ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି । ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ 'ବକ ପଞ୍ଚକ' କୁହାଯାଏ । ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି I “ ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି I” ଭଗବାନ୍ ବିଷ୍ଣୁ ଇପ୍ସିତ ବର ପ୍ରଦାନକରନ୍ତି I ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ I ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ I “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି I” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ I ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ । ସ୍କନ୍ଦ ପୁରାଣ ମତେ: “ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍ ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି I” ଏହିପାଞ୍ଚଦିନକୁ ଭୀଷ୍ମ ପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି – ବାଣ ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ I ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ I ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି I କାର୍ତ୍ତିକ ଏକାଦଶୀଦିନ ତମେ ଜଳର ଯାଚନା କରିଛ I ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ କଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ I ଏହା ହେଉଛି ଭୀଷ୍ମପଞ୍ଚକ – ପ୍ରତିବର୍ଷ ପାଳିତ ହେବ I ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ I ଏହିଭୀଷ୍ମ ତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ I ମନ୍ତ୍ର ହେଉଛି- “ ସତ୍ୟବ୍ରତାୟ ଶୁଚିୟେ ଗାଙ୍ଗେୟାୟ ମହାତ୍ମନେ ଭୀଷ୍ମାୟୈତଦ୍ ଦଦାମ୍ୟର୍ଘ୍ୟ ମାଜନ୍ମ ବ୍ରହ୍ମଚାରିଣେ I” ଆଜନ୍ମ ବ୍ରାହ୍ମଚର୍ଯ୍ୟ ପାଳନକର୍ତ୍ତା ପରମ ପବିତ୍ର ସତ୍ୟବ୍ରତ ପରାୟଣ ଗଙ୍ଗାନନ୍ଦନ ଭୀଷ୍ମଙ୍କୁ ମୁଁ ଏହି ଅର୍ଘ୍ୟ ପ୍ରଦାନ କରୁଛି । ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି । ସନ୍ତାନହୀନ ବ୍ୟକ୍ତିଙ୍କ ପାଇଁ ଭୀଷ୍ମପଞ୍ଚକ ପାଳନୀୟ- ଏକଥା ପଞ୍ଚକରେ ଅର୍ଘ୍ୟଦାନ ମନ୍ତ୍ରରୁ ସୁସ୍ପଷ୍ଟ ହୋଇଥାଏ I ଅର୍ଘ୍ୟଦାନ ମନ୍ତ୍ର ହେଉଛି- “ବୈୟାଘ୍ୟପଦ ରୋତ୍ରାୟ ସାଙ୍କୃତ ପ୍ରବରାୟ ଚ ଅପୁତ୍ରାୟ ଦଦାମ୍ୟେତ ଦୁଦକଂ ଭୀଷ୍ମ ବର୍ମଣେ ବତ୍ସନାମବତାରାୟ ଶନ୍ତନୋ ରାତ୍ମଜାୟ ଚ ଅର୍ଘ୍ୟଂ ଦଦାମି ଭୀଷ୍ମାୟ ଆଜନ୍ମ ବ୍ରହ୍ମଚାରିଣେ I” ଯାହାଙ୍କର ବ୍ୟାଘ୍ରପଦ ଗୋତ୍ର ଏବଂ ସାଂକୃତ ପ୍ରବର, ସେହିପୁତ୍ର ରହିତ ଭୀଷ୍ମବର୍ମାଙ୍କୁ ମୁଁ ଏହିଜଳ ଦେଉଛି I ବସୁମାନଙ୍କ ଅବତାର, ଶାନ୍ତନୁଙ୍କ ପୁତ୍ର, ଆଜନ୍ମ ବ୍ରହ୍ମଚାରୀ ଭୀଷ୍ମଙ୍କୁ ମୁଁ ଅର୍ଘ୍ୟ ଦେଉଛି I ପଞ୍ଚଗବ୍ୟ, ସୁଗନ୍ଧଚନ୍ଦନ, କୁଙ୍କୁମଦ୍ୱାରା ଭକ୍ତିପୂର୍ବକ ଶ୍ରୀହରିଙ୍କ ପୂଜନ କରିବ I ଅଷ୍ଟାକ୍ଷର ମନ୍ତ୍ର “ଓଁ ନମୋ ବାସୁଦେବାୟ ” ବା ଷଡାକ୍ଷର ମନ୍ତ୍ର “ ଓଁ ରାମାୟନମଃ, ” ଶହେ ଆଠବାର ଜପ କରିବ I ବ୍ରତକାଳରେ ବ୍ରାହ୍ମଚର୍ଯ୍ୟ ପାଳନ କରିବ I କାର୍ତ୍ତିକ ପୌଷମାସୀରେ ବ୍ରାହ୍ମଣଙ୍କୁ ନ୍ୟୁନ ପକ୍ଷେ ପାଞ୍ଚ ଜଣ ବ୍ରାହ୍ମଣଙ୍କୁ ଭୋଜନ ଦେଇ ବ୍ରତ ଉଦ୍ ଯାପନ କରିବ । ଏହି ପଞ୍ଚକରେ ପାଞ୍ଚଦିନ ଯାକ ତାତ୍ପର୍ଯ୍ୟପୂର୍ଣ୍ଣ । ପଞ୍ଚକର ପ୍ରଥମଦିନ ହେଉଛି ବଡ ଏକାଦଶୀ I ଆଷାଢ ଶୁକ୍ଳପକ୍ଷ, ଏକାଦଶୀ ତିଥିରେ ଭଗବାନବିଷ୍ଣୁ ଶଙ୍ଖାସୁରକୁ ବଧ କରିଥିଲେ I ଅତଃ ସେହିଦିନ ଠାରୁ ଚାରିମାସ କାଳ ଭଗବାନ କ୍ଷୀରସାଗରରେ ବିଶ୍ରାମ କରନ୍ତି I ଚାର୍ତୁମ୍ୟାସ୍ୟା ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ଜାଗ୍ରତ ହୁଅନ୍ତି I ଏହିକାରଣରୁ ବୈଷ୍ଣବମାନେ “ଉତ୍ତିଷ୍ଠୋତ୍ତିଷ୍ଠ ଗୋବିନ୍ଦ ଉତ୍ତିଷ୍ଠ ଗରୁଡଧ୍ୱଜ ଉତ୍ତିଷ୍ଠ କମଳାକାନ୍ତ ତୈଲୋକ୍ୟ ମଙ୍ଗଳଂ କୁରୁ” ମନ୍ତ୍ରୋଚାରଣ କରି ବିଷ୍ଣୁ ଭଗବାନଙ୍କୁ ଜାଗ୍ରତ କରାନ୍ତି I ହେ ଗୋବିନ୍ଦ ! ଉଠନ୍ତୁ, ଉଠନ୍ତୁ, ହେ ଗରୁଡଧ୍ୱଜ ! ଉଠନ୍ତୁ I ହେ କମଳାକାନ୍ତ !
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅଜିତ ଦାସ (୪ ଜୁଲାଇ ୧୯୪୯ - ୨୮ ଅଗଷ୍ଟ ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନାଗଭୂଷଣ ପଟ୍ଟନାୟକ (୨୭ ନଭେମ୍ବର ୧୯୩୪ - ୦୯ ଅକ୍ଟୋବର ୧୯୯୮) ଓଡ଼ିଶାର ଜଣେ କମ୍ୟୁନିଷ୍ଟ ନେତା ଥିଲେ । ରାୟଗଡା ଜିଲ୍ଲାର ପଦ୍ମପୁରଠାରେ ଏକ ମଧ୍ୟବିତ୍ତ ପରିବାରରେ ସେ ୨୭ ନଭେମ୍ବର ୧୯୩୪ ମସିହାରେ ଜନ୍ମଗ୍ରହଣ କରିଥିଲେ । ପିତା ଥିଲେ ଶ୍ରୀ ରାମମୂର୍ତ୍ତି ପଟ୍ଟନାୟକ ଓ ମାତା ଶ୍ରୀମତୀ ରାଜଲକ୍ଷ୍ମୀ ପଟ୍ଟନାୟକ । ପରବର୍ତ୍ତି ସମୟରେ ସେ ନକ୍ସଲବାଡ଼ି ଆନ୍ଦୋଳନରେ ଯୋଗ ଦେଲେ । ସିପିଆଇ(ଏମ-ଏଲ)ର ଅନ୍ୟତମ ସଂସ୍ଥାପକ ସଭ୍ୟ ତଥା ଜଣେ ଆଗଧାଡ଼ିର ନେତା ହିସାବରେ ସେ ଜୀବନର ଶେଷ ପର୍ଯ୍ୟନ୍ତ ରହିଥିଲେ ।
ବଚ୍ଚା ବାଜି (ପାର୍ସୀ: بچه بازی, ଆକ୍ଷରିକ ଅର୍ଥ: "ବାଳକ ଖେଳ"; ମୂଳ بچه "ବାଳକ", ଏବଂ بازی "ଖେଳ/କ୍ରୀଡ଼ା") ଆଫଗାନିସ୍ତାନର କିଛି ଭାଗରେ ପ୍ରଚଳିତ ବୟସ୍କ ପୁରୁଷଙ୍କଦ୍ୱାରା ନର୍ତ୍ତକ ବାଳକ ଭାବେ ପରିଚିତ ଶିଶୁ ବା କିଶୋର ବାଳକଙ୍କ ଉପରେ ହେଉଥିବା ଶିଶୁ ଯୌନ ଶୋଷଣର ଏକ ପ୍ରଥା ପାଇଁ ବ୍ୟବହୃତ କଥିତ ଶବ୍ଦଟିଏ । ଏହି ପ୍ରଥା ଯୌନ ଦାସତ୍ୱ ଏବଂ ଶିଶୁ ବେଶ୍ୟାବୃତ୍ତି ସହିତ ସମ୍ବନ୍ଧିତ । ଏକବିଂଶ ଶତାବ୍ଦୀରେ ଆଫଗାନିସ୍ତାନର ବିଭିନ୍ନ ଭାଗରେ ବଚ୍ଚା ବାଜି ପ୍ରଚଳିତ ରହିଛି । ବଳ ଏବଂ ଚାପ ପ୍ରୟୋଗ ସାଧାରଣ, ଏବଂ ସୁରକ୍ଷା ଅଧିକାରୀମାନେ କହନ୍ତି ଯେ ସେମାନେ ଏପରି ଅଭ୍ୟାସ ଅନତ କରିବାରେ ଅସମର୍ଥ କାରଣ ବଚ୍ଚା ବାଜି ସମ୍ବନ୍ଧୀୟ କାର୍ଯ୍ୟକଳାପରେ ଜଡ଼ିତ ଅନେକ ପୁରୁଷ ଶକ୍ତିଶାଳୀ ଏବଂ ସଶସ୍ତ୍ର ଯୁଦ୍ଧ ସର୍ଦ୍ଦାର ।ଆଫଗାନ ଗୃହଯୁଦ୍ଧ (୧୯୯୬-୨୦୦୧) କାଳରେ ବଚ୍ଚା ବାଜି ପାଇଁ ତାଲିବାନ ଆଇନ ଅଧୀନରେ ମୃତ୍ୟୁଦଣ୍ଡ ବ୍ୟବସ୍ଥା ଥିଲା । ବାଳକମାନଙ୍କ ନାଚିବା ପ୍ରଥା ଆଫଗାନ ଆଇନ ଅନୁସାରେ ବେଆଇନ ହୋଇଥିଲେ ହେଁ ଶକ୍ତିଶାଳୀ ଅପରାଧୀଙ୍କ ବିରୋଧରେ କ୍ୱଚିତ ଆଇନ ଲାଗୁ କରାଯାଏ ଏବଂ ପୋଲିସ ସମ୍ବନ୍ଧିତ ଅପରାଧରେ ଜଡ଼ିତ ।ଆଫଗାନିସ୍ତାନ ଅଧିକାର ପରେ ଯୁକ୍ତରାଷ୍ଟ୍ର ଆମେରିକାର ସରକାରୀ ବାହିନୀ ବଚ୍ଚା ବାଜିକୁ ଜାଣିଶୁଣି ଅଣଦେଖା କରିବା ପରେ ଅଭିଯୋଗ ହେବା ପରେ ଏକ ବିବାଦ ସୃଷ୍ଟି ହୋଇଥିଲା । ଆମେରିକୀୟ ସେନା ଏହି ଅପବ୍ୟବହାର ମୁଖ୍ୟତଃ "ସ୍ଥାନୀୟ ଆଫଗାନ ସରକାରଙ୍କ" ଦାୟିତ୍ୱ ଥିଲା ବୋଲି ଦାବୀ କରି ପ୍ରତ୍ୟୁତ୍ତର ଦେଇଥିଲା ।୨୦୨୦ ସୁଦ୍ଧା ଆନ୍ତର୍ଜାତୀୟ ଉଦ୍ବେଗ ସତ୍ତ୍ୱେ ଏହି ଅଭ୍ୟାସ ଜାରିରହିଛି ।
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ନଜରୁଲ ଇସଲାମ ( ୨୪ ମଇ ୧୮୯୯ - ୨୯ ଅଗଷ୍ଟ ୧୯୭୬ ) ଜଣେ ବଙ୍ଗଳାଦେଶୀ କବି, ଲେଖକ, ସଙ୍ଗୀତଜ୍ଞ ଥିଲେ । ତାଙ୍କୁ ବଙ୍ଗଳାଦେଶର ଜାତୀୟ କବିର ସମ୍ମାନ ପ୍ରଦାନ କରାଯାଇଛି । ତାଙ୍କ ଗୀତ ଓ ସଙ୍ଗୀତରେ ଆଧ୍ୟାତ୍ମିକତା ଓ ବିଦ୍ରୋହର ସ୍ୱର ବେଶି ଦେଖିବାକୁ ମିଳେ । ତାଙ୍କର ସାମାଜିକ ଓ ରାଜନୈତିକ ଚେତନାମୂଳକ କାର୍ଯ୍ୟ ଓ ଲେଖା ପାଇଁ ତାଙ୍କୁ ବିଦ୍ରୋହୀ କବିର ଆଖ୍ୟା ମଧ୍ୟ ଦିଆଯାଇଛି । ତାଙ୍କର କବିତା ଓ ସଙ୍ଗୀତର ଏକ ଧାରା ନଜରୁଲ ଗୀତି ନାମରେ ପ୍ରଚଳିତ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ବୃହତ୍ ବ୍ରିଟେନୀୟ ତଥା ଉତ୍ତର ଆୟାର୍ଲ୍ଯାଣ୍ଡୀୟ ଯୁକ୍ତରାଜ୍ୟ, ତଥା ଯୁକ୍ତରାଜ୍ୟ, ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ ଓ ଆୟରଲ୍ୟାଣ୍ଡ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ବାସ୍କିନ୍-ରୋବିନ୍ସ ଆଇସକ୍ରିମ୍ ପାର୍ଲରର ଏକ ଆନ୍ତର୍ଜାତୀୟ ଶୃଙ୍ଖଳା | 30 ରୁ ଅଧିକ ଦେଶରେ ଏହାର ଫ୍ରାଞ୍ଚାଇଜ୍ ଅଛି | 5800 ସ୍ଥାନ ମଧ୍ୟରୁ 2800 ଯୁକ୍ତରାଷ୍ଟ୍ରରେ ଅବସ୍ଥିତ | 1953 ମସିହାରେ ବର୍ଟ ବାସ୍କିନ୍ ଏବଂ ଇରଭ ରୋବିନ୍ସ ଙ୍କ ଦୁଇଟି ପୃଥକ ଆଇସକ୍ରିମ ଉଦ୍ୟୋଗର ମିଶ୍ରଣ ଦ୍ୱାରା ଏହା ପ୍ରତିଷ୍ଠିତ ହୋଇଥିଲା, ଯେଉଁମାନେ ଭାଉଜ ଥିଲେ | ମିଶ୍ରଣ ପୂର୍ବରୁ, ଦୁଇଟି ପୃଥକ ଆଇସ୍କ୍ରିମ୍ ଉଦ୍ୟୋଗକୁ ବର୍ଟର ଆଇସ୍ କ୍ରିମ୍ ଦୋକାନ ଏବଂ ତୁଷାରପାତ ଆଇସ୍ କ୍ରିମ୍ କୁହାଯାଉଥିଲା | ସ୍ନୋବର୍ଡ ଆଇସକ୍ରିମର ସେହି ସମୟରେ 21 ଟି ସ୍ୱାଦ ଥିଲା, ଯାହାକୁ ଉପନ୍ୟାସ ଏବଂ ସତେଜ ଭାବରେ ପ୍ରଶଂସା କରାଯାଇଥିଲା |
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଏହା ବର୍ତ୍ତମାନ ଗାଁ ଗଣ୍ଡାରେ କାଁ ଭାଁ ଦେଖିବାକୁ ମିଳୁଥିବା ଏକ ଲୋକ ସଂସ୍କୃତି । ଶୀତ ରାତିରେ ନିପଟ ମଫସଲ ଗାଁ ଦାଣ୍ଡରେ ଜଣେ ମାତ୍ର କଳାକାର ଏକ ମାଟି ହାଣ୍ଡି ଉପରେ କୁଲା ଓ କଣ୍ଟା ବାଉଁଶରେ ନିର୍ମିତ ଦନ୍ତୁରିତ ଧନୁକୁ ରଖି ପ୍ରସ୍ତୁତ କରିଥାଏ ବାଦ୍ୟଯନ୍ତ୍ର । ଏହି ବାଦ୍ୟଯନ୍ତ୍ରର ସଙ୍ଗୀତ ମୂର୍ଚ୍ଛନାର ତାଳେ ତାଳେ କଳାକାର ଜଣକ ଟୀକା ଗୋବିନ୍ଦ ଚନ୍ଦ୍ର ଓ ତଅପୋଇ ଗୀତ ଗାଇ ଆହୁରି ଶାନ୍ତ କରିଦିଏ ପଲ୍ଲୀ ରାତିକୁ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଭାରତୀୟ ଉପ ମହା ଦ୍ୱୀପରେ ବସବାସ କରୁଥିବା ହିନ୍ଦୁ ପରିବାରରେ ଯୌଥ ପରିବାରର ଚଳଣି ଦେଖିବାକୁ ମିଳେ ଯେଉଁଠି ଗୋଟିଏ ପରିବାରର ଏକାଧିକ ପିଢ଼ି ଯଥା ଜେଜେବାପା-ଜେଜେମା, ବାପା-ମା, କକା -ଖୁଡୀ, ସ୍ବାମୀ-ସ୍ତ୍ରୀ ତଥା ଭାଇ-ଭଉଣୀ ଏକା ସାଥିରେ ବସବାସ କରନ୍ତି । ହିନ୍ଦୁ ଆଇନ ଅନୁସାରେ ଏକ ସାଧାରଣ ପୂର୍ବ ପୁରୁଷରୁ ବଂଶଜ ଭାବେ ଆସିଥିବା ସମସ୍ତ ସଦସ୍ୟ ଯୌଥ ପରିବାରର ଅନ୍ତର୍ଗତ ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବୃକକ ବା କିଡନୀ ମାନବ ଶରୀରରେ ଥିବା ନିଷ୍କାସନ ବିଭାଗର ଦୁଇଟି ଅଙ୍ଗ, ଦେଖିବାକୁ ଶିମ୍ବ ମଞ୍ଜି ଭଳି ଓ ଆକାର ମୁଠା ହୋଇଥିବା ହାତ ଭଳି । ଅଣ୍ଟା ପାଖରେ ପେଟ ଭିତରେ ମେରୁ ଅସ୍ଥି ଦୁଇ ପଟରେ ପେରିଟୋନିଅମ ପଛ ପାଖରେ ଦୁଇଟି କିଡନୀ ଥାଏ । ବାମ କିଡନି ଅପେକ୍ଷା ଡାହାଣ କିଡନୀ ସାମାନ୍ୟ ତଳକୁ ଥାଏ ଓ ବାମ କିଡନି ମେରୁ ଅସ୍ଥିର ଅଧିକ ପାଖକୁ ଥାଏ । ପ୍ରତ୍ୟେକ କିଡନୀକୁ ଗୋଟିଏ ‘କିଡନୀ ଧମନୀ’ ପ୍ରବେଶ କରେ ଓ ଗୋଟିଏ ‘କିଡନୀ ଶିରା’ ବାହାରେ । କିଡନୀରୁ ଗୋଟିଏ ନଳୀ ବାହାରେ ଯାହାକୁ ୟୂରେଟର କହନ୍ତି । ଏହି ୟୂରେଟର ମଧ୍ୟ ଦେଇ କିଡନୀରୁ ପରିସ୍ରା ବାହାରି ମୂତ୍ରାଶୟରେ ଜମା ହୁଏ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଅଜିତ ଦାସ (୨୦ ଜାନୁଆରୀ ୧୯୪୯ - ୧୩ ସେପ୍ଟେମ୍ବର ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ମଞ୍ଚ ଅଭିନେତା, ନିର୍ଦ୍ଦେଶକ ଏବଂ ନାଟ୍ୟଗୁରୁ ଥିଲେ । ସେ ମଞ୍ଚ ଅଭିନୟ ଶିକ୍ଷାନୁଷ୍ଠାନ ଅଭିନୟ ଜାଗୃତି ଇନଷ୍ଟିଚ୍ୟୁଟ ଅଫ ଥିଏଟରର ପ୍ରତିଷ୍ଠାତା । ନ୍ୟାସ୍ନାଲ୍ ସ୍କୁଲ୍ ଅଫ୍ ଡ୍ରାମାରୁ ଅଭିନୟରେ ଡିପ୍ଲୋମା ଶେଷ କରିବା ପରେ ୧୯୭୬ ମସିହାରେ ସେ ଓଡ଼ିଆ କଥାଚିତ୍ର ସିନ୍ଦୁର ବିନ୍ଦୁ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।