ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଆମାତେରାଶୁ, ଆମାତେରାଶୁ-ଓମିକାମି (天照大御神, 天照大神) ବା ଓହିରୁହିମେନୋ ମୁଚୀନୋ କାମି (大日孁貴神) ଆଦି ନାମରେ ପରିଚିତ, ଜାପାନୀ କିମ୍ବଦନ୍ତୀରେ ସୂର୍ଯ୍ୟ ଦେବୀ ଭାବରେ ପୂଜିତ । ଆମାତେରାଶୁ, କାମିଙ୍କ ମଧ୍ଯରେ ଅନ୍ୟତମ, ଯାହାଙ୍କ ବିଷୟରେ ବର୍ଣ୍ଣନା ପ୍ରାଚୀନ ଐତିହାସିକ ରଚନା, (୭୧୨ ଖ୍ରୀଷ୍ଟାବ୍ଦର) କୋଯିକୀ ଏବଂ (୭୨୦ ଖ୍ରୀଷ୍ଟାବ୍ଦର) ନିହୋଁ ଶୋକୀରେ ମଧ୍ଯ ରହିଛି । ଏହି ପୁସ୍ତକ ଦ୍ୱୟରେ ତାଙ୍କୁ ସ୍ୱର୍ଗୀୟ ରାଜ୍ଯ, ତାମାକାଗାହାରାର ରାଣୀ ତଥା ଜାପାନୀ ରାଜକୁଟୁମ୍ବର କିମ୍ବଦନ୍ତୀ ପୂର୍ବଜ ବୋଲି ଗ୍ରହଣ କରାଯାଇଛି । ଦୁଇ ଅନୁଜ ଚନ୍ଦ୍ର ଦେବତା ତ୍ସୁକୁୟୋମି ଏବଂ ଦୁଷ୍ଟ ଝଡବାତ୍ଯାର ଦେବତା ସୁସାନୋଙ୍କ ସହ ତାଙ୍କୁ ଏକତ୍ର ସାଙ୍କିଶୀ (三貴子ମିହାଶିରାନୋ ଉଜୁନୋ ମିକୋ) ବା ତିନି ଆତ୍ମୀୟ ସନ୍ତାନ ବୋଲି କୁହାଯାଏ । ଏହାର ଅର୍ଥ ସେମାନେ ତ୍ରୟ ସୃଷ୍ଟିକର୍ତ୍ତା ପ୍ରଭୁ ଇଜାନାଗିଙ୍କ ତିନି ପ୍ରମୁଖ ସନ୍ତାନ ।
ଇଶ୍ରାତ୍ ଜାହାଁ ଚୈତି ଜଣେ ବାଂଲାଦେଶୀ ଅଭିନେତ୍ରୀ, ଯିଏକି ମୁଖ୍ୟତଃ ବଙ୍ଗଳାଦେଶର ବଙ୍ଗଳା କଥାଚିତ୍ର ଏବଂ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଥାନ୍ତି । ୨୦୦୮ ମସିହାରେ ସେ ଲକ୍ସ ଚେନାଲ୍ ଆଇ ସୁପରଷ୍ଟାର ପ୍ରତିଯୋଗିତାରେ ବିଜୟୀ ହେବା ପରେ ପ୍ରଥମେ ଦୂରଦର୍ଶନ ଧାରାବାହିକରେ କାମ କରିବା ଆରମ୍ଭ କରିଥିଲେ । ରବୀନ୍ଦ୍ରନାଥ ଠାକୁରଙ୍କ କାହାଣୀରେ ପର୍ଯ୍ୟବେଶିତ କାର୍ଯ୍ୟକ୍ରମରେ ସେ କାମ କରିବା ପରେ ୨୦୧୧ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ । ୨୦୧୫ ମସିହାରେ ସେ ଶାଓନ ରାୟ ଯୁବରାଜଙ୍କୁ ବିବାହ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଇଜାନାଗି (イザナギ) ବା ଇଜାନାକି (イザナキ) ଜାପାନୀ କିମ୍ବଦନ୍ତୀରେ ସୃଷ୍ଟିକର୍ତ୍ତା (କାମି) ଅଟନ୍ତି । ସେ ନିଜ ଭଉଣୀ-ସ୍ତ୍ରୀ ଇଜାନାମୀ ସହ ସ୍ୱର୍ଗ ଓ ପୃଥିବୀର ନିର୍ମାଣ ପରେ ଜନ୍ମ ହୋଇଥିଲେ । ଇଜାନାଗି ଓ ଇଜାନାମୀ ଉଭୟଙ୍କୁ ଜାପାନୀ ଦ୍ୱୀପପୁଞ୍ଜର ସୃଷ୍ଟିକର୍ତ୍ତା ବୋଲି ଶିଣ୍ଟୋବାଦରେ ଗ୍ରହଣ କରାଯାଇଛି । ଉଭୟ ଆମାତେରାଶୁଙ୍କ ପରି ଅନେକ ଦେବାଦେବୀଙ୍କ ଜନକ ଓ ଜନନୀ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ରାମଲି ଇବ୍ରାହିମ (ଜନ୍ମ : ୨୦ ମଇ ୧୯୫୩) ମାଲେସିଆର ଜନ୍ମିତ ଜଣେ ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ଗୁରୁ ଅଟନ୍ତି । ସେ ଗୁରୁ ଦେବ ପ୍ରସାଦ ଦାସଙ୍କଠାରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ ଓ ତାଙ୍କରି ଧାରା ଅନୁସରଣ କରି, ଓଡ଼ିଶୀ ନୃତ୍ୟ ପ୍ରଦର୍ଶନ କରନ୍ତି । ଓଡ଼ିଶୀ ବ୍ୟତିତ ସେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଭରତନାଟ୍ୟମରେ ମଧ୍ୟ ପ୍ରଶିକ୍ଷିତ । ଜଣେ ବାଲେଟ ନୃତ୍ୟଶିଳ୍ପୀ ଓ କୋରିଓଗ୍ରାଫର ଭାବରେ ମଧ୍ୟ ସେ ପରିଚିତ । ମାଲେସିଆରେ ଓଡ଼ିଶୀ ନୃତ୍ୟରେ ତାଙ୍କ ଅବଦାନ ପାଇଁ ୨୦୧୮ ମସିହାରେ ଭାରତ ସରକାର ତାଙ୍କୁ ଦେଶର ଚତୁର୍ଥ ଶ୍ରେଷ୍ଠ ବେସାମରିକ ସମ୍ମାନ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ କରିଥିଲେ । ସେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀଦ୍ୱାରା ମଧ୍ୟ ପୁରସ୍କୃତ ହୋଇଥିଲେ । ଏହି ପୁରସ୍କାର ପାଇବାରେ ସେ ଥିଲେ ପ୍ରଥମ ମାଲେସୀୟ ନାଗରିକ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ତୁର୍କୀ (ଆନୁଷ୍ଠାନିକ ନାମ ତୁର୍କୀ ଗଣତନ୍ତ୍ର) ଏକ ପଶ୍ଚିମ ଏସିଆ ଓ ଦକ୍ଷିଣ ପୂର୍ବ ୟୁରୋପର ସ୍ୱାଧୀନ ଦେଶ । ଏହାର କିଛି ଅଂଶ ଯୁରୋପର ବଲକାନ ଉପଦ୍ୱୀପ ଓ କିଛି ଅଂଶ ପଶ୍ଚିମ ଏସିଆର ଆନାତୋଲିଆ ଉପଦ୍ୱିପରେ ସ୍ଥିତ । ଏହାର ଉତ୍ତର-ପଶ୍ଚିମ ଦିଗ ଗ୍ରୀସ୍ ଏବଂ ବୁଲଗେରିଆ ,ଉତ୍ତର ଦିଗ କୃଷ୍ଣ ସାଗର ଉତ୍ତର-ପୂର୍ବ ଜର୍ଜିଆ ଦ୍ୱର ଘେରା । ସେହି ପରି ପୂର୍ବ ଦିଗ ଆର୍ମେନିଆ, ଆଜେରବାଇଜାନ ଏବଂ ଇରାନ ; ଦକ୍ଷିଣ ପୂର୍ବ ଦିଗ ଇରାକ ; ଦକ୍ଷିଣରେ ସିରିଆ ଏବଂ ଭୂମଧ୍ୟସାଗର; ଏବଂ ପଶ୍ଚିମ ଏଜିଅନ୍ ସାଗର ନିକଟରେ ସ୍ଥିତ । ଦେଶର ପ୍ରାୟ ୭୦ରୁ ୮୦ ପ୍ରତିଶତ ନାଗରିକ ତୁର୍କୀ ସମ୍ପ୍ରଦାୟର ବୋଲି ପରିଚିତ ଏବଂ ୧୫ରୁ ୨୦ ପ୍ରତିଶତ କୁର୍ଦ୍ଦ ସମ୍ପ୍ରଦାୟର । ଉଭୟ ୟୁରୋପ ଏବଂ ଏସିଆରେ ବିସ୍ତୃତ ଇସ୍ତାନବୁଲ , ଦେଶର ବୃହତ୍ତମ ସହର ଏବଂ ଆଙ୍କାରା ଏହାର ରାଜଧାନୀ ଅଟେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଆରମ୍ଭରୁ ମଣିଷର ପେଟକୁ ମୁଠାଏ ଦାନା ମିଳି ଗଲେ ବେଶ୍ ଆରାମରେ ଦିନଟା ସରୁଥିଲା । ଧୀରେ ଧୀରେ ଆଧୁନିକତା ନାମରେ ମଣିଷର ଅଭାବ ବଢ଼ି ବଢ଼ି ଚ଼ାଲିଲା । ନିଜର ଅସରନ୍ତି ଅଭାବକୁ ପୂରଣ କରିବାକୁ ଯାଇ ଯେଉଁ ସବୁ ପ୍ରୟାସ ଆରମ୍ଭ ହେଲା, ତା' ଭିତରୁ ଶିଳ୍ପବିପ୍ଳବ ଅନ୍ୟତମ । କିନ୍ତୁ, ମଣିଷର ଜାଣତରେ ହେଉ ବା ଅଜାଣତରେ ଏହି ବିପ୍ଳବ ଆମର ସନ୍ତୁଳିତ ପରିବେଶକୁ ନଷ୍ଟ କରିବାକୁ ଆରମ୍ଭକଲା । କେତେକ ଅଞ୍ଚଳରେ ଗଛଲତା ଆପେ ମରିବାକୁ ଲାଗିଲେ, ମାଟିର ଉର୍ବରତା କମିଗଲା, ମାଛଗୁଡ଼ିକ ଆପେ ଆପେ ମରିବାକୁ ଲାଗିଲେ ଓ ଏମିତି କେତେ କଅଣ । ଗବେଷଣାରୁ ଜଣା ପଡ଼ିଲା ଯେ ଏହି ପ୍ରକାରର କ୍ଷୟକ୍ଷତି ପାଇଁ ଏକ ବିଶେଷ ଜାତିର ବୃଷ୍ଟି ହିଁ ଦାୟୀ । ବର୍ତ୍ତମାନ ସେହି ବୃଷ୍ଟିକୁ 'ଅମ୍ଳବୃଷ୍ଟି' (ଏସିଡ୍ ରେନ୍) ବୋଲି କୁହାଯାଉଛି । ୧୮୭୨ ମସିହାରେ ରବର୍ଟ ଆଙ୍ଗୁସ୍ ସ୍ମିଥ୍ ନାମକ ଜଣେ ଇଂରେଜ ଜଳବାୟୁ ବିଶେଷଜ୍ଞଙ୍କଦ୍ୱାରା 'ଏସିଡ୍ ରେନ୍' ଶବ୍ଦର ଆରମ୍ଭ ହୋଇଥିଲା । ମାଞ୍ଚେଷ୍ଟର୍ (ଇଂଲଣ୍ଡ) ଅଞ୍ଚଳରେ ହେଇଥିବା କ୍ଷୟକାରୀ ବୃଷ୍ଟିର ବର୍ଣ୍ଣନା କରିବା ପରିପ୍ରେକ୍ଷୀରେ ଏହି ଶବ୍ଦର ବ୍ୟବହାର କରାଯାଇଥିଲା ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ଓଡ଼ିଶୀ ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ଘୁମୁସର ବିଦ୍ରୋହ(୧୮୧୫-୧୮୫୬)ଏକ ଆଦିବାସୀ କନ୍ଧ ଜନଜାତିର ବିଦ୍ରୋହ । ଏହା ଓଡ଼ିଶା ଇତିହାସର ଏକ ଗୁରୁତ୍ୱପୂର୍ଣ ଘଟଣା । ଏହି ଆନ୍ଦୋଳନ କେବଳ ରାଜନୈତିକ ଓ ସାମରିକ କାରଣଦ୍ୱାରା ଆବଦ୍ଧ ନୁହେଁ ବରଂ ସାମଜିକ, ଅର୍ଥନୈତିକ, ପ୍ରଶାସନିକ ଓ ଧର୍ମୀୟ କାରଣ ଯୋଗୁଁ ମଧ୍ୟ ସଂଘଟିତ ହୋଇଥିଲା । ଇଁରେଜ ସରକାରଙ୍କ ବିରୋଧରେ ଘୁମୁସର ବିଦ୍ରୋହକୁ ନେତୃତ୍ୱ ନେବାରେ ଯେଉଁ କେତେକ ଦେଶପ୍ରେମୀ ନିଜ ଜୀବନକୁ ଉତ୍ସର୍ଗ କରି ଅମର ହୋଇଛନ୍ତି ତନ୍ମଧ୍ୟରୁ କମଳଲୋଚନ ଦୋରା ବିଷୋୟୀ ଓ ଚକରା ବିଷୋୟୀ ଅନ୍ୟତମ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବଣ୍ଡା ଜନଜାତି ଓଡ଼ିଶାରେ ରହୁଥିବା ଏକ ଆଦିମ ଜନଜାତି । ୨୦୧୧ ଜନଗଣନା ଅନୁସାରେ ବଣ୍ଡା ଜନସଂଖ୍ୟା ପ୍ରାୟ ୧୨,୦୦୦ ଥିଲା । ବଣ୍ଡା ଲୋକେ ମୁଖ୍ୟତଃ ମାଲକାନଗିରି ଜିଲ୍ଲାର ଘାଟି ଅଞ୍ଚଳରେ ବସବାସ କରିଥାନ୍ତି । ବଣ୍ଡା ଲୋକେ ସାଧାରଣତଃ ବଣ୍ଡା ଭାଷା (ରେମୋସାମ) ଭାଷାରେ କଥାବାର୍ତ୍ତା କରିଥାନ୍ତି । ଏହି ଜନଜାତିର ସଂସ୍କୃତି ଅବକ୍ଷୟକୁ ଆଖି ଆଗରେ ରଖି ଓଡ଼ିଶା ସରକାର ୧୯୭୭ ମସିହାରେ ବଣ୍ଡା ଉନ୍ନୟନ ପ୍ରକଳ୍ପର (BDA) ଆରମ୍ଭ କରିଥିଲେ । ଏହା ସତ୍ତ୍ୱେ ବଣ୍ଡା ସମାଜରେ ସାକ୍ଷରତା ହାର ସର୍ବନିମ୍ନ (୧୪%) ରହିଆସୁଛି । ବଣ୍ଡାମାନଙ୍କର ଆୟୁ କମ ଏବଂ ସେମାନଙ୍କ ଜନସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
ଭାରତୀୟ ସଂସ୍କୃତି ଓ ଶ୍ରୀମଦ ଭଗବତ ଗୀତା
ଭାରତୀୟ ସଂସ୍କୃତି ଓ ଶ୍ରୀମଦ ଭଗବତ ଗୀତା ପ୍ରଫୁଲ୍ଲ କୁମାର ମହାନ୍ତିଙ୍କ ରଚିତ ଏକ ପ୍ରବନ୍ଧ ସଙ୍କଳନ । ଲେଖକ ପ୍ରଫୁଲ୍ଲ କୁମାର ମହାନ୍ତିଙ୍କୁ ଏଥି ପାଇଁ ୨୦୦୪ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।ପୁସ୍ତକଟିରେ ଲେଖକ ପ୍ରାଚ୍ୟ ଓ ପାଶ୍ଚାତ୍ୟ ସଂସ୍କୃତିକୁ ତୁଳନାକରି, ପ୍ରାଚ୍ୟ ସଂସ୍କୃତିର ଯଥାର୍ଥତା ଦର୍ଶାଇଛନ୍ତି । ମଣିଷ ଜୀବକାଳରେ କିପରି ସ୍ୱର୍ଗୀୟ ଆନନ୍ଦ ଲାଭକରିବ, ତାହା ମଧ୍ୟ ବୁଝାଇଛନ୍ତି । ଜଣେ ଭାରତୀୟ ଭାବରେ ନିଜ ସଂସ୍କୃତି ଓ ସଭ୍ୟତା ପ୍ରତି ଲେଖକର ଗର୍ବିତ ଅନୁଭବ ଏହି ପୁସ୍ତକରୁ ବାରିହୁଏ । ପୁସ୍ତକଟି ଜ୍ଞାନଯୁଗ ପ୍ରକାଶନଦ୍ୱାରା ୨୦୦୦ମସିହାରେ ପ୍ରକାଶ ପାଇଥିଲା । ୨୩୩ ପୃଷ୍ଠାର ଏହି ବହିର କଭର ଡିଜାଇନ ଦିନନାଥ ପାଠୀ କରିଥିଲେ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ବାସ୍ତୁ ଶାସ୍ତ୍ର ଏକ ପାରମ୍ପରିକ ହିନ୍ଦୁ ବ୍ୟବସ୍ଥା ଅଟେ ଯାହା ଶାବ୍ଦିକ ରୂପରେ ବସ୍ତୁକଳାର ବିଜ୍ଞାନର ଅନୁବାଦ କରିଥାଏ । ଏହା ଭାରତୀୟ ଉପ ମହାଦ୍ୱୀପରେ ପାଇଥିବା ଗ୍ରନ୍ଥ ଅଟେ ଯାହା ଡିଜାଇନ, ଲେଆଉଟ, ମାପ, ଜମିର ପ୍ରସ୍ତୁତି, ଅନ୍ତରୀକ୍ଷ ବ୍ୟବସ୍ଥା ଏବଂ ସ୍ଥାନୀୟ ଜ୍ୟାମିତିର ସିଦ୍ଧାନ୍ତର ବର୍ଣ୍ଣନା କରିଥାଏ । ବାସ୍ତୁ ଶାସ୍ତ୍ରରେ ପାରମ୍ପରିକ ହିନ୍ଦୁ ସାମିଲ ଥାନ୍ତି ଏବଂ କିଛି ମାମଲାରେ ବୌଦ୍ଧ ବିଶ୍ୱାସର ଆବଶ୍ୟକତା, ଡିଯାଇନର ଉଦେଶ୍ୟ ପ୍ରକୃତି ସହିତ ବାସ୍ତୁକଳା, ସାରଞ୍ଚନାର ବିଭିନ୍ନ ଅଂଶର ପାରିବାରିକ କାର୍ଯ୍ୟ ଏବଂ ଜ୍ୟାମିତୀୟ ଯନ୍ତ୍ରର ଉପଯୋଗ କରୁଥିବା ପ୍ରାଚୀନ ମାନ୍ୟତା, ସମମିତି ଏବଂ ଦେଶାତ୍ମକ ସଂଗ୍ରକ୍ଷଣ ସାମିଲ ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓମ୍ (ॐ, ওঁ, ଓଁ ) କିମ୍ବା ଓଁକାରର ନାମନ୍ତର ପ୍ରଣବ ଅଟେ । ଏହା ଈଶ୍ୱରର ବାଚକ ଅଟେ । ଈଶ୍ୱରଙ୍କ ସହିତ ଓଁକାରର ବାଚ୍ୟ-ବାଚକ-ଭାବ ସମ୍ବନ୍ଧ ନିତ୍ୟ ଅଟେ, ସାଙ୍କେତିକ ନୁହେଁ । ସଙ୍କେତ ନିତ୍ୟ କିମ୍ବା ସ୍ୱାଭାବିକ ସମ୍ବନ୍ଧକୁ ପ୍ରକଟ କରିଥାଏ। ସୃଷ୍ଟିର ଆଦିରେ ସର୍ବପ୍ରଥମ ଓଁକାର ରୂପୀ ପ୍ରାଣବର ହିଁ ସ୍ଫୁରଣ ହୋଇଥାଏ । ତଦାନନ୍ତର ସାତ କୋଟି ମନ୍ତ୍ରର ଆବିର୍ଭାବ ହୋଇଥାଏ । ଏହି ମନ୍ତ୍ରର ବାଚ୍ୟ ଆତ୍ମାର ଦେବତା ରୂପେ ପ୍ରସିଦ୍ଧ ହୋଇଥାଏ । ଏହି ଦେବତା ମାୟା ଉପରେ ବିଦ୍ୟମାନ ମାୟା ସୃଷ୍ଟିର ନିୟନ୍ତ୍ରଣ କରିଥାଏ । ଏଥିରୁ ଅଧା ଶୁଦ୍ଧ ମାୟାଜଗତରେ କାର୍ଯ୍ୟ କରିଥାଏ ଏବଂ ଶେଷ ଅଧା ଅଶୁଦ୍ଧ କିମ୍ବା ମଳିନ ମାୟା ଜଗତରେ । ଏହି ଏକ ଶବ୍ଦକୁ ବ୍ରହ୍ମାଣ୍ଡର ଭୌତିକ ବଚନ ମାନନ୍ତି, 16 ଶ୍ଳୋକରେ ଏହାର ମହିମା ବର୍ଣ୍ଣିତ ହୋଇଥାଏ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଇଶେ ମହାଶାଳ (伊勢神宮, ଇଶେ ଜିଙ୍ଗୁ) ହେଉଛି ଏକ ଶିଣ୍ଟୋଶାଳ ଯାହା ଦେବୀ ଆମାତେରାଶୁଙ୍କୁ ସମର୍ପିତ । ଏହା ଜାପାନର ମିଏ ଜିଲ୍ଲାର ଇଶେଠାରେ ଅବସ୍ଥିତ । କେବଳ ଜିଙ୍ଗୁ ଭାବେ ପରିଚିତ ଏହି ମହାଶାଳରେ ଅନେକ ଛୋଟବଡ଼ ଶାଳ ରହିଛି ଯାହା ଅନ୍ଯାନ୍ଯ ଦେବାଦେବୀଙ୍କୁ ସମର୍ପିତ । ସେଥିମଧ୍ୟରୁ ନାଇକୁ (内宮) ଏବଂ ଗେକୁ (外宮) ମୁଖ୍ଯ । ଆଭ୍ୟନ୍ତରୀଣ ଶାଳ ନାଇକୁ (ଆଧିକାରିକ ନାମ - କୋତାଇ ଜିଙ୍ଗୁ), ମଧ୍ଯ ଇଶେର ଦକ୍ଷିଣରେ ଥିବା ଊଜୀତାଚି ସହରରେ ଅବସ୍ଥିତ । ଏଠାରେ ଦେବୀ ଆମାତେରାଶୁ ରହୁଛନ୍ତି ବୋଲି ବିଶ୍ବାସ କରାଯାଏ ଏବଂ ତାଙ୍କର ପୂଜାର୍ଚ୍ଚନା କରାଯାଏ । ଏହି ଶାଳର କୋଠାଗୁଡ଼ିକ ସାଇପ୍ରସ୍ ଗଛର କାଠରୁ ତିଆରି ଏବଂ ଏଥିରେ କଣ୍ଟା ବ୍ଯବହୃତ ହୋଇନାହିଁ । ବାହାରର ଶାଳ, ଗେକୁ (ଆଧିକାରିକ ନାମ - "ତୋୟୁକେ ଦାଇଜିଙ୍ଗୁ"), ନାଇକୁରୁ ୬ କି.ମି.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଅଙ୍ଗକୋର ବାଟ, ଏକ ବିଶ୍ୱ ଐତିହ୍ୟ ସ୍ଥଳ ଏବଂ ଦୁନିଆର ସବୁଠାରୁ ବଡ ହିନ୍ଦୁ ମନ୍ଦିରରୁ ଗୋଟିଏ । ଆଙ୍କୋରୱାଟ (ଖେମର ଭାଷା: អង្គរវត្ត) କାମ୍ବୋଡିଆର ଏକ ମନ୍ଦିର ସ୍ଥଳୀ ଏବଂ ବିଶ୍ୱର ସର୍ବବୃହତ ଧାର୍ମିକ ସ୍ମାରକୀ । ୧୬୨.୬ ହେକ୍ଟର (1,626,000 ବର୍ଗ ମିଟର; 402 ଏକର) ପରିମିତ ସ୍ଥାନରେ ଏହା ଏକ ବିଶାଳ ହିନ୍ଦୁ ମନ୍ଦିର । ଏହା କାମ୍ବୋଡିଆର ଆଙ୍କୋରରେ ଅଛି, ଯାହାର ପୁରୁଣା ନାମ ଥିଲା 'ଯଶୋଧରପୁର' । ଏହା ସମ୍ରାଟ ସୂର୍ଯ୍ୟଭର୍ମାନ ଦ୍ୱିତୀୟ (1112–53) ଙ୍କ ସମୟରେ ନିର୍ମିତ ହୋଇଥିବା ଏହା ଏକ ହିନ୍ଦୁ ମନ୍ଦିର । ମେକୋଙ୍ଗ ନଦୀ କୂଳରେ ଥିବା ସିମ୍ରିପ୍ ସହରରେ ନିର୍ମିତ ଏହି ମନ୍ଦିର ବର୍ତ୍ତମାନ ସୁଦ୍ଧା ଶହ ଶହ ବର୍ଗ ମାଇଲ ଉପରେ ବ୍ୟାପିଥିବା ବିଶ୍ୱର ସର୍ବବୃହତ ମନ୍ଦିର ଅଟେ । ଏହି ମନ୍ଦିର ମଧ୍ୟ ମେରୁ ପର୍ବତର ପ୍ରତୀକ । ଏହାର କାନ୍ଥରେ ଭାରତୀୟ ହିନ୍ଦୁ ଧର୍ମ ଗ୍ରନ୍ଥଗୁଡ଼ିକର ବିଷୟବସ୍ତୁ ଚିତ୍ରିତ ହୋଇଛି । ଏହି ବିବରଣୀ ମାଧ୍ୟମରେ ଅପସରା ମାଅନଙ୍କୁ ଅତି ସୁନ୍ଦର ଭାବରେ ଚିତ୍ରଣ କରାଯାଇଛି । ଅସୁର ଏବଂ ଦେବତାମାନଙ୍କ ମଧ୍ୟରେ ସମୁଦ୍ର ମନ୍ଥନର ଏକ ଦୃଶ୍ୟ ମଧ୍ୟ ପ୍ରଦର୍ଶିତ ହୋଇଛି | ଦୁନିଆର ଅନ୍ୟତମ ଲୋକପ୍ରିୟ ପର୍ଯ୍ୟଟନ ସ୍ଥାନ ବ୍ୟତୀତ ଏହି ମନ୍ଦିର ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ଭାବରେ ସ୍ଥାନ ପାଇଛି । ପର୍ଯ୍ୟଟକମାନେ କେବଳ ବାସ୍ତୁ ଶାସ୍ତ୍ରର ଅନୁପମ ସୌନ୍ଦର୍ଯ୍ୟ ଦେଖିବାକୁ ନୁହେଁ ବରଂ ଏଠାରେ ସୂର୍ଯ୍ୟୋଦୟ ଏବଂ ସୂର୍ଯ୍ୟୋଦୟର ମନୋରମ୍ ଦୃଶ୍ୟ ଦେଖିବାକୁ ମଧ୍ୟ ଆସନ୍ତି । ସନାତନ ଲୋକମାନେ ଏହାକୁ ଏକ ପବିତ୍ର ତୀର୍ଥସ୍ଥାନ ବୋଲି ବିବେଚନା କରନ୍ତି । ଏହା କାମ୍ବୋଡିୟା ମନ୍ଦିର ବାହ୍ୟ ବିସ୍ତାରର ସର୍କଲ ଏବଂ ବର୍ଗକ୍ଷେତ୍ର ଗ୍ରେଡ ବାସ୍ତୁ କଳାକୁ ଜାଲି କରିଥାଏ ଯେପରି ପ୍ରାଚୀନ ଭାରତୀୟ ବାସ୍ତୁ ଶାସ୍ତ୍ରରେ ବର୍ଣ୍ଣିତ ହୋଇଛି ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ୱର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।