ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ରଦୀପ ମହାରଥୀ (ଜନ୍ମ: ୪ ଜୁଲାଇ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରଦୀପ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୧୯୮୫, ୧୯୯୦, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୦ମ ଓ ୧୨ଶ, ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବସେନ ମୁର୍ମୁ (ଇଂରାଜୀ: Basen Murmu) (୯ ଅପ୍ରେଲ ୧୯୮୭ - ୮ ଜୁନ ୨୦୨୦) ଜଣେ ସାନ୍ତାଳୀ କଥାଚିତ୍ର ତଥା ଆଲବମ୍ ଜଗତର ଗାୟକ ଓ ଗୀତିକାର ଥିଲେ । ବସେନ ମୁର୍ମୁ ୯ ଅପ୍ରେଲ ୧୯୮୭ରେ ମୟୂରଭଞ୍ଜ ଜିଲ୍ଲାର ବିଜତଳା ବ୍ଲକ ଅନ୍ତର୍ଗତ ବାରହାଜିୟାଁ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ନାରାନ ମୁର୍ମୁ ଏବଂ ମାତାଙ୍କ ନାମ ମାୟନ ମୁର୍ମୁ । ତାଙ୍କ ସହଧର୍ମୀଣିଙ୍କ ନାମ ମମତା ମୁର୍ମୁ । ଭାଗ୍ୟଲକ୍ଷ୍ମୀ ମୁର୍ମୁ ତାଙ୍କର ଏକମାତ୍ର କନ୍ୟା ସନ୍ତାନ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଅଭିରାମ ନନ୍ଦ, ଜଣେ ଆନ୍ତର୍ଜାତୀୟ ଖ୍ୟାତିସମ୍ପର୍ଣ୍ଣ ବଂଶୀବାଦକ ଅଟନ୍ତି । ଉଭୟ ଶାସ୍ତ୍ରୀୟ ଓ ଆଧୁନିକ ସଙ୍ଗୀତରେ ସେ ବଂଶୀବାଦନ କରନ୍ତି । ୯୦ଦଶକରୁ ବଂଶୀବାଦନ ସହିତ ଜଡିତ, ଅଭିରାମ ୧୦୦୦ରୁ ଅଧିକ ଗୀତରେ ବଂଶୀବାଦନ କରିସାରିଛନ୍ତି । ସେ ଗୁରୁ ହରିପ୍ରସାଦ ଚୌରାଶିଆ ଓ ମୋହିନୀ ମୋହନ ପଟ୍ଟନାୟକଙ୍କଠାରୁ ବଂଶୀବାଦନ ଶିକ୍ଷା କରିଛନ୍ତି । ସେ ଭାରତର ବିଭିନ୍ନ ସ୍ଥାନ ଏବଂ ୫୩ଟି ବାହାର ଦେଶରେ ବଂଶୀବାଦନ କରି ସାରିଛନ୍ତି । ବହୁ ଦେଶୀ ଓ ବିଦେଶୀ ଛାତ୍ର ତାଙ୍କଠାରୁ ବଂଶୀବାଦନ ଶିକ୍ଷାଗ୍ରହଣ କରନ୍ତି । ବଂଶୀ ତିଆରି କରିବାରେ ମଧ୍ୟ ସେ ପାରଙ୍ଗମ । ଦେଶବିଦେଶର ବହୁ ବଂଶୀବାଦକ ତାଙ୍କଠାରୁ ବଂଶୀ କିଣିଥାନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବିଜୟ ମହାନ୍ତି (*୮ ଅପ୍ରେଲ ୧୯୫୦) ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର । ସେ ଚରିତ୍ର ଅଭିନେତା ଠାରୁ ଆରମ୍ଭ କରି ହାସ୍ୟ ଅଭିନେତା, ଖଳନାୟକ, ନାୟକ ଆଦି ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି । ୧୯୭୭ ମସିହାରେ ବିଜୟ ମହାନ୍ତି ଅଭିମାନ ଚଳଚ୍ଚିତ୍ରରେ ଏକ କ୍ଷୁଦ୍ର ଭୂମିକାରେ ଅଭିନୟ କରିଥିଲେ, ଯାହାକି ଥିଲା ତାଙ୍କ ଜୀବନର ପ୍ରଥମ ଚଳଚ୍ଚିତ୍ର । ୨୦୧୪ ମସିହା ଲୋକ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟରେ ନିର୍ବାଚନ ମଧ୍ୟ ଲଢିଥିଲେ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୌଣସି ବସ୍ତୁର ଲମ୍ବ ବା ଓସାର ମାପ ପାଇଁ ଆମେ ବ୍ୟବହାର କରୁ ମିଟର ଫିତା ବା ସ୍କେଲ । ଏହି ମିଟର ଫିତା ସ୍କେଲରେ ଆମେ ଏକ ମିଲିମିଟର ବା ତା’ଠାରୁ ଅଧିକ ଲମ୍ବକୁ ମାପ କରିପାରିବା । ମାତ୍ର ବସ୍ତୁର ଲମ୍ବ ଏହାଠାରୁ କମ୍ ହୋଇଥିଲେ ଆମେ ତାକୁ ମିଟର ଫିତା ବା ସ୍କେଲ ଯୋଗେ ମାପ କରି ପାରିବା ନାହିଁ । ଏକ ମିଲିମିଟରଠାରୁ କମ୍ ଲମ୍ବକୁ ମାପ କରିବା ପାଇଁ ଆଉ କେତେ ଗୋଟି ଉପକରଣ ବ୍ୟବହାର କରାଯାଇଥାଏ । ସେଗୁଡ଼ିକ ମଧ୍ୟରେ ଗୋଟିଏ ହେଲା ମାଇକ୍ରୋମିଟର (ଇଂରାଜୀ: micrometer; /maɪˈkrɒmɪtər/) । ଏହାକୁ ମାଇକ୍ରୋମିଟର ସ୍କୃ-ଗଜ୍ ମଧ୍ୟ କୁହାଯାଇଥାଏ ।
ଲାଟିନ ଭାଷା (; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ସୋଡ଼ିଅମ ଥାୟୋସଲଫେଟ (ଡାକ୍ତରୀ ବ୍ୟବହାର)
ସୋଡ଼ିଅମ ଥାୟୋସଲଫେଟ (ଇଂରାଜୀ ଭାଷାରେ Sodium thiosulfate ବା sodium thiosulphate) ଏକ ଔଷଧ ଯାହା ସାଇନାଇଡ ବିଷକ୍ରିୟା, ପିଟିରିଆସିସ ଭର୍ସିକଲରର (pityriasis versicolor) ଚିକିତ୍ସାରେ ଦିଆଯାଏ ଓ ସିସପ୍ଲାଟିନର (cisplatin) ପାର୍ଶ୍ୱ ପ୍ରତିକ୍ରିୟା କମ୍ କରିବା ନିମନ୍ତେ ଦିଆଯାଏ । ସାଂଘାତିକ ସ୍ୟାନାଇଡ ବିଷକ୍ରିୟାରେ ଏହା ଅଧକାଂଶ ସମୟରେ ସୋଡ଼ିଅମ ନାଇଟ୍ରାଇଟ) (sodium nitrite) ବ୍ୟବହାର କରିବା ପରେ ଦିଆଯାଏ । ଏହା ଚର୍ମରେ ଲଗାଯାଏ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।ଏହାର ପାର୍ଶ୍ୱ ପ୍ରତିକ୍ରିୟାରେ ବାନ୍ତି, ଗଣ୍ଠି ଯନ୍ତ୍ରଣା, ଭାବ ପରିବର୍ତ୍ତନ, ସାଇକୋସିସ (psychosis) ଓ ଟିନାଇଟସ ଇତ୍ୟାଦି ହୋଇପାରେ । ଏହାର ନିରାପତ୍ତା ବିଷୟରେ ବିଶେଷ ଅନୁଶୀଳନ ହୋଇନାହିଁ । It is unclear if use in ଗର୍ଭାବସ୍ଥାରେ ଏହାର ଶିଶୁ ପ୍ରତି ନିରାପତ୍ତା ବିଷୟ ମଧ୍ୟ ଅଜ୍ଞାତ ଅଛି । ଏକା ଶିରାଭ୍ୟନ୍ତର ନଳୀରେ ଏହା ସହିତ ହାଇଡ୍ରୋକ୍ସିକୋବାଲାମିନ (hydroxocobalamin) ଦିଆଯାଏନାହିଁ । ସାଇନାଇଡ ବିଷକ୍ରିୟାରେ ପ୍ରଥମେ ସୋଡ଼ିଅମ ନାଇଟ୍ରାଇଟଦ୍ୱାରା ମେଥେମୋଗ୍ଲୋବିନେମିଆ (methemoglobinemia) ସୃଷ୍ଟି ହୁଏ ଯାହା ମାଇଟୋକଣ୍ଡ୍ରିଆରୁ (mitochondria) ସାଇନାଇଡ ନିଷ୍କାସନ କରିଦିଏ । ତାହା ପରେ ସୋଡ଼ିଅମ ଥାୟୋସଲଫେଟ ସହିତ ସାଇନାଇଡ ଅନୁବନ୍ଧିତ ହୋଇ ଅଣବିଷାକ୍ତ ଥାୟୋସ୍ୟାନେଟରେ (thiocyanate) ପରିବର୍ତ୍ତିତ ହୋଇଯାଏ ।ସନ ୧୯୩୦ରୁ ସାଇନାଇଡ ବିଷକ୍ରିୟା ନିମନ୍ତେ ସୋଡ଼ିଅମ ଥାୟୋସଲଫେଟ ବ୍ୟବହାର ହୋଇଆସୁଛି । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ସନ ୨୦୧୩ରେ ଏହି ଔଷଧର ମୂଲ୍ୟ ଯୁକ୍ତରାଷ୍ଟ୍ର ଆମେରିକାରେ ୨୦ ଆମେରିକୀୟ ଡଲାର ଥିଲା ଓ ସୋଡ଼ିଅମ ନାଇଟ୍ରାଇଟ ସହିତ ୧୧୦ ଆମେରିକୀୟ ଡଲାର ଥିଲା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କୋଲିକ୍ୟାଲସିଫେରଲ (ଇଂରାଜୀ ଭାଷାରେ Cholecalciferol ବା colecalciferol, ଅନ୍ୟ ନାମ ଜୀବସାର ଘ୩/vitamin D3) ଏକ ପ୍ରକାର ଜୀବସାର ଘ (vitamin D) ଯାହା ଖାଦ୍ୟରେ ଓ ଖାଦ୍ୟ ଅନୁପୂରକରେ (dietary supplement) ଥାଏ । ଭିଟାମିନ ଡି ବା ଜୀବସାର ଘ ଅଭାବ ଜନିତ ରୋଗ ଯେପରିକି ରିକେଟ ଚିକିତ୍ସାରେ ଓ ପ୍ରତିଷେଧ ନିମନ୍ତେ ଏହା ଦିଆଯାଏ । ଫ୍ୟାମିଲିଆଲ ହାଇପୋଫସଫେଟିମିଆ (familial hypophosphatemia), ଅଳ୍ପ ରକ୍ତ କ୍ୟାଲସିଅମ (low blood calcium) କରୁଥିବା ହାଇପୋପାରାଥାଇରଏଡିଜ୍ମ (hypoparathyroidism) ଓ ଫାଙ୍କୋନି ସିଣ୍ଡ୍ରୋମ (Fanconi syndrome) ରୋଗମାନଙ୍କରେ ମଧ୍ୟ ଏହା ଦିଆଯାଏ ।ଏହା ପାଟିରେ ଦିଆଯାଏ ।ମାତ୍ରାଧିକ କୋଲିକ୍ୟାଲସିଫେରଲ ଦେଲେ ବାନ୍ତି, ଦୁର୍ବଳତା ଓ ମାନସିକ ଦ୍ୱନ୍ଦ୍ୱ ଜାତ ହୁଏ । ଏହା ବ୍ୟତୀତ ବୃକ୍କ ପଥର (kidney stones) ମଧ୍ୟ ଜାତ ହୋଇପାରେ । ନିର୍ଦ୍ଧାରିତ ମାତ୍ରାରେ ଦେଲେ ଗର୍ଭାବସ୍ଥାରେ ଏହା ନିରାପଦ ରହେ । ସାଂଘାତିକ ବୃକ୍କ ରୋଗ ଥିଲେ ଏହା କାମ ନକରିପାରେ । ଦେହରେ ଏହା ୧,୨୫-ଡାଇହାଇଡ୍ରୋକ୍ସିଭିଟାମିନ ଡିରେ (1,25-dihydroxyvitamin D) ପରିବର୍ତ୍ତିତ ହୋଇ ଅନ୍ତନଳୀରୁ ଅଧିକ କ୍ୟାଲସିଅମ (calcium) ଅବଶୋଷଣ କରେ । କେତେକ ପ୍ରକାରର ମାଛ (fish), ଛେନା ଓ ଅଣ୍ଡାରେ ଏହା ଥାଏ ।କୋଲିକ୍ୟାଲସିଫେରଲ ପ୍ରଥମେ ସନ ୧୯୩୬ରେ ବର୍ଣ୍ଣନା କରାଯାଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ (generic medication) ବିନା ପ୍ରେସକ୍ରିପସନରେ ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ୩୦ ମି:ଲି ବୋତଲର କ୍ରୟ ମୂଲ୍ୟ ପ୍ରାୟ ୨.୧୪ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଚିକିତ୍ସାର ମୂଲ୍ୟ ୨୫ ଆମେରିକୀୟ ଡଲାରରୁ କମ୍ ଥାଏ । ଅନେକ ଦେଶରେ ଦୁଧ ଭଳି କେତେକ ଖାଦ୍ୟରେ କୋଲିକ୍ୟାଲସିଫେରଲ ମିଶାଯାଇଥାଏ ।
ପିଣ୍ଟୁ ନନ୍ଦ (ଜନ୍ମ: ୭ ଜୁଲାଇ ୧୯୭୭), ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୧୯୯୬ରେ କୋଇଲି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ ରାମ ଲକ୍ଷ୍ମଣ, ତୋ ଆଖି ମୋ ଆଇନା, ରଙ୍ଗ୍ ନମ୍ବର, ବାହୁଡ଼ିବେ ମୋ ଜଗା ବଳିଆ, ଓଃ ମାଇଁ ଲଭ୍, ଆଇ ଲଭ୍ ୟୁ, ଆଇ ଲଭ୍ ମାଇଁ ଇଣ୍ଡିଆ, ପ୍ରେମ ରୋଗୀ, ଜୟ ଜଗନ୍ନାଥ, ନନ୍ଦିନୀ ଆଇ ଲଭ୍ ୟୁ, ମିତରେ ମିତ, ମୁଁ କ'ଣ ଏତେ ଖରାପ, ସ୍ୱୟଂସିଦ୍ଧା, ପହିଲି ରଜ, ପ୍ରେମ ଅଢ଼େଇ ଅକ୍ଷର, ଦୋସ୍ତି, ଶପଥ, ଗୁଡ୍ ବୟ, ଲଭ୍ ମାଷ୍ଟର, ହରି ଓମ ହର, ଡାହା ବାଳୁଙ୍ଗା, ସୁନା ପିଲା ଟିକେ ସ୍କୃ ଢିଲା ଆଦି କଥାଚିତ୍ରରେ ଅଭିନୟ କରିଥିଲେ । ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ପିଣ୍ଟୁ ଓଡ଼ିଆ ଧାରାବାହିକ ଶଙ୍ଖା ସିନ୍ଦୂର ଆଦିରେ ଅଭିନୟ କରିଥିଲେ । ଏଥିସହ ସେ ଗୃହଲକ୍ଷ୍ମୀ ଭଳି କିଛି ଦୂରଦର୍ଶନ କାର୍ଯ୍ୟକ୍ରମର ଉପସ୍ଥାପକ ଭାବରେ କାର୍ଯ୍ୟ କରିଥିଲେ ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟ୍ରାଭେନସ ସୋଡ଼ିଅମ ବାଇକାର୍ବୋନେଟ
ଇଣ୍ଟ୍ରାଭେନସ ସୋଡ଼ିଅମ ବାଇକାର୍ବୋନେଟ (ଇଂରାଜୀ ଭାଷାରେ Intravenous sodium bicarbonate, ଅନ୍ୟ ନାମ ସୋଡ଼ିଅମ ହାଇଡ୍ରୋଜେନ କାର୍ବୋନେଟ/sodium hydrogen carbonate) ଏକ ଔଷଧ ଯାହା ବଶେଷତଃ ସାଂଘାତିକ ମେଟାବୋଲିକ ଏସିଡୋସିସ (metabolic acidosis) ରୋଗରେ ବ୍ୟବହାର କରାଯାଏ । ତରଳ ଝାଡ଼ା, ବାନ୍ତି (vomiting) ବା ରେନାଲ ଟ୍ୟୁବୁଲାର ଏସିଡୋସିସ (kidneys) ଇତ୍ୟାଦି ରୋଗ ଯୋଗୁ ରକ୍ତର ପିଏଚ (pH) ୭.୧ରୁ କମ ଥିଲେ ଏହି ଔଷଧ ଦିଆଯାଏ । ଅଧିକ ରକ୍ତ ପୋଟାସିଅମ (high blood potassium), ଟ୍ରାଇସାକ୍ଲିକ ଆଣ୍ଟିଡିପ୍ରେସାଣ୍ଟ ଓଭରଡୋଜ (tricyclic antidepressant overdose) ଓ କୋକେନ ଟକ୍ସିସିଟି (cocaine toxicity) ଭଳି ଅନ୍ୟ କେତେକ ବିଷକ୍ରିୟାରେ (poisoning) ଏହା ଦିଆଯାଇପାରେ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।ଏହାର ପାର୍ଶ୍ୱ ପ୍ରତିକ୍ରିୟାରେ ଅଳ୍ପ ରକ୍ତ ପଟାସିଅମ (low blood potassium), ଅଧିକ ରକ୍ତ ସୋଡ଼ିଅମ (high blood sodium) ଓ ଇଡିମା (swelling) ହୋଇପାରେ । ଅଳ୍ପ ରକ୍ତ କ୍ୟାଲସିଅମ (low blood calcium) ଥିଲେ ଏହା ଦିଆଯାଏନାହିଁ । ଏହା ଆଲକାଲିନାଇଜିଙ୍ଗ ଏଜେଣ୍ଟ (alkalinizing) ଔଷଧ ପରିବାରର ଏକ ସଦସ୍ୟ । ଏହା ରକ୍ତ ବାଇକାର୍ବୋନେଟ (bicarbonate) ବୃଦ୍ଧି କରିବାଦ୍ୱାରା ଅଧିକ ହାଇଡ୍ରୋଜେନ ଆୟନମାନଙ୍କୁ (hydrogen ion) ବଫର (buffers) କରି ରକ୍ତ ପିଏଚ (blood pH) ବୃଦ୍ଧି କରିବାରେ ସାହାଯ୍ୟ କରେ । ବେପାର ନିମନ୍ତେ ସୋଡ଼ିଅମ ବାଇକାର୍ବୋନେଟ ପ୍ରସ୍ତୁତି ସନ ୧୭୯୧ରୁ ୧୮୨୩ ମଧ୍ୟରେ ଆରମ୍ଭ ହେଲା । ଶିରାଭ୍ୟନ୍ତର ଚିକିତ୍ସା ବ୍ୟବହାର ସନ ୧୯୫୦ରୁ ଆରମ୍ଭ କରାଗଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ୮.୪%ସଲ୍ୟୁସନର ୧୦ମ:ଲି: ବୋତଲର ମୂଲ୍ୟ ୦.୦୯ରୁ ୨.୫୮ ଆମେରିକୀୟ ଡଲାର । ସଂଯୁକ୍ତ ରାଷ୍ଟ୍ରରେ ୧୧.୧୦ ପାଉଣ୍ଡ ।
କ୍ୟାଲସିଅମ ପରିପୂରକ (ଇଂରାଜୀ ବାଷାରେ Calcium supplements) ଏକ ପ୍ରକାର କ୍ୟାଲ୍ସିଅମ ଲବଣ (salts) ଯାହା ଅନେକ ପ୍ରକାର ବେମାରୀରେ ବ୍ୟବହାର ହୁଏ । ଖାଦ୍ୟରେ ଯଥେଷ୍ଟ କ୍ୟାଲସିଅମ ନଥିଲେ ଏହି ପରିପୂରକ ଆବଶ୍ୟକ ହୁଏ । ଅଳ୍ପ ରକ୍ତ କ୍ୟାଲସିଅମ (low blood calcium), ହାଡ଼ପୋରିଆ ଓ ରିକେଟ ଇତ୍ୟାଦି ରୋଗମାନଙ୍କରେ ଏହା ପାଟିରେ ଦିଆଯାଏ । ଅଳ୍ପ ରକ୍ତ କ୍ୟାଲସିଅମ ଫଳରେ ମାଂସପେଶୀ ସ୍ପାଜ୍ମ (muscle spasms) ହେଉଥିଲେ, ଅଧିକ ରକ୍ତ ପୋଟାସିଅମ (high blood potassium) ଓ ମ୍ୟାଗନେସିଅମ ବିଷକ୍ରିୟାରେ (magnesium toxicity) ଏହା ଶିରାଭ୍ୟନ୍ତର ଇଞ୍ଜେକସନ ଆକାରରେ ଦିଆଯାଏ ।କ୍ୟାଲସିଅମ ପାର୍ଶ୍ୱ ପ୍ରତିକ୍ରିୟାରେ କୋଷ୍ଠକାଠିନ୍ୟ (constipation) ଓ ଅଇ ହୋଇପାରେ । ପାଟିରେ ନେଲେ ସାଧାରଣତଃ ଅଧିକ ରକ୍ତ କ୍ୟାଲସିଅମ (high blood calcium) ହୁଏନାହିଁ । ଖାଦ୍ୟରେ ଥିବା କ୍ୟାଲସିଅମ ଅପେକ୍ଷା ପରିପୂରକ କ୍ୟାଲସିଅମ ଯୋଗୁ ବୃକ୍କ ପଥର (kidney stone) ହେବା ସମ୍ଭାବନା ଅଧିକ । ବୟଃପ୍ରାପ୍ତ ଲୋକର ଦିନକୁ ଏକ ଗ୍ରାମ କ୍ୟାଲସିଅମ ଆବଶ୍ୟକ ହୁଏ । ଅସ୍ଥି (bones), ମାଂସପେଶୀ (muscles), ଓ ସ୍ନାୟୁ (nerves) ନିମନ୍ତେ କ୍ୟାଲସିଅମ ଆବଶ୍ୟକ ହୁଏ ।ଊନବିଂଶ ଶତାବ୍ଦୀରୁ ଚିକିତ୍ସା କ୍ଷେତ୍ରରେ କ୍ୟାଲସିଅମ ପରିପୂରକର ପ୍ରଚଳନ ହୋଇଆସୁଛି । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ମାସ ବ୍ୟବହାର ନିମନ୍ତେ ଏହି ଔଷଧର ହୋଲସେଲ ମୂଲ୍ୟ ୦.୯୨ରୁ ୪.୭୬ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ପରିମାଣର ମୂଲ୍ୟ ୨୫ ଆମେରିକୀୟ ଡଲାରରୁ କମ୍ । ଜୀବସାର ଘ ବା ଭିଟାମିନ ଡି (vitamin D) ସାଥିରେ ମିଶ୍ରିତ ହୋଇ ମଧ୍ୟ ଏହା ବିକ୍ରୟ ହୁଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବଡ଼ଦାଣ୍ଡ ହେଉଛି ପବିତ୍ର ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତର ରାସ୍ତା ବା ଦାଣ୍ଡ । ଶ୍ରୀମନ୍ଦିର ଏବଂ ରଥଯାତ୍ରା ସହ ଏହି ମାର୍ଗର ସମ୍ପର୍କ ଥିବା ଯୋଗୁଁ ଏହାକୁ 'ବଡଦାଣ୍ଡ' ବୋଲି କୁହାଯାଏ ଓ ଜଗନ୍ନାଥ ସଂସ୍କୃତିରେ ଏହାର ବିଶେଷ ସ୍ଥାନ ରହିଅଛି । ବଡ଼ଦାଣ୍ଡରେ ବିଶାଳ ପକ୍ଷରେ ଶୋଭା ପାଉଛି, ତାହା ମଧ୍ୟରୁ ସିଂହ ଦୁଆର ଠାରୁ ଗୁଣ୍ଡିଚା ମନ୍ଦିର ଭିତରେ ରହିଛି ଅନେକ ମଠ ବାଡି, ରାଧାବଲ୍ଲଭ ମଠ, ବଡ଼ଛତା ମଠ, ବଡ଼ ଅଖଡା ମଠ, ଜଗନ୍ନାଥ ବଲ୍ଲଭ ମଠ,ଚୈତନ୍ୟ ଗୌଡୀୟ ମଠ,ଦଶ ଅବତାର ମଠ, ସହିତ ବାଗେଡିଆ ଧର୍ମଶାଳ ଓ ଅନେକ ରମଣୀୟ ସ୍ଥଳ ରହିଛି । ଆଗରୁ ବଡଦାଣ୍ଡର ଦୃଶ୍ୟ ଗାଆଁ ରାସ୍ତା ଭଳି ଦେଖା ଯାଉଥିଲା ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
Oceania (Pronunciation: The New Oxford Dictionary of English (1998) ISBN 0-19-861263-X p.1282 "Oceania /ˌəʊsɪˈɑːnɪə, -ʃɪ-/".</ref> or ), also known as Oceanica, is a region centred on the islands of the tropical Pacific Ocean. Opinions of what constitutes Oceania range from its three subregions of Melanesia, Micronesia, and Polynesia to, more broadly, the entire insular region between Asia and the Americas, including Australasia and the Malay Archipelago. The term is often used more specifically to denote a continent comprising Australia and proximate islands or biogeographically as a synonym for either the Australasian ecozone (Wallacea and Australasia) or the Pacific ecozone (Melanesia, Polynesia, and Micronesia apart either from New Zealand or from mainland New Guinea).
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ରମଣ ପ୍ରଭାବ ବା ରମଣ ବିଚ୍ଛୁରଣ (ଈଂରାଜୀରେ Raman scattering ବା Raman effect) ଆଲୋକ କଣିକା ଫୋଟନ୍ର ବିଚ୍ଛୁରଣ ସମ୍ବନ୍ଧୀୟ ଏକ ସିଦ୍ଧାନ୍ତ । ଉଚ୍ଚ କମ୍ପନ ଓ ଘୂର୍ଣ୍ଣନ ଶକ୍ତି ସ୍ତରରେ ରହିଥିବା ଅଣୁମାନଙ୍କ ଧକ୍କା ଫଳକେ ଆଲୋକ କଣିକା ଫୋଟନ୍ର ଏକ ପ୍ରକାରର ଅନମନୀୟ ବିଚ୍ଛୁରଣ ଯୋଗୁଁ ରମଣ ପ୍ରଭାବ ସୃଷ୍ଟି ହୋଇଥାଏ । ୧୯୨୮ ମସିହାରେ ଭାରତୀୟ ପଦାର୍ଥ ବିଜ୍ଞାନୀ ଚନ୍ଦ୍ରଶେଖର ଭେଙ୍କଟ ରମଣ ଓ ତାଙ୍କର ଜଣେ ଛାତ୍ର କେ.
ସେଫୋଟାକ୍ସିମ (ଇଂରାଜୀ ଭାଷାରେ Cefotaxime) ଏକ ଆଣ୍ଟିବାୟୋଟିକ (antibiotic) ଯାହା ଅନେକ ଗୁଡ଼ିଏ ଜୀବାଣୁ ସଂକ୍ରମଣର (bacterial infections) ଚିକିତ୍ସା ନିମନ୍ତେ ବ୍ୟବହୃତ ହୁଏ । ନିର୍ଦ୍ଦିଷ୍ଟ ଭାବରେ ଏହା ଗଣ୍ଠି ସଂକ୍ରମଣ (joint infections), ପେଲଭିକ ଇନଫ୍ଲାମେଟରି ଡିଜିଜ (pelvic inflammatory disease), ମେନିଞ୍ଜାଇଟିସ, ନିମୋନିଆ, ମୁତ୍ରନଳୀ ସଂକ୍ରମଣ (urinary tract infections), ସେପ୍ସିସ, ଗନରିଆ, ଓ ସେଲ୍ୟୁଲାଇଟିସ୍ ଇତ୍ୟାଦି ରୋଗମାନଙ୍କର ନିମନ୍ତେ ଦିଆଯାଏ । ସେଫୋଟାକ୍ସିମ ଇଞ୍ଜେକସନ ଆକାରରେ ଶିରାଭ୍ୟନ୍ତରରେ (injection into a vein) ବା ମାଂସପେଶୀରେ (muscle) ଦିଆଯାଏ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ଆଲର୍ଜି ପ୍ରତିକ୍ରିୟା (allergic reactions) ଓ ଇଞ୍ଜେକସନ ନେବା ସ୍ଥଳରେ ପ୍ରଦାହ ଆଦି ଲକ୍ଷଣ ଦେଖାଯାଏ । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟାରେ କ୍ଲସ୍ଟ୍ରିଡିଅମ ଡିଫିସିଓ ତରଳ ଝାଡ଼ା ହୋଇପାରେ । ପେନିସିଲିନ penicillin ପ୍ରତି ଆନାଫାଇଲାକ୍ସିସ ଥିବା ଲୋକମାନଙ୍କୁ ଏହି ଇଞ୍ଜେକସନ ଦିଆଯାଏ ନାହିଁ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ଅପେକ୍ଷାକୃତ ନିରାପଦ ଥାଏ । ଏହା ତୃତୀୟ ପିଢ଼ିର ସେଫାଲୋସ୍ପୋରିନ third-generation cephalosporin ପରିବାରର ଔଷଧ ଯାହା ଜୀବାଣୁର ଜୀବକୋଷ ଆବରଣରେ ବାଧା ସୃଷ୍ଟି କରେ ।ସେଫୋଟାକ୍ସିମ ସନ ୧୯୭୬ରେ ଆବିଷ୍କୃତ ହେବାପରେ ବ୍ୟବସାୟ ନିମନ୍ତେ ସନ ସନ ୧୯୮୦ରେ ବ୍ୟବହାର କରାଗଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ (generic medication) ନାମରେ ଉପଲବ୍ଧ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହାର ମୂଲ୍ୟ ପ୍ରତି ଡୋଜ ପିଛା ପ୍ରାୟ ୦.୨୩ରୁ ୪.୭୦ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ କୋର୍ଷର ମୂଲ୍ୟ ପ୍ରାୟ ୧୦୦ରୁ ୨୦୦ ଡଲାର ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଭାରତୀୟ ସଂଖ୍ୟା ପ୍ରଣାଳୀରେ ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ହରଣ ଅନ୍ୟତମ । ଅନ୍ୟ ଚିନୋଟି ହେଲେ; ମିଶାଣ, ଫେଡାଣ ଓ ଗୁଣନ । ପ୍ରକାରାନ୍ତରେ, ହରଣ ପ୍ରକ୍ରିୟାରେ ମୂଳ ସଂଖ୍ୟାରୁ ଏକ ନିର୍ଦ୍ଦିଷ୍ଟ ସଂଖ୍ୟା ବାରମ୍ବାର ଫେଡାଣ କରାଯାଏ । ଗାଣିତିକ ସଂକେତରେ ଏହି ପ୍ରକ୍ରିୟା ÷ ଚିହ୍ନଦ୍ୱାରା (କଂପ୍ୟୁଟର ପଦ୍ଧତିରେ / ଦ୍ୱାରା) ପ୍ରକାଶିତ । ଉଦାହରଣ ସ୍ୱରୂପ, ୧୨ ÷ ୩ = ୪ (ଏଠାରେ ୧୨ରୁ ୩କୁ ବାରମ୍ବାର ଫେଡିଦିଆଗଲା । ଦୁଇଟି ରାଶି ମଧ୍ୟରେ ହରଣ କଲାବେଳେ ପ୍ରଥମେ ଭାଜ୍ୟ ଏବଂ ପରେ ଭାଜକକୁ ଲେଖାଯାଏ । ଯେପରିକି, ୧୨ ÷ ୩= ୪ ରେ, ୧୨ ହେଉଛି ଭାଜ୍ୟ, ୩ ହେଉଛି ଭାଜକ ଏବଂ ୪ ହେଉଛି ଭାଗଫଳ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ବିଷ୍ଣୁ (ଦେବନାଗରୀ : विष्णु) ହିନ୍ଦୁଧର୍ମରେ ବୈଷ୍ଣବ ମାନଙ୍କର ତଥା ଶ୍ରୀ ଶଙ୍କରାଚାର୍ଯ୍ୟଙ୍କ ପ୍ରତିଷ୍ଠିତ ସ୍ମାର୍ତ୍ତ ସମ୍ପ୍ରଦାୟର ପ୍ରମୁଖ ଦେବତା । କେହି କେହି ତାଙ୍କୁ ପଞ୍ଚ ଦେବତାଙ୍କ ଭିତରେ ଜଣେ ବୋଲି କହିଥାନ୍ତି। ବିଷ୍ଣୁ ସହସ୍ରନାମ ଅନୁସାରେ ବିଷ୍ଣୁ ହେଉଛନ୍ତି ପରମାତ୍ମା। ସେ ସର୍ବତ୍ର ବିରାଜିତ ଓ ସ୍ଥାବର ଜଙ୍ଗମ ଜୀବ ଓ ନିର୍ଜିବାଦିର ମୂଳ ତତ୍ତ୍ୱ। ସେ ହେଉଛନ୍ତି କାଳାତୀତ ଅର୍ଥାତ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତରୁ ଉର୍ଦ୍ଧ୍ୱରେ। ତ୍ରିଦେବଙ୍କ ଭିତରେ ସେ ହେଉଛନ୍ତି ସୃଷ୍ଟିର ପାଳନକର୍ତ୍ତା। ତାଙ୍କର ଅନ୍ୟନାମ ନାରାୟଣ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ବିପିନ ବିହାରୀ ଦାଶ (ଜନ୍ମ: ୨ ମଇ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବିପିନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୭୪ ଓ ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସୋଡ଼ିଅମ କ୍ୟାଲସିଅମ ଏଡେଟେଟ (ଇଂରାଜୀ ଭାଷାରେ Sodium calcium edetate ବା sodium calcium EDTA), ଅନ୍ୟ ନାମ ଏଡେଟେଟ କ୍ୟାଲସିଅମ ଡାଇସୋଡ଼ିଅମ/ edetate calcium disodium) ଏକ ଔଷଧ ଯାହା ସୀସା ବିଷକ୍ରିୟାର ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ଉଭୟ ସ୍ୱଳ୍ପ କାଳୀନ ଓ ଦୀର୍ଘକାଳୀନ ବିଷକ୍ରିୟା ନିମନ୍ତେ ଦିଆଯାଇପାରେ । ସୀସା ଏନସେଫାଲୋପାଥି (lead encephalopathy) ରୋଗରେ ଏହା ସହିତ ଡାଇମରକାପ୍ରୋଲ ଦିଆଯାଏ । ଟେଟ୍ରାଇଥାଇଲଲେଡ (tetraethyllead) ବିଷକ୍ରିୟା ନିମନ୍ତେ ଏହା କାର୍ଯ୍ୟକ୍ଷମ ହୁଏନାହିଁ । ଏହା ମାଂସପେଶୀ ଇଞ୍ଜେକସନ (into a muscle) ବା ଶିରାଭ୍ୟନ୍ତର ଇଫ୍ୟୁଜନ (slow injection into a vein) ଆକାରରେ ଦିଆଯାଏ ।ସାଧାରଣତଃ ଇଞ୍ଜେକସନ ନେବା ଯାଗାରେ ଯନ୍ତ୍ରଣା ହୁଏ । ଅନ୍ୟାନ୍ୟ ପ୍ରତିକ୍ରିୟା ମଧ୍ୟରେ ବୃକ୍କ ସମସ୍ୟା (kidney problems), ତରଳ ଝାଡ଼ା, ଜ୍ୱର, ମାଂସପେଶୀ ଯନ୍ତ୍ରଣା ଓ ନିମ୍ନ ରକ୍ତଚାପ (low blood pressure) ହୋଇପାରେ । ଗର୍ଭାବସ୍ଥା ଥିଲେ ସଙ୍କଟ ଅପେକ୍ଷା ଉପକାର ଅଧିକ ମିଳେ । ସୋଡ଼ିଅମ କ୍ୟାଲସିଅମ ଏଡେଟେଟ ଏକ ଚିଲେଟିଙ୍ଗ ଏଜେଣ୍ଟ (chelating agent) ଶ୍ରେଣୀର ଔଷଧ । ଏହା ଇଡେଟେଟର (edetate) ଏକ ସଲ୍ଟ ଯେଉଁଥିରେ ଦୁଇଟି ସୋଡ଼ିଅମ ଓ ଗୋଟିଏ କ୍ୟାଲସିଅମ ଆଟମ ଥାଏ । ଅନେକ ଓଜନିଆ ଧାତୁମାନଙ୍କ ସହିତ ଅନୁବନ୍ଧିତ ହୋଇ ଏହା ଶରୀରରୁ ପରିସ୍ରାରେ ନିଷ୍କାସିତ ହୋଇ ବାହାରିଯାଏ ।ସୋଡ଼ିଅମ କ୍ୟାଲସିଅମ ଏଡେଟେଟ ପ୍ରଥମେ ଡାକ୍ତରୀ ଚିକିତ୍ସା ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୫୩ରେ ବ୍ୟବହାର କରାଗଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧର ଏକ କୋର୍ଷ ଚିକିତ୍ସାରେ ପ୍ରାୟ ୫୦ରୁ ୧୦୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ଏଡେଟେଟ ଡାଇସୋଡ଼ିଅମ (Edetate disodium) ଏକ ଅନ୍ୟ ଫର୍ମୁଲା ଯାହାର ସମାନ ପ୍ରଭାବ ନଥାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
କ୍ଲୋରାମ୍ବୁସିଲ (ଇଂରାଜୀ ଭାଷାରେ Chlorambucil, ବିକ୍ରୟ ନାମ ଲିଉକେରାନ) ଏକ କେମୋଥେରାପି ଔଷଧ (chemotherapy medication) ଯାହା କ୍ରନିକ ଲିମ୍ଫୋସାଇଟିକ ଲିଉକେମିଆ (chronic lymphocytic leukemia ବା ସିଏଲଏଲ), ହଜକିନସ ଲିମ୍ଫୋମା ଓ ନନ୍-ହଜକିନସ ଲିମ୍ପୋମା (non-Hodgkin lymphoma) ରୋଗମାନଙ୍କ ଚିକିତ୍ସାରେ ବ୍ୟବହାର କରାଯାଏ । ସିଏଲଏଲ ରୋଗରେ ଏହା ପସନ୍ଦଯୋଗ୍ୟ ଔଷଧ । ଏହା ପାଟିରେ ଦିଆଯାଏ ।କ୍ଲୋରାମ୍ବୁସିଲର ପାର୍ଶ୍ୱ ପ୍ରତିକ୍ରିୟାରେ ଅସ୍ଥିମଜ୍ଜା ଦମନ (bone marrow suppression) ହୋଇପାରେ । ଅନ୍ୟାନ୍ୟ ପ୍ରତିକ୍ରିୟାରେ ଅଧିକ କର୍କଟ ରୋଗ ସଙ୍କଟ, ବନ୍ଧ୍ୟାତ୍ୱ (infertility) ଓ ଆଲର୍ଜି ପ୍ରତିକ୍ରିୟା (allergic reactions) ହୋଇପାରେ । ଗର୍ଭାବସ୍ଥାରେ ଶିଶୁର ହାନୀ ହୁଏ । କ୍ଲୋରାମ୍ବୁସିଲ ଏକ ଆଲକିଲେଟିଙ୍ଗ ଏଜେଣ୍ଟ (alkylating agent) ଶ୍ରେଣୀର ଏକ ଔଷଧ । ଏହା ଡିଏନଏ (DNA) ଓ ଆରଏନଏ (RNA) ପ୍ରସ୍ତୁତିକୁ ଅବରୋଧ କରି କାର୍ଯ୍ୟକ୍ଷମ ହୁଏ ।କ୍ଲୋରାମ୍ବୁସିଲ ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୫୭ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ମାସର ଡୋଜର କ୍ରୟ ମୂଲ୍ୟ ପ୍ରାୟ ୧୧୧.୮୭ ଆମେରିକୀୟ ଡଲାର । ଇଂଲଣ୍ଡରେ ଏହାର ଏକ ମାସ ଡୋଜର କ୍ରୟ ମୂଲ୍ୟ ପ୍ରାୟ ୧୪୫.୮୪ ପାଉଣ୍ଡ । ଏହା ପ୍ରଥମେ ନାଇଟ୍ରୋଜେନ ମସ୍ଟାର୍ଡ଼ରୁ (nitrogen mustard) ପ୍ରସ୍ତୁତ କରାଯାଇଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୌଣସି ଘଟଣା ଘଟିବାର ଗାଣିତିକ ସମ୍ଭାବନା “ସମ୍ଭାବ୍ୟତା ସିଦ୍ଧାନ୍ତ” ବା “ସମ୍ଭାବନା ସିଦ୍ଧାନ୍ତ” (ଈଂରାଜୀରେ Probability Theory)ଦ୍ୱାରା ନିରୂପିତ ହୋଇଥାଏ । ସମ୍ଭାବ୍ୟତା ସିଦ୍ଧାନ୍ତ ଗଣିତର ଏକ ଶାଖା । ଗୋଟିଏ ଘଟଣା ଭିନ୍ନ ଭିନ୍ନ ଉପାୟରେ ଘଟିବାର ସମ୍ଭାବନା ରହିଥାଏ । ସମ୍ଭାବ୍ୟତା ସିଦ୍ଧାନ୍ତରେ ଏହାକୁ ଅନେକ ସ୍ୱୟଂସିଦ୍ଧ ସୂତ୍ରର ବ୍ୟବହାର କରି ଗାଣିତିକ ଭାଷାରେ ପ୍ରକାଶ କରାଯାଏ । ସାଧାରଣତଃ ଏହି ସ୍ୱୟଂସିଦ୍ଧ ସୂତ୍ରଗୁଡ଼ିକ ସମ୍ଭାବନାକୁ ଏକ ସମ୍ଭାବ୍ୟତା ପରିସୀମା (ଈଂରାଜୀରେ Probability Space) ମାଧ୍ୟମରେ ପ୍ରକାଶ କରନ୍ତି । ଏହି ସମ୍ଭାବ୍ୟତା ପରିସୀମା ମଧ୍ୟରେ ଘଟଣାର ସମ୍ଭାବନାର ସର୍ବନିମ୍ନ ମାନ ୦ (ଶୂନ୍ୟ) ଓ ସର୍ବାଧିକ ମାନ ୧ ହୋଇପାରେ । ଯେଉଁ ସବୁ ପରିଣାମରୁ ସମ୍ଭାବନା ନିରୂପିତ ହୁଏ ତାଙ୍କୁ ସମୂହ ଭାବେ ପ୍ରତିଦର୍ଶ ସମଷ୍ଟି (ଈଂରାଜୀରେ Sample Space) ବୋଲି କୁହାଯାଏ । ପ୍ରତିଦର୍ଶ ସମଷ୍ଟିର କୌଣସି ଏକ ଉପସେଟ୍କୁ ଘଟଣା (ଈଂରାଜୀରେ Event) ବୋଲି କୁହାଯାଏ । ଉଦାହରଣ ସ୍ୱରୂପ : ୬ଟି ପାର୍ଶ୍ୱ ବିଶିଷ୍ଟ ଏକ ପଶାକୁ ଗଡ଼ାଇଲେ ୬ ପଡ଼ିବାର ସମ୍ଭାବନା କେତେ – ତାହା ଜାଣିବା ପାଇଁ ବିଭିନ୍ନ ପରିଣାମମାନଙ୍କ ସେଟ୍ ଗଢ଼ିଲେ ଆମେ {୧, ୨, ୩, ୪, ୫, ୬} ପାଇବା । ଏହା ହିଁ ଆମର ପରିଦର୍ଶ ସମଷ୍ଟି । ୧ ପଡ଼ିବା, ୨ ପଡ଼ିବା, ୩ ପଡ଼ିବା ଇତ୍ୟାଦି ଭିନ୍ନ ଭିନ୍ନ ଘଟଣା ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ତାନସେନ ସିଂ, ୧୯୪୬ ମସିହାରେ ଜଣେ ଓଡ଼ିଆ କଣ୍ଠସଙ୍ଗୀତ ଶିଳ୍ପୀ ଏବଂ ସଂଗୀତକାର । ବେତାର, ଦୂରଦର୍ଶନ ସହିତ ପ୍ରାୟ ୨୫ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ସେ କଣ୍ଠଦାନ କରିଛନ୍ତି । ଜୀବନକାଳ ଭିତରେ ସିଂ ପ୍ରାୟ ୧୦୦୦ରୁ ଅଧିକ ଗୀତ ବୋଲିଛନ୍ତି । ୧୯୭୭ ମସିହାର ଚଳଚ୍ଚିତ୍ର ଅନୁତାପରେ ସେ, ପ୍ରଥମେ କଣ୍ଠଦାନ କରିଥିଲେ ଓ ଏହି ଚଳଚ୍ଚିତ୍ରର ଗୀତ 'ନୂପୁର କାହିଁକି ମୁ ବାନ୍ଧିଲି' ଲୋକପ୍ରିୟ ହୋଇପାରିଥିଲା । ପରବର୍ତ୍ତୀ ସମୟରେ ତାଙ୍କଦ୍ୱାରା ବୋଲା "ଆରେ ମୋ ଲଚକ ବାଲି", "ଚାନ୍ଦ ନା ତୁମେ ତାରା", "ଗୋରୀ ଦେଖିଲି କାଳୀ ଦେଖିଲି", "ମୁଁ ଯେ ଏକ ପାଗଳ ଭଅଁର" ଇତ୍ୟାଦି ଅନେକ ଜଣାଶୁଣା ଗୀତରେ ସେ କଣ୍ଠଦାନ କରିଥିଲେ। ୨୦୧୧ରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର 'ତୁମେ ହିଁ ସାଥି ମୋର'ରେ ସେ ଶେଷଥର ପାଇଁ କଣ୍ଠଦାନ କରିଥିଲେ । ସଙ୍ଗୀତ ସାଧନା ଲାଗି ତାନସେନ ଆମେରିକାର ୟୁଏନଏ ପକ୍ଷରୁ ୨୦୦୬ରେ ଆନ୍ତର୍ଜାତୀୟ ସମ୍ମାନ "ମେଲୋଡ଼ି କିଙ୍ଗ" ଲାଭ କରିଥିଲେ । ଏହା ବ୍ୟତୀତ ୧୯୮୮ ମସିହା ଚଳଚ୍ଚିତ୍ର କନ୍ୟାଦାନ ପାଇଁ ସେ ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟକର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସମ୍ମାନ ଲାଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-