ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ହରିହର ସାହୁ (୧୯ ଫେବୃଆରୀ ୧୯୩୮ - ୯ ଅପ୍ରେଲ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ହରିହର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
Unikonta ଓଧ (ଇଂରାଜୀ ଭାଷାରେ Otter) ଏକ ମାଂସଭୋଜୀ ସ୍ତନ୍ୟପାୟୀ ପ୍ରାଣୀ ଓ ଲୁଟ୍ରିନାଏ ପରିବାରର ଅଂଶବିଶେଷ । ଜଳଚର, ଉଭୟଚର ଓ ସାମୁଦ୍ରିକ ସବୁ ପ୍ରକାରର ମିଶାଇଲେ ପ୍ରାୟ ୧୩ଟି ଉପପ୍ରଜାତିର ଓଧ ଦେଖିବାକୁ ମିଳନ୍ତି । ମାଛ ଓ ଅନ୍ୟ ଅମେରୁଦଣ୍ଡୀ ପ୍ରାଣୀ ଏମାନଙ୍କ ମୁଖ୍ୟ ଆହାର । ଲୁଟ୍ରିନାଏ ପ୍ରକୃତରେ ୱିଜେଲ୍ ମଷ୍ଟେଲିଡାଏ ପରିବାରର (ମିଂକ୍, ମାର୍ଟେନ୍, ଗାଡ଼ଭାଲୁ ପ୍ରଭୃତିଙ୍କ ପରିବାର) ଏକ ଶାଖା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2) ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କ ଦ୍ଵାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ଵୀକୃତି ଲାଭ କରିଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
କୁଇନାପ୍ରିଲ (ଇଂରାଜୀ ଭାଷାରେ Quinapril, ଏକ ବିକ୍ରୟ ନାମ ଆକୁପ୍ରିଲ/ Accupril) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍ପାତ ଓ ମଧୁମେହ ବୃକ୍କ ରୋଗ (diabetic kidney disease) ଇତ୍ୟାଦି ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ଉଚ୍ଚ ରକ୍ତଚାପ ରୋଗରେ ଏହା ଏକ ଉଚିତ ପ୍ରାରମ୍ଭିକ ଚିକିତ୍ସା । ଏହା ପାଟିରେ ଦିଆଯାଏ । କୁଇନାପ୍ରିଲର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ମୁଣ୍ଡ ଓଜନିଆ, ଥକ୍କାଣ ଅନୁଭବ ଓ କାଶ ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ବୃକ୍କ ସମସ୍ୟା, ଯକୃତ ସମସ୍ୟ, ଅଳ୍ପ ରକ୍ତଚାପ (low blood pressure), ଅଧିକ ରକ୍ତ ପୋଟାସିଅମ (high blood potassium) ଓ ଆଞ୍ଜିଓଇଡିମା ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ଦିଆଯାଏ ନାହିଁ । ଏହା ଏକ ଏସିଇ ଇନହିବିଟର (ACE inhibitor) ଓ ରେନିନ-ଆଞ୍ଜିଓଟେନସିନ ସିସ୍ଟମର (renin-angiotensin-aldosterone system) କାର୍ଯ୍ୟକୁ କମେଇଦେଇ କାର୍ଯ୍ୟକ୍ଷମ ହୁଏ ।କୁଇନାପ୍ରିଲ ସନ ୧୯୮୦ରେ ପେଟେଣ୍ଟ ହେବା ପରେ ସନ ୧୯୮୯ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୩.୫୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୨ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୦୮ତମ ସ୍ଥାନରେ ଥଲା ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିଃସୃତ ଲୋକ କଥା ଯାହା ରୂଢି, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ରୂଢି ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଢଗ ଓ ଢମାଳି ସମାନାର୍ଥ ପ୍ରତୀତ ହେଉଥିଲେ ମଧ୍ୟ ଏଥିରେ ଏକ ସୂକ୍ଷ୍ମ ପାର୍ଥକ୍ୟ ଦୁଇଟି ଶବ୍ଦରେ ମଧ୍ୟ ବିଦ୍ୟମାନ । ଢଗରେ ଥାଏ ଶେଷ ଅକ୍ଷରର ମେଳ, ଉପଦେଶମୂଳକ ଏବଂ ଅନୁଭୂତିସିଦ୍ଧ ବଚନ । ଢ଼ମାଳିରେ ଅମେଳଯୁକ୍ତ ଗୀତ ଥାଏ ଏବଂ ସେ ସବୁ ସାଧାରଣତଃ ବ୍ୟଙ୍ଗୋକ୍ତିପୁର୍ଣ୍ଣ। ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ପ୍ରାମିପେକ୍ସୋଲ (ଇଂରାଜୀ ଭାଷାରେ Pramipexole, ଏକ ବିକ୍ରୟ ନାମ ମିରାପେକ୍ସ/ Mirapex) ଏକ ଔଷଧ ଯାହା ପାର୍କିନ୍ସନ୍ ରୋଗ/ ପିଡି) ଓ ରେସ୍ଟଲେସ ଲେଗ୍ସ ସିଣ୍ଡ୍ରୋମ/ ଆରଏଲଏସ) ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ପିଡି ରୋଗରେ ଏହା ଏକକ ଭାବରେ ଓ ଲେଭୋଡୋପା (levodopa) ସହିତ ଦିଆଯାଇପାରେ । ଏହା ପାଟିରେ ଦିଆଯାଏ ।ପ୍ରାମିପେକ୍ସୋଲର ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡ ବିନ୍ଧା, ଥକ୍କା ଅନୁଭବ, ନିଦ୍ରା ସମସ୍ୟା, ଶୁଷ୍ଡ ପାଟି ଓ ହାଲୁସିନେସନ (hallucinations) ହୋଇପାରେ । ପ୍ରତିକ୍ରିୟା ସାଂଘାତିକ ହେଲେ ଜୁଆ ଖେଳ ଆଗ୍ରହ, ଯୌନ ସମ୍ଭୋଗ, ହୃଦ୍ପାତ ଓ ଅଳ୍ପ ରକ୍ତଚାପ (low blood pressure) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧ ଦେବାର ନିରାପତ୍ତା ଅସ୍ପଷ୍ଟ ଅଛି । ଏହା ଅଣ-ଏର୍ଗୋଲିନ ଶ୍ରେଣୀର (non-ergoline) ଡୋପାମିନ ଅଗୋନିସ୍ଟ (dopamine agonist) ଔଷଧ ।ପ୍ରାମିପେକ୍ସୋଲ ସନ ୧୯୯୭ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୮.୪୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୫ ଆମେରିକୀୟ ଡଲାର । ସନ ୨୦୧୬ରେ ଏହାର ୨ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାରେ ୨୦୪ତମ ସ୍ଥାନ ଅଧିକାର କରିଥିଲା ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ହାଇଡ୍ରୋକ୍ଲୋରଥିଆଜାଇଡ/ଟ୍ରାୟାମଟେରିନ
ହାଇଡ୍ରୋକ୍ଲୋରଥିଆଜାଇଡ/ଟ୍ରାୟାମଟେରିନ (ଇଂରାଜୀ ଭାଷାରେ Hydrochlorothiazide/triamterene, ଅନ୍ୟ ନାମ କୋଟ୍ରାୟାମଟର୍ଜାଇଡ ଏକ ମିଶ୍ରିତ ଔଷଧ ଯେଉଁଥିରେ ହାଇଡ୍ରୋକ୍ଲୋରୋଥିଆଜାଇଡ ଓ ଟ୍ରାୟାନଟେରିନ (triamterene) ଥାଏ । ଉଚ୍ଚ ରକ୍ତଚାପ ଓ ଇଡିମାର (swelling) ଚିକିତ୍ସା ନିମନ୍ତେ ଏହା ଦିଆଯାଇପାରେ । କେବଳ ହାଇଡ୍ରୋକ୍ଲୋରଥିଆଜାଇଡ ବ୍ୟବହାର କରୁଥିବା ଲୋକର ଅଳ୍ପ ରକ୍ତ ପୋଟାସିଅମ (low blood potassium) ହେଲେ ଏହା ଦିଆଯାଇପାରେ । ଏହା ପାଟିରେ ଦିଆଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଆଇସୋନିଆଜିଡ/ରିଫାମ୍ପିସିନ (ଇଂରାଜୀ ଭାଷାରେ Isoniazid/rifampicin ବା isoniazid/rifampin) ଏକ ଔଷଧ ଯାହା ଯକ୍ଷ୍ମା ରୋଗର ଚିକିତ୍ସାରେ ବ୍ୟବହୃତ ହୁଏ । ଏହା ଏକ ସ୍ଥିରୀକୃତ ମାତ୍ରାର ମିଶ୍ରିତ ଔଷଧ ଯେଉଁଥିରେ ଆଇସୋନିଆଜିଡ ଓ ରିଫାମ୍ପିସିନ/ରିଫାମ୍ପିନ ଥାଏ । ଏହା ଅନ୍ୟାନ୍ୟ ଯକ୍ଷ୍ମାରୋଧୀ ଔଷଧମାନଙ୍କ (antituberculosis medication) ସହିତ ଦିଆଯାଏ । ଏହା ପାଟିରେ ଦିଆଯାଏ ।ଆଇସୋନିଆଜିଡ/ରିଫାମ୍ପିସିନର ଉପାଦାନମାନଙ୍କର ଗୁଣ ଅନୁସାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଏ । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଶାରୀରିକ ନୟନ୍ତ୍ରଣ ଅଭାବ, ଅରୁଚି, ଅଇ, କାଲୁଆ ଅନୁଭବ ଓ ଥକ୍କା ଅନୁଭବ ହୋଇପାରେ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟାରେ ଯକୃତ ସମସ୍ୟା (liver problems)ଦେଖାଯାଇପାରେ । ପିଲାମାନଙ୍କୁ ଏହି ଔଷଧ ଦେବାକୁ ସୁପାରିସ କରାଯାଏନାହିଁ । ଗର୍ଭାବସ୍ଥାରେ ଏହି ଔଷଧର ନିରାପତ୍ତା ସ୍ପଷ୍ଟ ହୋଇନାହିଁ ।ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ମାସ ଡୋଜର କ୍ରୟ ମୂଲ୍ୟ ୫.୧୦ ଆମେରିକୀୟ ଡଲାର । ଇଂଲାଣ୍ଡରେ ଏହାର ଏକ ମାସ ଔଷଧ ଖର୍ଚ୍ଚ ପ୍ରାୟ ୨୮.୧୧ ପାଉଣ୍ଡ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗ୍ଲାଇବେନକ୍ଲାମାଇଡ (ଇଂରାଜୀ ଭାଷାରେ Glibenclamide) ଅନ୍ୟ ନାମ ଗ୍ଲାଇବୁରାଇଡ/ glyburide) ଏକ ଔଷଧ ଯାହା ମଧୁମେହ ଟାଇପ ୨ ରୋଗ ଚିକିତ୍ସାରେ ବ୍ୟବହାର କରାଯାଏ । ଏହି ଔଷଧ ସହିତ ଉପଯୁକ୍ତ ଖାଦ୍ୟ ଓ ବ୍ୟାୟାମ କରିବାକୁ ସୁପାରିସ କରାଯାଏ । ଏହା ସହିତ ଅନ୍ୟାନ୍ୟ ମଧୁମେହ ଔଷଧ (antidiabetic medication) ଦିଆଯାଇପାରେ । ଏହା ମଧୁମେହ ଟାଇପ ୧ରେ ଏକକ ଭାବରେ ଦିଆଯାଏ ନାହିଁ । ଏହା ପାଟିରେ ଦିଆଯାଏ । ଗ୍ଲାଇବେନକ୍ଲାମାଇଡର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ ଓ ଛାତିଜ୍ୱାଳା ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଆଞ୍ଜିଓଇଡିମା ଓ ଅଳ୍ପ ରକ୍ତ ଶର୍କରା (low blood sugar) ହୋଇପାରେ । ଗର୍ଭାବସ୍ଥାରେ ଦିଆଯାଏ ନାହିଁ କିନ୍ତୁ ସ୍ତନ୍ୟପାନ ସମୟରେ ଦିଆଯାଇପାରେ । ଏହା ସଲଫୋନିଲୁରିଆ (sulfonylurea) ଶ୍ରେଣୀରେ ଏକ ଔଷଧ ଯାହା ଅଗ୍ନାଶୟରୁ (pancreas) ଅଧିକ ଇନସୁଲିନ (insulin) କ୍ଷରଣ କରାଏ ।ଗ୍ଲାଇବେନକ୍ଲାମାଇଡ ସନ ୧୯୬୯ରେ ପେଟେଣ୍ଟ ହେବା ପରେ ସନ ୧୯୮୪ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୩.୨୦ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୨.୫୦ ଆମେରିକୀୟ ଡଲାର ଥିଲା । ସନ ୨୦୧୬ରେ ଏହାର ୩ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୭୨ତମ ସ୍ଥାନରେ ଥଲା ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।ସାହିତ୍ୟିକ ଧନେଶ୍ୱର ସାମଲଙ୍କ ଜନ୍ମ ହୋଇଥିଲା ୧୯୩୨ ମସିହା ଡିସେମ୍ବର ମାସ୩୧ ତାରିଖରେ । ଜନ୍ମସ୍ଥାନ: ଅବିଭକ୍ତ କଟକ ଜିଲ୍ଲାର ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରିନଙ୍ଗଳ ଗ୍ରାମ ପଞ୍ଚାୟତର ବାହାଦୂର ନଗର ଗ୍ରାମରେ ।
ମାର୍ଗାରେଟ ହିଫିଲ୍ଡ ହାମିଲଟନ (ଇଂରାଜୀ: Margaret Heafield Hamilton, ଜନ୍ମ ୧୯୩୬ ମସିହା ଅଗଷ୍ଟ ୧୭) ଜଣେ କମ୍ପ୍ୟୁଟର ବିଜ୍ଞାନୀ, ସିଷ୍ଟମ ଇଞ୍ଜିନିୟର, ଏବଂ ବ୍ୟବସାୟ ମାଲିକ । ସେ ଏମଆଇଟି ଇନଷ୍ଟ୍ରୁମେଣ୍ଟେସନ ଲାବୋରୋଟୋରୀର ସଫ୍ଟଓଏର ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ଥିଲେ । ଏହି ବିଭାଗ ଆପୋଲୋ ସ୍ପେସ ପ୍ରୋଗ୍ରାମର ଫ୍ଲାଇଟ ଭିତର ସଫ୍ଟଓଏରର ବିକାଶ କରିଥିଲା । ଆପୋଲୋ ୧୧ର କଠିନ ସମୟରେ ହାମିଲଟନଙ୍କ ଦଳର କାମ ଏହି ଯାନକୁ ଚନ୍ଦ୍ର ଉପରେ ଉହ୍ଲାଇବାର ବନ୍ଦରୁ ରୋକିଥିଲା । ୧୯୮୬ ମସିହାରେ ସେ ମାସାଚୁସେଟ୍ସର କ୍ୟାମ୍ବ୍ରିଜରେ ହାମିଲଟନ ଟେକନୋଲୋଜି, Inc.ର ସିଇଓ ହୋଇଥିଲେ । କମ୍ପାନିଟି ହାମିଲଟନଙ୍କ ସିଷ୍ଟମ ଓ ସଫ୍ଟଓଏର ଡିଜାଇନ ପାଇଁ ଡେଭଲପମେଣ୍ଟ ବିଫୋର ଦି ଫାକ୍ଟ (DBTF) ପାରାଡାଇମକୁ ଆଧାର କରି ଓ ଇଉନିଭର୍ସାଲ ସିଷ୍ଟମ୍ସ ଲାଙ୍ଗୁଏଜକୁ ନେଇ ତିଆରି ହୋଇଥିଲା ।ନିଜେ ଜଡ଼ିତ ଥିବା ୬୦ ଗୋଟି ପ୍ରକଳ୍ପ ଓ ଛ'ଟି ପ୍ରୋଗ୍ରାମକୁ ଭିତ୍ତି କରି ହାମିଲଟନ ୧୩୦ରୁ ଅଧିକ ପେପର, ପ୍ରୋସିଡିଂ ଓ ରିପୋର୍ଟ ପ୍ରକାଶ କରିଛନ୍ତି ।
ଲିସିନୋପ୍ରିଲ/ହାଇଡ୍ରୋକ୍ଲୋରୋଥିଆଜାଇଡ
ଲିସିନୋପ୍ରିଲ/ହାଇଡ୍ରୋକ୍ଲୋରୋଥିଆଜାଇଡ (ଇଂରାଜୀ ଭାଷାରେ Lisinopril/hydrochlorothiazide, ଏକ ବିକ୍ରୟ ନାମ ଜେସ୍ଟୋରେଟିକ/ Zestoretic) ଏକ ପ୍ରକାର ମିଶ୍ରିତ ଔଷଧ ଯେଉଁଥିରେ ଏସିଇ ଇନହିବିଟର (ACE inhibitor) ଶ୍ରେଣୀର ଲିସିନୋପ୍ରିଲ ଓ ମୂତ୍ରଳ (diuretic) ଶ୍ରେଣୀର ହାଇଡ୍ରୋକ୍ଲୋରୋଥିଆଜାଇଡ ଔଷଧ ଅଛି । ଏହା ଉଚ୍ଚ ରକ୍ତଚାପ ରୋଗର ଚିକିତ୍ସା ନିମନ୍ତେ ବ୍ୟବହୃତ ହୁଏ । ଏଥିରେ ରୋଗୀ ଉପକୃତ ହେଲେ କୌଣସି ଗୋଟିଏ ଔଷଧ ବ୍ୟବହାର କରାଯାଇପାରେ । ଏହା ପାଟିରେ ଦିଆଯାଏ ।ଲିସିନୋପ୍ରିଲ/ହାଇଡ୍ରୋକ୍ଲୋରୋଥାୟାଜାଇଡର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ଓଜନିଆ (dizziness), ମୁଣ୍ଡ ବିନ୍ଧା, କାଶ, ଥକ୍କା ଅନୁଭବ ହୋଇପାରେ । ସାଂଘାତିକ ପ୍ରତିକ୍ରିୟା ହେଲେ ଆଞ୍ଜିଓଇଡିମା ଓ କମ ରକ୍ତଚାପ (low blood pressure) ହୋଇପାରେ । ଗର୍ଭାବସ୍ଥାରେ ଦେଲେ ଏହି ଔଷଧ କ୍ଷତି କରିପାରେ ।ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୮୯ରେ ଏହି ଔଷଧ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ଡୋଜର ହୋଲସେଲ ମୂଲ୍ୟ ୦.୦୫ ଆମେରିକୀୟ ଡଲାରରୁ କମ୍ ଥିଲା । ସନ ୨୦୧୭ରେ ସଂଯୁକ୍ତ ରାଷ୍ଟ୍ରରେ ଏନଏଚଏସକୁ (NHS) ଏହାର ଏକ ଡୋଜ ପିଛା ପ୍ରାୟ ୦.୪୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ସନ ୨୦୧୬ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ୧୪ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିପସନ ତାଲିକାରେ ୫୩ତମ ସ୍ଥାନ ଅଧିକାର କରିଥିଲା ।
ଆଟୋରଭାସ୍ଟାଟିନ (ଇଂରାଜୀ ଭାଷାରେ Atorvastatin, ଏକ ବିକ୍ରୟ ନାମ ଲିପିଟର/ Lipitor) ଏକ ସ୍ଟାଟିନ (statin) ଔଷଧ ଯାହା ଅଧିକ ସଙ୍କଟରେ ଥିବା ହୃଦରକ୍ତନାଳୀ ରୋଗ ଓ ଡିସଲିପିଡେମିଆ (abnormal lipid levels) ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ହୃଦରକ୍ତନାଳୀ ରୋଗ ନିମନ୍ତେ ଏହା ଏକ ପ୍ରଥମ ଧାଡ଼ିର ଔଷଧ । ଏହା ପାଟିରେ ଦିଆଯାଏ ।ଆଟୋରଭାସ୍ଟାଟିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଗଣ୍ଠି ଯନ୍ତ୍ରଣା, ତରଳ ଝାଡ଼ା, ଛାତି ଜ୍ୱାଳା, ଅଇ ଓ ମାଂସପେଶୀ ଯନ୍ତ୍ରଣା ହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ରାବଡୋମାୟୋଲାଇସିସ, ଯକୃତ ସମସ୍ୟା ଓ ମଧୁମେହ ହୋଇପାରେ । ଗର୍ଭାବସ୍ଥାରେ ଶିଶୁର କ୍ଷତି ହୋଇପାରେ । ଯକୃତରେ କୋଲେସ୍ଟେରଲ ପ୍ରସ୍ତୁତ କରୁଥିବା ଏଞ୍ଜାଇମ ଏଚଏମଜି-ସିଓଏ ରିଡକ୍ଟେଜର (HMG-CoA reductase) କାମକୁ ଏହି ଔଷଧ ଅବରୋଧ କରି କାର୍ଯ୍ୟକ୍ଷମ ହୁଏ । ଆଟୋରଭାସ୍ଟାଟିନ ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୯୬ରେ ଡାକ୍ତରୀ ବ୍ୟବହାର ନିମନ୍ତ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ (generic medication) ନାମରେ ମିଳେ । ସନ ୨୦୧୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସର ହୋଲସେଲ ମୂଲ୍ୟ ୩.୮୦ ଆମେରିକୀୟ ଡଲାର ଥିଲା । ସଂଯୁକ୍ତ ରାଷ୍ଟ୍ରରେ ଏହାର ଏକ ମାସର ଖର୍ଚ୍ଚ ସନ ୨୦୧୮ରେ ୦.୭୦ ପାଉଣ୍ଡ ଥିଲା । ସନ ୨୦୧୬ରେ ଏହି ଔଷଧର ୯୬ ନିୟୁତ ପ୍ରେସକ୍ରିପସନ ହୋଇଥିଲା ଓ ସେ ବର୍ଷ ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ୩ୟ ସର୍ବାଧିକ ପ୍ରେସକ୍ରିପସନ ଥିଲା ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଉଇଲିୟମ୍ ହେନେରୀ ବିଲ୍ ଗେଟ୍ସ୍ ୩ (ଜନ୍ମ ଅକ୍ଟୋବର୍ ୨୮, ୧୯୫୫) ଜଣେ ଆମେରିକୀୟ ବ୍ୟବସାୟୀ,ନିବେଶକ ଏବଂ ପ୍ରୋଗ୍ରାମର୍ । ୧୯୭୫ ମସିହାରେ ଗେଟ୍ସ୍ ଏବଂ ପଉଲ୍ ଆଲେନ୍ ମାଇକ୍ରୋସଫ୍ଟର ଆବିଷ୍କାର କରିଥିଲେ ଯାହାକି ବିଶ୍ୱର ସର୍ବବୃହତ୍ ପିସି ସଫ୍ଟୱେୟର୍ କମ୍ପାନୀ ଅଟେ । ମାଇକ୍ରୋସଫ୍ଟରେ କାମ କରୁଥିବା ସମୟରେ ସେ ଚେୟାରମ୍ୟାନ୍, ସିଇଓ ଏବଂ ମୁଖ୍ୟ ସଫ୍ଟୱେୟର୍ ଆର୍କିଟେକ୍ଟ୍ ଏବଂ ୨୦୧୪ ମେ ମାସ ପର୍ଯ୍ୟନ୍ତ ସର୍ବବୃହତ୍ ଅଂଶର ଅଧିକାରୀ ଥିଲେ । ଗେଟସ୍ ବିଭିନ୍ନ ପୁସ୍ତକର ଲେଖକ ଏବଂ ଉପଲେଖକ ଅଟନ୍ତି ।
ଶିଶିର ବେହେରା, ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାରପ୍ରାପ୍ତ ସାହିତ୍ୟିକ । ସମାଲୋଚନା ପୁସ୍ତକ ‘ବିମୁଗ୍ଧ ଉଚ୍ଚାରଣ’ ନିମନ୍ତେ ଶିଶିର ୨୦୧୯ ମସିହାରେ ଏହି ପୁରସ୍କାର ଲାଭ କରିଥିଲେ । ସେ ବୃତ୍ତିରେ ଜଣେ ଶିକ୍ଷାବିତ୍ ଓ ଗବେଷକ । ବର୍ତ୍ତମାନ ସେ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ ସହକାରୀ ପ୍ରଫେସର ଭାବରେ କାର୍ଯ୍ୟ କରୁଛନ୍ତି ।