ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଇଶେ ମହାଶାଳ (伊勢神宮, ଇଶେ ଜିଙ୍ଗୁ) ହେଉଛି ଏକ ଶିଣ୍ଟୋଶାଳ ଯାହା ଦେବୀ ଆମାତେରାଶୁଙ୍କୁ ସମର୍ପିତ । ଏହା ଜାପାନର ମିଏ ଜିଲ୍ଲାର ଇଶେଠାରେ ଅବସ୍ଥିତ । କେବଳ ଜିଙ୍ଗୁ ଭାବେ ପରିଚିତ ଏହି ମହାଶାଳରେ ଅନେକ ଛୋଟବଡ଼ ଶାଳ ରହିଛି ଯାହା ଅନ୍ଯାନ୍ଯ ଦେବାଦେବୀଙ୍କୁ ସମର୍ପିତ । ସେଥିମଧ୍ୟରୁ ନାଇକୁ (内宮) ଏବଂ ଗେକୁ (外宮) ମୁଖ୍ଯ । ଆଭ୍ୟନ୍ତରୀଣ ଶାଳ ନାଇକୁ (ଆଧିକାରିକ ନାମ - କୋତାଇ ଜିଙ୍ଗୁ), ମଧ୍ଯ ଇଶେର ଦକ୍ଷିଣରେ ଥିବା ଊଜୀତାଚି ସହରରେ ଅବସ୍ଥିତ । ଏଠାରେ ଦେବୀ ଆମାତେରାଶୁ ରହୁଛନ୍ତି ବୋଲି ବିଶ୍ବାସ କରାଯାଏ ଏବଂ ତାଙ୍କର ପୂଜାର୍ଚ୍ଚନା କରାଯାଏ । ଏହି ଶାଳର କୋଠାଗୁଡ଼ିକ ସାଇପ୍ରସ୍ ଗଛର କାଠରୁ ତିଆରି ଏବଂ ଏଥିରେ କଣ୍ଟା ବ୍ଯବହୃତ ହୋଇନାହିଁ । ବାହାରର ଶାଳ, ଗେକୁ (ଆଧିକାରିକ ନାମ - "ତୋୟୁକେ ଦାଇଜିଙ୍ଗୁ"), ନାଇକୁରୁ ୬ କି.ମି.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଆମିନ୍ ହକ୍ ବବି ବା ଇଆମିନ୍ ହକ୍ (ସେ ବବି ନାମରେ ଜଣାଶୁଣା, ଜନ୍ମ: ୧୮ ଅଗଷ୍ଟ ୧୯୮୭; ଜନ୍ମସ୍ଥାନ: ଢାକା, ବଙ୍ଗଳାଦେଶ) ଜଣେ ବାଂଲାଦେଶୀ ମଡେଲ, ଚଳଚ୍ଚିତ୍ର ଅଭିନେତ୍ରୀ ତଥା ଚଳଚ୍ଚିତ୍ର ନିର୍ମାତା । ସେ ୨୦୧୦ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଖୋଜ: ଦି ସର୍ଚ୍ଚ ୧୬ ଅପ୍ରେଲ ୨୦୧୦ରେ ମୁକ୍ତିଲାଭ କରିଥିଲେ । ୨୦୧୩ ମସିହାରେ ମୁକ୍ତିଲାଭ କରିଥିବା ବଙ୍ଗଳାଦେଶୀ କଥାଚିତ୍ର ଦେହୋରୋଖକିରେ ତାଙ୍କୁ ବଡ଼ ଧରଣ ସଫଳତା ମିଳିଥିଲା ଏବଂ ତାଙ୍କୁ ବଙ୍ଗଳାଦଶୀ କଥାଚିତ୍ର ଜଗତ ତଥା ଧଲିଉଡ଼ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ତାରକା ଭାବରେ ପ୍ରତିଷ୍ଠିତ କରିବାରେ ସାହାଯ୍ୟ କରିଥିଲା । ୨୦୧୧ ମସିହାରେ ସେ ମିସ୍ ଏସିଆ ପାସିଫିକ୍ ବାଂଲାଦେଶର ବିଜୟୀନି ହୋଇଥିଲେ ।
ତୋକୁଗାୱା ଶୋଗୁନେତ (徳川幕府, ତୋକୁଗାୱା ବାକୁଫୁ) ବା ଏହାର ବିଶେଷ ଜାପାନୀ ନାମ ଏଦୋ ଶୋଗୁନେତ (江戸幕府, ଏଦୋ ବାକୁଫୁ), ଏଦୋ ଯୁଗରେ ଜାପାନର ଏକ ସାମନ୍ତବାଦୀ ସୈନ୍ଯବାଦୀ ପ୍ରଶାସନ ଯାହା ୧୬୦୦ ରୁ ୧୮୬୮ ମସିହା ପର୍ଯ୍ୟନ୍ତ ତିଷ୍ଠି ରହିପାରିଥିଲା ।ସେଙ୍ଗୋକୁ ଯୁଗର ଆଶିକାଗା ଶୋଗୁନେତର ଅନ୍ତ ପରେ ଆରମ୍ଭ ହୋଇଥିବା ଗୃହଯୁଦ୍ଧ, ସେକିଗାହାରା ଲଢେଇରେ ସମାପ୍ତ ହୋଇଥିଲା । ଏହି ଲଢେଇରେ ବିଜୟଲାଭ କରିଥିବା ତୋକୁଗାୱା ୟେଆସୁଙ୍କ ଦ୍ବାରା ତୋକୁଗାୱା ଶୋଗୁନେତ ସ୍ଥାପିତ ହୋଇଥିଲା । ୟେଆସୁଙ୍କ ଶୋଗୁନ ହେବାପରେ ତୋକୁଗାୱା ବଂଶର ଲୋକମାନେ ଏଦୋର (ଟୋକିୟୋର) ଏଦୋଭୁବନରେ ରହି ଶାସନ କରୁଥିଲେ । ଏଥିରେ ସାମୁରାଇ ବର୍ଗର ଦାଇମ୍ଯୋ ସ୍ୱାମୀମାନେ ତାଙ୍କର ସାହାଯ୍ୟ କରିଥିଲେ । ତୋକୁଗାୱା ଶୋଗୁନେତ ଜାପାନୀ ସମାଜକୁ ଶ୍ରେଣୀ ଆଧାରିତ ସମାଜରେ ବିଭକ୍ତ କରିଥିଲେ ଏବଂ ସ୍ୱତନ୍ତ୍ରୀକରଣ ଯୋଜନା ଆଧାରରେ ବିଦେଶୀ ପ୍ରଭାବକୁ କମାଇବା ପାଇଁ ବିଦେଶୀ ଲୋକଙ୍କୁ ବିତାଡିତ କରିଥିଲେ । ତୋକୁଗାୱା ଶୋଗୁନମାନେ ଜାପାନକୁ ସାମନ୍ତବାଦୀ ଶାସନରେ ପରିଚାଳିତ କରୁଥିଲେ, ଯେଉଥିରେ ପ୍ରତ୍ଯେକ ଦାଇମ୍ଯୋ, ଏକ ହାନ୍ ଉପରେ ରାଜୁତି କରୁଥିଲେ । ତୋକୁଗାୱା ଶୋଗୁନେତର ଶାସନ କାଳରେ ଜାପାନରେ ଦ୍ରୁତ ଅର୍ଥନୈତିକ ଏବଂ ସାସ୍କୃତିକ ଅଭିବୃଦ୍ଧି ହୋଇଥିଲା ଯାହା ପରେ ବଣିକ ଗୋଷ୍ଠୀ ଏବଂ ଉକିୟୋ ସଂସ୍କୃତିର ଆରମ୍ଭ କଲା ।
ଆରୋନ ହିଲେଲ ସ୍ୱାର୍ଜ (ନଭେମ୍ବର ୮, ୧୯୮୬ – ଜାନୁଆରୀ ୧୧, ୨୦୧୩) ଜଣେ ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର, ଉଦ୍ୟୋଗୀ, ଲେଖକ, ରାଜନୈତିକ ଆୟୋଜକ ଏବଂ ଇଣ୍ଟରନେଟ ହାକ୍ଟିଭିଷ୍ଟ ଥିଲେ । ସେ ଆରଏସଏସ ୱେବ ଫିଡ ଫର୍ମାଟ, ମାର୍କଡାଉନ ପ୍ରକାଶନ ଫର୍ମାଟ, କ୍ରିଏଟିଭ କମନ୍ସ ସଂଗଠନ, ଏବଂ web.py ୱେବସାଇଟ ଫ୍ରେମୱାର୍କ, ଆଦିର ବିକାଶରେ ସକ୍ରିୟ ଥିଲେ ଏବଂ ସାମାଜିକ ସମ୍ବାଦ ସାଇଟ ରେଡିଟର ପ୍ରତିଷ୍ଠାର ଛଅ ମାସ ପରେ ଯୋଗ ଦେଇଥିଲେ । ନଟ ଏ ବଗ, ଇଙ୍କ.
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କ ଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କ ମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପ୍ରେଟି ଗୁଡ ପ୍ରାଇଭେସି (ଇଂରାଜୀ: Pretty Good Privacy - PGP/ପିଜିପି) ତଥ୍ୟ ଯୋଗାଯୋଗ ପାଇଁ କ୍ରିପ୍ଟୋଗ୍ରାଫିକ ଗୋପନୀୟତା ଏବଂ ବୈଧିକରଣ ପ୍ରଦାନ କରୁଥିବା ଏକ ଏନକ୍ରିପସନ ପ୍ରୋଗ୍ରାମ । ପାଠ୍ୟ, ଇ-ମେଲ, ଫାଇଲ, ଡାଇରେକ୍ଟୋରୀ ଏବଂ ସମ୍ପୂର୍ଣ୍ଣ ଡିସ୍କ ବିଭାଜନକୁ ଦସ୍ତଖତ, ଏନକ୍ରିପ୍ଟ କରିବା ଏବଂ ଡିକ୍ରିପ୍ଟ କରିବା ତଥା ଇ-ମେଲ ଯୋଗାଯୋଗର ସୁରକ୍ଷା ବୃଦ୍ଧି କରିବା ପାଇଁ ପିଜିପି ବ୍ୟବହୃତ ହୁଏ । ଫିଲ ଜିମରମ୍ୟାନ ୧୯୯୧ ମସିହାରେ ପିଜିପି ତିଆରି କରିଥିଲେ । ପିଜିପି ଏବଂ ସମାନ ସଫ୍ଟୱାର ତଥ୍ୟକୁ ଏନକ୍ରିପ୍ଟ ଏବଂ ଡିକ୍ରିପ୍ଟ କରିବା ପାଇଁ PGP ଏନକ୍ରିପ୍ସନ ସଫ୍ଟୱେର ଷ୍ଟାଣ୍ଡାର୍ଡର (RFC 4880) ଏକ ଖୋଲା ମାନକ OpenPGP (ଓପନପିଜିପି) ବ୍ୟବହାର କରନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।ବିଜେପିର ଉତ୍ପତ୍ତି ୧୯୫୧ ମସିହାରେ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସ୍ଥାପିତ ଭାରତୀୟ ଜନ ସଂଘରୁ ହୋଇଥିଲା । ୧୯୭୭ରେ ଜରୁରୀକାଳୀନ ପରିସ୍ଥିତି ପରେ ଜନ ସଂଘ ଅନ୍ୟାନ୍ୟ ଦଳ ସହ ମିଶି ଜନତା ପାର୍ଟି ଗଠନ କଲା ଓ ୧୯୭୭ ସାଧାରଣ ନିର୍ବାଚନରେ ଏହା ବର୍ତ୍ତମାନର କଂଗ୍ରେସ ଦଳକୁ ପରାସ୍ତ କରିଥିଲା । ତିନି ବର୍ଷ କ୍ଷମତାରେ ରହିବା ପରେ ଜନତା ଦଳ ୧୯୮୦ରେ ବିଭାଜିତ ହୋଇ ଜନସଂଘର ସଭ୍ୟମାନଙ୍କ ସହ ପୁନର୍ବାର ମିଶି ବିଜେପି ଗଠନ କରିଥିଲା । ଏହା ପ୍ରାରମ୍ଭରେ ଅସଫଳ ହୋଇ ୧୯୮୪ ସାଧାରଣ ନିର୍ବାଚନରେ କେବଳ ଦୁଇଟି ଆସନ ଜିତିଥିଲା । କିନ୍ତୁ ଏହା ପରେ ରାମ ଜନ୍ମଭୂମି ଆନ୍ଦୋଳନକୁ ଧରି ବଢ଼ିଥିଲା । ଅନେକ ରାଜ୍ୟ ନିର୍ବାଚନରେ ବିଜୟ ଏବଂ ଜାତୀୟ ନିର୍ବାଚନରେ ଭଲ ପ୍ରଦର୍ଶନ ପରେ ବିଜେପି ୧୯୯୬ରେ ସଂସଦର ସବୁଠାରୁ ବଡ଼ ଦଳରେ ପରିଣତ ହୋଇଥିଲା । ତେବେ ସଂସଦର ନିମ୍ନ ଗୃହରେ ଏହାର ସଂଖ୍ୟାଗରିଷ୍ଠତା ନଥିଲା ଏବଂ ଏହାର ସରକାର ମାତ୍ର ୧୩ ଦିନ ଧରି ଚାଲିଥିଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ଚୀନୀ କଲରାପତ୍ରିଆ ବାଘ (ଇଂରାଜୀରେ Chinese leopard) ବୋଲି କଲରାପତ୍ରିଆ ବାଘଙ୍କ କୌଣସି ସ୍ଵତନ୍ତ୍ର ଉପପ୍ରଜାତି ନାହିଁ । କିନ୍ତୁ ଚୀନର ଭୌଗୋଳିକ ସୀମାରେ କଲରାପତ୍ରିଆ ବାଘଙ୍କର କିଛି ଉପପ୍ରଜାତିମାନ ଦେଖାଯାନ୍ତି ଓ ସେମାନଙ୍କୁ ଚୀନୀ କଲରାପତ୍ରିଆ ବାଘ ବୋଲି ଭ୍ରମାତ୍ମକ ଭାବେ କୁହୀଯାଇଥାଏ । ନିମ୍ନଲିଖିତ ଉପପ୍ରଜାତିର କଲରାପତ୍ରିଆ ବାଘ ଚୀନରେ ଦେଖାଯାନ୍ତି । ଆମୁର କଲରାପତ୍ରିଆ ବାଘ (ଜୀବବିଜ୍ଞାନ ନାମ ପାନ୍ଥେରା ପାର୍ଡସ୍ ଓରିଏଣ୍ଟାଲିସ୍ P. p. orientalis): ଉତ୍ତର ଚୀନର ଜିଲିନ୍ ପ୍ରାନ୍ତରେ ହୁନ୍ଚୁନ୍ ଜାତୀୟ ପ୍ରକୃତି ଅଭୟାରଣ୍ୟରେ କ୍ୟାମେରା ଟ୍ରାପ୍ ଲଗାଯାଇ କିଛି ଆମୁର କଲରାପତ୍ରିଆ ବାଘଙ୍କ ସନ୍ଧାନ ମିଳିଥିଲା । ଲମ୍ଵା ଓ ଉଚ୍ଚ କଣ୍ଟା ତାରବାଡ଼ ଥିବା ସତ୍ତ୍ଵେ ଏହି କଲରାପତ୍ରିଆ ବାଘମାନେ ତୁମେନ୍ ନଦୀ ବାରମ୍ଵାର ପାର କରି ଅନାୟାସରେ ଋଷ, ଚୀନ ଓ ଉତ୍ତର କୋରିଆର ଅନ୍ତରାଷ୍ଟ୍ରୀୟ ସୀମା ମଧ୍ୟରେ ଯିବା ଆସିବା କରୁଥାନ୍ତି । ଇଣ୍ଡୋଚୀନୀ କଲରାପତ୍ରିଆ ବାଘ (ଜୀବବିଜ୍ଞାନ ନାମ ପାନ୍ଥେରା ପାର୍ଡସ୍ ଡେଲାକୁରି P. p. delacouri): ଦକ୍ଷିଣ ଚୀନର ୟୁନାନ୍ ପ୍ରାନ୍ତରେ ଏହି କଲରାପତ୍ରିଆ ଉପପ୍ରଜାତି ଦେଖାଯାନ୍ତି । ପର୍ଲ୍ ନଦୀ ଏକ ପ୍ରାକୃତିକ ବାଧା ପରି ଏହି କଲରାପତ୍ରିଆ ଉପପ୍ରଜାତିକୁ ଉତ୍ତରସ୍ଥ ଅନ୍ୟ ଉପପ୍ରଜାତିଙ୍କଠାରୁ ବିଚ୍ଛିନ୍ନ କରି ରଖିଛି । ଭାରତୀୟ କଲରାପତ୍ରିଆ ବାଘ (ଜୀବବିଜ୍ଞାନ ନାମ ପାନ୍ଥେରା ପାର୍ଡସ୍ ଫୁସ୍କା P. p.
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ 9 ନିୟୁତ ଲୋକ ପ୍ରାଣ ହରାଇଥିଲେ। ପ୍ରଦୂଷଣର ମୁଖ୍ୟ ରୂପଗୁଡ଼ିକ ହେଲା: ବାୟୁ ପ୍ରଦୂଷଣ, ଆଲୋକ ପ୍ରଦୂଷଣ, ଆବର୍ଜନାର ଦୁରୁପବ୍ୟବହାର, ଶବ୍ଦ ପ୍ରଦୂଷଣ, ପ୍ଲାଷ୍ଟିକ ପ୍ରଦୂଷଣ, ମୃତ୍ତିକା ପ୍ରଦୂଷଣ, ରେଡିଓଆକ୍ଟିଭ୍ ପ୍ରଦୂଷଣ, ତାପଜ ପ୍ରଦୂଷଣ, ଦୃଷ୍ଟି ପ୍ରଦୂଷଣ ଏବଂ ଜଳ ପ୍ରଦୂଷଣ ।
ଅନ୍ୱରା ବେଗମ (ଅନ୍ୱରା ନାମରେ ମଧ୍ୟ ପରିଚିତ; ଜନ୍ମ: ୧ ଜୁନ ୧୯୪୮; ଜନ୍ମସ୍ଥାନ: କୁମିଲ୍ଲାତ, ବାଂଲାଦେଶ) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ଯିଏକି ବାଂଲାଦେଶର ବଙ୍ଗଳା ଏବଂ ଉର୍ଦ୍ଦୁ କଥାଚିତ୍ରରେ ଅଭିନୟ କରନ୍ତି । ୨୦୧୫ ସୁଦ୍ଧା ସେ ୬୦୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ସେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ସବୁଠାରୁ ବଡ଼ ପୁରସ୍କାର ବାଂଲାଦେଶ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୭ ଥର ସହକାରୀ ପାର୍ଶ୍ୱ ଅଭିନେତ୍ରୀ ଭାବରେ ଜିତିଛନ୍ତି । ଗୋଲାପୀ ଏଖନ ଟ୍ରେନେ (୧୯୭୮), ସୁନ୍ଦରୀ (୧୯୭୯), ସଖିନାର ଯୁଦ୍ଧ (୧୯୮୪), ମରଣେର ପରେ (୧୯୯୦), ରାଧା କୃଷ୍ଣ (୧୯୯୨), ବାଂଲାର ବଧୂ (୧୯୯୩) ଏବଂ ଅନ୍ତରେ ଅନ୍ତରେ (୧୯୯୪) ଆଦି ବଙ୍ଗଳାଦେଶୀ କଥାଚିତ୍ର ପାଇଁ ସେ ଏହି ପୁରସ୍କାର ପାଇଥିଲେ । ୧୯୮୬ ମସିହାରେ ଶୁଭଦା କଥାଚିତ୍ର ପାଇଁ ତାଙ୍କୁ ବାଂଲାଦେଶ ଜାତୀୟ ଚଳଚ୍ଚିତ୍ରରେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଜଉଗଡ଼, ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁରଠାରୁ ଦଶ କିଲୋମିଟର ଦୂର "ମାଳତୀ ପର୍ବତ"ର ଅଂଶବିଶେଷ । ଦୂର୍ଗର କାନ୍ଥ ଜଉ ବା ଲାଖରେ ନିର୍ମାଣ କରାଯାଇଥିବାରୁ, ଏହା ଖୁବ ପିଚ୍ଛିଳ । ଏଥିଯୋଗୁ ଦୂର୍ଗର ଅନ୍ୟନାମ "ଜଉ ଦୂର୍ଗ" ବା "ଲାଖ ଦୂର୍ଗ" । ଆୟତାକାର ଏହି ଦୂର୍ଗରେ ରହିଛି ଅଶୋକଙ୍କଦ୍ୱାରା ଖୋଦିତ ଶିଳାଲିପି । ତିରିଶ ଫୁଟ ଲମ୍ବା ଓ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ଗ୍ରାନାଇଟ ପଥରରେ ଏହି ଶିଳାଲିପି ଗୁଡିକ ଲେଖାଯାଇଛି । ଏଠାରେ ମୋର୍ଯ୍ୟ ଯୁଗର କିଛି ମୁଦ୍ରା ଆବିଷ୍କୃତ ହୋଇଛି । ଜଉଗଡ଼କୁ ଋଷିକୁଲ୍ୟା ନଦୀ ସଭ୍ୟତାର ମୂକସାଖୀ ବୋଲି କୁହାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଟୁଇଟର () ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବାରାକ ହୁସେନ ଓବାମା ( (listen); ଜନ୍ମ : ୪ ଅଗଷ୍ଟ ୧୯୬୧) ଯୁକ୍ତରାଷ୍ଟ୍ର ଆମେରିକାର ୪୪ତମ ରାଷ୍ଟ୍ରପତି ଏବଂ ପ୍ରଥମ ଆଫ୍ରିକୀୟ-ଆମେରିକୀୟ ରାଷ୍ଟ୍ରପତି । ତାଙ୍କର ଜନ୍ମ ହବାଇ ରାଜ୍ୟର ହନଲୁଲୁଠାରେ ହୋଇଥିଲା । ଓବାମା କଲମ୍ବିଆ ବିଶ୍ୱବିଦ୍ୟାଳୟ ଓ ହାବାର୍ଡ ଆଇନ ବିଦ୍ୟାଳୟରୁ ସ୍ନାତକୋତର ଡିଗ୍ରୀ ହାସଲ କରିଛନ୍ତି । ସେ ହାବାର୍ଡ ଆଇନ ବିଦ୍ୟାଳୟରେ ଅଧ୍ୟକ୍ଷ ରୂପେ ମଧ୍ୟ କାର୍ଯ୍ୟ କରିଥିଲେ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
କୁଇନ୍, ୨୦୨୦ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଜୟ କନ୍ଦୋଇ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ବିଜୟ ମଲ୍ଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ମଳୟ ମିଶ୍ର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
କ୍ଲେବ୍ସିଏଲା ନିମୋନ୍ଯେ ଏକ ଗ୍ରାମ୍-ବିରୋଧୀ, ଖୋଳ-ବିହୀନ, ଲାକ୍ଟୋଜ୍-କିଣ୍ୱନକାରୀ, ଇଚ୍ଛାଧୀନ ଅବାୟବ, ବାଡ଼ି ଆକାରର ବ୍ଯାକ୍ଟେରୀଆ ଅଟେ। ମ୍ଯାକ୍କୋଙ୍କି ଆଗାର ଉପରେ ଏହା ମ୍ଯୁକୋଏଡ ଲାକ୍ଟୋଜ୍-କିଣ୍ୱକ ପରି ଦେଖାଯାଏ। ମୁଖ, ଚର୍ମ ତଥା ଅନ୍ତ୍ରନଳୀରେ ମିଳୁଥିଲେ ମଧ୍ଯ ଏହାକୁ ଆଘ୍ରାଣ କଲେ ଏହା ଫୁସଫୁସରେ, ମୁଖ୍ଯତଃ ଆଲଭିଓଲାଇକୁ ଗଭୀର କ୍ଷତି ପହଞ୍ଚାଇ ପାରେ। ଫଳରେ ସ୍ପୁଟମ ରକ୍ତିମ, ମାଠିଆ ତଥା ହଳଦିଆ ରଙ୍ଗର ହୋଇଯାଏ। ଏହା ଏଣ୍ଟେରୋବ୍ଯାକ୍ଟେରିଆସିର କ୍ଲେବ୍ସିଏଲା ପ୍ରଜାତିର ଅତି ମହତ୍ତ୍ୱପୂର୍ଣ୍ଣ ସଦସ୍ଯ। ଏହା ପ୍ରାକୃତିକ ଭାବରେ ମାଟିରେ ମିଳିଥାଏ ଏବଂ ଅବାୟବିକ ପରିସ୍ଥିତିରେ ଶତକଡା ପ୍ରାୟ ୩୦ ଭାଗ ଉପଜାତି ଯବକ୍ଷାରଜାନ ବିବନ୍ଧନ କରିପାରନ୍ତି। ଏକ ମୁକ୍ତ ଦ୍ୱିଆଜୋଭୋଜୀ ହୋଇଥିବାରୁ ଏହାକୁ ଅଧିକ ଗବେଷିତ କରାଯାଇଛି। ଏହା କୃଷିକାର୍ଯ୍ୟ ପାଇଁ ମହତ୍ତ୍ବପୂର୍ଣ୍ଣ ଏବଂ ଶସ୍ଯ ଅମଳରେ ବୃଦ୍ଧି କରିପାରିବ ବୋଲି ପରୀକ୍ଷା କରାଯାଇ ସାରିଛି।ଏହା କ୍ଲେ.