ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଛାଞ୍ଚ:SHORTDESC:Placeଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ରାଘବ ଚରଣ ସେଠୀ (ଜନ୍ମ: ୧୪ ମାର୍ଚ୍ଚ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରାଘବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଲାଟିନ ଭାଷା (; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିଃସୃତ ଲୋକ କଥା ଯାହା ରୂଢି, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ରୂଢି ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଢଗ ଓ ଢମାଳି ସମାନାର୍ଥ ପ୍ରତୀତ ହେଉଥିଲେ ମଧ୍ୟ ଏଥିରେ ଏକ ସୂକ୍ଷ୍ମ ପାର୍ଥକ୍ୟ ଦୁଇଟି ଶବ୍ଦରେ ମଧ୍ୟ ବିଦ୍ୟମାନ । ଢଗରେ ଥାଏ ଶେଷ ଅକ୍ଷରର ମେଳ, ଉପଦେଶମୂଳକ ଏବଂ ଅନୁଭୂତିସିଦ୍ଧ ବଚନ । ଢ଼ମାଳିରେ ଅମେଳଯୁକ୍ତ ଗୀତ ଥାଏ ଏବଂ ସେ ସବୁ ସାଧାରଣତଃ ବ୍ୟଙ୍ଗୋକ୍ତିପୁର୍ଣ୍ଣ। ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଜଗଦାନନ୍ଦ ଜଣେ ସମାଜସେବୀ । ସେ ଓଡ଼ିଶାର ପୂର୍ବତନ ସୂଚନା କମିଶନର । ରାଜ୍ୟ ଯୋଜନା ଆୟୋଗର ପ୍ରତିନିଧି ଭାବେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି ଏବଂ ସେଣ୍ଟର ଫର ଯୁଥ୍ ଆଣ୍ଡ ସୋସିୟାଲ ଡେଭେଲପମେଣ୍ଟ ଅନୁଷ୍ଠାନର (ସି.ୱାଇ.ଏସ୍.ଡିର) ସହ-ପ୍ରତିଷ୍ଠାତା । ଏହି ଅନୁଷ୍ଠାନ ମାଧ୍ୟମରେ ସେ ଓଡ଼ିଶାର ଗ୍ରାମୀଣ ତଥା ଆଦିବାସୀ ବହୁଳ ଅଞ୍ଚଳରେ ଉନ୍ନତିମୂଳକ କାର୍ଯ୍ୟ କରିଆସୁଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଟୁଇଟର () ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଛାଞ୍ଚ:SHORTDESC:Placeପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ରମଣ ପ୍ରଭାବ ବା ରମଣ ବିଚ୍ଛୁରଣ (ଈଂରାଜୀରେ Raman scattering ବା Raman effect) ଆଲୋକ କଣିକା ଫୋଟନ୍ର ବିଚ୍ଛୁରଣ ସମ୍ବନ୍ଧୀୟ ଏକ ସିଦ୍ଧାନ୍ତ । ଉଚ୍ଚ କମ୍ପନ ଓ ଘୂର୍ଣ୍ଣନ ଶକ୍ତି ସ୍ତରରେ ରହିଥିବା ଅଣୁମାନଙ୍କ ଧକ୍କା ଫଳକେ ଆଲୋକ କଣିକା ଫୋଟନ୍ର ଏକ ପ୍ରକାରର ଅନମନୀୟ ବିଚ୍ଛୁରଣ ଯୋଗୁଁ ରମଣ ପ୍ରଭାବ ସୃଷ୍ଟି ହୋଇଥାଏ । ୧୯୨୮ ମସିହାରେ ଭାରତୀୟ ପଦାର୍ଥ ବିଜ୍ଞାନୀ ଚନ୍ଦ୍ରଶେଖର ଭେଙ୍କଟ ରମଣ ଓ ତାଙ୍କର ଜଣେ ଛାତ୍ର କେ.
ରତି (ଇଂରାଜୀ ଭାଷାରେ Rati) (Sanskrit: रति, Rati) ଜଣେ ହିନ୍ଦୁ ଦେବୀ ଯିଏ ପ୍ରେମ, ଯୌନ ଇଚ୍ଛା, ବାସନା, ଓ ଯୌନ ସୁଖର ଦେବୀ ଭାବରେ ପରିଗଣିତ ହୁଅନ୍ତି । ସାଧାରଣତଃ ସେ ଦକ୍ଷ ପ୍ରଜାପତିଙ୍କର କନ୍ୟା ଓ ପ୍ରେମ ଦେବତା କାମଦେବଙ୍କର ପତ୍ନୀ ଓ ସହକର୍ମୀ ଭାବରେ ବର୍ଣ୍ଣନା କରାଯାଏ । କାମଦେବଙ୍କର ସେ ପ୍ରତିକ୍ଷଣ ସାଥି ଥିବା ମନ୍ଦିର ଗାତ୍ରର ଭାଷ୍କର୍ଯ୍ୟରେ ଓ କିମ୍ବଦନ୍ତୀ ମାନଙ୍କରେ ଦେଖାଯାଏ । କାମଦେବଙ୍କ ସହିତ ପୂଜା ପାଇବାକୁ ସେ ଭଲ ପାଆନ୍ତି । ଯୌନ ବିଷୟକ କାମନା, କ୍ରିଡ଼ା ସୁଖ, ବିଭିନ୍ନ ଧରଣର ଯୌନ କ୍ରିଡ଼ା ଇତ୍ୟାଦି ସହିତ ତାଙ୍କର ନାମ ଯୋଡ଼ାଯାଏ ।
ସୁଶାନ୍ତ ସିଂହ ରାଜପୁତ (୨୧ ଜାନୁଆରୀ ୧୯୮୬ – ୧୪ ଜୁନ ୨୦୦୨) ଜଣେ ଭାରତୀୟ ଅଭିନେତା, ନୃତ୍ୟକାର ଏବଂ ଉଦ୍ୟୋଗପତି ଥିଲେ । ସୁଶାନ୍ତ ତାଙ୍କର ଅଭିନୟ ଜୀବନ ଦୂରଦର୍ଶନ ଧାରାବାହିକରୁ ଆରମ୍ଭ କରିଥିଲେ । ୨୦୦୮ ମସିହାରେ ସେ ଷ୍ଟାର ପ୍ଲସ୍ର ରୋମାଣ୍ଟିକ୍ ଡ୍ରାମା କିସ୍ ଦେଶ୍ ମେ ହୈ ମେରା ଦିଲ୍ ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । ଏହାପରେ ସେ ଜୀ ଟିଭିରେ ପ୍ରସାରିତ ଧାରାବାହିକ ପବିତ୍ର ରିସ୍ତାରେ ଅଭିନୟ କରିଥିଲେ, ଯେଉଁଥିରେ ତାଙ୍କ ଭୂମିକାକୁ ଅନେକ ଦର୍ଶକ ପସନ୍ଦ କରିବା ସହ ତାଙ୍କୁ ଦୂରଦର୍ଶନ ଜଗତରେ ଅନେକ ପୁରସ୍କାର ମିଳିଥିଲା । ରାଜପୁତ ୨୦୧୩ ମସିହାରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ହିନ୍ଦୀ କଥାଚିତ୍ର ଥିଲା କାଇ ପୋ ଚେ!, ଯାହା ପାଇଁ ତାଙ୍କୁ ଫିଲ୍ମ ଫେୟାରରେ ଶ୍ରେଷ୍ଠ ନବାଗତ ନାୟକ ପାଇଁ ମନୋନୀତ ହୋଇଥିଲେ । ଏହାପରେ ସେ ସୁଦ୍ଧ୍ ଦେଶୀ ରୋମାନ୍ସ (୨୦୧୩), ଡିଟେକ୍ଟିଭ୍ ବ୍ୟୋମକେଶ ବକ୍ସି (୨୦୧୫) ଭଳି କଥାଚିତ୍ରରେ ଅଭିନୟ କରିଥିଲେ । ୨୦୧୪ ମସିହାରେ ସେ ହିନ୍ଦୀ କଥାଚିତ୍ର ଜଗତରେ ସର୍ବାଧିକ ଆୟ କରିଥିବା କଥାଚିତ୍ର ପିକେରେ ଏକ ସହକାରୀ ଭୂମିକାରେ ଅଭିନୟ କରିଥିଲେ । ସୁଶାନ୍ତ ସିଂ ରାଜପୁତ ୨୦୧୬ ମସିହାରେ ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଜୀବନୀ ଉପରେ ଆଧାରିତ ଚଳଚ୍ଚିତ୍ର ଏମ୍.ଏସ୍.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
ଜ୍ୱର, (ଇଂରାଜୀ ଭାଷାରେ ଫିଭର ବା ପାଇରେକଶିଆ ଯଥାକ୍ରମେ Fever ବା pyrexia), ରୋଗର ସଂଜ୍ଞା: ଦେହର ଉତ୍ତାପ ସାଧାରଣ ତାପମାନରୁ ବୃଦ୍ଧି ପାଇଲେ ଜ୍ୱର ନାମ ଦିଆଯାଏ । ଶରୀରର ସାଧାରଣ ତାପମାନର ସର୍ବାଧିକ ମାନ ଉପରେ ମତୈକ୍ୟ ନାହିଁ ଓ ଏହାକୁ ୩୭.୫ରୁ ୩୮.୩ ସେ (୯୯.୫ରୁ ୧୦୦.୯) ମଧ୍ୟରେ ଧରାଯାଏ । ନିର୍ଦ୍ଧାରିତ ତାପମାତ୍ରାରୁ ଉତ୍ତାପ ଅଧିକ ହେଲେ ମାଂସପେଶୀ ସଂକୋଚନ ଅଧିକ ହୋଇ ଶୀତ ଅନୁଭବ ହୁଏ । ଏହାଦ୍ୱାରା ଅଧିକ ଉତ୍ତାପ ସୃଷ୍ଟି ହୁଏ ଓ ଉତ୍ତାପ ସଂରକ୍ଷଣ ଚେଷ୍ଟା ହୁଏ । ବର୍ଦ୍ଧିତ ଉତ୍ତାପ କମିବାକୁ ଆରମ୍ଭ ହେଲେ ଦେହକୁ ଉଷୁମ ଲାଗେ, ଲାଲ ଦେଖାଯାଏ ଝାଳ ବାହାରେ । କ୍ୱଚିତ ଜ୍ୱରଦ୍ୱାରା ଜ୍ୱରବାତ ସୃଷ୍ଟି ହୁଏ । ଏହା ଯୁବପିଲାଙ୍କର ଅଧିକ ହୁଏ । ସ୍ୱାଭାବିକ ଭାବେ ଜ୍ୱର ୪୧ରୁ ୪୨ °ସେ (୧୦୫.୮ରୁ ୧୦୭.୬ ଫା)ରୁ ଅଧିକ ହୁଏ ନାହିଁ । ଅନେକ ମେଡ଼ିସିନ ସମ୍ପର୍କୀୟ ରୋଗରେ ଜ୍ୱର ହୁଏ ଓ ଏହା ଆଦୌ ସମସ୍ୟା ନ କରି ପାରେ ବା ଗମ୍ଭୀର ସମସ୍ୟା ସୃଷ୍ଟି କରିପାରେ । ଏହା ଭୂତାଣୁ, ଜୀବାଣୁ, ପରଜୀବୀ, ମୂତ୍ରନଳୀ ସଂକ୍ରମଣ ଯେପରିକି ସାଧାରଣ ଥଣ୍ଡା, ମେନିଞ୍ଜାଇଟିସ, ମ୍ୟାଲେରିଆ ଓ ଆପେଣ୍ଡିସାଇଟିସ ରୋଗ ଯୋଗୁ ହୁଏ । ସଂକ୍ରମଣ ବିହୀନ ରୋଗ ମଧ୍ୟରେ ଭାସ୍କୁଲାଇଟିସ, ଗଭୀର ଶିରା ଥ୍ରୋମ୍ବୋସିସ, ଔଷଧ ପ୍ରତିକ୍ରିୟା ଓ କର୍କଟ ଅନ୍ୟତମ । ଜ୍ୱର ଓ ହାଇପରଥରମିଆ ପୃଥକ ଅଟେ, ହାଇପରଥର୍ମିଆ ରୋଗରେ ଅତ୍ୟଧିକ ଉତ୍ତାପ ସୃଷ୍ଟି ହୁଏ ବା ଉତ୍ତାପ ହ୍ରାସ ନିୟନ୍ତ୍ରଣ ହୋଇପାରେ ନାହିଁ । ସାମାନ୍ୟ ଉତ୍ତାପ ବୃଦ୍ଧି ନିମନ୍ତେ ଚିକିତ୍ସା ଆବଶ୍ୟକ ନୁହେଁ । କିନ୍ତୁ ଚିକିତ୍ସା କଲେ ରୋଗୀକୁ ଆରାମ ଲାଗେ ଓ ବିଶ୍ରାମ ମିଳେ । କପାଳ ଉପରେ ଥଣ୍ଡା ଓଦା କପଡ଼ା ରଖିଲେ ଓ ଉଷୁମ ପାଣିରେ ସ୍ନାନ କଲେ ଉପକାର ମିଳେ । ଆଇବୁପ୍ରୋଫେନ ବା ପାରାସେଟାମଲ ଔଷଧ ଦେଲେ ଉତ୍ତାପ କମିଯାଏ । ତିନି ମାସରୁ କମ ବଯସର ଶିଶୁକୁ ଜ୍ୱର ହେଲେ ଡାକ୍ତରୀ ପରୀକ୍ଷା ଆବଶ୍ୟକ । ହାଇପରଥର୍ମିଆ ହେଲେ ଚିକିତ୍ସା ଆବଶ୍ୟକ ହୁଏ । ଜ୍ୱର ଏକ ଅତି ସାଧାରଣ ଡାକ୍ତରୀ ଚିହ୍ନ । ପରାମର୍ଶ ନିମନ୍ତେ ଆସୁଥିବା ଶିଶୁଙ୍କ ମଧ୍ୟରୁ ୩୦ % ଏହା ଯୋଗୁ ଆସନ୍ତି, ଗମ୍ଭୀର ଅସୁସ୍ଥ ଥିବା ଲୋକଙ୍କ ମଧ୍ୟରୁ ୭୫ % ଏହା ଯୋଗୁ ହୁଏ । ଜ୍ୱର ଏକ ପ୍ରତିରକ୍ଷାକାରୀ କ୍ରିୟା ହେଲେ ମଧ୍ୟ ଏହାର ଚିକିତ୍ସା କଲେ ଅବସ୍ଥା ଖରାପ ହୁଏ ନାହିଁ । ପିତାମାତା ଜ୍ୱରକୁ ଆବଶ୍ୟକତାଠାରୁ ଅଧିକ ଗମ୍ଭୀରତାର ସହ ଚିନ୍ତା କରନ୍ତି ଯାହାକୁ ଇଂରାଜୀ ଭାଷାରେ ଫିଭର ଫୋଭିଆ ବା “ଅହେତୁକ ଜ୍ୱର ଭୟ” କୁହାଯାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କଳିଙ୍ଗ ବା କଲିଂଗ୍ଗା ବା ହୋଲିଂଗ୍ (ଜାଭା ଭାଷାରେ କରଜନ କଲିଂଗ୍ଗା, ଚୀନୀ ଲେଖାରେ ବର୍ଣ୍ଣିତ ହେଲିଂଗ୍) ହେଉଛି ଷଷ୍ଠ ଶତାବ୍ଦୀରେ ଇଣ୍ଡୋନେସିଆର ଜାଭା ଦ୍ୱୀପର ଉତ୍ତର ଭାଗରେ ଗଢ଼ି ଉଠିଥିବା ଏକ ଭାରତୀୟ ଔପନିବେଶିକ ରାଜ୍ୟ । ଏହା ଜାଭାର ପ୍ରଥମ ହିନ୍ଦୁ-ବୌଦ୍ଧ ରାଜ୍ୟ ଥିଲା ଏବଂ ଇଣ୍ଡୋନେସିଆ ଇତିହାସର କୁତାଇ ଓ ତରୁମନଗର ପରି ପ୍ରାଚୀନତମ ରାଜ୍ୟମାନଙ୍କ ମଧ୍ୟରେ ଗଣା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ବିଜୟ ମହାନ୍ତି (*୮ ଅପ୍ରେଲ ୧୯୫୦) ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର । ସେ ଚରିତ୍ର ଅଭିନେତା ଠାରୁ ଆରମ୍ଭ କରି ହାସ୍ୟ ଅଭିନେତା, ଖଳନାୟକ, ନାୟକ ଆଦି ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି । ୧୯୭୭ ମସିହାରେ ବିଜୟ ମହାନ୍ତି ଅଭିମାନ ଚଳଚ୍ଚିତ୍ରରେ ଏକ କ୍ଷୁଦ୍ର ଭୂମିକାରେ ଅଭିନୟ କରିଥିଲେ, ଯାହାକି ଥିଲା ତାଙ୍କ ଜୀବନର ପ୍ରଥମ ଚଳଚ୍ଚିତ୍ର । ୨୦୧୪ ମସିହା ଲୋକ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟରେ ନିର୍ବାଚନ ମଧ୍ୟ ଲଢିଥିଲେ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ବିଜୟ ରାଜବଂଶକୁ ମଧ୍ୟ ମହା-ବଂଶ ଭାବରେ ଜଣାଯାଇଥାଏ । ଗଛିତ ତଥ୍ୟାନୁସାରେ ଏହି ବଂଶ ହେଉଛି ପ୍ରଥମ ସିଂହଳୀ ରାଜକୀୟ ପରିବାର ଯାହାକି ସେଲିୟନ ବା ବର୍ତ୍ତମାନର ଶ୍ରୀଲଙ୍କା ଦ୍ୱୀପରେ ଶାସନ କରିଥିଲେ । ସିଂହଳୀ କିମ୍ବଦନ୍ତୀ ଅନୁଯାଇ ଯୁବରାଜ ବିଜୟ ହେଉଛନ୍ତି ଶ୍ରୀଲଙ୍କାର ପ୍ରଥମ ରାଜା । ସେ ତମ୍ବାପାନ୍ନି ରାଜ୍ୟର ପ୍ରତିଷ୍ଠାତା ଥିଲେ । ପରେ ସେ ଉପତିସ୍ସା ନୁବାରା ରାଜ୍ୟ ଏବଂ ଅନୁରାଧାପୁର ରାଜ୍ୟ ମଧ୍ୟ ପ୍ରତିଷ୍ଠା କରିଥିଲେ ।ବିଜୟଙ୍କର ବଂଶର ୩୭ ଜଣ ରାଜା ଦୀର୍ଘ ୬୦୯ ବର୍ଷ କାଳ ଦ୍ୱୀପଟିରେ ଶାସନ କରିଥିଲେ । ଏହି ଶାସନ ଧାରା ଲମ୍ବକନ୍ନ ବଂଶର ବାସଭ ରାଜାଙ୍କର ଖ୍ରୀଷ୍ଟାବ୍ଦ ୬୬ ମସିହାରେ କ୍ଷମତା ଅକ୍ତିଆର ଯୋଗୁଁ ସମାପ୍ତ ହୋଇଥିଲା ।
ପୁରୀ ଗଜପତି ମହାରାଜା ରଥଯାତ୍ରା ଓ ବାହୁଡ଼ା ଯାତ୍ରା ବ୍ୟତୀତ ଦୋଳବେଦୀରେ , ସ୍ନାନବେଦୀରେ ଓ ଚାପଉପରେ ଛେରା ପହଁରା ସେବା କରନ୍ତି । ସେହି ସ୍ଥାନକୁ ସୁନା ପହଁରାରେ ଓଳେଇ ସଫା କରିଥାନ୍ତି । ଶ୍ରୀଗୁଣ୍ଡିଚା ଓ ବାହୁଡା଼ ଯାତ୍ରାର ଅନ୍ୟତମ ମୂଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ତିନି ରଥ ଉପରେ ଛେରାପହଁରା ସେବା । ଏହି ଛେରାପହଁରା ନୀତିକୁ ଦେଖିବା ଲାଗି ଉଭୟ ସିଂହଦ୍ୱାର ଓ ଗୁଣ୍ଡିଚା ମନ୍ଦିରଠାରେ ଲକ୍ଷାଧିକ ଭକ୍ତ ତଥା ଜନସାଧାରଣଙ୍କ ସମାଗମ ହୋଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗୀତି କବି) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ତାରାତାରିଣୀ ମନ୍ଦିର ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଅବସ୍ଥିତ ହିନ୍ଦୁ ଧର୍ମର ଶକ୍ତି-ସ୍ୱରୂପିଣୀ ଦେବୀ ତାରାତାରିଣୀଙ୍କ ଶକ୍ତିପୀଠ। ଆମ ଦେଶରେ ଥିବା ବିଭିନ୍ନ 51 ଶକ୍ତିପୀଠ ମଧ୍ୟରେ ଏହା ଅନ୍ୟତମ ଅଟେ । ଏହି ଶକ୍ତିପୀଠରେ ତାରା ଓ ତାରିଣୀ ରୂପରେ ଦୁଇ ଭଉଣୀ ପୂଜା ପାଉଛନ୍ତି । ଏହି ପୀଠର ମହିମା ଯୋଗୁଁ ବେଶ ପ୍ରସିଦ୍ଧି ଲାଭ କରିଛି । ଓଡ଼ିଶାରେ ଥିବା ବିଭିନ୍ନ ଶକ୍ତିପୀଠ ମଧ୍ୟରେ ମା ତାରାତାରିଣୀଙ୍କ ପୀଠର ସ୍ୱାତନ୍ତ୍ର୍ୟତା ରହିଛି । ଏହି ପୀଠ ବୌଦ୍ଧ, ବୈଷ୍ଣବୀ, ତନ୍ତ୍ର ଓ ଶକ୍ତିପୀଠ ଭାବରେ ପ୍ରସିଦ୍ଧି ଲାଭ କରିଛି ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।