ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଯୁବରାଜ ସିଂହ (୧୨ ଡିସେମ୍ବର ୧୯୮୧ ଚଣ୍ଡୀଗଡ଼ର ଏକ ପଞ୍ଜାବୀ ଜାଠ ପରିବାରରେ ଜନ୍ମ । ସେ ଭାରତୀୟ କ୍ରିକେଟର ଏବଂ ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଓ ପଞ୍ଜାବୀ ଅଭିନେତା ଯୋଗରାଜ ସିଂହଙ୍କ ପୁଅ ଅଟନ୍ତି । ସେ ଭାରତୀୟ କ୍ରିକେଟ (ଦିନକିଆ)ଦଳରେ ୨୦୦୦ ମସିହାରେ ସାମିଲ ହେଲେ ଓ ପ୍ରଥମ ଟେଷ୍ଟଦଳରେ ୨୦୦୩ରେ ଖେଳିଥିଲେ । ସେ ୨୦୦୭-୨୦୦୮ରେ ଭାରତୀୟ ଏକଦିବସୀୟ କ୍ରିକେଟ ଦଳର ଉପଅଧିନାୟକ ଥିଲେ । ସେ ନିଜର ଅଲରାଉଣ୍ଡ ପ୍ରଦର୍ଶନ (୩୬୨ ରନ୍ ଓ ୧୫ଟି ୱିକେଟ) ପାଇଁ ୨୦୧୧ ଏକଦିବସୀୟ କ୍ରିକେଟ ବିଶ୍ୱକପରେ ମ୍ୟାନ୍ ଅଫ୍ ଦ ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ । ସେ ମଧ୍ୟ ଏହି ଟୁର୍ନାମେଣ୍ଟରେ ୪ ଥର ମ୍ୟାନ୍ ଅଫ୍ ଦ ମ୍ୟାଚ୍ ହୋଇଥିଲେ । ତାଙ୍କର ୨୦୦୭ ମସିହା ୨୦–୨୦ ବିଶ୍ୱକପରେ ଇଂଲଣ୍ଡ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡଙ୍କ ଏକ ଓଭରର ୬ଟିଯାକ ବଲରେ ୬ଟି ଛକା ମାରିବାର ରେକର୍ଡ ବି ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ୱରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ୱାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ୱ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2) ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କ ଦ୍ଵାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ଵୀକୃତି ଲାଭ କରିଛି ।
ରୁଦ୍ର ମାଧବ ରାୟ (୨୩ ନଭେମ୍ବର ୧୯୩୭ - ୩୧ ମଇ ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରୁଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର ଏବଂ ଲୋକ ସଭାରେ ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ରୁଦ୍ର ମାଧବ ରାୟ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଲୋକ ସଭାକୁ ନିର୍ବଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମାର୍ଗାରେଟ ହିଫିଲ୍ଡ ହାମିଲଟନ (ଇଂରାଜୀ: Margaret Heafield Hamilton, ଜନ୍ମ ୧୯୩୬ ମସିହା ଅଗଷ୍ଟ ୧୭) ଜଣେ କମ୍ପ୍ୟୁଟର ବିଜ୍ଞାନୀ, ସିଷ୍ଟମ ଇଞ୍ଜିନିୟର, ଏବଂ ବ୍ୟବସାୟ ମାଲିକ । ସେ ଏମଆଇଟି ଇନଷ୍ଟ୍ରୁମେଣ୍ଟେସନ ଲାବୋରୋଟୋରୀର ସଫ୍ଟଓଏର ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ଥିଲେ । ଏହି ବିଭାଗ ଆପୋଲୋ ସ୍ପେସ ପ୍ରୋଗ୍ରାମର ଫ୍ଲାଇଟ ଭିତର ସଫ୍ଟଓଏରର ବିକାଶ କରିଥିଲା । ଆପୋଲୋ ୧୧ର କଠିନ ସମୟରେ ହାମିଲଟନଙ୍କ ଦଳର କାମ ଏହି ଯାନକୁ ଚନ୍ଦ୍ର ଉପରେ ଉହ୍ଲାଇବାର ବନ୍ଦରୁ ରୋକିଥିଲା । ୧୯୮୬ ମସିହାରେ ସେ ମାସାଚୁସେଟ୍ସର କ୍ୟାମ୍ବ୍ରିଜରେ ହାମିଲଟନ ଟେକନୋଲୋଜି, Inc.ର ସିଇଓ ହୋଇଥିଲେ । କମ୍ପାନିଟି ହାମିଲଟନଙ୍କ ସିଷ୍ଟମ ଓ ସଫ୍ଟଓଏର ଡିଜାଇନ ପାଇଁ ଡେଭଲପମେଣ୍ଟ ବିଫୋର ଦି ଫାକ୍ଟ (DBTF) ପାରାଡାଇମକୁ ଆଧାର କରି ଓ ଇଉନିଭର୍ସାଲ ସିଷ୍ଟମ୍ସ ଲାଙ୍ଗୁଏଜକୁ ନେଇ ତିଆରି ହୋଇଥିଲା ।ନିଜେ ଜଡ଼ିତ ଥିବା ୬୦ ଗୋଟି ପ୍ରକଳ୍ପ ଓ ଛ'ଟି ପ୍ରୋଗ୍ରାମକୁ ଭିତ୍ତି କରି ହାମିଲଟନ ୧୩୦ରୁ ଅଧିକ ପେପର, ପ୍ରୋସିଡିଂ ଓ ରିପୋର୍ଟ ପ୍ରକାଶ କରିଛନ୍ତି ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ୨୦୧୯ ମସିହା ମଇ ମାସ ପ୍ରାରମ୍ଭରେ ଆସିଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା ଥିଲା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଫୋଲିକ ଏସିଡ (ଇଂରାଜୀ ଭାଷାରେ Folic acid, ବା ଫୋଲେଟ/folate ଏକ ପ୍ରକାର ଭିଟାମିନ ଯାହା ଜୀବସାର ଖ (ଭିଟାମିନ ବି) ଦଳର ସଦସ୍ୟ । ଗର୍ଭାବସ୍ଥାରେ ନିଉରାଲ ଟ୍ୟୁବ ତୃଟି (neural tube defects ବା ଏନଟିଡି/NTDs) ପ୍ରତିରୋଧ ନିମନ୍ତେ ଏହାକୁ ଏକ ଖାଦ୍ୟ ପରିପୂରକ (supplement) ଭାବରେ ଦିଆଯାଏ । ଫୋଲିକ ଏସିଡ ଅଭାବ (folic acid deficiency) ଜନିତ ଆନିମିଆ ରୋଗର ଚିକିତ୍ସାରେ ଏହା ବ୍ୟବହାର କରାଯାଏ । ପଚାଶରୁ ଅଧିକ ଦେଶରେ ଜନସଂଖ୍ୟାରେ ଏନଟିଡି ହାର କମେଇବା ନିମନ୍ତେ କେତେକ ଖାଦ୍ୟରେ ଫୋଲିକ ଏସିଡ ମିଶେଇ ଖାଦ୍ୟ ଦୁର୍ଗୀକରଣ (fortification of certain foods) କରାଯାଏ । ହୃତ୍ପିଣ୍ଡ ରୋଗମାନଙ୍କର (heart disease) ଚିକିତ୍ସା ବା ପ୍ରତିଷେଧରେ ଏହା ବ୍ୟବହାର ଉପଯୋଗୀ ନ ଥିବା ଜଣାଯାଇଛି । ଏହା ପାଟିରେ ବା ଇଞ୍ଜେକସନ ଆକାରରେ ଦିଆଯାଏ । ଏହାର କୌଣସି ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ନାହିଁ । ଅଧିକ ମାତ୍ରାର ଫୋଲିକ ଏସିଡ ଅନେକ ଦିନ ଧରି ଖାଇଲେ ଚିନ୍ତାର ବିଷୟ କି ନୁହେଁ, ଜଣା ନାହିଁ । ଏହାଦ୍ୱାରା ଖାଦ୍ୟସାର ବି୧୨ ଅଭାବ (vitamin B12 deficiency) ଲୁଚିଯାଇପାରେ, ଏହାହିଁ ଚିନ୍ତା କରାଯାଇଛି । ଫୋଲେଟ ଏକ ଅତ୍ୟାବଶ୍ୟକୀୟ ପୋଷକ ଯାହା ଡିଏନଏ (DNA), ଆରଏନଏ (RNA) ତିଆରିରେ ସାହାଯ୍ୟ କରେ ଓ କୋଷ ବିଭାଜନରେ (cell division) ଆବଶ୍ୟକ ହେଉଥିବା ଆମିନୋ ଏସିଡକୁ (amino acids) ଚୟାପଚୟ ବା ମେଟାବୋଲାଇଜ କରେ । ମଣିଷ ଦେହରେ ଫୋଲେଟ ତିଆରି ହୁଏ ନାହିଁ, ତେଣୁ ଖାଦ୍ୟରୁ ମିଳିବା ଆବଶ୍ୟକ ହୁଏ । ଯଥେଷ୍ଟ ଫୋଲେଟ ନ ମିଳିଲେ ଫେଲେଟ ଅଭାବ (folate deficiency) ପରିଲକ୍ଷିତ ହୁଏ । ଏହା ଫଳରେ ଲୋହିତ ରକ୍ତ କଣିକା ଆକାର ବଡ଼ ହୁଏ କିନ୍ତୁ ସଂଖ୍ୟା କମିଯାଏ ଯାହାକୁ ମେଗାଲୋବ୍ଲାସ୍ଟିକ ଆନିମିଆ (low numbers of large red blood cells) କୁହାଯାଏ । ଏଥିରେ ଥକ୍କା (feeling tired) ଲାଗେ, ପାଲପିଟେସନ (heart palpitations) ହୁଏ, ଛୋଟ ଶ୍ୱାସକ୍ରିୟ (shortness of breath) ହୁଏ, ଜିଭରେ ଘାଆ ହୁଏ, ଚମ ଓ ଲୋମର ରଙ୍ଗ ବଦଳିଯାଏ । ଗର୍ଭାବସ୍ଥାର ପ୍ରଥମ ଭାଗରେ ଫୋଲେଟ ଅଭାବ ହେଲେ ଅଧାରୁ ଅଧିକ ଶିଶୁଙ୍କର ନିଉରାଲ ଟ୍ୟୁବ ତୃଟି ପରଲକ୍ଷିତ ହୁଏ । ଖାଦ୍ୟ ଅଭାବରେ ଶିଶୁଙ୍କର ଏକ ମାସ ମଧ୍ୟରେ ଫୋଲେଟ ଅଭାବ ଲକ୍ଷଣ ଦେଖାଯାଏ । ବୟଃପ୍ରାପ୍ତ ଲୋକଙ୍କ ଦେହରେ ସମୁଦାୟ ଫୋଲେଟ ୧୦,୦୦୦–୩୦,୦୦୦ ମାଇକ୍ରୋଗ୍ରାମ (µg) ରହେ ଓ ରକ୍ତରେ ୭ ଏନମୋଲ/ଲି (3ng/mL) ଥାଏ ।ସନ ୧୯୩୧ରୁ ୧୯୪୩ ମଧ୍ୟରେ ଫୋଲିକ ଏସିଡ ଆବିଷ୍କୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ସନ ୨୦୧୪ରେ ଏହାର ହୋଲସେଲ ମୁଲ୍ୟ ବିକାଶଶୀଳ ଦେଶମାନଙ୍କରେ ୦.୦୦୧ରୁ ୦.୦୦୫ ଆମେରିକୀୟ ଡଲାର ଥିଲା । ଫୋଲିକ ଶବ୍ଦଟି ଲାଟିନ ଶବ୍ଦ ଫୋଲିଅମରୁ (folium) ନିଆଯାଇଛି ଯାହାର ଅର୍ଥ ପତ୍ର । ଗାଢ଼ ସବୁଜ ପତ୍ର ଥିବା ପରିବା ଓ କଲିଜାରେ ପ୍ରାକୃତିକ ଭାବରେ ଫୋଲେଟ ଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମାଛରଙ୍କା ବିରାଡ଼ି (ଇଂରାଜୀରେ fishing cat, ଜୀବବିଜ୍ଞାନ ନାମ Prionailurus viverrinus) ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ମଧ୍ୟମାକୃତିର ଏକ ବଣୁଆ ବିଲେଇ । ୨୦୧୬ ମସିହା ପରଠାରୁ IUCN ତାଲିକାରେ ଏହି ଜୀବକୁ ସଙ୍କଟାଭିମୁଖୀ (Vulnerable-VU) ଶ୍ରେଣୀଭୁକ୍ତ କରାଯାଇଛି । କିଛି ଦଶନ୍ଧି ଧରି ଆର୍ଦ୍ରଭୂମି ଓ ପ୍ରାକୃତିକ ଜଳାଶୟ ହ୍ରାସ ପାଉଥିବାରୁ ଏହି ବିଲେଇ ପ୍ରଜାତିଙ୍କ ଅସ୍ଥିତ୍ଵ ପ୍ରତି ବିପଦ ସୃଷ୍ଟି ହୋଇଛି । ନଦୀ, ଝରଣା, ପ୍ରାକୃତିକ ନାଳ, ଅଶ୍ଵଖୁରାକୃତି ହ୍ରଦ, ସନ୍ତସନ୍ତିଆ ଭୂମି, ତ୍ରିକୋଣଭୂମିସ୍ଥ ଲୁଣା ହେନ୍ତାଳ ବନ ପରି ଆର୍ଦ୍ରଭୂମି ସଂଲଗ୍ନ ଜଙ୍ଗଲ ଓ ପରିବାସରେ ମାଛରଙ୍କା ବିରାଡ଼ି ବାସ କରିଥାନ୍ତି ।ମାଛରଙ୍କା ବିରାଡ଼ି ପଶ୍ଚିମବଙ୍ଗ ରାଜ୍ୟର ପ୍ରାଦେଶିକ ପଶୁ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୁବିମଳ ଗୋସ୍ୱାମୀ (୧୫ ଜାନୁଆରୀ ୧୯୩୮ - ୩୦ ଅପ୍ରେଲ ୨୦୨୦), ଜଣେ ଭାରତୀୟ ଫୁଟବଳ ଖେଳାଳି ଥିଲେ । ଷ୍ଟ୍ରାଇକର ଭାବରେ ଖେଳି ସେ ନିଜ କ୍ଲବ ମୋହାନ ବାଗାନ ଓ ଭାରତୀୟ ଫୁଟବଳ ଦଳର ନେତୃତ୍ୱ ନେଇଥିଲେ । ସେ ଚୁନି ଗୋସ୍ୱାମୀ ନାମରେ ବେଶି ପରିଚିତ ଥିଲେ ।୩୦ଟି ଆନ୍ତର୍ଜାତୀୟ ଫୁଟବଲ ମ୍ୟାଚ ପଦାର୍ପଣରେ ସେ ୯ଟି ଗୋଲ ସ୍କୋର କରିଥିଲେ । ସେ ଭାରତ ତରଫରୁ ୧୯୬୦ ଅଲିମ୍ପିକରେ ଖେଳିଥିଲେ । ୧୯୬୨ ଏସୀୟ କ୍ରୀଡାରେ ତାଙ୍କ ନେତୃତ୍ୱରେ ଭାରତ ସ୍ୱର୍ଣ୍ଣପଦକ ହାସଲ କରିଥିଲା ଓ ୧୯୬୪ ଏସିଆନ କପରେ ଭାରତ ରନର୍ସ-ଅପ ହୋଇଥିଲା ।ସେ କ୍ରିକେଟ ମଧ୍ୟ ଖେଳୁଥିଲେ ଓ ବଙ୍ଗଳା ଦଳ ତରଫରୁ ରଣଜୀ ଟ୍ରଫି ମଧ୍ୟ ଖେଳିଥିଲେ । ୧୯୭୧-୭୨ରେ ତାଙ୍କ ନେତୃତ୍ୱରେ ବଙ୍ଗଳା ଦଳ ରଣଜୀ ଟ୍ରଫି ଫାଇନାଲ ଖେଳିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଅପର୍ଣ୍ଣା ପାଣିଗ୍ରାହୀ (୧୮୯୩-୧୯୩୬) ଓଡ଼ିଶାର ଜଣେ ସୁପ୍ରସିଦ୍ଧ ପୁରାତନ ଗାୟକ ଓ ବୀଣାକାର । ସେ ଜଣେ ବିଶିଷ୍ଟ ଗ୍ରାମ୍ଫୋନ କଳାକାର ଥିଲେ । ଅଳ୍ପ ବୟସରୁ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ସେ ଅନ୍ଧ ହୋଇଯାଇଥିଲେ । ଏଥିପାଇଁ ଲୋକେ ତାଙ୍କୁ 'ଅନ୍ଧ ଆପନ୍ନା' ଓ 'ଉତ୍କଳର ସୁରଦାସ' ବୋଲି ଡାକୁଥିଲେ । ସମଗ୍ର ଓଡ଼ିଶାର ସର୍ବଶ୍ରେଷ୍ଠ ବୀଣାକାର ଭାବେ ତାଙ୍କର ଖ୍ୟାତି ଥିଲା । ଓଡ଼ିଶୀ ସଙ୍ଗୀତର ଅଳ୍ପପ୍ରସିଦ୍ଧ ଦକ୍ଷିଣୀ ଶୈଳୀର ଜଣେ ପ୍ରମୁଖ କଳାକାର ଥିଲେ ଅପର୍ଣ୍ଣା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପଣିକିଆ (ଅନ୍ୟନାମ: ପଣକିଆ) ଗଣିତ ଗୁଣନ ଓ ହିସାବ ମୁଖସ୍ଥ କରିବାର ଏକ ଓଡ଼ିଆ ଗାଣିତିକ ହିସାବ ପ୍ରଣାଳୀ ଯାହା ଓଡ଼ିଶାରେ ବିଦ୍ୟାଳୟମାନଙ୍କରେ ଶିଶୁମାନଙ୍କୁ ଶିଖାଯାଇଥାଏ । ଆଗ କାଳରେ ବ୍ୟବହୃତ ହେଉଥିବା ପଣ (ବା ଅଣା)କୁ ନେଇ କରାଯାଉଥିବା ହିସାବରୁ ଏହାର ଆରମ୍ଭ । ପଣିକିଆ ପ୍ରତି ସଂଖ୍ୟାର ଏକଗୁଣ ଠାରୁ ଦଶ ଗୁଣ ପର୍ଯ୍ୟନ୍ତ ଥାଏ । ପ୍ରତି ସଂଖ୍ୟା ବା ଖନ୍ଦାର ପଣିକିଆକୁ ଉକ୍ତ ସଂଖ୍ୟାରେ 'କ' ଲଗାଇ ଏକକ, ଦୁଇକ, ତିନିକ ଏହିପରି ପଚିଶିକ ପଣିକିଆ ପର୍ଯ୍ୟନ୍ତ ମୁଖସ୍ଥ କରିବାକୁ ପଡ଼େ । ଗୁଣନ ମନେରଖିବାରେ ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ପଣକିଆ/ପଣିକିଆ ଶିଖାଯାଏ । ଯଥା- ଦୁଇକ, ପଣକିଆ- ଦୁଇ କୋ ଦୁଇ. ଦୂଇ ଦୂଣେ/ଦୂଗୁଣ ଚାରି, ଦୁଇ ତିରି ଛଅ...
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ପିଚାଇ ସୁନ୍ଦରରାଜନ୍ (ଜନ୍ମ ଜୁଲାଇ ୧୨,୧୯୭୨) ବର୍ତ୍ତମାନର ଗୁଗଲ କମ୍ପାନିର ସି.ଇ.ଓ । ଗୁଗଲ କମ୍ପାନି ଗୋଟେ ଇଣ୍ଟରନେଟ ସମ୍ପକିତ ସେବା ଓ ସଚ୍ଚ ଇଞ୍ଜିନ୍ ଯିଏ ୨୦୧୫ ମସିହାରେ ମିଳିତ ଭାବେ ଆଲ୍ପାବେଟ୍ ଇନ୍ସ୍ କମ୍ପାନି ସହ ମିଶି ଗୁଗଲର ମୁଖ୍ୟ ଲାରି ପେଜ୍ଙ୍କୁ ସି.ଇ.ଓ ଓ ସର୍ଜି ବ୍ରିନ୍ଙ୍କଙ୍କୁ ପେସିଡେଣ୍ଟ ଓ ସୁନ୍ଦର ପିଚାଇ ଯିଏ ପ୍ରଡକ୍ଟ ଓ ଇଞ୍ଜିନିୟରିଙ୍ଗର ମୁଖ୍ୟ ଥିଲେ ତାଙ୍କୁ ଗୁଗଲର ସି.ଇ.ଓ କରାଗଲା ଯିଏକି ଗୋଟେ ବଡ କମ୍ପାନି ଆଲଫାବେଟର ଗୋଟେ ଅଂଶ । ପିଚାଇ ୨୦୦୪ ମସିହାରେ ଗୁଗଲରେ ଯୋଗ ଦେଲେ,ପ୍ରଡକ୍ଟ ମ୍ୟନେଜର ହିସାବରେ କାମ କଲେ । ତାଙ୍କର ଅନୁଦାନରେ ଗୁଗଲ ପ୍ରଡକ୍ଟୄଋ ଗୁଗଲ କୋମ୍ ଓ କୋମ୍ ଓସ୍ ଯିଏ କି ବହୁତ ସଫଳତା ସହ ଚାଲୁଅଛି ଏବଂ ତାଙ୍କର ଜିମେଲ୍ ଓ ଗୁଗଲ ଡକ୍ରେ ବି ଅନୁଦାନ ଅଛି ।
ସତ୍ୟନାରାୟଣ ବହିଦାର (୦୧ ଅଗଷ୍ଟ ୧୯୧୩ - ୩୧ ଡିସେମ୍ବର ୧୯୮୦), ଜଣେ ସମ୍ବଲପୁରୀ ଭାଷା ବିଶେଷଜ୍ଞ ଓ ଲେଖକ ଥିଲେ । ସମ୍ବଲପୁରୀ ଭାଷାକୁ ମାନ୍ୟତା ଓ ଲୋକପ୍ରିୟତା ଦେବାରେ ତାଙ୍କର ଅବଦାନ ରହିଥିଲା । ସେ ସମ୍ବଲପୁରୀ ଭାଷାରେ ପ୍ରଥମ ଶବ୍ଦକୋଷ ଓ ବ୍ୟାକରଣ ପୁସ୍ତକ ରଚନା କରିଥିଲେ ।ସତ୍ୟନାରାୟଣ ୧୯୧୩ ମସିହାରେ ସୋନପୁରଠାରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା ମିତ୍ରଭାନୁ ଓ ମାତାଙ୍କ ନାମ ବିଳାସବତୀ । ସୋନପୁରରେ ସେ ପ୍ରାଥମିକ ଶିକ୍ଷା ଲାଭ କରିଥିଲେ । ଅଧିକ ପାଠର ସୁବିଧା ସୋନପୁରରେ ନଥିବାରୁ, ସେ ସମ୍ବଲପୁର ଯାଇଥିଲେ । ୧୯୩୦ ମସିହାରେ ସେ ସମ୍ବଲପୁର ଜିଲ୍ଲା ସ୍କୁଲରୁ ମାଟ୍ରିକ ପାସ କରିଥିଲେ । ୧୯୩୨ ମସିହାରେ ସେ କଟକ ସ୍ଥିତ 'ଶିକ୍ଷକ ତାଲିମ ବିଦ୍ୟାଳୟ'ରୁ ଶିକ୍ଷା ସମାପ୍ତ କରି ସମ୍ବଲପୁର ଜିଲ୍ଲା ସ୍କୁଲରେ ଶିକ୍ଷକତା ଆରମ୍ଭ କରିଥିଲେ । ପରେ ସେ ଘରୋଇ ଭାବରେ ବିଏ ଓ ବିଇଡ଼ି ଶିକ୍ଷାଲାଭ କରିଥିଲେ । ସେ ସମ୍ବଲପୁରୀ ଭାଷାରେ ଶବ୍ଦକୋଷ, ବ୍ୟାକରଣ ପୁସ୍ତକ, ଅନୁବାଦ କବିତା ଓ ଜୀବନୀ ପୁସ୍ତକ ରଚନା କରିଥିଲେ ।'ପଶ୍ଚିମ ଓଡ଼ିଶା ଯୁବ ମଞ୍ଚ' ତରଫରୁ ସତ୍ୟନାରାୟଣଙ୍କ ଜନ୍ମଦିବସ ଅଗଷ୍ଟ ପହିଲାକୁ ସମ୍ବଲପୁରୀ ଦିବସ ଭାବରେ ପାଳନ କରାଯାଉଛି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିଃସୃତ ଲୋକ କଥା ଯାହା ରୂଢି, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ରୂଢି ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଢଗ ଓ ଢମାଳି ସମାନାର୍ଥ ପ୍ରତୀତ ହେଉଥିଲେ ମଧ୍ୟ ଏଥିରେ ଏକ ସୂକ୍ଷ୍ମ ପାର୍ଥକ୍ୟ ଦୁଇଟି ଶବ୍ଦରେ ମଧ୍ୟ ବିଦ୍ୟମାନ । ଢଗରେ ଥାଏ ଶେଷ ଅକ୍ଷରର ମେଳ, ଉପଦେଶମୂଳକ ଏବଂ ଅନୁଭୂତିସିଦ୍ଧ ବଚନ । ଢ଼ମାଳିରେ ଅମେଳଯୁକ୍ତ ଗୀତ ଥାଏ ଏବଂ ସେ ସବୁ ସାଧାରଣତଃ ବ୍ୟଙ୍ଗୋକ୍ତିପୁର୍ଣ୍ଣ। ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।ସାହିତ୍ୟିକ ଧନେଶ୍ୱର ସାମଲଙ୍କ ଜନ୍ମ ହୋଇଥିଲା ୧୯୩୨ ମସିହା ଡିସେମ୍ବର ମାସ୩୧ ତାରିଖରେ । ଜନ୍ମସ୍ଥାନ: ଅବିଭକ୍ତ କଟକ ଜିଲ୍ଲାର ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରିନଙ୍ଗଳ ଗ୍ରାମ ପଞ୍ଚାୟତର ବାହାଦୂର ନଗର ଗ୍ରାମରେ ।
ଋଷି କପୁର (୪ ସେପ୍ଟେମ୍ବର ୧୯୫୨ - ୩୦ ଅପ୍ରେଲ ୨୦୨୦) ଜଣେ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ଥିଲେ । ସେ ନିଜର ପ୍ରଥମ ଚଳଚ୍ଚିତ୍ର 'ମେରା ନାମ ଜୋକର' ପାଇଁ ଶ୍ରେଷ୍ଠ ଶିଶୁ କଳାକାର ଭାବରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଥିଲେ । ମୁଖ୍ୟ ନାୟକ ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା 'ବବି' ( ୧୯୭୩ ) । ଏହି ଚଳଚ୍ଚିତ୍ର ପାଇଁ ସେ ଶ୍ରେଷ୍ଠ ନବାଗତ ଅଭିନେତା ଭାବରେ ଫିଲ୍ମଫେୟାର ପୁରସ୍କାର ଲାଭ କରିଥିଲେ ।
ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତିର ଆଧାର । ସେ ହେଉଛନ୍ତି ଜୀବଜଗତର ପାଳନ କର୍ତ୍ତା।ସମସ୍ତ ଜୀବଜନ୍ତୁ ଅପେକ୍ଷା କରିଥାନ୍ତି ସୂର୍ଯ୍ୟୋଦୟର ସ୍ପର୍ଶ ପାଇବା ପାଇଁ।ତାଙ୍କ ବିନା ଜୀବଜଗତର ଅସ୍ତିତ୍ୱ ନାହିଁ।ବିଜ୍ଞାନର ଅବଦାନ ଅତୁଳନୀୟ କିନ୍ତୁ ସମ୍ଭବତଃ ଦେଖିବାକୁ ଗଲେ ଆମେ ଦେଖିବା ପ୍ରକୃତରେ ଏହା ସୂର୍ଯ୍ୟଙ୍କର ଯେଗୁଁ ସମ୍ଭବ। ସୂର୍ଯ୍ୟ ହେଉଛି ଏକ ନକ୍ଷତ୍ର, ଏହା ସୌରଜଗତର ମଧ୍ୟଭାଗରେ ଅବସ୍ଥିତ । ଏହା ପାଖା ପାଖି ଗୋଲକ ଆକାରର ଓ ଏକାଧିକ ଉତପ୍ତ ବାଷ୍ପ (ପ୍ଲାଜମା)କୁ ନେଇ ଗଠିତ । ଏହାର ପରିସର ୧୩୯୨୦୦୦ କିମି.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କାଶୀନାଥ ମଲ୍ଲିକ (ଜନ୍ମ: ୨୨ ଅପ୍ରେଲ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । କାଶୀନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.