ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
କରୋନାଭୂତାଣୁ (ଇଂରାଜୀ ଭାଷା: Coronaviruses) ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଦଳ ଯଥା: ଗାଈ ଓ ଘୁଷୁରୀଙ୍କୁ ହେଉଥିବା ତରଳ ଝାଡ଼ା ଓ କୁକୁଡ଼ାଙ୍କର ଉର୍ଦ୍ଧ୍ୱ ଶ୍ୱାସକ୍ରିୟା ରୋଗ । ମାନବ ଦେହରେ ଏହି ଭୂତାଣୁ ପ୍ରାୟତଃ ସାମାନ୍ୟ ଧରଣର ଶ୍ୱାସକ୍ରିୟା ସଂକ୍ରମଣ (respiratory infection) କରାଏ କିନ୍ତୁ ତାହା କ୍ୱଚିତ ଘାତକ ସିଦ୍ଧ ହୋଇଥାଏ । ଗଳା, ନାକ ଓ ସାଇନସରେ ଏହି ସଂକ୍ରମଣ ହୁଏ । ଏହି ଭୂତାଣୁର ଚିକିତ୍ସା ବା ପ୍ରତିଷେଧକ ନିମନ୍ତେ କୌଣସି ଟୀକା ପ୍ରସ୍ତୁତ ହୋଇନାହିଁ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରତି (ଇଂରାଜୀ ଭାଷାରେ Rati) (Sanskrit: रति, Rati) ଜଣେ ହିନ୍ଦୁ ଦେବୀ ଯିଏ ପ୍ରେମ, ଯୌନ ଇଚ୍ଛା, ବାସନା, ଓ ଯୌନ ସୁଖର ଦେବୀ ଭାବରେ ପରିଗଣିତ ହୁଅନ୍ତି । ସାଧାରଣତଃ ସେ ଦକ୍ଷ ପ୍ରଜାପତିଙ୍କର କନ୍ୟା ଓ ପ୍ରେମ ଦେବତା କାମଦେବଙ୍କର ପତ୍ନୀ ଓ ସହକର୍ମୀ ଭାବରେ ବର୍ଣ୍ଣନା କରାଯାଏ । କାମଦେବଙ୍କର ସେ ପ୍ରତିକ୍ଷଣ ସାଥି ଥିବା ମନ୍ଦିର ଗାତ୍ରର ଭାଷ୍କର୍ଯ୍ୟରେ ଓ କିମ୍ବଦନ୍ତୀ ମାନଙ୍କରେ ଦେଖାଯାଏ । କାମଦେବଙ୍କ ସହିତ ପୂଜା ପାଇବାକୁ ସେ ଭଲ ପାଆନ୍ତି । ଯୌନ ବିଷୟକ କାମନା, କ୍ରିଡ଼ା ସୁଖ, ବିଭିନ୍ନ ଧରଣର ଯୌନ କ୍ରିଡ଼ା ଇତ୍ୟାଦି ସହିତ ତାଙ୍କର ନାମ ଯୋଡ଼ାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
କାଙ୍ଗାଳି ଚରଣ ଜେନା (ଜନ୍ମ: ୨୭ ଅକ୍ଟୋବର ୧୯୪୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କାଙ୍ଗାଳି ଚରଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ କାଙ୍ଗାଳି ଚରଣ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସୀତା ରାମ ଗୋଏଲ (Sita Ram Goel) (16 ଅକ୍ଟୋବର 1921 - 3 ଡିସେମ୍ବର 2003) ଜଣେ ଭାରତୀୟ ଲେଖକ ଥିଲେ। ସେ ଭାରତୀୟ ଇତିହାସ, ଧର୍ମ ଏବଂ ରାଜନୀତି ଉପରେ ପୁସ୍ତକ ଲେଖିଥିଲେ। ସେ ଜଣେ କମ୍ୟୁନିଷ୍ଟ ବିରୋଧୀ ଏବଂ ନେହେରୁଙ୍କ ସମାଲୋଚକ ଥିଲେ। ସେ ଜଣେ ଧାର୍ମିକ ସମାଲୋଚକ ମଧ୍ୟ ଥିଲେ। ରାମ ସ୍ୱରୂପଙ୍କ ସହ ମିଶି ସେ ପ୍ରକାଶନ ଗୃହ "Voice of India"ର ସହ-ପ୍ରତିଷ୍ଠାତା ହେଲେ | ସୀତା ରାମ ଗୋଏଲ 1921 ମସିହାରେ ପଞ୍ଜାବର ଏକ ହିନ୍ଦୁ ପରିବାରରେ ଜନ୍ମଗ୍ରହଣ କରିଥିଲେ; ଯଦିଓ ତାଙ୍କର ପିଲାଦିନ କଲିକତାରେ ବିତାଇଥିଲା | ପରିବାର କବୀର ଏବଂ ନାନକଙ୍କ ସହ ତୁଳନା କରାଯାଉଥିବା ନିର୍ଗୁଣ ସାଧୁ ଶ୍ରୀ ଗରିବଦାସଙ୍କୁ ଦେଖୁଥିଲେ, ଯେହେତୁ ଏହାର ପୃଷ୍ଠପୋଷକ ସାଧୁ ତଥା ତାଙ୍କ ଗ୍ରନ୍ଥ ଗ୍ରନ୍ଥ ସାହେବ ସେମାନଙ୍କ ଘରେ ପ୍ରାୟତ ited ପାଠ କରାଯାଉଥିଲା। ଗୋଏଲ 1944 ମସିହାରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଇତିହାସରେ ସ୍ନାତକ ହାସଲ କରିଥିଲେ। ଛାତ୍ର ଭାବରେ ସେ ଜଣେ ସମାଜସେବୀ ଥିଲେ ଏବଂ ତାଙ୍କ ଗାଁରେ ହରିଜନ ଆଶ୍ରମରେ କାର୍ଯ୍ୟ କରିଥିଲେ। ଆର୍ଯ୍ୟ ସମାଜ, ହରିଜନ ଏବଂ ଭାରତୀୟ ସ୍ୱାଧୀନତା ଆନ୍ଦୋଳନ ପ୍ରତି ତାଙ୍କର ସହାନୁଭୂତି, ମହାତ୍ମା ଗାନ୍ଧୀଙ୍କ ପ୍ରତି ତାଙ୍କର ଦୃ ସମର୍ଥନ ସମର୍ଥନ ତାଙ୍କୁ ତାଙ୍କ ଗାଁର ଅନେକ ଲୋକଙ୍କ ସହ ବିବାଦ ଭିତରକୁ ଆଣିଥିଲା; ଏହି କଲେଜ ଦିନରେ ଗୋଏଲ ସଂସ୍କୃତ କହିବା ଏବଂ ଲେଖିବା ଶିଖିଲେ | 16 ଅଗଷ୍ଟ 1946 ରେ, କଲିକତାରେ ସିଧାସଳଖ ଆକ୍ସନ୍ ଡେ ଦଙ୍ଗା ସମୟରେ ମୁସଲିମ୍ ଲିଗ୍ ଦ୍ ଭାରତ ାରା ଭାରତ ବିଭାଜନର କିଛି ସମୟ ପୂର୍ବରୁ ଗୋଏଲ, ତାଙ୍କ ପତ୍ନୀ ଏବଂ ବଡ଼ପୁଅ ସେମାନଙ୍କ ଜୀବନ ସହିତ ସଂକୀର୍ଣ୍ଣ ଭାବରେ ପଳାଇ ଯାଇଥିଲେ। ତାଙ୍କ ଆତ୍ମଜୀବନୀରେ ମୁଁ କିପରି ହିନ୍ଦୁ ହୋଇଥିଲି, ଗୋଏଲ ଲେଖିଛନ୍ତି ଯେ ତାଙ୍କୁ "ଜଣେ ମୁସଲମାନ ମାଓବାଦୀଙ୍କଦ୍ୱାରା ହତ୍ୟା କରାଯାଇଥାନ୍ତା" କିନ୍ତୁ ତାଙ୍କର ଉର୍ଦ୍ଦୁ ଏବଂ ପାଶ୍ଚାତ୍ୟ ପୋଷାକ ତାଙ୍କୁ ରକ୍ଷା କରିଥିଲା। ସେ ଆହୁରି ମଧ୍ୟ କହିଛନ୍ତି ଯେ ପରଦିନ ସନ୍ଧ୍ୟାରେ ବନ୍ଧୁକଧାରୀ ମୁସଲମାନ ମାଓବାଦୀଙ୍କଠାରୁ ରକ୍ଷା ପାଇବା ପାଇଁ ସେମାନଙ୍କୁ ସେହି ଘର ଖାଲି କରିବାକୁ ଏବଂ ପଛ ପଟେ କାନ୍ଥ ମାପିବାକୁ ପଡିଲା। ପରବର୍ତ୍ତୀ ସମୟରେ ସେ ଦଙ୍ଗା ଉପରେ ଏକ ଲମ୍ବା ଲେଖା ଲେଖିଥିଲେ ଏବଂ ପ୍ରଚାର କରିଥିଲେ, ଯାହାର ନାମ "କଲିକତାରେ ଡେଭିଲ୍ ଡ୍ୟାନ୍ସ", ଯେଉଁଥିରେ ସେ ହିନ୍ଦୁ ଏବଂ ମୁସଲମାନମାନଙ୍କୁ ଏହି ଦୁ ବିପର୍ଯ୍ୟୟ | ଖଦ ଘଟଣା ପାଇଁ ଦାୟୀ କରିଥିଲେ। ମୁସଲିମ ହିଂସାକୁ ହିନ୍ଦୁ ହିଂସା ସହ ସମାନ କରିଥିବାରୁ ତାଙ୍କ ବନ୍ଧୁ ରାମ ସ୍ up ରପ ତାଙ୍କୁ ସମାଲୋଚନା କରି କହିଥିଲେ ଯେ ମୁସଲମାନ ହିଂସା ଏକ ଆକ୍ରମଣାତ୍ମକ ତଥା ଅତ୍ୟଧିକ ପ୍ରତିକ୍ରିୟାଶୀଳ ତଥା ପ୍ରତ୍ୟାବର୍ତ୍ତନ କାରଣ ଅର୍ଥାତ୍ ଭାରତର ଭିଭାଇଜେସନ୍ ଅଟେ। 1940 ଦଶକ ମଧ୍ୟଭାଗରେ ଗୋଏଲ CSP (କଂଗ୍ରେସ ସମାଜବାଦୀ ପାର୍ଟି)ର ସଦସ୍ୟମାନଙ୍କୁ ଭେଟି ନରେନ୍ଦ୍ର ଦେବ ଏବଂ ଜୟପ୍ରକାଶ ନାରାୟଣଙ୍କ ଲେଖାକୁ ଇଂରାଜୀରେ ଅନୁବାଦ କରିଥିଲେ ଏବଂ ତାଙ୍କୁ CSP ପ୍ରକାଶନର ସମ୍ପାଦକ ଭାବରେ ଏକ ପଦବୀ ପ୍ରଦାନ କରାଯାଇଥିଲା। କିନ୍ତୁ ସାପ୍ତାହିକ ପାଇଁ ତାଙ୍କର ପ୍ରଥମ ସମ୍ପାଦକୀୟ ସାମ୍ପ୍ରଦାୟିକ ବୋଲି ବିବେଚନା କରାଯାଉଥିଲା ଏବଂ ତାଙ୍କୁ ଲେଖିବା ବନ୍ଦ କରିବାକୁ ପଡିଲା |ସୀତା ରାମ ଗୋଏଲ ତାଙ୍କ ଛାତ୍ର ଦିନମାନଙ୍କରେ ଏକ ଶକ୍ତିଶାଳୀ ମାର୍କ୍ସବାଦୀ ବିକାଶ କରିଥିଲେ ଏବଂ 1948 ମସିହାରେ କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆରେ ଯୋଗଦେବା ପାଇଁ ଆଗେଇ ଆସୁଥିଲେ। ସେ କାର୍ଲ ମାର୍କ୍ସଙ୍କ କମ୍ୟୁନିଷ୍ଟ ମନିଫେଷ୍ଟୋ ଏବଂ ଦାଶ କପିଟାଲ, ହରୋଲ୍ଡ ଲାସ୍କିଙ୍କ "କମ୍ୟୁନିଜିମ୍" ପ read ିଥିଲେ ଏବଂ "ଏହି ସିଦ୍ଧାନ୍ତରେ ପହଞ୍ଚିଥିଲେ ଯେ ମାର୍କ୍ସ ଏକ ସମନ୍ୱିତ ସାମାଜିକ ବ୍ୟବସ୍ଥା ପାଇଁ ଛିଡା ହୋଇଥିବାବେଳେ ଶ୍ରୀ ଅରୋବିନ୍ଦ ଏକ ସୁସଙ୍ଗତ ମାନବ ବ୍ୟକ୍ତିତ୍ୱର ଚାବି ଧରିଥିଲେ।" ପରେ, ଆଲଡୋସ୍ ହକ୍ସଲି, ଭିକ୍ଟର କ୍ରାଭଚେଙ୍କୋ ଏବଂ ସୁଜାନେ ଲାବିନ ("ଷ୍ଟାଲିନଙ୍କ Russia ଷ")ଙ୍କ ପୁସ୍ତକ ତାଙ୍କୁ ସାମ୍ପ୍ରଦାୟିକତା ତ୍ୟାଗ କରିବାକୁ ନିଶ୍ଚିତ କରିଥିଲା। ପରବର୍ତ୍ତୀ ସମୟରେ, ସେ କଲିକତାରେ ସାମ୍ପ୍ରଦାୟିକତାକୁ ସମାଲୋଚନା କରୁଥିବା ଅନେକ ପୁସ୍ତକ ଲେଖିଥିଲେ ଏବଂ କମ୍ୟୁନିଷ୍ଟ ବିରୋଧୀ "ସୋସାଇଟି ଫର ଡିଫେନ୍ସ ଅଫ୍ ଫ୍ରିଡମ୍ ଇନ୍ ଏସିଆ" (SDFA)ରେ କାର୍ଯ୍ୟ କରିଥିଲେ। ଗୋଏଲଙ୍କ ଅନୁଯାୟୀ, ଯେତେବେଳେ ସେ 1955ରେ ପାସପୋର୍ଟ ପାଇଁ ଆବେଦନ କରିବାକୁ ଚାହୁଁଥିଲେ ସେତେବେଳେ ତାଙ୍କୁ କୁହାଯାଇଥିଲା ଯେ ତାଙ୍କ ମାମଲା ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରୁଛି ଏବଂ ତାଙ୍କ ଆବେଦନ ମଞ୍ଜୁର ହୋଇନାହିଁ। ଗୋଏଲ ସାପ୍ତାହିକ "ସଂଗଠକ" ପାଇଁ ଲେଖିଥିଲେ, ଯାହାର ସମ୍ପାଦକ କେ ଆର ମାଲକାନି ତାଙ୍କର ବନ୍ଧୁ ଥିଲେ | 1961–1962 ମସିହାରେ ସେ ଭାରତୀୟ ଜାତୀୟ କଂଗ୍ରେସ ନେତା ଜବାହରଲାଲ ନେହେରୁଙ୍କୁ ସମାଲୋଚନା କରୁଥିବା ଇନ୍ ଡିଫେନ୍ସ ଅଫ୍ କମ୍ରେଡ୍ କୃଷ୍ଣ ମେନନ୍ ସିରିଜ୍ ଲେଖିବାବେଳେ ଏକାକୀ (ଏକାକୀ) ଛଦ୍ମନାମ ବ୍ୟବହାର କରିଥିଲେ। ଯଦିଓ ଏହି ଧାରାବାହିକଟି ବହୁଳ ଭାବରେ ପ read ାଯାଇଥିଲା ଏବଂ ପ୍ରଶଂସା କରାଯାଇଥିଲା, କିନ୍ତୁ ପରେ ନେହେରୁଙ୍କ ଉପରେ ଅଧିକ ଧ୍ୟାନ ଦେଇଥିବାରୁ ତାଙ୍କୁ ରାଷ୍ଟ୍ରିୟ ସ୍ am ାମସେବାକ ସଂଗଠନର ଜଣେ ନେତା ପରାମର୍ଶ ଦେଇଥିଲେ ଏବଂ ଏହି ସିରିଜ୍ ବନ୍ଦ ହୋଇଯାଇଥିଲା। ସଂଗୃହିତ ସିରିଜ୍ ଡିସେମ୍ବର 1963ରେ ବ id ଦ୍ୟ ଗୁରୁଦତ୍ତଙ୍କ ଦ୍ ପ୍ରକାଶିତ | ାରା ପ୍ରକାଶିତ ହୋଇଥିଲା ଏବଂ ତିରିଶ ବର୍ଷ ପରେ ନେହେରୁଜିମର ଜେନେରେସନ୍ ଏବଂ ଗ୍ରୋଥ୍ ଭାବରେ ପ୍ରକାଶିତ ଏକ ଅପଡେଟ୍ ସଂସ୍କରଣ | ତେବେ ସଂଗଠନରେ ନେହେରୁଙ୍କ ବିଷୟରେ ଗୋଏଲଙ୍କ ଲେଖା ତାଙ୍କୁ ଚାକିରିର ମୂଲ୍ୟ ଦେଇଥିଲା ଏବଂ ତାଙ୍କୁ ଆରଏସଏସରୁ ନିରାଶ କରିଥିଲା। ଗୋଏଲଙ୍କ କହିବାନୁସାରେ, 1962 ମସିହାରେ ହୋଇଥିବା ସିନୋ-ଭାରତୀୟ ଯୁଦ୍ଧ ସମୟରେ ସେ ଭାରତ ସରକାରଙ୍କ ତତ୍ତ୍ୱାବଧାନରେ ଥିଲେ | ସେ ଗିରଫ ନାହିଁ ଥିଲା, ତାଙ୍କୁ କିଛି ସରକାର ନେତା, ଭବିଷ୍ୟତରେ ପ୍ରଧାନମନ୍ତ୍ରୀ I. K. Gujral ଅନ୍ତର୍ଭୁକ୍ତ କରି ପଗ୍ଭରିଲେ ଅନୁସାରେ ଏହା ଥିଲା ଯଦିଓ। ନଭେମ୍ବର 1962 ରେ, ସେ କମ୍ୟୁନିଷ୍ଟ ଚୀନ୍ ବିରୋଧରେ ଗରିଲା ଯୁଦ୍ଧରେ ଭାଗ ନେବାକୁ ନିଯୁକ୍ତ ହୋଇଥିଲେ ମଧ୍ୟ ସେ ମନା କରିଦେଇଥିଲେ ଯେ ଯେପର୍ଯ୍ୟନ୍ତ ପଣ୍ଡିତ ନେହେରୁ ଦେଶର ପ୍ରଧାନମନ୍ତ୍ରୀ ରହିବେ, ମୁଁ କେବଳ ଦେଶଦ୍ରୋହୀ ହୋଇପାରିବି।
ସ୍ଟ୍ରୋକ (ଇଂରାଜୀରେ ସ୍ଟ୍ରୋକ ବା ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ ସଂକ୍ଷେପରେ ସିଭିଏ, ବା ସେରେବ୍ରୋଭାସ୍କୁଲାର ଇନସଲଟ ସଂକ୍ଷେପରେ ସିଭିଆଇ ବା ବ୍ରେନ ଆଟାକ ଯଥାକ୍ରମେ Stroke, also known as cerebrovascular accident (CVA), cerebrovascular insult (CVI), or brain attack), ରୋଗ ହୁଏ ଯେତେବେଳେ ମସ୍ତିଷ୍କକୁ କ୍ଷୀଣ ରକ୍ତ ସରବରାହ ହୋଇ ତାହାର ଜୀବକୋଷ ନଷ୍ଟ ହୋଇଯାଏ । ସାଧାରଣତଃ ଦୁଇ ପ୍ରକାର ସ୍ଟ୍ରୋକ ହୁଏ ଯଥା ରକ୍ତସଞ୍ଚାଳନ ବିହୀନ ସ୍ଟ୍ରୋକ (brain ischemia) ଓ ହେମୋରେଜିକ ସ୍ଟ୍ରୋକ (intracranial hemorrhage) । ରକ୍ତ ସରବରାହ କମିଯିବା ଫଳରେ ମସ୍ତିଷ୍କର କାର୍ଯ୍ୟକାରୀତା ସଠିକ ଭାବରେ ସମ୍ପାଦିତ ହୁଏନାହିଁ । ଏହି ରୋଗର ଚିହ୍ନ ଓ ଲକ୍ଷଣ: ଶରୀରର ଗୋଟିଏ ପାଖର ପକ୍ଷାଘାତ କିମ୍ବା ଏକପାଖିଆ ଦୁର୍ବଳତା, ବୁଝିବା ଅକ୍ଷମତା, କଥା କହିବା ଅକ୍ଷମତା, ଭର୍ଟିଗୋ କିମ୍ବା ଦୃଶ୍ୟର ଗୋଟିଏ ପାଖ ଅନ୍ଧତ୍ୱ । ଅଧିକାଂଶ ସମୟରେ ସ୍ଟ୍ରୋକ ହେବା ସଙ୍ଗେ ସଙ୍ଗେ ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏକ ବା ଦୁଇ ଘଣ୍ଟାରୁ କମ ସମୟ ଲକ୍ଷଣ ରହିଲେ ତାହାକୁ ଟ୍ରାଞ୍ଜିଏଣ୍ଟ ଇସକେମିକ ଆଟାକ (ଟିଟିଏ) ବା କ୍ଷଣସ୍ଥାୟୀ ରକ୍ତାଭାବ ଆକ୍ରମଣ କୁହାଯାଏ । ରକ୍ତସ୍ରାବ ସ୍ଟ୍ରୋକ ହେଲେ ଅତ୍ୟଧିକ ମୁଣ୍ଡ ବିନ୍ଧା ହୋଇଥାଏ । ସ୍ଟ୍ରୋକ ରୋଗ ଲକ୍ଷଣ ସ୍ଥାୟୀ ହୋଇପାରେ । ଦୀର୍ଘସ୍ଥାୟୀ ଜଟୀଳତା ମଧ୍ୟରେ ନିମୋନିଆ କିମ୍ବା ପରିସ୍ରା ନିୟନ୍ତ୍ରଣ ଅକ୍ଷମତା ଉଲ୍ଲେଖଯୋଗ୍ୟ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ. ସ୍କାନ କରି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ପରୀକ୍ଷା ମଧ୍ୟରେ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) ଓ ରକ୍ତ ପରୀକ୍ଷା କରି ସଙ୍କଟାବସ୍ଥା ଓ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗ ନିରୂପଣ କରାଯାଏ । ନିମ୍ନ ରକ୍ତଶର୍କରା ଥିଲେ ସମାନ ଲକ୍ଷଣ ଦେଖାଯାଇପାରେ । ସଙ୍କଟଦାୟୀ ଅବସ୍ଥା ନିମନ୍ତେ ପ୍ରତିକାର ଆବଶ୍ୟକ ଯେପରିକି ଆସ୍ପିରିନ ଓ ସ୍ଟାଟିନ ବ୍ୟବହାର ଉପରେ ଅଙ୍କୁଶ; ମସ୍ତିଷ୍କର ରକ୍ରନଳୀ ସଙ୍କୋଚନ ହୋଇଥିଲେ ମସ୍ତିଷ୍କରେ ଅପରେଶନ କରି କ୍ୟାରୋଟିଡ ସଙ୍କୋଚନ ଦୂର କରାଯାଏ; ଆଟ୍ରିଆଲ ଫିବ୍ରିଲେସନ ଥିଲେ ୱାରଫାରିନ ନିୟନ୍ତ୍ରଣ କରିବା ଆବଶ୍ୟକ । ସ୍ଟ୍ରୋକ ରୋଗ ନିମନ୍ତେ ଆଶୁଚିକିତ୍ସା ଆବଶ୍ୟକ ହୁଏ । ଇସ୍କେମିକ ସ୍ଟ୍ରୋକ ରୋଗ ୩ରୁ ୪ଘଣ୍ଟା ମଧ୍ୟରେ ଜଣାପଡ଼ିଲେ ଜମାଟ ରକ୍ତ ଭାଙ୍ଗିବା ନିମନ୍ତେ ଔଷଧ ଦେଇ ଚିକିତ୍ସା କରାଯାଏ । ଏଥିରେ ଆସ୍ପିରିନ ବ୍ୟବହାର କରାଯାଏ । ଅପରେଶନ କରି କେତେକ ରକ୍ରସ୍ରାବ ସ୍ଟ୍ରୋକରେ ଉପକାର ମିଳେ । ନଷ୍ଟ କାର୍ଯ୍ୟକ୍ଷମତାକୁ ପୁନରୁଦ୍ଧାର ନିମନ୍ତେ ସ୍ୱତନ୍ତ୍ର ସ୍ଟ୍ରୋକ ୟୁନିଟ ଆବଶ୍ୟକ ଯାହା ପୃଥିବୀର ସବୁ ସ୍ଥାନରେ ଉପଲବ୍ଧ ହୁଏ ନାହିଁ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବାଲିକୁଦା-ଏରସମା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବାଲିକୁଦା-ଏରସମା (କ୍ରମିକ ସଂଖ୍ୟା: ୧୦୩) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଲିକୁଦା ବ୍ଳକ ଓ ଏରସମା ବ୍ଳକ ।ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଘୁନନ୍ଦନ ଦାସ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଡା.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଯାଜପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଯାଜପୁର (କ୍ରମିକ ସଂଖ୍ୟା: ୫୨) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ବରୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବରୀ (କ୍ରମିକ ସଂଖ୍ୟା: ୪୯) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଡାଏବେଟିକ କିଟୋଏସିଡୋସିସ ବା ମଧୁମେହ କିଟୋଏସିଡୋସିସ (ଇଂରାଜୀ ଭାଷାରେ Diabetic ketoacidosis ବା DKA) ମଧୁମେହ ରୋଗର ଏକ ଜଟିଳ ଅବସ୍ଥା ଯାହା ପ୍ରାଣ ଘାତକ ହୋଇପାରେ । ଏହାର ଲକ୍ଷଣ: ବାନ୍ତି (vomiting), ପେଟ ଯନ୍ତ୍ରଣା, ଗଭୀର ଗ୍ୟାସ୍ପିଙ୍ଗ ଶ୍ୱାସକ୍ରିୟା (deep gasping breathing), ଅଧିକ ପରିସ୍ରା (increased urination), ଦୁର୍ବଳତା, ମାନସିକ ସ୍ୱନ୍ଦ (confusion) ଓ କୋମା । ରୋଗୀର ନିଶ୍ୱାସରେ ଏକ ନିର୍ଦ୍ଦଷ୍ଟ ଗନ୍ଧ ଆସେ । ଏହାର ଲକ୍ଷଣ ଦୃତ ଗତିରେ ଆସେ । କେତେକ କେଶ୍ରେ ପୂର୍ବରୁ ମଧୁମେହ ରୋଗ ଥିବା କଥା ରୋଗୀ ଜାଣିପାରିନଥାଏ ।ଡିକେଏ ଅବସ୍ଥା ସାଧାରଣତଃ ମଧୁମେହ ଟାଇପ ୧ରେ ହୁଏ କିନ୍ତୁ କେତେକ ପରିସ୍ଥିତିରେ ଅନ୍ୟ ମଧୁମେହ ରୋଗରେ ମଧ୍ୟ ହୋଇପାରେ । ସଂକ୍ରମଣ (infection), ଇନସୁଲିନ insulin ସଠିକ ଭାବରେ ନେଇ ନ ଥିଲେ, ସ୍ଟ୍ରୋକ ଓ କର୍ଟିକୋସ୍ଟିରଏଡ (steroids) ଭଳି କେତେକ ଔଷଧ ଏହି ଅବସ୍ଥାକୁ ଟ୍ରିଗର କରିପାରେ । ଇନସୁଲିନ ଅଭାବ ହେଲେ ଶରୀର ଫ୍ୟାଟି ଏସିଡ (fatty acid) ପୋଡ଼ି ଏସିଡିକ କିଟୋନ ବଡି (ketone bodies) ତିଆରି କରିବା ଫଳରେ ଡିକେଏ ହୁଏ । ରକ୍ତରେ ଶର୍କରା ପରିମାଣ ଅଧିକ ଥିଲେ, କମ ରକ୍ତ ପିଏଚ (low blood pH) ଥିଲେ ଓ ରକ୍ତ ବା ପରିସ୍ରାରେ କିଟୋଏସିଡ (ketoacids) ଥିଲେ ଡିକେଏ ନିର୍ଣ୍ଣୟ କରାଯାଏ ।ଇନସୁଲିନ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluid) ଦେଇ ଡିକେଏ ଚିକିତ୍ସା କରାଯାଏ । ସବକ୍ୟୁଟାନିଅସ (injection under the skin) ବା ଶିରାଭ୍ୟନ୍ତର ଇନସୁଲିନ ଦେବା ରୋଗର ଭୟାବହତା ଉପରେ ନିର୍ଭର କରେ; ସାଂଘାତିକ ହୋଇଥିଲେ ଶିରାଭ୍ୟନ୍ତର ଇଞ୍ଜେକସନ ଦିଆଯାଏ । ହାଇପୋକାଲେମିଆ ପ୍ରତିରୋଧ ନିମନ୍ତେ ସାଧାରଣତଃ ପଟାସିଅମ (potassium) ଦିଆଯାଏ । ଚିକିତ୍ସା ଚାଲୁରହିବା ସମୟରେ ରକ୍ତ ଶର୍କରା ଓ ପଟାସିଅମ ସ୍ତର ନିୟମିତ ଭାବରେ ପରୀକ୍ଷା କରି ନିୟନ୍ତ୍ରଣ କରାଯାଏ । ସଂକ୍ରମଣ ଥିଲେ ଆଣ୍ଟିବାୟୋଟିକ (Antibiotics) ଦିଆଯାଏ । ରକ୍ତ ପିଏଚ ଅତି କମ ଥିଲେ ସୋଡ଼ିଅମ ବାଇକାର୍ବୋନେଟ (sodium bicarbonate) ଦିଆଯାଏ କିନ୍ତୁ ଏହାର ଉପକାରୀତା ବିଷୟ ସ୍ପଷ୍ଟ ଭାବରେ ଜଣାନଥିବାରୁ ଏହା ଦେବାକୁ ସୁପାରିସ କରାଯାଏ ନାହିଁ । ସ୍ଥାନ ଅନୁସାରେ ଏହି ରୋଗର ହାର ପୃଥିବୀରେ ବଦଳେ । ମଧୁମେହ ଟାଇପ ୧ ରୋଗୀ ମଧ୍ୟରୁ ଇଂଲଣ୍ଡରେ ବର୍ଷକୁ ୪% ରୋଗୀଙ୍କର ଓ ମାଲୟେସିଆରେ ବର୍ଷକୁ ୨୫% ରୋଗୀଙ୍କର ଡିକେଏ ହୁଏ । ଡିକେଏ ବିଷୟ ସନ ୧୮୮୬ରେ ପ୍ରଥମେ ବର୍ଣ୍ଣନା କରାଯାଇଥିଲା ଓ ସନ ୧୯୨୦ରେ ଇନସୁଲିନ ପ୍ରସ୍ତୁତ ହେବା ପର୍ଯ୍ୟନ୍ତ ଏହା ପ୍ରାଣ ଘାତକ ଥିଲା । ସମୟାନୁଯାୟୀ ସଠିକ ଓ ଯଥେଷ୍ଟ ଚିକିତ୍ସା ମିଳିଲେ ଅଧିନା ମୃତ୍ୟୁ ହାର ସଙ୍କଟ ମାତ୍ର ୧ରୁ ୪% ରହୁଛି । ଡିକେଏ ଥିବା ପିଲାଙ୍କ ମଧ୍ୟରୁ ୧% ପିଲାଙ୍କର ସେରେବ୍ରାଲ ଇଡିମା (cerebral edema) ହୁଏ ।
ସୁକିନ୍ଦା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ସୁକିନ୍ଦା (କ୍ରମିକ ସଂଖ୍ୟା: ୫୪) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କୋରାଇ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
କୋରାଇ (କ୍ରମିକ ସଂଖ୍ୟା: ୫୩) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କେନ୍ଦ୍ରାପଡ଼ା (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦ୍ରାପଡ଼ା' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଗାସ୍ଟ୍ରୋଏଣ୍ଟେରାଇଟିସ, ପ୍ରତିଶବ୍ଦ ସଂକ୍ରମଣକାରୀ ତରଳ ଝାଡ଼ା (ଇଂରାଜୀ ଭାଷାରେ infectious diarrhea), ଏକ ଖାଦ୍ୟ ନଳୀର ପ୍ରଦାହ ଯାହା ଯାହା ମାନବ ପାକସ୍ଥଳୀ ଓ ଅନ୍ତନଳୀରେ ହୁଏ । ଇଂରାଜୀରେ ଗ୍ୟାସ୍ଟ୍ରୋ ଶବ୍ଦ ପାକସ୍ଥଳିର ବିଶେଷଣ ଓ ଏଣ୍ଟେରୋ ଶବ୍ଦ ଅନ୍ତନାଳିର ବିଶେଷଣ । ଆଇଟିସ ଶବ୍ଦ ପ୍ରଦାହ ଅର୍ଥରେ ବ୍ୟବହାର ହୁଏ । ଏହାକୁ ଅନେକ କଥିତ ଭାଷାରେ ସ୍ଟୋମାକ ଫ୍ଲୁ, ଗ୍ୟାସ୍ଟ୍ରିକ ଫ୍ଲୁ ବା ସ୍ଟୋମାକ ବଗ୍ ନାମ ଦେଇ କହନ୍ତି । ଏହି ରୋଗରେ ମିଳିତ ଭାବରେ ତରଳ ଝାଡ଼ା, ବାନ୍ତି ଓ ଉଦର ଯନ୍ତ୍ରଣା ହୁଏ । ଜ୍ୱର, ଶକ୍ତି ଅଭାବ ଓ ନିର୍ଜଳନ ହୋଇପାରେ । ସ୍ୱାଭାବିକ ଭାବରେ ୨ ସପ୍ତାହ ପର୍ଯ୍ୟନ୍ତ ଏହି ରୋଗ ରହେ ।
ଗର୍ଭାବଧି ମଧୁମେହ (ଇଂରାଜୀ ଭାଷାରେ gestational diabetes mellitus ବା GDM) ନିର୍ଣ୍ଣୟ କରାଯାଏ ଯେତେବେଳେ ପୂର୍ବରୁ ମଧୁମେହ ରୋଗ ନ ଥିବା ମହିଳାଙ୍କର ଗର୍ଭାବସ୍ଥା ସମୟରେ ରକ୍ତରେ ଉଚ୍ଚ ରକ୍ତଶର୍କରା (high blood sugar) ଦେଖାଯାଏ । ଏହି ରୋଗରେ ସ୍ୱଳ୍ପ ଲକ୍ଷଣ ପ୍ରକାଶ ପାଏ । କିନ୍ତୁ ଏହି ଅବସ୍ଥା ଯୋଗୁ ପ୍ରିଏକ୍ଲାମ୍ପସିଆ ଓ ଅବସାଦ ସଙ୍କଟ ରହେ ଓ ସିଜରିଆନ ସେକସନ (Caesarean section) ଆବଶ୍ୟକ ହୋଇପାରେ । ଗର୍ଭାବଧି ମଧୁମେହ ଥିବା ମାତା ଉପଯୁକ୍ତ ଚିକିତ୍ସା ନ ପାଇଥିଲେ ତାଙ୍କର ଶିଶୁ ଜନ୍ମ ସମୟରେ ବଡ଼ ଆକାର ବିଶିଷ୍ଟ (too large|) ହୋଇପାରେ, କାମଳ ବା ନିମ୍ନ ରକ୍ତଶର୍କରା ରହିପାରେ । ମାତା ଚିକିତ୍ସିତ ନ ହେଲେ ମୃତ ଶିଶୁ (stillbirth) ହୋଇପାରେ । ଦୀର୍ଘ ସମୟ ପରେ ପିଲାର ଅତ୍ୟଧିକ ଓଜନ ଓ ମଧୁମେହ ଟାଇପ ୨ ରୋଗ ହେବା ସଙ୍କଟ ରହେ ।ଇନସୁଲିନ ପ୍ରତିରୋଧ (insulin resistance) ପରିପ୍ରେକ୍ଷୀରେ ଯଥେଷ୍ଟ ଇନସୁଲିନ ନ ମିଳିବାରୁ ଗର୍ଭାବଧି ମଧୁମେହ ରୋଗ ହୁଏ । ଏହି ରୋଗର ସଙ୍କଟାବସ୍ଥା ନିମନ୍ତେ ଓଜନାଧିକ୍ୟ, ପୂର୍ବବର୍ତ୍ତୀ ଗର୍ଭାବଧି ମଧୁମେହ ରୋଗ ଇତିହାସ, ପାରିବାରିକ ଟାଇପ ୨ ମଧୁମେହ ଇତିହାସ ଓ ପଲିସିସ୍ଟିକ ଓଭାରି ସିଣ୍ଡ୍ରୋମ ଦାୟୀ । ରକ୍ତ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ସଙ୍କଟ ଦାୟକ ଅବସ୍ଥା ଥିଲେ ଗର୍ଭାଧାନର ୨୪ରୁ ୨୮ ସପ୍ତାହ ମଧ୍ୟରେ ସ୍କ୍ରୀନିଙ୍ଗ (screening) କରିବାକୁ ସୁପାରିସ କରାଯାଏ । ଉଚ୍ଚ ସଙ୍କଟାପନ୍ନ କେଶ୍ରେ ପ୍ରଥମ ପ୍ରିନାଟାଲ ଭିଜିଟରେ (prenatal visit) ଟେସ୍ଟ କରାଯାଇପାରେ । ଗର୍ଭାବସ୍ଥା ପୂର୍ବରୁ ସଠିକ ଓଜନ ଓ ବ୍ୟାୟାମ କଲେ ଏହି ରୋଗ ପ୍ରତିରୋଧ କରିହୁଏ । ମଧୁମେହ ଖାଦ୍ୟ ବ୍ୟାୟାମ ଓ ସଂମ୍ଭାବ୍ୟ ଇନସୁଲିନ (insulin) ଇଞ୍ଜେକସନ ସାହାଯ୍ୟରେ ଗର୍ଭାବଧି ମଧୁମେହ ରୋଗର ଚିକିତ୍ସା କରାଯାଏ । ଅଧିକାଂଶ ମହିଳା ଉପଯୁକ୍ତ ଖାଦ୍ୟ ଓ ବ୍ୟାୟାମଦ୍ୱାରା ରକ୍ତ ଶର୍କରା ସ୍ତର ନିୟନ୍ତ୍ରଣ କରି ରଖି ପାରନ୍ତି । ଏହି ଧରଣର ରୋଗୀଙ୍କର ଦୈନିକ ୪ଥର ରକ୍ତ ଶର୍କରା ମାପ କରାଯାଏ । ଶିଶୁ ଜନ୍ମ ହେବା ମାତ୍ରେ ସ୍ତନ୍ୟପାନ (Breastfeeding) କରିବାକୁ ସୁପାରିସ କରାଯାଏ ।ସ୍ଥାନ ଅନୁସାରେ ଗର୍ଭାବଧି ମଧୁମେହ ରୋଗ ୩-୯% ଗର୍ଭିଣୀ ମହିଳାଙ୍କୁ ହୁଏ । ଏହା ସାଧାରଣତଃ ତୃତୀୟ ଟ୍ରାଇମେସ୍ଟରରେ (ତ୍ରିମାସିକ) (last third of pregnancy) ହୁଏ । ୨୦ ବର୍ଷ ବୟସ ପୂର୍ବରୁ ୧% ଓ ୪୪ ବର୍ଷ ବୟସ ପରେ ୧୩% ମହିଳାଙ୍କୁ ଏ ରୋଗ ହୁଏ । କେତେକ ନିର୍ଦ୍ଦିଷ୍ଟ ଜାତିର ଲୋକ ଯେପରିକି ଏସିଆ ଲୋକ, ଆମେରିକାନ ଇଣ୍ଡିଆନ, ମୂଳ ଅଷ୍ଟ୍ରେଲିଆ ନିବାସୀ ଓ ପାସିଫିକ ଦ୍ୱୀପ ନିବାସୀ ମହିଳାଙ୍କର ଉଚ୍ଚ ଧରଣର ସଙ୍କଟ ଥାଏ । ଶିଶୁ ଜନ୍ମ ହେବା ପରେ ୯୦% କେଶ୍ରେ ଗର୍ଭାବଧି ମଧୁମେହ ରହେନାହିଁ । କିନ୍ତୁ ଏହି ମହିଳାମାନଙ୍କର ମଧୁମେହ ଟାଇପ ୨ ହେବା ସଙ୍କଟ ରହେ ।
ନାଟୋ ବା ଉତ୍ତର ଆଟଲାଣ୍ଟିକ ସନ୍ଧି ସଂଗଠନ (ଇଂରାଜୀ ଭାଷାରେ The North Atlantic Treaty Organization (NATO /ˈneɪtoʊ/; French: Organisation du traité de l'Atlantique nord; OTAN) ଅନ୍ୟ ଡାକ ନାମ ଉତ୍ତର ଆଟଲାଣ୍ଟିକ ଆଲିଆନ୍ସ/ North Atlantic Alliance), ଏକ ଆନ୍ତସରକାରୀ ସଂଘ ଯେଉଁଥିଲେ ୨୯ଟି ଉତ୍ତର ଆମେରିକୀୟ ଓ ୟୁରୋପୀୟ ଦେଶର ସରକାରମାନଙ୍କର (intergovernmental) ମିଲିଟାରୀ ସନ୍ଧି (military alliance) ହୋଇଛି । ସନ ୪ ଏପ୍ରିଲ ୧୯୪୯ରେ ଏହି ସଂଘ ଉତ୍ତର ଆଟଲାଣ୍ଟିକ ସନ୍ଧି ପତ୍ର କାର୍ଯ୍ୟକାରୀ କରିଥିଲା । ନାଟୋ, ଏକ ସାମୁହିକ ସୁରକ୍ଷାତ୍ମକ ସଂଘ ଗଠନ କରି ତାହାଦ୍ୱାରା ଏହାର ନିଜସ୍ୱ ସ୍ୱାଧୀନ ସଭ୍ୟମାନେ ବାହ୍ୟ ସଂସ୍ଥାରୁ ଆକ୍ରମଣ ହେଲେ ଏହା ବିରୁଦ୍ଧରେ ପାରସ୍ପାରିକ ସୁରକ୍ଷା ନିମନ୍ତେ ପଦକ୍ଷେପ ନେବେ । ନାଟୋର ମୂଖ୍ୟ କାର୍ଯ୍ୟାଳୟ (NATO's Headquarters| ) ବ୍ରସେଲସ, (Brussels) ବେଲଜିଅମର ଏଭରେଠାରେ ଓ ସୁପ୍ରିମ ହେଡକ୍ୱାଟର ଆଲାଏଡ ପାୱାର ୟୁରୋପର (headquarters of Allied Command Operations|) ମୋନସରେ ସାମୁହିକ କାର୍ଯ୍ୟାଳୟ ସାମୁହିକ କମାଣ୍ଡ ଅବସ୍ଥିତ ଅଛି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଏହା ଏକ କପୋତ ଶ୍ରେଣୀୟ ପକ୍ଷୀ । ଅପାଳିତ ଅବସ୍ଥାରେ ଏମାନେ ଘରର ଚାଳରେ ଦେଉଳର ଖୋଲରେ ଓ ପର୍ବତ ଖୋଲରେ ରହନ୍ତି । ଗୃହପାଳିତ ପାରାମାନେ ଧଳା, କଳା, ନାଲି ଆଦି ନାନା ରଙ୍ଗର ହୁଅନ୍ତି ଏମାନଙ୍କର ଶଦ୍ଦକୁ ଘୁମୁରିବା କହନ୍ତି ଏମାନଙ୍କର ଧ୍ୱନି 'ଚକ୍ ବକୂମ୍ କୀମ୍' । ଏମାନେ ଘମୁରିଲା ବେଳେ ବେକ ଫୁଲାନ୍ତି । ଏମାନେ ବହୁ ଉଚ୍ଚରେ ଉଡ଼ି ପାରନ୍ତି ଓ ଉଡ଼ିବା ସମୟରେ ଲୋଟଣି ପାରାମାନେ ବନ୍ଧ ଭାଙ୍ଗନ୍ତି । ଇଉରୋପ ଆଦି ଦେଶରେ ଏମାନଙ୍କ ଗୋଡ଼ରେ ଚିଠି ବାନ୍ଧି ଦେଇ ଉଡ଼ାଇ ଦେଲେ ଏମାନେ ଦୂର ଦେଶରେ ଅଭିପ୍ରେତ ସ୍ଥାନରେ ଯାଇ ପହଞ୍ଚିବାଦ୍ୱାରା ଦୂରବାସୀ ମାନେ ସମ୍ବାଦ ପାଆନ୍ତି । ପାରାମାନଙ୍କ ଉଡ଼ିବା ଦେଖିବା ପାଇଁ ଲୋକେ ସଉକିରେ ପାରା ପାଳନ୍ତି ଏମାନଙ୍କର ଦୃଷ୍ଟିଶକ୍ତି ଅତି ପ୍ରଖର ଏମାନେ ଉପରକୁ ୧/୨: ମାଇଲ ଉଚ୍ଚକୁ ଉଠି ମେଘରେ ଅଦୃଶ୍ୟ ହୋଇ ଯାଆନ୍ତି ଭୂଇଁରେ ସୋରିଷ ବୁଣି ଦେଲେ ଏମାନେ ବହୁ ଉଚ୍ଚରୁ ତାହା ଦେଖି ଖୁଣ୍ଟି ପାରନ୍ତି ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ପାଲଲହଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ପାଲଲହଡ଼ା (କ୍ରମିକ ସଂଖ୍ୟା: ୫୯) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Application ଗୁଡିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntax ଗୁଡିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
ଆଜ୍ମା ଗୋଟିଏ ଅତି ସାଧାରଣ ଦୀର୍ଘସ୍ଥାୟୀ ରୋଗ ଯେଉଁଥିରେ ଶ୍ୱାସନଳୀର ପ୍ରଦାହ ହୁଏ ।. ଏହାକୁ ଭୁଲରେ ଅନେକ ଆସ୍ଥମା ବୋଲି କହନ୍ତି କିନ୍ତୁ ଏହାର ପ୍ରକୃତ ଉଚ୍ଚାରଣ ଆଜ୍ମା (Azma) । ଏହା ଏକ ଗ୍ରୀକ ଭାଷାର ଶବ୍ଦ ଯାହାର ଅର୍ଥ ପାଣ୍ଟିଙ୍ଗ (Panting) ବା ପରିଶ୍ରମ ପରେ ହେଉଥିବା ଛୋଟ ଛୋଟ ଦୃତ ଶ୍ୱାସ କ୍ରିୟା । ଓଡ଼ିଆ ଭାଷାରେ ଏହି ରୋଗକୁ 'ଶ୍ୱାସ' ଓ 'ଦମା' ନାମ ମଧ୍ୟ ଦିଆଯାଇଛି । ଏହି ରୋଗରେ ଶ୍ୱାସ ନଳୀ ପ୍ରଦାହ ହୋଇ ପୁନଃପୌନିକ ଲକ୍ଷଣ ପ୍ରକାଶ ହୁଏ, ଶ୍ୱାସ ନଳୀର ଅସ୍ଥାୟୀ ସଙ୍କୋଚନ ହେତୁ ବାୟୁ ପ୍ରବାହ ବାଧା ପ୍ରାପ୍ତ ହୁଏ । ଏହାର ବିଭିନ୍ନ ଲକ୍ଷଣ ଗୁଡ଼ିକ: ଶ୍ୱାସ କ୍ରିୟା ବେଳେ ହୁଇଜ୍(ହୁଇସିଲ୍ ଶବ୍ଦ) ଶବ୍ଦ ଶୁଣାଯିବା, କାଶ, ଛାତି ଚିପିହେବା ଭଳି ଲାଗିବା ଓ ଛୋଟ ଶ୍ୱାସକ୍ରିୟା, ଛୋଟ ପ୍ରଶ୍ୱାସ ସହ ଦୀର୍ଘ ନିଶ୍ୱାସ ଛାଡ଼ିବା । ଏହି ଲକ୍ଷଣଗୁଡ଼ିକ ଦିନରେ ବା ସପ୍ତାହରେ କିଛି ଥାର ଦେଖାଯାଏ ।. ରାତିରେ ଓ ବ୍ୟାୟାମ କଲାବେଳେ ଏହି ରୋଗ ଅଧିକ ହୋଇପାରେ ।ଜେନେଟିକ୍ ଓ ପରିବେଶ ଦ୍ୱୟର ମିଶ୍ରିତ ପ୍ରଭାବ ଯୋଗୁ ଆଜ୍ମା ହେବା ବିଶ୍ୱାସ କରାଯାଉଛି । ବାୟୁମଣ୍ଡଳୀୟ କାରକ ମଧ୍ୟରେ ବାୟୁ ପ୍ରଦୂଷଣ ଓ ଆଲର୍ଜେନର ଭୂମିକା ଅଛି ।.
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ୱାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।