ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏହା ପର୍ଯ୍ୟାୟ ସାରଣୀର ଏକ ବୃହତ ସଂସ୍କରଣ ଅଟେ । ଏଥିରେ ପ୍ରତ୍ୟେକ ମୌଳିକର ନାମ, ପ୍ରତୀକ, ପରମାଣୁ କ୍ରମାଙ୍କ, ଓ ପ୍ରକୃତିକ ଭାବେ ମିଳୁଥିବା ସମସ୍ଥାନିକ ମାନଙ୍କର ହାରାହାରି ପରମାଣବିକ ବସ୍ତୁତ୍ୱର ମୂଲ୍ୟ ରହିଛି । ପର୍ଯ୍ୟାୟ ସାରଣୀ ହେଉଛି, ରାସାୟନିକ ମୌଳିକ ଗୁଡ଼ିକୁ ଦର୍ଶାଇବା ପାଇଁ ଏକ ସାରଣୀବଦ୍ଧ ପଦ୍ଧତି । ଯଦିଓ ଏହି ତାଲିକାରେ କିଛି ମତଭେଦ ଅଛି, ସାଧାରଣତଃ ଏହି ଉଦ୍ଭାବନର ଶ୍ରେୟ ୧୮୬୯ରେ ରୁଷୀୟ ରସାୟନ ବିଜ୍ଞାନୀ ଡ଼ିମିତ୍ରି ମେଣ୍ଡେଲୀଭ (Dmitri Mendeleev)ଙ୍କୁ ଦିଆ ଯାଇଥିଲା । ସାରଣୀରେ ବାରମ୍ବାର (ପର୍ଯ୍ୟାୟ କ୍ରମରେ) ଅବୃତ୍ତି ହେଉଥିବା ଧର୍ମ ଗୁଡ଼ିକ ଅନୁସାରେ ମୌଳିକ ଗୁଡ଼ିକୁ ସଜାଇରଖିବା, ମେଣ୍ଡେଲୀଭଙ୍କ ଉଦ୍ଧେଶ୍ୟ ଥିଲା । ନୂଆ ନୂଆ ମୌଳିକ ଆବିଷ୍କାର ହେବା ସହ ଏହି ସାରଣୀର ରୂପରେଖକୁ ସମୟାନୁସାରେ ପରିମାର୍ଜିତ ଓ ପରିବର୍ଦ୍ଧିତ କରାଯାଉଥିଲା ଏବଂ ରାସାୟନିକ ବ୍ୟବହାରକୁ ବର୍ଣ୍ଣନା କରିବା ପାଇଁ ନୂଆ ତତ୍ତ୍ୱିକ ପ୍ରତିରୂପ ଗଢା ହେଲା ।ଏହି ପର୍ଯ୍ୟାୟ ସାରଣୀ ବର୍ତ୍ତମାନ ବିଦ୍ୟାଳୟ ପାଠ୍ୟଖସଡାର ରସାୟନ ବିଜ୍ଞାନ ବିଭାଗରେ ବ୍ୟାପକ ବ୍ୟବହାର ହେଉଛି, ଏହା ରସାୟନର ବ୍ୟବହାରକୁ ବୁଝିବା, ବର୍ଗୀକୃତ, ବ୍ୟବସ୍ଥିତ କରିବା ଓ ତୁଳନାତ୍ମକ ଭାବେ ବୁଝିବା ପାଇଁ ଏକ ଅତ୍ୟନ୍ତ ଉପୋଯୋଗୀ ଛାଞ୍ଚ ପ୍ରଦାନ କରିଥାଏ । ଏହି ସାରଣୀ ପଦାର୍ଥ ବିଜ୍ଞାନ, ଜୀବ ବିଜ୍ଞାନ, ବୈଷୟିକ ବିଜ୍ଞାନ, ଏବଂ ଶିଳ୍ପକ୍ଷେତ୍ରରେ ବ୍ୟାପକ ଭାବେ ବ୍ୟବହୃତ ହେଉଛି । ବର୍ତ୍ତମାନର ମାନକ ସାରଣୀରେ ୧୧୮ଟି ନିର୍ଦ୍ଧିଷ୍ଟ ଭାବେ ସ୍ଥିରୀକୃତ ମୌଳିକ ଅଛନ୍ତି as of 10 ମାର୍ଚ୍ଚ 2010 ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ସ୍ୱାସ୍ଥ୍ୟ ଶବ୍ଦଟି ଜୀବନ୍ତ ପ୍ରାଣୀର କାର୍ଯ୍ୟ କ୍ଷମତା ବା ମେଟାବୋଲିକ ଦକ୍ଷତାର ସ୍ତରକୁ ଦର୍ଶାଏ । ମାନବ କ୍ଷେତ୍ରରେ ଏହା ବ୍ୟକ୍ତି ବା ଗୋଷ୍ଠୀର ଶାରୀରିକ, ମାନସିକ ଓ ସାମାଜିକ ଆହ୍ୱାନ ବା ଚାଲେଞ୍ଜକୁ ସମ୍ମୁଖୀନ ହେବାର ଦକ୍ଷତାକୁ ବୁଝାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର (WHO) ୧୯୪୮ ମସିହା କନସ୍ଟିଚ୍ୟୁସନରେ ଗୃହିତ ସଂଜ୍ଞା ଅନୁସାରେ ଏହା ଏକ ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଓ ସାମାଜିକ ଭଲ-ଅବସ୍ଥା ଓ କେବଳ ରୋଗ ତଥା ଅକ୍ଷମତାର ଅଭାବ ନୁହେଁ । ଏହି ସଂଜ୍ଞା ଗ୍ରହଣ କରିବାରେ ମଧ୍ୟ ମତଭେଦ ରହିଛି ବିଶେଷତଃ ଏହାର କାର୍ଯ୍ୟକାରୀ ମୂଲ୍ୟ ଓ "ସମ୍ପୁର୍ଣ୍ଣ" ଶବ୍ଦ ଉପରେ । ଅନ୍ୟ କେତେକ ସଂଜ୍ଞା ପ୍ରସ୍ତାବ ଥିବା ବେଳେ ଗୋଟିଏ ସାମ୍ପ୍ରତିକ ସଂଜ୍ଞା ସ୍ୱାସ୍ଥ୍ୟ ଓ ବ୍ୟକ୍ତିଗତ ସନ୍ତୋଷକୁ ସହମତି ମିଳିଛି । ବିଭିନ୍ନ ବର୍ଗୀକରଣ ପଦ୍ଧତି ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତିୟ ବର୍ଗୀକରଣ ପରିବାର (WHO Family of International Classifications), ଆନ୍ତର୍ଜାତୀୟ କାର୍ଯ୍ୟକାରୀତା, ଅକ୍ଷମତା ଓ ସୁସ୍ଥତା ବର୍ଗୀକରଣ(International Classification of Functioning ବାICF), ଆନ୍ତର୍ଜାତୀୟ ରୋଗ ବର୍ଗୀକରଣ (International Classification of Diseases ବା ICD) ସଂସ୍ଥାମାନଙ୍କଦ୍ୱାରା ସାଧାରଣତଃ ସ୍ୱାସ୍ଥ୍ୟର ମାପକାଠି ଓ ସଂଜ୍ଞା ନିରୁପଣ ନିମନ୍ତେ ବ୍ୟବହାର କରାଯାଉଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ନିଷ୍କ୍ରିୟ ଗ୍ୟାସ ଗୁଡ଼ିକ (ଇଂରାଜୀ: Noble gas; ନୋବେଲ ଗ୍ୟାସ) ମୌଳିକ ମାନଙ୍କର ପର୍ଯ୍ୟାୟ ସାରଣୀରେ ଏକ ଶ୍ରେଣୀ ଅଟେ । ଏହି ଶ୍ରେଣୀରେ ଥିବା ମୌଳିକ ମାନଙ୍କର ରାସାୟନିକ ପ୍ରତିକ୍ରିୟା କରିବାର କ୍ଷମତା ବହୁତ କମ ଥାଏ । ପ୍ରକୃତିକ ଭାବେ ମିଳୁଥିବା ଛଅଟି ନିଷ୍କ୍ରିୟ ଗ୍ୟାସ ଗୁଡ଼ିକ ହେଲେ: ହିଲିଅମ୍ (He), ନିଅନ୍ (Ne), ଆର୍ଗନ୍ (Ar), କ୍ରିପ୍ଟନ୍ (Kr), ଜେନନ୍ (Xe), ଓ ର୍ୟାଡ଼ନ୍ (Rn) ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blod pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।ଅତ୍ୟଧିକ ବାହ୍ୟ ଉତ୍ତାପ ଓ ଅଧିକ ଶାରୀରିକ ପରିଶ୍ରମ (physical exertion) ଯୋଗୁ ଏହି ରୋଗ ହୁଏ । ଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ (heat waves), ଅତ୍ୟଧିକ ଆର୍ଦ୍ରତା (humidity), କେତେକ ଔଷଧ, ହୃଦ୍ରୋଗ, ଚର୍ମ ରୋଗ ଯୋଗୁ ଏହି ସଙ୍କଟ ସୃଷ୍ଟି ହୁଏ । ସାରୀରିକ ପରିଶ୍ରମ ନଥାଇ ହେଉଥିବାଅ ରୋଗ ସାଧାରଣତଃ ଅତି ଛହୋଟ ବା ଅତି ବୃଦ୍ଧ ଅବସ୍ଥାରେ ହୁଏ । ଲକ୍ଷଣ ଅନୁଯାୟୀ ରୋଗ ନିର୍ଣ୍ଣୟ କରାଯାଏ । ଏହା ଏକ ପ୍ରକାର ହାଇପରଥର୍ମିଆ (hyperthermia) ବା ଉଚ୍ଚତାପମାତ୍ରା ବେମାରୀ । ଏହା ସାଧାରଣ ଜ୍ୱର ରୋଗଠାରୁ ପୃଥକ୍ ।ପ୍ରତିଷେଧକ ବ୍ୟବସ୍ଥା ମଧ୍ୟରେ ଯଥେଷ୍ଟ ତରଳ ପଦାର୍ଥ ଦିଆଯାଏ ଓ ଅତ୍ୟଧିକ ଗରମରୁ ଦୂରରେ ରହିବାକୁ ଉପଦେଶ ଦିଆଯାଏ । ରୋଗୀର ଦେହକୁ ତୁରନ୍ତ ଥଣ୍ଡା କରିବା ଓ ସାହାଯ୍ୟକାରୀ ଯତ୍ନ (supportive care) ନେବା ଆବଶ୍ୟକ । ଦେହ ଉତ୍ତାପ କମେଇବା ପାଇଁ ରୋଗୀ ଦେହକୁ ଜଳ ସିଞ୍ଚନ କରାଯାଏ, ଥଣ୍ଡା କରିବା ଲାଗି ବରଫ ମିଶ୍ରିତ ଜଳରେ ବୁଡ଼େଇ ରଖାଯାଏ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids) ଦିଆଯାଏ । ବରଫ ପ୍ୟାକ (ice packs) ରୁଟିନ ଭାବରେ ଦିଆଯାଏ ନାହିଁ ।ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ବର୍ଷକୁ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁ ହୁଏ । ଏହି ମୃତ୍ୟୁ ହାର ସନ ୧୯୯୫ରୁ ୨୦୧୫ ମଧ୍ୟରେ ବୃଦ୍ଧି ପାଇଥିବା ଜଣାଯାଏ । ଅତ୍ୟଧିକ ପରିଶ୍ରମ ବା ବ୍ୟାୟାମ ଯୋଗୁ ମୃତ୍ୟୁ ହାର ମାତ୍ର ୫% ଥିବାବେଳେ ଅଣବ୍ୟାୟାମ କାରନ ଯୋଗୁ ୬୫% ମୃତ୍ୟୁ ହୁଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଲାରା (ଜନ୍ମ: ୧୬ ଅପ୍ରେଲ ୧୯୭୮) ଜଣେ ଭାରତୀୟ ଅଭିନେତ୍ରୀ ଏବଂ ମଡେଲ, ଯିଏକି ୧୯୯୭ ମସିହାରେ ମିସ୍ ଇଣ୍ଟକଣ୍ଟିନେଣ୍ଟାଲ୍ ଏବଂ ୨୦୦୦ ମସିହାରେ ମିସ୍ ଉଇନିଭର୍ସର ମୁକୁଟ ଜିତିଥିଲେ । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତ ବା ବଲିଉଡ୍ରେ ଅଭିନୟ କରନ୍ତି ଏବଂ ତାଙ୍କ ଅଭିନୟ ପାଇଁ ଅନେକ ପୁରସ୍କାରରେ ସମ୍ମାନିତା ହୋଇଛନ୍ତି, ଯେଉଁଥିରେ ଫିଲ୍ମଫେୟାରରେ ତାଙ୍କୁ ଶ୍ରେଷ୍ଠ ନବାଗତା ପୁରସ୍କାର ପ୍ରଦାନ କରାଯାଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ସେତୁ ପାର୍ବତୀ ବାୟୀ ସମ୍ପୁର୍ଣ୍ଣ ନାମ ମୂଲାମ ଥିରୁନାଲ ସେତୁ ପାର୍ବତୀ ବାୟୀ (ଇଂରାଜୀ ଭାଷାରେ Moolam Thirunal Sethu Parvathi Bayi (୧୮୯୬–୧୯୮୩), ଜଣାଶୁଣା ନାମ ଆମ୍ମା ମହାରାଣୀ (Amma Maharani) ଟ୍ରାଭାଙ୍କୋରର ଜୁନିଅର ମହାରାଣୀ ଓ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ପ୍ରବର୍ତ୍ତକ ଥିଲେ । ଟ୍ରାଭାଙ୍କୋରର (Travancore) ଶେଷ ରାଜା ଚିତିରା ଥିଜୁନାଲ ବଳରାମ ବର୍ମାଙ୍କର (Chithira Thirunal Balarama Varma) ସେ ମାଆ ଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସିଆଟିକା, (ଇଂରାଜୀ ଭାଷାରେ ସିଆଟିକା ବା ସିଆଟିକ ନିଉରାଇଟିସ ବା ସିଆଟିକ ନିଉରାଲଜିଆ ବା ଲମ୍ବର ରାଡିକୁଲୋପାଥି ଯଥାକ୍ରମେ Sciatica ( /saɪˈætɪkə/), also known as sciatic neuritis, sciatic neuralgia, or lumbar radiculopathy), ଏକ ପ୍ରକାର ଯନ୍ତ୍ରଣା ଯାହା ନିମ୍ନ କଟିରୁ ଗୋଡ଼ ପର୍ଯ୍ୟନ୍ତ ହେଉଥିବାର ଅନୁଭବ ହୁଏ । ଏହା ପିଠିରୁ ତଳକୁ ଗୋଡ଼ର ପଛ ପାଖ, ବାହାର ପାର୍ଶ୍ୱ ବା ସାମନା ପାର୍ଶ୍ୱ ଦେଇ ମଧ୍ୟ ଗତି କରିପାରେ । ସାଧାରଣତଃ ଏହା ଦେହର ଗୋଟିଏ ପାଖରେ ହୁଏ । ଅଳ୍ପ କେତେକ କେଶରେ ଦୁଇ ପାଖରେ ହୁଏ । ସିଆଟିକା ସହିତ କଟି ଯନ୍ତ୍ରଣା ବେଳେ ବେଳେ କିନ୍ତୁ ସବୁବେଳେ ରହେନି । ଗୋଡ଼ ଓ ପାଦର ବିଭିନ୍ନ ସ୍ଥାନରେ ଦୁର୍ବଳତା ଓ କାଲୁଆ ଅନୁଭବ ରହେ । ପ୍ରାୟ ୯୦ % ରୋଗୀଙ୍କ କ୍ଷେତ୍ରରେ ସ୍ପାଇନାକ ଡିସ୍କ ହାର୍ନିଏସନ ହୋଇ ସାକ୍ରାଲ ସ୍ନାୟୁ ମୂଳ (root) ବା ଲମ୍ବର ସ୍ନାୟୁ ଉପରେ ଚାପ ପଡ଼େ । ସିଆଟିକା ହେବାର ଅନ୍ୟ କାରଣ ସ୍ପୋଣ୍ଡିଲୋଲିସଥେସିସ, ସ୍ପାଇନାଲ ସ୍ଟେନୋସିସ, ପାଇରିଫର୍ମିସ ସିଣ୍ଡ୍ରୋମ, ପେଲଭିକ ଅର୍ବୁଦ ଓ ଗର୍ଭାବସ୍ଥାରେ ଗର୍ଭସ୍ଥ ଶିଶୁର ମୁଣ୍ଡର ଚାପ । ସଳଖ ଗୋଡ଼ ଉଠାଣ ଟେଷ୍ଟ (straight-leg-raising test) ଏହି ରୋଗ ନିର୍ଣ୍ଣୟରେ ସାହାଯ୍ୟ କରେ । ଉପରକୁ ମୁହଁ କରି ଶୋଇଥିବା ଲୋକର ସିଧା ଗୋଡ଼ ଟେକିଲେ ଯଦି ଯନ୍ତ୍ରଣା ଆଣ୍ଠୁ ତଳକୁ ଗତି କରେ ତାହେଲେ ଏହି ପରୀକ୍ଷା ଯୁକ୍ତାତ୍ମକ ବୋଲି ବିବେଚିତ ହୁଏ । ଅଧିକାଂଶ ରୋଗୀଙ୍କର ମେଡିକାଲ ଇମେଜିଙ୍ଗ ଆବଶ୍ୟକ ହୁଏ ନାହିଁ । ଖାଦ୍ୟନଳୀ ବା ମୂତ୍ରାଶୟ କର୍ମହାନୀ, ଉଲ୍ଲେଖନୀୟ ସ୍ନାୟୁ ଦୁର୍ବଳତା ଅନୁଭବ, ଦୀର୍ଘକାଳର ଲକ୍ଷଣ ବା ଅର୍ବୁଦ ଓ ସଂକ୍ରମଣ ସମ୍ଭାବନା ଥିଲେ ମେଡିକାଲ ଇମାଜିଙ୍ଗ ଆବଶ୍ୟକ ହୁଏ । ହିପ ଗଣ୍ଠି ରୋଗ ଓ ରାସ ଦେଖାଯିବା ପୂର୍ବରୁ ହର୍ପିସ ଜୋସ୍ଟର ରୋଗମାନଙ୍କରେ ଏକାଭଳି ଲକ୍ଷଣ ପ୍ରକାଶ ପାଏ । ପ୍ରଥମ ଅବସ୍ଥାରେ ଯନ୍ତ୍ରଣାହାରୀ ଔଷଧ ଦିଆଯାଏ । ଦକ୍ଷତା ମୁତାବକ ନିଜର କାର୍ଯ୍ୟ ସମ୍ପାଦନ ଚାଲୁ ରଖିବାକୁ ସାଧାରଣତଃ ପରାମର୍ଶ ଦିଆଯାଏ । ପ୍ରାୟ ୬ ସପ୍ତାହ ଭିତରେ ୯୦ % ରୋଗୀ ଭଲ ହୋଇଯାଆନ୍ତି ଓ କେବଳ ସମୟହିଁ ଏହା ନିମନ୍ତେ ଆବଶ୍ୟକ । ଯନ୍ତ୍ରଣା ୬ ସପ୍ତାହରୁ ଅଧିକ ରହିଲେ ବା ଅତ୍ୟଧିକ କଷ୍ଟ ହେଲେ ଅପରେଶନ ବିକଳ୍ପ ହୋଇପାରେ । ଅପରେଶନ କଲେ ଯନ୍ତ୍ରଣା ଦୂରିଭୁତ ହୁଏ କିନ୍ତୁ ଦୀର୍ଘକାଳୀନ ଉପକାର ମିଳିବା ସ୍ପଷ୍ଟ ହୋଇନି । ଖାଦ୍ୟନଳୀ ଓ ମୂତ୍ରାଶୟ ସମସ୍ୟା ଥିଲେ ଅପରେଶନ ଆବଶ୍ୟକ ହୁଏ । ସ୍ଟିରଏଡ, ଗାବାପେଣ୍ଟିନ, ଆକୁପଙ୍କଚର, ଓ ସ୍ପାଇନାଲ ମାନିପୁଲେସନ ଆଦି ଚିକିତ୍ସା ଫଳର ଦରିଦ୍ର ପ୍ରମାଣ ମିଳୁଛି । ପ୍ରାୟ ୨ରୁ ୪୦% ଲୋକ ଜୀବନର କେତେବେଳେ ନା କେତେବେଳେ ଏହି ରୋଗ ଭୋଗ କରନ୍ତି । ଚାଳିଶ ଓ ପଚାଶ ଦଶକରେ ଏହି ରୋଗ ସାଧାରଣତଃ ଅଧିକ ହୁଏ ଓ ମହିଳାଙ୍କ ଅପେକ୍ଷା ପୁରୁଷମାନଙ୍କୁ ଅଧିକ ହୁଏ । ଅନାଦି କାଳରୁ ଏହି ରୋଗ ଥିବା ଜଣାଯାଏ । ସନ ୧୪୫୧ରେ ଏହି ସିଆଟିକା ନାମର ପ୍ରଥମେ ପ୍ରୟୋଗ ହେବା ଜଣାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଶୋଭନା ଚନ୍ଦ୍ରକୁମାର ପିଲ୍ଲାଇ (ଇଂରାଜୀ ଭାଷାରେ Shobana Chandrakumar Pillai (ଜନ୍ମ ୨୧ ମାର୍ଚ୍ଚ ୧୯୭୦), ଏକକ ନାମ (mononymously) ଶୋଭନା ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତ୍ରୀ ଓ ଭାରତନାଟ୍ୟମ ନର୍ତ୍ତକୀ । ପ୍ରାୟ ୨୩୦ଟି ଚଳଚ୍ଚିତ୍ର ବିଶେଷତଃ ମଲୟାଲମ (Malayalam) ଭାଷା, ତେଲୁଗୁ , ତାମିଲ , ହିନ୍ଦୀ, କନ୍ନଡ଼ ଓ ଇଂରାଜୀ ଭାଷାରେ ସେ ଅଭିନୟ କରିଛନ୍ତି । ଦୁଇ ଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର (National Film Awards), ଥରେ କେରଳ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର (Kerala State Film Awards) ଓ ଅନ୍ୟାନ୍ୟ ଅନେକ ପୁରସ୍କାର ପାଇଛନ୍ତି । ୧୯୮୦ ଓ ୧୯୯୦ ଦଶକରେ ଶୋଭନା ନିଜକୁ ଏକ ଆଗ ଧାଡ଼ିର ଅଭିନେତ୍ରୀ ଭାବରେ ସିଦ୍ଧ କରିଥଲେ । ଅଦୂର ଗୋପାଲକୃଷ୍ଣନ , ଜି ଅରବିନ୍ଦନ, କେ ବାଲଚନ୍ଦ୍ରନ, ଫଜିଲ , ମଣି ରତ୍ନମ୍, ଭାରତନ, ଉପ୍ପଲପତି ନାରାୟନ ରାଓ ଓ ପ୍ରିୟଦର୍ଶନ ଭଳି ନିର୍ଦ୍ଦେଶକଙ୍କ ସହିତ କାମ କରିଛନ୍ତି । ସେ ଦୁଇ ଥର ସର୍ବଶ୍ରେଷ୍ଠ ଅଭିନେତ୍ରୀ ଭାବରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି ଓ ସେମାନଙ୍କ ନାମ ଯଥାକ୍ରମେ ମଲୟାଲମର ମଣିଚିତ୍ରଥାଜୁ (Manichitrathazhu ୧୯୯୩) ଓ ଇଂରାଜୀ ଚଳଚ୍ଚିତ୍ର ମିତ୍ର, ମାଇ ଫ୍ରେଣ୍ଡ (Mitr (2001) । ଅବଶେଷରେ ସନ ୧୯୯୯ ଠାରୁ ସେ ତାଙ୍କର ଚଳଚ୍ଚିତ୍ରକୁ ବହୁତ ଭାବିଚିନ୍ତି ଚୟନ କରନ୍ତି । ଚିତ୍ରା ବିଶ୍ୱେଶ୍ୱରନ Chitra Visweswaran ଓ ପଦ୍ମା ସୁବ୍ରମନିଅମ en:Padma Subrahmanyam ଭଳି ଭାରତ ନାଟ୍ୟମ ନର୍ତ୍ତକୀମାନଙ୍କଠାରୁ ଶୋଭନା ନୃତ୍ୟ ଶିକ୍ଷା କରିଥିଲେ । ଏହା ପରେ ସେ ସ୍ୱତନ୍ତ୍ର ଭାବରେ ନିଜ କଳା ଓ ନୃତ୍ୟ ପ୍ରଦର୍ଶନ କରିଥିଲେ ଓ ଚେନଇରେ (Chennai) କଳାର୍ପଣ ନାମକ ଏକ ନୃତ୍ୟ ବିଦ୍ୟାଳୟ ସ୍ଥାପନ କରିଥିଲେ । ସନ ୨୦୦୬ରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ଦେଇ ସମ୍ମାନିତ କରିଥିଲେ । ସନ ୨୦୧୪ରେ କେରଳ ସରକାର ତାଙ୍କୁ କଳା ରତ୍ନ ପୁରସ୍କାର ଦେଇଥିଲେ । ସନ ୨୦୧୯ରେ ଡ: ଏମଜିଆର ଏଜୁକେସନାଲ ଆଣ୍ଡ ରିସର୍ଚ୍ଚ ଇନସ୍ଟିଚ୍ୟୁଟ (Dr.