ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଜଣେ କାନ୍ନୁଶୀ (神主, ଈଶ୍ବର ସ୍ୱାମୀ, ମୂଳ ଉଚ୍ଚାରଣ - କାମୁନୁଶୀ) ବା ଶିନ୍ଶୋକୁ (神職, ଅର୍ଥାତ୍ ଈଶ୍ବରଙ୍କ ସେବକ) ହେଉଛନ୍ତି ଏକ ଶିଣ୍ଟୋଶାଳର ରକ୍ଷଣାବେକ୍ଷଣ ପାଇଁ ନିଯୁକ୍ତି ପ୍ରାପ୍ତ ବ୍ଯକ୍ତି । ଏହାଛଡା ସେ, ସେହି ଶାଳରେ ଥିବା କାମିଙ୍କର ପୂଜାକାର୍ଯ୍ୟ ମଧ୍ଯ ସମ୍ପାଦନ କରିଥାନ୍ତି । କାନ୍ନୁଶୀର ଚିତ୍ରଲିପିଗୁଡ଼ିକୁ ଯିନ୍ଶୁ ବୋଲି ମଧ୍ଯ ପଢାଯାଇଥାଏ । ପ୍ରଥମେ କାନ୍ନୁଶୀଙ୍କୁ କାମିଙ୍କର ମାଧ୍ଯମ ବୋଲି ଧରାଯାଉଥିଲା । ଅର୍ଥାତ୍ କାନ୍ନୁଶୀମାନେ କାମିଙ୍କର ଇଚ୍ଛାକୁ ମାନବ ମଧ୍ଯରେ ପ୍ରକାଶ କରାଇ ପାରୁଥିଲେ । ଜଣେ କାନ୍ନୁଶୀ ହେଉଛନ୍ତି ଏକ ଲୋକ ଯେ ଆଲୌକିକ କାର୍ଯ୍ୟ କରିପାରନ୍ତି କିମ୍ବା ଏକ ପବିତ୍ର ଲୋକ ଯେ ନିଜର ପବିତ୍ରକରଣ କାର୍ଯ୍ୟ ଯୋଗୁଁ କାମିଙ୍କର ମାଧ୍ଯମ ରୂପେ କାର୍ଯ୍ୟ କରିପାରନ୍ତି । ପରେ ଏହି ଶବ୍ଦଟି ଶିନ୍ଶୋକୁ ଶବ୍ଦର ସମାନାର୍ଥକ ହୋଇଗଲା, ଯାହାର ଅର୍ଥ ଏକ ଲୋକ ଯେ ଶାଳରେ କାମକରେ ଏବଂ ସେଠାରେ ଧାର୍ମିକ ସଂସ୍କାର ପାଳନ କରେ ।ପ୍ରାଚୀନ କାଳରେ, ଏକ ବଂଶରେ ସାଧାରଣତଃ ଧାର୍ମିକ ଏବଂ ରାଜନୈତିକ ସାମର୍ଥ୍ଯ ଜଣଙ୍କ ହାତରେ ଥାଏ ଯିଏ ସେହି ବଂଶର ମୁଖ୍ଯ ହୋଇଥାନ୍ତି । ପରେ ସେହି ପଦବୀ ଏକ ଭିନ୍ନ ଏବଂ ଅଧିକ ଶକ୍ତିଶାଳୀ ରୂପରେ ରୂପାନ୍ତରିତ ହେଲା । ଏହି ଶବ୍ଦଟି ଉଭୟ କୋଯିକୀ (୬୮୦ ଖ୍ରୀଷ୍ଟାବ୍ଦ) ଏବଂ ନିହୋଁ ଶୋକିରେ (୭୨୦ ଖ୍ରୀଷ୍ଟାବ୍ଦ) ମିଳିଥିଲା । ଏଥିରେ ସାମ୍ରାଜ୍ଞୀ ଜିଙ୍ଗୁ ଏବଂ ସମ୍ରାଟ ସୁଯିନ୍ କାନ୍ନୁଶୀ ପଦ ଧାରଣ କରିଥିଲେ । ଗୋଟିଏ ଶାଳ ମଧ୍ଯରେ ଏକାସାଙ୍ଗରେ ଦୁଇ ବା ତତୋଧିକ କାନ୍ନୁଶୀ ରହିପାରିବେ, ଉଦାହରଣ ସ୍ୱରୂପ ଇଶେ ମହାଶାଳର ଓକାନ୍ନୁଶୀ (大神主), ସୋକାନ୍ନୁଶୀ (総神主) ତଥା ଗୋଁକାନ୍ନୁଶୀ (権神主) ।କାନ୍ନୁଶୀ ବିବାହ କରିପାରନ୍ତି ଏବଂ ତାଙ୍କ ସନ୍ତାନମାନେ ଏହି ପଦବୀ ଉତ୍ତରାଧିକାରୀ ରୂପେ ପାଇପାରନ୍ତି ।. ବର୍ତ୍ତମାନ ଏହି ପଦବୀଟି ନିୟମ ଦୃଷ୍ଟିରୁ ବଂଶାନୁକ୍ରମିକ ନୁହେଁ କିନ୍ତୁ ବାସ୍ତବରେ ଏହି ପ୍ରଥାଟି ଏବେ ମଧ୍ଯ ବଂଶାନୁକ୍ରମିକ ଭାବରେ ପରିଚାଳିତ ହୁଏ ।ସେମାନେ ପିନ୍ଧୁଥିବା ବସ୍ତ୍ର ସବୁର କୌଣସି ଧାର୍ମିକ ମହତ୍ତ୍ବ ନାହିଁ କିନ୍ତୁ ଏଗୁଡ଼ିକ ସାମ୍ରାଜ୍ୟବାଦୀ କାଳରେ ପରିଧାନ କରାଯାଉଥିବାରୁ ଏବେ ମଧ୍ଯ ପିନ୍ଧାଯାଏ; ଉଦାହରଣ ସ୍ବରୂପ - ଯୋଏ, ଏବୋଶୀ ତଥା କାରିଗିନୁ । ଏହା କାମି ଏବଂ ସମ୍ରାଟଙ୍କ ମଧ୍ଯରେ ଥିବା ବିଶେଷ ସମ୍ପର୍କକୁ ପ୍ରତିପାଦିତ କରିଥାଏ ।.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରୋହିଙ୍ଗିଆ ହତ୍ୟାକାଣ୍ଡ ରୋହିଙ୍ଗିଆ ମୁସଲମାନ ଲୋକଙ୍କ ବିରୋଧରେ ମିଆଁମାର (ପୂର୍ବତନ ବର୍ମା) ସରକାରଙ୍କଦ୍ୱାରା ଲାଗିରହିଥିବା ଅତ୍ୟାଚାରସମୂହ । ଆଜି ପର୍ଯ୍ୟନ୍ତ ଏହି ଗଣହତ୍ୟା ଦୁଇଟି ପର୍ଯ୍ୟାୟରେ ହୋହିଛି: ପ୍ରଥମଟି ୨୦୧୬ ଅକ୍ଟୋବରରୁ ୨୦୧୭ ଜାନୁଆରୀ ପର୍ଯ୍ୟନ୍ତ ହୋଇଥିଲା ଏବଂ ଦ୍ୱିତୀୟଟି ୨୦୧୭ ଅଗଷ୍ଟରୁ ଚାଲିଆସିଛି । ଏହି ସଙ୍କଟ ଏକ ମିଲିଅନରୁ (୧୦ ଲକ୍ଷ) ଅଧିକ ରୋହିଙ୍ଗିଆଙ୍କୁ ଅନ୍ୟ ଦେଶସବୁକୁ ପଳାୟନ କରିବାକୁ ବାଧ୍ୟ କରିଥିଲା । ଅଧିକାଂଶ ବଙ୍ଗଳାଦେଶକୁ ପଳାୟନ କରିବା ବେଳେ ଅନ୍ୟମାନେ ଭାରତ, ଥାଇଲାଣ୍ଡ, ମାଲେସିଆ ଏବଂ ଦକ୍ଷିଣ ଏବଂ ଦକ୍ଷିଣପୂର୍ବ ଏସିଆର ଅନ୍ୟ ଭାଗକୁ ପଳାଇଗଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାମି (ଜାପାନୀ: 神, kaꜜmi) ହେଉଛନ୍ତି ଜାପାନୀ ଶିଣ୍ଟୋବାଦରେ ଆରାଧିତ ପ୍ରାକୃତିକ ତଥା ଆଲୌକିକ ସତ୍ତା, ଈଶ୍ବର, ଦେବତା, ଯକ୍ଷ, ବିଦ୍ଯାଧର ଇତ୍ଯାଦି । ଜାପାନୀ ଲୋକବିଶ୍ୱାସରେ ଯେ କୌଣସି ପ୍ରାକୃତିକ ଶକ୍ତି, ଭୂମିରୂପ ଯଥା - ପାହାଡ଼, ପର୍ବତ, ନଦୀ, ଝରଣା ତଥା ପୋଖରୀ ଆଦି, ପୂର୍ବଜଙ୍କ ଆତ୍ମା, ସ୍ଥାନୀୟ ଶାସକ, ରାଷ୍ଟ୍ରୀୟ ଶାସକ (ସମ୍ରାଟ ତଥା ଶୋଗୁଁ ଆଦି), ଅନ୍ୟ ଧର୍ମର ଦେବୀଦେବତା (ବୌଦ୍ଧ ଧର୍ମର ଦେବୀଦେବତା) ତଥା ଆଲୌକିକ ଶକ୍ତିଙ୍କୁ କାମି ଭାବରେ ପୂଜାର୍ଚ୍ଚନା କରାଯାଇଥାଏ । କେତେକ କାମିଙ୍କୁ ସମ୍ପୂର୍ଣ୍ଣ ଜାତିର ପୂର୍ବଜ ଭାବେ ଚିତ୍ରିତ କରାଯାଇଥାଏ । ଏହା ମଧ୍ଯ ବିଶ୍ବାସ କରାଯାଏ ଯେ ଯଦି ମୃତ୍ଯୁ ପୂର୍ବରୁ ଜଣେ ମହତ୍ବପୂର୍ଣ୍ଣ ବ୍ଯକ୍ତି ନିଜ ଜୀବନରେ କାମିଙ୍କ ସମାନ ଦିବ୍ଯ ଗୁଣ ଓ ସଂସ୍କାର ଧାରଣ କରିଥାଏ ତେବେ ମୃତ୍ଯୁ ପରେ ସେ ନିଜେ କାମିରୂପକୁ ପ୍ରାପ୍ତ ହୁଏ । କେତେକ ମହାନ ଶାସକ ଯଥା ଜାପନର ସମ୍ରାଟଗଣଙ୍କୁ ମରଣୋତ୍ତର କାମି ବୋଲି ଗ୍ରହଣ କରାଯାଏ ।ଶିଣ୍ଟୋବାଦରେ କାମି ପ୍ରକୃତିଠାରୁ ଭିନ୍ନ ନୁହଁନ୍ତି, ଅପିତୁ ପ୍ରକୃତିର ଅଟନ୍ତି ଯାହାଙ୍କ ପାଖରେ ସକାରାତ୍ମକ ତଥା ନକାରାତ୍ମକ ଉଭୟ ଗୁଣ ବିଦ୍ଯମାନ । ସେମାନେ ମୁସୁବି (結び), ଅର୍ଥାତ୍ ଏହି ବିଶ୍ବକୁ ବାନ୍ଧି ରଖିଥିବା ଶକ୍ତିର ସ୍ୱରୂପ, । କାମିମାନେ ଏକ ଭିନ୍ନ ବିଶ୍ୱରେ ନିବାସ କରନ୍ତି, ଯାହାକୁ ଶିଙ୍କାଇ (ଜାପାନୀ; 神界 - କାମିଙ୍କ ବିଶ୍ୱ) କୁହାଯାଏ । ପ୍ରକୃତି ସହ ତାଳ ମିଳାଇ ସମ୍ପୂର୍ଣ୍ଣ ସହଯୋଗରେ ଚାଲିବାକୁ କାମିଙ୍କ ପଥ (随神の道 କିମ୍ବା 惟神の道; କାନ୍ନାଗାରାନୋ ମିଚି) କୁହାଯାଏ ।
ଅନ୍ୱରା ବେଗମ (ଅନ୍ୱରା ନାମରେ ମଧ୍ୟ ପରିଚିତ; ଜନ୍ମ: ୧ ଜୁନ ୧୯୪୮; ଜନ୍ମସ୍ଥାନ: କୁମିଲ୍ଲାତ, ବାଂଲାଦେଶ) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ଯିଏକି ବାଂଲାଦେଶର ବଙ୍ଗଳା ଏବଂ ଉର୍ଦ୍ଦୁ କଥାଚିତ୍ରରେ ଅଭିନୟ କରନ୍ତି । ୨୦୧୫ ସୁଦ୍ଧା ସେ ୬୦୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ସେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ସବୁଠାରୁ ବଡ଼ ପୁରସ୍କାର ବାଂଲାଦେଶ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୭ ଥର ସହକାରୀ ପାର୍ଶ୍ୱ ଅଭିନେତ୍ରୀ ଭାବରେ ଜିତିଛନ୍ତି । ଗୋଲାପୀ ଏଖନ ଟ୍ରେନେ (୧୯୭୮), ସୁନ୍ଦରୀ (୧୯୭୯), ସଖିନାର ଯୁଦ୍ଧ (୧୯୮୪), ମରଣେର ପରେ (୧୯୯୦), ରାଧା କୃଷ୍ଣ (୧୯୯୨), ବାଂଲାର ବଧୂ (୧୯୯୩) ଏବଂ ଅନ୍ତରେ ଅନ୍ତରେ (୧୯୯୪) ଆଦି ବଙ୍ଗଳାଦେଶୀ କଥାଚିତ୍ର ପାଇଁ ସେ ଏହି ପୁରସ୍କାର ପାଇଥିଲେ । ୧୯୮୬ ମସିହାରେ ଶୁଭଦା କଥାଚିତ୍ର ପାଇଁ ତାଙ୍କୁ ବାଂଲାଦେଶ ଜାତୀୟ ଚଳଚ୍ଚିତ୍ରରେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଲକ୍ଷ୍ମଣ କୁମାର ମହାପାତ୍ର (୨୯ ଅକ୍ଟୋବର ୧୯୨୯ - ୧ ଜୁନ ୨୦୨୦) ଓଡ଼ିଶାରେ ଜନ୍ମିତ ଜଣେ ଭାରତୀୟ ନୃତତ୍ତ୍ୱବିଜ୍ଞାନୀ ଥିଲେ । ସେ କଲିକତା ବିଶ୍ୱବିଦ୍ୟାଳୟରୁ ନୃତତ୍ୱବିଜ୍ଞାନରେ ସ୍ନାତକ ଓ ହାମବର୍ଗ ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ ଲାଭ କରିଥିଲେ । ୧୯୮୬ ମସିହାରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ଓ ୧୯୮୯ ମସିହାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳାଧିପତି ଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟରେ ନୃତତ୍ତ୍ୱବିଜ୍ଞାନ ବିଭାଗର ମୁଖ୍ୟ ଥିବା ବେଳେ ବିଶ୍ୱବିଦ୍ୟାଳୟରେ ନିୟମିତ ପାଠ୍ୟକ୍ରମରେ ଦକ୍ଷିଣ ପୂର୍ବ ଏସିଆର ଶିକ୍ଷାଦାନ ଆରମ୍ଭ କରିବା ସେ ଭାରତରେ ପ୍ରଥମ ଶିକ୍ଷାବିଦ୍ ଥିଲେ । ସେ ଓଡ଼ିଶାର ପ୍ରଥମ ବ୍ୟକ୍ତି ଭାବେ ସାମାଜିକ ବିଜ୍ଞାନ ପାଇଁ ୟୁଜିସିର ସର୍ବୋଚ୍ଚ ପୁରସ୍କାର ପାଇଥିଲେ । ଭାରତ ଓ ଆମେରିକାର ବିସ୍ଥାପିତ ଜନସଂଖ୍ୟାର ପୁନର୍ବାସ ନିମନ୍ତେ ସେ ୧୯୮୫ରୁ ୧୯୮୮ ପର୍ଯ୍ୟନ୍ତ ଓ ପୁନଶ୍ଚ ୧୯୯୫-୯୬ ପର୍ଯ୍ୟନ୍ତ ବିଶ୍ୱବ୍ୟାଙ୍କର ପରାମର୍ଶଦାତା ଭାବେ କାର୍ଯ୍ୟ କରିଥିଲେ । ଏଥି ସହିତ ସେ ୧୯୯୦ ମସିହାରେ ଭାରତୀୟ ସାମାଜିକ ବିଜ୍ଞାନ ଗବେଷଣା ପରିଷଦ (ଆଇସିଏସଏସଆର) ଏବଂ ଓଡ଼ିଶା ସରକାରଙ୍କ ସହଯୋଗୀତାରେ ଅବସ୍ଥାପିତ ଗବେଷଣା କେନ୍ଦ୍ର ନବକୃଷ୍ନ ଚୌଧୁରୀ ବିକାଶ କେନ୍ଦ୍ରର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ । ନୃତତ୍ତ୍ୱବିଜ୍ଞାନ ନିମନ୍ତେ ତାଙ୍କର ଆଜୀବନ ଅବଦନା ନିମନ୍ତେ ତାଙ୍କୁ ଭାରତୀୟ ନୃତତ୍ତ୍ୱବିଜ୍ଞାନ ସମାଜ (ଇଣ୍ଡିଆନ ଆନ୍ଥ୍ରୋପୋଲୋଜିକାଲ ସୋସାଇଟି) ୨୦୦୪ ମସିହାରେ ସ୍ୱର୍ଣ୍ଣ ପଦକ ପ୍ରଦାନ କରିଥିଲା ।୨୦୨୦ ମସିହା ଜୁନ ୧ ତାରିଖ ସକାଳ ୮ଟା ସମୟରେ ୯୦ ବର୍ଷ ବୟସରେ ଭୁବନେଶ୍ୱରଠାରେ ତାଙ୍କର ଦେହାନ୍ତ ହୋଇଥିଲା ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ୱୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶ ଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀର ଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।୧୯୫୬ ମସିହାରେ ଜଲାଲୁଦ୍ଦୀନ୍ ମୋହମଦ୍ ଆକବର୍, ଯିଏ ମହାନ୍ ଆକବର ନାମରେ ପ୍ରସିଦ୍ଧ, ତାଙ୍କର ପଦଗ୍ରହଣ ସହିତ ଏହି ସାମ୍ରାଜ୍ୟର ଉକ୍ତୃଷ୍ଟ ସମୟ ଆରମ୍ଭ ହେଲା ଓ ସମ୍ରାଟ୍ ଆଉରଙ୍ଗଜେବଙ୍କ ନିଦ୍ଧନ ସହିତ ଶେଷ ହେଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଜାନକୀ ବଲ୍ଲଭ ମହାନ୍ତି (୧୯୨୫-୧୯୯), ଜଣେ ଓଡ଼ିଆ ସାହିତ୍ୟିକ ଥିଲେ । ଭରଦ୍ୱାଜ ନାମରେ ସେ ସାହିତ୍ୟ ରଚନା କରୁଥିଲେ । ସେ କବିତା, ଅନୁବାଦ, ଶିଶୁ ସାହିତ୍ୟ ଓ ସମାଲୋଚନା ଆଦି ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଲେଖୁଥିଲେ । ସେ ଉତ୍କଳ ସାହିତ୍ୟ ସମାଜର ସମ୍ପାଦକ ଓ ସଭାପତି ତଥା କେନ୍ଦ୍ର ସାହିତ୍ୟ ଏକାଡେମୀର ଓଡ଼ିଶା ପ୍ରତିନିଧି (୧୯୭୭-୮୨) ଭାବରେ କାର୍ଯ୍ୟ କରିଥିଲେ । ବୃତ୍ତିରେ ସେ ଜଣେ ଅଧ୍ୟାପକ ଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ପରଜା ଭାରତୀୟ ଉପନ୍ୟାସ ସାହିତ୍ୟରେ ଏକ ଅଭିଜାତ ଅଭିବ୍ୟକ୍ତି । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ । ନିରୁତା ଓଡ଼ିଆ ଭାଷାରେ ଲେଖାଯାଇଥିବାରୁ ଅନୁବାଦକମାନଙ୍କୁ ଏଥିପାଇଁ ବହୁ ଶ୍ରମ ସ୍ୱୀକାର କରିବାକୁ ପଡ଼ିଥିଲା । ଏହାର ପ୍ରଥମ ପ୍ରକାଶ ସମୟରେ ଲେଖକ ଗୋପୀନାଥ ମହାନ୍ତି ଯୁବକ ଥିଲେ । ବହିଟିର ପ୍ରକାଶକ ଲେଖିଥିଲେ "ଉପନ୍ୟାସ ଭିତରକୁ ଭେଦିଗଲେ ଲାଗେ ସତେଯେପରି ତରୁଣ କବି ଗୋପୀନାଥଙ୍କ ଆଗ୍ନେୟ ଅନୁଭବର ଅନୁପମ ଆଲେଖ୍ୟ ।"ପରଜାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା ।
କୋଣାର୍କ ପଥର ଖୋଦେଇ କାମ ଶତାବ୍ଦୀ ଶତାବ୍ଦୀ ଧରି ଓଡ଼ିଶାରେ ପ୍ରଚଳିତ । ଏହା ପୁରୀରେ ଥିବା ଜଗନ୍ନାଥ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ମୁକ୍ତେଶ୍ୱର ଏବଂ ଓଡ଼ିଶାର ଅନ୍ୟ ମନ୍ଦିରମାନଙ୍କରେ ଫୁଟି ଉଠିଥିବା କଳାକୃତିରୁ ଅନୁମେୟ । ଅନ୍ୟ ମହତ୍ୱପୂର୍ଣ୍ଣ ଐତିହ ଯଥା ଉଦୟଗିରି ସ୍ତୁପ, ରତ୍ନଗିରି, କୋଣାର୍କର ପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିର ଏବଂ କୋଣାର୍କ ଚକ, ପରିସରରେ ନିର୍ମିତ ଅଶ୍ୱ, ସିଂହ, ହାତୀ ଏବଂ ଅନ୍ୟ କଳାକୃତି ଆଦି ପଥର ଖୋଦେଇ କଳାର ଶ୍ରେଷ୍ଠ ନିଦର୍ଶନ ଅଟେ ।
ପାରମିତା ଶତପଥୀ (ଜନ୍ମ ୩୦ ଅଗଷ୍ଟ ୧୯୬୫) ଜଣେ ଓଡ଼ିଆ କ୍ଷୁଦ୍ରଗଳ୍ପ ଲେଖିକା ଓ ଔପନ୍ୟାସିକା । ମାତା ପ୍ରତିଭା ଶତପଥୀ ଜଣେ ଆଧୁନିକ ଓଡ଼ିଆ କବି ଓ ପିତା ନିତ୍ୟାନନ୍ଦ ଶତପଥୀ ଜଣେ ସାହିତ୍ୟ ସମାଲୋଚକ । ୧୯୮୯ ମସିହାରେ ଭାରତୀୟ ରାଜସ୍ୱ ସେବାରେ ଯୋଗ ଦେଇଥିବା ପାରମିତା ଆୟକର ବିଭାଗରେ କମିଶନର ଭାବେ କାର୍ଯ୍ୟରତ ଅଛନ୍ତି ।ପାରମିତା ଶତପଥୀଙ୍କ ପ୍ରଥମ କ୍ଷୁଦ୍ରଗଳ୍ପ ୧୯୮୫ରେ ପ୍ରମୁଖ ଓଡ଼ିଆ ପତ୍ରିକା ଝଙ୍କାରରେ ପ୍ରକାଶ ପାଇଥିଲା । ପରେ ପରେ ତାଙ୍କର ଅନେକ ଲେଖା ପ୍ରକାଶ ପାଇଲା । ତାଙ୍କର ଅନେକ ଗଳ୍ପ ଅନ୍ୟାନ୍ୟ ଭାରତୀୟ ଭାଷା ଯଥା ତେଲୁଗୁ, ହିନ୍ଦୀ, ଇଂରାଜୀ, ବଙ୍ଗାଳୀ ଆଦି ଭାଷାରେ ଅନୁବାଦିତ ହୋଇ ଉଚ୍ଚ ପ୍ରଶଂସିତ ହୋଇଛି । 'ପ୍ରାପ୍ତି'ର ଭିସିଡି ଅଗଷ୍ଟ ୨୦୧୫ରେ ମୁକ୍ତିଲାଭ କରିଥିଲା ।କବି ପ୍ରତିଭା ଶତପଥୀ ଏବଂ ପ୍ରାବନ୍ଧିକ ନିତ୍ୟାନନ୍ଦ ଶତପଥୀଙ୍କ ଝିଅ ପାରମିତାଙ୍କ ଜନ୍ମ ହୋଇଥିଲା ୩୦ ଅଗଷ୍ଟ ୧୯୬୫ରେ । ବାପା ମାଙ୍କ ପ୍ରଭାବରେ ପିଲାଟିଦିନରୁ ସେ ସାହିତ୍ୟ ପ୍ରତି ଅାକର୍ଷିତ ହୋଇଥିଲେ ଓ ପ୍ରଚୁର ପଢ଼ାପଢ଼ି କରୁଥିଲେ । ୧୯୮୯ରେ ଭାରତୀୟ ରାଜସ୍ୱ ସେବାରେ କୃତକାର୍ଯ୍ୟ ହୋଇଥିବା ପାରମିତା ଶତପଥୀ ଅଧୁନା ଅାୟକର ବିଭାଗର କମିସନର ପଦବିରେ କାର୍ଯ୍ୟରତ । ତାଙ୍କର ପ୍ରଥମ ଗଳ୍ପ 'ତାଙ୍କ ସହ ସବୁ ଦିନ' ୧୯୮୫ ମସିହାରେ 'ଝଙ୍କାର' ପତ୍ରିକାରେ ପ୍ରକାଶିତ ହୋଇଥିଲା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ ରାଜନୈତିକ ଦଳ ଅଟେ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ ଅଟେ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ । ଏହାର ବିଶ୍ୱର ଦ୍ବିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତ ଦ୍ବାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।ମୁସଲମାନମାନେ ବିଶ୍ବାସ କରନ୍ତି ଯେ ଇସଲାମ ହେଉଛି ସର୍ବପୂରାତନ ବାସ୍ତବ ଧର୍ମ ଯାହା ଆଗରୁ ଆଦମ, ନୋହା, ଆବ୍ରାହମ, ମୁସା, ଯୀଶୁ ଆଦିଙ୍କଦ୍ୱାରା ପ୍ରବର୍ତ୍ତନ କରାଯାଇସାରିଛି । ମୁସଲମାନଙ୍କ ମତରେ ଆରବୀୟ ଭାଷାରେ କୋରାନ ହେଉଛି ଆଲ୍ଲାଙ୍କ ଅପରିବର୍ତ୍ତନୀୟ ତଥା ଅନ୍ତିମ ମାର୍ଗଦର୍ଶନ । ଅନ୍ଯାନ୍ଯ ଆବ୍ରାହମୀୟ ଧର୍ମ ପରି ଇସଲାମରେ ମଧ୍ଯ ଶିଖାଯାଏ ଯେ ପୁଣ୍ଯାତ୍ମାମାନେ ଶେଷରେ ସ୍ୱର୍ଗ ଯିବେ ଏବଂ ପାପାତ୍ମାମାନେ ନର୍କ ଯିବେ । ମକ୍କା, ମଦିନା ତଥା ଜେରୁଜେଲମ ଇସଲାମର ତିନୋଟି ପବିତ୍ରତମ ତୀର୍ଥସ୍ଥଳୀ ।ଐତିହାସିକ ଦୃଷ୍ଟିକୋଣରୁ ଇସଲାମ ସପ୍ତମ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆରବୀୟ ଉପଦ୍ବୀପ ସ୍ଥାପିତ ହୋଇଥିଲା ଏବଂ ଅଷ୍ଟମ ଶତାବ୍ଦୀ ବେଳକୁ ଉମୟଦ ଖିଲାଫତ ପଶ୍ଚିମରେ ଇବେରିଆ ଠାରୁ ପୂର୍ବରେ ସିନ୍ଧୁ ନଦୀ ପର୍ଯ୍ୟନ୍ତ ବ୍ଯାପି ସାରିଥିଲା । ଅଷ୍ଟମ ଶତାବ୍ଦୀରୁ ତ୍ରୟୋଦଶ ଶତାବ୍ଦୀ ପର୍ଯ୍ୟନ୍ତ ସମୟକୁ ଇସଲାମୀୟ ସ୍ୱର୍ଣ୍ଣଯୁଗ ବୋଲି ବୋଲି କୁହାଯାଏ । ଏହି ସମୟରେ ଆବାଶିଦ ଖିଲାଫତର ଅଧିନରେ ମୁସଲିମ ଜଗତରେ ବୈଜ୍ଞାନିକ, ସାଂସ୍କୃତିକ ତଥା ଅର୍ଥନୈତିକ ବିକାଶ ପରିଲକ୍ଷିତ ହୋଇଥିଲା ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ଫାହିୟାନ ଗୁମ୍ଫା ବା ପାହିୟାନଗାଲା ଗୁମ୍ଫା (ଇଂରାଜୀରେ Fa Hien Cave ଓ Pahiyangala Cave) ପଶ୍ଚିମ ଶ୍ରୀଲଙ୍କାର କାଲୁତାରା ଜିଲ୍ଲାରେ ଅବସ୍ଥିତ । ସ୍ଥାନୀୟ କିମ୍ଵଦନ୍ତୀ ଅନୁଯାୟୀ ପୂର୍ବେ ଫାହିୟାନ ନାମକ ଜଣେ ବୌଦ୍ଧ ସନ୍ୟାସୀ ଏଠାରେ ବସବାସ କରୁଥିଲେ ଓ ତାଙ୍କ ନାମାନୁସାରେ ଏହାର ଏପରି ନାମକରଣ ହୋଇଛି । କିନ୍ତୁ ଏଠାରେ ଫାହିୟାନ ବାସ କରିଥିବାର କୌଣସି ପ୍ରତ୍ନତାତ୍ତ୍ଵିକ ବା ଐତିହାସିକ ପ୍ରମାଣ ମିଳିନାହିଁ । କିନ୍ତୁ ୧୯୬୦ ଦଶନ୍ଧି, ୧୯୮୦ ଦଶନ୍ଧି ଓ ୨୦୧୩ ମସିହାରେ ଏହି ଗୁମ୍ଫାରେ କରାଯାଇଥିବା ପ୍ରତ୍ନତାତ୍ତ୍ଵିକ ଖନନରୁ ଆଦି ମାନବଙ୍କ ଜୀବାଶ୍ମ ଅବଶେଷ ମିଳିଛି ଯାହାର କାଳ ଅତ୍ୟନ୍ତ ନୂତନ ଯୁଗର ଶେଷ (ଇଂରାଜୀରେ Late Pleistocene) ସମୟର ବୋଲି ଅନୁମାନ କରାଯାଇଛି ।
ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।