ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ରିଲିଆନ୍ସ ଜିଓ ଇନ୍ଫୋ କମ ଲିମିଟେଡ଼ କିମ୍ବା ଜିଓ ଏକ (ଏଲଟି ଇ ଦୂର ସଞ୍ଚାର) [[[ଭାରତ]]ର ମୋବାଇଲ ନେଟୱାର୍କ ଅପରେଟର୍ସ ଅଟେ । ଏହା ନଭି ମୁମ୍ବାଇ , ମହାରାଷ୍ଟ୍ରର ଏକ ପୂର୍ଣ୍ଣ ସ୍ୱାମୀତ୍ୱ ରୂପୀ ସହାୟକ କମ୍ପାନୀ ଅଟେ ଯାହା ରେଡ଼ିଓ ନେଟୱର୍କ (2 ଜି/3 ଜି) ଆଧାରିତ ସେବା ବିନା (4 ଜି) (ଏଲଟି ଇ ଦୂର ସଞ୍ଚାର) ସେବା ପ୍ରଦାନ କରିଥାଏ ଏବଂ ଦେଶରେ କେବଳ (ଭୋଲଟି ଇ) - "ଭଏସ ଓଭର ଏଲଟି ଇ" ଅପରେଟର ଅଟେ, ଯେଉଁଥିରେ (2 ଜି / 3 ଜି)ର ବିରାସତ ନେଟୱର୍କର ସମର୍ଥନ ରହିଥାଏ ତା'ସହିତ 22 ଟେଲିକମ ସର୍କଲରେ ଆବଦ୍ଧ ହୋଇ ।ସ୍ୱର୍ଗତ ଧିରୁଭାଈ ଅମ୍ବାନୀଙ୍କ 83ତମ ଜୟନ୍ତୀର ପୂର୍ବ ସନ୍ଧ୍ୟାରେ, 27 ଡିସେମ୍ବର 2015 ମସିହାରେ, ରିଲିଆନ୍ସ ଇଣ୍ଡଷ୍ଟ୍ରିର ସଂସ୍ଥାପକ ଜିଓର ଭାଗିଦାର ଏବଂ କର୍ମଚାରୀଙ୍କୁ ସେବାର ପ୍ରଥମ ବିଟା ଆରମ୍ଭ ହୋଇଥିଲା , ଏବଂ ପରେ ସେବା ଗୁଡିକୁ ବାଣିଜ୍ୟିକ ଆଧାରରେ 5 ସେପ୍ଟେମ୍ବର 2016 ମସିହାରେ ଲଞ୍ଚ କରାଗଲା ।
କରୋନାଭୂତାଣୁ (ଇଂରାଜୀ ଭାଷା: Coronaviruses) ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଦଳ ଯଥା: ଗାଈ ଓ ଘୁଷୁରୀଙ୍କୁ ହେଉଥିବା ତରଳ ଝାଡ଼ା ଓ କୁକୁଡ଼ାଙ୍କର ଉର୍ଦ୍ଧ୍ୱ ଶ୍ୱାସକ୍ରିୟା ରୋଗ । ମାନବ ଦେହରେ ଏହି ଭୂତାଣୁ ପ୍ରାୟତଃ ସାମାନ୍ୟ ଧରଣର ଶ୍ୱାସକ୍ରିୟା ସଂକ୍ରମଣ (respiratory infection) କରାଏ କିନ୍ତୁ ତାହା କ୍ୱଚିତ ଘାତକ ସିଦ୍ଧ ହୋଇଥାଏ । ଗଳା, ନାକ ଓ ସାଇନସରେ ଏହି ସଂକ୍ରମଣ ହୁଏ । ଏହି ଭୂତାଣୁର ଚିକିତ୍ସା ବା ପ୍ରତିଷେଧକ ନିମନ୍ତେ କୌଣସି ଟୀକା ପ୍ରସ୍ତୁତ ହୋଇନାହିଁ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2) ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କ ଦ୍ଵାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ଵୀକୃତି ଲାଭ କରିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ହ୍ୱାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ୱାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ଔଡି ଏଜି, (ଇଂରାଜୀ: AUDI AG) ଏକ ଜର୍ମାନ୍ ଯାନବାହାନ ନିର୍ମାତା ଯାହା ବିଭିନ୍ନ ପ୍ରକାର ବିଳାସମୟ କାର୍ ଗୁଡିକର ପରିକଳ୍ପନା,ନିର୍ମାଣ ତଥା ବିକ୍ରୟ କରିଥାଏ | ଔଡି ଏହାର ବିଶ୍ୱବ୍ୟାପୀ ସମସ୍ତ ସଞ୍ଚାଳନ ଜର୍ମାନୀ ଦେଶରେ ଥିବା ବାଭାରିଆ ରାଜ୍ୟର ଇଙ୍ଗୁଲଷ୍ଟାଟ୍ ସହରର ନିଜସ୍ୱ ମୁଖ୍ୟାଳୟରୁ କରିଥାଏ |ଔଡି ତାହାର ସମସ୍ତ ଯ଼ାନଗୁଡିକ ବିଶ୍ୱରେ ଥିବା ସମୁଦାୟ ନଅଟି କାରଖାନାରୁ ଉତ୍ପାଦନ କରିଥାଏ |
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମାନସିକ ରୋଗ ମନର ଏକ ଅସାଧାରଣ ଅବସ୍ଥା ଯାହା ମନୁଷ୍ୟର ବ୍ୟବହାରରୁ ଜଣାପଡ଼େ । ଏହାର ଦୂର୍ଦ୍ଦଶା ଓ ଅସମର୍ଥତା ସହ ସମ୍ପର୍କ ଥାଏ ଯାହା ଲୋକର ସାଧାରଣ ସଂସ୍କୃତି ସହ ଜଡ଼ିତ ନ ଥାଏ । ଗୋଟିଏ ମଣିଷର ଚିନ୍ତାଧାରା, କର୍ମ, ଭାବନା ଓ ଗ୍ରହଣ ଶକ୍ତି ଉପରେ ମାନସିକ ରୋଗର ସଂଜ୍ଞା ନିର୍ଭର କରେ । ଏହା ମସ୍ତିଷ୍କର କୌଣସି ନିର୍ଦ୍ଦିଷ୍ଟ ଅଂଶର କାମ ଉପରେ ନିର୍ଭର କରେ ବା ସାମାଜିକ ସ୍ତରରେ ଅନ୍ୟ ସ୍ନାୟୁ ମଣ୍ଡଳର କାମ ଉପରେ ନିର୍ଭର କରେ ଯାହା ମୂଖ୍ୟତଃ ସାମାଜିକ ପରିପ୍ରେକ୍ଷୀରେ ଜଡ଼ିତ ଥାଏ । ମାନସିକ ସ୍ୱାସ୍ଥ୍ୟର ବୁଝାମଣା ସମୟ କ୍ରମେ ବଦଳି ଚାଲିଛି । ଏହାର ବର୍ଗୀକରଣ ବଦଳି ଚାଲିଛି । ଅନେକ କ୍ଷେତ୍ରରେ ମାନସିକ ସ୍ୱାସ୍ଥ୍ୟ ଓ ମାନସିକ ରୋଗର ସ୍ଥିତି ନେଇ ରୋଗ ନିର୍ଣ୍ଣୟ ଜଟିଳ ହୋଇଯାଏ । ଡବ୍ଲ୍ୟୁ.ଏଚ୍.ଓ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ହସ ଲୁହ ଭରା ଦୁନିଆ, ୧୯୯୦ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କାଳିନ୍ଦୀ ତ୍ରିପାଠୀ । ଶୀର୍ଷନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟି ସଂଳାପ ରଚନା କରିଥିଲେ । ପ୍ରଣବ ଦାସ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମିହିର ଦାସ, ହର ପଟ୍ଟନାୟକ, ରାଇମୋହନ ପରିଡ଼ା, ନରେନ୍ଦ୍ର ବେହେରା, ଦେବୁ ବ୍ରହ୍ମା, ଜୟୀରାମ ସାମଲ, ପ୍ରତିଭା ସାହୁ, ଅରୁଣ ଦାସ, କାଳନ୍ଦୀ ତ୍ରିପାଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସିଜୋଫ୍ରେନିଆ ଏକ ମାନସିକ ବେମାରୀ ଯେଉଁଥିରେ ଅସ୍ୱାଭାବିକ ସାମାଜିକ ବ୍ୟବହାର ଓ ବାସ୍ତବିକତା ବୁଝିବା ଅକ୍ଷମତା ଭଳି ଲକ୍ଷଣମାନ ଦେଖାଯାଏ । ଏଥିରେ ସାଧାରଣତଃ ମିଥ୍ୟା ବିଶ୍ୱାସ, ଅସ୍ପଷ୍ଟ ଚିନ୍ତାଧାରା, ନ କୁହା କଥା ଶୁଣାଯିବା, ସାମାଜିକ ମିଳାମିଶା ଓ ଭାବୁକ ଅଭିବ୍ୟକ୍ତି କମିଯିବା ଓ ପ୍ରେରଣା ଅଭାବ ଆଦି ଲକ୍ଷଣମାନ ଦେଖାଯାଏ । ଅଧିକ ମାନସିକ ସ୍ୱାସ୍ଥ୍ୟ ସମସ୍ୟା ଯେପରିକି ଉତ୍କଣ୍ଠା, ଅଧିକ ଅବସାଦ ବେମାରୀ ବା ସବ୍ସ୍ଟାନ୍ସ ଡିଜଅର୍ଡ଼ର ଇତ୍ୟାଦି ଦେଖାଯାଏ । ଲକ୍ଷଣମାନ ଧୀରେ ଧୀରେ ଆସେ,ଅଳ୍ପ ବୟସ୍କ ଯୁବାବସ୍ଥାରେ ଆରମ୍ଭ ହୁଏ ଓ ବହୁତ ଦିନ ପର୍ଯ୍ୟନ୍ତ ରହେ ।ସିଜୋଫ୍ରେନିଆ ଏକ ଅସାଧାରଣ ମାନସିକ ବ୍ୟାଧି ଯେଉଁଥିରେ ଚିନ୍ତା ଧାରା (Thought process) ବ୍ୟାହତ ହେବା ସହ ଭାବ ପ୍ରବଣତାର(Emotional response) ପ୍ରତିକ୍ରିୟା କମିଯାଏ । ରୋଗ ଲକ୍ଷଣ: ଅନୁଭବ ବିଭ୍ରମ (Hallucination), ମାନସିକ ବିକାର, ଅବାସ୍ତବ ବିଶ୍ୱାସ(Delusion), ଅସଞ୍ଜତ ବାର୍ତ୍ତଳାପ ଓ ଚିନ୍ତାଧାରା । ଏହା ସହ ସମାଜିକ କର୍ତ୍ତବ୍ୟ ଓ କର୍ମକ୍ଷେତ୍ରରେ ମଧ୍ୟ ଅବନତି ହୁଏ । ଏହା ସ୍ୱଳ୍ପ ଯୁବାବସ୍ଥାରେ ଆରମ୍ଭ ହୁଏ । ରୋଗୀର ବ୍ୟବହାର, ଅନୁଭୁତି ଏବଂ ସାମାଜିକ ଆଉ ବ୍ୟକ୍ତିଗତ ଅବସ୍ତାକୁ ସୁଚାରୁ ରୁପେ ଅଧୟନ କଲାପରେ ଏହି ରୋଗକୁ ନିର୍ଣ୍ଣୟ କରାଯାଏ । ଜେନେଟିକ୍, ପରିବେଶ, ସ୍ନାୟୁ-ଜୀବବିଜ୍ଞାନ (neurobiology), ମନସ୍ତତ୍ତ୍ୱ, ଓ ସାମାଜିକ ପ୍ରଭାବ ଯୋଗୁ ରୋଗ ହେଉଥିବା ବିଶ୍ୱାସ କରାଯାଏ ଓ କେତେକ ଔଷଧ ଖାଇଲେ ଏହି ରୋଗ ଆରମ୍ଭ ହୁଏ ବା ବଢିଯାଏ । ଏହା ଗୋତିଏ ରୋଗ ବା ଅନେକ ଲକ୍ଷଣର ସମାହାର, ଏ ବିଷୟରେ ମତ ଭେଦ ରହିଛି । ଏହି ନାମଟି ଏକ ଗ୍ରୀକ ଶବ୍ଦରୁ [skhizein (σχίζειν, "to split" and phrēn, phren- (φρήν, φρεν-; "mind"] ଅଣା ହୋଇଛି ଯାହାର ଆକ୍ଷରିକ ଅର୍ଥ 'ବିଭାଜିତ ମାନସ'(Split mind) କିନ୍ତୁ ଅଧୁନା ଏହି ଅର୍ଥକୁ ଗ୍ରହଣ କରାଯାଉନାହିଁ ଓ ଏହାକୁ ଡିସୋସେଏଟିଭ୍ ଆଇଡେଣ୍ଟିଟି (dissociative identity disorder) ନାମ ଦିଆଯାଇଛି ।
ତମ୍ବାଖୁର ସ୍ୱାସ୍ଥ୍ୟ ଉପରେ ପ୍ରଭାବ ଆଲୋଚନାରେ ଏହାର ସ୍ଥିତି, ପ୍ରକ୍ରିୟା ଓ ଅନ୍ୟାନ୍ୟ ବିଷୟ ରହିବ । ପ୍ରାଥମିକ ସ୍ତରରେ ସିଗାରେଟ ତମ୍ବାଖୁ ବା ଟବାକୋ ଉପରେ ଏହାର ଅନୁଶୀଳନ କେନ୍ଦ୍ରୀଭୁତ ହୋଇଛି ଓ ଅନ୍ୟାନ୍ୟ ତମ୍ବାଖୁ ଅପେକ୍ଷା ଏହା ଉପରେ ଏହାର ଅଧିକ ଅନୁଶୀଳନ ହୋଇଛି। ସଂସାରରେ ତମ୍ବାଖୁ ହେଉଛି ଏକ ମାତ୍ର ସର୍ବାଧିକ ମୃତ୍ୟୁ ସଙ୍କଟ କାରକ ପଦାର୍ଥ । ହୃତପିଣ୍ଡ, କଲିଜା ଓ ଫୁସଫୁସ ଏହାର ପ୍ରଭାବରେ ଆକ୍ରାନ୍ତ ହୁଅନ୍ତି । ଧୁମ୍ରପାନ ଯୋଗୁ ହୃଦଘାତ, ଷ୍ଟ୍ରୋକ, କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ପଲ୍ମୋନାରି ଡିଜିଜ (ପୂର୍ବେ ଏମ୍ଫିସେମା ଓ କ୍ରନିକ ବ୍ରୋଙ୍କାଇଟିସ୍ କୁହାଯାଉଥିଲା), ସ୍ୱର ପେଟିକା, ପାଟି ଓ ଅଗ୍ନାଶୟରେ କର୍କଟ ରୋଗ ହୁଏ । ଉଚ୍ଚ ରକ୍ତଚାପ ଓ ରକ୍ତନଳୀ ରୋଗ ମଧ୍ୟ ଏହା ଯୋଗୁ ହୁଏ । କେତେ ସମୟ ଧରି ଓ କେତେ ସଂଖ୍ୟକ ଧୁମ୍ରପାନ ହେଉଛି ତାହା ଉପରେ ଏହାର ପ୍ରଭାବ ନିର୍ଭର କରେ । ଅଳ୍ପ ବୟସରୁ ଆରମ୍ଭ ଓ ସିଗାରେଟରେ ଥିବା ଟାର ଏହି ରୋଗ ସଙ୍କଟ ବଢେଇ ଦିଏ । ଧୁମପାୟୀଙ୍କ ନିକଟରେ ରହି ଧୁଆଁ ପ୍ରଶ୍ୱାସରେ ନେଲେ ମଧ୍ୟ ସବୁ ବୟସ ନିମନ୍ତେ କ୍ଷତି କାରକ ହୁଏ । ଏହାକୁ ସେକଣ୍ଡ ହ୍ୟାଣ୍ଡ ଧୁମ୍ରପାନ କହନ୍ତି । ଅବିକଶିତ ଦେଶମାନଙ୍କରେ ମିଳୁଥିବା ସିଗାରେଟରେ ଟାର ଅଧିକ ଥାଏ ଓ ଏଥିରେ ଫିଲ୍ଟର ନ ଥିବାରୁ ଅଧିକ ସଂଙ୍କଟ ଜନକ ହୁଏ। ଡବ୍ଲ୍ୟୁ,ଏଚ.ଓ. ହିସାବରେ ୨୦୦୪ ମସିହାରେ ୫.୪ ନିୟୁତ ଓ ବିଂଶ ଶତାବ୍ଦିରେ ୧୦୦ ନିୟୁତ ମୃତ୍ୟୁ ହୋଇଥିଲା । ଆମେରିକାର ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ୍ ଆଣ୍ଡ ପ୍ରିଭେନ୍ସନ ଆକଳନ ଅନୁସାରେ ତମ୍ବାଖୁ ହେଉଛି ଏକକ ସ୍ୱାସ୍ଥ୍ୟ ସଙ୍କଟ ପ୍ରତିରୋଧକ ଓ ଅକାଳ ମୃତ୍ୟୁର କାରଣ"। ଅନେକ ଦେଶମାନଙ୍କରେ ଏହାର ବ୍ୟବହାର ଓ ବିକ୍ରି ଉପରେ ଅଙ୍କୁଶ ଓ ସତର୍କ ବାର୍ତ୍ତା ମାଧ୍ୟମରେ ତମ୍ବାଖୁ ବ୍ୟବହାର ରୋକିବାକୁ ଚେଷ୍ଟା କରୁଛନ୍ତି । ଧୁମ୍ରରେ ଥିବା କର୍କଟ ସୃଷ୍ଟିକାରୀ ପାଇରୋଲାଇଟିକ ପଦାର୍ଥ ଶରୀରରେ ଥିବା ଡି.ଏନ.ଏ.
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ମାର୍ଗାରେଟ ହିଫିଲ୍ଡ ହାମିଲଟନ (ଇଂରାଜୀ: Margaret Heafield Hamilton, ଜନ୍ମ ୧୯୩୬ ମସିହା ଅଗଷ୍ଟ ୧୭) ଜଣେ କମ୍ପ୍ୟୁଟର ବିଜ୍ଞାନୀ, ସିଷ୍ଟମ ଇଞ୍ଜିନିୟର, ଏବଂ ବ୍ୟବସାୟ ମାଲିକ । ସେ ଏମଆଇଟି ଇନଷ୍ଟ୍ରୁମେଣ୍ଟେସନ ଲାବୋରୋଟୋରୀର ସଫ୍ଟଓଏର ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ଥିଲେ । ଏହି ବିଭାଗ ଆପୋଲୋ ସ୍ପେସ ପ୍ରୋଗ୍ରାମର ଫ୍ଲାଇଟ ଭିତର ସଫ୍ଟଓଏରର ବିକାଶ କରିଥିଲା । ଆପୋଲୋ ୧୧ର କଠିନ ସମୟରେ ହାମିଲଟନଙ୍କ ଦଳର କାମ ଏହି ଯାନକୁ ଚନ୍ଦ୍ର ଉପରେ ଉହ୍ଲାଇବାର ବନ୍ଦରୁ ରୋକିଥିଲା । ୧୯୮୬ ମସିହାରେ ସେ ମାସାଚୁସେଟ୍ସର କ୍ୟାମ୍ବ୍ରିଜରେ ହାମିଲଟନ ଟେକନୋଲୋଜି, Inc.ର ସିଇଓ ହୋଇଥିଲେ । କମ୍ପାନିଟି ହାମିଲଟନଙ୍କ ସିଷ୍ଟମ ଓ ସଫ୍ଟଓଏର ଡିଜାଇନ ପାଇଁ ଡେଭଲପମେଣ୍ଟ ବିଫୋର ଦି ଫାକ୍ଟ (DBTF) ପାରାଡାଇମକୁ ଆଧାର କରି ଓ ଇଉନିଭର୍ସାଲ ସିଷ୍ଟମ୍ସ ଲାଙ୍ଗୁଏଜକୁ ନେଇ ତିଆରି ହୋଇଥିଲା ।ନିଜେ ଜଡ଼ିତ ଥିବା ୬୦ ଗୋଟି ପ୍ରକଳ୍ପ ଓ ଛ'ଟି ପ୍ରୋଗ୍ରାମକୁ ଭିତ୍ତି କରି ହାମିଲଟନ ୧୩୦ରୁ ଅଧିକ ପେପର, ପ୍ରୋସିଡିଂ ଓ ରିପୋର୍ଟ ପ୍ରକାଶ କରିଛନ୍ତି ।
ପଞ୍ଚକନ୍ୟା (ଇଂରାଜୀ ଭାଷାରେ Panchakanya (पञ्चकन्या, pañcakanyā), ବା ପାଞ୍ଚ କୁମାରୀ) ହିନ୍ଦୁ ଗ୍ରନ୍ଥମାନଙ୍କରେ ଲିଖିତ ପାଞ୍ଚ ନାୟିକା ଯାହାଙ୍କର ନାମ ନେଲେ ସମସ୍ତ ପାପ ତାପ ହରଣ ହୋଇଯାଉଥିବା ବିଶ୍ୱାସ କରାଯାଏ । ସେମାନଙ୍କର ନାମ ଅହଲ୍ୟା (Ahalya), ଦ୍ରୌପଦୀ, ସୀତା, ତାରା Tara ଓ ମନ୍ଦୋଦରୀ । ଦ୍ରୌପଦୀଙ୍କର ନାମ ମହାଭାରତରେ ଲିପିବଦ୍ଧ ଥିବା ବେଳେ ।, ସୀତା, ଅହଲ୍ୟା, ତାରା ଓ ମନ୍ଦୋଦରୀଙ୍କର ନାମ ରାମାୟଣରେ ଅଛି । ଏହି ପଞ୍ଚ କନ୍ୟାଙ୍କୁ ସତୀ ଓ ପବିତ୍ର ମନେକରାଯାଏ ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିଃସୃତ ଲୋକ କଥା ଯାହା ରୂଢି, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ରୂଢି ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଢଗ ଓ ଢମାଳି ସମାନାର୍ଥ ପ୍ରତୀତ ହେଉଥିଲେ ମଧ୍ୟ ଏଥିରେ ଏକ ସୂକ୍ଷ୍ମ ପାର୍ଥକ୍ୟ ଦୁଇଟି ଶବ୍ଦରେ ମଧ୍ୟ ବିଦ୍ୟମାନ । ଢଗରେ ଥାଏ ଶେଷ ଅକ୍ଷରର ମେଳ, ଉପଦେଶମୂଳକ ଏବଂ ଅନୁଭୂତିସିଦ୍ଧ ବଚନ । ଢ଼ମାଳିରେ ଅମେଳଯୁକ୍ତ ଗୀତ ଥାଏ ଏବଂ ସେ ସବୁ ସାଧାରଣତଃ ବ୍ୟଙ୍ଗୋକ୍ତିପୁର୍ଣ୍ଣ। ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ମାଛି ଦ୍ବୀପକ୍ଷୀ ଗଣ କିମ୍ବା (Diptera) ଗଣ ଅନ୍ତର୍ଗତ କୀଟ-ପତଙ୍ଗରେ ସାମିଲ ରହିଛନ୍ତି , ସେମାନେ ଦ୍ୱି-ପକ୍ଷୀ (ଦୁଇ ପକ୍ଷୀ ଯୁକ୍ତ) ଅଟନ୍ତି । ଏଥିରେ ପାଖାପାଖି ୮୦ ହଜାର କୀଟ ଜାତି ରହିଛନ୍ତି । ଏଥିରେ ମାଛି, ପତଙ୍ଗ, ମଶା, ଝିଣ୍ଟିକା ତଥା ଏହିପ୍ରକାର ଅନ୍ୟ କୀଟ ମଧ୍ୟ ସାମିଲ ରହିଛନ୍ତି । ଏହି ସମୁଦାୟ ଅନ୍ତର୍ଗତ ଏକ ପ୍ରକାର ସୂକ୍ଷ୍ମ ତଥା ସାଧାରଣ ଆକାରର କୀଟ ରହିଥାନ୍ତି । ଏହି କୀଟ ଦିନ ତଥା ରାତ୍ରି ଉଭୟର ଉଡ଼ିଥାନ୍ତି ତଥା ଜଳ ଓ ସ୍ଥଳ ଉଭୟ ସ୍ଥାନରେ ଏମାନଙ୍କ ବାସସ୍ଥାନ ରହିଥାଏ । ସାଧାରଣତଃ ଏମାନେ ସମସ୍ତ ବିଶ୍ୱରେ ବିସ୍ତ୍ରୁତ ହୋଇ ରହିଛନ୍ତି କିନ୍ତୁ ଗ୍ରୀଷ୍ମ ପ୍ରବାହ ଦେଶରେ ଏମାନଙ୍କ ଆଧିପତ୍ୟ ପ୍ରତିବର୍ଷ 100ରୁ ଅଧିକ ମନୁଷ୍ୟ ତଥା ଅନ୍ୟ ଜନ୍ତୁମାନଙ୍କର ଏମାନଙ୍କ କାରଣରୁ ମୃତ୍ୟୁ ହୋଇଥାଏ । ମାଛି ଏକ ବଡ଼ କ୍ରମ ଅଟେ ଯେଉଁଥିରେ ୧୦୦,୦୦୦ ପ୍ରଜାତୀ ରହିଛନ୍ତି । ଏଥିରେ ଘୋଡା-ମାଛି, କ୍ରେନ-ମାଛି, ହୋଭର-ମାଛି ଏବଂ ଅନ୍ୟ କେତେକ ପ୍ରଜାତୀ ସାମିଲ ରହିଛନ୍ତି । ପାଖାପାଖି ୧୨୫,୦୦୦ ପ୍ରଜାତୀ ମାନଙ୍କର ହିଁ ବର୍ଣ୍ଣନା କରାଯାଇଛି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।