ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବାଏର୍ଣ୍ଣ ମ୍ୟୁନିକ୍ ଫୁଟବଲ କ୍ଲବ୍ (ମୂଳ ଜର୍ମାନ ନାମ Fußball-Club Bayern München e.V., କଥିତ ଜର୍ମାନ ଭାଷାରେ FC Bayern München) ଜର୍ମାନୀର ବଭାରିଆ ଅଞ୍ଚଳସ୍ଥିତ ମ୍ୟୁନିକ୍ ସହରର ଏକ ପ୍ରଖ୍ୟାତ ବ୍ୟବସାୟିକ ଫୁଟବଲ କ୍ଲବ । ଏଫ୍ସିବି, ବାଏର୍ଣ୍ଣ ମ୍ୟୁନିକ୍ ବା ଏଫ୍ସି ବାଏର୍ଣ୍ଣ ନାମରେ ଜଣାଶୁଣା ଏହି କ୍ଲବ୍ ଜର୍ମାନୀର ଜାତୀୟ ବୁଣ୍ଡେସ୍ ଲିଗା ପ୍ରତିଯୋଗିତାରେ ଖେଳିଥାଏ । ଜର୍ମାନ ଫୁଟବଲ ଇତିହାସରେ ବାଏର୍ଣ୍ଣ ମ୍ୟୁନିକ୍ ସଫଳତମ ଫୁଟବଲ କ୍ଲବ୍ । ଏହି କ୍ଲବ୍ ସର୍ବାଧିକ ୩୦ ଥର ଜର୍ମାନ ଜାତୀୟ ଫୁଟବଲ ଚାମ୍ପିୟନ୍ ହେବାର ଗୌରବ ଲାଭ କରିଛି । ତା’ ସହ ୨୦୧୩ରୁ ୨୦୨୦ ପର୍ଯ୍ୟନ୍ତ ୮ ବର୍ଷ କ୍ରମାଗତ ଭାବେ ଏହା ବୁଣ୍ଡେସଲିଗା ଜାତୀୟ ପ୍ରତିଯୋଗିତା ଜିତି ଆସୁଛି । ଏହି କ୍ଲବ୍ ୨୦ ଥର ଡଏସର୍ ଫୁସ୍ବଲ୍ ବୁଣ୍ଡ୍ ଜାତୀୟ କପରେ ମଧ୍ୟ ବିଜୟ ଲାଭ କରିଛି ।ଫ୍ରାଂଜ୍ ଜନ୍ଙ୍କ ନେତୃତ୍ଵରେ ୧୧ ଜଣ ଫୁଟବଲ ଖେଳାଳୀ ୧୯୦୦ ମସିହାରେ ବାଏର୍ଣ୍ଣ ମ୍ୟୁନିକ୍ ଦଳର ପ୍ରତିଷ୍ଠା କରିଥିଲେ । ଯଦିଓ ବାଏର୍ଣ୍ଣ ନିଜର ପ୍ରଥମ ଜାତୀୟ ଚାମ୍ପିୟନ୍ସିପ୍ ୧୯୩୨ ମସିହାରୁ ଜିତି ସାରିଥିଲା ତଥାପି ଉଦଘାଟନୀ ବର୍ଷ ୧୯୬୩ ମସିହାରେ ଏହାକୁ ବୁଣ୍ଡେସଲିଗାରେ ସ୍ଥାନ ମିଳିନଥିଲା । ୧୯୭୦ ଦଶନ୍ଧିର ମଧ୍ୟ ଭାଗରେ ଫ୍ରାଂଜ୍ ବେକେନ୍ବାଉଅର୍ଙ୍କ ନେତୃତ୍ଵରେ ବାଏର୍ଣ୍ଣ ଦଳ ୩ ଥର କ୍ରମାଗତ ୟୁଇଫା ଚାମ୍ପିୟନ୍ସ ଲିଗ୍ ପ୍ରତିଯୋଗିତା ଜିତି ଅଭୂତପୂର୍ବ ସଫଳତା ଲାଭ କରିଥିଲା । ଏଯାବତ (୨୦୨୦ ମସିହା ପର୍ଯ୍ୟନ୍ତ) ବାଏର୍ଣ୍ଣ ଦଳ ୧୧ ଥର ୟୁଇଫା ଚାମ୍ପିୟନ୍ସ ଲିଗର ଫାଇନାଲ ଖେଳିବାର ଯୋଗ୍ୟତା ଲାଭ କରିପାରିଛି ଓ ୨୦୨୦ରେ ୬ଷ୍ଠ ଥର ପାଇଁ ୟୁଇଫା ଚାମ୍ପିୟନ୍ସ ଲିଗ୍ ବିଜେତା ମଧ୍ୟ ହୋଇଅଛି । ଦୁଇ ଥର ମହାଦେଶୀୟ ତ୍ରି-ବିଜୟୀ (continental treble) ହେବାରେ ବାଏର୍ଣ୍ଣ ମ୍ୟୁନିକ୍ ଦ୍ଵିତୀୟ ୟୁରୋପୀୟ କ୍ଲବ୍ ଦଳ । ଏହା ଛଡ଼ା ବାଏର୍ଣ୍ଣ ଦଳ ଥରେ ୟୁଇଫା ୟୁରୋପା ଲିଗ୍, ଥରେ ୟୁଇଫା କପ ୱିନର୍ସ କପ, ଦୁଇ ଥର ୟୁଇଫା ସୁପର କପ, ଥରେ ଫିଫା କ୍ଲବ୍ ବିଶ୍ଵକପ ଓ ଦୁଇଟି ଆନ୍ତଃ-ମହାଦେଶୀୟ କପ ମଧ୍ୟ ଜିତିଛି । ବୁଣ୍ଡେସଲିଗା ଆରମ୍ଭ ହେବା ପରଠାରୁ ୩୦ ଥର ବିଜେତା ହୋଇଥିବାରୁ ବାଏର୍ଣ୍ଣ ମ୍ୟୁନିକ୍କୁ ଏହାର ସଫଳତମ ଦଳ ବୋଲି କୁହାଯାଇପାରିବ । ବଭାରିଆ ଅଞ୍ଚଳର ଅନ୍ୟ ଫୁଟବଲ ଦଳ ଯଥା – ୧୮୬୦ ମ୍ୟୁନିକ୍ ଓ ଏଫ୍ସି ନୁର୍ଣ୍ଣବର୍ଗ୍ ଏହି ଦଳର ପାରମ୍ପରିକ ପ୍ରତିଦ୍ଵନ୍ଦୀ । ୧୯୯୦ ଦଶନ୍ଧିର ମଧ୍ୟ ଭାଗରୁ ଜର୍ମାନୀର ଅନ୍ୟ ଏକ ଫୁଟବଲ କ୍ଲବ୍ ବୋରୁସିଆ ଡୋର୍ଟମୁଣ୍ଡ ସହିତ ବାଏର୍ଣ୍ଣର ପ୍ରତିଦ୍ଵନ୍ଦିତା ଆରମ୍ଭ ହୋଇଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଓଡ଼ିଶୀ ସଙ୍ଗୀତ (ଇଂରାଜୀ: Odissi music, oṛiśī) ଓଡ଼ିଶାରେ ଆରମ୍ଭ ହୋଇଥିବା ଏକ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ । ଭରତ ମୁନିଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ପାଞ୍ଚଟି ଶାଖା; ଅବନ୍ତୀ, ପାଞ୍ଚାଳୀ, ଓଡ୍ରମାଗଧୀ, ହିନ୍ଦୁସ୍ଥାନୀ ଓ କର୍ଣ୍ଣାଟକୀ । ଏହି ମଧ୍ୟରୁ ଓଡ଼ିଶୀ ଉଡ୍ରମାଗଧୀ ଧାରା ଅଟେ । ଗାୟନ ପାଇଁ ଗୀତ ରଚନା କରୁଥିବା ଜୟଦେବଙ୍କ ସମୟରୁ ଓଡ଼ିଶୀ ସଙ୍ଗୀତ ଉନ୍ନତ ହୋଇ ବିକାଶଲାଭ କରିଥିଲା । ୧୧ଶ ଶତକ ବେଳକୁ ଓଡ଼ିଶାର ଲୋକଗୀତମାନ ତ୍ରିସ୍ୱରୀ, ଚତୁର୍ସ୍ୱରୀ, ପଞ୍ଚସ୍ୱରୀ ଭାବେ ଥିଲା । ଏହା ପରେ ଶାସ୍ତ୍ର୍ରୀୟ ଧାରାରେ ବଦଳାଯାଇଥିଲା । ତେବେ ଓଡ଼ିଶୀ ସଙ୍ଗୀତ ଓଡ଼ିଆ ଭାଷାର ବିକାଶ ହେବା ଆଗରୁ ରହିଥିଲା । ଖ୍ରୀ.ପୂ.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ତୁର୍କୀ (ଆନୁଷ୍ଠାନିକ ନାମ ତୁର୍କୀ ଗଣତନ୍ତ୍ର) ଏକ ପଶ୍ଚିମ ଏସିଆ ଓ ଦକ୍ଷିଣ ପୂର୍ବ ୟୁରୋପର ସ୍ୱାଧୀନ ଦେଶ । ଏହାର କିଛି ଅଂଶ ଯୁରୋପର ବଲକାନ ଉପଦ୍ୱୀପ ଓ କିଛି ଅଂଶ ପଶ୍ଚିମ ଏସିଆର ଆନାତୋଲିଆ ଉପଦ୍ୱିପରେ ସ୍ଥିତ । ଏହାର ଉତ୍ତର-ପଶ୍ଚିମ ଦିଗ ଗ୍ରୀସ୍ ଏବଂ ବୁଲଗେରିଆ ,ଉତ୍ତର ଦିଗ କୃଷ୍ଣ ସାଗର ଉତ୍ତର-ପୂର୍ବ ଜର୍ଜିଆ ଦ୍ୱର ଘେରା । ସେହି ପରି ପୂର୍ବ ଦିଗ ଆର୍ମେନିଆ, ଆଜେରବାଇଜାନ ଏବଂ ଇରାନ ; ଦକ୍ଷିଣ ପୂର୍ବ ଦିଗ ଇରାକ ; ଦକ୍ଷିଣରେ ସିରିଆ ଏବଂ ଭୂମଧ୍ୟସାଗର; ଏବଂ ପଶ୍ଚିମ ଏଜିଅନ୍ ସାଗର ନିକଟରେ ସ୍ଥିତ । ଦେଶର ପ୍ରାୟ ୭୦ରୁ ୮୦ ପ୍ରତିଶତ ନାଗରିକ ତୁର୍କୀ ସମ୍ପ୍ରଦାୟର ବୋଲି ପରିଚିତ ଏବଂ ୧୫ରୁ ୨୦ ପ୍ରତିଶତ କୁର୍ଦ୍ଦ ସମ୍ପ୍ରଦାୟର । ଉଭୟ ୟୁରୋପ ଏବଂ ଏସିଆରେ ବିସ୍ତୃତ ଇସ୍ତାନବୁଲ , ଦେଶର ବୃହତ୍ତମ ସହର ଏବଂ ଆଙ୍କାରା ଏହାର ରାଜଧାନୀ ଅଟେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ଛ ମାଣ ଆଠ ଗୁଣ୍ଠ (ଓଡ଼ିଆ କଥାଚିତ୍ର)
ଫକିର ମୋହନ ସେନାପତିଙ୍କ ଲେଖା ଛ ମାଣ ଆଠ ଗୁଣ୍ଠକୁ ଆଧାର କରି ପାର୍ବତୀ ଘୋଷଙ୍କ ପ୍ରଯୋଜନା ଓ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆଚଳଚ୍ଚିତ୍ର ଛ ମାଣ ଆଠ ଗୁଣ୍ଠ - ୧୯୮୬ରେ ମୁକ୍ତିଲାଭ କରିଥିଲା ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ହାଡ଼ଫୁଟି, (ଇଂରାଜୀରେ Chickenpox ବା varicella), ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶରେ ଆସିଲେ ହୁଏ । ଏହି ରୋଗର ବିଶେଷତା ହେଲା ଛୋଟ ଛୋଟ ଗଲୁକାରୀ ଫୋଟକା (small blisters) ହୋଇ ଅବଶେଷରେ ତା ଉପରେ ବକଳା ହୁଏ । ଏହା ମୁହଁ, ଛାତି ଓ ପିଠିରେ ଆରମ୍ଭ ହୋଇ ଦେହା ସାରା ମାଡ଼ିଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଥକ୍କାଣ ଓ ମୁଣ୍ଡବଥା ହୁଏ । ଏହି ଲକ୍ଷଣ ଗୁଡ଼ିକ ୫ରୁ ୧୦ ଦିନ ପର୍ଯ୍ୟନ୍ତ ରହେ । ରୋଗ ଜଟିଳ ହେଲେ ନିମୋନିଆ, ଏନ୍କେଫାଲାଇଟିସ କିମ୍ବା ଚର୍ମରେ ଜୀବାଣୁ ସଂକ୍ରମଣ ହୁଏ । ପିଲାଙ୍କ ଅପେକ୍ଷା ବଡ଼ମାନଙ୍କୁ ଏହି ରୋଗ ଅଧିକ ମାରାତ୍ମକ ହୁଏ । ଭୁତାଣୁ ସଂସ୍ପର୍ଶରେ ଆସିବାର ୧୦ରୁ ୨୦ ଦିନ ପରେ ଲକ୍ଷଣ ଆରମ୍ଭ ହୁଏ । ହାଡ଼ଫୁଟି ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ସହଜରେ ବିସ୍ତାର ଲାଭ କରେ । ଫୋଟକା ବା ରାସ ବାହାରିବାର ୨ ଦିନ ପୂର୍ବରୁ ଏହା ବ୍ୟାପିଯାଏ ଓ ସବୁ ଫୋଟକା ବକଳା ହୋଇସାରିବା ପର୍ଯ୍ୟନ୍ତ ସଂକ୍ରାମକ ହୋଇ ରହେ । ଫୋଟକାକୁ ଛୁଇଁଲେ ମଧ୍ୟ ଏହା ବ୍ୟାପିଯାଏ । ହର୍ପିସ ଜୋସ୍ଟର ରୋଗୀ ହାଡ଼ଫୁଟି ରୋଗକୁ ଫୋଟକା ଇମ୍ମୁନିଟି ନ ଥିବା ଲୋକଙ୍କୁ ବ୍ୟାପିବାରେ ସାହାଯ୍ୟ କରନ୍ତି । ରୋଗୀର ଲକ୍ଷଣ ଦେଖି ସାଧାରଣତଃ ରୋଗ ନିର୍ଣ୍ଣୟ କରାଯାଏ; ଯଦିଓ ଅସାଧାରଣ କେଶରେ ବକଳା ବା ଫୋଟକା ତରଳ ପଦାର୍ଥ ନେଇ ପଲିମରେଜ୍ ଚେନ ରିଆକ୍ସନ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ରୋଗୀର ଇମ୍ମ୍ୟୁନିଟି ଅବସ୍ଥ ଯାଞ୍ଚ କରିବା ନିମନ୍ତେ ଆଣ୍ଟିବଡି ପରୀକ୍ଷା କରାଯାଏ । ଏହି ରୋଗ ସାଧାରଣତଃ ଲୋକଙ୍କୁ ଥରେ ମାତ୍ର ହୁଏ ।
ହିନ୍ଦୁ ପୁରାଣ ମହାଭାରତର ବର୍ଣ୍ଣନା ଅନୁସାରେ ଅମ୍ବିକା ହେଉଛନ୍ତି କାଶୀରାଜାଙ୍କ କନ୍ୟା ତଥା ଅମ୍ବା ଏବଂ ଅମ୍ବାଳିକାଙ୍କ ଭଉଣୀ ।ଅମ୍ବା, ଅମ୍ବିକା ଏବଂ ଅମ୍ବାଳିକାଙ୍କ ସ୍ୱୟଂବର ହେବାକୁ ଯାଉଥିଲା । ଭୀଷ୍ମ ଏହି ତିନି ରାଜକୁମାରୀଙ୍କ ସ୍ୱୟଂବର ବିଷୟରେ ଜାଣିଲେ ଏବଂ ତାଙ୍କ ସାବତ ଭାଇ ବିଚିତ୍ରବୀର୍ଯ୍ୟଙ୍କ ପାଇଁ ରାଜକୁମାରୀଙ୍କୁ ଜିତିବା ପାଇଁ ସ୍ୱୟଂବରକୁ ଯାଇଥିଲେ । ସେଠାରେ ପହଞ୍ଚିବା ପରେ ଭୀଷ୍ମ ରାଜକନ୍ୟାଙ୍କୁ ସାଥିରେ ନେଇଯିବାର ଇଚ୍ଛା ଘୋଷଣା କରନ୍ତେ ଏକତ୍ରିତ ହୋଇଥିବା ଅନ୍ୟା ରାଜାମାନେ ତାଙ୍କୁ ଅଟକାଇବାକୁ ଚେଷ୍ଠା କରିଥିଲେ । ଭୀଷ୍ମ ରାଜକୁମାରୀମାନଙ୍କୁ ତାଙ୍କ ରଥରେ ବାଧ୍ୟ କରି ବସାଇ ସେଠାରୁ ଚାଲିଆସିଲେ । ଭୀଷ୍ମଙ୍କ ସହ ଯେଉଁ ଯୁଦ୍ଧ ହେଲା ସେଥିରେ ଅନ୍ୟମାନେ ପରାସ୍ତ ହେଲେ । ଅମ୍ବାଙ୍କ ଭାବୀ ପତି ଶାଲ୍ୱ ରାଜକୁମାର ମଧ୍ୟ ଭୀଷ୍ମଙ୍କ ସହ ଯୁଦ୍ଧ କରି ପରାସ୍ତ ତଥା ଆହତ ହୋଇଥିଲେ । ତେବେ ଅମ୍ବାଙ୍କ ଅନୁରୋଧକ୍ରମେ ଭୀଷ୍ମ ତାଙ୍କ ଜୀବନ ରକ୍ଷା କରିଥିଲେ । ଅମ୍ବାଙ୍କ ନିଜ ଅଭିଳାଷ ବିଷୟରେ ଜାଣି ନ ଥିବାରୁ ଭୀଷ୍ମ ହସ୍ତିନାପୁରକୁ ଯାଇ ମାତା ସତ୍ୟବତୀଙ୍କ ସମ୍ମୁଖରେ ତିନି ରାଜକୁମାରୀଙ୍କୁ ଉପସ୍ଥାପନ କଲେ । ଅମ୍ବା ଭୀଷ୍ମ ଏବଂ ବ୍ରାହ୍ମଣ ପରିଷଦ ନିକଟକୁ ଯାଇ ପ୍ରକାଶ କରିଥିଲେ ଯେ ସେ ଏବଂ ଶାଲ୍ୱ ପରସ୍ପରକୁ ଭଲ ପାଉଛନ୍ତି ଏବଂ ସେ ତାଙ୍କୁ ସ୍ୱୟଂବରରେ ତାଙ୍କ ସ୍ୱାମୀ ଭାବରେ ବାଛିବାକୁ ଯାଉଛନ୍ତି । ଭୀଷ୍ମ ଏକଥା ଜାଣିବା ପରେ ସ୍ୱୀକାର କରିଛନ୍ତି ଯେ ତାଙ୍କର ଯୁକ୍ତି ଠିକ୍ ଏବଂ ତାଙ୍କୁ ସମ୍ମାନର ସହ ଶାଲ୍ୱଙ୍କ ନିକଟକୁ ପଠାଇଦେଇ ଅମ୍ବିକା ଏବଂ ଅମ୍ବାଳିକାଙ୍କୁ ବିଚିତ୍ରବୀର୍ଯ୍ୟଙ୍କ ସହ ବିବାହ କରାଇଥିଲେ ।ସମୟକ୍ରମେ ବିଚିତ୍ରବୀର୍ଯ୍ୟ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କଲେ । ବିଚିତ୍ରବିର୍ଯ୍ୟଙ୍କ ଅକାଳ ମୃତ୍ୟୁ କାରଣରୁ ସେ ଦୁଇରାଣୀ ନିଃସନ୍ତାନ ରହିଗଲେ । ଭୀଷ୍ମ ପ୍ରଥମରୁ ବ୍ରହ୍ମଚର୍ଯ୍ୟ ବ୍ରତର ଶପଥ ନେଇଥିଲେ ଏବଂ ଏବେ ଦୁଇ ପୁତ୍ର, ଚିତ୍ରାଙ୍ଗଦ ତଥା ବିଚିତ୍ରବିର୍ଯ୍ୟଙ୍କ ଅକାଳ ମୃତ୍ୟୁ କାରଣରୁ କୁରୁବଂଶର ଏକ୍ଉ ତ୍ତରାଧୀକାରିର ଆବଶ୍ୟକତା ଥିଲା । ବିଚିତ୍ରବୀର୍ଯ୍ୟଙ୍କ ମୃତ୍ୟୁପରେ, ମା ସତ୍ୟବତୀ ତାଙ୍କର ପ୍ରଥମ ପୁତ୍ର ବେଦବ୍ୟାସଙ୍କୁ ଡକାଇ ପଠାଇଲେ । ଏହି ସମୟରେ ସତ୍ୟବତୀ ନିଜର ସବୁଠାରୁ ବଡ଼ପୁଅ ବେଦବ୍ୟାସଙ୍କୁ ମନେ ପକେଇଲେ ଏବଂ ଅମ୍ବିକା ଓ ଅମ୍ବାଳିକାଙ୍କର ଗର୍ଭାଧାନ କରାଇଥିଲେ । ଯେତେବେଳେ ବେଦବ୍ୟାସ ଅମ୍ବିକାଙ୍କ ସହ ପୁତ୍ରାର୍ଥେ ସମ୍ଭୋଗ କରୁଥିଲେ, ସେ ଲଜ୍ଜା ହେତୁ ଆଖି ବନ୍ଦ କରିଦେଲେ । ଏହି କାରଣରୁ ତାଙ୍କ ପୁଅ ଧୃତରାଷ୍ଟ୍ର ଅନ୍ଧ ହୋଇ ଜନ୍ମ ହୋଇଥିଲେ । ସତ୍ୟବତୀ ଅମ୍ବାଳିକାଙ୍କୁ ନିର୍ଦ୍ଦେଶ ଦେଲେକି, ସେ ଅମ୍ବିକାଙ୍କ ପରି ନିଜ ଆଖି ବନ୍ଦ ନ କରନ୍ତୁ । ଯେତେବେଳେ ବେଦବ୍ୟାସ ଅମ୍ବାଳିକାଙ୍କ ସମ୍ମୁଖରେ ପ୍ରସ୍ତୁତ ହେଲେ ତ ଅମ୍ବାଳିକା ଲଜ୍ଜା କାରଣରୁ ହଳଦିଆ ପଡିଗଲେ ଏବଂ ଏହି କାରଣରୁ ଯେତେବେଳେ ତାଙ୍କ କୋଳରୁ ପାଣ୍ଡୁଙ୍କ ଜନ୍ମ ହେଲା, ସେତେବେଳେ ସେ ଜନ୍ମରୁ ହିଁ ଦଣ୍ଡିସି ରୋଗରେ ଗ୍ରସ୍ତ ଥିଲେ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଭାରତୀୟ ନବବର୍ଷ ଭିନ୍ନ ଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଞ୍ଚଳରେ ପାଳିତ ହୋଇଥାଏ । ପାଳନ ସମୟ ଚନ୍ଦ୍ର ବା ସୂର୍ଯ୍ୟ ପଞ୍ଜିକାଉପରେ ନିର୍ଭର କରିଥାଏ । ଯେଉଁ ରାଜ୍ୟଗୁଡ଼ିକ ସୂର୍ଯ୍ୟ ପଞ୍ଜିକା ମାନନ୍ତି ସେହି ରାଜ୍ୟବାସୀ ଭାରତୀୟ ପ୍ରଥମ ମାସ, ବୈଶାଖର ପ୍ରଥମ ସଂକ୍ରାନ୍ତିରେ ନବବର୍ଷ ପାଳନ କରନ୍ତି । ଅଧିକଂଶତଃ ଇଂରାଜୀ କ୍ୟାଲେଣ୍ଡରର ଏପ୍ରିଲ ମାସର ୧୩ରୁ ୧୫ ତାରିଖ ଭିତରେ ଏହି ସଂକ୍ରାନ୍ତି ପଡିଥାଏ । ଅନ୍ୟପକ୍ଷରେ ଯେଉଁମାନେ ଚନ୍ଦ୍ର ପଞ୍ଜିକା ମାନି ଚଳନ୍ତି, ସେମାନେ ଇଂରାଜୀ ମାସ ମାର୍ଚ୍ଚ ବା ଭାରତୀୟ ଚୈତ୍ର ମାସରେ ନବବର୍ଷ ପାଳନ କରନ୍ତି । ଏଣୁ କିଛି ଅଞ୍ଚଳରେ ପୂର୍ଣ୍ଣମୀରୁ ପୂର୍ଣ୍ଣମୀ ଗୋଟିଏ ମାସ ହିସାବ କଲାବେଳେ କିଛି ଅଞ୍ଚଳରେ ସଂକ୍ରାନ୍ତିରୁ ସଂକ୍ରାନ୍ତି ମାସ ହିସାବରେ ଧରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
କଳିକେଶ ନାରାୟଣ ସିଂହଦେଓ (ଜନ୍ମ: ୨୬ ମଇ ୧୯୭୪) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ବିଜୁ ଜନତା ଦଳର ଜଣେ ନେତା ।ତାଙ୍କ ବାପା ଅନଙ୍ଗ ଉଦୟ ସିଂହଦେଓ ଏବଂ ଜେଜେବାପା ରାଜେନ୍ଦ୍ର ନାରାୟଣ ସିଂହଦେଓ ଉଭୟ ରାଜନୀତିଜ୍ଞ ଥିଲେ । ତାଙ୍କ ଜେଜେ ରାଜେନ୍ଦ୍ର ନାରାୟଣ ସିଂହଦେଓ ୦୮.୦୩.୧୯୬୭ ଠାରୁ ୦୯.୦୧.୧୯୭୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । କଳିକେଶ ଡେରାଡୁନ୍ର ଡୁନ୍ ସ୍କୁଲରେ ପାଠ ପଢ଼ୁଥିଲେ । ଏହାପରେ ସେ ଦିଲ୍ଲୀର ସେଣ୍ଟ ସ୍ଟିଫେନ କଲେଜରୁ ଅର୍ଥଶାସ୍ତ୍ରରେ ସ୍ନାତକ କରିଥିଲେ ।ସାଂସଦ ହେବାପୂର୍ବରୁ କଳିକେଶ ଓଡ଼ିଶା ବିଧାନ ସଭାର କନିଷ୍ଠ ସଦସ୍ୟ ଭାବରେ ୨୦୦୪ରେ ବିଧାୟକ ଭାବରେ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବୃହତ୍ ବ୍ରିଟେନୀୟ ତଥା ଉତ୍ତର ଆୟାର୍ଲ୍ଯାଣ୍ଡୀୟ ଯୁକ୍ତରାଜ୍ୟ, ତଥା ଯୁକ୍ତରାଜ୍ୟ, ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ ଓ ଆୟରଲ୍ୟାଣ୍ଡ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ମାଳଦ୍ୱୀପ , ଆନୁଷ୍ଠାନିକ ଭାବରେ ମାଲଦ୍ୱୀପ ଗଣରାଜ୍ୟ, ଦକ୍ଷିଣ ଏସିଆର ଏକ ସର୍ବଭୌମ ରାଷ୍ଟ୍ର। ଏହା ଛୋଟ ଦେଶ ଯାହାକି ଭାରତ ମହାସାଗରର ଆରବ ସାଗରରେ ଅବସ୍ଥିତ ଏକ ଦ୍ୱୀପପୁଞ୍ଜ । ଏହା ଶ୍ରୀଲଙ୍କା ଏବଂ ଭାରତର ଦକ୍ଷିଣ-ପଶ୍ଚିମ ଦିଗରେ ଅବସ୍ଥିତ । ଏସିଆ ମହାଦେଶର ମୁଖ୍ୟ ସ୍ଥଳଭୁମିରୁ ଏହା ପ୍ରାୟ ୭୦୦ କିଲୋମିଟର (୪୩୦ ମାଇଲ୍) ଦୁରରେ ସ୍ଥିତ। ପ୍ରାୟ ୨୯୮ ବର୍ଗ କିଲୋମିଟର (୧୧୫ ବର୍ଗ ମାଇଲ) ବ୍ୟାପିଥିବା ଏକ ଅଞ୍ଚଳକୁ ନେଇ ମାଲଦ୍ୱୀପ ହେଉଛି ବିଶ୍ୱର ସବୁଠାରୁ ଭୌଗୋଳିକ ଭାବରେ ବିସ୍ତୃତ ସାର୍ବଭୌମ ରାଜ୍ୟ ତଥା ଭୂମି କ୍ଷେତ୍ର ଏବଂ ଜନସଂଖ୍ୟା ଅନୁଯାୟୀ କ୍ଷୁଦ୍ର ଏସୀୟ ଦେଶ। ଏହାର ଜନସଂଖ୍ୟା ପ୍ରାୟ ୫୧୫,୬୯୬ । ମାଲେ ହେଉଛି ରାଜଧାନୀ ଏବଂ ସର୍ବାଧିକ ଜନବହୁଳ ସହର।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योगcode: inc is deprecated , Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ । ଏହାର ବିଶ୍ୱର ଦ୍ବିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତ ଦ୍ବାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।ମୁସଲମାନମାନେ ବିଶ୍ବାସ କରନ୍ତି ଯେ ଇସଲାମ ହେଉଛି ସର୍ବପୂରାତନ ବାସ୍ତବ ଧର୍ମ ଯାହା ଆଗରୁ ଆଦମ, ନୋହା, ଆବ୍ରାହମ, ମୁସା, ଯୀଶୁ ଆଦିଙ୍କଦ୍ୱାରା ପ୍ରବର୍ତ୍ତନ କରାଯାଇସାରିଛି । ମୁସଲମାନଙ୍କ ମତରେ ଆରବୀୟ ଭାଷାରେ କୋରାନ ହେଉଛି ଆଲ୍ଲାଙ୍କ ଅପରିବର୍ତ୍ତନୀୟ ତଥା ଅନ୍ତିମ ମାର୍ଗଦର୍ଶନ । ଅନ୍ଯାନ୍ଯ ଆବ୍ରାହମୀୟ ଧର୍ମ ପରି ଇସଲାମରେ ମଧ୍ଯ ଶିଖାଯାଏ ଯେ ପୁଣ୍ଯାତ୍ମାମାନେ ଶେଷରେ ସ୍ୱର୍ଗ ଯିବେ ଏବଂ ପାପାତ୍ମାମାନେ ନର୍କ ଯିବେ । ମକ୍କା, ମଦିନା ତଥା ଜେରୁଜେଲମ ଇସଲାମର ତିନୋଟି ପବିତ୍ରତମ ତୀର୍ଥସ୍ଥଳୀ ।ଐତିହାସିକ ଦୃଷ୍ଟିକୋଣରୁ ଇସଲାମ ସପ୍ତମ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆରବୀୟ ଉପଦ୍ବୀପ ସ୍ଥାପିତ ହୋଇଥିଲା ଏବଂ ଅଷ୍ଟମ ଶତାବ୍ଦୀ ବେଳକୁ ଉମୟଦ ଖିଲାଫତ ପଶ୍ଚିମରେ ଇବେରିଆ ଠାରୁ ପୂର୍ବରେ ସିନ୍ଧୁ ନଦୀ ପର୍ଯ୍ୟନ୍ତ ବ୍ଯାପି ସାରିଥିଲା । ଅଷ୍ଟମ ଶତାବ୍ଦୀରୁ ତ୍ରୟୋଦଶ ଶତାବ୍ଦୀ ପର୍ଯ୍ୟନ୍ତ ସମୟକୁ ଇସଲାମୀୟ ସ୍ୱର୍ଣ୍ଣଯୁଗ ବୋଲି ବୋଲି କୁହାଯାଏ । ଏହି ସମୟରେ ଆବାଶିଦ ଖିଲାଫତର ଅଧିନରେ ମୁସଲିମ ଜଗତରେ ବୈଜ୍ଞାନିକ, ସାଂସ୍କୃତିକ ତଥା ଅର୍ଥନୈତିକ ବିକାଶ ପରିଲକ୍ଷିତ ହୋଇଥିଲା ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି: