ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓ (ମୃତ୍ୟୁ: ୧୯ ଜୁନ ୨୦୦୬) ଦଶପଲ୍ଲାର ପୂର୍ବତନ ରାଜା ଥିଲେ ଏବଂ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବଂ ଲୋକ ସଭାରେ ସାଂସଦ ଭାବରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ । ୧୯୬୦ ମସିହାରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପନିର୍ବାଚନରେ ସେ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୬୨ ଭାରତୀୟ ସାଧାରଣ ନିର୍ବାଚନରେ ୩ୟ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2) ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କ ଦ୍ଵାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ଵୀକୃତି ଲାଭ କରିଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁ ଓ ଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା । ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଅତୀତରେ ଶ୍ରୀମନ୍ଦିରର ଅଗ୍ନିକୋଣରେ ଥିବା ଏକ ମଣ୍ଡପରେ ଜଗନ୍ନାଥ ମହାପ୍ରଭୁଙ୍କ ଦୋଳ ଉତ୍ସବ ଅନୁଷ୍ଠିତ ହେଉଥିଲା। ତେଣୁ ଏହି ମଣ୍ଡପକୁ ଦୋଳମଣ୍ଡ ଓ ଉକ୍ତ ସାହିକୁ ଦୋଳମଣ୍ଡପ ସାହି ନାମିତ କରାଯାଇଛି। ଏକଦା ଦୋଳଉତ୍ସବ ସମୟରେ ଦୋଳି ଛିଡି ପଡ଼ିବାରୁ ବଡ଼ଠାକୁରଙ୍କ ଶ୍ରୀଭୂଜ ଭଗ୍ନ ହେବାରୁ ପରବର୍ତ୍ତୀ ଦୋଳଯାତ୍ରାମାନଙ୍କର ଚଳନ୍ତି ପ୍ରତିମା ଦୋଳ ମଣ୍ଡପକୁ ବିଜେ କରିଥିଲେ। ଏହି ମଣ୍ଡପଟି ଜୀର୍ଣ୍ଣ ହେବାରୁ ବୀର କିଶୋର ଦେବ ଶ୍ରୀମନ୍ଦିରର ମେଘନାଦ ପାଚେରୀ ବାହାରେ ଉତ୍ତର-ପୂର୍ବ କୋଣରେ ଅନ୍ୟ ଏକ ନୂତନ ମଣ୍ଡପ ଗଢାଇଥିଲେ, ଯାହାକି ଦୋଳବେଦୀ ନାମରେ ସୁପରିଚିତ। ସଂପ୍ରତି ଏହି ମଣ୍ଡପରେ ଶ୍ରୀଜୀଉଙ୍କର ଦୋଳଯାତ୍ରା ଅନୁଷ୍ଠିତ ହେଉଛି।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ବିବୁଧେନ୍ଦ୍ର ମିଶ୍ର (କୁନି ଭାଇନା ଭାବେ ପରିଚିତ, ୩୦ ନଭେମ୍ବର ୧୯୨୦ - ୧୫ ଫେବୃଆରୀ, ୨୦୧୨) ଜଣେ ସ୍ୱାଧୀନତା ସଂଗ୍ରାମୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ବିଶିଷ୍ଟ ଆଇନଜୀବୀ, କ୍ରିଡ଼ା ସଂଗଠକ, ଲେଖକ ତଥା ସାମ୍ବାଦିକ । ବିବୁଧେନ୍ଦ୍ର ୧୯୨୦ ମସିହା ନଭେମ୍ବର ୩୦ ତାରିଖରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳର କୁଣ୍ଢେଇବେଣ୍ଟ ସାହିରେ ଗୋପିନାଥ ମିଶ୍ର ଓ ମୁକ୍ତାବାଳା ଦେବୀଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ନଦୀ ହେଉଛି ଏକ ସ୍ୱତ ପ୍ରବାହିତ ଜଳବାହକ ,ଯେଉଁଥିରେ ସାଧାରଣତଃ ମିଠାଜଳ, ସମୁଦ୍ର କିମ୍ବା ଆଉ ଏକ ନଦୀରେ ଯାଇ ମିଶିଥାଏ ।ବେଳେ ବେଳେ ନଦୀ ଭୂମି ଭିତରେ ପ୍ରବାହିତ ହୋଇ ବସି ଯାଇଥାଏ । ନଦୀର କୌଣସି ପ୍ରକୃତ ସଂଜ୍ଞା ନଥାଏ । ଭୌଗଳିକ ଅବସ୍ଥିତି ନେଇ ଛୋଟ ଛୋଟ ନଦୀର ନାମ କାରଣ କର ଯାଇଥାଏ । ଉଦାହରଣ ସ୍ୱରୂପ ରନ ଆମେରିକାରେ , ବର୍ନ ସ୍କଟଲାଣ୍ଡରେ,ବେକ ଉତ୍ତର ଇଂଲଣ୍ଡଠାରେ । ନଦୀ ଜଳଚକ୍ରର ଏକ ଅଂଶ ଅଟେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଅନୁପମ ଭାରତ ବ୍ରହ୍ମପୁର, ଭୁବନେଶ୍ୱର ଓ ରାୟଗଡ଼ାରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ୧୯୯୬ ମସିହାରେ ଏହି ଖବରକାଗଜ ସ୍ୱର୍ଗତ କାଳୀଚରଣ ପଣ୍ଡାଙ୍କଦ୍ୱାରା ପ୍ରତିଷ୍ଠା କରାଯାଇଥିଲା ଏବଂ ବ୍ରହ୍ମପୁରରୁ ଏହାର ପ୍ରକାଶନ ଆରମ୍ଭ କରାଯାଇଥିଲା । ଏହି ଖବରକାଗଜ ୨୦୧୧ ମସିହାରେ ଓଡ଼ିଶା୩୬୦ ସଂସ୍ଥା ସହ ଏକ ବୁଝାମଣା ହସ୍ତାକ୍ଷର କରି ଇନ୍ଟରନେଟରେ ନିଜର ସ୍ଥିତିକୁ ମଜବୁତ କରିପାରିଛି ।
ଭାଗବତ ଟୁଙ୍ଗି (ଭାଗବତ ଟୁଙ୍ଗୀ ମଧ୍ୟ ଲେଖାଯାଏ ) ଓଡ଼ିଶାରେ ଆଗକାଳରେ ପ୍ରଚଳିତ ଏକ କୋଠଘରକୁ ବୁଝାଇଥାଏ ଯେଉଁଠାରେ ଗାଁର ଲୋକମାନେ ସଞ୍ଜ ବେଳେ ମେଳି ହୋଇ ଭାଗବତ, ଓଡ଼ିଆ ରାମାୟଣ, ଓଡ଼ିଆ ମହାଭାରତ ତଥା ନାନାଦି ପୁରାଣ ଆଲୋଚନା, ଗାଁରେ ହେଉଥିବା ଅସୁବିଧା ଓ ତାହାର ସମାଧାନ, ନ୍ୟାୟ-ନିଶାପ ଆଦି କରୁଥିଲେ । ଏଥିରେ ଧନୀ, ଗରିବ, ପଢୁଆ, ଅପାଠୁଆ ସଭିଏଁ ଭାଗ ନେଉଥିଲେ । ପୁରୀର ସାତଲହରୀ ମଠରେ ଷୋଡ଼ଶ ଶତାବ୍ଦୀର ପ୍ରାରମ୍ଭରେ ଏହି ଭାଗବତ ଟୁଙ୍ଗି ପ୍ରଥମେ ଆତ୍ମପ୍ରକାଶ କରିଥିଲା ଓ କ୍ରମେ ସମଗ୍ର ଓଡ଼ିଶାରେ ଗଢ଼ି ଉଠିଥିଲା ।
ଏସ୍କେରିସିଆ କୋଲାଇ (ଇଂରାଜୀ ଭାଷାରେ Escherichia coli) ( /ˌɛʃəˈrɪkiə ˈkoʊlaɪ/), ଅନ୍ୟ ନାମ ଇ.କୋଲାଇ (E. coli) ( /ˌiː ˈkoʊlaɪ/), ଏହା ଏକ ଗ୍ରାମ ନେଗେଟିଭ ଜୀବାଣୁ (Gram-negative), ଫ୍ୟାକଲ୍ଟେଟିଭ ଅନେରୋବ (facultative anaerobic), ରଡ୍ ଆକାରର (rod-shaped), କୋଲାଇଫର୍ମ ଜୀବାଣୁ (coliform bacterium) ଯାହାର ଜାତି ଏସ୍କେରିସିଆ ଓ ଏମାନେ ସାଧାରଣତଃ ଉଷ୍ମରକ୍ତ ବିଶିଷ୍ଟ (warm-blooded) ପ୍ରାଣୀମାନଙ୍କର ଅନ୍ତନଳୀର ନିମ୍ନଭାଗରେ ମିଳନ୍ତି । ଅଧିକାଂଶ ଇ କୋଲାଇ ସ୍ଟ୍ରେନ (strains) ବିପଦଶୂନ୍ୟ ଅଟନ୍ତି କିନ୍ତୁ କେତେକ ସେରୋଟାଇପ ହୋଷ୍ଟ ଦେହରେ ବିଷକ୍ରିୟା ଓ ଖାଦ୍ୟ ପ୍ରଦୂଷଣ ସୃଷ୍ଟି କରନ୍ତି; ଏଥିଯୋଗୁ ଖାଦ୍ୟପଦାର୍ଥ ଫେରେଇଦିଆଯାଏ । ଏମାନଙ୍କ ମଧ୍ୟରୁ ବିପଦଶୂନ୍ୟ ସ୍ଟ୍ରେନ ଜୀବାଣୁଗୁଡ଼ିକ ଅନ୍ୟ ଅଣୁଜୀବମାନଙ୍କ ସହିତ ଅନ୍ତନଳୀରେ ସାଧାରଣତଃ ବାସ କରନ୍ତି ଓ ହୋଷ୍ଟମାନଙ୍କ ଦେହରେ ଭିଟାମିନ କେ୨ ଜୀବସାର କେ୨ ପ୍ରସ୍ତୁତ କରନ୍ତି, ଓ ରୋଗ ସୃଷ୍ଟିକାରୀ ଜୀବାଣୁମନଙ୍କର କଲୋନୀ ତିଆରିକୁ ବାଧା ଦିଅନ୍ତି । ମଳ ସହିତ ଇ କୋଲାଇ ପରିବେଶକୁ ଠେଲିହୋଇ ବାହାରିଯାଆନ୍ତି । ମଳ ଭିତରେ ରହି ଏରୋବିକ ସ୍ଥିତିରେ ୩ ଦିନ ମଧ୍ୟରେ ନିଜ ସଂଖ୍ୟା ଅହେତୁକ ଭାବରେ ବୃଦ୍ଧି କରନ୍ତି ଓ ପରେ ସଂଖ୍ୟା କମିଯାଏ । ଅନ୍ତନଳୀ ଅଣୁଜୀବଙ୍କ ମଧ୍ୟରେ ପ୍ରାୟ ୧% ଇ. କୋଲାଇ ଓ ଅନ୍ୟାନ୍ୟ ଫ୍ୟାକଲ୍ଟେଟିଭ ଆନେରୋବିକ ଅର୍ଗାନିଜ୍ମ (facultative anaerobes) ମିଶି ରହନ୍ତି, ଓ ମଳ-ମୁଖ ରାସ୍ତାରେ (fecal–oral transmission) ମୁଖ୍ୟତଃ ଜୀବାଣୁ ଯାଇ ରୋଗ ରୋଗ ସୃଷ୍ଟିକରନ୍ତି । ଦେହ ବାହାରେ ଜୀବାଣୁ ଅଳ୍ପ ସମୟ ରହିପାରନ୍ତି ଓ ସେହି ସମୟରେ ନମୁନା ନେଇ ମଳ ପ୍ରଦୂଷଣ (fecal contamination) ନିମନ୍ତେ ପରୀକ୍ଷା କରାଯାଏ । ଏକାଧିକ ଗବେଷକ ପରୀକ୍ଷା କରି ଦେଖୁଛନ୍ତି, ଇ କୋଲାଇ ବାହାରେ ଅଧିକ ସମୟ ପର୍ଯ୍ୟନ୍ତ ରହିପାରୁଛନ୍ତି । ଲାବୋରେଟୋରୀରେ ତନ୍ନ ତନ୍ନ କରି ୬୦ ବର୍ଷକାଳ ଧରି ପରୀକ୍ଷା କରି ଜଣାଯାଇଛି ଯେ ଜୀବାଣୁକୁ ସହଜରେ କଲଚର ଓ ବିକାଶ କରିହେବ ଓ ଏହି ପରୀକ୍ଷାରେ ଅଧିକ ଖର୍ଚ୍ଚ ମଧ୍ୟ ହେବନନି । ଇ କୋଲାଇ ଏକ କେମୋହେଟେରୋଟ୍ରୋଫ (chemoheterotroph) ଯାହାର ରାସାୟନିକ ମିଡିଅମରେ କାର୍ବନ ଓ ଏନର୍ଜି ଯୋଗ କରିବାକୁ ହୁଏ । ଇ.
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
କୋଣାର୍କ ସଂଗ୍ରହାଳୟ ଭାରତୀୟ ପ୍ରତ୍ନତତ୍ୱ୍ ବିଭାଗଦ୍ୱାରା ୧୯୬୮ ମସିହାରେ ନିର୍ମାଣ ହୋଇଥିଲା କୋଣାର୍କର ଏହି ପ୍ରତ୍ନତତ୍ୱ୍ ସଂଗ୍ରାହାଳୟ। ଦେଶବିଦେଶର କଳା ସ୍ଥାପତ୍ୟ ସ୍ଥାନ ପାଇଛି ଏହି ସଂଗ୍ରାହାଳୟରେ। ବିଶେଷ ଭାବରେ କୋଣାର୍କ ସୂର୍ଯ୍ୟ ମନ୍ଦିରର ଭଗ୍ନାବଶେଷ ସ୍ଥାପତ୍ୟ ଗୁଡିକ ଏଠାରେ ସ୍ଥାନ ପାଇଛି। ଏହି ସଂଗ୍ରାହାଳୟରେ ବର୍ତ୍ତମାନ ରହିଛି ତ୍ରୟୋଦସଶ ଶତାବ୍ଦୀର ଅଶୋକଙ୍କର ପ୍ରତିମୂର୍ତ୍ତୀ ଓ ବ୍ରାହ୍ମୀ ଲିପି଼। ସେହିପରି ସୂର୍ଯ୍ୟ ଦେବତଙ୍କ ପ୍ରସ୍ତର ମୂର୍ତ୍ତୀ ,ଗୋଟିଏ ପୁନଃନିର୍ମିତ ରଥର ଚକ୍ର ଏବଂ ବରାହ ଓ ନରସିଂହଙ୍କର ପ୍ରସ୍ତର ମୂର୍ତ୍ତୀ ମଧ୍ୟ ଏହି ଗ୍ୟାଲେରୀରେ ସ୍ଥାନ ପାଇଛି଼। ସେହିପରି ପୁନଃନିର୍ମିତ ମନ୍ଦିର କାନ୍ଥ ସହିତ ଦୁଇଜଣ ସଂଗୀତଜ୍ଞ,କେତେକ ପଶୁମାନଙ୍କ ପ୍ରସ୍ଥର ନିର୍ମିତ ମୁଣ୍ଡ ଏବଂ ମୁଣ୍ଡ ବିହିନ ସ୍ଥାପତ୍ୟ ଗୁଡିକ ଦ୍ୱିତୀୟ ଗ୍ୟାଲେରୀର ମୁଖ୍ୟ ଆକର୍ଷଣ ହୋଇଛି। ତୃତୀୟ ଗ୍ୟଲେରୀର ସ୍ଥାନ ପାଇଛି ମୁଣ୍ଡ ବିହିନ ମହିଳାଙ୍କ ପ୍ରତିମୂର୍ତ୍ତୀ ସହ ଦୁଇଟି ପଶୁଙ୍କ ପ୍ରତିମୂର୍ତ୍ତୀ ଯାହା ସୂର୍ଯ୍ୟନାରାୟଣଙ୍କୁ ପୂଜା କରୁଥିବାର ଜଣା ଯାଇଛି। ଏହାଛଡା ଏଠାରେ ଗଜଲକ୍ଷ୍ମୀଙ୍କ ପ୍ରତିମୂର୍ତ୍ତୀ ଓ ନରସିଂହଦେବଙ୍କ ଶିବଲିଙ୍ଗ ,ପ୍ରଭୁ ଜଗନ୍ନାଥ ଏବଂ ଦେବୀ ଦୁର୍ଗାଙ୍କୁ ପୂଜା କରୁଥିବାର ପ୍ରତିମୂର୍ତ୍ତୀ ଶୋଭା ପଉଅଛି଼।ସେହିପରି ଚତୁର୍ଥ ଗ୍ୟାଲେରୀରେ ନୃତ୍ୟାଙ୍ଗନାଙ୍କଦ୍ୱାରା ନୃତ୍ୟରତ ରାଜସଭାର ପ୍ରତିମୂର୍ତ୍ତୀ ରହିଛି। ସୂର୍ଯ୍ୟ ଦେବ ଚାଲୁଥିବା ହାତୀ ଏବଂ ବିଭିନ୍ନ ଭଙ୍ଗୀରେ ଥିବା କନ୍ୟାମାନଙ୍କର ପ୍ରତିମୂର୍ତ୍ତୀ ଏଠାରେ ପର୍ଯ୍ୟଟକମାନଙ୍କୁ ବିଶେଷ ଭାବରେ ଆକୃଷ୍ଟ କରିଥାଏ।