ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଧନଞ୍ଜୟ ମହାନ୍ତି (୬ ଜୁନ ୧୯୧୫ - ୧୪ ଫେବୃଆରୀ ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ଆଲେକ୍ଜାଣ୍ଡାର ତୃତୀୟ ବା ଆଲେକ୍ଜାଣ୍ଡାର ଦ ଗ୍ରେଟ୍ ଥିଲେ ପ୍ରାଚୀନ ଗ୍ରୀସର ମାସିଡୋନିଆର ସମ୍ରାଟ । ମାତ୍ର ୩୦ ବର୍ଷ ବୟସରେ ସେ ବିଶାଳ ସାମ୍ରାଜ୍ୟର ଅଧିକାରୀ ହୋଇପାରିଥିଲେ । ତାଙ୍କୁ ୧୬ ବର୍ଷ ହୋଇଥିବା ବେଳେ ଥ୍ରାସିଆନ୍ ବିଦ୍ରିହ ଦେଖାଯାଇଥିଲା । ଏହାକୁ ଦମନ କରିବା ପାଇଁ ତାଙ୍କୁ ଦାୟିତ୍ୱ ଦିଆଗଲା । ସେତେବେଳେକୁ ଫିଲିପ୍ ବାହାରେ ଥିଲେ । ଆଲେକ୍ଜାଣ୍ଡାର ବିଦ୍ରୋହକୁ ଦମନ କରିବା ସହିତ ବିଦ୍ରୋହୀଙ୍କ ଗଡ଼ ଭାବେ ପରିଚିତ ସ୍ଥାନ ଦଖଲ କରି ଏହାକୁ ଆଲେକ୍ଜାଣ୍ଡ୍ରାପଲିସ ନାମରେ ନାମିତ କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଥାଇ ଲାଲ୍ ତରକାରୀ ବା ଥାଇ ରେଡ୍ କରି (ଇଂରାଜୀ ଭାଷାରେ Thai Red curry, ଥାଇ ଭାଷାରେ แกงเผ็ด, ଉଚ୍ଚାରଣ - କେନ୍ ଫେଟ୍}}, ଅର୍ଥ: 'ମସଲାଯୁକ୍ତ ତରକାରୀ') ଏକ ଥାଇ ରାନ୍ଧଣା ଯେଉଁଥିରେ ଲାଲ୍ ରଙ୍ଗର ବଟା ମସଲା ଓ ନଡ଼ିଆ କ୍ଷୀର ବ୍ୟବହୃତ ହୁଏ । କୁକୁଡ଼ା ମାଂସ, ଗୋମାଂସ, ଘୁଷୁରୀ ମାଂସ, ବତକ ମାଂସ କିମ୍ଵା ଚିଙ୍ଗୁଡ଼ି ପକାଇ ଆମିଷ ଓ ବିଭିନ୍ନ ପନିପରିବା, ଟୋଫୁ ଇତ୍ୟାଦି ପକାଇ ନିରାମିଷ ଲାଲ୍ ତରକାରୀ ପ୍ରସ୍ତୁତ କରାଯାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ବୃହତ୍ ବ୍ରିଟେନୀୟ ତଥା ଉତ୍ତର ଆୟାର୍ଲ୍ଯାଣ୍ଡୀୟ ଯୁକ୍ତରାଜ୍ୟ, ତଥା ଯୁକ୍ତରାଜ୍ୟ, ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ ଓ ଆୟରଲ୍ୟାଣ୍ଡ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ସିଓଲ୍ (କୋରିଆନ୍: 서울 [sʌ.ul] ହେଉଛି ଦକ୍ଷିଣ କୋରିଆର ରାଜଧାନୀ । ୯.୭ ନିୟୁତ ଜନସଂଖ୍ୟା ବିଶିଷ୍ଟ ଏହି ମହାନଗର ଦେଶର ଉତ୍ତର-ପଶ୍ଚିମ ଦିଗରେ ହାନ-ଗାଙ୍ଗ ନଦୀକୂଳରେ ଅବସ୍ଥିତ । ଏକ ବିଶ୍ୱ ସ୍ତରୀୟ ସହର ଭାବରେ ପରିଗଣିତ ହୋଇଥିବା ସିଓଲ୍ ଟୋକିଓ, ନ୍ୟୁୟର୍କ ସିଟି ଏବଂ ଲସ୍ ଆଞ୍ଜେଲସ୍ ପରେ ୨୦୧୪ରେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ମହାନଗର । ୨୦୧୭ ସୁଦ୍ଧା, ସିଓଲରେ ଜୀବନଯାପନର ଖର୍ଚ୍ଚ ମାପକରେ ବିଶ୍ୱ ସ୍ତରରେ ଏହାର ସ୍ଥାନ ରହିଥିଲା ଷଷ୍ଠ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମାନବ ମସ୍ତିଷ୍କ ସ୍ନାୟୁ ମଣ୍ଡଳର (nervous system) ଏକ କେନ୍ଦ୍ରୀୟ ଅଙ୍ଗ ଓ ମେରୁଦଣ୍ଡ (spinal cord) ସହିତ କେନ୍ଦ୍ରୀୟ ସ୍ନାୟୁ ମଣ୍ଡଳ ସୃଷ୍ଟି କରନ୍ତି । ମସ୍ତିଷ୍କକୁ ତିନି ଭାଗରେ ବିଭକ୍ତ କରାଯାଇଥାଏ ଯଥା:- ପ୍ରମସ୍ତିଷ୍କ (cerebrum), ବ୍ରେନଷ୍ଟେମ (brainstem) ଓ ସେରିବେଲମ (cerebellum) । ମାନବ ଶରୀରର ଅଧିକାଂଶ କାର୍ଯ୍ୟ ଏହି ଅଙ୍ଗଦ୍ୱାରା ସମାହିତ ହୋଇଥାଏ; ସ୍ନାୟୁ ମାଧ୍ୟମରେ ଆସିଥିବା ବିଭିନ୍ନ ଖବରମାନଙ୍କର ପ୍ରୋସେସିଙ୍ଗ, ଇଣ୍ଟିଗ୍ରେଟିଙ୍ଗ ଓ ସ୍ପର୍ଶ ଅଙ୍ଗ ମାନଙ୍କଦ୍ୱାରା ଆସିଥିବା ବିଭିନ୍ନ ଖବରକୁ ନିୟନ୍ତ୍ରଣ କରାଯାଇଥାଏ ଓ ସେହି ଅନୁସାରେ କାର୍ଯ୍ୟ କରିବାକୁ ଶରୀରର ବିଭିନ୍ନ ସ୍ଥାନକୁ ଅନୁଦେଶ ବା ଇନସ୍ଟ୍ରକସନ ଦିଆଯାଏ । ମାନବ ମୁଣ୍ଡର (head) ଖପୁରୀ (skull bones) ଭିତରେ ଏହା ସୁରକ୍ଷିତ ହୋଇ ରହିଥାଏ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ଓଡ଼ିଆ କବି ଥିଲେ । ସେ ରାଧା କୃଷ୍ଣଙ୍କ ପ୍ରେମଲୀଳା ଉପରେ ଆଧାରିତ ଶୃଙ୍ଗାରରସ ଭିତ୍ତିକ ଅନେକ କବିତା, କିଛି ଛାନ୍ଦ, ଚଉପଦୀ, ଭକ୍ତି ସଙ୍ଗୀତ, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ସନ୍ଦେଶ ଗୀତିକା ସମେତ ବାତ୍ସଲ୍ୟ ରସ ମିଶ୍ରିତ କେତେକ କବିତା ରଚନା କରିଥିଲେ । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ଗଜରାଜ ଗମନୀ ଆଜ କି ରେ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ତାଙ୍କ ରଚିତ ଲୋକପ୍ରିୟ ରଚନା ମଧ୍ୟରୁ ଅନ୍ୟତମ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ ।ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ.
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଟୁଇଟର () ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।