ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ହିନ୍ଦୁ ପୁରାଣ ମହାଭାରତର ବର୍ଣ୍ଣନା ଅନୁସାରେ ଅମ୍ବା ହେଉଛନ୍ତି କାଶୀରାଜାଙ୍କ ଜ୍ୟେଷ୍ଠା କନ୍ୟା ତଥା ଅମ୍ବିକା ଏବଂ ଅମ୍ବାଳିକାଙ୍କ ଭଉଣୀ । ଅମ୍ବା କୁରୁ ରାଜକୁମାର ଭୀଷ୍ମଙ୍କ ଦ୍ୱାରା ଅପହରଣ ହେବାପରେ ଏବଂ ତାଙ୍କ ଦୁର୍ଭାଗ୍ୟ ପାଇଁ ଭୀଷ୍ମଙ୍କୁ ହିଁ ଦାୟୀ କରିଥିଲେ । ଏହି ଅପମାନର ପ୍ରତିଶୋଧ ନେବା ହିଁ ତାଙ୍କ ଜୀବନର ଏକମାତ୍ର ଲକ୍ଷ୍ୟ ହେଲା ଏବଂ ସେ ଏଥିପାଇଁ ବରପ୍ରାପ୍ତ ହେବାପାଇଁ ସେ କଠୋର ତପ ସାଧନା କରିଥିଲେ । ପରବର୍ତ୍ତୀ ସମୟରେ ସେ ବରପ୍ରାପ୍ତ ପୂର୍ବକ ରାଜା ଦ୍ରୁପଦଙ୍କ ଝିଅ ତଥା ଦ୍ରୌପଦୀଙ୍କ ଭଉଣୀ ଶୀଖଣ୍ଡି ଭାବରେ ଜନ୍ମ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
କଳାମୁଣ୍ଡିଆ ବାରମାସୀ (ଇଂରାଜୀ ଭାଷାରେ tricoloured munia, ଜୀବବିଜ୍ଞାନ ନାମ Lonchura malacca) ପକ୍ଷୀ ପ୍ରଜାତି ମୁଖ୍ୟତଃ ବଙ୍ଗଳାଦେଶ, ଭାରତ, ଶ୍ରୀଲଙ୍କା ଏବଂ ଦକ୍ଷିଣ ଚୀନ ଅଞ୍ଚଳରେ ବସବାସ କରିଥାଏ । ଏହି ପକ୍ଷୀକୁ ତ୍ରିନିଦାଦ, ଜାମାଇକା, ହିଷ୍ପାନିଓଲା, କ୍ୟୁବା, ପ୍ଵେର୍ଟୋ ରିକୋ, ଭେନେଜୁଏଲା ଆଦି ଅଞ୍ଚଳରେ ନେଇ ସେଠାରେ ଛଡ଼ାଯାଇଥିଲା । ଏହି ପକ୍ଷୀ ଦେଖିବାକୁ ପ୍ରାୟ ମାଟିଆ ବାରମାସୀ ଚଢ଼େଇ ପରି । ଅପରିପକ୍ଵ ପକ୍ଷୀମାନଙ୍କ ଦେହ ଫିକା ମାଟିଆ ରଙ୍ଗର ହୋଇଥିବା ବେଳେ ଓ ମୁଣ୍ଡର କଳା ରଙ୍ଗ ସେତେ ବିକଶିତ ହୋଇନଥାଏ । ଏପରି ସମୟରେ ଏମାନଙ୍କୁ ଦେଖିଲେ ଲୋକଙ୍କ ମନରେ କାତିଛାତି ବାରମାସୀ (scaly-breasted munia) ପକ୍ଷୀଶାବକ ବୋଲି ଦ୍ଵନ୍ଦ୍ଵ ମଧ୍ୟ ସୃଷ୍ଟିହୋଇପାରେ ।
ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବସନ୍ତ କୁମାର ସିଂହ ଦଣ୍ଡପାଟ (୨୯ ମାର୍ଚ୍ଚ ୧୯୩୦ - ୧୮ ଜାନୁଆରୀ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରହିଚି ରହିବି ତୋ'ରି ପାଇଁ, ୨୦୦୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ପ୍ରାଭାଂଶୁ ସାମନ୍ତରାୟ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର ଏବଂ ମାମା ମିଶ୍ର । ଉଷାସୀ ମିଶ୍ର, ବିଜୟ ମହାନ୍ତି, ନମ୍ରତା ଦାସ, ଅନିତା ଦାସ, ଶ୍ରୀତମ ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ହରିହର ମହାପାତ୍ର, ସୁମନ, ସଲିଲ ମିତ୍ର, ଜୟୀରାମ ସାମଲ, କୁନା ତ୍ରିପାଠୀ, ବିଜୁ ବଡ଼ଜେନା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ହିନ୍ଦୁ ପୁରାଣ ମହାଭାରତର ବର୍ଣ୍ଣନା ଅନୁସାରେ ଅମ୍ବିକା ହେଉଛନ୍ତି କାଶୀରାଜାଙ୍କ କନ୍ୟା ତଥା ଅମ୍ବା ଏବଂ ଅମ୍ବାଳିକାଙ୍କ ଭଉଣୀ ।ଅମ୍ବା, ଅମ୍ବିକା ଏବଂ ଅମ୍ବାଳିକାଙ୍କ ସ୍ଵୟଂବର ହେବାକୁ ଯାଉଥିଲା । ଭୀଷ୍ମ ଏହି ତିନି ରାଜକୁମାରୀଙ୍କ ସ୍ଵୟଂବର ବିଷୟରେ ଜାଣିଲେ ଏବଂ ତାଙ୍କ ସାବତ ଭାଇ ବିଚିତ୍ରବୀର୍ଯ୍ୟଙ୍କ ପାଇଁ ରାଜକୁମାରୀଙ୍କୁ ଜିତିବା ପାଇଁ ସ୍ଵୟଂବରକୁ ଯାଇଥିଲେ । ସେଠାରେ ପହଞ୍ଚିବା ପରେ ଭୀଷ୍ମ ରାଜକନ୍ୟାଙ୍କୁ ସାଥିରେ ନେଇଯିବାର ଇଚ୍ଛା ଘୋଷଣା କରନ୍ତେ ଏକତ୍ରିତ ହୋଇଥିବା ଅନ୍ୟା ରାଜାମାନେ ତାଙ୍କୁ ଅଟକାଇବାକୁ ଚେଷ୍ଠା କରିଥିଲେ । ଭୀଷ୍ମ ରାଜକୁମାରୀମାନଙ୍କୁ ତାଙ୍କ ରଥରେ ବାଧ୍ୟ କରି ବସାଇ ସେଠାରୁ ଚାଲିଆସିଲେ । ଭୀଷ୍ମଙ୍କ ସହ ଯେଉଁ ଯୁଦ୍ଧ ହେଲା ସେଥିରେ ଅନ୍ୟମାନେ ପରାସ୍ତ ହେଲେ । ଅମ୍ବାଙ୍କ ଭାବୀ ପତି ଶାଲ୍ଵ ରାଜକୁମାର ମଧ୍ୟ ଭୀଷ୍ମଙ୍କ ସହ ଯୁଦ୍ଧ କରି ପରାସ୍ତ ତଥା ଆହତ ହୋଇଥିଲେ । ତେବେ ଅମ୍ବାଙ୍କ ଅନୁରୋଧକ୍ରମେ ଭୀଷ୍ମ ତାଙ୍କ ଜୀବନ ରକ୍ଷା କରିଥିଲେ । ଅମ୍ବାଙ୍କ ନିଜ ଅଭିଳାଷ ବିଷୟରେ ଜାଣି ନ ଥିବାରୁ ଭୀଷ୍ମ ହସ୍ତିନାପୁରକୁ ଯାଇ ମାତା ସତ୍ୟବତୀଙ୍କ ସମ୍ମୁଖରେ ତିନି ରାଜକୁମାରୀଙ୍କୁ ଉପସ୍ଥାପନ କଲେ । ଅମ୍ବା ଭୀଷ୍ମ ଏବଂ ବ୍ରାହ୍ମଣ ପରିଷଦ ନିକଟକୁ ଯାଇ ପ୍ରକାଶ କରିଥିଲେ ଯେ ସେ ଏବଂ ଶାଲ୍ଵ ପରସ୍ପରକୁ ଭଲ ପାଉଛନ୍ତି ଏବଂ ସେ ତାଙ୍କୁ ସ୍ଵୟଂବରରେ ତାଙ୍କ ସ୍ୱାମୀ ଭାବରେ ବାଛିବାକୁ ଯାଉଛନ୍ତି । ଭୀଷ୍ମ ଏକଥା ଜାଣିବା ପରେ ସ୍ଵୀକାର କରିଛନ୍ତି ଯେ ତାଙ୍କର ଯୁକ୍ତି ଠିକ୍ ଏବଂ ତାଙ୍କୁ ସମ୍ମାନର ସହ ଶାଲ୍ଵଙ୍କ ନିକଟକୁ ପଠାଇଦେଇ ଅମ୍ବିକା ଏବଂ ଅମ୍ବାଳିକାଙ୍କୁ ବିଚିତ୍ରବୀର୍ଯ୍ୟଙ୍କ ସହ ବିବାହ କରାଇଥିଲେ ।ସମୟକ୍ରମେ ବିଚିତ୍ରବୀର୍ଯ୍ୟ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କଲେ । ବିଚିତ୍ରବିର୍ଯ୍ୟଙ୍କ ଅକାଳ ମୃତ୍ୟୁ କାରଣରୁ ସେ ଦୁଇରାଣୀ ନିଃସନ୍ତାନ ରହିଗଲେ । ଭୀଷ୍ମ ପ୍ରଥମରୁ ବ୍ରହ୍ମଚର୍ଯ୍ୟ ବ୍ରତର ଶପଥ ନେଇଥିଲେ ଏବଂ ଏବେ ଦୁଇ ପୁତ୍ର, ଚିତ୍ରାଙ୍ଗଦ ତଥା ବିଚିତ୍ରବିର୍ଯ୍ୟଙ୍କ ଅକାଳ ମୃତ୍ୟୁ କାରଣରୁ କୁରୁବଂଶର ଏକ୍ଉ ତ୍ତରାଧୀକାରିର ଆବଶ୍ୟକତା ଥିଲା । ବିଚିତ୍ରବୀର୍ଯ୍ୟଙ୍କ ମୃତ୍ୟୁପରେ, ମା ସତ୍ୟବତୀ ତାଙ୍କର ପ୍ରଥମ ପୁତ୍ର ବେଦବ୍ୟାସଙ୍କୁ ଡକାଇ ପଠାଇଲେ । ଏହି ସମୟରେ ସତ୍ୟବତୀ ନିଜର ସବୁଠାରୁ ବଡ଼ପୁଅ ବେଦବ୍ୟାସଙ୍କୁ ମନେ ପକେଇଲେ ଏବଂ ଅମ୍ବିକା ଓ ଅମ୍ବାଳିକାଙ୍କର ଗର୍ଭାଧାନ କରାଇଥିଲେ । ଯେତେବେଳେ ବେଦବ୍ୟାସ ଅମ୍ବିକାଙ୍କ ସହ ପୁତ୍ରାର୍ଥେ ସମ୍ଭୋଗ କରୁଥିଲେ, ସେ ଲଜ୍ଜା ହେତୁ ଆଖି ବନ୍ଦ କରିଦେଲେ । ଏହି କାରଣରୁ ତାଙ୍କ ପୁଅ ଧୃତରାଷ୍ଟ୍ର ଅନ୍ଧ ହୋଇ ଜନ୍ମ ହୋଇଥିଲେ । ସତ୍ୟବତୀ ଅମ୍ବାଳିକାଙ୍କୁ ନିର୍ଦ୍ଦେଶ ଦେଲେକି, ସେ ଅମ୍ବିକାଙ୍କ ପରି ନିଜ ଆଖି ବନ୍ଦ ନ କରନ୍ତୁ । ଯେତେବେଳେ ବେଦବ୍ୟାସ ଅମ୍ବାଳିକାଙ୍କ ସମ୍ମୁଖରେ ପ୍ରସ୍ତୁତ ହେଲେ ତ ଅମ୍ବାଳିକା ଲଜ୍ଜା କାରଣରୁ ହଳଦିଆ ପଡିଗଲେ ଏବଂ ଏହି କାରଣରୁ ଯେତେବେଳେ ତାଙ୍କ କୋଳରୁ ପାଣ୍ଡୁଙ୍କ ଜନ୍ମ ହେଲା, ସେତେବେଳେ ସେ ଜନ୍ମରୁ ହିଁ ଦଣ୍ଡିସି ରୋଗରେ ଗ୍ରସ୍ତ ଥିଲେ ।
ଅମ୍ବାଳିକା ମହାଭାରତରେ କାଶୀରାଜାଙ୍କ ପୁତ୍ରୀ ଥିଲେ । ଅମ୍ବାଳିକାଙ୍କ ଦୁଇଜଣ ବଡ଼ ଭଉଣୀ ଥିଲେ । ସେମାନେ ହେଲେ ଅମ୍ବା, ଅମ୍ବିକା । ଅମ୍ବା, ଅମ୍ବିକା ଏବଂ ଅମ୍ବାଳିକାଙ୍କ ସ୍ୱୟମ୍ବର ହେବାକୁ ଥିଲା । ସେମାନଙ୍କ ସ୍ୱୟମ୍ବରକୁ ଭୀଷ୍ମ ଏକୁଟିଆ ଆସି ସମସ୍ତ ରାଜା ମାନଙ୍କୁ ପରାସ୍ତ କରିଥିଲେ ଏବଂ ତିନି କନ୍ୟାଙ୍କୁ ହରଣ କରି ହସ୍ତୀନାପୁର ନେଇଯାଇଥିଲେ । ସେଠାରେ ସେ ତିନି କନ୍ୟାଙ୍କୁ ସତ୍ୟବତୀଙ୍କ ସାମ୍ନାରେ ପ୍ରସ୍ତୁତ କରିଥିଲେ ଯାହାଦ୍ୱାରା ସେମାନଙ୍କ ବିବାହ ହସ୍ତୀନାପୁରର ରାଜା ଏବଂ ସତ୍ୟବତୀଙ୍କ ପୁତ୍ର ବିଚିତ୍ରବିର୍ଯ୍ୟଙ୍କ ସହ ସମ୍ପନ୍ନ ହୋଇଯାଉ । ଅମ୍ବିକା ଏବଂ ଅମ୍ବାଳିକା ବିଚିତ୍ରବିର୍ଯ୍ୟଙ୍କ ପତ୍ନୀ ହୋଇଥିଲେ । କିନ୍ତୁ ବିଚିତ୍ରବିର୍ଯ୍ୟଙ୍କ ଅକାଳ ମୃତ୍ୟୁ କାରଣରୁ ସେ ଦୁଇଜଣ ନିଃସନ୍ତାନ ରହିଗଲେ । ଭୀଷ୍ମ ପ୍ରଥମରୁ ବ୍ରହ୍ମଚାର୍ଯ୍ୟ ବ୍ରତର ଶପଥ ନେଇଥିଲେ ଏବଂ ଏବେ ଦୁଇ ପୁତ୍ର, ଚିତ୍ରାଙ୍ଗଦ ତଥା ବିଚିତ୍ରବିର୍ଯ୍ୟଙ୍କ ଅକାଳ ମୃତ୍ୟୁ କାରଣରୁ କୁରୁବଂଶର ବଂଶ ଅସୁବିଧାରେ ଥିଲା । ଏହି ସମୟରେ ସତ୍ୟବତୀ ନିଜର ସବୁଠାରୁ ବଡ଼ପୁଅ ବେଦବ୍ୟାସଙ୍କୁ ମନେ ପକେଇଲେ ଏବଂ ଅମ୍ବିକା ଓ ଅମ୍ବାଳିକା ଙ୍କର ଗର୍ଭାଧାନ କରାଇଥିଲେ । ସତ୍ୟବତୀ ଅମ୍ବାଲିକାଙ୍କୁ ନିର୍ଦ୍ଦେଶ ଦେଲେକି, ସେ ଅମ୍ବିକାଙ୍କ ପରି ନିଜ ଆଖି ବନ୍ଦ ନ କରନ୍ତୁ । ଯେତେବେଳେ ବେଦବ୍ୟାସ ଅମ୍ବାଳିକାଙ୍କ ସମ୍ମୁଖରେ ପ୍ରସ୍ତୁତ ହେଲେ ତ ଅମ୍ବାଳିକା ଲଜ୍ଜା କାରଣରୁ ହଳଦିଆ ପଡିଗଲେ ଏବଂ ଏହି କାରଣରୁ ଯେତେବେଳେ ତାଙ୍କ କୋଳରୁ ପାଣ୍ଡୁଙ୍କ ଜନ୍ମ ହେଲା, ସେତେବେଳେ ସେ ଜନ୍ମରୁ ହିଁ ଦଣ୍ଡିସି ରୋଗରେ ଗ୍ରସ୍ତ ଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
କାଉଟିଆ ଛଞ୍ଚାଣ ବା ଚଷାପୁଅ ପକ୍ଷୀ (ଇଂରାଜୀ ଭାଷାରେ Common Hawk-cuckoo, ଜୀବବିଜ୍ଞାନ ନାମ Hierococcyx varius) ଭାରତୀୟ ଉପମହାଦେଶରେ ପରିଲକ୍ଷିତ ମଧ୍ୟମ ଆକାରର ଏକ କୋକିଳ ଜାତୀୟ ପକ୍ଷୀ । ଏହା ବ୍ରେନ୍ଫିଭର୍ ପକ୍ଷୀ (brainfever bird) ନାମରେ ମଧ୍ୟ ଖୁବ୍ ଜଣାଶୁଣା । ଏହି ପକ୍ଷୀକୁ ଦେଖିଲେ ଏହାର ଛଞ୍ଚାଣ ପକ୍ଷୀ ସହିତ ଅନେକ ସାମଞ୍ଜସ୍ୟ ରହିଥିବା ପରି ଲାଗେ । ଏପରିକି ଉଡ଼ିବା ଶୈଳୀ ଓ ଉଡ଼ନ୍ତା ଅବସ୍ଥାରୁ କୌଣସି ବସିବା ସ୍ଥାନକୁ ଓହ୍ଲାଇବା ଶୈଳୀ ମଧ୍ୟ ଛଞ୍ଚାଣ ପରି । ଛଞ୍ଚାଣ ସହ ଏପରି ସାମଞ୍ଜସ୍ୟ ଯୋଗୁଁ ଏହାର ଇଂରାଜୀ ନାମ ହକ୍ ଓ କୁକୁ ପକ୍ଷୀଙ୍କ ସନ୍ଧି କରି ରଖାଯାଇଛି । ସାଧାରଣ କୋଇଲି ପରି ଏହି ପକ୍ଷୀ ମଧ୍ୟ ଅନ୍ୟ ପକ୍ଷୀଙ୍କ ବସାରେ ଅଣ୍ଡା ଦେଇ ଚାଲିଯାଏ । ଏମାନଙ୍କ ମିଳନ (ଗ୍ରୀଷ୍ମ) ଋତୁରେ ଅଣ୍ଡିରା କାଉଟିଆ ଛଞ୍ଚାଣ ଉଚ୍ଚ ସ୍ଵରରେ ଓ କ୍ରମାଗତ ଭାବେ ରାବିଥାଏ । ଏହାର ରାବ ଇଂରାଜୀ ଭାଷାରେ ‘‘ବ୍ରେନ୍ ଫିଭର୍’’ (ମସ୍ତିଷ୍କ ଜ୍ଵର) ଶବ୍ଦ ପରି ଶୁଭୁଥିବାରୁ ଏହାକୁ ବ୍ରେନ୍ ଫିଭର୍ ପକ୍ଷୀ ବୋଲି ମଧ୍ୟ କୁହାଯାଏ । ରାବିବା ବେଳେ ପରବର୍ତ୍ତୀ ରାବମାନଙ୍କର ଧ୍ଵନିର ସ୍ଵର କ୍ରମରେ ବଢ଼ୁଥାଏ । ଶେଷରେ ଏହାର ରାବ ଅତି ମାତ୍ରାରେ ବଢ଼ି ଶିଖରରେ ପହଞ୍ଚି ହଠାତ୍ ବନ୍ଦ ହୋଇଯାଏ । କିଛି ସମୟ ପରେ ରାବର ପୁନରାବୃତ୍ତି ହୁଏ । ମିଳନ ଋତୁରେ କାଉଟିଆ ଛଞ୍ଚାଣ ପକ୍ଷୀ ଦିନ, ରାତିର ଭୃକ୍ଷେପ ନକରି ଅବିରତ ରାବି ଚାଲିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଚିନ୍ତାର ଗଭୀରତା ଓ ବ୍ୟାପକତା କିପରି ମଣିଷ ସମାଜକୁ ପ୍ରଭାବିତ କରେ, ପ୍ରସିଦ୍ଧ ଗ୍ରୀକ ବୈଜ୍ଞାନିକ ଓ ଦାର୍ଶନିକ ଆରିଷ୍ଟୋଟଲଙ୍କ ଜୀବନୀରୁ ତାହା ସହଜରେ ପ୍ରମାଣିତ ହୁଏ । ତାଙ୍କ ଚିନ୍ତା ଓ ବିଶ୍ଳେଷଣ, ସମଗ୍ର ମାନବ ସମାଜ ଉପରେ ପ୍ରାୟ ୧୫୦୦ ବର୍ଷ ଧରି ପ୍ରଭାବ ବିସ୍ତାର କରିଥିଲା । ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନେକ ବିକ୍ଷିପ୍ତ ବିଷୟରେ ବହୁତ ଉପାଦେୟ ପୁସ୍ତକ ରଚନା କରିଯାଇଛନ୍ତି , ଆଜି ତାହା କଳ୍ପନାତୀତ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଅଳେଇଚ ଏକ ଭାରତୀୟ ମସଲା । ଅଳେଇଚର ଜନ୍ମ ସ୍ଥାନ ଭାରତ ଓ ଶ୍ରୀଲଙ୍କା । କିନ୍ତୁ ଅନ୍ୟ ଦେଶ ଯଥା ଗୁଏଟମାଲା, ମେକ୍ସିକୋ, ଇଣ୍ଡୋନେସିଆ ଓ ଦକ୍ଷିଣ ଏସିଆର କେତେକ ଅଞ୍ଚଳରେ ମଧ୍ୟ ଚାଷ କରାଯାଏ ଭାରତର ଦକ୍ଷିଣ ଭାଗରେ ସର୍ବାଧିକ ଦେଖିବାକୁ ମିଳେ । ମଈଶୂର, କୁର୍ଗ, ବ୍ୱେନାଡ୍, ଟ୍ରଭାଙ୍କୋର ଓ କୋଚିନ୍ର ଆର୍ଦ୍ର ବନ ଏହା ପାଇଁ ଅନୁକୁଳ ଅଟେ । ଅଳେଇଚ ପାଚିବା ଆଗରୁ ଅମଳ କରାଯାଇ ଖରାରେ ଶୁଖାଯାଏ । ଆଧୁନିକ ପଦ୍ଧତିରେ ଡ୍ରାଇଂ ମେସିନ ବ୍ୟବହାର କରା ଯାଉଛି । ଅଳେଇଚର ଚୋପା ଯେତେ ସବୁଜ ହେବ ସେତେ ଭଲ ବୋଲି ଜଣାଯାଏ । ଥରେ ଅଳେଇଚର ଚୋପା ବାହାରି ଗଲେ,ଏହାର ସୁଗନ୍ଧ ନଷ୍ଟ ହୋଇଯାଏ । ତେଣୁ ସାଧାରଣତଃ ଏହାକୁ ରୋଷେଇ ପୂର୍ବରୁ ଚୋପାରୁ ଅଲଗା କରାଯାଏ । ଏହାର ମୁଲ୍ୟ ବଜାରରେ ବହୁତ ଅଧିକ ।
ଆରବ ସାଗର, ଭାରତ ମହାସାଗରର ଉତ୍ତର ଭାଗର ଏକ ଅଂଶ, ଯାହାକି ଉତ୍ତରରେ ପାକିସ୍ତାନ ଓ ଇରାନ, ପଶ୍ଚିମରେ ଉତ୍ତର-ପୂର୍ବ ସୋମାଲିଆ ଓ ଆରବ ଦ୍ୱୀପ ଏବଂ ପୂର୍ବରେ ଭାରତଦ୍ୱାରା ଘେରି ହୋଇ ରହିଛି । ଏହି ସମୁଦ୍ରଟିର ଐତିହାସିକ ନାମକରଣ ଅନୁସାରେ ଇରିଟ୍ରିଆନ୍ ସାଗର ଏବଂ ଫାରସୀ ସାଗର ନାମରେ ନାମିତ ହୋଇଛି । ଏହି ସାଗରଟିର ସମୁଦାୟ କ୍ଷେତ୍ରଫଳ ୩,୮୬୨,୦୦୦ କି.ମି.୨ (୧,୪୯୧,୦୦୦ sq mi) ଏବଂ ସର୍ବାଧିକ ଗଭୀରତା ୪,୬୫୨ metres (୧୫,୨୬୨ ft) । ଦକ୍ଷିଣ-ପଶ୍ଚିମ ଦିଗରେ ଆଡେନ୍ ଉପସାଗର, ଆରବ ସାଗର ଦେଇ ଲାଲ ସମୁଦ୍ର ସହିତ ଯୋଡ଼ି ହୋଇଛି ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟାଙ୍କ ନାମକରଣ
ବିଭିନ୍ନ ଝଡ ବା ବାତ୍ୟା ସତର୍କ କେନ୍ଦ୍ର ନିଜ ନିଜ ମଧ୍ୟରେ ଯୋଗାଯୋଗ ବେଳେ ଓ ସାଧାରଣ ଜନତାଙ୍କୁ ଆସନ୍ନ ବାତ୍ୟାର ସୂଚନା ଦେବାବେଳେ ସୁବିଧା ପାଇଁ, କ୍ରାନ୍ତୀୟ ଓ ଉପ-କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟାମାନଙ୍କର ନାମକରଣ କରାଯାଇଥାଏ । ଏକ ଅଞ୍ଚଳରେ ବାରମ୍ବାର ଘୁର୍ଣ୍ଣିବାତ୍ୟା ସୃଷ୍ଟି ହେଉଥିଲେ ଅଲଗା ଅଲଗା ନାମ ରଖିବାଦ୍ୱାରା ସେମାନଙ୍କ ସମ୍ପର୍କିତ ଭ୍ରାନ୍ତି ଦୂର ହୁଏ । ସାଧାରଣତଃ ବାତ୍ୟାରେ ପବନର ବେଗ ୩୩ ନଟ୍ସ୍ (୬୧ କି.ମି.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ଓଡ଼ିଶୀ ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଋତୁବନ୍ଦ (ଇଂରାଜୀରେ Menopause, ବା climacteric) ମହିଳାମାନଙ୍କ ଜୀବନରେ ଏପରି ଏକ ସମୟର ନାମ ଯେଉଁ ସମୟରେ ପ୍ରାକୃତିକ ଭାବରେ ଋତୁଚକ୍ର ସବୁଦିନ ପାଇଁ ବନ୍ଦ ହୋଇଯାଏ ଓ ସେମାନଙ୍କ ଗର୍ଭାଧାନ କ୍ଷମତା ନଷ୍ଟ ହୋଇଯାଏ । ଏହି ଅବସ୍ଥା ୪୫ରୁ ୫୫ ବର୍ଷ ବୟସରେ ହୁଏ । ଡାକ୍ତରୀ ବିଦ୍ୟା ଅନୁସାରେ ଜଣେ ମହିଳାଙ୍କର ଏକ ବର୍ଷ ଧରି ଯୋନୀପଥରୁ ଋତୁସ୍ରାବ ନ ହେଲେ ଋତୁବନ୍ଦ କୁହାଯାଏ । ଡିମ୍ବାଶୟରୁ (ovary) ହରମୋନ କ୍ଷରଣ କମିଯିବା ଅବସ୍ଥାକୁ ମଧ୍ୟ ଏହି ସଂଜ୍ଞାର ଅନର୍ଭୁକ୍ତ କରାଯାଏ । ଅପରେଶନ କରି ଡିମ୍ବାଶୟ ରଖି ଜରାୟୁ ଉଚ୍ଛେଦନ କଲା ମାତ୍ରେ ବା ହରମୋନ କ୍ଷରଣ ସ୍ତର କମିଗଲେ ମଧ୍ୟ ଋତୁବନ୍ଦ ହୁଏ । ଜରାୟୁ ରଚ୍ଛେଦନ ପରେ ପ୍ରାୟ ୪୫ ବର୍ଷ ବୟସରେ ଲକ୍ଷଣ ଦେଖାଯାଏ । ଋତୁବନ୍ଦ ପୂର୍ବରୁ ଋତୁଚକ୍ର ଅନିୟମିତ ହୋଇଯାଏ, ବେଶୀ ବା କମ ସମୟର ହୋଇପାରେ କିମ୍ବା ସ୍ୱଳ୍ପ ବା ଅଧିକ ଋତୁସ୍ରାବ ହୋଇପାରେ । ଏହି ସମୟ ମଧ୍ୟରେ ମହିଳାମାନେ ହଠାତ ଗରମ ଅନୁଭବ କରନ୍ତି, ଦୃତ ହୃଦଗତି ହୁଏ, କମ୍ପ ହୁଏ, ଚମ ଲାଲ ଦେଖାଯାଏ ଓ ଝାଳ ବୁହେ ଯାହାକୁ ହଟଫ୍ଲାସ କହନ୍ତି; ଏହା ୩୦ ସେକଣ୍ଡରୁ ୧ ମିନିଟ ପର୍ଯ୍ୟନ୍ତ ରହେ । ହଟଫ୍ଲାସ ବର୍ଷେ ବା ଦୁଇ ବର୍ଷ ପର୍ଯ୍ୟନ୍ତ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଯୋନୀପଥ ଶୁଷ୍କ ହୋଇଯାଏ, ଶୋଇବାରେ ଅସୁବିଧା ହୁଏ ଓ ମିଜାଜ ଘଡ଼ି ଘଡ଼ି ବଦଳେ । ବିଭିନ୍ନ ମହିଳାଙ୍କ ମଧ୍ୟରେ ଏହି ଲକ୍ଷଣ ଭିନ୍ନ ଭିନ୍ନ ହୋଇପାରେ । ଅଧିକ ହୃଦରୋଗ ଯୋଗୁ ଏହା ହେବା ବିଶ୍ୱାସ କରାଗଲେ ମଧ୍ୟ ବୟସାଧିକ୍ୟ ଯୋଗୁ ଋତୁବନ୍ଦ ହୁଏ ଓ ଏହାର ଋତୁବନ୍ଦ ସହିତ କୌଣସି ସଳଖ ସମ୍ପର୍କ ନାହିଁ । ଏଣ୍ଡୋମେଟ୍ରିଓସିସ ବା ଯନ୍ତ୍ରଣାପ୍ରଦ ଋତୁସ୍ରାବ ପୂର୍ବରୁ ହେଉଥିଲେ ଋତୁବନ୍ଦ ପରେ ଉପଶମ ହୋଇଯାଏ । ଋତୁବନ୍ଦ ସାଧାରଣତଃ ଏକ ପ୍ରାକୃତିକ ପରିବର୍ତ୍ତନ । ଧୁମପାୟୀଙ୍କର ଏହା ଆଗୁଆ ହୋଇପାରେ । ଡିମ୍ବାଶୟ ଉଚ୍ଛେଦନ ଅପରେଶନ ପରେ ଓ କେତେକ କେମୋଥେରାପି ଦେବା ପରେ ମଧ୍ୟ ଏହା ହୁଏ । ଶରୀର ବିଜ୍ଞାନ ଅନୁସାରେ ଡିମ୍ବାଶୟରୁ ପ୍ରସ୍ତୁତ ହେଉଥିବା ହରମୋନ ଏସ୍ଟ୍ରୋଜେନ ଓ ପ୍ରୋଜେସ୍ଟେରନ ପ୍ରସ୍ତୁତି କମିଗଲେ ଋତୁବନ୍ଦ ହୁଏ । ସ୍ୱାଭାବିକ ଭାବରେ ଋତୁବନ୍ଦ ନିର୍ଣ୍ଣୟ ଆବଶ୍ୟକ ନ ହେଲେ ମଧ୍ୟ ରକ୍ତ ଓ ପରିସ୍ରାରେ ହରମୋନ ସ୍ତର ପରୀକ୍ଷା କରି ଏହା ନିର୍ଣ୍ଣୟ କରାଯାଇପାରେ । ଝିଅର ପ୍ରଥମ ଋତୁସ୍ରାବକୁ ମେନାର୍କି କହନ୍ତି ଓ ଋତୁବନ୍ଦ ଋତୁସ୍ରାବ ବନ୍ଦ ହେବାକୁ କୁହାଯାଏ ଯାହା ଠିକ ତାହାର ଓଲଟା । ଋତୁବନ୍ଦର ଚିକିତ୍ସା ଆବଶ୍ୟକ ହୁଏନି । ଏହା ଯୋଗୁ ହେଉଥିବା କେତେକ ଲକ୍ଷଣର ଚିକିତ୍ସାଦ୍ୱାରା ଉପଶମ ହୁଏ । ହଟଫ୍ଲାସ ହେଉଥିଲେ ଧୁମ୍ରପାନ, କେଫିନ ଓ ମଦ୍ୟପାନ ବର୍ଜନ କରିବାକୁ ଉପଦେଶ ଦିଆଯାଏ । ଥଣ୍ଡା ବଖରାରେ ଫ୍ୟାନ ଲଗେଇ ଶୋଇଲେ ଉପକାର ମିଳେ । ଏହା ନିମନ୍ତେ ମିଳୁଥିବା ଔଷଧମାନଙ୍କରେ ନାମ: ମେନୋପଜାଲ ହରମୋନ ଥେରାପି (ଏମ.ଏଚ.ଟି.), କ୍ଲୋନିଡିନ, ଗାବାପେଣ୍ଟିନ କିମ୍ବା ସିଲେକଟିଭ ସେରୋଟୋନିନ ଅପଟେକ ଇନହିବିଟର । ନିଦ୍ର ହେଉ ନ ଥିଲେ ବ୍ୟାୟାମ କଲେ ଉପକାର ମିଳେ । ଏମ.ଏଚ.ଟି.
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ବୃହତ୍ ବ୍ରିଟେନୀୟ ତଥା ଉତ୍ତର ଆୟାର୍ଲ୍ଯାଣ୍ଡୀୟ ଯୁକ୍ତରାଜ୍ୟ, ତଥା ଯୁକ୍ତରାଜ୍ୟ, ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ ଓ ଆୟରଲ୍ୟାଣ୍ଡ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ବଣ୍ଡା ଜନଜାତି ଓଡ଼ିଶାରେ ରହୁଥିବା ଏକ ଆଦିମ ଜନଜାତି । ୨୦୧୧ ଜନଗଣନା ଅନୁସାରେ ବଣ୍ଡା ଜନସଂଖ୍ୟା ପ୍ରାୟ ୧୨,୦୦୦ ଥିଲା । ବଣ୍ଡା ଲୋକେ ମୁଖ୍ୟତଃ ମାଲକାନଗିରି ଜିଲ୍ଲାର ଘାଟି ଅଞ୍ଚଳରେ ବସବାସ କରିଥାନ୍ତି । ବଣ୍ଡା ଲୋକେ ସାଧାରଣତଃ ବଣ୍ଡା ଭାଷା (ରେମୋସାମ) ଭାଷାରେ କଥାବାର୍ତ୍ତା କରିଥାନ୍ତି । ଏହି ଜନଜାତିର ସଂସ୍କୃତି ଅବକ୍ଷୟକୁ ଆଖି ଆଗରେ ରଖି ଓଡ଼ିଶା ସରକାର ୧୯୭୭ ମସିହାରେ ବଣ୍ଡା ଉନ୍ନୟନ ପ୍ରକଳ୍ପର (BDA) ଆରମ୍ଭ କରିଥିଲେ । ଏହା ସତ୍ତ୍ୱେ ବଣ୍ଡା ସମାଜରେ ସାକ୍ଷରତା ହାର ସର୍ବନିମ୍ନ (୧୪%) ରହିଆସୁଛି । ବଣ୍ଡାମାନଙ୍କର ଆୟୁ କମ ଏବଂ ସେମାନଙ୍କ ଜନସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
ପଲଉ ଏକ ପ୍ରକାରର ଅନ୍ନ ଜାତୀୟ ଖାଦ୍ୟ ଓ ଗରମ ପାଣିରେ ଚାଉଳକୁ ଶିଝାଇ ଏହା ପ୍ରସ୍ତୁତ କରାଯାଏ । କେତେକ ପ୍ରସ୍ତୁତି ପ୍ରଣାଳୀରେ ଚାଉଳକୁ ପ୍ରଥମେ ଟିକେ ତେଲରେ ଭାଜି ତାହା ସୁନେଲି ରଙ୍ଗର ହୋଇଯିବା ପରେ ତାହାକୁ ଗରମପାଣିରେ ଶିଝାଯାଏ । ପଲଉରେ ଭଜା ପିଆଜ, ଅନ୍ୟ ଭଜା ପରିବା, ମସଲା ଆଦି ମଧ୍ୟ ମିଶାଯାଏ । ସ୍ଥାନୀୟ ଲୋକଙ୍କ ପସନ୍ଦ ଅନୁସାରେ ପଲଉରେ ମାଛ, ମାଂସ, ପାସ୍ତା, କାଜୁ, କିଶ୍ମିଶ୍ ଆଦି ମଧ୍ୟ ମିଶାଯାଇପାରେ ।
ଏଚ.ଆଇ.ଭି. (ହ୍ୟୁମ୍ୟାନ ଇମ୍ୟୁନୋ ଡେଫିସିଏନ୍ସି ଭାଇରସ) ମାନବ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କରିପାରୁଥିବା ଏକ ପ୍ରକାର ଭୁତାଣୁ । ଏହା ଏତେ କ୍ଷୁଦ୍ର ଯେ ଖାଲି ଆଖିରେ ଦେଖାଯାଏ ନାହିଁ । ଏହି ଭୂତାଣୁ ଯୋଗୁଁ ଏଡସ ରୋଗ ହୋଇଥାଏ ।ଏହି ଭୂତାଣୁ ୨ ପ୍ରକାରର । ଯଥା:- ଏଚ.ଆଇ.ଭି. -୧ ଏଚ.ଆଇ.ଭି -୨ । ଏଡସ୍ ହେଉଛି ଆକ୍ୱାର୍ଡ୍ ଇମ୍ୟୁନୋ ଡେଫିସିଏନ୍ସି ସିଣ୍ଡ୍ରୋମ୍ । ଏହାର ଅର୍ଥ ଯଥାକ୍ରମେ ଜଣେ ଅନ୍ୟ ଜଣଙ୍କ ଠାରୁ ଏଚ.ଆଇ.ଭି.