ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ସତ୍ୟପ୍ରିୟ ମହାନ୍ତି (୭ ଅକ୍ଟୋବର ୧୯୦୫ - ୨୯ ଡିସେମ୍ବର ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସତ୍ୟପ୍ରିୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୫ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭, ୧୯୬୧, ୧୯୭୪ ଓ ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଓ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ, ୬ଷ୍ଠ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ବନ୍ଦେ ଉତ୍କଳ ଜନନୀ (ଓଡ଼ିଆ କଥାଚିତ୍ର)
ବନ୍ଦେ ଉତ୍କଳ ଜନନୀ, ୨୦୦୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଗତି ମହାନ୍ତି ଏବଂ ଦେବାଶିଷ ଡୋଗ୍ରା । ହର ବାରିକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଶୁଭେନ୍ଦୁ ସ୍ୱାଇଁ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର, ସବ୍ୟସାଚୀ ମିଶ୍ର, ହର ରଥ ଓ ଅର୍ପିତା ମୁଖାର୍ଜୀ । ମୀନକେତନ, ମାତୃ ପ୍ରସାଦ, ଅଶ୍ରୁମୋଚନ ମହାନ୍ତି, ସ୍ମିତା ମହାନ୍ତି, ପ୍ରେମାନନ୍ଦ ବାରିକ, ସମ୍ପୂର୍ଣ୍ଣା ଚକ୍ରବର୍ତ୍ତୀ, ଚୁମକୀ, ଚୌଧୁରୀ ବିକାଶ ଦାସ, ମୃତ୍ୟୁଞ୍ଜୟ ମହାପାତ୍ର, ସଂଗ୍ରାମ ମଲ୍ଲିକ, ପ୍ରିତୀ ମିଶ୍ର, ସନ୍ତୋଷ ମିଶ୍ର, ରଞ୍ଜିତା ନାୟକ, ସନ୍ତୋଷ ନାୟକ, ଜୀବନ ପଣ୍ଡା, ସଚ୍ଚି ପଣ୍ଡା, ସୂର୍ଯ୍ୟମଣି ପଣ୍ଡା, ବିଜୟ ପଟ୍ଟନାୟକ, ପାୟଲ, ରାଣୀ, ରାନୁ, ଅଭିନବ ସିଂହ, ହରିହର ସ୍ୱାଇଁ, ଭୂମିକା ରେଭେରୀ, ରାଇଚରଣ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ବା ନିଳୟଜ ହୃତ୍କ୍ଷିପ୍ରତା (ଇଂରାଜୀ ଭାଷାରେ Ventricular tachycardia ବା ଭି-ଟାକ/V-tach ବା ଭିଟ/VT) ଏକ ରୋଗ ଯେଉଁଥିରେ ହୃତ୍ପିଣ୍ଡରେ ଥିବା ନିଳୟର (ventricles) ତୃଟିପୁର୍ଣ୍ଣ ବୈଦୁତିକ କ୍ରିୟା (electrical activity) ଯୋଗୁ ନିୟମିତ ଦୃତ ହୃଦ୍ଗତି ହୋଇଥାଏ । ଅଳ୍ପ କିଛି ସମୟ ନିମନ୍ତେ ଏହି ଅବସ୍ଥା ରହିଲେ ସମସ୍ୟା ହୁଏନି, କିନ୍ତୁ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିଲେ ବିପଦଜନକ ହୁଏ । ଅଳ୍ପ କିଛି ସମୟ ନିମନ୍ତେ ଏହି ଅବସ୍ଥା ରହିଲେ ଲକ୍ଷଣ ଦେଖା ଯାଏନି ବା ମୁଣ୍ଡ ହାଲୁକା ଲାଗେ, ଖର ସ୍ପନ୍ଦନ (palpitations) ହୁଏ ବା ଛାତି ଯନ୍ତ୍ରଣା (chest pain) ହୁଏ । ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ଫଳରେ ହୃଦ୍ରୋଧ ବା ଭେଣ୍ଟ୍ରିକୁଲାର ଫିବ୍ରିଲେସନ ହୋଇପାରେ । ହୃଦ୍ରୋଧ ହୋଇଥିବା ଲୋକଙ୍କ ମଧ୍ୟରୁ ୭% ଲୋକଙ୍କର ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ଥାଏ ।କରୋନାରୀ ଧମନୀ ରୋଗ, ଆଓର୍ଟିକ ସ୍ଟେନୋସିସ, କାର୍ଡ଼ିଓମାୟୋପାଥି, ବିଦ୍ୟୁତ୍ ବିଶ୍ଳେଷ୍ୟ ସମସ୍ୟା (electrolyte problems), ବା ହୃଦ୍ଘାତ ଯୋଗୁ ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ହୋଇପାରେ । ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) (electrocardiogram) ଚିତ୍ରରେ ହୃଦ୍ଗତି ହାର ୧୨୦ ବିପିଏମ ଓ ଗୋଟିଏ ଧାଡ଼ିରେ ଅତି କମରେ ୩ତି ଚଉଡ଼ା କ୍ୟୁଆରଏସ କମ୍ପ୍ଲେକ୍ସ ଦେଖାଗଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଏହି ରୋଗ ୩୦ ସେକଣ୍ଡରୁ କମ ରହିଲେ ନନସସ୍ଟେଣ୍ଡ ଓ ୩୦ ସେକଣ୍ଡରୁ ଅଧିକ ରହିଲେ ସସ୍ଟେଣ୍ଡ; ଏହି ଦୁଇ ପ୍ରକାର ଶ୍ରେଣୀ ବିଭାଗ କରାଯାଏ । ଅନିୟମିତ ହୃତ୍ସ୍ପନ୍ଦନ (irregular heartbeat) ହେଉଥିବା ତିନୋଟି ରୋଗ ଯଥା ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ, ଭେଣ୍ଟ୍ରିକୁଲାର ଫିବ୍ରିଲେସନ ଓ ଟୋର୍ସାଡେସ ଡି ପଏଣ୍ଟସ (torsades de pointes) ଇତ୍ୟାଦିକୁ ସାମୁହିକ ଭାବରେ ଇଂରାଜୀରେ ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆସ କୁହାଯାଏ ।ସାଧାରଣ ରକ୍ତଚାପ (blood pressure) ଓ ଜୋର ନାଡ଼ି (pulse) ଥିବା ରୋଗୀକୁ ପ୍ରୋକେନାମାଇଡ (procainamide) ଭଳି ଆଣ୍ଟିଆରିଦମିକ ଔଷଧ ଦିଆଯାଏ । ଅନ୍ୟଥା ତୁରନ୍ତ କାର୍ଡ଼ିଓଭର୍ସନ (cardioversion) ସୁପାରିସ କରାଯାଏ । ହୃଦ୍ରୋଧ ହୋଇଗଲେ କାର୍ଡ଼ିଓପଲମୋନାରି ରିସସିଟେସନ (cardiopulmonary resuscitation ବା CPR)) ଓ ଡିଫିବ୍ରିଲେସନ (defibrillator) କରିବାକୁ ସୁପାରିସ କରାଯାଏ । ମୋନୋଫେଜିକ ଅପେକ୍ଷା ବାଇଫେଜିକ ଡିଫିବ୍ରିଲେସନ ଭଲ କାମ କରେ । ହୃତ୍ପିଣ୍ଡ ମନିଟରରେ (heart monitor) ଥିଲାବେଳେ ରୋଗ ଅନସ୍ଟେବଲ ହୋଇଗଲେ ଡିଫିବ୍ରିଲେଟର (defibrillator) ଆସିବା ପୂର୍ବରୁ ପ୍ରିକର୍ଡ଼ିଆଲ ଥମ୍ପ (precordial thump) ଚେଷ୍ଟା କରାଯାଇପାରେ । ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆରେ ହୃଦ୍ରୋଧ ହୋଇଗଲେ ବଞ୍ଚିବା ହାର ୪୫% ଥାଏ । ପ୍ରତ୍ୟାବର୍ତ୍ତନ ପ୍ରତିରୋଧ ନିମନ୍ତେ ଇମ୍ପ୍ଲାଣ୍ଟେବ୍ଲେ କାର୍ଡ଼ିଆକ ଡିଫିବ୍ରିଲାଟର (implantable cardiac defibrillator) ବା କ୍ୟାଲସିଅମ ଚାନେଲ ବ୍ଲକର ଔଷଧ (calcium channel blockers) ବା ଏମିଓଡାରୋନ ଦିଆଯାଇପାରେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମାର୍ଗାରେଟ ହିଫିଲ୍ଡ ହାମିଲଟନ (ଇଂରାଜୀ: Margaret Heafield Hamilton, ଜନ୍ମ ୧୯୩୬ ମସିହା ଅଗଷ୍ଟ ୧୭) ଜଣେ କମ୍ପ୍ୟୁଟର ବିଜ୍ଞାନୀ, ସିଷ୍ଟମ ଇଞ୍ଜିନିୟର, ଏବଂ ବ୍ୟବସାୟ ମାଲିକ । ସେ ଏମଆଇଟି ଇନଷ୍ଟ୍ରୁମେଣ୍ଟେସନ ଲାବୋରୋଟୋରୀର ସଫ୍ଟଓଏର ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ଥିଲେ । ଏହି ବିଭାଗ ଆପୋଲୋ ସ୍ପେସ ପ୍ରୋଗ୍ରାମର ଫ୍ଲାଇଟ ଭିତର ସଫ୍ଟଓଏରର ବିକାଶ କରିଥିଲା । ଆପୋଲୋ ୧୧ର କଠିନ ସମୟରେ ହାମିଲଟନଙ୍କ ଦଳର କାମ ଏହି ଯାନକୁ ଚନ୍ଦ୍ର ଉପରେ ଉହ୍ଲାଇବାର ବନ୍ଦରୁ ରୋକିଥିଲା । ୧୯୮୬ ମସିହାରେ ସେ ମାସାଚୁସେଟ୍ସର କ୍ୟାମ୍ବ୍ରିଜରେ ହାମିଲଟନ ଟେକନୋଲୋଜି, Inc.ର ସିଇଓ ହୋଇଥିଲେ । କମ୍ପାନିଟି ହାମିଲଟନଙ୍କ ସିଷ୍ଟମ ଓ ସଫ୍ଟଓଏର ଡିଜାଇନ ପାଇଁ ଡେଭଲପମେଣ୍ଟ ବିଫୋର ଦି ଫାକ୍ଟ (DBTF) ପାରାଡାଇମକୁ ଆଧାର କରି ଓ ଇଉନିଭର୍ସାଲ ସିଷ୍ଟମ୍ସ ଲାଙ୍ଗୁଏଜକୁ ନେଇ ତିଆରି ହୋଇଥିଲା ।ନିଜେ ଜଡ଼ିତ ଥିବା ୬୦ ଗୋଟି ପ୍ରକଳ୍ପ ଓ ଛ'ଟି ପ୍ରୋଗ୍ରାମକୁ ଭିତ୍ତି କରି ହାମିଲଟନ ୧୩୦ରୁ ଅଧିକ ପେପର, ପ୍ରୋସିଡିଂ ଓ ରିପୋର୍ଟ ପ୍ରକାଶ କରିଛନ୍ତି ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଓଡ୍ରାଫ ( ଓଡ଼ିଶା ତ୍ୱରିତ ବିପର୍ଯ୍ୟୟ କାର୍ଯ୍ୟାନୁଷ୍ଠାନ ବଳ En : Odisha Disaster Rapid Action Force ) ଓଡ଼ିଶାରେ ପ୍ରାକୃତିକ ଦୁର୍ବିପାକରେ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଗଠିତ ଏକ ସ୍ୱତନ୍ତ୍ର ଦଳ । ଓଡ୍ରାଫ ଟିମ ଗୃହ ମନ୍ତ୍ରଣାଳୟ(ପୋଲିସ ଆଇଜି-ଆଇନ ଏବଂ ଆଦେଶ) ତା ୭ ଜୁନ ୨୦୦୧ ଚିଠି ସଂଖ୍ୟା ୯୩୯/ସିଡି ଅଧିନରେ ବ୍ୟବସ୍ଥିତ । ଓଡ଼ିଶା ବାହାରେ, ପଶ୍ଚିମବଙ୍ଗ ଆଦି ସ୍ଥାନରେ ମଧ୍ୟ ଏହି ଦଳ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉଦ୍ଧାର କାର୍ଯ୍ୟ ସମ୍ପାଦନ କରିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସ୍ୱରାଜ ବାରିକ, ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ଓଡ଼ିଆ କଥାଚିତ୍ର ଜଗତରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଶିଶୁ କଳାକାର ଭାବରେ ସେ ଓଡ଼ିଆ ଚଳଚ୍ଚିତ୍ର ସହ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଥିଲେ । ସ୍ୱରାଜ ତିନି ବର୍ଷ ବୟସରୁ ଡିଡି ଓଡ଼ିଆରେ ପ୍ରସାରିତ ଧାରାବାହିକ ସମ୍ପର୍କରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏହାପରେ ସେ ୨୦୧୭ ମସିହାରେ ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ନାୟକ ଭାବରେ ଅଭିନୟ ଆରମ୍ଭ କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ବାଳକୃଷ୍ଣ ଦାସ (୧୫ ମଇ ୧୯୨୩ - ୧୨ ନଭେମ୍ବର ୧୯୯୩) ଜଣେ ସଙ୍ଗୀତ ନିର୍ଦ୍ଦେଶକ, ପ୍ରଚ୍ଛଦପଟ୍ଟ ଗାୟକ ଓ ଗୁରୁ ଥିଲେ ।ବାଳକୃଷ୍ଣ, ୧୯୨୩ ମସିହା ସାବିତ୍ରୀ ଅମାବାସ୍ୟାରେ ବାଳକାଟିର ବସନ୍ତପେଡ଼ିଠାରେ ଜନ୍ମଗ୍ରହଣ କରିଥିଲେ । ପିଲାଦିନରୁ ଗୋଟିପୁଅ ନାଚ, ଗୀତ ଓ ଅଭିନୟ ଦେଖି ସଙ୍ଗୀତ ପ୍ରତି ଆକର୍ଷିତ ହୋଇଥିଲେ । ମାଇନର ପାସ କଲାପରେ, ସେ ଉଚ୍ଚଶିକ୍ଷା ପାଇଁ ଭୁବନେଶ୍ୱରରେ ଅବସ୍ଥାନ କରିବା ସମୟରେ କଟକର ସତ୍ୟପ୍ରିୟ ମହାନ୍ତିଙ୍କ ସହ ତାଙ୍କର ପରିଚୟ ହୋଇଥିଲା । ସତ୍ୟପ୍ରିୟ ବାବୁ, କିଶୋର ବାଳକୃଷ୍ଣଙ୍କୁ କଟକ ନେଇ, ଗୁରୁ ଗୋକୁଳ ଚନ୍ଦ୍ର ଶ୍ରୀଚନ୍ଦନଙ୍କ ସହ ପରିଚୟ କରାଇଦେଇଥିଲେ । ଏହାପରେ ବାଳକୃଷ୍ଣଙ୍କର ବିଧିବଦ୍ଧ ସଙ୍ଗୀତ ଶିକ୍ଷା ଆରମ୍ଭ ହୋଇଥିଲା କଟକ ସ୍ଥିତ ଲକ୍ଷ୍ମୀକାନ୍ତ ଚୌଧୁରୀ ସଙ୍ଗୀତ ସମାଜରୁ । ଏଠାରେ ଖୟାଲ ଗାୟକ, କ୍ଷୀତିଷ ଚନ୍ଦ୍ର ମୈତ୍ରଙ୍କ ତାଙ୍କର ପରିଚୟ ହୋଇଥିଲା ଓ ମୈତ୍ରଙ୍କଠାରୁ, ସେ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଶିକ୍ଷା ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ, ସେ ଗୁରୁ ଗୋକୁଳ ଚନ୍ଦ୍ର ଶ୍ରୀଚନ୍ଦନଙ୍କ ସହ କଲିକତା ଯାଇଥିଲେ ଓ ସେଠାରେ ରାଇଚାନ୍ଦ ବରାଳଙ୍କ ବାସଭବନରେ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ବଡେ ଗୁଲାମ ଅଲ୍ଲୀ ଖାନଙ୍କ ସଂସ୍ପର୍ଶରେ ଆସିଥିଲେ । ବଡେ ଗୁଲାମ ଅଲ୍ଲୀ ଖାନଙ୍କଦ୍ୱାରା ବାଳକୃଷ୍ଣ ପ୍ରଭାବିତ ହୋଇଥିଲେ, ଯାହା ପରବର୍ତ୍ତୀ ସମୟରେ ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଦେଖିବାକୁ ମିଳିଥିଲା । ବଡେ ଗୁଲାମ ଅଲ୍ଲୀ ଖାନଙ୍କ ଲୋକପ୍ରିୟ ଠୁମରୀ "କା କରୁ ସଜନୀ, ଆଏନା ବାଲମ" ଧାରାରେ, ବାଳକୃଷ୍ଣ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ଲିଖିତ "ବିତିଲାତ ଯାମିନୀ, ମଉଳିଲା କାମିନୀ"ର ସଙ୍ଗୀତ ସଂଯୋଜନା କରିଥିଲେ । ରାଇଚାନ୍ଦ ବରାଳଙ୍କଠାରୁ, ବାଳକୃଷ୍ଣ ସଙ୍ଗୀତ ନିର୍ଦ୍ଦେଶନା ଓ ଅର୍କେଷ୍ଟା କମ୍ପୋଜିସନ ଶିଖିଥିଲେ । ସେତେବେଳେ ବାଳକୃଷ୍ଣ, ଆକାଶବାଣୀ କଲିକତା କେନ୍ଦ୍ରରୁ ପ୍ରସାରିତ ହେଉଥିବା ଓଡ଼ିଆ ସଙ୍ଗୀତ କାର୍ଯ୍ୟକ୍ରମରେ କଣ୍ଠଦାନ କରୁଥିଲେ ।
ଟେ-ସାକ୍ସ ଡିଜିଜ (ଇଂରାଜୀ ଭାଷାରେ Tay–Sachs disease) ଏକ ଜେନେଟିକ (Genetic) ରୋଗ ଯେଉଁଥିରେ ମସ୍ତିଷ୍କ ଓ ମେରୁଦଣ୍ଡର (spinal cord) ସ୍ନାୟୁ କୋଷଗୁଡ଼ିକ ନଷ୍ଟ ହୋଇଯାଏ । ସବୁଠାରୁ ସାଧାରଣ ଇନଫାଣ୍ଟାଇଲ ଟେ-ସାକ୍ସ ଡିଜିଜରେ ୩ରୁ ୬ମାସ ବୟସ ପିଲାଙ୍କର ରୋଗ ଥିବା ଜଣାପଡ଼ିଯାଏ ଯେତେବେଳେ ପିଲାଟି କଡ଼ ଲେଉଟେଇ ପାରେନି, ବସି ପାରେନି ବା ଗୁରୁଣ୍ଡି ପାରେନି । ପରେ ପରେ ରୋଗୀର ଅପସ୍ମାର ବାତ, ଶ୍ରବଣଶକ୍ତିହାନୀ (hearing loss) ଓ ପାରାଲିସିସ (inability to move) ଆରମ୍ଭ ହୋଇଯାଏ । ପ୍ରାକ୍ ଶୈଶବ କାଳରେ ରୋଗୀ ମୃତ୍ୟୁ ବରଣ କରେ । ଅସାଧାରଣ ଭାବରେ ଅଧିକ ପିଲା ବୟସରେ ବା ପ୍ରାକ୍ ଯୁବାବୟସରେ ରୋଗ ଆରମ୍ଭ ହୋଇପାରେ । ଏହି ବୟସର ରୋଗ ସାଧାରଣତଃ ସାମାନ୍ୟ ଧରଣର ହୁଏ । ଟେ-ସାକ୍ସ ଡିଜିଜ କାରଣ ସମ୍ପର୍କରେ ଜଣାଯାଏ, ହେକ୍ସା (HEXA) ଗୁଣସୁତ୍ରରେ (gene) ଥିବା କ୍ରୋମୋଜୋମ ୧୫ର (chromosome 15) ଜେନେଟିକ ମ୍ୟୁଟେସନ (genetic mutation) ଯୋଗୁ ଏହି ରୋଗ ହୁଏ । ଏହା ଏକ ବଂଶାନୁକ୍ରମିକ (inherited from a person's parents) ରୋଗ ଯାହା ପିତାମାତାଙ୍କଠାରୁ ଅଟୋସୋମାଲ ରିସିସିଭ (autosomal recessive) ଆକାରରେ ଆସିଥାଏ । ଏହି ମ୍ୟୁଟେସନ ଫଳରେ ବିଟା-ହେକ୍ସୋସାମାଇଡେଜ ଏ (beta-hexosamidase A) ନାମକ ଏଇ ଏଞ୍ଜାଇମରେ (enzyme) ସମସ୍ୟା ସୃଷ୍ଟି ହୋଇ ଜୀବକୋଷ ମଧ୍ୟରେ ଜିଏମ୨ ଗାଙ୍ଗ୍ଲିଓସାଇଡ (GM2 ganglioside) ମଲିକ୍ୟୁଲ ଜମାହୋଇଯାଏ, ଯାହାଦ୍ୱାରା ଏକ ବିଷାକ୍ତ ପରିସ୍ଥିତ ସୃଷ୍ଟି ହୋଇ ଏହି ରୋଗ ହୁଏ । ରକ୍ତରେ ହେକ୍ସୋସାମିନିଡେଜ ଏ (hexosaminidase A) ସ୍ତର ଦେଖି ବା ଜେନେଟିକ ଟେଷ୍ଟିଙ୍ଗ (genetic testing) କରି ରୋଗ ନିର୍ଣ୍ଣୟ କରାଯାଏ । ଏହା ଏକ ପ୍ରକାର ସ୍ଫୋଙ୍ଗୋଲାଇପୋଡୋଜେସ (sphingolipidoses) ରୋଗ ।ଟେ-ସାକ୍ସ ଡିଜିଜ ନିମନ୍ତେ କେବଳ ସହାୟତା ଚିକିତ୍ସା (supportive) ଉପଲବ୍ଧ । ଅନେକ ଗୁଡ଼ିଏ ବିଭାଗର ବିଶେଷଜ୍ଞଙ୍କ ଉପଦେଶ ଓ ପରିବାର ସଦସ୍ୟଙ୍କର ମାନସିକ-ସାମାଜିକ ସହାୟତା ଆବଶ୍ୟକ ହୁଏ । ରହି ରୋଗଟି କ୍ୱଚିତ ଦେଖାଯାଏ । ଆସ୍କେନାଜି ଜିଉ (Ashkenazi Jews), ଦକ୍ଷିଣ ପୂର୍ବ କ୍ୟୁବେକରେ (Quebec) ବାସ କରୁଥିବା ଫ୍ରେଞ୍ଚ କାନାଡ଼ିଆନ (French Canadian)s ଓ ଦକ୍ଷିଣ ଲୁଇସିଆନାର (Louisiana) କାଜୁନ (Cajun) ସ୍ଥାନମାନଙ୍କରେ ଏହି ରୋଗ ଦେଖାଯାଏ । ପ୍ରତି ୩,୬୦୦ ଆସ୍କେନାଜି ଜିଉ ଜନ୍ମ ହେଉଥିବା ପିଲାଙ୍କ ମଧ୍ୟରୁ ଜଣକୁ ଏହି ରୋଗ ହୁଏ । ସନ ୧୮୮୧ରେ ପ୍ରଥମେ ଆଖିର ରେଟିନାରେ (retina) ଦେଖାଯାଉଥିବା ଲାଲ ଦାଗ ବିଷୟ ୱାରେନ ଟେ (Waren Tay) ବର୍ଣ୍ଣନା କରିଥଲେ ଓ ସନ ୧୮୮୭ରେ ସେଲ୍ୟୁଲାର ବାୟୋଲୋଜି (cellular) ତଥା ଆସକେନାଜି ଜିଉମାନଙ୍କର ଅଧିକ ରୋଗ ହେଉଥିବା ବିଷୟ ବର୍ଣ୍ଣାଡ ସାକ୍ (Bernard Sachs) ଲୋକ ଲୋଚନକୁ ଆଣିଥିଲେ । ଏହି ରୋଗର ବାହକ ବା କ୍ୟାରିଅର ସାଧାରଣ ଜୀବନ ଯାପନ କରନ୍ତି । ଏହି କ୍ୟାରିଅରମାନଙ୍କୁ ଯକ୍ଷ୍ମା ରୋଗରୁ ସୁରକ୍ଷା ମିଳୁଥିବାରୁ ଏହାର ଆଲେଲେ ଥିବା ସନ୍ଦେହ କରାଯାଏ । ଗବେଷକମାନେ ଜିନ ଥେରାପି (gene therapy) ଓ ଏଞ୍ଜାଇମ ରିପ୍ଲେସମେଣ୍ତ ଥେରାପି (enzyme replacement therapy) ସାହାଯ୍ୟରେ ରୋଗ ଚିକିତ୍ସା ସମ୍ଭାବନା ଉପରେ କାମ କରୁଛନ୍ତି ।
ସୁବର୍ଣ୍ଣ ଚତୁର୍ଭୁଜ, ଏକ ଜାତୀୟ ରାଜପଥ ସମୂହର ଜାଳତନ୍ତ୍ର ( network) ଯାହା ଦେଶର ବାଣିଜ୍ୟ , ଶିଳ୍ପ , ସଂସ୍କୃତିର ମୁଖ୍ୟ ସହର ସବୁକୁ ସଂଯୋଗୀକରଣ କରିଛି । ମୁଖ୍ଯତଃ ମୁମ୍ବାଇ , ଚେନ୍ନାଇ , କଲିକତା ଓ ଦିଲ୍ଲୀକୁ ସଂଯୋଗ ଦେଉଥିବା ଜାତୀୟ ରାଜପଥ ଗୁଡିକ ଏକ ଚତୁଷ୍କୋଣ ସଦୃଶ ହେଥିବାରୁ ଏହାକୁ ଏପରି ନାମକରଣା କରାଯାଇଛି ।ଏହି ଚତୁର୍ଭୁଜ ବଳୟରେ ଅହମଦାବାଦ, ବେଙ୍ଗାଲୁରୁ , ଭୁବନେଶ୍ୱର , ଜୟପୁର, କାନପୁର, ପୁନେ , ସୁରାଟ , ନେଲ୍ଲୋର, ବିଜୟୱାଡ଼ା ଓ ବିଶାଖାପାଟଣା ମଧ୍ୟ ଅନ୍ତଭୁକ୍ତ ।
ଜଗନ୍ନାଥଙ୍କ ନବକଳେବର ଲୀଳାରେ ବନଯାଗଠାରୁ ବ୍ରହ୍ମ ସଂସ୍ଥାପନ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ଷୋଳଟି ମଠ ସମ୍ପୃକ୍ତ ରହିଛନ୍ତି । ସେମାନଙ୍କ ମଧ୍ୟରୁ ଉତ୍ତରପାର୍ଶ୍ୱ ମଠ ଅନ୍ୟତମ । ରାମାନୁଜ ସମ୍ପ୍ରଦାୟର ଶ୍ରୀକ୍ଷେତ୍ରରେ ରହିଥିବା ୧୮ଟି ମଠ ମଧ୍ୟରୁ ଶ୍ରୀମନ୍ଦିର ଉତ୍ତର ଦିଗରେ ରହିଛି ଉତ୍ତରପାର୍ଶ୍ୱ ମଠ । ଜଗନ୍ନାଥଙ୍କ ଉପାସନା ସହିତ ବର୍ଷ ସାରା ଏହି ମଠ ଜଡ଼ିତ ରହିଛି । ତେଣୁ ଏହାକୁ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଖଞ୍ଜା ହୋଇଛି ।
ପିଚାଇ ସୁନ୍ଦରରାଜନ୍ (ଜନ୍ମ ଜୁଲାଇ ୧୨,୧୯୭୨) ବର୍ତ୍ତମାନର ଗୁଗଲ କମ୍ପାନିର ସି.ଇ.ଓ । ଗୁଗଲ କମ୍ପାନି ଗୋଟେ ଇଣ୍ଟରନେଟ ସମ୍ପକିତ ସେବା ଓ ସଚ୍ଚ ଇଞ୍ଜିନ୍ ଯିଏ ୨୦୧୫ ମସିହାରେ ମିଳିତ ଭାବେ ଆଲ୍ପାବେଟ୍ ଇନ୍ସ୍ କମ୍ପାନି ସହ ମିଶି ଗୁଗଲର ମୁଖ୍ୟ ଲାରି ପେଜ୍ଙ୍କୁ ସି.ଇ.ଓ ଓ ସର୍ଜି ବ୍ରିନ୍ଙ୍କଙ୍କୁ ପେସିଡେଣ୍ଟ ଓ ସୁନ୍ଦର ପିଚାଇ ଯିଏ ପ୍ରଡକ୍ଟ ଓ ଇଞ୍ଜିନିୟରିଙ୍ଗର ମୁଖ୍ୟ ଥିଲେ ତାଙ୍କୁ ଗୁଗଲର ସି.ଇ.ଓ କରାଗଲା ଯିଏକି ଗୋଟେ ବଡ କମ୍ପାନି ଆଲଫାବେଟର ଗୋଟେ ଅଂଶ । ପିଚାଇ ୨୦୦୪ ମସିହାରେ ଗୁଗଲରେ ଯୋଗ ଦେଲେ,ପ୍ରଡକ୍ଟ ମ୍ୟନେଜର ହିସାବରେ କାମ କଲେ । ତାଙ୍କର ଅନୁଦାନରେ ଗୁଗଲ ପ୍ରଡକ୍ଟୄଋ ଗୁଗଲ କୋମ୍ ଓ କୋମ୍ ଓସ୍ ଯିଏ କି ବହୁତ ସଫଳତା ସହ ଚାଲୁଅଛି ଏବଂ ତାଙ୍କର ଜିମେଲ୍ ଓ ଗୁଗଲ ଡକ୍ରେ ବି ଅନୁଦାନ ଅଛି ।
ହର୍ଷବର୍ଦ୍ଧନ ଜଣେ କର୍ଣ୍ଣନାସାକଣ୍ଠ-ବିଜ୍ଞାନୀ (ଇଂରାଜୀରେ: Otorhinolaryngologist) ଅଟନ୍ତି ଏବଂ କେନ୍ଦ୍ରୀୟ ବିଜ୍ଞାନ ଏବଂ ପ୍ରଦ୍ୟୋଗିକ ମନ୍ତ୍ରାଳୟ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ, ବନ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ଏବଂ ପୃଥ୍ଵୀବିଜ୍ଞାନ ମନ୍ତ୍ରାଳୟର ବର୍ତ୍ତମାନର ପଦସ୍ଥ ମନ୍ତ୍ରୀ ରହିସାରିଛନ୍ତି । ୨୦୨୦ ମସିହା ମଇ ୨୨ ତାରିଖରେ ସେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କାର୍ଯ୍ୟକାରିଣୀ ସମିତିର ଅଧକ୍ଷଙ୍କ ପଦ ଗ୍ରହଣ କରିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ବିଜୟ ମହାନ୍ତି (*୮ ଅପ୍ରେଲ ୧୯୫୦) ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର । ସେ ଚରିତ୍ର ଅଭିନେତା ଠାରୁ ଆରମ୍ଭ କରି ହାସ୍ୟ ଅଭିନେତା, ଖଳନାୟକ, ନାୟକ ଆଦି ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି । ୧୯୭୭ ମସିହାରେ ବିଜୟ ମହାନ୍ତି ଅଭିମାନ ଚଳଚ୍ଚିତ୍ରରେ ଏକ କ୍ଷୁଦ୍ର ଭୂମିକାରେ ଅଭିନୟ କରିଥିଲେ, ଯାହାକି ଥିଲା ତାଙ୍କ ଜୀବନର ପ୍ରଥମ ଚଳଚ୍ଚିତ୍ର । ୨୦୧୪ ମସିହା ଲୋକ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟରେ ନିର୍ବାଚନ ମଧ୍ୟ ଲଢିଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଓଧ (ଇଂରାଜୀ ଭାଷାରେ Otter) ଏକ ମାଂସଭୋଜୀ ସ୍ତନ୍ୟପାୟୀ ପ୍ରାଣୀ ଓ ଲୁଟ୍ରିନାଏ ପରିବାରର ଅଂଶବିଶେଷ । ଜଳଚର, ଉଭୟଚର ଓ ସାମୁଦ୍ରିକ ସବୁ ପ୍ରକାରର ମିଶାଇଲେ ପ୍ରାୟ ୧୩ଟି ଉପପ୍ରଜାତିର ଓଧ ଦେଖିବାକୁ ମିଳନ୍ତି । ମାଛ ଓ ଅନ୍ୟ ଅମେରୁଦଣ୍ଡୀ ପ୍ରାଣୀ ଏମାନଙ୍କ ମୁଖ୍ୟ ଆହାର । ଲୁଟ୍ରିନାଏ ପ୍ରକୃତରେ ୱିଜେଲ୍ ମଷ୍ଟେଲିଡାଏ ପରିବାରର (ମିଂକ୍, ମାର୍ଟେନ୍, ଗାଡ଼ଭାଲୁ ପ୍ରଭୃତିଙ୍କ ପରିବାର) ଏକ ଶାଖା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ବିଶେଷ ଆପେକ୍ଷିକ ତତ୍ତ୍ୱ (ଈଂରାଜୀରେ Special Theory of Relativity) ଭୌତିକ ବିଜ୍ଞାନର ସର୍ବଜନାଦୃତ ଓ ସୁପରୀକ୍ଷିତ ଏକ ତତ୍ତ୍ୱ । ଏହାକୁ ପ୍ରସିଦ୍ଧ ଭୌତିକ ବିଜ୍ଞାନୀ ଆଲବର୍ଟ୍ ଆଇନଷ୍ଟାଇନ ୧୯୦୫ ମସିହାରେ ସର୍ବ ପ୍ରଥମେ ପ୍ରକାଶ କରିଥିଲେ । ଅନେକ ପରୀକ୍ଷା ଓ ଅନୁଶୀଳନ ପରେ ଏହି ତତ୍ତ୍ୱର ସତ୍ୟତା ପ୍ରମାଣ ହୋଇଅଛି । ଏହି ତତ୍ତ୍ୱରେ ସ୍ଥାନ ଓ କାଳ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ବର୍ଣ୍ଣନା କରାଯାଇଛି । ଏହି ତତ୍ତ୍ୱର ମୌଳିକ ସ୍ୱୀକାର୍ଯ୍ୟମାନ ହେଲା׃ ୧. ଭୌତିକ ବିଜ୍ଞାନର ନିୟମ ସମସ୍ତ ଜଡତ୍ୱୀୟ ପରିବେଶରେ ସମାନ ଓ ଅପରିବର୍ତ୍ତିତ ରହିଥାନ୍ତି । ଜଡତ୍ୱୀୟ ପରିବେଶର ଅର୍ଥ ଯାହା ସ୍ଥିରାବସ୍ଥାରେ ଥାଏ ଅଥବା ସମାନ ଗତିରେ ସର୍ବଦା ଗତି କରୁଥାଏ । ସମସ୍ତ ଦେଖଣାହାରୀ ନିଜ ନିଜ ଦୃଷ୍ଟିରୁ ଏହା ଦେଖନ୍ତି ଯେ ସେ ନିଜେ ସ୍ଥିର ଓ ସମ୍ପୂର୍ଣ୍ଣ ବ୍ରହ୍ମାଣ୍ଡ ତା' ଚାରିପଟେ ଗତି କରୁଛି । ତେଣୁ କିଏ ଗତି କରୁଛି ଓ କିଏ ଗତି କରୁନି ତାହା କହିବା କଷ୍ଟକର । ୨. ଶୂନ୍ୟରେ ଆଲୋକର ବେଗ ସବୁ ଦେଖଣାହାରୀଙ୍କ ପାଇଁ ସମାନ । ଯଦି ଆଲୋକର ଉତ୍ସ ଗତି କରୁଥାଏ, ତେବେ ମଧ୍ୟ ଆଲୋକର ବେଗରେ କୌଣସି ପରିବର୍ତ୍ତନ ହୋଇନଥାଏ । ଉଦାହରଣ ସ୍ୱରୂପ׃ ୧୦ କି.ମି.
ବିଶ୍ୱ ତମାଖୁହୀନ ଦିବସ ପ୍ରତିବର୍ଷ ୩୧ ମଇରେ ପୃଥିବୀ ସାରା ପାଳନ କରାଯାଇଥାଏ । ଏହା ୨୪ ଘଣ୍ଟା ଧରି ପୃଥିବୀରେ ତମାଖୁର ବ୍ୟବହାରକୁ ପୁରାପୁରି ବନ୍ଦ କରିବା ଲକ୍ଷରେ କରାଯାଇଥାଏ । ଏହା ଆହୁରି ମଧ୍ୟ ସ୍ୱାସ୍ଥ୍ୟ ଉପରେ ବିଶ୍ୱରେ ତମାଖୁର ଖରାପ ପ୍ରଭାବ ଉପରେ ଜନସଚେତନତା ତିଆରି କରିବାକୁ ପାଳନ କରାଯାଇଥାଏ ଯାହା ଏବେ ପୃଥିବୀରେ ବାର୍ଷିକ ୫୪ ଲକ୍ଷ ମରଣର କାରଣ ସାଜିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ୧୯୮୭ରେ ବିଶ୍ୱ ତମାଖୁହୀନ ଦିବସ ପ୍ରଥମକରି ଆରମ୍ଭ କରିଥିଲେ । ଗତ ୨୦ ବର୍ଷ ଧରି, ଏହି ଦିବସ ସରକାର, ସାମାଜିକ ସ୍ୱାସ୍ଥ୍ୟ ସଙ୍ଗଠନ, ଧୂମପାନକାରୀ, ତମାଖୁ ଚାଷୀ ଓ କାରଖାନାମାନେ ଏହି ଦିବସ ସପକ୍ଷ ଓ ବିପକ୍ଷରେ ମତ ଦେଇଛନ୍ତି ।
ମାର୍ଭେଲ କମ୍ପାନୀଟି Marvel worldwide inc ନାମରେ ନାମିତ,ଏହା ୧୯୬୧ ମସିହାରେ ପ୍ରତିଷ୍ଠିତ ହୋଇଥିଲା । ମାର୍ଭେଲ ହାସ୍ୟକର ସଙ୍ଗଠନ ଗୋଟିଏ ଆମେରିକାର ହାସ୍ୟକର ଏବଂ ଏହା ସମ୍ପର୍କିତ ମାଧ୍ୟମର ଏକ ପୁସ୍ତକ। ଏହାପରେ ୨୦୦୯ ରେWalt Disney କମ୍ପାନୀ ବିଶ୍ୱର ସବୁ ମୁଖ୍ୟ ମାର୍ଭେଲ କମ୍ପାନୀକୁ ଅଧିକୃତ କଲା।ମାର୍ଭେଲ ୧୯୩୯ ମସିହାରେ ଗୋଟେ ସମୟୋଚିତ ପ୍ରକାଶନTimely publication ରୂପରେ ଆରମ୍ଭ ହେଲା ଏବଂ ପରବର୍ତୀ ସମୟରେ ଏହା ୧୯୫୦ରେ Atlas comics ନାମରେ ପରିଣତ ହେଲା। ୧୯୬୧ ମସିହାରେ ମାର୍ଭେଲ ତାର ଆଧୁନିକ ଜଗତରେ ପଦାର୍ପଣ କରିଥିଲା ଯେତେବେଳେ ସେ ତାର ପ୍ରଥମ ଆଧୁନିକ ଚଳଚ୍ଚିତ୍ର ଫାଣ୍ଟାଷ୍ଟିକ୍ ଫୋର ମୁକ୍ତିଲାଭ କଲା।ଏହାଛଡା ସେ ଅନେକ କାଳ୍ପନିକ ସୁପେରହିରୋ ମାନଙ୍କ ଚଳଚ୍ଚିତ୍ର ମଧ୍ୟ ମୁକ୍ତିଲାଭ କରିଥିଲା ଯେଉଁଗୁଡିକ ଷ୍ଟିଭ୍ ଡ଼ିଟ୍କୋ,ଷ୍ଟାନ୍ ଲି, ଜ୍ୟାକ କୀର୍ବୀଙ୍କଦ୍ୱାରା ଲିଖିତ। ମାର୍ଭେଲର ପ୍ରସିଦ୍ଧ ବୀର ଗୁଡିକ ହେଲେ ଆଇରନ ମ୍ୟାନ, ସୁପର ମ୍ୟାନ, ଆଂଟ୍ ମ୍ୟାନ, ଡେଡ଼ପୁଲ, ଥର, ହଲକ୍,ଓଲ୍ଭରିନ, କ୍ୟାପ୍ଟେନ ଆମେରିକା ଏବଂ ସୁପେରହିରୋ ମାନଙ୍କ ଗୋଷ୍ଠୀ ଗୁଡିକ ହେଲା ଅଭେଞ୍ଜର୍ସ, ଏକ୍ସ-ମେନ, ଗାରଡିଆନ ଅଫ ଦି ଗ୍ୟାଲାକ୍ସି,ଫାଣ୍ଟାଷ୍ଟିକ୍ ଫୋର। ମାର୍ଭେଲର ମୁଖ୍ୟ ଖଳନାୟକ ଚରିତ୍ର ଗୁଡିକ ହେଲେ ଡକ୍ଟର ଡ୍ରୁମ, ଗ୍ରୀନ ଗୋବ୍ଲିନ, ଡକ୍ଟର ଅକ୍ଟୋପ୍ସ, ଦି ଏନଚଁଟ୍ରେସ, ଥାନୋସ,ଅଲଟ୍ରନ୍, ଲୋକୀ, ମାଗ୍ନେଟୋ ଇତ୍ୟାଦି।ଅଧିକାଂଶ ମାର୍ଭେଲ ଚଳଚ୍ଚିତ୍ର ଗୋଟିଏ କାଳ୍ପନିକ ଦୁନିଆରେ ହିଁ ସୃଷ୍ଟି ହୁଏ ଯାହା କି ମାର୍ଭେଲ ଜଗତ ନାମରେ ଜଣାଯାଏ, ଯାହାକି ବାସ୍ତବ ଦୁନିଆର ପ୍ରତିବିମ୍ବ ସଦୃଶ। ସ୍ପଇଡର ମ୍ୟାନ, ଦି ଅଭେଞ୍ଜରସ,ଦି ଫାଣ୍ଟାଷ୍ଟିକ୍ ଫୋର, ଡକ୍ଟର ସ୍ଟ୍ରେଞ୍ଜ ପରି ଚରିତ୍ର ଗୁଡିକ ନିଉୟର୍କ ସହର ଉପରେ ଆଧାରିତ। ଏକ୍ସ-ମେନ ପରି ଚଳଚ୍ଚିତ୍ର ମଧ୍ୟ ଐତିହାସିକ ରୂପେ ନିଉୟର୍କ ସହରର ସାଲେମ୍ କେନ୍ଦ୍ର ସହ ଜଡ଼ିତ। ଏବଂ ହଲକ୍ର କାହାଣୀ ମଧ୍ୟ ଦକ୍ଷିଣ-ପଶ୍ଚିମ ଆମେରିକାରେ ଆରମ୍ଭ ହୋଇଥିଲା। ସମ୍ପୂର୍ଣ ରୂପେ କହୁବାକୁ ଗଲେ ମାର୍ଭେଲର ସବୁ ଚରିତ୍ର ନିଉୟର୍କ ସହର ସହ ଜଡ଼ିତ।
ଚନ୍ଦନ ବୋଡ଼ା ବା ଚନ୍ଦ୍ର ବୋଡ଼ା ବା ମହାମଣ୍ଡଳ ସାପ (ଇଂରାଜୀ ଭାଷାରେ Russell's viper, ଜୀବବିଜ୍ଞାନ ନାମ Daboia russelii) ହେଉଛି ଭାଇପରିଡାଏ ପରିବାରର ଏକ ବିଷାକ୍ତ ସାପ । ଏସିଆ ମହାଦେଶର ଭାରତୀୟ ଉପମହାଦେଶ, ଦକ୍ଷିଣ-ପୂର୍ବ ଏସିଆ, ଚୀନ ଓ ତାଇୱାନରେ ଏହି ସାପ ଦେଖିବାକୁ ମିଳନ୍ତି । ଏହି ସାପର ଇଂରାଜୀ ନାମ ସ୍କଟ୍ ସର୍ପବିଜ୍ଞାନୀ ପ୍ୟାଟ୍ରିକ୍ ରସେଲ୍ଙ୍କ (୧୭୨୬-୧୮୦୫) ନାମାନୁସାରେ ରଖାଯାଇଛି । ରସେଲ୍ ଭାରତର ବହୁ ସାପଙ୍କ ଜୀବବିଜ୍ଞାନ ବିବରଣୀ ପ୍ରଦାନ କରିଥିଲେ । ଚନ୍ଦନ ବୋଡ଼ା ପ୍ରଜାତିର ହିନ୍ଦୀ ଶବ୍ଦର ଅର୍ଥ ହେଲା – “ଲୁଚି ରହିଥିବା” ବା “ଲୁକ୍କାୟିତ ବିଚରଣ କରୁଥିବା” । ଚନ୍ଦନ ବୋଡ଼ାର ଇଂରାଜୀ ଭାଷାରେ ରହିଥିବା ଆଉ ଏକ ସ୍ଥାନୀୟ ନାମ ହେଲା ଚେନ୍ ଭାଇପର୍ (chain viper) । ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ହଳଦିଆ ଦେହରେ ତିନି ଧାଡ଼ି ବଡ଼ ବଡ଼ କଳା ଗୋଲ ଚିହ୍ନଥିବା ଭୟାନକ ବିଷଧର ସାପକୁ ଚନ୍ଦନବୋଡ଼ା ବା ଚନ୍ଦ୍ର ବୋଡ଼ା କୁହାଯାଏ । ଦେହରେ ଚନ୍ଦ୍ର ପରି ଚିହ୍ନ ରହିଥିବାରୁ ବଙ୍ଗଳା ଭାଷାରେ ମଧ୍ୟ ଏହି ସାପକୁ ଚନ୍ଦ୍ରୋବୋଡ଼ା ବୋଲି କୁହାଯାଏ । ମରାଠୀ ଭାଷାରେ ଏହି ସାପ ଘୋଣସ ନାମରେ ପରିଚିତ । ଭାରତରେ ଯେଉଁ ୪ ସାପଙ୍କ ଯୋଗୁଁ ସର୍ବାଧିକ ସାପକାମୁଡ଼ା ଦୁର୍ଘଟଣା ଘଟେ, ତା’ ମଧ୍ୟରେ ଚନ୍ଦନ ବୋଡ଼ା ଅନ୍ୟତମ । ନିଜ ଭୌଗୋଳିକ ବ୍ୟାପକତା, ଆକ୍ରମଣାତ୍ମକ ସ୍ୱଭାବ, ଜନବସତିପୂର୍ଣ୍ଣ ଅଞ୍ଚଳରେ ବାସ କରିବା ଇତ୍ୟାଦି କାରଣରୁ ଚନ୍ଦନ ବୋଡ଼ା ଅନ୍ୟ ବିଷାକ୍ତ ସାପଙ୍କ ତୁଳନାରେ ଅଧିକ ମାରାତ୍ମକ ।
ପଙ୍ଗପାଳ (ଇଂରାଜୀରେ: Locust) ଏକପ୍ରକାର ଛୋଟ ଶିଙ୍ଗବିଶିଷ୍ଟ ଝିଣ୍ଟିକା ପ୍ରଜାତିର ଦଳ । ଏହି ପତଙ୍ଗମାନେ ସାଧାରଣତଃ ଏକାନ୍ତରେ ବାସ କରିଥାନ୍ତି, ମାତ୍ର କିଛି ନିର୍ଦ୍ଧିଷ୍ଟ ପରିସ୍ଥିତିରେ ଏମାନେ ବହୁଳ ସଂଖ୍ୟାରେ ପରିଣତ ହୋଇଯାନ୍ତି ଏବଂ ନିଜ ବ୍ୟବହାର ଓ ଅଭ୍ୟାସ ପରିବର୍ତ୍ତନ କରିଦିଅନ୍ତି । ବୈଜ୍ଞାନିକ ବର୍ଗୀକରଣ ଅନୁସାରେ ପଙ୍ଗପାଳ ଏବଂ ଝିଣ୍ଟିକାରେ କୌଣସି ଭେଦ ନଥାଏ, ଦଳଗତ ଭାବେ ସ୍ଥାନ ପରିବର୍ତ୍ତନ କରୁଥିବା ଝିଣ୍ଟିକାଗୋଷ୍ଠୀ ପଙ୍ଗପାଳ ଭାବେ ନାମିତ ।