ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଅନ୍ତର୍ଜାତୀୟ ମାତୃଭାଷା ଦିବସ ପ୍ରତିବର୍ଷ ଫେବୃଆରୀ ୨୧ ତାରିଖରେ ବିଶ୍ୱବ୍ୟାପୀ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଥାଏ । ଏହା ପ୍ରଥମେ ଇଉନେସ୍କୋଦ୍ୱାରା ୧୯୯୯ ମସିହା ନଭେମ୍ବର ୧୭ରେ ଆରମ୍ଭ ହୋଇଥିଲା । ଏହାର ପାଳନ ପ୍ରଥମେ ମିଳିତ ଜାତିସଂଘ ସାଧାରଣ ସଭାରେ ୨୦୦୮ ମସିହା ଅନ୍ତର୍ଜାତୀୟ ଭାଷା ବର୍ଷରେ ଗୃହୀତ ହୋଇଥିଲା ।ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୦୦୦ ମସିହା ଫେବୃଆରୀ ପରଠାରୁ ପ୍ରତିବର୍ଷ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଆସୁଛି । ଏହି ଦିବସଟି ୧୯୫୨ ମସିହାରେ ସେତେବେଳର ପାକିସ୍ତାନରେ ବଙ୍ଗଳା ଭାଷାକୁ ଦୁଇଟି ରାଷ୍ଟ୍ରୀୟ ଭାଷାର ମାନ୍ୟତା ଦାବୀ କରୁଥିବା ଢାକା ବିଶ୍ୱବିଦ୍ୟାଳୟ, ଜଗନ୍ନାଥ ବିଶ୍ୱବିଦ୍ୟାଳୟ, ଢାକା ମେଡ଼ିକାଲ କଲେଜର ଛାତ୍ରମାନଙ୍କ ଅଧୁନା ବଙ୍ଗଳାଦେଶର ରାଜଧାନୀ ଢାକାର ଉଚ୍ଚନ୍ୟାୟାଳୟ ନିକଟରେ ପୁଲିସ ଗୁଳିରେ ପ୍ରାଣ ହରାଇବାର ସ୍ମୃତିରେ ପାଳିତ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଅମୃତା ପ୍ରୀତମ( listen ; ୩୧ ଅଗଷ୍ଟ ୧୯୧୯ - ୩୧ ଅକ୍ଟୋବର ୨୦୦୫) ପଞ୍ଜାବୀ ଓ ହିନ୍ଦୀ ଭାଷାର ଜଣେ କବି, ପ୍ରାବନ୍ଧିକ ଓ ଔପନ୍ୟାସିକା ଥିଲେ । ଉଭୟ ଭାରତ ଓ ପାକିସ୍ତାନରେ ସେ ଲୋକପ୍ରିୟ । ୬୦ ବର୍ଷର ସାହିତ୍ୟିକ ଜୀବନ ମଧ୍ୟରେ ସେ ୧୦୦ରୁ ଅଧିକ ପୁସ୍ତକ ରଚନା କରିଥିଲେ । ତାହା ମଧ୍ୟରେ ତାଙ୍କର ଅନେକ କବିତା, ଗଳ୍ପ, ଜୀବନୀ, ପ୍ରବନ୍ଧ ଆଦି ରହିଥିଲା ଓ ବହୁ ଭାରତୀୟ ତଥା ବିଦେଶୀ ଭାଷାକୁ ଅନୁବାଦିତ ହୋଇଥିଲା ।ଅମୃତା ନିଜ କବିତା "ଆଜ ଆଖାଁ ୱାରିସ ଶାହା ନୁ" ପାଇଁ ଚର୍ଚ୍ଚିତ ଥିଲେ । ଏହି କବିତା ସେ ଭାରତ ବିଭାଜନ ସମୟରେ ନିଜ ଦୁଃଖ ଓ କ୍ରୋଧକୁ ଦର୍ଶାଇ ଓ ୧୮୦୦ ଶତାବ୍ଦୀର କବି ୱାରିସ ଶାହାଙ୍କୁ ମନେ ପକାଇ ଲେଖିଥିଲେ । ତାଙ୍କର ଉପନ୍ୟାସ "ପିଞ୍ଜର"(୧୯୫୦) ମାଧ୍ୟମରେ ସେ ନାରୀମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଓ ଅମାନବୀୟତାକୁ ଦର୍ଶାଇଥିଲେ । ଏହି ଉପନ୍ୟାସର ମୁଖ୍ୟ ଚରିତ୍ର ଥିଲା "ପୁରୋ" । ୨୦୦୩ରେ ଏହି ଉପନ୍ୟାସକୁ ନେଇ ଏକ ଚଳଚ୍ଚିତ୍ର ମଧ୍ୟ ନିର୍ମାଣ କରାଯାଇଥିଲା ।ଭାରତ ବିଭାଜନ ସମୟରେ ସେ ଲାହୋରରୁ ଭାରତକୁ ଚାଲି ଆସିଥିଲେ ମଧ୍ୟ ସେ ଆଜୀବନ ଭାରତ ଓ ପାକିସ୍ତାନ ଉଭୟ ଦେଶର ପାଠକଙ୍କଦ୍ୱାରା ଆଦୃତ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କୁରତୁଲ ଏନ ହୈଦର( ୨୦ ଜାନୁଆରୀ ୧୯୨୭ - ୨୧ ଅଗଷ୍ଟ ୨୦୦୭) ଉର୍ଦ୍ଦୁ ଭାଷାର ଜଣେ ଗାଳ୍ପିକା, ଔପନ୍ୟାସିକା, ଶିକ୍ଷାବିତ ଓ ସାମ୍ବାଦିକ ଥିଲେ । ଉର୍ଦ୍ଦୁ ଭାଷାର ଏହି ସାହିତ୍ୟିକ ୧୯୫୯ ମସିହାର ରଚନା ଆଗ କା ଦରିଆ ପାଇଁ ପରିଚିତ । ଏହି ଉପନ୍ୟାସର କଥାବସ୍ତୁ ୪ର୍ଥ ଶତାବ୍ଦୀର ଅବିଭାଜିତ ଭାରତ ଇତିହାସରୁ ଆରମ୍ଭ ହୋଇ ଭାରତ ବିଭାଜନ ପର୍ଯ୍ୟନ୍ତ ବ୍ୟାପ୍ତ । ଐନୀ ୧୯୬୭ ମସିହାରେ "ପତଝର କି ଆୱାଜ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୮୯ରେ "ଆଖରୀ ଶବ କେ ହମସଫର" ପାଇଁ ଜ୍ଞାନପୀଠ ପୁରସ୍କାର ଓ ୧୯୯୪ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ୨୦୦୫ ମସିହାରେ ତାଙ୍କ ପଦ୍ମ ଭୂଷଣ ପୁରସ୍କାର ମିଳିଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଝୁମ୍ପା ଲାହିରୀ(୧୧ ଜୁଲାଇ ୧୯୬୭ ରେ ଜନ୍ମ) ଏକ ଭାରତୀୟ ଆମେରିକୀ ଲେଖିକା । ତାଙ୍କର ଉତ୍କୃଷ୍ଟ କ୍ଷୁଦ୍ରଗଳ୍ପ ଲେଖାଗୁଡ଼ିକ ସକାଶେ ପୀ ଏ ଏନ/ମାଲାମୁଦ ପୁରସ୍କାରର ଘୋଷିତ କରାଯାଇଥିଲା । ତାଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ସଂଗ୍ରହ "ଇନ୍ଟରପ୍ରେଟର ଆଫ ମେଲଡ଼ିଜ" (1999) କୁ ସନ ୨୦୦୦ରେ 2000 ପୁଲିଟଜର ପ୍ରାଇଜ ଫର ଫିକସନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଅନ୍ୟ ପୁରସ୍କୃତ ଉପନ୍ୟାସ "ଦ ନେକସେକ" (୨୦୦୩) ଉପରେ ଗୋଟିଏ ଚଳଚିତ୍ର ମଧ୍ୟ କରାଯାଇଛି । ପିଲାବେଳେ ତାଙ୍କୁ ନୀଲଞ୍ଜନା ସୁଦେଷ୍ଣା ନାମରେ ପରିଚିତ ଥିଲେ କିନ୍ତୁ ତାଙ୍କୁ ପ୍ରାୟ ସମସ୍ତେ ଝୁମ୍ପା ନାମରେ ଜାଣନ୍ତି ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ବିଶାଳ ଆନ୍ଦୋଳନର ରୂପ ନେଇଥିଲା ଯାହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସୁରିନ୍ଦର କୌର (ଇଂରାଜୀ ଭାଷାରେ Surinder Kaur) (ପଞ୍ଜାବୀ: ਸੁਰਿੰਦਰ ਕੌਰ; ୨୫ ନଭେମ୍ବର ୧୯୨୯ – ୧୪ ଜୁନ ୨୦୦୬) ଜଣେ ଭାରତୀୟ ଗାୟିକା ଓ ଗୀତ ଲେଖିକା ଥିଲେ । ମୂଖ୍ୟତଃ ସେ ପଞ୍ଜାବୀ ଲୋକ ସଂଗୀତ ଗାଉଥିଲେ ଓ ସେହି ଶୈଳୀକୁ ଲୋକପ୍ରିୟ କରାଇବାରେ ଅଗ୍ରଣୀ ଥିଲେ; ସନ ୧୯୪୮ରୁ ୧୯୫୨ ପର୍ଯ୍ୟନ୍ତ ସେ ହିନ୍ଦୀ ଚଳଚ୍ଚିତ୍ରରେ ପ୍ରଚ୍ଚଦପଟ ଗାୟିକା ଭାବରେ କଣ୍ଠଦାନ କରିଥିଲେ । ପଞ୍ଜାବୀ ସଙ୍ଗୀତକୁ ଅବଦାନ ନିମନ୍ତେ ତାଙ୍କୁ ପଞ୍ଜାବ ନାଇଟିଙ୍ଗେଲ, ସନ ୧୯୮୪ରେ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଓ ସନ ୨୦୦୬ରେ ପଦ୍ମ ଶ୍ରୀ ସମ୍ମାନ ଦିଆଯାଇଥିଲା । ଦୀର୍ଘ ଛଅ ଦଶକର ଜୀବନରେ ସେ ପଞ୍ଜାବୀ ସୁଫି (Sufi), ବୁଲ୍ଲେହ ଶାହଙ୍କର (Bulleh Shah) କାଫି (Kafi) ଓ ସମସାମୟିକ ନନ୍ଦ ଲାଲ ନୂରପୁରି (Nand Lal Noorpuri), ଅମ୍ରିତା ପ୍ରିତମ (Amrita Pritam), ମୋହନ ସିଂହ ଓ ଶିବ କୁମାର ବଟଲଭି ଇତ୍ୟାଦି ଲୋକମାନଙ୍କ ସହିତ 'ମାଭନ ତେ ଧୀନ', 'ଜୁଟ୍ଟି କସୁରି', 'ମାଧନିୟାନ', 'ଏହନା ଆଖିୟାଁ ଚ ପାବନ କିବେନ କଜରା' ଓ ଘମନ ଦି ରାତ ଭଳି ଅନେକ ସ୍ମରଣୀୟ ସଂଗୀତ ଦେଇଥିଲେ । ପଞ୍ଜାବୀ ସଂସ୍କୃତିରେ (Punjabi culture) ତାଙ୍କର ବିବାହ ସଙ୍ଗୀତ 'ଲାଥେ ଦି ଚଦର', ସୁହେ ବେ ଚୀରେ ୱାଲେୟା ଓ କାଲା ଡୋରିଆ ଇତ୍ୟାଦି ଅଲିଭା ହୋଇ ରହିବ ।ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଜୋଗିନ୍ଦର ସିଂହ ସୋଧି ନାମକ ଜଣେ ପ୍ରଫେସରଙ୍କୁ କୌର ବିବାହ କରିଥିଲେ । ଏହି ଯୋଡ଼ିଙ୍କର ତିନୋଟି ଝିଅ ହୋଇଥିଲେ, ବଡ଼ ଝିଅ ମଧ୍ୟ ଲୋକ ସଙ୍ଗୀତ ଗାୟୀକା ଅଟନ୍ତି । ସନ ୨୦୦୬ରେ ନିଉ ଜର୍ସୀରେ ଥିବା ସମୟରେ ଦୀର୍ଘ କାଳର ବେମାରୀ ପରେ କୌର ମୃତ୍ୟ ବରଣ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ରୂପମତୀ (ଇଂରାଜୀ ଭାଷାରେ Rani Roopmati) ଜଣେ କବୟିତ୍ରୀ ଥିଲେ ଯିଏ ମାଲୱା ସୁଲତାନ 'ବାଜ ବାହାଦୂର'ଙ୍କ ପତ୍ନୀ ଥଲେ । ମାଲୱା ଲୋକକଥାରେ ସୁଲତାନ ଓ ରୂପମତୀଙ୍କର ପ୍ରେମ ବିଷୟରେ ମୁଖ୍ୟତଃ ଚର୍ଚ୍ଚା ହୋଇଥାଏ । ରୂପମତୀଙ୍କର ଅଲୌକିକ ସୌନ୍ଦର୍ଯ୍ୟ ବିଷୟ ଶୁଣି ମାଣ୍ଡୁ (Mandu) ବିଜୟ କରିବାକୁ ଆଦମ ଖାନ en:Adham Khan ପ୍ରଲୋଭିତ ହୋଇଥିଲା । ଆଦମ ଖାନ ବିଜୟ ପଥରେ ବାହାରିଲେ ଓ ଫୋର୍ଟରେ ବାଜ ବାହାଦୂର ଅହିତ ସାକ୍ଷାତ ହେଲା । ବାଜ ବାହାଦୂରଙ୍କର ଗୋଟିଏ ଛୋଟ ସୈନ୍ୟ ବାହିନୀ ଥିଲା । ତେଣୁ ସେ ଅକ୍ଳେଶରେ ହାରିଗଲେ । ରୂପତମୀ ବିଷ ଖାଇ ଆତ୍ମହତ୍ୟା କଲେ । ଏହିପରି ଭାବରେ ଏକ ସଙ୍ଗୀତମୟ, କାବ୍ୟିକ, ପ୍ରେମର ଯୁଦ୍ଧ ହୋଇ ଅବଶେଷରେ ମୃତ୍ୟୁ ହୋଇଗଲା । ଏହି ପ୍ରେମ କାହାଣୀକୁ ଅନେକ ଲୋକକଥା କହନ୍ତି କିନ୍ତୁ ବହୁତ ଲୋକ ଏହାକୁ ସତ୍ୟ କାହାଣୀ କହନ୍ତି ।
ପରିବାର ନିୟୋଜନ (ଇଂରାଜୀ ଭାଷାରେ Family planning) ସଂଜ୍ଞା:- "ବ୍ୟାପକ ଶିକ୍ଷା, ଡାକ୍ତରୀ ବା ସାମାଜିକ କାର୍ଯ୍ୟକଳାପ ସାହାଯ୍ୟରେ ନାବାଳକ ସହିତ ବ୍ୟକ୍ତିମାନଙ୍କୁ ତାଙ୍କର ସନ୍ତାନ ସଂଖ୍ୟା ଓ ସେମାନଙ୍କ ମଧ୍ୟରେ ଅନ୍ତର ଓ ମାଧ୍ୟମ ବାଛିବା କ୍ଷମତାକୁ ପରିବାର ନିୟୋଜନ କୁହାଯାଏ ।" ଏହା ସହିତ ମହିଳାମାନଙ୍କର ଜନ୍ମ କରିବା ପିଲା ସଂଖ୍ୟା, ପିଲା ଜନ୍ମ କରିବାର ବୟସ, ଆଦୌ ପିଲା ଜନ୍ମ ନକରିବା ମଧ୍ୟ ପରିବାର ନିୟୋଜନ ମଧ୍ୟରେ ଆସେ । ବିବାହ ପରିସ୍ଥିତି, ପେଷାଗତ ବିଚାର, ଅର୍ଥନୈତିକ ସ୍ଥିତି ଓ ପଙ୍ଗୁତ୍ୱ ଭଳି ବାହ୍ୟ କାରକମାନ ଶିଶୁ ଜନ୍ମ ଓ ଲାଳନ ପାଳନ କରିବା ଦାୟୀତ୍ୱକୁ ଏହା ପ୍ରଭାବିତ କରେ । ଯୌନ ସକ୍ରିୟ ଥିଲେ ଜନ୍ମ ନିୟନ୍ତ୍ରଣ କରିବା ଉପାୟ ଓ ପ୍ରଜନନ (reproduction) ସମୟ ଓ ଜନ୍ମ ନିୟନ୍ତ୍ରଣ ଉପାୟମାନ ବିଚାର କରିବାକୁ ମଧ୍ୟ ପରିବାର ନିୟୋଜନ କୁହାଯାଏ ।ଅନ୍ୟ ଦିଗରେ ପରିବାର ନିୟଜନ ମଧ୍ୟରେ ଯୌନ ଶିକ୍ଷା (sex education), ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହର ଚିକିତ୍ସା ଓ ପ୍ରତିଷେଧ, ପ୍ରାକ୍-ଗର୍ଭାଧାନ ପରାମର୍ଶ (pre-conception counseling) ଗର୍ଭାବସ୍ଥା ଉପଚାର ଓ ବନ୍ଧ୍ୟା ଚିକିତ୍ସା (infertility) ପ୍ରତି ମଧ୍ୟ ଧ୍ୟାନ ଦିଆଯାଏ । କେବଳ ଗର୍ଭଧାରଣ ସେବାରେ ପରିବାର ନିୟୋଜନକୁ ସଂଲଗ୍ନ କରାଯେ ଗର୍ଭପାତକୁ ନୁହେଁ । କିନ୍ତୁ ଜନ୍ମ ନିରୋଧ ଓ ପରିବାର ନିୟୋଜନ କଲେ ଗର୍ଭପାତ ସଙ୍କଟ କମିଯାଏ ।ପରିବାର ନିୟୋଜନକୁ ବେଳେ ବେଳେ ଭୁଲରେ ଗର୍ଭନିରୋଧ (contraception) ଅର୍ଥରେ ବ୍ୟବହାର କରାଯାଏ । ଗର୍ଭନିରୋଧ ସହିତ ତାହାର ଉପାୟ ଓ ଅଭ୍ୟାସ ନିୟୋଜନ ମଧ୍ୟରେ ଯାଏ । ଅଧିକନ୍ତୁ ଅନେକ ଗର୍ଭନିରୋଧ କରିବାକୁ ଇଚ୍ଛା କରନ୍ତି, ନିୟୋଜନ ନୁହେଁ ଓ ଏହି ଦଳରେ ଅବିବାହିତ ଯୁବକ ଯୁବତୀ, ଯୁବାବସ୍ଥାର ବିବାହିତ ଯୋଡ଼ି, ପେଷା ପ୍ରତି ଧ୍ୟାନ ଦେବାକୁ ଗର୍ଭାଧାନ ବିଳମ୍ବିତ କରିବା ଲୋକ ଅଛନ୍ତି; ଏହି ଦିଗରେ ଅନେକ କାମ କରାଯାଇଛି । ଅଧୁନା ମହିଳା ଓ ତାହାର ଶିଶୁ ଗର୍ଭଧାରଣ ନିର୍ଣ୍ଣୟ ବିଷୟକୁ ପରିବାର ନିୟୋଜନ ପରିପ୍ରେକ୍ଷୀରେ ନିଆଯାଉଛି ଓ ପୃଥିବୀର ଅନେକ ଦେଶମାନଙ୍କରେ ପ୍ରଜନନ ସ୍ୱଇଚ୍ଛାକୁ ଅଗ୍ରାଧିକାର ଦିଆଯାଉଛି । ସାଧାରଣତଃ ପରିବାର ନିୟୋଜନରେ ଦମ୍ପତ୍ତିଙ୍କର ସୀମିତ ଶିଶୁ ସଂଖ୍ୟା ଓ ଗର୍ଭାଧାନର ସମୟ ନିୟନ୍ତ୍ରଣ କରିବା ପ୍ରଥାକୁ ଜନ୍ମ ଅନ୍ତର ବା ଶିଶୁ ଅନ୍ତର (spacing children) କୁହାଯାଉଛି ।
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ୱୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶ ଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀର ଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।୧୯୫୬ ମସିହାରେ ଜଲାଲୁଦ୍ଦୀନ୍ ମୋହମଦ୍ ଆକବର୍, ଯିଏ ମହାନ୍ ଆକବର ନାମରେ ପ୍ରସିଦ୍ଧ, ତାଙ୍କର ପଦଗ୍ରହଣ ସହିତ ଏହି ସାମ୍ରାଜ୍ୟର ଉକ୍ତୃଷ୍ଟ ସମୟ ଆରମ୍ଭ ହେଲା ଓ ସମ୍ରାଟ୍ ଆଉରଙ୍ଗଜେବଙ୍କ ନିଦ୍ଧନ ସହିତ ଶେଷ ହେଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ୱାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବାଳ ଗଙ୍ଗାଧର ତିଳକ (କିମ୍ବା ଲୋକମାନ୍ୟ ତିଳକ, ଉଚ୍ଚାରଣ ; ୨୩ ଜୁଲାଇ ୧୮୫୬(1856-07-23) – ୧ ଅଗଷ୍ଟ ୧୯୨୦(୧୯୨୦-୦୮-୦୧)), ଜଣେ ଭାରତୀୟ ଜାତୀୟବାଦୀ, ସାମ୍ବାଦିକ, ଶିକ୍ଷକ, ସମାଜ ସଂସ୍କାରକ, ଓକିଲ ଏବଂ ସ୍ୱାଧୀନତା ଆନ୍ଦୋଳନକାରୀ ଥିଲେ । ସେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ନେତା ଥିଲେ । ବ୍ରିଟିସ ଉପନିବେଶ ଅଧିକାରୀଗଣ ତାଙ୍କୁ "ଭାରତୀୟ ଆନ୍ଦୋଳନର ପିତା" ନାମରେ ଅଭିହିତ କରିଥିଲେ । ସେ "ଲୋକମାନ୍ୟ" ଉପାଧୀରେ ମଧ୍ୟ ଭୂଷିତ ହୋଇଥିଲେ ଯାହାର ଅର୍ଥ "ଲୋକଙ୍କଦ୍ୱାରା (ନେତା ଭାବେ) ମାନ୍ୟ ବା ଗୃହୀତ"।ତିଳକ ସ୍ୱରାଜ (ଆପଣା ଶାସନ) ଆନ୍ଦୋଳନରପ୍ରଥମ ଏବଂ ବଳିଷ୍ଠତମ ସମର୍ଥକ ଥିଲେ ତଥା ଭାରତୀୟ ଚେତନାର ଜଣେ ଶକ୍ତ ପ୍ରବର୍ତ୍ତକ ଥିଲେ । ସେ ନିଜର "ସ୍ୱରାଜ ମୋର ଜନ୍ମଗତ ଅଧିକାର, ଏବଂ ମୁଁ ତାହାକୁ ନିଶ୍ଚେ ହାସଲ କରିବି" ଉକ୍ତି ପାଇଁ ଭାରତରେ ଜନବିଦିତ। ସେ ଭାରତୀୟ ଗୃହଶାସନ ଆନ୍ଦୋଳନ କାଳରେ ପାକିସ୍ଥାନର ପ୍ରତିଷ୍ଠାତା ମହମ୍ମଦ ଅଲ୍ଲୀ ଜିନ୍ନାଙ୍କ ସହ ଗୁଢ଼ ସମ୍ବନ୍ଧ ସ୍ଥାପନ କରିଥିଲେ ।
ସମୁଦ୍ରଗୁପ୍ତ, ଗୁପ୍ତବଂଶର ଜଣେ ଶାସକ ଥିଲେ । କୁଶାଣ ବଂଶର ପତନପରେ ଉତ୍ତର ଭାରତ ତ୍ରମଶଃ ଅନେକ କ୍ଷୁଦ୍ର ସ୍ୱାଧୀନ ରାଜ୍ୟରେ ବିଭକ୍ତ ହେବାପରେ ଭାରତର ରାଜନୈତିକ ଏକତା ଓ ସଂହିତା ବ୍ୟାହତ ହୋଇଥିଲା । କିନ୍ତୁ ଖ୍ରୀଷ୍ଟୀୟ ଚତୁର୍ଥ ଶତାବ୍ଦୀର ପ୍ରାରମ୍ଭରେ ଗୁପ୍ତ୍ରବଂଶର ଅଭ୍ୟୁଦୟ ଫଳରେ ଭାରତରେ ଶାନ୍ତି ଶୃଙ୍ଖଳା ତଥା ରାଜନୈତିକ ଏକତା ପୁନଃପ୍ରତିଷ୍ଠିତ ହୋଇଥିଲା । ସମ୍ଭବତଃ ୩୩୫ ଖ୍ରୀଷ୍ଟାବ୍ଦରେ ପ୍ରଥମ ଚନ୍ଦ୍ରଗୁପ୍ତଙ୍କ ପୁତ୍ର ସମୁଦ୍ରଗୁପ୍ତ ସିଂହାସନ ଆରୋହଣ କରିଥିଲେ । ଆଲାହାବାଦ ସ୍ତମ୍ଭଲେଖରୁ ତାଙ୍କର ରାଜତ୍ୱ ବିଶେଷତଃ ଦିଗବିଜୟ ସମ୍ଭନ୍ଧରେ ବହୁ ତଥ୍ୟ ଜଣାଯାଏ । ସମୁଦ୍ରଗୁପ୍ତଙ୍କ ରାଜସଭାର ବିଶିଷ୍ଟ କବି ତଥା ସନ୍ଧିବିଗ୍ରହିକ ( ପ୍ରତିରକ୍ଷା ମନ୍ତ୍ରୀ) ହରିସେଣଙ୍କଦ୍ୱାରା ଏହି ସ୍ତମ୍ଭଲେଖର ପ୍ରଶସ୍ତି ରଚିତ ହୋଇଥିଲା ।
ଫାଲଗୁନ କୃଷ୍ଣ ଏକାଦଶୀକୁ ପଙ୍କୋଦ୍ଧାର ଏକାଦଶୀ ବା ବିଜୟା ଏକାଦଶୀ କୁହାଯାଏ । ଏହି ବିଜୟା ଏକାଦଶୀ ବ୍ରତ କଲେ ମଣିଷ ଶତ୍ରୁକୁ ବିଜୟ କରିପାରେ । ପୁରାଣ କଥା ଅନୁଯାୟୀ ସୀତା ହରଣ ବେଳେ ରାମଚନ୍ଦ୍ର ବାନର ସେନା ସହ ସମୁଦ୍ରର ଉତ୍ତର ତୀରରେ ପହଞ୍ଚି ରାବଣ ପରି ବଳବାନ ଶତ୍ରୁ ଓ ସାଗରର ଗମ୍ଭୀରତା ନେଇ ଚିନ୍ତିତ ହୋଇପଡ଼ିଥିଲେ । ସମୁଦ୍ରକୁ କିପରି ପାରହେବେ ସେଥିଲାଗି ଉପାୟ ଖୋଜିବା ବେଳେ ଜଣେ ମୁନିଙ୍କ ପରାମର୍ଶରେ ଏହି ବିଜୟା ଏକାଦଶୀ ବ୍ରତ ପାଳନ କଲେ । ବ୍ରତର ପ୍ରଭାବରେ ସେ ସମୁଦ୍ର ପାର ହୋଇ ରାବଣ ବଧ କରିଥିବାର ବିଶ୍ୱାସ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କରୋନାଭୂତାଣୁ (ଇଂରାଜୀ ଭାଷାCoronaviruses) ଏକ ପ୍ରକାର ଭୂତାଣୁ ଦଳ ଯାହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଏ ଯେପରିକି ଗାଈ ଓ ଘୁଷୁରୀଙ୍କ ତରଳ ଝାଡ଼ା ଓ କୁକୁଡ଼ାଙ୍କର ଉର୍ଦ୍ଧ୍ୱ ଶ୍ୱାସକ୍ରିୟା ରୋଗ ହୁଏ । ମାନବ ଦେହରେ ଭୂତାଣୁ ଶ୍ୱାସକ୍ରିୟା ସଂକ୍ରମଣ (respiratory infection) କରାଏ ଯାହା ପ୍ରାୟ ସାମାନ୍ୟ ଧରଣର ହୋଇଥାଏ କିନ୍ତୁ କ୍ୱଚିତ ଏହା ଘାତକ ସିଦ୍ଧ ହୋଇଥାଏ । ଗଳା, ନାକ ଓ ସାଇନସରେ ଏହି ସମକ୍ରମଣ ହୁର । ଏହି ଭୂତାଣୁର ଚିକିତ୍ସା ବା ପ୍ରତିଷେଧ ନିମନ୍ତେ କୌଣସି ଟିକା ଔଷଧ ପ୍ରସ୍ତୁତ ହୋଇନାହିଁ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ( ଭାରତ )
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ , (UGC India) , ଭାରତ ସରକାରଙ୍କ ଏକ ସାମ୍ବିଧାନିକ ସଂସ୍ଥାନ । ଏହା ଇଉଜିସି ଆକ୍ଟ -୧୯୫୬ଦ୍ୱାରା ଭାରତର ମାନବ ସମ୍ବଳ ବିକାଶ ବିଭାଗ ଅଧୀନରେ ସ୍ଥାପିତ ହେଇ ଦେଶରେ ଉତ୍ଚ ଶିକ୍ଷା କ୍ଷେତ୍ରରେ ସହଯୋଗ , ନିର୍ଣାୟ ଓ ମାନ ରକ୍ଷଣ ଦିଗରେ କାର୍ଯ୍ୟ କରିଥାଏ । ଏହି ପ୍ରତିଷ୍ଠାନ ଭାରତର ବିଶ୍ୱବିଦ୍ୟାଳୟ ମାନଙ୍କୁ ସ୍ୱୀକୃତି ପ୍ରଦାନ କରିବା ସହ ସ୍ୱୀକୃତି ପ୍ରାପ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ମାନଙ୍କୁ ଅନୁଦାନ ରାଶି ବଣ୍ଟନର ବ୍ୟବସ୍ଥା କରିଥାଏ । ଏହାର ମୁଖ୍ୟାଳୟ ନୂଆ ଦିଲ୍ଲୀ ଠାରେ ଅବସ୍ଥିତ ଓ ଏହାର ୬ ଗୋଟି ଆଞ୍ଚଳିକ କାର୍ଜ୍ୟାଳୟ ପୁନେ , ଭୋପାଲ, କଲିକତା , ହାଇଦରାବାଦ , ଗୁଆହାଟି ଓ ବାଙ୍ଗାଲୋର[୨][University_Grants_Commission_(India)#cite_note-3 [3]]ଠାରେ ରହିଛି । ପ୍ରଫେସର ବେଦ ପ୍ରକାଶ ଏହାର ପ୍ରଥମ ଚେୟାର ମେନ ଭାବରେ ଅଧିଷ୍ଠିତ ହେଇଥିଲେ ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ସୁଶାନ୍ତ କୁମାର ମହାନ୍ତି ଏବେ ସମାଜର କାର୍ଯ୍ୟକାରୀ ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।