ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମ ଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ୱାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତି ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କଦ୍ୱାରା ସମ୍ଭବପର ହୋଇ ପାରିଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବିଶାଖାପାଟଣା ଗ୍ୟାସ ଦୁର୍ଘଟଣା ଆନ୍ଧ୍ରପ୍ରଦେଶର ବିଶାଖପାଟଣା ନିକଟସ୍ଥ ଆରଏସ୍ ଭେଙ୍କଟାପୁରମ୍ଠାରେ ଥିବା ଏଲଜି ପଲିମର୍ସ କାରଖାନାରେ ହୋଇଥିବା ଏକ ଔଦ୍ୟୋଗିକ ଦୁର୍ଘଟଣା ଅଟେ । ଏହି ଦୁର୍ଘଟଣାଟି ୨୦୨୦ ମସିହା ମେ ୭ ତାରିଖରେ ଘଟିତ ହୋଇଥିଲା । କାରଖାନାରୁ ନିର୍ଗତ ହୋଇଥିବା ବିଷାକ୍ତ ଗ୍ୟାସ ପ୍ରାୟ ୩ କିଲୋମିଟର ପରିଧିରେ ବ୍ୟାପି ଯାଇଥିଲା । ମେ ୮ ତାରିଖ ରାତ୍ରୀ ସୁଦ୍ଧା ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ୧୩ରେ ପହଞ୍ଚିଛି ଏବଂ ଆଖପାଖ ଗ୍ରାମର ପ୍ରାୟ ୨ ହଜାରରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଭାଗୀରଥି ବଡ଼ଜେନା (ଜନ୍ମ: ୨୮ ଅଗଷ୍ଟ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଭାଗୀରଥି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଉତ୍ତର ଓ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଢୁମ୍ପା ଏକ ପାରମ୍ପରିକ ବାଦ୍ୟଯନ୍ତ୍ର। ଏହା ସହ ଗାନ କରାଯାଉଥିବା ଗୀତକୁ ଢୁମ୍ପା ସଂଗୀତ କହାଯାଏ। ଢୁମ୍ପା ଓଡ଼ିଶାର ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର ଏକ ପ୍ରକାର ପାରମ୍ପରିକ ସଙ୍ଗୀତ ଓ ବାଦ୍ୟଯନ୍ତ୍ର।। ଏହା ସର୍ବପ୍ରଥମେ ଅଷ୍ଟାଦଶ ଶତାବ୍ଦୀରେ କବିସୂର୍ଯ୍ୟ ବଳଦେବ ରଥଙ୍କଦ୍ୱାରା ଆରମ୍ଭ କରାଯାଇଥିଲା। ଏଥିରେ ବ୍ୟବହୃତ ପ୍ରମୁଖ ବାଦ୍ୟଯନ୍ତ୍ର 'ଢୁମ୍ପା' ଅନୁସାରେ ଏହାକୁ ଢୁମ୍ପା ସଙ୍ଗୀତ ବୋଲାଯାଏ। ନୟାଗଡ଼ର ଖଣ୍ଡପଡ଼ା ଅଞ୍ଚଳରେ ମଇ ବା ଭେଣ୍ଡିଆମର୍ଦ୍ଦନ ଗଛ ଛେଲିରୁ ଏହି ବିରଳ ବାଦ୍ୟ ପ୍ରସ୍ତୁତ ହେଉଥିବା ବେଳେ ଗଞ୍ଜାମର ଦିଗପହଣ୍ଡି ଅଞ୍ଚଳରେ ଏହି ବାଦ୍ୟ ବାଉଁଶରେ ପ୍ରସ୍ତୁତ ହୋଇଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ନବଯୌବନ ବେଶ ଶ୍ରୀଜୀଉମାନେ ଆଷାଢ଼ ଅମାବାସ୍ୟା ତଥା ଉଭା ଅମାବାସ୍ୟା ତିଥିରେ ଧାରଣ କରୁଥିବା ବିଶେଷ ବେଶ ଅଟେ । ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ୱଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । କେତେକ ସମୟରେ ନେତ୍ରୋତ୍ସବ ଓ ନବଯୌବନ ତିଥିରେ ସାମାନ୍ୟ ଏପଟ ସେପଟ ମଧ୍ୟ ହୋଇଥାଏ । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।
ଓମୁଆମୁଆ (ଈଂରାଜୀ ଓ ହାୱାଇ ସ୍ଥାନୀୟ ଭାଷାରେ ʻOumuamua ( /oʊˌmuːəˈmuːə/)) ଏକ ମହାଜାଗତିକ ବସ୍ତୁ ଯାହା ଆମ ସୌରମଣ୍ଡଳ ମଧ୍ୟ ଦେଇ ଗତି କରୁଛି ଓ ଏପରି ଏକ ଦୃଶ୍ୟ ପ୍ରଥମ ଥର ପାଇଁ ଦେଖିବାକୁ ମିଳିଛି । ୧I/୨୦୧୭ U୧ (1I/2017 U1) ବୋଲି ନାମିତ ଏହି ବସ୍ତୁ ୨୦୧୭ ମସିହା ଅକ୍ଟୋବର ୧୯ ତାରିଖ ଦିନ ହାୱାଇର ହେଲିଆକାଲା ମହାକାଶ ନିରୀକ୍ଷଣାଗାରରେ ରବର୍ଟ୍ ୱେରିକ୍ଙ୍କ ପ୍ୟାନ୍-ଷ୍ଟାର୍ରସ୍ ଦୂରବିକ୍ଷଣ ଯନ୍ତ୍ରଦ୍ୱାରା ଆବିଷ୍କୃତ ହୋଇଥିଲା । ଆବିଷ୍କୃତ ହେବା ବେଳକୁ ଏହା ନିଜର ଗତିପଥରେ ସୂର୍ଯ୍ୟଠାରୁ ନିକଟତମ ବିନ୍ଦୁକୁ ଅତିକ୍ରମ କରି ୪୦ ଦିନ ହୋଇସାରିଥିଲା । ଓମୁଆମୁଆର ଅବସ୍ଥିତି ପ୍ରଥମେ ଜଣାପଡ଼ିବା ସମୟରେ ଏହା ପୃଥିବୀଠାରୁ ୩.୩ କୋଟି କିଲୋମିଟର (ପୃଥିବୀ ଓ ଚନ୍ଦ୍ର ମଧ୍ୟବର୍ତ୍ତୀ ଦୂରତାର ପ୍ରାୟ ୮୫ ଗୁଣ) ଦୂରରେ ରହିଥିଲା ଓ ସୂର୍ଯ୍ୟଠାରୁ ଦୂରକୁ ଗତି କରୁଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଧ (ଇଂରାଜୀ ଭାଷାରେ Otter) ଏକ ମାଂସଭୋଜୀ ସ୍ତନ୍ୟପାୟୀ ପ୍ରାଣୀ ଓ ଲୁଟ୍ରିନାଏ ପରିବାରର ଅଂଶବିଶେଷ । ଜଳଚର, ଉଭୟଚର ଓ ସାମୁଦ୍ରିକ ସବୁ ପ୍ରକାରର ମିଶାଇଲେ ପ୍ରାୟ ୧୩ଟି ଉପପ୍ରଜାତିର ଓଧ ଦେଖିବାକୁ ମିଳନ୍ତି । ମାଛ ଓ ଅନ୍ୟ ଅମେରୁଦଣ୍ଡୀ ପ୍ରାଣୀ ଏମାନଙ୍କ ମୁଖ୍ୟ ଆହାର । ଲୁଟ୍ରିନାଏ ପ୍ରକୃତରେ ୱିଜେଲ୍ ମଷ୍ଟେଲିଡାଏ ପରିବାରର (ମିଂକ୍, ମାର୍ଟେନ୍, ଗାଡ଼ଭାଲୁ ପ୍ରଭୃତିଙ୍କ ପରିବାର) ଏକ ଶାଖା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଉଦ୍ୟମ ସଂସାଧନ ଯୋଜନା (ଇଆର୍ପି)
ଉଦ୍ୟମ ସଂସାଧନ ଯୋଜନା – ଇଆର୍ପି (ଈଂରାଜୀରେ Enterprise resource planning - ERP) ହେଉଛି ପ୍ରଯୁକ୍ତି ବିଦ୍ୟା ବା କୌଣସି ସଫ୍ଟୱେର୍ ସହାୟତାରେ ଏକ ଉଦ୍ୟୋଗ, ସଂସ୍ଥାନ (ଅବା କମ୍ପାନୀ)ର ସମସ୍ତ ପ୍ରକାରର ବ୍ୟବସାୟିକ ପ୍ରକ୍ରିୟାର ପରିଚାଳନା କରିବା । ବ୍ୟବସାୟରେ ଦୈନନ୍ଦିନ ଜୀବନର ଲେଖା ଓ କାର୍ଯ୍ୟକଳାପର ଏକ ଚିତ୍ର ସାଧାରଣତଃ ଏହି ଇଆର୍ପି ସଫ୍ଟୱେର୍ ବା ବ୍ୟବସ୍ଥା (ଈଂରାଜୀରେ System) ମଧ୍ୟରେ ପ୍ରସ୍ଫୁଟିତ ଓ ଗଚ୍ଛିତ ହେଉଥାଏ ।
ଆକାଶବାଣୀ (ରେଡ଼ିଓ ପ୍ରସାରଣ ସେବା)
ଅଲ ଇଣ୍ଡିଆ ରେଡ଼ିଓ (AIR, ସରକାରୀ ଭାବେ ଆକାଶବାଣୀ ନାମରେ ପରିଚିତ, ଅର୍ଥ ଆକାଶର ବାଣୀ), ଭାରତର ଜାତୀୟ ଆଞ୍ଚଳିକ ରେଡ଼ିଓ ପ୍ରସାରଣ ସେବା ଓ ପ୍ରସାର ଭାରତୀର ଏକ ଅଂଶ । ୧୯୩୦ରେ ସ୍ଥାପିତ ଏହି ସଂସ୍ଥା ପ୍ରସାର ଭାରତୀର ଟେଲିଭିଜନ ପ୍ରସାରଣ ସେବା ଦୂରଦର୍ଶନର ଏକ ସହଯୋଗୀ ଅନୁଷ୍ଠାନ । ଅଲ ଇଣ୍ଡିଆ ରେଡ଼ିଓ ପୃଥିବୀର ବିଶାଳତମ ରେଡ଼ିଓ ପ୍ରସାରଣ ସେବାମାନଙ୍କ ମଧ୍ୟରୁ ଅନ୍ୟତମ । ଏହାର ମୁଖ୍ୟ କାର୍ଯ୍ୟାଳୟ ନୂଆ ଦିଲ୍ଲୀଠାରେ ଆକାଶବାଣୀ ଭବନରେ ଅବସ୍ଥାପିତ ଯେଉଁଠାରେ ଆକାଶବାଣୀର ନାଟକ ଓ ଏଫଏମ ବିଭାଗ ଏବଂ ଜାତୀୟ ସେବାର କାର୍ଯ୍ୟକ୍ରମମାନ ହୋଇଥାଏ ।
ସାର୍କ (ଇଂରାଜୀ ଭାଷାରେ Sharks) ଏକ ପ୍ରକାର (elasmobranch ) ମାଛ ଦଳକୁ ବୁଝାଏ ଯାହାର ଉପାସ୍ଥିରେ ଗଢ଼ା କଙ୍କାଳ (cartilaginous skeleton) ଥାଏ, ୫-୭ ଗାଲିସି ଫାଙ୍କ (gill slits) ଉଭୟ ପାଖ ମଥାରେ ଥାଏ ଓ ମୁଣ୍ଡ ସହ ସଂଯୁକ୍ତ ହୋଇନଥିବା ପେକ୍ଟୋରାଲ ଫିନ (pectoral fins) ଥାଏ । ଅଧୁନା ସାର୍କମାମନଙ୍କୁ କ୍ଲେଡ (clade) ସେଲାସିମର୍ଫ ଓ ଭଗିନୀ ଦଳକୁ (sister group) ବାଟଏଡିଆ (rays), ଏହି ଦୁଇ ଦଳରେ ବିଭକ୍ତ କରାଯାଉଛି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।ସାହିତ୍ୟିକ ଧନେଶ୍ୱର ସାମଲଙ୍କ ଜନ୍ମ ହୋଇଥିଲା ୧୯୩୨ ମସିହା ଡିସେମ୍ବର ମାସ୩୧ ତାରିଖରେ । ଜନ୍ମସ୍ଥାନ: ଅବିଭକ୍ତ କଟକ ଜିଲ୍ଲାର ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରିନଙ୍ଗଳ ଗ୍ରାମ ପଞ୍ଚାୟତର ବାହାଦୂର ନଗର ଗ୍ରାମରେ ।
ନାଭି ନାଡ଼ ନିର୍ଗମନ ବା ଅମ୍ବିଲିକାଲ କର୍ଡ଼ ପ୍ରୋଲାପ୍ସ (Umbilical cord prolapse) ନାମ ଦିଆଯାଏ ଯେତେବେଳେ ପ୍ରସବ (labor) ସମୟରେ ଶିଶୁ ବାହାରକୁ ଆସିବା ପୂର୍ବରୁ ନାହି ନାଡ଼ (umbilical cord) ଜରାୟୁରୁ (uterus) ବାହାରକୁ ବାହାରିଆସେ । ଏହା ଏକ ଚିନ୍ତାର ବିଷୟ ଯେହେତୁ ନାହି ଉପରେ ଚାପ ପଡ଼ିବା ଯୋଗୁ ଶିଶୁର ରକ୍ତ ଯୋଗାଣ ବନ୍ଦ ହୋଇଯାଏ ବା କମିଯାଏ ।ପୂର୍ବରୁ ଦୁଇଟି ଶିଶୁ ଜନ୍ମ ହୋଇସାରିଥିଲେ ଓ ଚଳିତ ପ୍ରସବ ସମୟରେ ଜରାୟୁ ମଧ୍ୟରେ ଶିଶୁର ଅସାଧାରଣ ଅବସ୍ଥିତି ଥିଲେ ନାଭି ନାଡ଼ ନିର୍ଗମନ ସଙ୍କଟ ଅଧିକ ରହେ । ସମୟପୂର୍ବ ପ୍ରସବ (prematurity), ଛୋଟ ଶିଶୁ, ଜମଜ ଗର୍ଭ, ପୂର୍ବରୁ ଅଧିକ ଗର୍ଭ ହୋଇଥିଲେ ଓ ଅଧିକ ଗର୍ଭୋଦକ ଥିଲେ ଏହି ସଙ୍କଟ ଅଧିକ ରହେ । ଆମ୍ନିଓଟୋମି (medical rupture of the amniotic sac ଏହାର କାରକ ବିଷୟଟି ବିବାଦାତ୍ମକ ଅଛି । ପ୍ରସବ ସମୟରେ ହଠାତ୍ ଶିଶୁର ହୃଦ୍ଗତି କମିଗଲେ ଏହା ସନ୍ଦେହ କରାଯାଏ । ନାଭି ନାଡ଼ ଦେଖିଲେ ବା ଭିତରେ ଅନୁଭବ କରି ନିର୍ଣ୍ଣୟ କରାଯାଇପାରେ ।ଏଭଳି କେଶ୍ର ପରିଚାଳନାରେ ତୁରନ୍ତ ପ୍ରସବ କରେଇବାକୁ ଧ୍ୟାନ ଦିଆଯାଏ, ସାଧାରଣତଃ ସିଜରିଆନ ସେକସନ (cesarean section) ଜରିଆରେ । ସମ୍ଭବ ହେଲେ ଶିଶୁକୁ ହାତ ସାହାଯ୍ୟରେ ଉପରକୁ ଠେଲି ଦିଆଯାଏ । ନି-ଚେଷ୍ଟ ପୋଜିସନ (knee-chest position) ବା ଯଦି ଏହା ସମ୍ଭବ ନହୁଏ ଟ୍ରେଣ୍ଡେଲେନବର୍ଗ ପୋଜିସନ (Trendelenburg position) ବ୍ୟବହାର କରାଯାଏ । ଉପଯୁକ୍ତ ଚିକିତ୍ସାରେ ଅଧିକାଂଶ କେଶ୍ର ଫଳାଫଳ ଭଲ ରହେ । ପ୍ରତି ୫୦୦ ପ୍ରସବରେ ଜଣକର ନାଭି ନାଡ଼ ନିର୍ଗମନ ସମସ୍ୟା ଉପଜେ । ୧୦% କେଶ୍ରେ ଶିଶୁର ମୃତ୍ୟୁ ସଙ୍କଟ ରହେ । ଜନ୍ମ ତୃଟି (en:congenital anomalies) ଥିଲେ ବା ପ୍ରିମାଚ୍ୟୁର ଶିଶୁ (prematurity) ଥିଲେ ଏହା ସଙ୍କଟ ରହେ । ଏଭଳି ରୋଗୀଙ୍କୁ ଆଶୁ ଚିକିତ୍ସା କରାଯା ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଟ୍ରାଇମେଥୋପ୍ରିମ/ସଲଫାମେଥୋକ୍ସାଜୋଲ
ଟ୍ରାଇମେଥୋପ୍ରିମ ସଲଫାମେଥୋକ୍ସାଜୋଲ (TMP/SMX), ଅନ୍ୟ ନାମ କୋ-ଟ୍ରାଇମୋକ୍ସାଜୋଲ ଏକ ଆଣ୍ଟିବାୟୋଟିକ ଯାହା ଅନେକ ପ୍ରକାର ଜୀବାଣୁ ସଂକ୍ରମଣ ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ଏଥିରେ ଗୋଟିଏ ଭାଗ ଟ୍ରାଇମେଥୋପ୍ରିମ ଓ ୫ ଭାଗ ସଲଫାମେଥୋକ୍ସାଜୋଲ (୧:୫) ଥାଏ । ମୂତ୍ରନଳୀ ସଂକ୍ରମଣ, ଏମଆରଏସଏ ଚର୍ମ ସଂକ୍ରମଣ, ପର୍ଯ୍ୟଟକ ତରଳ ଝାଡ଼ା, ଶ୍ୱାସନଳୀ ସଂକ୍ରମଣ, ଓ ଆନ୍ତ୍ରିକ ଜ୍ୱର ଇତ୍ୟାଦି ରୋଗମାନଙ୍କ ଚିକିତ୍ସାରେ ବ୍ୟବହୃତ ହୁଏ । ଏଚଆଇଭି/ଏଡ୍ସ୍ ଥିବା ଲୋକଙ୍କର ନିମୋସିସ୍ଟିକ ନିମୋନିଆ ରୋଗର ପ୍ରତିଷେଧ ଓ ଚିକିତ୍ସା ଉଭୟ ନିମନ୍ତେ ଏହା ପ୍ରୟୋଗ କରାଯାଏ । ଏହା ପାଟିରେ ଦିଆଯାଏ ଓ ଶିରାରେ ଇଞ୍ଜେକସନ ଆକାରରେ ଦିଆଯାଏ ।ଅଇ, ବାନ୍ତି, ରାସ, ଓ ତରଳ ଝାଡ଼ା ଇତ୍ୟାଦି ପାର୍ଶ୍ୱ ପ୍ରତିକ୍ରିୟା ହୁଏ ।ସାଙ୍ଘାତିକ ଆଲର୍ଜି ଓ କ୍ଲସ୍ଟ୍ରିଡିଅମ ଡିଫିସିଲ ତରଳ ଝାଡ଼ା ବେଳେ ବେଳେ ହୁଏ । ଗର୍ଭାବସ୍ଥା ଶେଷ ଭାଗରେ ଏହା ନ ଦେବାକୁ ନିର୍ଦ୍ଦେଶ ଦିଆଯାଏ । ଶିଶୁ ସୁସ୍ଥ ଥିଲେ [ସ୍ତନ୍ୟପାନ]] କରାଯାଇପାରେ । ଏହି ଔଷଧ ଯୋଗୁ ଜୀବାଣୁ ମୃତ୍ୟୁ ହୁଏ । ଏହା ଆଣ୍ଟିଫୋଲେଟ କାମ କରେ ।ସନ ୧୯୭୪ରେ ପ୍ରଥମେ ଏହି ଔଷଧ ବିକ୍ରି ଆରମ୍ଭ ହେଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ ଓ ଦାମିକା ନୁହେଁ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଟିକାର ମୂଲ୍ୟ ଡୋଜ ପିଛା ୦.୪୦ ଡଲାର ।
ଗାସ୍ଟ୍ରୋଏସୋଫେଜିଆଲ ରିଫ୍ଲକ୍ସ ଡିଜିଜ
ଗାସ୍ଟ୍ରୋଏସୋଫେଜିଆଲ ରିଫ୍ଲକ୍ସ ଡିଜିଜ (ଇଂରାଜୀ ଭାଷାରେ Gastroesophageal reflux disease ବାGERD ବା acid reflux) ଏକ ଦୀର୍ଘକାଳୀନ ବେମାରୀ ଯେଉଁଥିରେ ପାକସ୍ଥଳୀର ଖାଦ୍ୟ ପଛକୁ ଫେରି ଏସୋଫେଗସ (esophagus) ଭିତରକୁ ପଶିଆସିବା ଯୋଗୁ ଲକ୍ଷଣ ବାହାରେ ବା ରୋଗ ଜଟିଳ ହୁଏ । ଏହି ରୋଗର ଲକ୍ଷଣ: ପାଟିରେ ଏସିଡ ସ୍ୱାଦ ହୁଏ, ଛାତି ଜ୍ୱାଳା (heartburn), ଦୁର୍ଗନ୍ଧ ଶ୍ୱାସ, ବାନ୍ତି, ଛାତି ଯନ୍ତ୍ରଣା (chest pain), ଶ୍ୱାସ ସମସ୍ୟା ଓ ଦନ୍ତକ୍ଷୟ ହୁଏ । ରୋଗ ଜଟିଳ ହେଲେ ଏସୋଫେଜାଇଟିସ (esophagitis), ଏସୋଫେଜିଆଲ ସ୍ଟ୍ରିକଚର (esophageal stricture) ଓ ବାର୍ନେଟ ଏସୋଫେଗସ (Barrett's esophagus) ହୁଏ ।ମୋଟାପଣ, ଗର୍ଭାବସ୍ଥା, ଧୂମ୍ରପାନ (smoking), ହିଆଟସ ହାର୍ନିଆ (hiatus hernia), ଓ କେତେକ ଔଷଧ ସେବନ କଲେ ଏହି ରୋଗ ସଙ୍କଟ ସୃଷ୍ଟି ହୋଇପାରେ। ସଙ୍କଟଦାୟକ ଔଷଧମାନଙ୍କ ନାମ ଯଥାକ୍ରମେ:- ଆଣ୍ଟିହିସ୍ଟାମିନ antihistamine, କ୍ୟାଲସିଅମ ଚାନେଲ ବ୍ଲକର (calcium channel blockers), ଆଣ୍ଟିଡିପ୍ରେସାଣ୍ଟ (antidepressants), ନିଦ୍ରା ଔଷଧ । ପାକସ୍ଥଳୀ ଓ ଏସୋଫେଗସ ମିଳନ ସ୍ଥଳରେ ଥିବା ସ୍ଫିଙ୍କଟର ବା ସଂକୋଚକ ପେଶୀ ସଠିକ ଭାବେ କାମ ନ କରୁଥିଲେ ଏହି ଅବସ୍ଥା ସୃଷ୍ଟି ହୁଏ । ସାଧାରଣ ଚିକିତ୍ସାରେ ଭଲ ନ ହେଲେ ଗାସ୍ଟ୍ରୋସ୍କୋପି (gastroscopy), ଅପର ଜିଆଇ ସିରିଜ (upper GI series), ଏସୋଫେଜିଆଲ ପିଏଚ ମୋନିଟରିଙ୍ଗ (esophageal pH monitoring) ବା ଏସୋଫେଜିଆଲ ମାନୋମେଟ୍ରି (esophageal manometry) କରାଯାଏ ।ଜୀବନଚର୍ଯ୍ୟାର ପରିବର୍ତ୍ତନ, ଔଷଧ ଓ କ୍ୱଚିତ ଅପରେଶନ- ଏହି ତିନି ଉପାୟରେ ଏହି ରୋଗର ଚିକିତ୍ସା କରାଯାଏ । ଖାଇବାର ୩ ଘଣ୍ଟା ପର ପର୍ଯ୍ୟନ୍ତ ଶୋଇବ ନାହିଁ, ମୋଟା ହୋଇଥିଲେ ଓଜନ କମେଇବ, ଧୂମ୍ରପାନ ବନ୍ଦ କରିବା ଓ କେତେକ ଖାଦ୍ୟ ନ ଖାଇବା - ଏହି ଜୀବନଚର୍ଯ୍ୟା ଅନୁସରଣ କରିବାକୁ ପଡ଼ିବ । ଆଣ୍ଟାସିଡ (antacid), ଏଚ୨ ଆଣ୍ଟାଗୋନିସ୍ଟ (H2 receptor blockers|), ପ୍ରୋଟୋନ ପମ୍ପ ଇନହିବିଟର (proton pump inhibitor), ଓ ପ୍ରୋକାଇନେଟିକ prokinetics ଇତ୍ୟାଦି ଔଷଧ ଦିଆଯାଏ । ସାଧାରଣ ଚିକିତ୍ସାରେ ଆଦୌ ଭଲ ନ ହେଲେ ଅପରେଶନ ଚିନ୍ତା କରାଯାଏ ।ପଶ୍ଚିମ ପୃଥିବୀର ପ୍ରାୟ ୧୦ରୁ ୨୦% ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ଉଲ୍ଲେଖନୀୟ ଲକ୍ଷଣ ବା ଜଟିଳତା ନ ଥାଇ ମଧ୍ୟ ଏହି ରୋଗ ସାଧାରଣତଃ ଦେଖାଯାଏ । ସନ ୧୯୩୫ରେ ଏହି ରୋଗ ବିଷୟ ପ୍ରଥମେ ଆସର ଉଇଙ୍କେଲସ୍ଟେନ (Asher Winkelstein) ପ୍ରଥମେ ବର୍ଣ୍ଣନା କରିଥିଲେ । ଏହାର ଲକ୍ଷଣ ଗୁଡ଼ିକ ସନ ୧୯୨୫ରେ ବର୍ଣ୍ଣନା କରାଯାଇଥିଲା ।
ନାଭି ନାଡ଼ ନାମ ଦିଆଯାଏ ଯେତେବେଳେ ଗର୍ଭସ୍ଥ ଶିଶୁ ବା ଫିଟସର (fetus) ନାହି (umbilical cord) ତା ବେକରେ ଗୁଡ଼େଇ ହୋଇଯାଇଥାଏ । ଏହି ଅବସ୍ଥାରେ ଶ୍ୟାମଳ ବର୍ଣ୍ଣର ମୁଖମଣ୍ଡଳ, ମୁଖରେ କ୍ଷୁଦ୍ର ଲାଲ ବା ବାଇଗିଣି ରଙ୍ଗର ଦାଗ ବା ପେଟେକି (petechia), ନେତ୍ର ଝିଲ୍ଲୀ ବା କଞ୍ଜକ୍ଟାଇଭା ଭିତରେ ରକ୍ତସ୍ରାବ (bleeding in the whites of the eye) ଇତ୍ୟାଦି ଲକ୍ଷଣମାନ ଦେଖାଯାଏ । ଏହା ଜଟିଳ ହେଲେ ଆଦ୍ୟ ପୁରୀଷ ବା ମେକୋନିଅମ |Meconium), ଶ୍ୱାସକ୍ରିୟା ସଙ୍କଟ (respiratory distress), ଆନିମିଆ, ସ୍ଟିଲବାର୍ଥ (stillbirth) ଇତ୍ୟାଦି ଦେଖାଯାଏ । ଅଧିକ ଥର ଗୁଡ଼େଇ ହୋଇଥିଲେ ଅଧିକ ସଙ୍କଟ ରହେ ।ପ୍ରସବ (labor) ସମୟରେ ଶିଶୁର ହୃଦ୍ଗତି ହାର ଦେଖି ସନ୍ଦେହ କରାଯାଏ । ଶିଶୁର ମୁଣ୍ଡ ବାହାରକୁ ଆସିଲା ପରେ ବେକରେ ଆଙ୍ଗୁଠି ଚାଳନା କରି ନୁକାଲ କର୍ଡ଼ ଥିବା ଜାଣିହୁଏ । ପ୍ରସବ ପୂର୍ବରୁ ଅଲ୍ଟ୍ରାସାଉଣ୍ଡ (ultrasound) କରି ନିଶ୍ଚିତ କରାହୁଏ ।ପ୍ରସବ ସମୟରେ ଏହି ଅବସ୍ଥା ଚିହ୍ନଟ ହୋଇଗଲେ ନାଭି ନାଡ଼ ଖୋଲିଦିଆଯାଏ ଓ ଏହା ସମ୍ଭବ ନହେଲେ କ୍ଲାମ୍ପ କରିସାରି କାଟିଦିଆଯାଏ । ପ୍ରସବ ସାଧାରଣ ଭାବରେ ହୁଏ ଓ ଅବସ୍ଥା ଭଲ ରହେ । ଦୀର୍ଘକାଳୀନ ମସ୍ଥିଷ୍କ କ୍ଷତି ବା ସେରେବ୍ରାଲ୍ ପାଲ୍ସି ହୋଇପାରେ । ଏକ ଚତୁର୍ଥାଂଶ ପ୍ରସବ କାଳରେ ଏହି ଅବସ୍ଥା ଉପୁଜେ । ଏଭଳି ଅବସ୍ଥାର ବର୍ଣ୍ଣନା ଖ୍ରୀ:ପୂ: ୩୦୦ରୁ ହିପୋକ୍ରାଟିସ (Hippocrates) ଅମଳରୁ ଲିପିବଦ୍ଧ ଅଛି ।
ଟାର୍ଡିଭ ଡିସକାଇନେସିଆ (ଇଂରାଜୀ ଭାଷାରେ Tardive dyskinesia ବା TD) ବେମାରୀରେ ଶରୀରର ଅନିଚ୍ଛାକୃତ ଚଳନ ହୁଏ । ମୁହଁର ବିକୃତ ଭଙ୍ଗି, ଜିଭ ବାହାରକୁ ବାହାର ହୋଇଯିବା ଓ ଓଠ କାମୁଡ଼ିବା ଆଦି ହେବା ଦେଖାଯାଏ । ଅଧିକନ୍ତୁ କୋରିଆ (rapid jerking movements) ଓ ଆଥେଟୋସିସ (slow writhing movements) ରୋଗ ମଧ୍ୟ ହୋଇପାରେ । ପ୍ରାୟ ୨୦% ରୋଗୀଙ୍କର କର୍ମ ଶକ୍ତି କମିଯାଏ ।ଦୀର୍ଘ କାଳ ଧରି ନିଉରୋଲେପ୍ଟିକ ଔଷଧ ଯେପରିକି ମେଟୋକ୍ଲୋପ୍ରାମାଇଡ (Neuroleptic medication) (antipsychotics, metoclopramide) ଔଷଧ ବ୍ୟବହାର କଲେ ଏହି ରୋଗ ହୁଏ । ଏହି ଔଷଧ ଗୁଡ଼ିକ ସାଧାରଣତଃ ମାନସିକ ବେମାରୀ ନିମନ୍ତେ ଦିଆଗଲେ ମଧ୍ୟ ପାକଅନ୍ତନଳୀ ବା ସ୍ନାୟୁ ଜନିତ ବେମାରୀ ଗୁଡ଼ିକରେ ଦିଆଯାଇପାରେ । ମାସ ମାସ ବା ବର୍ଷ ବର୍ଷ ଧରି ବ୍ୟବହାର କଲାପରେ ଏହି ରୋଗ ବାହାରେ । ସମ ଲକ୍ଷଣ ବିଶଷ୍ଟ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗଗୁଡ଼ିକର ଅନୁପସ୍ଥିତି ନିଶ୍ଚିତ କରି ଏହି ରୋଗ ନିର୍ଣ୍ଣୟ କରାଯାଏ ।ନିଉରୋଲେପ୍ଟିକ ଔଷଧ ଆବଶ୍ୟକ ସ୍ଥଳେ ଯେତେ ସମ୍ଭବ କମ୍ ମାତ୍ରାରେ ବ୍ୟବହାର କଲେ ଏହି ରୋଗର ପ୍ରତିଷେଧ ସମ୍ଭବ ହୋଇପାରିବ । ଏହି ରୋଗର ଚିକିତ୍ସା ଆରମ୍ଭ କଲେ ଯଦି ସମ୍ଭବ ହୁଏ ନିଉରୋଲେପ୍ଟିକ ବନ୍ଦ କରି କ୍ଲୋଜାପିନ (clozapine) ଦିଆଯାଏ । ଲକ୍ଷଣ କମ କରିବା ନିମନ୍ତେ ଭାଲବେନାଜିନ (Valbenazine), ଟେଟ୍ରାବେନାଜିନ (tetrabenazine), ବୋଟୁଲିନମ ଟକ୍ସିନ (botulinum toxin) ଆଦି ଔଷଧ ଦିଆଯାଇପାରେ । ଔଷଧ ଦେବା ଫଳରେ କେତେକ ରୋଗୀଙ୍କର ଉପଶମ ହୁଏ ଓ ଅନ୍ୟ କେତେକଙ୍କର ଉପଶମ ହୁଏନାହିଁ ।ଆଟିପିକାଲ ଆଣ୍ଟିସାଇକୋଟିକ ଦେବା ପରେ (atypical antipsychotics) ଓ ଟିପିକାଲ ଆଣ୍ଟିସାଇକୋଟିକ (typical antipsychotics) ପରେ 30% ଲୋକଙ୍କର ରୋଗ ପୁନର୍ବାର ହୁଏ । ବୃଦ୍ଧ ଲୋକଙ୍କର ଏହି ରୋଗ ସଙ୍କଟ ଅଧିକ ଥାଏ । ସନ ୧୯୬୪ରୁ ଏହି ଟାର୍ଡିଭ ଡିସକାଇନେସିଆ ଶବ୍ଦଟି ବ୍ୟବହାର ହୋଇଆସୁଛି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
Oceania (UK /ˌoʊʃɪˈɑːniə,_ˌoʊsɪʔ/Pronunciation: The New Oxford Dictionary of English (1998) ISBN 0-19-861263-X p.1282 "Oceania /ˌəʊsɪˈɑːnɪə, -ʃɪ-/".</ref> or US /ˌoʊʃiːˈæniə/), also known as Oceanica, is a region centred on the islands of the tropical Pacific Ocean. Opinions of what constitutes Oceania range from its three subregions of Melanesia, Micronesia, and Polynesia to, more broadly, the entire insular region between Asia and the Americas, including Australasia and the Malay Archipelago. The term is often used more specifically to denote a continent comprising Australia and proximate islands or biogeographically as a synonym for either the Australasian ecozone (Wallacea and Australasia) or the Pacific ecozone (Melanesia, Polynesia, and Micronesia apart either from New Zealand or from mainland New Guinea).
ଆମ୍ଫାନ ଘୂର୍ଣ୍ଣିବାତ୍ୟା ଝଡ଼ ( /ˈɑːmpʌn/) ବର୍ତ୍ତମାନ ବଙ୍ଗୋପସାଗରରେ ପୂର୍ବ ଭାରତ ଓ ବଙ୍ଗଳାଦେଶ ପ୍ରତି ବିପଦ ସୃଷ୍ଟି କରୁଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୂର୍ଣ୍ଣିବାତ୍ୟା । ୨୦୨୦ ଉତ୍ତର ଭାରତ ମହାସାଗର ଘୂର୍ଣ୍ଣିବାତ୍ୟା ଋତୁର ଏହା ପ୍ରଥମ କ୍ରାନ୍ତୀୟ ଘୂର୍ଣ୍ଣିବାତ୍ୟା । ୧୯୯୯ ଓଡ଼ିଶା ମହାବାତ୍ୟା ପରେ ଆମ୍ଫାନ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ପ୍ରଥମ ଘୂର୍ଣ୍ଣିବାତ୍ୟା ।୨୦୨୦ ଉତ୍ତର ଭାରତ ମହାସାଗର ଘୂର୍ଣ୍ଣିବାତ୍ୟା ଋତୁର ପ୍ରଥମ ବିଷଣ୍ଣତା, ନାମିତ ଝଡ଼ବାତ୍ୟା, ଏବଂ ଘୂର୍ଣ୍ଣିବାତ୍ୟା ଭାବେ ଜଣା ଆମ୍ଫାନର ଆରମ୍ଭ ଅପ୍ରେଲ ୨୯ ତାରିଖରେ ବଙ୍ଗୋପସାଗରର ଏକ ଲଘୁଚାପ ଅଞ୍ଚଳ ବୋଲି ଜଣାଯାଏ ।