ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ନୀଳମଣି ସିଂହ ଦଣ୍ଡପାଟ (ମୃତ୍ୟୁ: ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗୁରୁ ନାନକ ଲାହୋର ନିକଟବର୍ତ୍ତୀ ଏକ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଅଲ୍ପ ବୟସରେ ସଂସାର ତ୍ୟାଗ କରି ଧର୍ମଜ୍ଞାନ ଲାଭ ନିମିତ୍ତ ଭାରତର ନାନା ସ୍ଥାନ ପରିଦର୍ଶନ କରିଥିଲେ । କଥିତ ଅଛି, ସେ ଇସଲାସ ଧର୍ମର ମୂଳତତ୍ତ୍ୱ ଅବଗତ ହେବା ନିମିତ୍ତ ସୁଦୂର ମକ୍କା ଓ ବାଗଦାଦକୁ ଯାତ୍ରା କରିଥିଲେ । ଶେଷ ଜୀବନରେ ସେ ପଞ୍ଜାବର କର୍ତ୍ତତପୁର ନାମକ ସ୍ଥାନରେ ଅବସ୍ଥାନ କରି ସ୍ୱ ଧର୍ମମତ ପ୍ରଚାର କରିଥିଲେ । ୧୫୩୮ ଖ୍ରୀଷ୍ଟାବ୍ଦରେ ଦେହ ତ୍ୟାଗ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଚନ୍ଦ୍ରିକା ବନ୍ଦରନାଇକେ କୁମାରତୁଙ୍ଗା (ସିଂହଳୀ: චන්ද්රිකා බණ්ඩාරනායක Tam, ତାମିଲ: சந்திரிகா பண்டாரநாயக்க குமாரதுங்க; ଜନ୍ମ ୨୯ ଜୁନ୍ ୧୯୪୫) ବା ଚନ୍ଦ୍ରିକା କୁମାରତୁଙ୍ଗା ଜଣେ ଶ୍ରୀଲଙ୍କା ରାଜନେତ୍ରୀ ଯିଏକି ୧୨ ନଭେମ୍ବର ୧୯୯୪ରୁ ୧୯ ନଭେମ୍ବର ୨୦୦୫ ପର୍ଯ୍ୟନ୍ତ ଶ୍ରୀଲଙ୍କାର ପଞ୍ଚମ ରାଷ୍ଟ୍ରପତି ଭାବରେ କାର୍ଯ୍ୟ କରିଥିଲେ । ଅଦ୍ୟାବଧି ଶ୍ରୀଲଙ୍କାର ଏକମାତ୍ର ମହିଳା ରାଷ୍ଟ୍ରପତି କୁମାରତୁଙ୍ଗା ହେଉଛନ୍ତି ଦୁଇଜଣ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଝିଅ ଏବଂ ସେ ୨୦୦୫ ଶେଷ ପର୍ଯ୍ୟନ୍ତ ଶ୍ରୀଲଙ୍କା ଫ୍ରିଡମ୍ ପାର୍ଟି (SLFP)ର ନେତା ଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ୱାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ମାଉସ ଏକ ଲକ୍ଷ୍ୟ କରି ଦେଖାଉଥିବା ଯନ୍ତ୍ର ଯାହା ଏକ ସମତଳରେ ଦୁଇ ଦିଗରେ ଗତିକରି କାମ କରିଥାଏ । ମାଉସ ଏକ ବସ୍ତୁ ଯାହାକୁ ହାତରେ ଧରାଯାଏ ଯେଉଁଥିରେ ଏକାଧିକ ବଟନ ଅଛି । ବେଳେ ବେଳେ ଏଥିରେ ଚକ ଭଳିଆ କିଛି ଜିନିଷ ଥାଏ ଯାହା ବ୍ୟବହାରକାରୀକୁ ଯନ୍ତ୍ର କରାଉଥିବା କାମ ଗୁଡିକ କରେଇଥାଏ, ଆଉ କିଛି ଅତିରିକ୍ତ ବଟନ ମଧ୍ୟ ଥାଏ ଯାହା ମାଉସକୁ କିଛି ଅଧିକ କ୍ଷମତା ପ୍ରଦାନ କରିଥାଏ । ମାଉସର ଗତି ସାଧାରତଃ ଏକ ତୀର ଚିହ୍ନଦ୍ୱାରା କମ୍ପ୍ୟୁଟର ପରଦାରେ ଦେଖାଇ ଥାଏ ଯାହା ଆରେଖୀୟ ପ୍ରୟୋଗୀ ଅନ୍ତରପୃଷ୍ଠ(Graphical User Interface)ର ଉତ୍ତମ ବ୍ୟବହାର ଦର୍ଶାଇଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଦେବୁ ବୋଷ (ଜନ୍ମନାମ: ରବୀନ୍ଦ୍ରନାଥ ବୋଷ) ଜଣେ ଓଡ଼ିଆ କଥାଚିତ୍ର ଜଗତ ଅଭିନେତା ଥିଲେ । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତୀତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ ଥିଲେ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ସେ ନୃତ୍ୟ ଶିକ୍ଷାଗ୍ରହଣ କରିଥିଲେ । ଦେବୁ ଓଡ଼ିଆ କଥାଚିତ୍ରର ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ । ଚଳଚ୍ଚିତ୍ର ବ୍ୟତୀତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଥିଲେ । ୨୦୧୮ ଅଗଷ୍ଟ ୨୨ତାରିଖରେ ହାଇଦ୍ରାବାଦଠାରେ ତାଙ୍କର ଦେହାନ୍ତ ହୋଇଥିଲା । ତାଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର ଆପନା ହାତ ଜଗନ୍ନାଥ ୨୦୧୫ ମସିହାରେ ମୁକ୍ତିଲାଭ କରିଥିଲା । ସେ ଓଡ଼ିଆ ଧାରାବାହିକ ସତ୍ୟ ଜରିଆରେ ଧାରାବାହିକରେ ଅଭିନୟ ଆରମ୍ଭ କରିଥିଲେ ଏବଂ ତାଙ୍କ ଅଭିନୀତ ଶେଷ ଧାରାବାହିକ ଥିଲା ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ଦୁର୍ଗା । ଦେବୁ ବୋଷ ହିନ୍ଦୀ କଥାଚିତ୍ର ଆଶ୍ରମ ଓ ହିନ୍ଦୀ ଧାରାବାହିକ ବୋହୂରେ ଅଭିନୟ କରିଥିଲେ । ଶ୍ରମ ଅଧିକାରୀ ଭାବରେ ସେ ଚାକିରୀରେ ଯୋଗ ଦେଇଥିଲେ ଏବଂ ଶିଳ୍ପ ଉନ୍ନୟନ ନିଗମର ସାଧାରଣ ପ୍ରବନ୍ଧକ ଭାବରେ ଅବସର ନେଇଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ୱ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କ ଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କ ମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ ୨୪ କି.ମି. (୧୫ mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ ୮ କି.ମି. (୫.୦ mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ ୧ କି.ମି.
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହାଦ୍ୱାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀକୁ ବାର୍ତ୍ତା, ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷଣାତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ଏଚ.ଆଇ.ଭି. (ହ୍ୟୁମ୍ୟାନ ଇମ୍ୟୁନୋ ଡେଫିସିଏନ୍ସି ଭାଇରସ) ମାନବ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କରିପାରୁଥିବା ଏକ ପ୍ରକାର ଭୁତାଣୁ । ଏହା ଏତେ କ୍ଷୁଦ୍ର ଯେ ଖାଲି ଆଖିରେ ଦେଖାଯାଏ ନାହିଁ । ଏହି ଭୂତାଣୁ ଯୋଗୁଁ ଏଡସ ରୋଗ ହୋଇଥାଏ ।ଏହି ଭୂତାଣୁ ୨ ପ୍ରକାରର । ଯଥା:- ଏଚ.ଆଇ.ଭି. -୧ ଏଚ.ଆଇ.ଭି -୨ । ଏଡସ୍ ହେଉଛି ଆକ୍ୱାର୍ଡ୍ ଇମ୍ୟୁନୋ ଡେଫିସିଏନ୍ସି ସିଣ୍ଡ୍ରୋମ୍ । ଏହାର ଅର୍ଥ ଯଥାକ୍ରମେ ଜଣେ ଅନ୍ୟ ଜଣଙ୍କ ଠାରୁ ଏଚ.ଆଇ.ଭି.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ଓଡ଼ିଶୀ ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।