ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ମଲ୍ଲିକା ସରାଭାଇ (ଇଂରାଜୀ ଭାଷାରେ Mallika Sarabhai) ଗୁଜୁରାଟ ପ୍ରଦେଶର ଅହମଦାବାଦରେ, (ଭାରତ) ଜନ୍ମ ଗ୍ରହଣ (୯ ମଇ ମାସ, ୧୯୫୪ରେ ) କରିଥିବା ଜଣେ କର୍ମୀ, ଅଭିନେତ୍ରୀ ଓ ଭାରତୀୟ ଶାସ୍ତ୍ରୀୟ ନୃତ୍ୟାଙ୍ଗନା । ଶାସ୍ତ୍ରୀୟ ନୃତ୍ୟାଙ୍ଗନା ମୃଣାଲିନୀ ସରାଭାଇ (Mrinalini Sarabhai ) ଓ ମହାକାଶ ବୈଜ୍ଞାନିକ ବିକ୍ରମ ସରାଭାଇଙ୍କର (Vikram Sarabhai) କନ୍ୟା ମଲ୍ଲିକା ଜଣେ କୁଚିପୁଡ଼ି (Kuchipudi) ଓ ଭାରତନାଟ୍ୟମ (Bharatanatyam) ନର୍ତ୍ତକୀ । ଓ କଳା ବ୍ୟବହାର କରି ସାମାଜିକ ପରିବର୍ତ୍ତନ ଆଣିବାରେ ବିଶେଷ ଦକ୍ଷତା ଥିଲା ।
ନାଜିଆ ଆଲମ୍ ଜଣେ ଭାରତୀୟ କଣ୍ଠଶିଳ୍ପୀ, ଯିଏକି ମୁଖ୍ୟତଃ ଓଡ଼ିଆ, ହିନ୍ଦୀ ଏବଂ ବଙ୍ଗଳାରେ ଗୀତ ଗାଆନ୍ତି । ନାଜିଆ ଅଲ୍ ଇଣ୍ଡିଆ ରେଡିଓର ଜଣେ ନିୟମିତ ଗାୟିକା ଥିଲେ । ସେ ବିଭିନ୍ନ ଓଡ଼ିଆ ଧାରାବାହିକରେ ଗୀତ ମଧ୍ୟ ଗାଇଛନ୍ତି । ଡିଡି ଓଡ଼ିଆରେ ପ୍ରସାରିତ ଦୁହିତା, ବିଧାତାର ଖେଳ, ମୁଁ ତୁମକୁ ଭଲପାଏ ଭଳି ଲୋକପ୍ରିୟ ଧାରାବାହିକରେ ସେ କଣ୍ଠଦାନ କରିଥିଲେ । ଜୀ ଟିଭି ଦ୍ୱାରା ପ୍ରସାରିତ ସଙ୍ଗୀତ ଭିତ୍ତିକ କାର୍ଯ୍ୟକ୍ରମ ସାରେଗାମାରେ ସେ ଫାଇନାଲିଷ୍ଟ ଥିଲେ । ନାଜିଆ ମୁସଲମାନ ହୋଇଥିଲେ ହେଁ ତାଙ୍କ ବାପା ମହମ୍ମଦ ସିକନ୍ଦର ଆଲାମଙ୍କ ଭଳି ସେ ଓଡ଼ିଶୀ ସଙ୍ଗୀତରେ ନିପୂଣା ଏବଂ ଭଜନ ସମାରୋହରେ ସେ ଦର୍ଶକ ଏବଂ ଶ୍ରୋତାମାନଙ୍କର ହୃଦୟ ଜିଣିପାରିଛନ୍ତି । ଏକଦା ଭୁବନେଶ୍ୱରରେ ଭାରତୀୟ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ ମାନ୍ନା ଦେ ତାଙ୍କ ଉପରେ ଟିପ୍ପଣୀ ଦେଇ କହିଥିଲେ କି, "ଆପଣ ସଙ୍ଗୀତ ପ୍ରତି ଅନୁରାଗୀ ଅଟନ୍ତି ଏବଂ ଆପଣଙ୍କର ଲକ୍ଷ୍ୟସ୍ଥଳ ବହୁତ ଆଗକୁ ଅଛି, ଏହାକୁ ଜାରୀ ରଖିବେ ନିଶ୍ଚୟ ।"
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମୃଣାଲିନୀ ସରାଭାଇ (ଇଂରାଜୀ ଭାଷାରେ Mrinalini Vikram Sarabhai - ୧୧ ମଇ ୧୯୧୮ – ୨୧ ଜାନୁଆରୀ ୨୦୧୬) ଜଣେ ଭାରତୀୟ ଶାସ୍ତ୍ରୀୟ ନର୍ତ୍ତକୀ, ନାଟ୍ୟ ନିର୍ଦ୍ଦେଶିକା ଓ ପ୍ରଶିକ୍ଷିକା ଥିଲେ । ଅହମଦାବାଦରେ ଅବସ୍ଥିତ ଦର୍ପଣ ଏକାଡେମୀ ଅଫ ପରଫର୍ମିଙ୍ଗ ଆର୍ଟସ (Darpana Academy of Performing Arts) ସଂସ୍ଥାର ସ୍ଥାପୟିତା ଥିଲେ ଯେଉଁଠାରେ ନାଚ, ନାଟକ, ସଙ୍ଗୀତ ଓ କଣ୍ଢେଇ ନାଚର ଶିକ୍ଷା ଦିଆଯାଉଥିଲା । କଳା ନିମନ୍ତେ ତାଙ୍କର ଅବଦାନର ସ୍ୱୀକୃତି ସ୍ୱରୂପ ସେ ଅନେକ ପୁରସ୍କାର ଓ ପ୍ରଶଂସାପତ୍ର ପାଇଥିଲେ । ସେ ପ୍ରାୟ ୧୮,୦୦୦ ଛାତ୍ର ଛାତ୍ରୀଙ୍କୁ ଭାରତନାଟ୍ୟମ (Bharatnatyam) ଓ କଥାକଲୀ (Kathakali) ନୃତ୍ୟ ଶିକ୍ଷା ଦେଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଏହି ପର୍ବ ପାଳନ କରାଯାଏ । ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧି ପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଅନେକ ମହିମା ସନ୍ନ୍ୟାସୀ ଏହିଦିନ ବୈରାଗୀରୁ ଅପରା ସନ୍ନ୍ୟାସୀ ଭାବେ ଘୋଷିତ ହୁଅନ୍ତି ।ଏହି ମେଳା ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ଦିନରେ ଅନୁଷ୍ଠିତ ହୁଏ । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରେ ମହିମା ମେଳା ଆରମ୍ଭ ହୁଏ ଏବଂ ଏହାକୁ ପାହାନ୍ତା ପୂର୍ଣ୍ଣମୀ ମଧ୍ୟ କୁହାଯାଏ । ଏହି ଉତ୍ସବରେ ବେଢା ପରିକ୍ରମା କାର୍ଯ୍ୟ ହୋଇଥାଏ । ବଳ୍କଳଧାରୀ ମହିମା ସମାଜ ତରଫରୁ ଯେଉଁ ସନ୍ନ୍ୟାସୀମାନେ ବଳ୍କଳ ପାଇବାକୁ ଯୋଗ୍ୟ ଏବଂ କୌପୀନଧାରୀ ସମାଜ ପକ୍ଷରୁ ଯେଉଁମାନେ ଆଡ଼ବନ୍ଧ ପାଇବା ପାଇଁ ମନୋନୀତ ହୁଅନ୍ତି ସେମାନଙ୍କୁ ତାହା ପ୍ରଦାନ କରାଯାଏ । ଏହି ଉତ୍ସବ ଦେଖିବା ପାଇଁ ସାଧାରଣ ଭକ୍ତଙ୍କୁ ଅନୁମତି ନଥାଏ । ତ୍ରୟୋଦଶୀ ସନ୍ଧ୍ୟାରେ କୌପୀନଧାରୀ ମହିମାସମାଜ ଏବଂ ବଳ୍କଳଧାରୀ ମହିମା ସମାଜର କର୍ମକର୍ତ୍ତାଗଣ ନିର୍ବାଚିତ ହୁଅନ୍ତି । ବିଭିନ୍ନ ଦେଶ ବୁଲି ସନ୍ନ୍ୟାସୀମାନେ ଆଦାୟ କରିଥିବା ଅର୍ଥ ଏବଂ ସାମଗ୍ରୀ ମହିମାଗାଦିର କର୍ମକର୍ତ୍ତାଙ୍କ ହାତରେ ଅର୍ପଣ କରନ୍ତି । ଚତୁର୍ଦ୍ଦଶୀ ଦିନ ଦିବା ଦୁଇଘଣ୍ଟା ସମୟରୁ ଉତ୍ସବ ପାଳନର ପ୍ରସ୍ତୁତି ହୁଏ । ଆକାଶରେ ପୂର୍ଣ୍ଣ ଚାନ୍ଦ । ମନ୍ଦିର ବେଢାରେ ବାଦ୍ୟନିନାଦ । ଲୋକାରଣ୍ୟ ହୁଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହେଉଥାଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ୱର ମହିମାଙ୍କ ସ୍ମୃତିକୁ ଅବଲୋକନ କରୁଛନ୍ତି ଯେପରି । ମହିମା ଧର୍ମ ଏକ ସ୍ୱତନ୍ତ୍ର ଧର୍ମ ନୁହେଁ ,ଏହା ବିଶୁଦ୍ଧ ହିନ୍ଦୁ ଧର୍ମର ଭିତ୍ତିଭୂମି ଉପରେ ପ୍ରତିଷ୍ଠିତ । କେତେକ ସାହିତ୍ୟିକ ପଣ୍ଡିତ ମତ ଦିଅନ୍ତି ଯେ ମହିମା ଧର୍ମ ବୌଦ୍ଧ ଧର୍ମର ରୂପାନ୍ତର , କିନ୍ତୁ ତାହା ସମ୍ପୂର୍ଣ୍ଣ ଭୁଲ । କାରଣ ବୌଦ୍ଧ ଧର୍ମ ଓ ମହିମା ଧର୍ମର ଲକ୍ଷ୍ୟ ସମ୍ପୂର୍ଣ୍ଣ ଅଲଗା । ବୌଦ୍ଧ ଧର୍ମର ଲକ୍ଷ୍ୟ ନିର୍ବାଣ ପ୍ରାପ୍ତି ଏବଂ ମହିମା ଧର୍ମର ଲକ୍ଷ୍ୟ ବ୍ରହ୍ମଲାଭ । ମହିମା ଧର୍ମରେ ଦୁଇ ଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି I ସେମାନେ ହେଲେ କୌପୀନଧାରୀ ଓ ବଳ୍କଳଧାରୀ । ଦୁଇଗୋଷ୍ଠି ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ୱୟଂ ଯୋଗେଶ୍ୱର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଅଂକୋର୍ ୱାଟ୍ ବା ଅଂଗକୋର୍ ୱତ୍ ମନ୍ଦିର କାମ୍ବୋଡିଆ ବା କାମ୍ପୁଚିଆରେ ସ୍ଥିତ ୧୬୨.୬ ହେକ୍ଟର୍ (୧୬୨୬୦୦୦ ବର୍ଗ ମିଟର୍ ବା ୪୦୨ ଏକର୍) କ୍ଷେତ୍ରଫଳ ବିଶିଷ୍ଟ ବିଶ୍ୱର ସର୍ବବୃହତ ଧାର୍ମିକ ଐତିହ୍ୟ ସ୍ଥଳୀ । କ୍ଷ୍ମେର୍ ବା ଖମେର୍ ଭାଷାରେ ଏହାକୁ អង្គរវត្ត ଭାବେ ଲେଖାଯାଏ ଓ ଏହାର ଅର୍ଥ ହେଲା "ମନ୍ଦିର ରାଜଧାନୀ" । ହିନ୍ଦୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ କ୍ଷ୍ମେର୍ ରାଜବଂଶୀୟ ରାଜା ଦ୍ୱିତୀୟ ସୂର୍ଯ୍ୟବର୍ମନଙ୍କ ଦ୍ୱାରା ଏହି ମନ୍ଦିର ନିର୍ମିତ ହୋଇଥିଲା କିନ୍ତୁ କାଳକ୍ରମେ ଦ୍ୱାଦଶ ଶତାବ୍ଦୀର ଶେଷ ଆଡକୁ ଏହା ଏକ ବୌଦ୍ଧ ମନ୍ଦିରରେ ପରିଣତ ହୋଇଥିଲା । ଦ୍ୱାଦଶ ଶତାବ୍ଦୀର ଆରମ୍ଭ ବେଳକୁ ରାଜା ଦ୍ୱିତୀୟ ସୂର୍ଯ୍ୟବର୍ମନ କ୍ଷ୍ମେର ସାମ୍ରାଜ୍ୟର ରାଜଧାନୀ ଯଶୋଧାରାପୁର (କ୍ଷ୍ମେର ଭାଷାରେ យសោធរបុរៈ, ବର୍ତ୍ତମାନ ସମୟରେ ଅଂକୋର୍ ନାମରେ ପରିଚିତ)ଠାରେ ଏହି ମନ୍ଦିରର ନିର୍ମାଣ କରିଥିଲେ । ଏହା ତାଙ୍କର ରାଜକୀୟ ମନ୍ଦିର ବା ଇଷ୍ଟଦେବଙ୍କ ମନ୍ଦିର ଓ ପୂଜାସ୍ଥଳୀ ଥିଲା । ପୂର୍ବ ରାଜାମାନଙ୍କଦ୍ୱାରା ଅନୁସୃତ ଶୈବ ପରମ୍ପରାର ପରିବର୍ତ୍ତେ ଏହି ମନ୍ଦିରଟିକୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ ଉତ୍ସର୍ଗୀକୃତ କରାଯାଇଥିଲା । ଏହି ଅଞ୍ଚଳର ପ୍ରଚୀନ ମନ୍ଦିରମାନଙ୍କ ମଧ୍ୟରେ ଏହା ଉତ୍ତମ ରୂପେ ସଂରକ୍ଷିତ ଏବଂ ଏହାର ପ୍ରତିଷ୍ଠା ସମୟରୁ ଆରମ୍ଭ କରି ଏକ ଦୀର୍ଘକାଳ ପର୍ଯ୍ୟନ୍ତ ଏହା ଧାର୍ମିକ କାର୍ଯ୍ୟକଳାପର କେନ୍ଦ୍ରବିନ୍ଦୁ ପାଲଟିଥିଲା । ଏହି ମନ୍ଦିର କ୍ଷ୍ମେର ପାରମ୍ପରିକ ସ୍ଥାପତ୍ୟ କଳାର ସର୍ବଶ୍ରେଷ୍ଠ ନିଦର୍ଶନ । ବର୍ତ୍ତମାନ ସମୟରେ ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପ୍ରତୀକଭାବେ ପରିଗଣିତ ହେଉଛି । ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପତାକାରେ ମଧ୍ୟ ଦୃଶ୍ୟମାନ ଏବଂ କାମ୍ପୁଚିଆକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରମୁଖ ଆକର୍ଷଣ ସ୍ଥଳୀ । ଅଂକୋର୍ ୱାଟ୍ କ୍ଷ୍ମେର୍ ମନ୍ଦିର ସ୍ଥାପତ୍ୟ କଳାର ଦୁଇଟି ମୁଖ୍ୟ ଅଂଗ ହେଲା ମେରୁ ପର୍ବତ ଢାଞ୍ଚାରେ ନିର୍ମିତ ମୁଖ୍ୟ ମନ୍ଦିର ଓ ତାହାର ଚତୁର୍ପାର୍ଶ୍ୱରେ ଅନେକ ଗ୍ୟାଲେରି ପରି ମନ୍ଦିର ପ୍ରାଙ୍ଗଣ/ଚିତ୍ରଶାଳାର ନିର୍ମାଣ । ହିନ୍ଦୁ ପୌରାଣିକ ମତାନୁସାରେ ମେରୁ ପର୍ବତରେ ଦେବଗଣ ବାସ କରନ୍ତି । ୩.୬ କିଲୋମିଟର୍ ଦୀର୍ଘ ଜଳପୂର୍ଣ୍ଣ ଖାଇ ଖୋଳାଯାଇ ତାହା ମଧ୍ୟରେ ଚିତ୍ରଶାଳା ସଜ୍ଜିତ ଆୟତାକାର ମନ୍ଦିର କାନ୍ଥ ଓ ପ୍ରାଙ୍ଗଣ ନିର୍ମାଣ କରାଯାଇଥିଲା । ପ୍ରାଙ୍ଗଣର କେନ୍ଦ୍ରରେ ମୁଖ୍ୟ ମନ୍ଦିର ଓ ପାର୍ଶ୍ୱ ମନ୍ଦିରର ଶିଖରମାନ ଅବସ୍ଥିତ ଥିଲା । ଅଂକୋର୍ ୱାଟ୍ ମନ୍ଦିରର ମୁଖ୍ୟଦ୍ୱାର ପଶ୍ଚିମ ଦିଗକୁ ମୁହାଁଇଛି ଯାହାକି ଅନ୍ୟ ଅଂକୋରୀୟ ମନ୍ଦିରଠାରୁ ଭିନ୍ନ । ଏହି ବିଶେଷତା ସମ୍ପର୍କରେ ବିଶେଷଜ୍ଞମାନଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦିଏ । ମନ୍ଦିର କାନ୍ଥରେ ଖୋଦିତ ରାମାୟଣ ଯୁଦ୍ଧ, ମହାଭାରତ ଯୁଦ୍ଧ, ରାବଣ କୈଳାସ ପର୍ବତ ଉଠାଇବାକୁ ଚେଷ୍ଟା କରିବା, ସମୁଦ୍ର ମନ୍ଥନ, କୃଷ୍ଣ ଓ ବାଣାସୁର ଯୁଦ୍ଧ ଇତ୍ୟାଦି ପୌରାଣିକ କାହାଣୀର ନିଖୁଣ ଚିତ୍ର, ସ୍ଥାପତ୍ୟର ସୌନ୍ଦର୍ଯ୍ୟ ନିମନ୍ତେ ଏହି ମନ୍ଦିର ବିଶ୍ୱ ପ୍ରସିଦ୍ଧ ।
ପରିବାର ନିୟୋଜନ (ଇଂରାଜୀ ଭାଷାରେ Family planning) ସଂଜ୍ଞା:- "ବ୍ୟାପକ ଶିକ୍ଷା, ଡାକ୍ତରୀ ବା ସାମାଜିକ କାର୍ଯ୍ୟକଳାପ ସାହାଯ୍ୟରେ ନାବାଳକ ସହିତ ବ୍ୟକ୍ତିମାନଙ୍କୁ ତାଙ୍କର ସନ୍ତାନ ସଂଖ୍ୟା ଓ ସେମାନଙ୍କ ମଧ୍ୟରେ ଅନ୍ତର ଓ ମାଧ୍ୟମ ବାଛିବା କ୍ଷମତାକୁ ପରିବାର ନିୟୋଜନ କୁହାଯାଏ ।" ଏହା ସହିତ ମହିଳାମାନଙ୍କର ଜନ୍ମ କରିବା ପିଲା ସଂଖ୍ୟା, ପିଲା ଜନ୍ମ କରିବାର ବୟସ, ଆଦୌ ପିଲା ଜନ୍ମ ନକରିବା ମଧ୍ୟ ପରିବାର ନିୟୋଜନ ମଧ୍ୟରେ ଆସେ । ବିବାହ ପରିସ୍ଥିତି, ପେଷାଗତ ବିଚାର, ଅର୍ଥନୈତିକ ସ୍ଥିତି ଓ ପଙ୍ଗୁତ୍ୱ ଭଳି ବାହ୍ୟ କାରକମାନ ଶିଶୁ ଜନ୍ମ ଓ ଲାଳନ ପାଳନ କରିବା ଦାୟୀତ୍ୱକୁ ଏହା ପ୍ରଭାବିତ କରେ । ଯୌନ ସକ୍ରିୟ ଥିଲେ ଜନ୍ମ ନିୟନ୍ତ୍ରଣ କରିବା ଉପାୟ ଓ ପ୍ରଜନନ (reproduction) ସମୟ ଓ ଜନ୍ମ ନିୟନ୍ତ୍ରଣ ଉପାୟମାନ ବିଚାର କରିବାକୁ ମଧ୍ୟ ପରିବାର ନିୟୋଜନ କୁହାଯାଏ ।ଅନ୍ୟ ଦିଗରେ ପରିବାର ନିୟଜନ ମଧ୍ୟରେ ଯୌନ ଶିକ୍ଷା (sex education), ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହର ଚିକିତ୍ସା ଓ ପ୍ରତିଷେଧ, ପ୍ରାକ୍-ଗର୍ଭାଧାନ ପରାମର୍ଶ (pre-conception counseling) ଗର୍ଭାବସ୍ଥା ଉପଚାର ଓ ବନ୍ଧ୍ୟା ଚିକିତ୍ସା (infertility) ପ୍ରତି ମଧ୍ୟ ଧ୍ୟାନ ଦିଆଯାଏ । କେବଳ ଗର୍ଭଧାରଣ ସେବାରେ ପରିବାର ନିୟୋଜନକୁ ସଂଲଗ୍ନ କରାଯେ ଗର୍ଭପାତକୁ ନୁହେଁ । କିନ୍ତୁ ଜନ୍ମ ନିରୋଧ ଓ ପରିବାର ନିୟୋଜନ କଲେ ଗର୍ଭପାତ ସଙ୍କଟ କମିଯାଏ ।ପରିବାର ନିୟୋଜନକୁ ବେଳେ ବେଳେ ଭୁଲରେ ଗର୍ଭନିରୋଧ (contraception) ଅର୍ଥରେ ବ୍ୟବହାର କରାଯାଏ । ଗର୍ଭନିରୋଧ ସହିତ ତାହାର ଉପାୟ ଓ ଅଭ୍ୟାସ ନିୟୋଜନ ମଧ୍ୟରେ ଯାଏ । ଅଧିକନ୍ତୁ ଅନେକ ଗର୍ଭନିରୋଧ କରିବାକୁ ଇଚ୍ଛା କରନ୍ତି, ନିୟୋଜନ ନୁହେଁ ଓ ଏହି ଦଳରେ ଅବିବାହିତ ଯୁବକ ଯୁବତୀ, ଯୁବାବସ୍ଥାର ବିବାହିତ ଯୋଡ଼ି, ପେଷା ପ୍ରତି ଧ୍ୟାନ ଦେବାକୁ ଗର୍ଭାଧାନ ବିଳମ୍ବିତ କରିବା ଲୋକ ଅଛନ୍ତି; ଏହି ଦିଗରେ ଅନେକ କାମ କରାଯାଇଛି । ଅଧୁନା ମହିଳା ଓ ତାହାର ଶିଶୁ ଗର୍ଭଧାରଣ ନିର୍ଣ୍ଣୟ ବିଷୟକୁ ପରିବାର ନିୟୋଜନ ପରିପ୍ରେକ୍ଷୀରେ ନିଆଯାଉଛି ଓ ପୃଥିବୀର ଅନେକ ଦେଶମାନଙ୍କରେ ପ୍ରଜନନ ସ୍ୱଇଚ୍ଛାକୁ ଅଗ୍ରାଧିକାର ଦିଆଯାଉଛି । ସାଧାରଣତଃ ପରିବାର ନିୟୋଜନରେ ଦମ୍ପତ୍ତିଙ୍କର ସୀମିତ ଶିଶୁ ସଂଖ୍ୟା ଓ ଗର୍ଭାଧାନର ସମୟ ନିୟନ୍ତ୍ରଣ କରିବା ପ୍ରଥାକୁ ଜନ୍ମ ଅନ୍ତର ବା ଶିଶୁ ଅନ୍ତର (spacing children) କୁହାଯାଉଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।ସାହିତ୍ୟିକ ଧନେଶ୍ୱର ସାମଲଙ୍କ ଜନ୍ମ ହୋଇଥିଲା ୧୯୩୨ ମସିହା ଡିସେମ୍ବର ମାସ୩୧ ତାରିଖରେ । ଜନ୍ମସ୍ଥାନ: ଅବିଭକ୍ତ କଟକ ଜିଲ୍ଲାର ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରିନଙ୍ଗଳ ଗ୍ରାମ ପଞ୍ଚାୟତର ବାହାଦୂର ନଗର ଗ୍ରାମରେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଟକ୍ସୋପ୍ଲାଜମୋସିସ୍ ଏକ ପରଜୀବୀ ରୋଗ ଯାହା ଟକ୍ସୋପ୍ଲାଜମା ଗୋଣ୍ଡି ଯୋଗୁ ହୁଏ ।ବୟଃପ୍ରାପ୍ତ ଲୋକଙ୍କର ପ୍ରାୟ କୌଣସି ଲକ୍ଷଣ ଦେଖାଯାଏ ନାହିଁ । ବେଳେବେଳେ କିଛି ସପ୍ତାହ ବା ମାସ ଧରି ସାମାନ୍ୟ ଫ୍ଲୁ ଭଳି ଥଣ୍ଡା ହୁଏ ଓ ଲସିକା ଗ୍ରନ୍ଥି ଦରଜ ହୋଇଯାଏ । ଚକ୍ଷୁ ସମସ୍ୟା କିଛି ଲୋକଙ୍କର ହୁଏ । ଦୁର୍ବଳ ଇମ୍ମ୍ୟୁନିଟି ସିସ୍ଟମ ଥିଲେ ବାତ(seizure) ମାରେ ଓ ଅଙ୍ଗ ସମନ୍ୱୟର ଅଭାବ ହୁଏ । ଗର୍ଭାବସ୍ଥାରେ ଏହି ରୋଗ ହେଲେ ଶିଶୁର ଜନ୍ମଗତ ଟକ୍ସୋପ୍ଲାଜମୋସିସ୍ ହୁଏ । ପରଜୀବୀର ସିସ୍ଟ ମିଶ୍ରିତ ଦରସିଝା ଖାଦ୍ୟ ଖାଇଲେ, ସଂକ୍ରମିତ ବିଲେଇ ମଳ ଅପମିଶ୍ରିତ ଖାଦ୍ୟ ଖାଇଲେ ଓ ଗର୍ଭାବସ୍ଥାରେ ମାଆ ସଂକ୍ରମିତ ଥିଲେ ଶିଶୁକୁ ଏହି ରୋଗ ବ୍ୟାପେ । କ୍ୱଚିତ ଏହି ରୋଗ ରକ୍ତ ସଞ୍ଚାରଣଦ୍ୱାରା ବ୍ୟାପିଥାଏ । ଏହା ମାନବଠାରୁ ଅନ୍ୟ କୌଣସି ଉପାୟରେ ମାନବକୁ ବ୍ୟାପେନାହିଁ । ଏହି ପରଜୀବୀ ବିଲେଇ ପରିବାରର ଦେହରେ ଯୌନ ପ୍ରଜନନ କରି ବଂଶ ବଢ଼ାଏ । ମାନବ ସହିତ ଅଧିକାଂଶ ଉଷ୍ମ ରକ୍ତଧାରୀ ଯନ୍ତୁଙ୍କୁ ଏହା ସଂକ୍ରମିତ କରେ । ରକ୍ତରେ ଏହାର ଆଣ୍ଟିବଡି ମିଳିଲେ ଓ ଆମ୍ନିଓଟିକ୍ ତରଳ ପଦାର୍ଥରେ ପରଜୀବୀର ଡିଏନଏ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ଖାଦ୍ୟ ଉତ୍ତମରୂପେ ପ୍ରସ୍ତୁତ କଲେ ଏହି ରୋଗ ପ୍ରତିରୋଧ କରିହୁଏ । ଗର୍ଭବତୀ ମହିଳାଙ୍କୁ ବିଲେଇ ଛୁଆ ବାକ୍ସ ପରିସ୍କାର କରିବାକୁ ମନା କରାଯାଏ । ଲକ୍ଷଣ ନ ଥିବା ଲୋକଙ୍କ ଚିକିତ୍ସା ଅନାବଶ୍ୟକ । ଗର୍ଭାବସ୍ଥାରେ ଚିକିତ୍ସା ନିମନ୍ତେ ସ୍ପାଇରାମାଇସିନ କିମ୍ବା ପାଇରିମେଥାମିନ/ସଲଫାଡାଏଜିନ ଓ ଫଲିନିକ ଏସିଡ ଦିଆଯାଇପାରେ ।ପୃଥିବୀର ପ୍ରାୟ ୫୦ % ଲୋକଙ୍କୁ ଏହି ରୋଗ ହୁଏ । ଆମେରିକାରେ ୨୩ % ଲୋକ ଏହାଦ୍ୱାରା ଆକ୍ରାନ୍ତ ହୁଅନ୍ତି, ଓ ପୃଥିବୀର କେତେକ ସ୍ଥାନରେ ୯୫ % ଲୋକ ଆକ୍ରାନ୍ତ ହୁଅନ୍ତି । ପ୍ରତିବର୍ଷ ପ୍ରାୟ ୨୦୦,୦୦୦ ଜନ୍ମଗତ ଟକ୍ସୋପ୍ଲାଜମୋସିସ୍ ଚିହ୍ନଟ ହେଉଛନ୍ତି । ଚାର୍ଲସ୍ ନିକୋଲି ଓ ଲୁଇ ମାନକକ୍ସ ପ୍ରଥମେ ସନ ୧୯୦୮ରେ ଏହା ବିଷୟରେ ବର୍ଣ୍ଣନା କରିଥିଲେ । ମାଆଠାରୁ ଶିଶୁକୁ ବ୍ୟାପିବା ୧୯୪୧ ମସିହାରେ ପୁଷ୍ଟିକରଣ କରାଯାଇଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଗ୍ରୀନ ଟି ସେବନ କରିବାଦ୍ୱାରା ଏଥିରେ ଥିବା ଭିଟାମିନ - ସି ଏବଂ ଅନ୍ୟ ଆଣ୍ଟିଅକ୍ସିଡାଣ୍ଟ ଶରୀରରେ ଫ୍ରୀ - ରାଡିକାଲ୍ସକୁ ନଷ୍ଟ କରେ । ଫଳରେ ପ୍ରତିରକ୍ଷା ତନ୍ତ୍ର ସୁଦୃଢ ରହେ । ଦିନରେ ୩/୪ ଥର ଏହାକୁ ସେବନ କଲେ ଶରୀର ରୋଗମୁକ୍ତ ହୁଏ । ଏହାବ୍ୟତୀତ ଶରୀରରେ ଥିବା କ୍ୟାନ୍ସର ସେଲ୍ ବୃଦ୍ଧିକୁ ଏହା ରୋକିଥାଏ । ଏହାକୁ ନିୟମିତ ପାନକଲେ ପାଚନ ନଳୀ ଏବଂ ମୁତ୍ରାଶୟ କ୍ୟାନ୍ସରର ସମ୍ଭାବନା ହ୍ରାସ ପାଇଥାଏ । ଛଣା ଚା'ଠାରୁ ଗ୍ରୀନଟି ଅଧିକ ଉପାଦେୟ । ଏହାଦ୍ୱାରା ଶରୀରରେ କୋଲେଷ୍ଟରଲର ମାତ୍ରା ସନ୍ତୁଳିତ ରହିଥାଏ । ଏଥିସହ ଷ୍ଟୋକ୍ର ଆଶଙ୍କା କମ୍ ହୁଏ ।
ସୋଫିଆ ଆଲମ୍ ଜଣେ ଓଡ଼ିଆ ଅଭିନେତ୍ରୀ, ଯିଏକି ମୁଖ୍ୟତଃ ଓଡ଼ିଆ କଥାଚିତ୍ର ଏବଂ ଧାରାବାହିକରେ ଅଭିନୟ କରନ୍ତି । ସୋଫିଆ ଆଲାମ ପ୍ରଥମେ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିବା ଆରମ୍ଭ କରିଥିଲେ । ଡିଡି ଓଡ଼ିଆରେ ପ୍ରସାରିତ ଧାରାବାହିକ ବିଧାତାର ଖେଳ ଜରିଆରେ ସେ ଅଭିନୟ ଜୀବନ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ସେ ଦୁହିତା, ମହାଯଜ୍ଞ ଭଳି ଲୋକପ୍ରିୟ ଧାରାବାହିକର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଏଥିସହିତ ସେ ଭାଗ୍ୟ ବିଧାତା, ଗାୟତ୍ରୀ, ସଂସ୍କାର ଭଳି ଧାରାବାହିକରେ ଚରିତ୍ର ଅଭିନେତ୍ରୀ ଭାବରେ ଅଭିନୟ କରିଥିଲେ । ୨୦୦୯ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ଓଡ଼ିଆ କଥାଚିତ୍ର ଥିଲା ଡ୍ରିମ୍ ଗାର୍ଲ । ପରେ ସେ ସୁନା ଚଢ଼େଇ ମୋ ରୂପା ଚଢ଼େଇ, ଏସିପି ରଣବୀର, ଗଞ୍ଜା ଲଢ଼େଇ, ପ୍ରେମ ସବୁଠୁ ବଳବାନ, ଆଶିକ୍ ଭଳି ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।