ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ
ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବି.ପି.ଇଉ.ଟି.), ରାଉରକେଲା ସହରରେ ଅବସ୍ଥିତ ଏକ ବୈଷୟିକ ଶିକ୍ଷା ବିଶ୍ୱବିଦ୍ୟାଳୟ । ଓଡ଼ିଶା ବିଧାନ ସଭାରେ ଗୃହିତ ବି.ପି.ୟୁ.ଟି ଅଧିନିୟମ-୨୦୦୨ (ନଭେମ୍ବର ୨୦୦୨)ଦ୍ୱାରା ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା । ଏହା ପୂର୍ବରୁ ଓଡ଼ିଶାରେ ଥିବା ବିଭିନ୍ନ ବୈଷୟିକ ମହାବିଦ୍ୟାଳୟ ଗୁଡିକ ଭିନ୍ନ ଭିନ୍ନ ବିଶ୍ୱବିଦ୍ୟାଳୟ ଅଧୀନରେ ରହିଥିଲା, ତେଣୁ ପରୀକ୍ଷା ପରିଚାଳନା ତଥା ସାଧାରଣ ଶିକ୍ଷା କ୍ଷେତ୍ରରେ କିଛି ବୈଷମ୍ୟତା ଅନୁଭବ କରାଯାଉଥିଲା। ଏହି ଅସୁବିଧାକୁ ଦୂର କରିବାକୁ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରଯାଇଥିଲା । ଏହି ବିଶ୍ୱବିଦ୍ୟାଳୟ ଅଧୀନକୁ ସାରା ଓଡ଼ିଶାର ଯାନ୍ତ୍ରିକ (ଇଞ୍ଜିନିୟରିଂ), ସ୍ଥାପତ୍ୟ (ଆର୍କିଟେକ୍ଚର), ପ୍ରବନ୍ଧ (ମାନେଜମେଣ୍ଟ), ଫାର୍ମସି ଓ କମ୍ପ୍ୟୁଟର ପ୍ରୟୋଗ (ଏମ.ସି.ଏ.) ମହାବିଦ୍ୟାଳୟ ଗୁଡିକ ଅଣାଯାଇଥିଲା । ଆଜି ଏହି ବିଶ୍ୱବିଦ୍ୟାଳୟରେ ୧୫୬ଟି ମହାବିଦ୍ୟାଳୟ, ଉଭୟ ଅଧିନସ୍ଥ/ଘଟକ ଓ ଅନୁବନ୍ଧିତ, ଅଛନ୍ତି ଏବଂ ଏଠାରେ ପାଖାପାଖି ୧,୨୦,୦୦୦ ଛାତ୍ର ଅଧ୍ୟୟନ କରନ୍ତି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ପ୍ରିୟଦର୍ଶୀ ମିଶ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରିୟଦର୍ଶୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଉତ୍ତର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।ସାହିତ୍ୟିକ ଧନେଶ୍ୱର ସାମଲଙ୍କ ଜନ୍ମ ହୋଇଥିଲା ୧୯୩୨ ମସିହା ଡିସେମ୍ବର ମାସ୩୧ ତାରିଖରେ । ଜନ୍ମସ୍ଥାନ: ଅବିଭକ୍ତ କଟକ ଜିଲ୍ଲାର ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରିନଙ୍ଗଳ ଗ୍ରାମ ପଞ୍ଚାୟତର ବାହାଦୂର ନଗର ଗ୍ରାମରେ ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମ ଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ୱାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତି ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କଦ୍ୱାରା ସମ୍ଭବପର ହୋଇ ପାରିଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ମାନବ ଅଧିକାରର ସାର୍ବଜନୀନ ଘୋଷଣା ବା ୟୁଡିଏଚଆର (ଇଂରାଜୀ ଭାଷାରେ The Universal Declaration of Human Rights (UDHR)) ଏକ ଐତିହାସିକ ଦଲିଲ ଯାହା ଡିସେମ୍ବର ୧୦ତାରିଖ, ୧୯୪୮ରେ ଫ୍ରାନ୍ସର ପ୍ୟାରିସଠାରେ ଜାତିସଂଘ ଜେନେରାଲ ଆସେମ୍ବ୍ଲିର ସଂକଳ୍ପ ଧାରା ୨୧୭ ଅନୁସାରେ ତୃତୀୟ ଅଧିବେଶନରେ ବହୁମତରେ ଗୃହୀତ ହୋଇଥିଲା । ଜାତିସଂଘର ୫୮ ସଦସ୍ୟଙ୍କ ମଧ୍ୟରୁ ୪୮ ସଦସ୍ୟ ଏହାକୁ ସମର୍ଥନ କରିଥିଲେ, ୮ ସଦସ୍ୟ ଅନୁପସ୍ଥିତ ଥିଲେ ଓ ଦୁଇ ସଦସ୍ୟ ଭୋଟ ଦେବାରୁ ବିରତ ଥିଲେ । ସେହି ଘୋଷଣା ପତ୍ରର ୩୦ଟି ଧାରାରେ ବ୍ୟକ୍ତିଗତ ଅଧିକାର ସ୍ୱୀକୃତ ହୋଇଥିଲା, ସେତେବେଳେ ବିଧିବଦ୍ଧ ଭାବରେ ବନ୍ଧିତ ନଥିଲେ ମଧ୍ୟ ପରବର୍ତ୍ତୀ କାଳର ଆନ୍ତର୍ଜାତିକ ସନ୍ଧି, ଅର୍ଥନୈତିକ ବଦଳ, କ୍ଷେତ୍ରୀୟ ମାନବ ଅଧିକାର ଇନସ୍ଟ୍ରେମେଣ୍ଟ, ଜାତୀୟ ସଂବିଧାନ ଓ ଅନ୍ୟାନ୍ୟ କାନୁନ ଯୋଗେ ଏହା ଗୃହୀତ ହୋଇଥିଲା । ଆନ୍ତର୍ଜାତୀୟ ମାନବ ଅଧିକାର ବିଲ (International Bill of Human Rights) ତିଆରି କରିବାର ଏହା ପ୍ରଥମ ସୋପାନ ଥିଲା ଯାହା ସନ ୧୯୬୬ରେ ସମ୍ପୁର୍ଣ୍ଣ ହେବାପରେ ସନ ୧୯୭୬ରେ ଅଧିକ ସଂଖ୍ୟକ ଦେଶ ଏହାକୁ ମଞ୍ଜୁର କରିବା ପରେ ବଳବତ୍ତର ହେଲା ।
ଦେବୀ ମଝିଘରିଆଣୀଙ୍କ (ମାଝିଗୌରୀ) ପୀଠ ଓଡ଼ିଶାର ରାୟଗଡ଼ା ସହରରେ । ଏହା ରାୟଗଡ଼ା ଜିଲ୍ଲାର ଏକ ମୁଖ୍ୟ ଦେବୀ ପୀଠ । ଏହି ପ୍ରସିଦ୍ଧ ଦେବୀ ପୀଠକୁ ଓଡ଼ିଶା ବ୍ୟତୀତ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ରୁ ବହୁ ଭକ୍ତ ଦର୍ଶନ ନିମନ୍ତେ ଆସିଥାନ୍ତି । କିମ୍ବଦନ୍ତୀ ଅନୁସାରେ ଦେବୀ ବହୁ ପ୍ରାଚୀନ ସମୟରୁ ପୂଜାପାଇ ଆସୁଛନ୍ତି । ତେବେ ବର୍ତ୍ତମାନର ମନ୍ଦିରଟି ନୂତନରୂପେ ତିଆରି କରାଯାଇଛି । ପ୍ରତି ରବିବାର, ବୁଧବାର ଏବଂ ଶୁକ୍ରବାର ଦିନ ଏଠାରେ ଭକ୍ତଙ୍କର ପ୍ରବଳ ଭିଡ ହୁଏ । ଏଠାରେ ଦଶହରା ଏବଂ ଚୈତ୍ରପରବ ଭାରି ଧୁମ୍ ଧାମ୍ରେ ପାଳନ କରାଯାଏ । ମନ୍ଦିର ସମ୍ମୁଖ ଦେଇ ରାୟଗଡାକୁ ସଂଯୋଗ କରୁଥିବା ରେଳପଥ ଯାଇଅଛି ।
ବସନ୍ତ କୁମାରୀ ପଟ୍ଟନାୟକ (୧୫ ଡିସେମ୍ବର ୧୯୨୩ - ୨୯ ମାର୍ଚ୍ଚ ୨୦୧୩) ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ପ୍ରାପ୍ତ ଜଣେ ଓଡ଼ିଆ ସାହିତ୍ୟିକା । ଅମଡ଼ାବାଟ, ଚୋରାବାଲି, ଅଲିଭାଚିତା, ପାଲଟା ଢେଉ ଆଦି ତାଙ୍କର ଜଣାଶୁଣା ରଚନା ।ବସନ୍ତ କୁମାରୀ ୧୯୨୩ ମସିହା ଡିସେମ୍ବର ୧୫ ତାରିଖରେ କଟକର ତେଲେଙ୍ଗାବଜାରଠାରେ ଜନ୍ମଗ୍ରହଣ କରିଥିଲେ । ଶ୍ରୀବତ୍ସ ପଟ୍ଟନାୟକ ଓ ସୁନ୍ଦରମଣୀ ପଟ୍ଟନାୟକ ଥିଲେ ତାଙ୍କର ପିତା ଓ ମାତା । ସେ ଅର୍ଥନୀତିରେ ସ୍ନାତକୋତ୍ତର ଲାଭ କରିଥିଲେ ମଧ୍ୟ, ସାହିତ୍ୟକୁ ସମୟ ନଦେଇପାରିବାର ଆଶଙ୍କା ଯୋଗୁଁ ଚାକିରି କରିନଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପିଚାଇ ସୁନ୍ଦରରାଜନ୍ (ଜନ୍ମ ଜୁଲାଇ ୧୨,୧୯୭୨) ବର୍ତ୍ତମାନର ଗୁଗଲ କମ୍ପାନିର ସି.ଇ.ଓ । ଗୁଗଲ କମ୍ପାନି ଗୋଟେ ଇଣ୍ଟରନେଟ ସମ୍ପକିତ ସେବା ଓ ସଚ୍ଚ ଇଞ୍ଜିନ୍ ଯିଏ ୨୦୧୫ ମସିହାରେ ମିଳିତ ଭାବେ ଆଲ୍ପାବେଟ୍ ଇନ୍ସ୍ କମ୍ପାନି ସହ ମିଶି ଗୁଗଲର ମୁଖ୍ୟ ଲାରି ପେଜ୍ଙ୍କୁ ସି.ଇ.ଓ ଓ ସର୍ଜି ବ୍ରିନ୍ଙ୍କଙ୍କୁ ପେସିଡେଣ୍ଟ ଓ ସୁନ୍ଦର ପିଚାଇ ଯିଏ ପ୍ରଡକ୍ଟ ଓ ଇଞ୍ଜିନିୟରିଙ୍ଗର ମୁଖ୍ୟ ଥିଲେ ତାଙ୍କୁ ଗୁଗଲର ସି.ଇ.ଓ କରାଗଲା ଯିଏକି ଗୋଟେ ବଡ କମ୍ପାନି ଆଲଫାବେଟର ଗୋଟେ ଅଂଶ । ପିଚାଇ ୨୦୦୪ ମସିହାରେ ଗୁଗଲରେ ଯୋଗ ଦେଲେ,ପ୍ରଡକ୍ଟ ମ୍ୟନେଜର ହିସାବରେ କାମ କଲେ । ତାଙ୍କର ଅନୁଦାନରେ ଗୁଗଲ ପ୍ରଡକ୍ଟୄଋ ଗୁଗଲ କୋମ୍ ଓ କୋମ୍ ଓସ୍ ଯିଏ କି ବହୁତ ସଫଳତା ସହ ଚାଲୁଅଛି ଏବଂ ତାଙ୍କର ଜିମେଲ୍ ଓ ଗୁଗଲ ଡକ୍ରେ ବି ଅନୁଦାନ ଅଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ବାଳକୃଷ୍ଣ ଦାସ (୧୫ ମଇ ୧୯୨୩ - ୧୨ ନଭେମ୍ବର ୧୯୯୩) ଜଣେ ସଙ୍ଗୀତ ନିର୍ଦ୍ଦେଶକ, ପ୍ରଚ୍ଛଦପଟ୍ଟ ଗାୟକ ଓ ଗୁରୁ ଥିଲେ ।ବାଳକୃଷ୍ଣ, ୧୯୨୩ ମସିହା ସାବିତ୍ରୀ ଅମାବାସ୍ୟାରେ ବାଳକାଟିର ବସନ୍ତପେଡ଼ିଠାରେ ଜନ୍ମଗ୍ରହଣ କରିଥିଲେ । ପିଲାଦିନରୁ ଗୋଟିପୁଅ ନାଚ, ଗୀତ ଓ ଅଭିନୟ ଦେଖି ସଙ୍ଗୀତ ପ୍ରତି ଆକର୍ଷିତ ହୋଇଥିଲେ । ମାଇନର ପାସ କଲାପରେ, ସେ ଉଚ୍ଚଶିକ୍ଷା ପାଇଁ ଭୁବନେଶ୍ୱରରେ ଅବସ୍ଥାନ କରିବା ସମୟରେ କଟକର ସତ୍ୟପ୍ରିୟ ମହାନ୍ତିଙ୍କ ସହ ତାଙ୍କର ପରିଚୟ ହୋଇଥିଲା । ସତ୍ୟପ୍ରିୟ ବାବୁ, କିଶୋର ବାଳକୃଷ୍ଣଙ୍କୁ କଟକ ନେଇ, ଗୁରୁ ଗୋକୁଳ ଚନ୍ଦ୍ର ଶ୍ରୀଚନ୍ଦନଙ୍କ ସହ ପରିଚୟ କରାଇଦେଇଥିଲେ । ଏହାପରେ ବାଳକୃଷ୍ଣଙ୍କର ବିଧିବଦ୍ଧ ସଙ୍ଗୀତ ଶିକ୍ଷା ଆରମ୍ଭ ହୋଇଥିଲା କଟକ ସ୍ଥିତ ଲକ୍ଷ୍ମୀକାନ୍ତ ଚୌଧୁରୀ ସଙ୍ଗୀତ ସମାଜରୁ । ଏଠାରେ ଖୟାଲ ଗାୟକ, କ୍ଷୀତିଷ ଚନ୍ଦ୍ର ମୈତ୍ରଙ୍କ ତାଙ୍କର ପରିଚୟ ହୋଇଥିଲା ଓ ମୈତ୍ରଙ୍କଠାରୁ, ସେ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଶିକ୍ଷା ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ, ସେ ଗୁରୁ ଗୋକୁଳ ଚନ୍ଦ୍ର ଶ୍ରୀଚନ୍ଦନଙ୍କ ସହ କଲିକତା ଯାଇଥିଲେ ଓ ସେଠାରେ ରାଇଚାନ୍ଦ ବରାଳଙ୍କ ବାସଭବନରେ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ବଡେ ଗୁଲାମ ଅଲ୍ଲୀ ଖାନଙ୍କ ସଂସ୍ପର୍ଶରେ ଆସିଥିଲେ । ବଡେ ଗୁଲାମ ଅଲ୍ଲୀ ଖାନଙ୍କଦ୍ୱାରା ବାଳକୃଷ୍ଣ ପ୍ରଭାବିତ ହୋଇଥିଲେ, ଯାହା ପରବର୍ତ୍ତୀ ସମୟରେ ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଦେଖିବାକୁ ମିଳିଥିଲା । ବଡେ ଗୁଲାମ ଅଲ୍ଲୀ ଖାନଙ୍କ ଲୋକପ୍ରିୟ ଠୁମରୀ "କା କରୁ ସଜନୀ, ଆଏନା ବାଲମ" ଧାରାରେ, ବାଳକୃଷ୍ଣ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ଲିଖିତ "ବିତିଲାତ ଯାମିନୀ, ମଉଳିଲା କାମିନୀ"ର ସଙ୍ଗୀତ ସଂଯୋଜନା କରିଥିଲେ । ରାଇଚାନ୍ଦ ବରାଳଙ୍କଠାରୁ, ବାଳକୃଷ୍ଣ ସଙ୍ଗୀତ ନିର୍ଦ୍ଦେଶନା ଓ ଅର୍କେଷ୍ଟା କମ୍ପୋଜିସନ ଶିଖିଥିଲେ । ସେତେବେଳେ ବାଳକୃଷ୍ଣ, ଆକାଶବାଣୀ କଲିକତା କେନ୍ଦ୍ରରୁ ପ୍ରସାରିତ ହେଉଥିବା ଓଡ଼ିଆ ସଙ୍ଗୀତ କାର୍ଯ୍ୟକ୍ରମରେ କଣ୍ଠଦାନ କରୁଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଆରବୀ ଶବ୍ଦ ରମଜାନର ଆକ୍ଷରିକ ଅର୍ଥ ହେଲା ଜଳିଯିବା (ଯେଉଁ ମାସରେ ଧର୍ମ କର୍ମଦ୍ୱାରା ପାପରାଶି ଜଳିଯାଏ)। ଇସଲାମ ଧର୍ମର ହିଜରୀ କ୍ୟାଲେଣ୍ଡର ଅନୁସାରେ ରମଜାନ ମାସ ହେଉଛି ବର୍ଷର ନବମ ମାସ। ଏହା ସାବାନର ପରବର୍ତ୍ତୀ ଓ ସବାଲ୍ର ପୂର୍ବବର୍ତ୍ତୀ ମାସ। ଇସଲାମୀୟ ପରମ୍ପରା ଅନୁସାରେ ଏହି ରମଜାନ ମାସ ହିନ୍ଦୁମାନଙ୍କ କାର୍ତ୍ତିକ ମାସ ଭଳି ସବୁଠାରୁ ପୂଣ୍ୟ ଓ ପବିତ୍ର ମାସ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଶ୍ରୀଦେବୀ (ଜନ୍ମ ଶ୍ରୀ ଆମ୍ମା ଆୟାଙ୍ଗାର ଆୟାପାନ; ୧୩ ଅଗଷ୍ଟ ୧୯୬୩) ହେଉଛନ୍ତି ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତ୍ରୀ ଓ ଚଳଚ୍ଚିତ୍ର ପ୍ରଯୋଜିକା ଯେ, ତାମିଲ୍, ତେଲୁଗୁ, ହିନ୍ଦୀ, ମାଲାୟାଲାମ ଓ କନ୍ଣଡ ଚଳଚ୍ଚିତ୍ରରେ କାମ କରିଛନ୍ତି । ତାଙ୍କୁ ଭାରତୀୟ ଚଳଚ୍ଚିତ୍ରର ଅନ୍ୟତମ ଲୋକପ୍ରିୟ ଅଭିନେତ୍ରୀ ଭାବେ ଗଣାଯାଏ ।ଶ୍ରୀଦେବୀ ତାଙ୍କର ଚଳଚ୍ଚିତ୍ର ଜୀବନ ୪ ବର୍ଷ ବୟସରେ, ଏମ୍ ଏ ଥିରୁମୁଘମ୍ଙ୍କ ଧାର୍ମିକ ଚଳଚ୍ଚିତ୍ର ଥୁନାଇଭାନରେ ଶିଶୁ କଳାକାର ରୂପେ ଆରମ୍ଭ କରିଥିଲେ ଓ ତାମିଲ, ତେଲୁଗୁ, ମାଲାୟାଲାମ ଓ କନ୍ଣଡ ଚଳଚ୍ଚିତ୍ରରେ ଶିଶୁ କଳାକାର ରୂପେ ନିଜର ଅଭିନୟ ଜୀବନ ଚାଲୁ ରଖିଥିଲେ । ସେ ଶିଶୁ କଳାକାର ଭାବେ ୧୯୭୫ ମସିହାରେ ପ୍ରସିଦ୍ଧ ଚଳଚ୍ଚିତ୍ର ଜୁଲିଦ୍ୱାରା ନିଜ ବଲିଉଡ ଜୀବନ ଆରମ୍ଭ କରିଥିଲେ ଓ ୧୩ ବର୍ଷ ବୟସରେ ୧୯୭୬ ମସିହାରେ ତାମିଲ ଚଳଚ୍ଚିତ୍ର ମୁନ୍ଦ୍ରୁ ମୁଦିଚୁରେ ପ୍ରଥମ ସାବାଳିକା ଅଭିନୟ କରିଥିଲେ । ଧୀରେ ଧୀରେ, ଶ୍ରୀଦେବୀ ତାମିଲ ଓ ତେଲୁଗୁ ଚଳଚ୍ଚିତ୍ର ଯଥା:, ୧୬ ଭାୟାଥିନିଲେ (୧୯୭୭), ସିଗାପ୍ପୁ ରୋଜାକ୍କଲ (୧୯୭୮), ଭାରୁମାଇନ ନୀରମ ସିବାପୁ (୧୯୮୦), ମିନ୍ଦମ କୋକୋଳା (୧୯୮୧), ପ୍ରେମ୍ଭିଷେକମ (୧୯୮୧), ମୁନ୍ଦ୍ରମ ପିରାଇ (୧୯୮୨), ଆଖାରି ପୋରତମ୍ (୧୯୮୮), ଜାଗଦେକା ଭିରୁଦୁ ଅତିଲୋକ ସୁନ୍ଦରୀ (୧୯୯୦) ଓ କ୍ଷଣ କ୍ଷଣମ୍ (୧୯୯୧) ପ୍ରଭୃତିରେ ଅଭିନୟ କରି ଅନ୍ୟତମ ଅଗ୍ରଣୀ ଅଭିନେତ୍ରୀ ଭାବେ ପ୍ରତିଷ୍ଠିତ ହୋଇଥିଲେ ।
ଅରୁଣାଚଳୀ ମାଙ୍କଡ଼ (ଜୀବବିଜ୍ଞାନ ନାମ ମକାକା ମୁଞ୍ଜାଲା (Macaca Munzala)) ଉତ୍ତର-ପୂର୍ବ ଭାରତର ଅରୁଣାଚଳ ପ୍ରଦେଶ ଅଞ୍ଚଳରେ ଦୃଶ୍ୟମାନ ହୁଅନ୍ତି । ଏହି ପ୍ରଜାତିର ଆଦି ବାନରମାନଙ୍କ ଆକାର ବଡ଼ ଓ ଲାଞ୍ଜଟି ଅପେକ୍ଷାକୃତ ଛୋଟ । ଏହି ମାଙ୍କଡ଼ର ଜୀବବିଜ୍ଞାନ ନାମରେ ବ୍ୟବହୃତ “ମୁଞ୍ଜାଲା” ଶବ୍ଦର ଦିରାଂଗ୍ ମୋଂପା ଜାତିର ଲୋକମାନଙ୍କ ଭାଷାରେ ଅର୍ଥ ହେଲା “ଘଞ୍ଚ ଜଙ୍ଗଲର ମାଙ୍କଡ଼” । ଭାରତର ଆଦି ବାନର ବିଶେଷଜ୍ଞ ଅନୱରୁଦ୍ଦିନ ଚୌଧୁରୀ ୧୯୯୭ ମସିହାରେ ଏହାର ଆବିଷ୍କାର କରିଥିଲେ କିନ୍ତୁ ସେତେବେଳେ ଏହାକୁ ଏକ ନୂତନ ପ୍ରଜାତି ବୋଲି ଅଭିହିତ କରାଯାଇନଥିଲା । କାରଣ ପ୍ରଥମେ ସେ ଏହି ମାଙ୍କଡ଼କୁ ତିବ୍ୱତୀୟ ମାଙ୍କଡ଼ (ବା ପେରେ ଡେଭିଡ୍ସ୍ ମକାକ୍)ର ଏକ ଉପପ୍ରଜାତି ବୋଲି ଭାବିଥିଲେ । ପରେ ୨୦୦୪ ମସିହାରେ ଭାରତର ପ୍ରକୃତି ସଂରକ୍ଷଣ ସଂଘର କେତେକ ବୈଜ୍ଞାନିକ ଏହାକୁ ଏକ ନୂତନ ପ୍ରଜାତି ଭାବେ ଚିହ୍ନଟ କରିଥିଲେ । ୧୯୦୩ ମସିହାରେ ଇଣ୍ଡୋନେସିଆର ପାଗାଇ ଦ୍ୱୀପର ମାଙ୍କଡ଼ ଆବିଷ୍କୃତ ହେବାପରେ ଏହା “ମକାକ୍” ଶ୍ରେଣୀର ଆବିଷ୍କୃତ ପରବର୍ତ୍ତୀ ମାଙ୍କଡ଼ । ଉନ୍ନତ ମାନର ଫଟୋଚିତ୍ର ଯୋଗୁଁ ଏହି ମାଙ୍କଡ଼ ସ୍ୱତନ୍ତ୍ର ପ୍ରଜାତି ଭାବେ ଗୃହୀତ ହେଲା । ୨୦୧୧ ମସିହାରେ କେତେକ ବୈଜ୍ଞାନିକ ଏହାକୁ ଆସାମୀୟ ମାଙ୍କଡ଼ର ଏକ ଭିନ୍ନ ରୂପ ଓ ଏହାକୁ ଏକ ଉପ-ପ୍ରଜାତି ରୂପେ ଅଭିହିତ କରାଯିବା ଉଚିତ ବୋଲି ମତ ରଖିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମାନବିକ ଅଧିକାରସମୂହ ନୈତିକ ନିୟମାବଳୀ ବା ମାନଦଣ୍ଡ ମନୁଷ୍ୟର ଆଚରଣର ନିର୍ଦ୍ଦିଷ୍ଟ ମାନକ ବର୍ଣ୍ଣନା କରେ ଏବଂ ନିୟମିତ ଭାବେ ପୌର ଓ ଆନ୍ତର୍ଜାତିକ ଆଇନର ପ୍ରାକୃତିକ ଏବଂ ଆଇନଗତ ଅଧିକାର ଭାବେ ସୁରକ୍ଷିତ ରଖାଯାଏ । ସେଗୁଡ଼ିକ ସାଧାରଣତଃ ଅବିଚ୍ଛେଦ୍ୟ, ମୌଳିକ ଅଧିକାର "ଯାହା ଜଣେ ବ୍ୟକ୍ତି କେବଳ ଜଣେ ମଣିଷ ହୋଇଥିବାରୁ ଆପେଆପେ ପାଇଥାଏ" ଏବଂ ଯାହା ସେମାନଙ୍କ ବୟସ, ଜନ୍ମଦେଶ, ଅବସ୍ଥିତି, ଭାଷା, ଧର୍ମ, ଜନ୍ମଜାତି ବା ଅନ୍ୟ କୌଣସି ସ୍ଥିତି ନିର୍ବିଶେଷରେ "ସମସ୍ତ ମଣିଷଙ୍କ ସହଜାତ" । ସେସବୁ ସବୁଠି ଓ ସଦା ସାର୍ବଜନୀନତା ଗ୍ରହଣୀୟ ଓ ସେସବୁ ସମସ୍ତଙ୍କ ପାଇଁ ସମାନ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଚଣ୍ଡୁଳ ପକ୍ଷୀ ବା ଚଣ୍ଡୂଳ ପକ୍ଷୀ ବା ଭରତିଆ ପକ୍ଷୀ (ଇଂରାଜୀ ଭାଷାରେ Oriental Skylark ବା Small Skylark, ଜୀବବିଜ୍ଞାନ ନାମ Alauda gulgula) ସ୍କାଏଲାର୍କ୍ ପ୍ରଜାତିର ଏକ କ୍ଷୁଦ୍ରାକାର ପକ୍ଷୀ । ଦକ୍ଷିଣ, କେନ୍ଦ୍ରୀୟ ଓ ପୂର୍ବ ୟୁରେସିଆରେ ଏହି ପକ୍ଷୀ ପ୍ରଜାତି ବ୍ୟାପ୍ତ । ନିଜ ପ୍ରଜାତିର ଅନ୍ୟ ସ୍କାଏଲାର୍କ୍ ପକ୍ଷୀଙ୍କ ପରି ଏହି ପକ୍ଷୀ ମଧ୍ୟ ମୁଖ୍ୟତଃ ଉନ୍ମୁକ୍ତ ତୃଣଭୂମିରେ ବିଚରଣ କରେ ଏବଂ କୀଟପତଙ୍ଗ ଓ ମଞ୍ଜି ଇତ୍ୟାଦି ଆହରଣ କରିଥାଏ ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ନେକ୍ରୋଟାଇଜିଙ୍ଗ ଫାସାଇଟିସ (ଇଂରାଜୀ ଭାଷାରେ Necrotising fasciitis ବା ଏନଏଫ/NF) ରୋଗକୁ ସାଧାରଣ କଥିତ ଭାଷାରେ ମାଂସଖିଆ ରୋଗ (flesh-eating disease) କୁହାଯାଏ ଓ ଏହା ଏକ ସଂକ୍ରମଣ ଯାହା ଫଳରେ ଦେହର ନରମ ତନ୍ତୁ (soft tissue) ମୃତ୍ୟୁ (death) ହୋଇଯାଏ । ଏହି ସାଂଘାତିକ ରୋଗ ହଠାତ୍ ଆରମ୍ଭ ହୋଇ ଅତିଶୀଘ୍ର ବ୍ୟାପିଯାଏ । ପ୍ରଭାବିତ ସ୍ଥାନରେ ଚର୍ମ ଲାଲ ଦେଖାଯାଏ, ତୀବ୍ର କଷ୍ଟ ହୁଏ, ଜ୍ୱର ଓ ବାନ୍ତି ହୁଏ । ସାଧାରଣତଃ ଅବୟବ (limb) ଓ ପେରିନିଅମ (perineum) ସ୍ଥାନମାନଙ୍କରେ ଏହି ରୋଗ ହୁଏ ।ଚର୍ମ କଟିଗଲେ ବା ପୋଡ଼ା ଘାଆ ଥିଲେ ତାହା ମଧ୍ୟ ଦେଇ ସଂକ୍ରମଣ ପ୍ରବେଶ କରେ । ମୋଟାପଣ, ମଦ୍ୟାସକ୍ତି (alcoholism), ଶିରାଭ୍ୟନ୍ତର ଡ୍ରଗ ବ୍ୟବହାର, ପ୍ରାନ୍ତୀୟ ଧମନୀ ରୋଗ ଓ ଇମ୍ମ୍ୟୁନିଟି କମ୍ କରୁଥିବା ଡାଏବେଟିସ ବା କର୍କଟ ରୋଗ ହେଲେ ଏହି ନେକ୍ରୋଟାଇଜିଙ୍ଗ ଫାସାଇଟିସ ରୋଗ ସଙ୍କଟ ସୃଷ୍ଟି ହୁଏ । ଏହା ବ୍ୟକ୍ତି-ବ୍ୟକ୍ତି ଭାବରେ ବ୍ୟାପେନାହିଁ । ଏହି ରୋଗକୁ ସଂକ୍ରାମକ ଜୀବାଣୁ ଅନୁସାରେ ୫ଶ୍ରେଣୀରେ ବିଭକ୍ତ କରାଯାଇଛି । ପ୍ରାୟ ୫୫-୮୦% କେଶ୍ରେଏକାଧିକ ଜୀବାଣୁ ଯୋଗୁ ରୋଗ ହୁଏ । ପ୍ରାୟ ଏକ ତୃତୀୟାଂଶ କେଶ୍ରେ ମେଥିସିଲିନରୋଧୀ ସ୍ଟାଫିଲୋକୋକସ ଅରିଅସ (Methicillin-resistant Staphylococcus aureus) ବା ଏମଆରଏସଏ/MRSA) ଯୋଗୁ ଏ ରୋଗ ହୁଏ । ରୋଗର ନିଧାର୍ଯ୍ୟ କାରଣ ଜାଣିବା ନିମନ୍ତେ ମେଡିକାଲ ଇମେଜିଙ୍ଗ (Medical imaging) ସାହାଯ୍ୟ କରେ ।ଉତ୍ତମରୂପେ ହାତ ଧୋଇ (handwashing) ଓ ଘାଆର ଯତ୍ନ ନେଇ ଏହି ରୋଗର ପ୍ରତିଷେଧ କରାଯାଏ । ମୃତ ତନ୍ତୁମାନଙ୍କୁ ଡିବ୍ରାଇଡମେଣ୍ଟ ଅପରେଶନ କରି (surgery to remove the infected tissue) କାଢ଼ିଦିଆଯାଏ ଓ ଶିରାଭ୍ୟନ୍ତର ଆଣ୍ଟିବାୟୋଟିକ ଇଞ୍ଜେକସନ ଦେଇ ଚିକିତ୍ସା କରାଯାଏ । ପେନିସିଲିନ ଜି, କ୍ଲିଣ୍ଡାମାଇସିନ, ଭାଙ୍କୋମାଇସିନ ଓ ଜେଣ୍ଟାମାଇସିନ ଇତ୍ୟାଦି ଆଣ୍ଟିବାୟୋଟିକ ମଧ୍ୟରୁ ଏକାଧିକ ଆଣ୍ଟିବାୟୋଟିକ ଏକାବେଳେ ଦିଆଯାଏ । ଅପରେଶନ ବିଳମ୍ବ ହେଲେ ମୃତ୍ୟୁ ସଙ୍କଟ ଅଧିକ ହୁଏ । ଉଚ୍ଚମାନର ଚିକିତ୍ସା ସତ୍ତ୍ୱେ ମୃତ୍ୟୁ ହାର ୩୫ରୁ ୩୫% ହୁଏ ।ପ୍ରତିବର୍ଷ ନେକ୍ରୋଟାଇଜିଙ୍ଗ ଫାସାଇଟିସ ରୋଗରେ ପ୍ରତି ଏକ ଲକ୍ଷ ଲୋକରେ ୦.୪-୧ ଜଣ ଲୋକ ଆକ୍ରାନ୍ତ ହୁଅନ୍ତି । ପୁରୁଷ ଓ ମହିଳା ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ବୟସ୍କ ଲୋକଙ୍କୁ ଏ ରୋଗ ଅଧିକ ଓ ପିଲାଙ୍କୁ କ୍ୱଚିତ ଆକ୍ରମଣ କରେ । ହିପୋକ୍ରାଟିସଙ୍କ (Hippocrates) ସମୟରୁ ନେକ୍ରୋଟାଇଜିଙ୍ଗ ଫାସାଇଟିସ ରୋଗର ବର୍ଣ୍ଣନା ଲିପିବଦ୍ଧ ହୋଇ ରହିଛି । ଏହି ନେକ୍ରୋଟାଇଜିଙ୍ଗ ଫାସାଇଟିସ ନାମର ବ୍ୟବହାର ସନ ୧୯୫୨ରେ ପ୍ରଥମେ ବ୍ୟବହାର କରାଗଲା ।
ମାର୍ଗାରେଟ ହିଫିଲ୍ଡ ହାମିଲଟନ (ଇଂରାଜୀ: Margaret Heafield Hamilton, ଜନ୍ମ ୧୯୩୬ ମସିହା ଅଗଷ୍ଟ ୧୭) ଜଣେ କମ୍ପ୍ୟୁଟର ବିଜ୍ଞାନୀ, ସିଷ୍ଟମ ଇଞ୍ଜିନିୟର, ଏବଂ ବ୍ୟବସାୟ ମାଲିକ । ସେ ଏମଆଇଟି ଇନଷ୍ଟ୍ରୁମେଣ୍ଟେସନ ଲାବୋରୋଟୋରୀର ସଫ୍ଟଓଏର ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ଥିଲେ । ଏହି ବିଭାଗ ଆପୋଲୋ ସ୍ପେସ ପ୍ରୋଗ୍ରାମର ଫ୍ଲାଇଟ ଭିତର ସଫ୍ଟଓଏରର ବିକାଶ କରିଥିଲା । ଆପୋଲୋ ୧୧ର କଠିନ ସମୟରେ ହାମିଲଟନଙ୍କ ଦଳର କାମ ଏହି ଯାନକୁ ଚନ୍ଦ୍ର ଉପରେ ଉହ୍ଲାଇବାର ବନ୍ଦରୁ ରୋକିଥିଲା । ୧୯୮୬ ମସିହାରେ ସେ ମାସାଚୁସେଟ୍ସର କ୍ୟାମ୍ବ୍ରିଜରେ ହାମିଲଟନ ଟେକନୋଲୋଜି, Inc.ର ସିଇଓ ହୋଇଥିଲେ । କମ୍ପାନିଟି ହାମିଲଟନଙ୍କ ସିଷ୍ଟମ ଓ ସଫ୍ଟଓଏର ଡିଜାଇନ ପାଇଁ ଡେଭଲପମେଣ୍ଟ ବିଫୋର ଦି ଫାକ୍ଟ (DBTF) ପାରାଡାଇମକୁ ଆଧାର କରି ଓ ଇଉନିଭର୍ସାଲ ସିଷ୍ଟମ୍ସ ଲାଙ୍ଗୁଏଜକୁ ନେଇ ତିଆରି ହୋଇଥିଲା ।ନିଜେ ଜଡ଼ିତ ଥିବା ୬୦ ଗୋଟି ପ୍ରକଳ୍ପ ଓ ଛ'ଟି ପ୍ରୋଗ୍ରାମକୁ ଭିତ୍ତି କରି ହାମିଲଟନ ୧୩୦ରୁ ଅଧିକ ପେପର, ପ୍ରୋସିଡିଂ ଓ ରିପୋର୍ଟ ପ୍ରକାଶ କରିଛନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗାଙ୍ଗ୍ରିନ (ଇଂରାଜୀ ଭାଷାରେ Gangrene) ଏକ ପ୍ରକାର ରୋଗ ଯେଉଁଥିରେ ରକ୍ତ ସରବରାହ ଅଭାବ ବା ଇସକେମିଆ (lack of blood supply) ଯୋଗୁ ତନ୍ତୁ ମୃତ୍ୟୁ (tissue death) ହୁଏ । ଏହି ରୋଗ ଲକ୍ଷଣରେ ଚର୍ମ ରଙ୍ଗ ବଦଳି କଳା ଦେଖାଯାଏ ଓ ଥଣ୍ଡା ଲାଗେ, କାଲୁଆ ଅନୁଭବ, ଯନ୍ତ୍ରଣା, ଚର୍ମ ଘାଆ ଇତ୍ୟାଦି ଦେଖାଯାଏ । ସାଧାରଣତଃ ହାତ ଓ ପାଦରେ ଏହି ରୋଗ ହୁଏ । ଅନ୍ୟ କେତେକ ରୋଗରେ ଜ୍ୱର ଓ ସେପ୍ସିସ ହୁଏ ।କେତେକ ରୋଗ ବା ଅବସ୍ଥାରେ ଏହି ରୋଗ ସଙ୍କଟ ଅଧିକ ରହେ ଯେପରିକି ମଧୁମେହ, ପ୍ରାନ୍ତୀୟ ଧମନୀ ରୋଗ (peripheral arterial disease), ଧୁମ୍ରପାନ (smoking), ବଡ଼ ଆଘାତ (major trauma), ମଦ୍ୟାତ୍ୟୟ, ଏଚଆଇଭି/ଏଡସ, ଫ୍ରସ୍ଟ ବାଇଟ (frostbite), ରେନଡସ ସିଣ୍ଡ୍ରୋମ (Raynaud's syndrome) । ଅଧୁନା ଗାଙ୍ଗ୍ରିନର ୫ ପ୍ରକାର ବର୍ଗୀକରଣ କରାଯାଉଛି ଯଥା:- ଶୁଷ୍କ ଗାଙ୍ଗ୍ରିନ (Dry), ଆର୍ଦ୍ର ଗାଙ୍ଗ୍ରିନ (wet), ଗ୍ୟାସ ଗାଙ୍ଗ୍ରିନ (gas), ଇଣ୍ଟରନାଲ ଗାଙ୍ଗ୍ରିନ (internal), ନେକ୍ରୋଟାଇଜିଙ୍ଗ ଫାସାଇଟିସ (necrotizing fasciitis) ଏହି ରୋଗର ଲକ୍ଷଣ ଦେଖି ସହଜରେ ନିର୍ଣ୍ଣୟ କରାଯାଇପାରେ ଓ ବିଶେଷ ଅବସ୍ଥାରେ ମେଡିକାଲ ଇମେଜିଙ୍ଗ (medical imaging) କରାଯାଏ ।ଏହି ରୋଗରେ ଅପରେଶନ (Surgery) କରି ମଲା ତନ୍ତୁମାନଙ୍କୁ ବାହାର କରି ଆଣ୍ଟିବାୟୋଟିକ (antibiotics) ଦିଆଯାଏ ଓ ଅନ୍ତର୍ନିହିତ କାରଣ ଅନୁସାରେ ଅନ୍ୟାନ୍ୟ ଚିକିତ୍ସା କରାଯାଏ । ଡିବ୍ରାଇଡମେଣ୍ଟ (debridement), ଆମ୍ପୁଟେସନ (amputation) ଆଦି ଅପରେଶନ କରାଯାଏ ଓ ଆବଶ୍ୟକ ସ୍ଥଳେ ମାଗଟ ଥେରାପି (maggot therapy) ଦିଆଯାଏ । ବାଇପାସ ଅପରେଶନ (bypass surgery) ଓ ଆଞ୍ଜିଓପ୍ଲାସ୍ଟି (angioplasty) ଅପରେଶନ ଦରକାର ହୋଇପାରେ । ଅନେକ ସ୍ଥଳରେ ହାଇପରବାରିକ ଅମ୍ଳଜାନ ଥେରାପି (hyperbaric oxygen therapy) ଉପକାରୀ ହୁଏ । ଏହା ଏକ ସାଧାରଣ ରୋଗ କିନ୍ତୁ ଅଜ୍ଞାତ ଅଛି ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଓଧ (ଇଂରାଜୀ ଭାଷାରେ Otter) ଏକ ମାଂସଭୋଜୀ ସ୍ତନ୍ୟପାୟୀ ପ୍ରାଣୀ ଓ ଲୁଟ୍ରିନାଏ ପରିବାରର ଅଂଶବିଶେଷ । ଜଳଚର, ଉଭୟଚର ଓ ସାମୁଦ୍ରିକ ସବୁ ପ୍ରକାରର ମିଶାଇଲେ ପ୍ରାୟ ୧୩ଟି ଉପପ୍ରଜାତିର ଓଧ ଦେଖିବାକୁ ମିଳନ୍ତି । ମାଛ ଓ ଅନ୍ୟ ଅମେରୁଦଣ୍ଡୀ ପ୍ରାଣୀ ଏମାନଙ୍କ ମୁଖ୍ୟ ଆହାର । ଲୁଟ୍ରିନାଏ ପ୍ରକୃତରେ ୱିଜେଲ୍ ମଷ୍ଟେଲିଡାଏ ପରିବାରର (ମିଂକ୍, ମାର୍ଟେନ୍, ଗାଡ଼ଭାଲୁ ପ୍ରଭୃତିଙ୍କ ପରିବାର) ଏକ ଶାଖା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିଃସୃତ ଲୋକ କଥା ଯାହା ରୂଢି, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ରୂଢି ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଢଗ ଓ ଢମାଳି ସମାନାର୍ଥ ପ୍ରତୀତ ହେଉଥିଲେ ମଧ୍ୟ ଏଥିରେ ଏକ ସୂକ୍ଷ୍ମ ପାର୍ଥକ୍ୟ ଦୁଇଟି ଶବ୍ଦରେ ମଧ୍ୟ ବିଦ୍ୟମାନ । ଢଗରେ ଥାଏ ଶେଷ ଅକ୍ଷରର ମେଳ, ଉପଦେଶମୂଳକ ଏବଂ ଅନୁଭୂତିସିଦ୍ଧ ବଚନ । ଢ଼ମାଳିରେ ଅମେଳଯୁକ୍ତ ଗୀତ ଥାଏ ଏବଂ ସେ ସବୁ ସାଧାରଣତଃ ବ୍ୟଙ୍ଗୋକ୍ତିପୁର୍ଣ୍ଣ। ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।