ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଋଣ ହେଉଛି ଜଣେ, ଅନେକ ବ୍ୟକ୍ତି କିମ୍ବା କୌଣସି ସଂସ୍ଥା ଇତ୍ୟାଦି କାହାଠୁ ଟଙ୍କା ଧାର ବା ବାକି ଆଣିଥିଲେ କୁହାଯାଇଥାଏ । ରୁଣକର୍ତ୍ତା ବା ଧାରୁଆ ସମ୍ପୂର୍ଣ୍ଣରୂପେ ମୂଳଧନ ଶୁଝିଲା ପର୍ଯ୍ୟନ୍ତ ପୂର୍ବ ନିର୍ଦ୍ଧାରିତ ସୁଧ ସହିତ ପରିଶୋଧ କରିବାକୁ ପଡିଥାଏ । ସାଧାରଣତଃ ଏକ ଦଲିଲରେ ଅନ୍ୟାନ୍ୟ ଦରକାରୀ ତଥ୍ୟ ସହିତ ଋଣ ନେଇଥିବା ମୂଳଧନ, ଋଣଦାତାଙ୍କୁ ମିଳିବାକୁ ଥିବା ବାର୍ଷିକ ସୁଧ, ଋଣକର୍ତ୍ତାଙ୍କର ପରବର୍ତ୍ତୀ ଟଙ୍କା ଦେବା ତାରିଖ ଇତ୍ୟାଦି ଲେଖାଥାଏ ।
ବିଜୟ ମହାନ୍ତି (*୮ ଅପ୍ରେଲ ୧୯୫୦) ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର । ସେ ଚରିତ୍ର ଅଭିନେତା ଠାରୁ ଆରମ୍ଭ କରି ହାସ୍ୟ ଅଭିନେତା, ଖଳନାୟକ, ନାୟକ ଆଦି ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି । ୧୯୭୭ ମସିହାରେ ବିଜୟ ମହାନ୍ତି ଅଭିମାନ ଚଳଚ୍ଚିତ୍ରରେ ଏକ କ୍ଷୁଦ୍ର ଭୂମିକାରେ ଅଭିନୟ କରିଥିଲେ, ଯାହାକି ଥିଲା ତାଙ୍କ ଜୀବନର ପ୍ରଥମ ଚଳଚ୍ଚିତ୍ର । ୨୦୧୪ ମସିହା ଲୋକ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟରେ ନିର୍ବାଚନ ମଧ୍ୟ ଲଢିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବିଭୂତି ଭୂଷଣ ବଳବନ୍ତରାୟ (ଜନ୍ମ: ୮ ଫେବୃଆରୀ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବିଭୂତି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ୱର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ମାର୍ଗାରେଟ ହିଫିଲ୍ଡ ହାମିଲଟନ (ଇଂରାଜୀ: Margaret Heafield Hamilton, ଜନ୍ମ ୧୯୩୬ ମସିହା ଅଗଷ୍ଟ ୧୭) ଜଣେ କମ୍ପ୍ୟୁଟର ବିଜ୍ଞାନୀ, ସିଷ୍ଟମ ଇଞ୍ଜିନିୟର, ଏବଂ ବ୍ୟବସାୟ ମାଲିକ । ସେ ଏମଆଇଟି ଇନଷ୍ଟ୍ରୁମେଣ୍ଟେସନ ଲାବୋରୋଟୋରୀର ସଫ୍ଟଓଏର ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ଥିଲେ । ଏହି ବିଭାଗ ଆପୋଲୋ ସ୍ପେସ ପ୍ରୋଗ୍ରାମର ଫ୍ଲାଇଟ ଭିତର ସଫ୍ଟଓଏରର ବିକାଶ କରିଥିଲା । ଆପୋଲୋ ୧୧ର କଠିନ ସମୟରେ ହାମିଲଟନଙ୍କ ଦଳର କାମ ଏହି ଯାନକୁ ଚନ୍ଦ୍ର ଉପରେ ଉହ୍ଲାଇବାର ବନ୍ଦରୁ ରୋକିଥିଲା । ୧୯୮୬ ମସିହାରେ ସେ ମାସାଚୁସେଟ୍ସର କ୍ୟାମ୍ବ୍ରିଜରେ ହାମିଲଟନ ଟେକନୋଲୋଜି, Inc.ର ସିଇଓ ହୋଇଥିଲେ । କମ୍ପାନିଟି ହାମିଲଟନଙ୍କ ସିଷ୍ଟମ ଓ ସଫ୍ଟଓଏର ଡିଜାଇନ ପାଇଁ ଡେଭଲପମେଣ୍ଟ ବିଫୋର ଦି ଫାକ୍ଟ (DBTF) ପାରାଡାଇମକୁ ଆଧାର କରି ଓ ଇଉନିଭର୍ସାଲ ସିଷ୍ଟମ୍ସ ଲାଙ୍ଗୁଏଜକୁ ନେଇ ତିଆରି ହୋଇଥିଲା ।ନିଜେ ଜଡ଼ିତ ଥିବା ୬୦ ଗୋଟି ପ୍ରକଳ୍ପ ଓ ଛ'ଟି ପ୍ରୋଗ୍ରାମକୁ ଭିତ୍ତି କରି ହାମିଲଟନ ୧୩୦ରୁ ଅଧିକ ପେପର, ପ୍ରୋସିଡିଂ ଓ ରିପୋର୍ଟ ପ୍ରକାଶ କରିଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ବା ନିଳୟଜ ହୃତ୍କ୍ଷିପ୍ରତା (ଇଂରାଜୀ ଭାଷାରେ Ventricular tachycardia ବା ଭି-ଟାକ/V-tach ବା ଭିଟ/VT) ଏକ ରୋଗ ଯେଉଁଥିରେ ହୃତ୍ପିଣ୍ଡରେ ଥିବା ନିଳୟର (ventricles) ତୃଟିପୁର୍ଣ୍ଣ ବୈଦୁତିକ କ୍ରିୟା (electrical activity) ଯୋଗୁ ନିୟମିତ ଦୃତ ହୃଦ୍ଗତି ହୋଇଥାଏ । ଅଳ୍ପ କିଛି ସମୟ ନିମନ୍ତେ ଏହି ଅବସ୍ଥା ରହିଲେ ସମସ୍ୟା ହୁଏନି, କିନ୍ତୁ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିଲେ ବିପଦଜନକ ହୁଏ । ଅଳ୍ପ କିଛି ସମୟ ନିମନ୍ତେ ଏହି ଅବସ୍ଥା ରହିଲେ ଲକ୍ଷଣ ଦେଖା ଯାଏନି ବା ମୁଣ୍ଡ ହାଲୁକା ଲାଗେ, ଖର ସ୍ପନ୍ଦନ (palpitations) ହୁଏ ବା ଛାତି ଯନ୍ତ୍ରଣା (chest pain) ହୁଏ । ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ଫଳରେ ହୃଦ୍ରୋଧ ବା ଭେଣ୍ଟ୍ରିକୁଲାର ଫିବ୍ରିଲେସନ ହୋଇପାରେ । ହୃଦ୍ରୋଧ ହୋଇଥିବା ଲୋକଙ୍କ ମଧ୍ୟରୁ ୭% ଲୋକଙ୍କର ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ଥାଏ ।କରୋନାରୀ ଧମନୀ ରୋଗ, ଆଓର୍ଟିକ ସ୍ଟେନୋସିସ, କାର୍ଡ଼ିଓମାୟୋପାଥି, ବିଦ୍ୟୁତ୍ ବିଶ୍ଳେଷ୍ୟ ସମସ୍ୟା (electrolyte problems), ବା ହୃଦ୍ଘାତ ଯୋଗୁ ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ହୋଇପାରେ । ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) (electrocardiogram) ଚିତ୍ରରେ ହୃଦ୍ଗତି ହାର ୧୨୦ ବିପିଏମ ଓ ଗୋଟିଏ ଧାଡ଼ିରେ ଅତି କମରେ ୩ତି ଚଉଡ଼ା କ୍ୟୁଆରଏସ କମ୍ପ୍ଲେକ୍ସ ଦେଖାଗଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଏହି ରୋଗ ୩୦ ସେକଣ୍ଡରୁ କମ ରହିଲେ ନନସସ୍ଟେଣ୍ଡ ଓ ୩୦ ସେକଣ୍ଡରୁ ଅଧିକ ରହିଲେ ସସ୍ଟେଣ୍ଡ; ଏହି ଦୁଇ ପ୍ରକାର ଶ୍ରେଣୀ ବିଭାଗ କରାଯାଏ । ଅନିୟମିତ ହୃତ୍ସ୍ପନ୍ଦନ (irregular heartbeat) ହେଉଥିବା ତିନୋଟି ରୋଗ ଯଥା ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ, ଭେଣ୍ଟ୍ରିକୁଲାର ଫିବ୍ରିଲେସନ ଓ ଟୋର୍ସାଡେସ ଡି ପଏଣ୍ଟସ (torsades de pointes) ଇତ୍ୟାଦିକୁ ସାମୁହିକ ଭାବରେ ଇଂରାଜୀରେ ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆସ କୁହାଯାଏ ।ସାଧାରଣ ରକ୍ତଚାପ (blood pressure) ଓ ଜୋର ନାଡ଼ି (pulse) ଥିବା ରୋଗୀକୁ ପ୍ରୋକେନାମାଇଡ (procainamide) ଭଳି ଆଣ୍ଟିଆରିଦମିକ ଔଷଧ ଦିଆଯାଏ । ଅନ୍ୟଥା ତୁରନ୍ତ କାର୍ଡ଼ିଓଭର୍ସନ (cardioversion) ସୁପାରିସ କରାଯାଏ । ହୃଦ୍ରୋଧ ହୋଇଗଲେ କାର୍ଡ଼ିଓପଲମୋନାରି ରିସସିଟେସନ (cardiopulmonary resuscitation ବା CPR)) ଓ ଡିଫିବ୍ରିଲେସନ (defibrillator) କରିବାକୁ ସୁପାରିସ କରାଯାଏ । ମୋନୋଫେଜିକ ଅପେକ୍ଷା ବାଇଫେଜିକ ଡିଫିବ୍ରିଲେସନ ଭଲ କାମ କରେ । ହୃତ୍ପିଣ୍ଡ ମନିଟରରେ (heart monitor) ଥିଲାବେଳେ ରୋଗ ଅନସ୍ଟେବଲ ହୋଇଗଲେ ଡିଫିବ୍ରିଲେଟର (defibrillator) ଆସିବା ପୂର୍ବରୁ ପ୍ରିକର୍ଡ଼ିଆଲ ଥମ୍ପ (precordial thump) ଚେଷ୍ଟା କରାଯାଇପାରେ । ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆରେ ହୃଦ୍ରୋଧ ହୋଇଗଲେ ବଞ୍ଚିବା ହାର ୪୫% ଥାଏ । ପ୍ରତ୍ୟାବର୍ତ୍ତନ ପ୍ରତିରୋଧ ନିମନ୍ତେ ଇମ୍ପ୍ଲାଣ୍ଟେବ୍ଲେ କାର୍ଡ଼ିଆକ ଡିଫିବ୍ରିଲାଟର (implantable cardiac defibrillator) ବା କ୍ୟାଲସିଅମ ଚାନେଲ ବ୍ଲକର ଔଷଧ (calcium channel blockers) ବା ଏମିଓଡାରୋନ ଦିଆଯାଇପାରେ ।
ଅପାମାର୍ଗ ଏକ ପ୍ରକାର ଗୁଳ୍ମ ଜାତୀୟ ଉଦ୍ଭିଦ। ଉଚ୍ଚତାରେ ପ୍ରାୟ ଦେଢ଼ଫୁଟରୁ ଦୁଇଫୁଟ ହୋଇଥାଏ। ଗଛର ରଙ୍ଗ ଅନୁସାରେ ଧଳା ଓ ଲାଲ୍ ଭେଦରେ ଏହା ଦୁଇପ୍ରକାରର। ଲାଲ୍ ଅପାମାର୍ଗ ଅପେକ୍ଷା ଧଳା ଅପାମାର୍ଗ ଅଧିକ ଗୁଣକାରୀ। ଏଇ ପ୍ରକାରର ଆଉ ଏକ ପ୍ରକାରର ଗଛ ଦେଖାଯାଏ ଯାହାକୁ ଲୋକେ ମଇଁଷିଆ ଅପାମାର୍ଗ କହିଥାନ୍ତି, କିନ୍ତୁ ଅପାମାର୍ଗର କୌଣସି ଗୁଣ ଏଥିରେ ନ ଥାଏ। ଏହା ଏକ ଉପକାରୀ ଗଛ।
ଆଲଜିମର ରୋଗ (ଇଂରାଜୀରେ Alzheimer's disease (AD), ବା ଆଲ୍ଜ୍ହେମର୍ ରୋଗ Alzheimer disease, ବା କେବଳ ଆଲ୍ଜ୍ହେମର୍ସ୍ Alzheimer's,) ଡିମେନ୍ସିଆର ୬୦ରୁ ୭୦ % ଭାଗ ଅଧିକାର କରିଥାଏ । ଏହା ଏକ ସ୍ନାୟୁ ଅପଜନନକାରୀ (degenerative) ରୋଗ ଯାହା ଧୀରେ ଆରମ୍ଭ ହୁଏ ଓ ସମୟକ୍ରମେ ଖରାପ ଦିଗକୁ ଗତି କରେ । ଏହାର ପ୍ରାଥମିକ ଲକ୍ଷଣ ମଧ୍ୟରେ ସଦ୍ୟ ଘଟଣାବଳୀ ପାଶୋରିବା (କ୍ଷଣସ୍ଥାୟୀ ସ୍ମୃତିଶକ୍ତି) ହ୍ରାସ ହେବା ଲକ୍ଷ କରାଯାଏ । ରୋଗ ଅଗ୍ରଗତି କରିବା ସଙ୍ଗେ ସଙ୍ଗେ ଅନ୍ୟ ଲକ୍ଷଣ ଯେପରିକି କଥାବାର୍ତ୍ତା ବା ଲିଖନ ଭିତ୍ତିକ ସମ୍ପର୍କରେ ଅବନତି, ସ୍ଥାନ କାଳ ପାତ୍ର ଅବସ୍ଥିତି ସମ୍ପର୍କରେ ଅବନତି, ସହଜରେ ହଜିଯିବା, ଅସ୍ଥିର ମାନସ, ପ୍ରେରଣାଶକ୍ତି ହାନୀ, ନିଜ ଯତ୍ନ ଅକ୍ଷମତା ଓ ଦୁର୍ବ୍ୟବହାର କରିବା ଦେଖାଯାଏ । ରୋଗ ଆହୁରି ଆଗେଇଲେ ପରିବାର ଓ ସମାଜରୁ ରୋଗୀ ଦୂରେଇଯାଏ । ଶାରୀରିକ କ୍ରିୟାହାନୀ ହୋଇ ଧୀରେ ମୃତ୍ୟୁ ହୁଏ । ରୋଗର ଅଗ୍ରଗତି ସର୍ବଦା ସମାନ ନ ହେଲେ ମଧ୍ୟ ଆୟୁଷ ୩ରୁ ୯ ବର୍ଷ ରହେ । ଆଲଜିମର ରୋଗ କେଉଁ କାରଣରୁ ହୁଏ ତାହା ବୋଧଗମ୍ୟ ହୋଇନାହିଁ । ଏହି ରୋଗ ସଙ୍କଟ ୭୦ % କେଶ୍ରେ ଅନେକ ଜୀନଦ୍ୱାରା ହେଉଥିବା ବିଶ୍ୱାସ କରାଯାଏ । ଅନ୍ୟ ସଙ୍କଟଜନକ ଅବସ୍ଥା ମଧ୍ୟରେ ମୁଣ୍ଡ ଆଘାତ, ଅବସାଦ ଓ ଉଚ୍ଚ ରକ୍ତଚାପ ଉଲ୍ଲେଖନୀୟ । ଏହି ରୋଗ ସହିତ ମସ୍ତିଷ୍କରେ କେତେକ ପ୍ଲେକ୍ ଓ ମୋଡ଼ିମାଡ଼ି ହୋଇ ରହିଥିବା ସ୍ନାୟୁ ତନ୍ତୁ ଦେଖାଯାଏ । ରୋଗୀର ଇତିହାସରୁ ସମ୍ଭାବ୍ୟ ରୋଗ ନିର୍ଣ୍ଣୟ କରାଯାଏ ଓ କଗ୍ନିଟିଭ୍ ଟେଷ୍ଟ, ମେଡିକାଲ ଇମେଜିଙ୍ଗ ଓ ରକ୍ତ ପରୀକ୍ଷା କରି ଅନ୍ୟ ରୋଗ ନ ଥିବା ସ୍ପଷ୍ଟ କରାଯାଏ । ପ୍ରାରମ୍ଭରୁ ଏହାର ଲକ୍ଷଣମାନଙ୍କୁ ସ୍ୱାଭାବିକ ବୃଦ୍ଧାବସ୍ଥାର ଲକ୍ଷଣ ବୋଲି ଧରାଯାଏ । ନିଶ୍ଚିତ ନିର୍ଣ୍ଣୟ ନିମନ୍ତେ ମସ୍ତିଷ୍କ ତନ୍ତୁ ପରୀକ୍ଷା ଆବଶ୍ୟକ । ଶାରୀରିକ ଓ ମାନସିକ ବ୍ୟାଯାମ କରିବାଦ୍ୱାରା ଓ ମୋଟା ନ ହେବା ପାଇଁ ବ୍ୟବସ୍ଥା କଲେ ଏହି ରୋଗ ସଙ୍କଟ କମିଯାଏ । ଏହି ରୋଗ ନିମନ୍ତେ ବା ଉପଶମ ନିମନ୍ତେ କୌଣସି ଔଷଧ ବାହାରି ନାହିଁ । ଏହି ରୋଗର ପ୍ରଗତିକୁ ବନ୍ଦ କରିହୁଏନି ବା ପଛକୁ ଫେରାଇ ହୁଏନି ଯଦିଓ କିଛି ଲକ୍ଷଣର ସାମୟିକ ଉନ୍ନତି ହୋଇପାରେ । ରୋଗୀ ତାଙ୍କର ଯତ୍ନ ନେଉଥିବା ଲୋକଙ୍କ ସାହାଯ୍ୟ ଉପରେ ଅଧିକ ନିର୍ଭର କରନ୍ତି ଓ ତାଙ୍କ ଉପରେ ବୋଝ ହୋଇ ସାମାଜିକ, ମାନସିକ ଓ ଅର୍ଥନୈତିକ ଚାପ ସୃଷ୍ଟ କରନ୍ତି । ବ୍ୟାୟାମ କାର୍ଯ୍ୟକ୍ରମଦ୍ୱାରା ଦୈନନ୍ଦିନ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହୁଏ । ବ୍ୟବହାରିକ ସମସ୍ୟା ଓ ସାଇକୋସିସ୍ ରୋଗର ଚିକିତ୍ସା କରାଯାଉଥିଲେ ମଧ୍ୟ କୌଣସି ଉପକାର ମିଳେନି ଅଧିକନ୍ତୁ ମୃତ୍ୟୁ ନିକଟତର ହୁଏ । ପୃଥିବୀରେ ସନ ୨୦୧୦ରେ ଏହି ରୋଗରେ ୨୧ରୁ ୩୫ ନିୟୁତ ଲୋକ ପିଡ଼ିତ ଥିଲେ । ୬୫ ବର୍ଷ ବୟସରୁ ଉର୍ଦ୍ଧ୍ୱ ଲୋକଙ୍କୁ ଏହି ରୋଗ ହୁଏ ଯଦିଓ ୪ରୁ ୫ % କେଶ୍ରେ ଏହି ବୟସ ପୂର୍ବରୁ (early-onset Alzheimer's) ହୁଏ । ୬୫ ବର୍ଷ ବୟସରୁ ଉର୍ଦ୍ଧ୍ୱ ଲୋକଙ୍କ ମଧ୍ୟରୁ ୬ % ଲୋକଙ୍କୁ ଏହି ରୋଗ ହୁଏ । ସନ ୨୦୧୦ରେ ଡିମେନ୍ସିଆ ରୋଗରେ ୪୮୬,୦୦୦ ଲୋକଙ୍କର ମୃତ୍ୟୁ ହୋଇଥିଲା । ସନ ୧୯୦୬ରେ ଜର୍ମାନୀ ମାନସିକ ରୋଗ ବିଶେଷଜ୍ଞ ଓ ପାଥୋଲୋଜିସ୍ଟ ଆଲଇସ୍ ଆଲ୍ଜ୍ହେମର୍ସ୍ ଏହି ରୋଗ ବିଷୟରେ ପ୍ରଥମେ ଉଲ୍ଲେଖ କରିଥିଲେ ଓ ତାଙ୍କ ନାମାନୁସାରେ ଏହି ରୋଗର ନାମକରଣ ହୋଇଥିଲା । ବିକଶିତ ଦେଶମାନଙ୍କରେ ଆର୍ଥିକ ଦୃଷ୍ଟିରୁ ଅତି ଖର୍ଚ୍ଚାନ୍ତ ରୋଗ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରସରାଜ ନାରାୟଣ ପ୍ରସାଦ ସିଂହ (୨୮ ମଇ ୧୯୩୩ - ୬ ଜୁନ ୨୦୧୮) ଜଣେ ଓଡ଼ିଆ କବି ଓ ଗୀତିକାର ଥିଲେ । ସେ ପ୍ରାୟ ୧୦୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରର ଗୀତ ଲେଖିଥିଲେ । ଅସୁରେଶ୍ୱର ବିଦ୍ୟାଳୟରେ ପଢିବା ବେଳେ ସାହିତ୍ୟ ଶିକ୍ଷକ ଗୋଲକ ଚନ୍ଦ୍ର ପ୍ରଧାନଙ୍କ ଠାରୁ ପ୍ରେରଣା ପାଇ ସେ ଅଷ୍ଟମ ପଢିବା ବେଳେ କବିତା ଲେଖା ଆରମ୍ଭ କରିଥିଲେ । ୧୯୫୦ମସିହାରେ ତାଙ୍କୁ ଆକାଶବାଣୀ କଟକରେ କବିତା ପଢିବାର ସୁଯୋଗ ମିଳିଲା । ୨-୩ ବର୍ଷ ପରେ ତାଙ୍କର ପରିଚିତି ହେଲା କାଳୀଚରଣ ପଟ୍ଟନାୟକଙ୍କ ସହ । କବିତାକୁ ଗୀତ କରିବାର ଧାରା ସେ କାଳୀଚରଣ ପଟ୍ଟନାୟକଙ୍କ ଠାରୁ ଶିଖିଥିଲେ । ୧୯୬୦ରେ ତାଙ୍କୁ ଆକାଶବାଣୀରେ ସ୍ୱୀକୃତିପ୍ରାପ୍ତ ଗୀତିକାରର ମାନ୍ୟତା ମିଳିଲା । ୧୯୬୨ରେ ତାଙ୍କୁ ଚଳଚ୍ଚିତ୍ରରେ ଗାଇବାର ସୁଯୋଗ ମିଳିଲା । ଚଳଚ୍ଚିତ୍ର ଥିଲା "ନୂଆ ବୋଉ" ଓ ପ୍ରଥମ ଗୀତ ଥିଲା "ରଥ ଯା ଚାଲି ଯା" ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ଭାଙ୍ଗ (ହିନ୍ଦୀ ଭାଷାରେ: भांग) ଏକ ପ୍ରକାର ନିଶା ଦ୍ରବ୍ୟ ଯାହା ଗଞ୍ଜେଇ ଗଛ (କାନାବିସ/ cannabis) ନାମକ ଏକ ଗଛରୁ ସଂଗ୍ରହ କରାଯାଏ ଓ ଭାରତୀୟ ଉପମହାଦେଶରେ ଖାଦ୍ୟ ଓ ପାନୀୟରେ ମିଶେଇ ଏକ ମନଉତ୍ତେଜକ ଔଷଧ ଭାବରେ ବ୍ୟବହାର କରାଯାଏ । କାନାବିସର ପତ୍ର ଓ କଢ଼ ନେଇ ଖଲରେ ରଖି ପୁଆ ସାହାଯ୍ୟରେ ବାଟିଦିଆଯାଏ/ପେଷ୍ଟ କରିଦିଆଯାଏ । ଏହି ମିଶ୍ରଣରେ ଦୁଧ, ଘିଅ ଓ ମସଲା ମିଶେଇ ଦେବାପରେ ନିଶା ପାନୀୟ ନିମନ୍ତେ ପ୍ରସ୍ତୁତ ହୋଇଯାଏ ଯାହା ମଦ୍ୟପାନ ଭଳି କାମ କରେ ଓ ଏହାକୁ ଭାଙ୍ଗ କୁହାଯାଏ । ଲସିରେ ମିଶେଇ ଏହାକୁ ଲୋକମାନେ ପିଅନ୍ତି । ଭାଙ୍ଗରେ ଘିଅ ଓ ଚିନି ମଶେଇ ହାଲୁଆ କରନ୍ତି ଓ ଛୋଟ ଛୋଟ ଗୋଲି ଆକାରରେ ତିଆରି କରନ୍ତି ଯାହାକୁ ହିନ୍ଦିରେ ଗୋଲି (କାଣ୍ଡି ବା ପିଲ୍) କହନ୍ତି । ଭାରତର ଗ୍ରାମୀଣ ଇଲାକାରେ କାନାବିସର ଔଷଧୀୟ ଗୁଣ ଥିବା ବିଚାର କରାଯାଏ । ଉପଯୁକ୍ତ ମାତ୍ରାରେ ଖାଇଲେ ଜ୍ୱର, ନାଳଝାଡ଼ା, ସନସ୍ଟ୍ରୋକ ଓ କଫ ଉପଶମ କରେ । ଖାଦ୍ୟରୁଚି ବଢ଼ାଏ ଓ ହଜମ କରାଏ । କହିବା ତୃଟିରେ ସାହାଯ୍ୟ କରେ ଓ ଦେହକୁ ସତେଜ କରେ ।
ବିଶ୍ୱ ତମାଖୁହୀନ ଦିବସ ପ୍ରତିବର୍ଷ ୩୧ ମଇରେ ପୃଥିବୀ ସାରା ପାଳନ କରାଯାଇଥାଏ । ଏହା ୨୪ ଘଣ୍ଟା ଧରି ପୃଥିବୀରେ ତମାଖୁର ବ୍ୟବହାରକୁ ପୁରାପୁରି ବନ୍ଦ କରିବା ଲକ୍ଷରେ କରାଯାଇଥାଏ । ଏହା ଆହୁରି ମଧ୍ୟ ସ୍ୱାସ୍ଥ୍ୟ ଉପରେ ବିଶ୍ୱରେ ତମାଖୁର ଖରାପ ପ୍ରଭାବ ଉପରେ ଜନସଚେତନତା ତିଆରି କରିବାକୁ ପାଳନ କରାଯାଇଥାଏ ଯାହା ଏବେ ପୃଥିବୀରେ ବାର୍ଷିକ ୫୪ ଲକ୍ଷ ମରଣର କାରଣ ସାଜିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ୧୯୮୭ରେ ବିଶ୍ୱ ତମାଖୁହୀନ ଦିବସ ପ୍ରଥମକରି ଆରମ୍ଭ କରିଥିଲେ । ଗତ ୨୦ ବର୍ଷ ଧରି, ଏହି ଦିବସ ସରକାର, ସାମାଜିକ ସ୍ୱାସ୍ଥ୍ୟ ସଙ୍ଗଠନ, ଧୂମପାନକାରୀ, ତମାଖୁ ଚାଷୀ ଓ କାରଖାନାମାନେ ଏହି ଦିବସ ସପକ୍ଷ ଓ ବିପକ୍ଷରେ ମତ ଦେଇଛନ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ସୁଶାନ୍ତ କୁମାର ମହାନ୍ତି ଏବେ ସମାଜର କାର୍ଯ୍ୟକାରୀ ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ଅପସ୍ମାର ବାତ ଗୋଟିଏ ଦୀର୍ଘସ୍ଥାୟୀ ସ୍ନାୟୁ ବ୍ୟତିକ୍ରମ ରୋଗ ଯେଉଁଥିରେ ବାତ ଗୋଟିଏ ପ୍ରମୁଖ ଲକ୍ଷଣ । ଏହା ଏପିଲେପ୍ସି ନାମରେ ମଧ୍ୟ ପରିଚିତ ଯାହା ସଳ୍ପ କାଳୀନ ବା ପ୍ରାୟ ଅଣଚିହ୍ନଟ ହୋଇପାରେ ବା ସେଥିରେ ଦୀର୍ଘ ସମୟ ଧରି ପ୍ରବଳ କମ୍ପନ ହୋଇପାରେ । ଏହା ଫଳରେ ଶାରୀରିକ କ୍ଷତି ଯେପରିକି ଅସ୍ଥି ଭଗ୍ନ ହୋଇପାରେ । ବାତ ବାରମ୍ବାର ହୋଇପାରେ ଓ ଏହାର କୌଣସି ଅନ୍ତର୍ନିହିତ କାରଣ ନ ଥାଏ । କେତେକ ସଂଜ୍ଞା ଅନୁସାରେ ବାତ ବାରମ୍ବାର ଓ ଉତ୍ତେଜନା ବିହୀନ ହେବା ଆବଶ୍ୟକ, ଅନ୍ୟ ମତ ଅନୁସାରେ ଗୋଟିଏ ଥର ବାତ ସହ ମସ୍ତିଷ୍କ କ୍ରିୟା ପରିବର୍ତ୍ତନ ଓ ଭବିଷ୍ୟତ ବାତ ସମ୍ଭାବନା ଅଧିକ ଥାଏ ବିଷକ୍ରିୟା ଯୋଗୁ ଉତ୍ପନ୍ନ ହେଉଥିବା ବାତକୁ ଅପସ୍ମାର ଶ୍ରେଣୀରେ ନିଆଯାଏ ନାହିଁ । ପୃଥିବୀର କେତେକ ଅଞ୍ଚଳରେ ଏହାକୁ ସାମାଜିକ କଳଙ୍କ (stigma) କୁହାଯାଏ । ଅଧିକାଂଶ ଅପସ୍ମାର ରୋଗର କାରଣ ଅଜଣା ଥିଲେ ମଧ୍ୟ କେତେକ କାରଣ ଯଥା ମସ୍ତିଷ୍କ ଆଘାତ, ସ୍ଟ୍ରୋକ, ମସ୍କିଷ୍କ ଅର୍ବୁଦ, ଔଷଧ, ଜନ୍ମଗତ ତୃଟି ଓ ମାତ୍ରାଧିକ ମଦ୍ୟପାନ ଉଲ୍ଲେଖ ଯୋଗ୍ୟ । ପରିଚିତ ଜେନେଟିକ ମ୍ୟୁଟେସନ ଯୋଗୁ କେତେକ ଅପସ୍ମାର ହୁଏ ।. ଏହି ରୋଗ ମସ୍ତିଷ୍କରେ ଅସାଧାରଣ ଓ ଅତ୍ୟଧିକ ସ୍ନାୟୁ ଉତ୍ତେଜନା ହେବା ଯୋଗୁ ଦେଖାଯାଏ । ସମଲକ୍ଷଣ ବିଶିଷ୍ଟ ରୋଗ ଯଥା ଅଚେତା, ଆଲକୋହୋଲ ଉଇଥଡ୍ରୟାଲ ସିଣ୍ଡ୍ରୋମ ବା ଇଲେକ୍ଟ୍ରୋଲାଇଟ ସମସ୍ୟାର ଉପସ୍ଥିତି ନିମନ୍ତେ ପରୀକ୍ଷା କରି ଦୂର କରାଯାଏ । ଆଂଶିକ ଭାବରେ ଏହା ମସ୍ତିଷ୍କ ଇମେଜିଙ୍ଗ ରକ୍ତ ପରୀକ୍ଷା କରି ଚିହ୍ନଟ କରାଯାଏ । ଏହି ରୋଗ ଇଲେକ୍ଟ୍ରୋଏନସେଫାଲୋଗ୍ରାମ (ଇଇଜି) କରି ନିଧାର୍ଯ୍ୟ କରାଯାଏ କିନ୍ତୁ ସାଧାରଣ ପରୀକ୍ଷାଦ୍ୱାରା ଏହାର ଅନୁପସ୍ଥିତି ଜଣାଯାଏ ନାହିଁ ।ଜଣାଶୁଣା କାରଣରୁ ହେଉଥିବା ଅପସ୍ମାର ପ୍ରତିରୋଧ କରିହୁଏ । ପ୍ରାୟ ୭୦% କେଶ୍ରେ ଔଷଧଦ୍ୱାରା ବାତ ନିୟନ୍ତ୍ରଣ କରିହୁଏ । ଶସ୍ତା ଔଷଧ ମଧ୍ୟ ଉପଲବ୍ଧ ଅଛି । ଔଷଧ କାମ ନ କଲେ ଅପରେଶନ, ନିଉରୋସ୍ଟିମୁଲେସନ, ବା ଖାଦ୍ୟ ପରିବର୍ତ୍ତନ କରାଯାଏ । ସବୁ ଅପସ୍ମାର ଜୀବନବ୍ୟାପୀ ନୁହେଁ; କେତେକ ରୋଗୀ ଏତେ ଉନ୍ନତି କରନ୍ତି ଯେ ତାଙ୍କର ଆଉ ଔଷଧ ଆବଶ୍ୟକ ହୁଏ ନାହିଁ । ସନ ୨୦୧୩ ସୁଦ୍ଧା ପୃଥିବୀରେ ପ୍ରାୟ ୨୨ନିୟୁତ ଅପସ୍ମାର ରୋଗୀ ଥିଲେ । ପ୍ରାୟ ୮୦ % ରୋଗୀ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଦେଖାଯାଆନ୍ତି । ସନ ୧୯୯୦ରେ ଏହା ଯୋଗୁ ୧୧୨,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ୧୧୬,୦୦୦ ମୃତ୍ୟୁ ହୋଇଥିଲେ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ରୋଗ ହେବା ସମ୍ଭାବନା ବଢ଼େ । ଶିଶୁ ଓ ବୟସ୍କ ଲୋକଙ୍କଠାରେ ଏହି ରୋଗ ନୂଆ ଭାବରେ ଦେଖାଯାଏ । > ବିକାଶଶୀଳ ଦେଶମାନଙ୍କରେ ବଡ଼ ପିଲା ଓ ଯୁବ ବୟଃପ୍ରାପ୍ତ ଲୋକଙ୍କର ଅନ୍ତର୍ନିହିତ କାରଣମାନଙ୍କ ଯୋଗୁ ଅଧିକ ଅପସ୍ମାର ହୁଏ । ପ୍ରାୟ ୫–୧୦% ଲୋକଙ୍କର ୮୦ ବର୍ଷ ବୟସ ବେଳକୁ ଅଣଉତ୍ତେଜିତ ବାତ ହୁଏ, ଓ ଦ୍ୱିତୀୟ ବାତ ସମ୍ଭାବନା ପ୍ରାୟ ୪୦ରୁ ୫୦% ଥାଏ । ପୃଥିବୀର ଅନେକ ସ୍ଥାନରେ ଡ୍ରାଇଭ କରିବାକୁ ସୀମିତ କରାଯାଏ ବା ଭଲ ହେବା ପର୍ଯ୍ୟନ୍ତ ଆଦୌ ଅନୁମତି ଦିଆଯାଏ ନାହିଁ । ଏପିଲେପ୍ସି ଶବ୍ଦର ଅର୍ଥ ପ୍ରାଚୀନ ଗ୍ରୀକ: ἐεπιλαμβάνειν "ଭାଷାରେ ଅଭିଗ୍ରହଣ କରିବା, ଆୟତ କରିବା ବା ଆକ୍ରାନ୍ତ କରିବା".
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାଗୀରଥି ବଡ଼ଜେନା (ଜନ୍ମ: ୨୮ ଅଗଷ୍ଟ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଭାଗୀରଥି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଉତ୍ତର ଓ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।