ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2) ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡିଶା ସରକାରଙ୍କ ଦ୍ଵାରା ପ୍ରଣୀତ "THE EPIDEMIC DISEASES(AMENDMENT)ORDINANCE,2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ଵୀକୃତୀ ଲାଭ କରିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବଂଶୀଧର ପଟ୍ଟନାୟକ (୧ ଜୁନ ୧୯୧୯ - ୨ ମଇ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବଂଶୀଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜନସ୍ୱାସ୍ଥ୍ୟରେ ସଂସର୍ଗ ଚିହ୍ନଟ ସଂକ୍ରମିତ ବ୍ୟକ୍ତିଙ୍କ ("ସଂସର୍ଗ") ସମ୍ଭାବିତ ଭାବେ ସଂସର୍ଗରେ ଆସିଥିବା ବ୍ୟକ୍ତିମାନଙ୍କର ଚିହ୍ନଟ ଓ ପରବର୍ତ୍ତୀ ସମୟରେ ଏହି ସଂସର୍ଗଗୁଡ଼ିକ ବିଷୟରେ ଅଧିକ ତଥ୍ୟ ସଂଗ୍ରହ କରିବା ପ୍ରକ୍ରିୟାକୁ ବୁଝାଏ । ସଂକ୍ରମିତ ବ୍ୟକ୍ତିବିଶେଷଙ୍କ ସଂସର୍ଗ ବାବଦରେ ଅନୁସନ୍ଧାନ କରି, ସଂକ୍ରମଣ ପାଇଁ ପରୀକ୍ଷା କରି, ସଂକ୍ରମିତ ଲୋକଙ୍କୁ ଚିକିତ୍ସା କରି ଏବଂ ସେମାନଙ୍କ ସଂସର୍ଗ ଉପରେ ଅନୁସନ୍ଧାନ କରି ଜନସ୍ୱାସ୍ଥ୍ୟ ଜନସଂଖ୍ୟାରେ ସଂକ୍ରମଣ ହ୍ରାସ କରିବାକୁ ଲକ୍ଷ୍ୟ ରଖିଥାଏ । ସାଧାରଣତଃ ଯକ୍ଷ୍ମା, ଟିକା-ପ୍ରତିରୋଧଯୋଗ୍ୟ ସଂକ୍ରମଣ ଯଥା ମିଳିମିଳା, ଯୌନ ସଂକ୍ରମଣ (ଏଚ୍.ଆଇ.ଭି.କୁ ମିଶାଇ), ରକ୍ତ ଦ୍ୱାରା ସଂକ୍ରମଣ, କେତେକ ଗୁରୁତର ଜୀବାଣୁ ସଂକ୍ରମଣ ଏବଂ ନୂତନ ସଂକ୍ରମଣ (ଯଥା SARS-CoV ଏବଂ SARS-CoV-2) ଆଦି ରୋଗ ପାଇଁ ସଂସର୍ଗ ଚିହ୍ନଟ ବ୍ୟବହାର କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ହରିହର ସିଂହ ମର୍ଦ୍ଦରାଜ ଭ୍ରମରବର ରାୟ
ଭ୍ରମରବର ରାୟ (୨୬ ଅଗଷ୍ଟ ୧୯୧୪ - ୬ ସେପ୍ଟେମ୍ବର ୧୯୭୭) ଖଣ୍ଡପଡ଼ାର ଶେଷ ସ୍ୱାଧୀନ ରାଜା ଥିଲେ ଏବଂ ଓଡ଼ିଶା ରାଜନୀତିରେ ଜଣେ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଭ୍ରମରବର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ପିଚାଇ ସୁନ୍ଦରରାଜନ୍ (ଜନ୍ମ ଜୁଲାଇ ୧୨,୧୯୭୨) ବର୍ତ୍ତମାନର ଗୁଗଲ କମ୍ପାନିର ସି.ଇ.ଓ । ଗୁଗଲ କମ୍ପାନି ଗୋଟେ ଇଣ୍ଟରନେଟ ସମ୍ପକିତ ସେବା ଓ ସଚ୍ଚ ଇଞ୍ଜିନ୍ ଯିଏ ୨୦୧୫ ମସିହାରେ ମିଳିତ ଭାବେ ଆଲ୍ପାବେଟ୍ ଇନ୍ସ୍ କମ୍ପାନି ସହ ମିଶି ଗୁଗଲର ମୁଖ୍ୟ ଲାରି ପେଜ୍ଙ୍କୁ ସି.ଇ.ଓ ଓ ସର୍ଜି ବ୍ରିନ୍ଙ୍କଙ୍କୁ ପେସିଡେଣ୍ଟ ଓ ସୁନ୍ଦର ପିଚାଇ ଯିଏ ପ୍ରଡକ୍ଟ ଓ ଇଞ୍ଜିନିୟରିଙ୍ଗର ମୁଖ୍ୟ ଥିଲେ ତାଙ୍କୁ ଗୁଗଲର ସି.ଇ.ଓ କରାଗଲା ଯିଏକି ଗୋଟେ ବଡ କମ୍ପାନି ଆଲଫାବେଟର ଗୋଟେ ଅଂଶ । ପିଚାଇ ୨୦୦୪ ମସିହାରେ ଗୁଗଲରେ ଯୋଗ ଦେଲେ,ପ୍ରଡକ୍ଟ ମ୍ୟନେଜର ହିସାବରେ କାମ କଲେ । ତାଙ୍କର ଅନୁଦାନରେ ଗୁଗଲ ପ୍ରଡକ୍ଟୄଋ ଗୁଗଲ କୋମ୍ ଓ କୋମ୍ ଓସ୍ ଯିଏ କି ବହୁତ ସଫଳତା ସହ ଚାଲୁଅଛି ଏବଂ ତାଙ୍କର ଜିମେଲ୍ ଓ ଗୁଗଲ ଡକ୍ରେ ବି ଅନୁଦାନ ଅଛି ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟୀଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
ଲଲିତଗିରି (ନଳିତଗିରି ନାମରେ ମଧ୍ୟ ଜଣା) ଓଡ଼ିଶାର କେତେକ ମୁଖ୍ୟ ଓ ପୁରାତନ ବୌଦ୍ଧ ସ୍ତୂପ ଓ ବିହାରର ସମାହାର । ଏହା ଓଡ଼ିଶାର ରତ୍ନଗିରି ଭଳି ଏକ ପୁରାତନ କୀର୍ତ୍ତିରାଜି । ଲଳିତଗିରି, ଉଦୟଗିରି ଓ ରତ୍ନଗିରି ପୁରାତନ ପୁଷ୍ପଗିରି ବିଶ୍ୱବିଦ୍ୟାଳୟର ଏକ ଅଂଶ । ପୁରାତନ ଅନୁଶାସନ ଅନୁସାରେ ଏହାର ଐତିହାସିକ ନାମ ମାଧବପୁର ମହାବିହାର ଥିଲା । ଗୌତମ ବୁଦ୍ଧଙ୍କ ଅସ୍ଥି-ସମ୍ବଳିତ ଏକ ପୁରାତନ ଆଧାର ରଖାଯାଇ ଏକ ସଂଗ୍ରହାଳୟ ଏଠାରେ ନିର୍ମାଣ କରାଯାଇଅଛି । ତାହା ସହ ବାକି ଅନେକ ପ୍ରତ୍ନତତ୍ତ୍ୱିକ ବସ୍ତୁ ମଧ୍ୟ ଏଠାରେ ଜନସାଧାରଣଙ୍କ ଦର୍ଶନ ନିମନ୍ତେ ରଖାଯାଇଅଛି । ୧୯୮୫-୯୨ ଭିତରେ ଏହା ଏ.ଏସ.ଆଇ.
ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେଟ ଲିମିଟେଡ (HPCL) (BSE: 500104, NSE: HINDPETRO) ଇଣ୍ଡିଆ ନିଜସ୍ୱଅଏଲ ଏବଂ natural ଗ୍ୟାସ କମ୍ପାନୀର ମୁଖ୍ୟ କାର୍ଯ୍ୟଳୟ ମୁମ୍ବାଇ,ମହାରାଷ୍ଟ୍ର ଏବଂ ତା ସହ Navratna status। ବିଶ୍ୱ ସ୍ତରୀୟ Fortune Global 500ରେ HPCL ବିଶ୍ୱର ସ୍ତରରେ ସ୍ଥାନ ୨୬୦ରେ ଥିଲା (୨୦୧୩)ରେଏବଂ ଭାରତ କମ୍ପାନୀ ମଧ୍ୟରେ ୪ ସ୍ଥାନରେ (୨୦୧୨)ଅଛି । HPCL ୨୫% ମାର୍କେଟ ସେୟାର ଭାରତର PSUs ମଧ୍ୟରେ ଏବଂ ମଜଭୁତ ଭିତ୍ତିଭୂମି ସରାଂଚନା ମାର୍କେଟ ରେ। HPCL ଭାରତ ସରକାର୫୧.୧୧% ସେୟାର ଏବଂ ଅନ୍ୟ ସବୁ ବିତରଣ ଆର୍ଥିକ ଅନୁଷ୍ଠାନ, ପବ୍ଲିକ ଏବଂ ଅନ୍ୟ ପୁଞ୍ଜିଲଗାଣକାରୀ।
ଶେଷ ତାନ୍ତ୍ରିକର ସନ୍ଧାନରେ, ମନୋଜ ଦାସଙ୍କ ଦ୍ଵାରା ରଚିତ ଏକ କଳ୍ପିତ ରହସ୍ୟପୋନ୍ୟାସ ଅଟେ । ପ୍ରଥମେ ଏହି ଉପନ୍ୟାସର କିଛି ପରିଚ୍ଛେଦ 'ପ୍ରତିନିଧି' ନାମକ ପାକ୍ଷିକ ପତ୍ରିକାରେ ପ୍ରକାଶ ପାଇଥିଲା । ପରବର୍ତ୍ତୀ ସମୟରେ ଏହା ୨୦୧୬ ମାର୍ଚ୍ଚ ସଂଖ୍ୟାରୁ ଆରମ୍ଭ କରି ୨୦୧୮ ମଇ ସଂଖ୍ୟା ଯାଏ ଧାରାବାହିକ ଭାବେ 'କଥା'ରେ ପ୍ରକାଶ ପାଇଥିଲା । ୨୦୧୮ ସେପ୍ଟେମ୍ବର ମାସରେ 'ଜଗନ୍ନାଥ ରଥ ପ୍ରକାଶନ' ଏହାକୁ ବହି ଆକାରରେ ପ୍ରକାଶ କରିଥିଲେ ଏବଂ 'ସୁସାହିତ୍ୟମ' ନାମକ ସଂସ୍ଥା ଦ୍ଵାରା ଏହି ଉପନ୍ୟାସରେ ୫୦୦ରୁ ଊର୍ଦ୍ଧ୍ଵ କପି ଅଗ୍ରୀମ ବିକ୍ରି ହୋଇଥିଲା ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସୌରଭ ଚଣ୍ଡୀଦାସ ଗାଙ୍ଗୁଲି (ହିନ୍ଦୀ : सौरव गांगुली ବଙ୍ଗଳା: সৌরভ গাঙ্গুলী Shourob Ganguli; pronunciation ; (ଜନ୍ମ ୧୯୭୨ ଜୁଲାଇ ୮) ଜଣେ ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ ଓ ଖେଳାଳୀ।ତଙ୍କୁ ତାଙ୍କ ଭାଇ ସ୍ନେହାସିସ ଗାଙ୍ଗୁଲି କ୍ରିକେଟ ଖେଳିବାକୁ ପ୍ରୋସ୍ଚାହିତ କରିଥିଲେ।ସୌରଭ ଗାଙ୍ଗୁଲିଙ୍କୁ ଆଧୁନିକ ଯୁଗର ଅନ୍ୟତମ ମହାନ ଅଧିନାୟକ ଭବେ ଗଣାଯାଏ। ସେ ବର୍ତମାନ ଦିନିକିଆ କ୍ରିକେଟରେ ଅଧିକ ରନ କରିବାରେ ୫ମ ସ୍ଥାନରେ ଅଛନ୍ତି।ସୌରଭ ଗାଙ୍ଗୁଲି ଉଇସଡେନର ସର୍ବକାଳୀନ ଦିନିକିଆ ଶ୍ରେଷ୍ଠ ଖେଳାଳୀ ତାଲିକାରେ ଷଷ୍ଠ ସ୍ଥାନ ମିଲିଛି ଅନ୍ୟମାନେ ହେଲେ ଭି.ଭି.ଆନ ରିଚାର୍ଡସ, ସଚିନ ତେନ୍ଦୁଲକର, ବ୍ରାଏନ ଲାରା, ଡିନ ଜୋନସ ଓ ମାଇକେଲ ବେଭାନ.
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଥୋମାସ ଆଲଭା ଏଡ଼ିସନ(ଇଂରାଜୀ: Thomas Alva Edison) (ଫେବୃଆରୀ ୧୧, ୧୮୪୭ – ଅକ୍ଟୋବର ୧୮, ୧୯୩୧) ଜଣେ ଆମେରିକୀୟ ଉଦ୍ଭାବକ, ବୈଜ୍ଞାନିକ ଓ ବାବସାୟୀ ଥିଲେ । ସେ ଅନେକ ଯନ୍ତ୍ର ବାହାର କରିଥିଲେ ଯାହାକି ସାରା ବିଶ୍ୱଜୀବନକୁ ବହୁତ ପ୍ରଭାବିତ କରିଥିଲା । ଫୋନୋଗ୍ରାଫ , ଚଳଚ୍ଚିତ୍ର କ୍ୟାମେରା , ବହୁତ ଦିନ ଚାଲିପାରୁଥିବା ବିଦ୍ୟୁତ ବଲ୍ବ ଇତ୍ୟାଦି ତାଙ୍କରି ଅବଦାନ । ଜଣେ ଖବରକାଗଜ ସାମ୍ବାଦିକ ତାଙ୍କୁ ମେନଲୋପାର୍କର (ଏବେ ଏଡ଼ିସନ, ନିଉ ଜର୍ସି) ଯାଦୁକର ଭାବେ ସମ୍ବୋଧନା କରିଥିଲେ । ସେ ପ୍ରଥମ ଉଦ୍ଭାବକ ଥିଲେ ଯିଏକି ସମୂହ ଉତ୍ପାଦନର ତତ୍ତ୍ୱ (the principles of mass production) ଓ ବହୁ ପରିମାଣରେ ଏକତ୍ର କାମ କରି(large-scale teamwork) ଉଦ୍ଭାବନ କରିବା ସୂତ୍ର ବ୍ୟବହାର କରିଥିଲେ । ଏଣୁ ତାଙ୍କୁ ପ୍ରଥମ ଶିଳ୍ପ ଭିତ୍ତିକ ଗବେଷଣାଗାରର ନିର୍ମାତା ବୋଲି ମଧ୍ୟ କୁହାଯାଏ । ଏଡ଼ିସନ ହେଉଛନ୍ତି ଇତିହାସର ୪ର୍ଥ ଶ୍ରେଷ୍ଠ ଉଦ୍ଭାବକ, ଯିଏ ତାଙ୍କ ନାମରେ ୧୦୯୩ଟି ଯୁକ୍ତରାଷ୍ଟ୍ର ପେଟେଣ୍ଟ ସହିତ ଯୁକ୍ତରାଜ୍ୟ, ଫ୍ରାନ୍ସ ଓ ଜର୍ମାନୀରେ ମଧ୍ୟ ଅନେକ ପେଟେଣ୍ଟ କରିଥିଲେ । ସେ ଯୋଗାଯୋଗ କ୍ଷେତ୍ରରେ ଅନେକ ଉଦ୍ଭାବନ କରିଥିଲେ, ବିଶେଷ ଭାବରେ ଦୂରସଞ୍ଚାର । ଏହା ଭିତରେ ଥିଲା ଷ୍ଟକ ଟିକର, ଯାନ୍ତ୍ରିକ ଭୋଟ ଗଣାଳୀ, ବିଦ୍ୟୁତ କାର ପାଇଁ ବ୍ୟାଟେରୀ, ବିଦ୍ୟୁତ ଶକ୍ତି, ମ୍ୟୁଜିକ ରେକର୍ଡ଼ ଏବଂ ମୋସନ ପିକ୍ଚର । ଜଣେ ଟେଲିଗ୍ରାଫ ଅପରେଟର ଭାବରେ କାମ କରୁଥିବା ସମୟରେ ସେ ଏ ସବୁ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିଲେ । ଏଡିସନ ପ୍ରଥମେ ବିଦ୍ୟୁତ ଶକ୍ତି ସୃଷ୍ଟି ଓ ଗୃହ, ବ୍ୟବସାୟ ଓ କାରଖାନା ପାଇଁ ବିତରଣ ବିଷୟରେ ଚିନ୍ତା କରିଥିଲେ । ତାଙ୍କ ପ୍ରଥମ ଶକ୍ତି କେନ୍ଦ୍ର ମ୍ୟାନହାଟନ୍ ଦ୍ୱୀପ, ନିଉୟର୍କରେ ଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ମେରୀ ୱୋଲଷ୍ଟୋନ୍କ୍ରାଫ୍ଟ ସେଲୀ (୩୦ ଅଗଷ୍ଟ ୧୭୯୭ - ୧ ଫେବୃଆରୀ ୧୮୫୧), ଜଣେ ଇଂରାଜୀ ଉପନ୍ୟାସ ଲେଖିକା, କ୍ଷୁଦ୍ରଗଳ୍ପ ରଚୟିତା, ନାଟ୍ୟକାର, ପ୍ରବନ୍ଧ ଲେଖିକା, ଜୀବନୀ ଲେଖିକା ଏବଂ ଭ୍ରମଣ କାହାଣୀ ଲେଖିକା ଥିଲେ । ମେରୀ ତାଙ୍କର ଉପନ୍ୟାସ ଫ୍ରାଙ୍କେନ୍ଷ୍ଟେନ୍ ପାଇଁ ବେଶ୍ ଜଣାଶୁଣା । ଏହି ଉପନ୍ୟାସଟି 'ଦ ମଡର୍ଣ୍ଣ ପ୍ରୋମେଥେସ୍' ଭାବରେ ମଧ୍ୟ ପରିଚିତ ଯାହାକି ୧୮୧୮ ମସିହାରେ ପ୍ରକାଶିତ ହୋଇଥିଲା । ସେ ତାଙ୍କର ସ୍ୱାମୀଙ୍କର କିଛି କାର୍ଯ୍ୟକୁ ସମ୍ପାଦନା କରିଥିଲେ ଏବଂ ପ୍ରଦର୍ଶନ କରିଥିଲେ । ତାଙ୍କର ପତିଙ୍କର 'ରୋମାଣ୍ଟିକ୍ ପୋଏଟ୍' ଏବଂ 'ଫିଲୋସୋଫର୍ ପେର୍କି ବାଏସି ସେଲୀ' ଆଦି ପୁସ୍ତକର ସମ୍ପାଦନା କରି ମେରୀ ତାକୁ ପ୍ରକାଶ କରିଥିଲେ । ମେରୀଙ୍କର ବାପା ଉଇଲିୟମ୍ ଗୋଡ୍ଉଇନ୍ ଜଣେ ରାଜନୈତିକା ଦାର୍ଶିନିକ ଥିଲେ ଏବଂ ତାଙ୍କର ମାଆ ମେରୀ ୱୋଲଷ୍ଟୋନ୍କ୍ରାଫ୍ଟ ଜଣେ ଦାର୍ଶିନିକ ଓ ନାରୀବାଦୀ ମଣିଷ ଥିଲେ ।ମେରୀଙ୍କର ଜନ୍ମର ଗୋଟିଏ ମାସରୁ କମ୍ ସମୟରେ ତାଙ୍କର ମାଆ ୱୋଲଷ୍ଟୋନ୍କ୍ରାଫ୍ଟଙ୍କର ଦେହାନ୍ତ ହୋଇଯାଇଥିଲା । ଫଳରେ ମେରୀଙ୍କୁ ସମ୍ଭାଳିବାର ସମସ୍ତ ଦାୟିତ୍ୱ ଆସିଯାଇଥିଲା ତାଙ୍କର ପିତା ଗୋଡ୍ଉଇନ୍ଙ୍କ ଉପରେ । ତାଙ୍କର ପିତା ତାଙ୍କୁ ଅଣ-ଉପଚାରିକ ଶିକ୍ଷା ତଥା ରାଜନୈତିକ ସିଦ୍ଧାନ୍ତବାଦ ଶିକ୍ଷା ଦେବାରେ ସଫଳ ହୋଇଥିଲେ । ତାଙ୍କର ପିତା ଜଣେ ବଡ଼ ଧନୀ ଥିଲେ, ତେଣୁ ସେ ମେରୀଙ୍କୁ ମାତ୍ର ୪ ବର୍ଷ ବୟସ ହୋଇଥିଲାବେଳେ ମେରୀଙ୍କୁ ସମ୍ଭାଳିବା ପାଇଁ ତାଙ୍କର ଜଣେ ପଡ଼ୋଶୀଙ୍କୁ ବିବାହ କରିଥିଲେ । ତାଙ୍କର ବାପାଙ୍କର ବିବାହର କିଛିଦିନ ପରେ ମେରୀଙ୍କ ସହ ସମ୍ପର୍କରେ ଅସୁବିଧା ଆରମ୍ଭ ହୋଇଯାଇଥିଲା ।୧୮୧୪ ମସିହରେ ମେରୀ ତାଙ୍କ ବାପାଙ୍କର ଜଣେ ରାଜନୈତିକ ଅନୁଗାମୀ ପେର୍କି ବାଏସି ସେଲୀଙ୍କ ସହ ମିଳାମିଶା ଆରମ୍ଭ କରିଥିଲେ । ପେର୍କି ପୂର୍ବରୁ ବିବାହିତ ଥିଲେ । ଏହାପରେ ମେରୀ ତାଙ୍କର ସାବତ ଭଉଣୀ କ୍ଲାରିଆ କ୍ଲାରମୋଣ୍ଟ ଏବଂ ପେର୍କିଙ୍କ ସହ ଫ୍ରାନ୍ସ ଭ୍ରମଣରେ ବାହାରିଥିଲେ ଓ ଇଉରୋପ ଭ୍ରମଣ କରିଥିଲେ । ସେମାନଙ୍କର ଲଣ୍ଡନ ପ୍ରତ୍ୟାବର୍ତ୍ତନପରେ ମେରୀ ପେର୍କିଙ୍କର ପିଲାର ମାଆ ହେବାକୁ ଯାଉଥିବା କଥା ଜଣା ପଡ଼ିଥିଲା । ଏହାପରେ ଦୁଇବର୍ଷ ଉଭୟ ମେରୀ ଏବଂ ପେର୍କି ବିଭିନ୍ନ ପ୍ରକାରର ସାମାଜିକ ନିନ୍ଦା ଦେଇ ଗତି କରିଥିଲେ । ଏହି ଭିତରେ ଉଭୟ ଅନେକ କରଜରେ ବୁଡ଼ିଯାଇଥିଲେ ଏବଂ ତା'ର ଜନ୍ମହେବାକୁ ଥିବା ପିଲାଟିର ମୃତ୍ୟୁବରଣ କରିଥିଲା । ୧୮୧୬ ମସିହାରେ ପେର୍କିଙ୍କର ପ୍ରଥମ ପତ୍ନୀ, ହରିଏତ୍ ଆତ୍ମହତ୍ୟା କରିଦେଇଥିଲେ ଏବଂ ଉଭୟ ମେରୀ ଓ ପେର୍କି ବିବାହ କରିଥିଲେ ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚିଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳାରେ କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।ସି ପ୍ରୋଗ୍ରାମିଂ ଭାଷା ଏକ ବ୍ୟାପକ ଭାବରେ ବ୍ୟବହାର କରାଯାଉଥିବା ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷା। ସି ପ୍ରୋଗ୍ରାମିଂ ଭାଷାର ପ୍ରଭାବ ବିଭିନ୍ନ ନୁତନ ପ୍ରୋଗ୍ରାମିଂ ଭାଷା ଯେପରିକି ସି++(C++), ଜାଭା(Java), ସି#(C#), ପାଇଥନ୍(Python) ଏବଂ ପର୍ଲ୍(Perl) ଆଦି ଉପରେ ଦେଖାଯାଏ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ହ୍ରୀତିକ ରୋ଼ଶନ ଜଣେ ହିନ୍ଦୀ ସିନେମା କଳାକାର । ସେ ୧୦ ଜାନୁୟାରୀ ୧୯୭୪ରେ ଜନ୍ମ ହେଇଥିଲେ । "କହୋନ ପ୍ୟାର ହେ" ତାଙ୍କର ପ୍ରଥମ ସିନେମା ଥିଲା । ଏହା ପରେ ସେ କୋଇ ମିଲ ଗୟା,କ୍ରିସ, ଧୂମ୨, ଯୋଦ୍ଧା ଆକବର ,ମିଶନ କାଶ୍ମୀର, ଲକ୍ଷ୍ୟ,ଅଗ୍ନିପଥ, ଗୁଜାରିଶ, ଜିନ୍ଦେଗୀ ନା ମିଲେଗୀ ଦୁବାରାରା,କ୍ରିସ ୩ ଭଳି ପ୍ରମୁଖ ସିନେମାରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ପ୍ରସିଦ୍ଧ ସିନେମା ନିର୍ଦେଶକ ରାକେଶ ରୋଶନଙ୍କ ପୁଅ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଚିଲ Accipitridae ପରିବାରର ଏକ ମଧ୍ୟମ-ଆକୃତିର ଶିକାରୀ ପକ୍ଷୀ ଓ ଏମାନଙ୍କ ସଂଖ୍ୟା ମଧ୍ୟ ଅସ୍ଥିର ବର୍ତମାନର ଗଣନା ଅନୁଯାଇ ପୁରା ବିଶ୍ୱରେ ୬୦ଲକ୍ଷ ବୋଲି କଳନା କରାଯାଇଛି । ଅଧିକାଂଶ ସମୟ ଏମାନେ ଉଚ୍ଚ ଆକାଶରେ ଶିକାର ଅନ୍ୱେଷଣରେ ଘୁରି ବୁଲନ୍ତି । ବଙ୍କା ପକ୍ଷ ଓ ସାମାନ୍ୟ କଣ୍ଟାଚାମଚ ଲାଞ୍ଜ ଏମାନଙ୍କୁ ଏକ ସ୍ପଷ୍ଟତା ଦେଇଥାଏ ଚିହ୍ନିବାରେ । ଦକ୍ଷିଣ ଏସିଆରେ ଏମାନଙ୍କ ସଂଖ୍ୟା ୟୁରୋପଠାରୁ ଅଧିକ । ୟୁରେସିଆ, ଅଷ୍ଟ୍ରେଲେସିଆ ଓ ଓସେନିଆ ଭୂଖଣ୍ଡମାନଙ୍କରେ ଏମାନେ ମୁଖ୍ୟତଃ ଦେଖା ଯା’ନ୍ତି । ଛଞ୍ଚାଣ ଓ ଚିଲ ମଧ୍ୟରେ ଭିନ୍ନତା ଏତିକି ଯେ ଚିଲର ଲାଞ୍ଜ ଉଡ଼ିବା ବେଳେ କଣ୍ଟଚାମଚ ପରିଦେଖାଯାଏ ଓ ଏହା ସାମାନ୍ୟ ଛୋଟ । ଚିଲର ପର ଗୁଡ଼ିକ ମାଟିଆ ହେଇଥିବାବେଳେ ମୁଣ୍ଡ ପାର୍ଶ୍ୱ ସାମାନ୍ୟ
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ନାଟୋ ବା ଉତ୍ତର ଆଟଲାଣ୍ଟିକ ସନ୍ଧି ସଂଗଠନ (ଇଂରାଜୀ ଭାଷାରେ The North Atlantic Treaty Organization (NATO /ˈneɪtoʊ/; French: Organisation du traité de l'Atlantique nord; OTAN) ଅନ୍ୟ ଡାକ ନାମ ଉତ୍ତର ଆଟଲାଣ୍ଟିକ ଆଲିଆନ୍ସ/ North Atlantic Alliance), ଏକ ଆନ୍ତସରକାରୀ ସଂଘ ଯେଉଁଥିଲେ ୨୯ଟି ଉତ୍ତର ଆମେରିକୀୟ ଓ ୟୁରୋପୀୟ ଦେଶର ସରକାରମାନଙ୍କର (intergovernmental) ମିଲିଟାରୀ ସନ୍ଧି (military alliance) ହୋଇଛି । ସନ ୪ ଏପ୍ରିଲ ୧୯୪୯ରେ ଏହି ସଂଘ ଉତ୍ତର ଆଟଲାଣ୍ଟିକ ସନ୍ଧି ପତ୍ର କାର୍ଯ୍ୟକାରୀ କରିଥିଲା । ନାଟୋ, ଏକ ସାମୁହିକ ସୁରକ୍ଷାତ୍ମକ ସଂଘ ଗଠନ କରି ତାହାଦ୍ୱାରା ଏହାର ନିଜସ୍ୱ ସ୍ୱାଧୀନ ସଭ୍ୟମାନେ ବାହ୍ୟ ସଂସ୍ଥାରୁ ଆକ୍ରମଣ ହେଲେ ଏହା ବିରୁଦ୍ଧରେ ପାରସ୍ପାରିକ ସୁରକ୍ଷା ନିମନ୍ତେ ପଦକ୍ଷେପ ନେବେ । ନାଟୋର ମୂଖ୍ୟ କାର୍ଯ୍ୟାଳୟ (NATO's Headquarters| ) ବ୍ରସେଲସ, (Brussels) ବେଲଜିଅମର ଏଭରେଠାରେ ଓ ସୁପ୍ରିମ ହେଡକ୍ୱାଟର ଆଲାଏଡ ପାୱାର ୟୁରୋପର (headquarters of Allied Command Operations|) ମୋନସରେ ସାମୁହିକ କାର୍ଯ୍ୟାଳୟ ସାମୁହିକ କମାଣ୍ଡ ଅବସ୍ଥିତ ଅଛି ।
ହ୍ୱାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ୱାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।