲା ସାହାଯ୍ୟରେ କୁଫାକୁ ଚଳାଇବାକୁ ପଡ଼ିଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସାହାରୁଖ ଖାଁ (ଜନ୍ମ ୨ ନଭେମ୍ବର ୧୯୬୫) ଭାରତର ସିନେ ଜଗତର ଜଣେ ଅଭିନେତା ଓ ପ୍ରଯୋଜକ । ସାଧାରଣତଃ "କିଙ୍ଗ୍ ଖାନ", "ଏସ.ଆର.କେ", "କିଙ୍ଗ ଅଫ୍ ବଲିଉଡ଼" ତଥା "ବଲିଉଡ଼ ବାଦଶାହ" ଭାବରେ ସେ ଜଣାଶୁଣା । ୧୯୯୨ ମସିହାରେ "ଦିବାନା" ଚଳଚ୍ଚିତ୍ର ଜରିଆରେ ପଦାର୍ପଣ କରିଥିବା ଖାଁ ତା' ଆଗରୁ ଟେଲିଭିଜନରେ ଜଣେ ଶ୍ରେଷ୍ଠ ଧାରାବାହିକ ଅଭିନେତା ଭାବରେ ନାଁ କରିଥିଲେ । ସାହାରୁଖ ୧୪ଟି ଫିଲ୍ମଫେୟାର୍ ପୁରସ୍କାର ବର୍ତ୍ତମାନ ସୁଦ୍ଧା ଜିତିଛନ୍ତି, ଯହିଁରୁ ୮ ଗୋଟି ଶ୍ରେଷ୍ଠ ଅଭିନେତା ବିଭାଗରେ ଅଛି, ତଥା ଏହା ଏକ ରେକର୍ଡ଼ ଦିଲ୍ଲିପ କୁମାରଙ୍କ ସହିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଟାଇଫଏଡ ଜ୍ୱର ବା ଟାଇଫଏଡ ବା ଆନ୍ତ୍ରିକ ଜ୍ୱର ବା ଅନ୍ତ୍ର ଜ୍ୱର ଭାବରେ ପରିଚିତ, (ଇଂରାଜୀରେ Typhoid fever, ବା typhoid), ସାଲମୋନେଲା ଟାଇଫି ନାମକ ଜୀବାଣୁ ସଂକ୍ରମଣଦ୍ୱାରା ହୁଏ । ଏହି ରୋଗ ଅନ୍ୟ ରୋଗୀ ସଂସ୍ପର୍ଶର ଆସିବାର ୬ ତୁ ୩୦ ଦିନ ପରେ ଆରମ୍ଭ ହୁଏ ଓ ମଧ୍ୟମ ବା ଗମ୍ଭୀର ଧରଣର ହୋଇପାରେ । ଏହି ଜ୍ୱର କିଛି ଦିନ ଧରି ହୁଏ ଓ ଧୀରେ ଧୀରେ ବଢ଼ିଚାଲେ । ଏହି ରୋଗରେ ସାଧାରଣତଃ ଦୁର୍ବଳ ଲାଗେ, ପେଟରେ କଷ୍ଟ ହୁଏ, କୋଷ୍ଠକାଠିନ୍ୟ ଓ ମୁଣ୍ଡବଥା ହୁଏ । ତରଳ ଝାଡ଼ା ଓ ବାନ୍ତି ସାଧାରଣତଃ ହୁଏ । କେତେକ ଲୋକଙ୍କର ଚର୍ମରେ ଗୋଲାପି ରାସ ଦେଖାଯାଏ । ରୋଗ ଗମ୍ଭୀର ହେଲେ ବିଚଳିତ ହେବା ଦେଖାଯାଏ । ଚିକିତ୍ସିତ ନ ହେଲେ ସପ୍ତାହ ସପ୍ତାହ ଓ ମାସ ମାସ ଧରି ରୋଗ ଲାଗିରହେ । କେତେକ ଲୋକ ଦେହରେ ଜୀବାଣୁ ଥାଏ କିନ୍ତୁ ସେମାନଙ୍କୁ ରୋଗ ହୁଏ ନାହିଁ; ସେମାନଙ୍କୁ କ୍ୟାରିଅର କୁହାଯାଏ ଓ ତାଙ୍କର ଅନ୍ୟକୁ ସଂକ୍ରମିତ କରିବା ଶକ୍ତି ଥାଏ । ପାରାଟାଇଫଏଡ ଜ୍ୱର ଭଳି ଟାଇଫଏଡ ଜ୍ୱର ଏକ ପ୍ରକାର ଆନ୍ତ୍ରିକ ଜ୍ୱର । ଟାଇଫଏଡ ରୋଗ ସାଲମୋନେଲା ଟାଇଫି ବା ସାଲମୋନେଲା ଏଣ୍ଟେରିକା ସେରୋଟାଇପ ଟାଇଫି ଜୀବାଣୁଦ୍ୱାରା ହୁଏ ଓ ଏହି ଜୀବାଣୁ ଅନ୍ତନଳୀ ଓ ରକ୍ତରେ ବଢ଼େ । ସଂକ୍ରମିତ ବ୍ୟକ୍ତିର ମଳ ସହିତ ଅପମିଶ୍ରିତ ଖାଦ୍ୟ ବା ପାନୀୟ ଗ୍ରହଣ କଲେ ଏହି ରୋଗ ବ୍ୟାପେ । ସଙ୍କଟ କାରକଙ୍କର ନାମ: ଦରିଦ୍ର ପରିଚ୍ଛନ୍ନତା, ଓ ଦରିଦ୍ର ସ୍ୱାସ୍ଥ୍ୟରକ୍ଷା । ବିକାଶଶୀଳ ଦେଶମାନଙ୍କୁ ଗଲେ ଏହି ସଙ୍କଟ ରହେ । ଜୀବମାନଙ୍କ ମଧ୍ୟରେ କେବଳ ମାନବକୁ ଏହି ରୋଗ ହୁଏ । ଜୀବାଣୁ କଲଚର କରି ଓ ରକ୍ତ, ମଳ ବା ଅସ୍ଥିମଜ୍ଜାରେ ତାହାର ଡିଏନଏ ମିଳିଲେ ରୋଗ ନିର୍ଣ୍ଣୟ ହୁଏ । ଜୀବାଣୁ କଲଚର କଷ୍ଟସାଧ୍ୟ ଅଟେ । ଅସ୍ଥିମଜ୍ଜା ପରୀକ୍ଷା ନିର୍ଣ୍ଣୟାତ୍ମକ । ଏହାର ଲକ୍ଷଣ ଅନ୍ୟାନ୍ୟ ସଂକ୍ରାମକ ରୋଗ ସହିତ ପ୍ରାୟ ସମାନ । ଟାଇଫସ ଏକ ଅଲଗା ରୋଗ । ଟାଇଫଏଦ ଟିକାଦ୍ୱାରା ପ୍ରାୟ ୫୦ରୁ ୭୦ % ରୋଗ ପ୍ରତିଷେଧ ହୋଇପାରେ । ସାତ ବର୍ଷ ପର୍ଯ୍ୟନ୍ତ ଏହି ଟିକା କାର୍ଯ୍ୟକାରୀ ହୁଏ । ରୋଗ ସଙ୍କଟାପନ୍ନ ଲୋକକୁ ବା ରୋଗ ଯେଉଁଠାରେ ସାଧାରଣତଃ ହୁଏ, ସେହି ସ୍ଥାନକୁ ଯାଉଥିବା ଲୋକକୁ ଟିକା ଦିଆଯାଏ । ଏହି ରୋଗରୁ ରକ୍ଷା ପାଇବା ନିମନ୍ତେ ବିଶୁଦ୍ଧ ପାନୀୟ ଜଳ ପିଇବା, ଉନ୍ନତ ପରିଚ୍ଛନ୍ନତା ଓ ଉତ୍ତମ ହାତଧୁଆ ଆବଶ୍ୟକ । ନିଧାର୍ଯ୍ୟ ଭାବରେ ରୋଗ ନ ଥିବା ଜଣାପଡ଼ିବା ପର୍ଯ୍ୟନ୍ତ ସଂକ୍ରମିତ ବ୍ୟକ୍ତି କାହାନିନ୍ତେ ଖାଦ୍ୟ ପ୍ରସ୍ତୁତ କରିବା ଅନୁଚିତ । ଆଜିଥ୍ରୋମାଇସିନ, ଫ୍ଲୋରୋକୁଇନୋଲିନ ବା ତୃତୀୟ ପିଢ଼ି ସେଫାଲୋସ୍ପୋରିନ ଭଳି ଆଣ୍ଟିବାୟୋଟିକ ଦିଆଯାଏ । କେତେକ ଆଣ୍ଟିବାୟୋଟିକ ପ୍ରତି ଜୀବାଣୁ ପ୍ରତିରୋଧ ହେବାରୁ ଚିକିତ୍ସା କଷ୍ଟସାଧ୍ୟ ହେଉଛି । ସନ ୨୦୧୦ରେ ୨୭ ନିୟୁତ କେଶ ରିପୋର୍ତ ହୋଇଥିଲା । ଏହି ରୋଗ ଭାରତରେ ଅତି ସାଧାରଣ ଓ ପିଲାମାନଙ୍କୁ ଅଧିକ ହୁଏ । ପରିମଳ ଓ ଆଣ୍ଟିବାୟୋଟିକ ଯୋଗୁ ବିକଶିତ ଦେଶମାନଙ୍କରେ ସନ ୧୯୪୦ରେ ଏହି ରୋଗ ହାର କମିଯାଇଥିଲା । ଆମେରିକାରେ ବାର୍ଷିକ ୬,୦୦୦ ଲୋକ ରୋଗାକ୍ରାନ୍ତ ହୁଅନ୍ତି ଓ ୪୦୦ କେଶ ରିପୋର୍ଟ ହୁଏ । ସନ୧୯୯୦ରେ ୧୮୧,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ଏହା କମିଯାଏ ୧୬୧,୦୦୦ ମୃତ୍ୟୁ (ପୃଥିବୀର ୦.୩ %) ହୋଇଥିଲା । ବିନା ଚିକିତ୍ସାରେ ମୃତ୍ୟୁ ସଙ୍କଟ ୨୫ % ରହୁଥିବାବେଳେ ଉପଯୁକ୍ତ ଚିକିତ୍ସାରେ ଏହି ହାର ମାତ୍ରା ୧ରୁ ୪ % ହୁଏ । ଟାଇଫସ ରୋଗ ଲକ୍ଷଣ ସାଥୀରେ ସାମଞ୍ଜସ୍ୟ ଥିବାରୁ ଏହାର ନାମ ଟାଇଫଏଡ ହୋଇଛି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
କଳିକେଶ ନାରାୟଣ ସିଂହଦେଓ (ଜନ୍ମ: ୨୬ ମଇ ୧୯୭୪) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ବିଜୁ ଜନତା ଦଳର ଜଣେ ନେତା ।ତାଙ୍କ ବାପା ଅନଙ୍ଗ ଉଦୟ ସିଂହଦେଓ ଏବଂ ଜେଜେବାପା ରାଜେନ୍ଦ୍ର ନାରାୟଣ ସିଂହଦେଓ ଉଭୟ ରାଜନୀତିଜ୍ଞ ଥିଲେ । ତାଙ୍କ ଜେଜେ ରାଜେନ୍ଦ୍ର ନାରାୟଣ ସିଂହଦେଓ ୦୮.୦୩.୧୯୬୭ ଠାରୁ ୦୯.୦୧.୧୯୭୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । କଳିକେଶ ଡେରାଡୁନ୍ର ଡୁନ୍ ସ୍କୁଲରେ ପାଠ ପଢ଼ୁଥିଲେ । ଏହାପରେ ସେ ଦିଲ୍ଲୀର ସେଣ୍ଟ ସ୍ଟିଫେନ କଲେଜରୁ ଅର୍ଥଶାସ୍ତ୍ରରେ ସ୍ନାତକ କରିଥିଲେ ।ସାଂସଦ ହେବାପୂର୍ବରୁ କଳିକେଶ ଓଡ଼ିଶା ବିଧାନ ସଭାର କନିଷ୍ଠ ସଦସ୍ୟ ଭାବରେ ୨୦୦୪ରେ ବିଧାୟକ ଭାବରେ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବ୍ୟାୟାମ ଏକ ଶାରୀରିକ କ୍ରିୟା ଯାହାଦ୍ୱାରା ଦେହ ସୁସ୍ଥ ଓ କାର୍ଯ୍ୟକ୍ଷମ ହୋଇଥାଏ । ମନୁଷ୍ୟ ବିଭିନ୍ନ ଇଚ୍ଛା ପୁରଣ ନିମନ୍ତେ ବ୍ୟାୟାମ କରେ ଯଥା ଓଜନ କମେଇବା ବା ସ୍ଥିର ରଖିବା, ମାଂସପେଶୀ ସୁଦୃଢ଼ କରିବା, କ୍ରୀଡ଼ା କୌଶଳରେ ଶୀର୍ଷକୁ ଯିବା, ନିର୍ଦ୍ଦିଷ୍ଟ ଗଣ୍ଠିମାନଙ୍କୁ ଚଳନକ୍ଷମ ରଖିବା ଓ ଆନନ୍ଦ ପାଇବା ନିମନ୍ତେ କରାଯାଏ । ନିୟମିତ ଓ ବାରମ୍ବାର ବ୍ୟାୟାମ କଲେ ଇମ୍ମ୍ୟୁନ ରୋଗ ପ୍ରତିରେଧକ ଶକ୍ତି ବଢ଼ିଥାଏ ତଥା ହୃତ୍ପିଣ୍ଡ ଓ ରକ୍ତନଳି ରୋଗ, ଟାଇପ ୨ ଡାଏବେଟିସ ଓ ମେଦ ବହୁଳତା ଆଦି ରୋଗମାନଙ୍କୁ ପ୍ରତିରୋଧ ହୋଇଥାଏ । ବ୍ୟାୟାମଦ୍ୱାରା ମାନସିକ ସ୍ୱାସ୍ଥ୍ୟ ମଧ୍ୟ ଭଲ ରହେ, ବିଷାଦ ଦୂର ହୁଏ, ଯୁକ୍ତାତ୍ମକ ମନୋବଳ ବୃଦ୍ଧି ହୁଏ ଏବଂ ସୁସ୍ଥ ଶରୀରର ଯୌନକ୍ଷମତା ବୃଦ୍ଧି ହୁଏ । ଶିଶୁ ମେଦ ବହୁଳତା ବିଶ୍ୱବ୍ୟାପୀ ଏକ ଚିନ୍ତାର ବିଷୟ । ଏହାର ବିବିଧ ଉପକାରୀତାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ କର୍ମୀମାନେ ବ୍ୟାୟାମର ଉପକାରୀତାକୁ "ଆଶ୍ଚର୍ଯ୍ୟଜନକ" ବା "ଚମତ୍କାର" ଔଷଧ ଭାବେ ଅଭିହିତ କରିଥାନ୍ତି ।।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଅକ୍କିନେନି ନାଗା ଚୈତନ୍ୟ(ଜନ୍ମ ୨୩ ନଭେମ୍ବର ୧୯୮୬) ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତା । ସେ ମୁଖ୍ୟତଃ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ଯୋସ୍ ଚଳଚ୍ଚିତ୍ର ଜରିଆରେ ୨୦୦୯ରେ ନାଗା ଚୈତନ୍ୟ ତେଲୁଗୁ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ତାଙ୍କର ପ୍ରଥମ ଚଳଚ୍ଚିତ୍ର ମୁକ୍ତିଲାଭ କରିବା ପରେ ନିର୍ଦ୍ଦେଶକ ଗୌତମ ମେନନ୍ଙ୍କ ନିର୍ଦ୍ଦେଶତି ଚଳଚ୍ଚିତ୍ର ୟେ ମାୟା ଚେସଭେରେ ଚୈତନ୍ୟ ନାୟକ ରୂପେ ଅଭିନୟ କରିଥିଲେ । ୨୦୧୦ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ଚୈତନ୍ୟଙ୍କର ପିତା ନାଗାର୍ଜୁନଙ୍କର ଅଭିନୀତ ୧୯୮୯ର ଚଳଚ୍ଚିତ୍ର ଗୀତାଞ୍ଜଳୀକୁ ଲକ୍ଷ୍ୟ କରି ନିର୍ମାଣ କରାଯାଇଥିଲା । ଏହି ଚଳଚ୍ଚିତ୍ରରେ ଚୈତନ୍ୟଙ୍କ ସହ ତାଙ୍କର ପିଉସୀ ଝିଅ ସାମନ୍ତା ମଧ୍ୟ ଚଳଚ୍ଚିତ୍ର ଜଗତରେ ନାୟିକା ରୂପେ ପ୍ରବେଶ କରିଥିଲେ । ଏହା ପରେ ୨୦୧୧ ମସିହାରେ ନିର୍ଦ୍ଦେଶକ ସୁକୁମାରଙ୍କ ନିର୍ଦ୍ଦେଶନାର ଅଭିନେତ୍ରୀ ତମନ୍ନା ଭାଟିଆଙ୍କ ସହ ଚୈତନ୍ୟଙ୍କ 100% ଲଭ୍ ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା । ଏହା ପରେ ପରେ ଚୈତନ୍ୟଙ୍କର ଧଡ଼ା, ବେଜୱାଡ଼ା, ଅଟୋନଗର ସୁର୍ଯ୍ୟ, ତଡ଼କା ଆଦି ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା । ୨୦୧୩ରେ ଅକ୍କିନେନି ପରିବାରଦ୍ୱାରା ନିର୍ମିତ ଚଳଚ୍ଚିତ୍ର ମନମ୍ରେ ପିତା ନାଗାର୍ଜୁନ, ଜେଜେ ନାଗେଶ୍ୱର ରାଓଙ୍କ ସହ ନାଗା ଚୈତନ୍ୟ ମଧ୍ୟ ଅଭିନୟ କରିଥିଲେ । ଏହା ପରେ ପିତା ନାଗାର୍ଜୁନଙ୍କ ପ୍ରଯୋଜିତ ଚଳଚ୍ଚିତ୍ର ଓକ୍କା ଲୈଲା କୋସମ୍ ୨୦୧୪ରେ ଚୈତନ୍ୟ ନାୟକ ଭୂମିକାରେ ଅଭିନୟ କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
କରୋନାଭୂତାଣୁ (ଇଂରାଜୀ ଭାଷା: Coronaviruses) ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଦଳ ଯଥା: ଗାଈ ଓ ଘୁଷୁରୀଙ୍କୁ ହେଉଥିବା ତରଳ ଝାଡ଼ା ଓ କୁକୁଡ଼ାଙ୍କର ଉର୍ଦ୍ଧ୍ୱ ଶ୍ୱାସକ୍ରିୟା ରୋଗ । ମାନବ ଦେହରେ ଏହି ଭୂତାଣୁ ପ୍ରାୟତଃ ସାମାନ୍ୟ ଧରଣର ଶ୍ୱାସକ୍ରିୟା ସଂକ୍ରମଣ (respiratory infection) କରାଏ କିନ୍ତୁ ତାହା କ୍ୱଚିତ ଘାତକ ସିଦ୍ଧ ହୋଇଥାଏ । ଗଳା, ନାକ ଓ ସାଇନସରେ ଏହି ସଂକ୍ରମଣ ହୁଏ । ଏହି ଭୂତାଣୁର ଚିକିତ୍ସା ବା ପ୍ରତିଷେଧକ ନିମନ୍ତେ କୌଣସି ଟୀକା ପ୍ରସ୍ତୁତ ହୋଇନାହିଁ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।