ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କଳିକେଶ ନାରାୟଣ ସିଂହଦେଓ (ଜନ୍ମ: ୨୬ ମଇ ୧୯୭୪) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ବିଜୁ ଜନତା ଦଳର ଜଣେ ନେତା ।ତାଙ୍କ ବାପା ଅନଙ୍ଗ ଉଦୟ ସିଂହଦେଓ ଏବଂ ଜେଜେବାପା ରାଜେନ୍ଦ୍ର ନାରାୟଣ ସିଂହଦେଓ ଉଭୟ ରାଜନୀତିଜ୍ଞ ଥିଲେ । ତାଙ୍କ ଜେଜେ ରାଜେନ୍ଦ୍ର ନାରାୟଣ ସିଂହଦେଓ ୦୮.୦୩.୧୯୬୭ ଠାରୁ ୦୯.୦୧.୧୯୭୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । କଳିକେଶ ଡେରାଡୁନ୍ର ଡୁନ୍ ସ୍କୁଲରେ ପାଠ ପଢ଼ୁଥିଲେ । ଏହାପରେ ସେ ଦିଲ୍ଲୀର ସେଣ୍ଟ ସ୍ଟିଫେନ କଲେଜରୁ ଅର୍ଥଶାସ୍ତ୍ରରେ ସ୍ନାତକ କରିଥିଲେ ।ସାଂସଦ ହେବାପୂର୍ବରୁ କଳିକେଶ ଓଡ଼ିଶା ବିଧାନ ସଭାର କନିଷ୍ଠ ସଦସ୍ୟ ଭାବରେ ୨୦୦୪ରେ ବିଧାୟକ ଭାବରେ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଲକ୍ଷ୍ମୀପ୍ରସାଦ ମିଶ୍ର (୨୫ ଡିସେମ୍ବର ୧୯୨୫ - ୩ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଓ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଲକ୍ଷ୍ମୀନାରାୟଣ ସାହୁ (୩ ଅକ୍ଟୋବର ୧୮୯୦ - ୮ ଜାନୁଆରୀ ୧୯୬୩) ଜଣେ ଓଡ଼ିଆ ଲେଖକ, କବି, ସାମ୍ବାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ ।ବାଲେଶ୍ୱର ନିକଟସ୍ଥ ମଣିଖମ୍ବ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ । ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ । ପୁରୀର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । । ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ୱର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ । ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ୱ ନିମନ୍ତେ କାମ କରିଥିଲେ । ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ । ଅସ୍ପୃଶ୍ୟପ୍ରଥା ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ । ସେ ଓଡ଼ିଶା ଆସେମ୍ବ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍ସ୍ଟିଚୁଏଣ୍ଟ ଆସେମ୍ବ୍ଲିର ସେ ସଭ୍ୟ ଥିଲେ । ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ୱାରା ଭାରତର ସମ୍ବିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ଓ ଏହି ଯୁକ୍ତିକୁ ବି.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
କିମ୍ବଦନ୍ତୀ ହକି ଖେଳାଳୀ ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।୧୯୯୫ ମସିହା ଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି । ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ସ୍କ୍ରୋଡିଙ୍ଗରଙ୍କ ବିରାଡ଼ି ହେଉଛି ଏକ ଚିନ୍ତନ ପରୀକ୍ଷା, ବେଳେବେଳେ ଏକ ବିରୋଧାଭାସ ପରି ବର୍ଣ୍ଣନା କରା ହୁଏ। ଏହାକୁ ୧୯୩୫ରେ ଅଷ୍ଟ୍ରିଆନ୍-ଆଇରିସ୍ ପଦାର୍ଥ ବୈଜ୍ଞାନିକ ଏରୱିନ୍ ସ୍କ୍ରୋଡିଙ୍ଗର୍ ଆଲବର୍ଟ ଆଇନଷ୍ଟାଇନ୍ଙ୍କ ସହ ଆଲୋଚନା ସମୟରେ ପ୍ରସ୍ତୁତ କରିଥିଲେ । ପ୍ରତିଦିନର ବସ୍ତୁରେ ପ୍ରୟୋଗ କରାଯାଉଥିବା କ୍ୱାଣ୍ଟମ୍ ମେକାନିକ୍ସର କୋପେନହଗେନ୍ ବ୍ୟାଖ୍ୟାର ସମସ୍ୟା ଭାବରେ ସେ ଯାହା ଦେଖିଲେ ତାହା ବର୍ଣ୍ଣନା କରେ । ଦୃଶ୍ୟଟି ଏକ କାଲ୍ପନିକ ବିରାଡ଼ି କୁ ଉପସ୍ଥାପନ କରେ ଯାହା ଏକକାଳୀନ ଉଭୟ ଜୀବନ୍ତ ଏବଂ ମୃତ ହୋଇପାରେ । ଏହି ଅବସ୍ଥା କ୍ୱାଣ୍ଟମ୍ ସୁପରପୋଜିସନ୍ ଭାବରେ ଜଣାଶୁଣା ଓ ଏହା ଏକ ଅନିୟମିତ ଉପପରମାଣବିକ (ସବଆଟୋମିକ) ଘଟଣା ସହିତ ସଂଯୁକ୍ତ ହେବାର ଫଳାଫଳ । ସେହି ଘଟଣା ଘଟିଥାଇପାରେ କିମ୍ବା ନ ଥାଇପାରେ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ବନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ୱ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ | ହ୍ୟାକିଂଦ୍ୱାରା ତଥ୍ୟ ଚୋରିରେ ବିଶ୍ୱରେ ଭାରତ ଦ୍ୱିତୀୟ ସ୍ଥାନରେ ଅଛି । ପ୍ରଥମ ସ୍ଥାନରେ ଯୁକ୍ତରାଷ୍ଟ୍ର ଆମେରିକା ଅଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଓଡ଼ିଶାରେ ରାଜକୀୟ ନବବର୍ଷ ଆରମ୍ଭ ହୁଏ ଭାଦ୍ରବ ମାସ ଶୁକ୍ଳ ଦ୍ୱାଦଶୀ ତିଥିରେ ସୁନିଆଁଠାରୁ। ଓଡ଼ିଆ ପାଞ୍ଜିର ଆରମ୍ଭ ହୁଏ ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରୁ ଏବଂ ଏହି ଦିନଟି ସାଧାରଣରେ ଓଡ଼ିଆ ନବବର୍ଷ ଭାବେ ଗୃହୀତ ହୋଇଛି। ମାତ୍ର ସୁନିଆଁ ହେଉଛି ଓଡ଼ିଆ ରାଜାଙ୍କର ରାଜତ୍ୱର ଅଙ୍କ ଗଣନା ବର୍ଷର ପ୍ରଥମ ଦିନ । ପୁଣି ରାଜାଙ୍କର ରାଜସ୍ୱ ଆଦାୟ ଓ ନୂଆ ଖାତା ଆରମ୍ଭ ହୁଏ ଏହି ସୁନିଆଁ ଦିନ। ସୁନିଆଁ ଦିନ ଗୋଟିଏ ସୁନା ମୋହର ଉପରେ ରାଜାଙ୍କ ରାଜତ୍ୱର ଅଙ୍କ ବା ବର୍ଷ ଚିହ୍ନିତ କରାଯାଏ। ଏହାକୁ ସାଧାରଣ ଭାଷାରେ କହନ୍ତି ଅଙ୍କକଟା। ଏହିଦିନଟି ରାଜକୀୟ ବର୍ଷ ଆରମ୍ଭର ପ୍ରଥମ ଦିନ ଏବଂ ସୁନା ଶବ୍ଦ ସହ ଜଡ଼ିତ ହୋଇଥିବାରୁ ସମ୍ଭବତଃ ସୁନିଆଁ ଭାବେ ପାଳିତ ହେଉଛି । ପୁଣି ଏହି ଦିନ ସର୍ବତ୍ର ବାମନ ଜନ୍ମ ପାଳିତ ହୋଇଥାଏ। ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ ବାମନ ହେଉଛନ୍ତି ଏଭଳି ରାଜନୀତି ପ୍ରବଣ ଯେ ନିଜ ବୁଦ୍ଧି ବିଚକ୍ଷଣତାଦ୍ୱାରା ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ତିନି ଭୁବନକୁ ନିଜ ପାଦତଳେ ରଖିବା ସହ ବଳୀ ପରି ଶାସକଙ୍କୁ ମଧ୍ୟ ପାତାଳକୁ ଚାପି ଦେଇଥିଲେ। ତେଣୁ ଫସଲ ଅମଳ ପରେ ରାଜକୋଷକୁ ସମୃଦ୍ଧ କରି ରାଜାମାନେ ତ୍ରିବିକ୍ରମ ବାମନଙ୍କ ପରାକ୍ରମକୁ ପାଥେୟ କରି ବାହାରୁଥିଲେ ଦେଶଜୟ କରିବାକୁ । ସୁନିଆଁଠାରୁ ସନ ଓ ସାଲ ଗଣନା ଆରମ୍ଭ ହୁଏ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଅପରାଜିତା ଏକ ଲତା ଜାଦୀୟ ଉଦ୍ଭିଦ। ଧଳା ଓ ନୀଳ ଭେଦରେ ଫୁଟୁଥିବା ଫୁଲର ରଙ୍ଗକୁ ନେଇ ଏହା ଦୁଇପ୍ରକାରର ହେଲେବି ଔଷଧୀୟ ଗୁଣ ଦୃଷ୍ଟିରୁ କେହି କାହାଠୁ ଊଣା ନୁହେଁ । ପତ୍ରଗୁଡ଼ିକ ସଜନା ପତ୍ର ପରି, ହେଲେ ଆକାରରେ ଟିକେ ବଡ଼ । ନୀଳ ଅପରାଜିତାକୁ କେହି କେହି କୃଷ୍ଣ ଅପରାଜିତା ଓ କାନକଟା ଗଛ ବୋଲି କହିଥାନ୍ତି । ଭାରତର ବହୁଳାଂଶରେ ଏହା ଦେଖିବାକୁ ମିଳେ । ଅଧିକ ମାରାତ୍ମକ ନ ହେଲେ ବି ଏହା ଏକ ବିଷାକ୍ତ ଲତା ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପରିବାକୁ ଗଛର ସେହି ଭାଗକୁ କୁହାଯାଏ ଯାହାକୁ ନିଆଁରେ ରନ୍ଧାହୋଇ ଖାଦ୍ୟ ରୂପେ ଗ୍ରହଣ କରାଯାଏ । ବୀଜ ଏବଂ ମିଠା ଫଳକୁ ପ୍ରାୟତଃ ପରିବା କୁହାଯାଏ ନାହିଁ। ଖିଆ ଯାଉଥିବା ପତ୍ର, ତଳି, ମୂଳ ଇତ୍ୟାଦିକୁ ପ୍ରାୟତଃ ପରିବା କୁହାଯାଏ । ସାଂସ୍କୃତିକ ଦୃଷ୍ଟିରେ "ପରିବା"ର ପରିଭାଷା ସ୍ଥାନୀୟ ପ୍ରଥା ଅନୁସାରେ ଅଲଗା ଅଲଗା ହୋଇଥାଏ । ଉଦାହରଣ ସ୍ୱରୂପ: ବହୁତ ଲୋକ ଛତୁକୁ ପରିବା ବୋଲି ମାନିଥାନ୍ତି , କିନ୍ତୁ ଜୀବ ବିଜ୍ଞାନ ଦୃଷ୍ଟିରୁ ଏହାକୁ "ପତ୍ର" ଭାବେ ଗ୍ରହଣ କରାଯାଏ ନାହିଁ ଏବଂ ଅନ୍ୟ ଲୋକମାନଙ୍କ ଅନୁସାରେ ଏହା ପରିବା ନୁହେଁ; ଏହା ଏକ ଅନ୍ୟ ଖାଦ୍ୟ ଶ୍ରେଣୀ ଯୁକ୍ତ ଅଟେ ।କିଛି ପରିବାକୁ କଞ୍ଚା ଖିଆ ଯାଇପାରେ , ଅନ୍ୟ ପରିବାକୁ କେବଳ ରାନ୍ଧିକରି ଖିଆ ଯାଇପାରେ । ସାଧାରଣତଃ ପରିବାକୁ ଲୁଣ ସହିତ ରନ୍ଧାଯାଏ , କିନ୍ତୁ କିଛି ପରିବାକୁ ଚିନି ସହିତ ରାନ୍ଧି ତା'ର ମିଠା ହାଲୁଆ ତିଆରି କରାଯାଏ (ଯେପରି: ଗାଜର) ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଏଣ୍ଡୋମେଟ୍ରିଓସିସ (ଇଂରାଜୀରେ Endometriosis) ଏକ ରୋଗ ଯେଉଁଥିରେ ଜରାୟୁର ଅଭ୍ୟନ୍ତରରେ ସାଧାରଣତଃ ବଢ଼ୁଥିବା ତନ୍ତୁ ତାହାର ବାହାରେ ପାଖରେ ବଢ଼େ । ପେଲଭିସ ଯନ୍ତ୍ରଣା ଓ ବନ୍ଧ୍ୟାଦୋଷ ଏହାର ମୂଖ୍ୟ ଲକ୍ଷଣ । ପାଖାପାଖି ଅର୍ଦ୍ଧେକ ସଂଖ୍ୟକ ମହିଳାଙ୍କର କ୍ରନିକ ପେଲଭିକ ଯନ୍ତ୍ରଣା ହୁଏ ଓ ୭୦ % ମହିଳାଙ୍କର ଋତୁସ୍ରାବ ସମୟରେ ଯନ୍ତ୍ରଣା ହୁଏ । ଯୌନ ସମ୍ଭୋଗ ସମୟରେ କଷ୍ଟ ହୁଏ । ପ୍ରାୟ ଅଧା ଲୋକଙ୍କର ବନ୍ଧ୍ୟାଦୋଷ ହୁଏ । ପରିସ୍ରା ଓ ଝାଡ଼ା ଗୋଳମାଳ ଲକ୍ଷଣ କମ ଦେଖାଯାଏ । ପ୍ରାୟ ୨୫ % ମହିଳାଙ୍କର କୌଣସି ଲକ୍ଷଣ ନ ଥାଏ । ଏଣ୍ଡୋମେଟ୍ରିଓସିସ ରୋଗୀ ଉଭୟ ସାମାଜିକ ଓ ମାନସିକ ପ୍ରଭାବର ଶୀକାର ହୁଅନ୍ତି । ଏହି ରୋଗର କାରଣ ସ୍ପଷ୍ଟ ନୁହେଁ । ପାରିବାରିକ ଇତିହାସ ଥିଲେ ଏହି ରୋଗ ସମ୍ଭାବନା ବା ସଙ୍କଟ ରହେ । ଅଧିକାଂଶ କ୍ଷେତ୍ରରେ ଓଭାରି, ଫାଲୋପିଆନ ଟ୍ୟୁବ ଓ ଜରାୟୁ ସଂଲଗ୍ନ ତନ୍ତୁରେ ଏହି ରୋଗ ହୁଏ । କ୍ୱଚିତ ଦେହର ଅନ୍ୟ ଅଂଶରେ ମଧ୍ୟ ଏହି ରୋଗ ହୋଇପାରେ । ଏଣ୍ଡୋମେଟ୍ରିଓସିସ ଅଞ୍ଚଳରୁ ପ୍ରତ୍ୟେକ ମାସରେ ରକ୍ତସ୍ରାବ ହୋଇ ପ୍ରଦାହ ହୁଏ ଓ ସ୍କାର ତିଆରି ହୁଏ । ଏହି ରୋଗରେ ହେଉଥିବା ତନ୍ତୁ ବୃଦ୍ଧି କର୍କଟ ନୁହେଁ । ଲକ୍ଷଣ ଓ ମେଡିକାଲ ଇମେଜିଙ୍ଗ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ବାୟୋପ୍ସି କରି ସଠିକ ଭାବରେ ରୋଗ ନିର୍ଣ୍ଣୟ କରାଯାଏ । ସମ ଲକ୍ଷଣ ଥିବା ଅନ୍ୟ ରୋଗଙ୍କର ନାମ ଇରିଟେବ୍ଲ ବାୱେଲ ସିଣ୍ଡ୍ରୋମ, ଇଣ୍ଟେସ୍ଟାଇନାଲ ସିସ୍ଟାଇଟିସ ଓ ଫାଇବ୍ରୋମ୍ୟାଲଜିଆ । ସମ୍ଭାବ୍ୟ ପ୍ରମାଣରୁ ଜଣାଯାଉଛି, ମିଶ୍ରିତ ଓରାଲ କଣ୍ଟ୍ରାସେପ୍ଟିଭ ପିଲ ଖାଇଲେ ଏହି ରୋଗ ସଙ୍କଟ କମିଯାଏ । ବ୍ୟାୟାମ ଓ ମଦ୍ୟତ୍ୟାଗ ଏହି ରୋଗ ସଙ୍କଟ ଦୂର କରିପାରେ । ଏଣ୍ଡୋମେଟ୍ରିଓସିସ ରୋଗ ଆରୋଗ୍ୟ ହୁଏ ନାହିଁ, କିନ୍ତୁ ଅନେକ ପ୍ରକାର ଅପଚାରଦ୍ୱାରା ଉପଶମ ହୁଏ । ଯନ୍ତ୍ରଣା ନିବାରକ ଔଷଧ, ହରମୋନ ଚିକିତ୍ସା କିମ୍ବା ଅପରେଶନ କରାଯାଇ ପାରେ । କଷ୍ଟ ନିବାରଣ ନିମନ୍ତେ ଏନ.ଏସ.ଏ.ଆଇ.ଡି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଦୁର୍ଗା ଶଙ୍କର ପଟ୍ଟନାୟକ (୨୬ ଅଗଷ୍ଟ ୧୯୩୯ - ୬ ମଇ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଓ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତର ପଶ୍ଚିମ କୂଳରେ ସ୍ଥିତ ମୁମ୍ବାଇ (ପୂର୍ବ ନାମ ବମ୍ବେ), ଭାରତୀୟ ରାଜ୍ୟ ମହାରାଷ୍ଟ୍ରର ରାଜଧାନୀ ଅଟେ। ଏହାର ଆନୁମାନିକ ଜନସଂଖ୍ୟା ୩ କୋଟି ୨୧ ଲକ୍ଷ, ଯାହାକି ଦେଶର ସର୍ବାଧିକ ଜନସଂଖ୍ୟା ଥିବା ସହର ଅଟେ। ଏହାର ଉତ୍ପତ୍ତି ଲାଭାରୁ ନିର୍ଗତ ୭ଟି ଛୋଟ ଛୋଟ ଦ୍ୱୀପପୁଞ୍ଜକୁ ମିଶାଇ ହେଇଛି, ଯାହା ମୂଳ ଭାରତୀୟ ଭୂଖଣ୍ଡକୁ ଏକ ପୋଲଦ୍ୱାରା ଯୋଡି ହେଇଛି। ମୁମ୍ବାଇ ବନ୍ଦର ଭାରତର ସର୍ବଶ୍ରେଷ୍ଠ ସାମୁଦ୍ରିକ ବନ୍ଦର ଅଟେ। ମୁମ୍ବାଇର ଉପକୂଳରେ ଫାଟ ଥିବାରୁ ଏହାର ପୋତାଶ୍ରୟ ପ୍ରକୃତିକ ଓ ସୁରକ୍ଷିତ ଅଟେ। ଇଉରୋପ, ଆଫ୍ରିକା, ଆମେରିକା ଆଦି ପାଶ୍ଚାତ୍ୟ ଦେଶରୁ ଜଳମାର୍ଗ କିମ୍ବା ଆକାଶମାର୍ଗରୁ ଆସୁଥିବା ଯାତ୍ରୀ ସର୍ବପ୍ରଥମେ ମୁମ୍ବାଇ ଆସୁଥିବାରୁ, ମୁମ୍ବାଇକୁ ଭାରତର ପ୍ରବେଶଦ୍ୱାର ମଧ୍ୟ କୁହାଯାଏ।
ଗୋଷ୍ଠୀ ପ୍ରତିରୋଧକ ଶକ୍ତି (ଗୋଷ୍ଠୀ ପ୍ରଭାବ, ସମ୍ପ୍ରଦାୟ ରୋଗ ପ୍ରତିରୋଧକ ଶକ୍ତି, ଜନସଂଖ୍ୟା ପ୍ରତିରୋଧକ ଶକ୍ତି, କିମ୍ବା ସାମାଜିକ ପ୍ରତିରୋଧକ ଶକ୍ତି ନାମରେ ମଧ୍ୟ ଜଣା) (ଇଂରାଜୀ: Herd immunity) ସଂକ୍ରାମକ ରୋଗରୁ ପରୋକ୍ଷ ନିରାପତ୍ତାର ଏକ ରୂପ । ପୂର୍ବ ସଂକ୍ରମଣ କିମ୍ବା ଟୀକାକରଣଦ୍ୱାରା ଜନସଂଖ୍ୟାର ଏକ ବଡ଼ ଅଂଶ ଭିତରେ ସଂକ୍ରମଣ ବିରୋଧରେ ପ୍ରତିରୋଧକ ଶକ୍ତି ହାସଲ କଲେ ତାହା ପ୍ରତିରୋଧକ ଶକ୍ତି ନଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଏକ ମାପ ଦେଇଥାଏ । ବହୁ ସଂଖ୍ୟକ ବ୍ୟକ୍ତିଙ୍କର ରୋଗ ପ୍ରତିରୋଧକ ଶକ୍ତି ଥିବା ଏକ ଜନସଂଖ୍ୟାରେ ଏହିପରି ଲୋକ ରୋଗ ସଂକ୍ରମଣରେ ସହଯୋଗ କରିବାର ସମ୍ଭାବନା ନଥାଏ ଓ ସଂକ୍ରମଣର ଶୃଙ୍ଖଳ ବ୍ୟାହତ ହେବାର ସମ୍ଭାବନା ଅଧିକ ଥାଏ, ଯାହା ରୋଗ ବିସ୍ତାର ବନ୍ଦ କରିଦିଏ କିମ୍ବା ମନ୍ଥର କରିଦିଏ । ଏକ ସମ୍ପ୍ରଦାୟରେ ରୋଗ ପ୍ରତିରୋଧକ ଶକ୍ତିଥିବା ବ୍ୟକ୍ତିବିଶେଷଙ୍କ ଅନୁପାତ ଯେତେ ବଢ଼େ ପ୍ରତିରୋଧକ ଶକ୍ତି ନଥିବା ବ୍ୟକ୍ତି ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବାର ସମ୍ଭାବନା ସେତେ କମେ ଏବଂ ତାହା ରୋଗ ପ୍ରତିରୋଧକ ଶକ୍ତି ନଥିବା ବ୍ୟକ୍ତିବିଶେଷଙ୍କୁ ସଂକ୍ରମଣରୁ ରକ୍ଷା କରିବାରେ ସାହାଯ୍ୟ କରେ ।
ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହା କୁଆଁରୀ ଓଡ଼ିଆ ଝିଅ ଦେଇ ଓଡ଼ିଶାରେ ପାଳନ କରାଯାଇଥାଏ । ଏଥିରେ ଖୁଦୁରୁକୁଣି (ମା ମଙ୍ଗଳା ବା ଦୁର୍ଗା)ଙ୍କର ପୂଜା ଅର୍ଚନା କରାଯାଇଥାଏ ।ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣିଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଶି ଜିନପିଙ୍ଗ (; Chinese: 习近平; ଜନ୍ମ ୧୫ ଜୁନ ୧୯୫୩) ହେଉଛନ୍ତି କମ୍ୟୁନିଷ୍ଟ ପାର୍ଟି ଅଫ ଚାଇନାର ସାଧାରଣ ସଚିବ, ସେଣ୍ଟ୍ରାଲ ମିଲିଟାରୀ କମିଶନର ଅଧ୍ୟକ୍ଷ ତଥା ଚୀନ ଦେଶର ରାଷ୍ଟ୍ରପତି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଜନ୍ମ ଗ୍ରହଣ କରିଥିବା ସାଧାରଣ ସଚିବ ହିସାବରେ ଶି ହେଉଛନ୍ତି ଚୀନରେ ପ୍ରଥମ । ସାଂସ୍କୃତିକ ସଂଗ୍ରାମ ପରେ ସେ ନିଜ ପିତାଙ୍କ ସହ ଏକ ଗ୍ରାମ ଯାନଚୁଁଆନ କାଉଣ୍ଟିରେ ରହୁଥିଲେ । ସିଂହୱା ବିଶ୍ୱବିଦ୍ୟାଳୟରେ ପଢି ସାରିବା ପରେ ସେ ଚୀନର ଉପକୂଳୀୟ ରାଜ୍ୟଗୁଡ଼ିକରେ ରାଜନୈତିକ ଭାବେ କ୍ଷମତା ବଢାଇବାରେ ଲାଗିଲେ । ଶି ୧୯୯୯ରୁ ୨୦୦୨ ମସିହା ପର୍ଯ୍ୟନ୍ତ ଫ୍ୟୁଜିଆନ ରାଜ୍ୟର ରାଜ୍ୟପାଳ ଥିଲେ । ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ଶି ଜଜିଆଙ୍ଗ ରାଜ୍ୟର ଦଳ ସଚିବ ଭାବେ କାର୍ଯ୍ୟ କଲେ । ୨୦୦୭ରେ କିଛି ସମୟ ପାଇଁ ସେ ସାଂଘାଇ ରାଜ୍ୟର ଦଳୀୟ ସଚିବ ହୋଇ ଯାଇଥିଲେ । ସେହି ବର୍ଷ ୨୦୦୭ରେ ସେ ମୁଖ୍ୟ ସଚିବ ଭାବେ, ତତ୍କାଳୀନ ରାଷ୍ଟ୍ରପତି ହୁ ଜିନ୍ତାଓ ଙ୍କର ଉତ୍ତରାଧିକାରୀ ଭାବେ ପାଞ୍ଚ ବର୍ଷ କାଳ ରହିଥିଲେ । ୨୦୦୮ରୁ ୨୦୧୩ ପର୍ଯ୍ୟନ୍ତ ସେ ଉପ-ରାଷ୍ଟ୍ରପତି ଭାବେ କାର୍ଯ୍ୟ କରିଥିଲେ । ୨୦୧୦ରୁ ୨୦୧୨ ପର୍ଯ୍ୟନ୍ତ ସେ ସେଣ୍ଟ୍ରାଲ ମିଲିଟାରୀ କମିଶନର ଉପାଧ୍ୟାକ୍ଷ ଥିଲେ ।
ମେଲାରସୋପ୍ରୋଲ (ଇଂରାଜୀ ଭାଷାରେ Melarsoprol) ଏକ ଔଷଧ ଯାହା ଆଫ୍ରିକୀୟ ଟ୍ରିପାନୋସୋମିଆସିସ ରୋଗର ଚିକିତ୍ସାରେ ଦିଆଯାଏ । ମୂଖ୍ୟତଃ ଟ୍ରିପାନୋସୋମା ବ୍ରୁସେଇ ରୋଡେସିଏନସଦ୍ୱାରା (Trypanosoma brucei rhodesiense) ହେଉଥିବା ଆଫ୍ରିକୀୟ ଟ୍ରିପାନୋସୋମିଆସିସ ରୋଗର ଦ୍ୱିତୀୟ ସ୍ଟେଜରେ କେନ୍ଦ୍ରୀୟ ସ୍ନାୟୁ ମଣ୍ଡଳ ପ୍ରଭାବିତ ହେଉଥିଲେ ଦିଆଯାଏ । ଟ୍ରିପାନୋସୋମା ବ୍ରୁସେଇ ଗାମ୍ବିଏସନ (Trypanosoma brucei gambiense) ଯୋଗୁ ହେଉଥିବା ରୋଗରେ ଇଫ୍ଲୋରନିଥିନ (eflornithine) ଦିଆଯାଏ । ଏହି ଔଷଧ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ ।ମେଲାରସୋପ୍ରୋଲର ଅନେକ ପାର୍ଶ୍ୱ ପ୍ରତିକ୍ରିୟା ଅଛି । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଏନସେଫାଲୋପାଥି (brain dysfunction), କାଲୁଆ, ରାସ, ବୃକ୍କ ଓ ଯକୃତ ସମସ୍ୟା ଇତ୍ୟାଦି ଲକ୍ଷଣ ଦେଖାଯାଏ । ଗ୍ଲୁକୋଜ ୬ ଡିହାଇଡ୍ରୋଜେନେଜ ଅଭାବ (glucose-6-phosphate dehydrogenase ବା G6PD deficiency) ଥିଲେ ଲୋହିତ ରକ୍ତ କଣିକା (red blood cell breakdown) ଭାଙ୍ଗିଯିବା ସମ୍ଭାବନା ଥାଏ । ଗର୍ଭାବସ୍ଥାରେ ଏହାର ପ୍ରଭାବର ଅନୁଶୀଳନ ହୋଇନାହିଁ । ଆଡେନୋସିନ ଟ୍ରାଇଫସଫେଟ (adenosine triphosphate) ପ୍ରସ୍ତୁତ କରିବା ନିମନ୍ତେ ପରଜୀବୀ ଆବଶ୍ୟକ କରୁଥିବା ପାଇରୁଭେଟ କାଇନେଜ (pyruvate kinase) ଏଞ୍ଜାଇମକୁ ଏହି ଔଷଧ ଅବରୋଧ କରିଦିଏ । ମେଲାରସୋପ୍ରୋଲ ସନ ୧୯୪୯ରୁ ଚିକିତ୍ସା କ୍ଷେତ୍ରରେ ବ୍ୟବହାର ହେଉଛି । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଆଫ୍ରିକୀୟ ଟ୍ରିପାନୋସୋମିଆସିସ ରୋଗ ପ୍ରବଣ ଇଲାକାରେ ଏହା ବିନା ମୂଲ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଦିଆଯାଏ । କାନାଡ଼ା ଓ ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ବ୍ୟବସାୟୀକ ଭିତ୍ତିରେ ମିଳେନାହିଁ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରେଭେନସନ (Centers for Disease Control and Prevention) ଓ କାନାଡ଼ାରେ ହେଲଥ କାନାଡ଼ା (Health Canada) ସଂସ୍ଥାରେ ଏହା ମିଳେ ।