ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ନବୀନ ଚନ୍ଦ୍ର ନାରାୟଣ ଦାସ (ଜନ୍ମ: ୧୦ ଫେବୃଆରୀ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ନବୀନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଯୁଯୁମୁରା ହେଉଛି ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଏକ ପଞ୍ଚାୟତ ସମିତି । ଏହା ୦୩/୧୦/୧୯୬୧ ରେ କାର୍ଯ୍ୟକ୍ଷମ ହୋଇଥିଲା । ୨୦୧୧ ଜନଗଣନା ଅନୁଯାୟୀ ମୋଟ ଜନସଂଖ୍ୟା ୮୩,୦୭୨। ଯୁଯୁମୁରା ପଞ୍ଚାୟତ ସମିତି ଅଧିନରେ ୧୮ ପଞ୍ଚାୟତ (୧୨୬ ଗ୍ରାମ) ଅଛି । ଯୁଯୁମୁରା ୩ ଗୋଟି ପୋଲିସ ଷ୍ଟେସନ ଅଧୀନରେ ଆସିଥାଏ । ଏହି ପଞ୍ଚାୟତ ସମିତି ରେଢ଼ାଖୋଲ ବିଧାନସଭା ଏବଂ ସମ୍ବଲପୁର ବିଧାନସଭା ରେ ଆସିଥାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲୋକସଭାର ବାଚସ୍ପତି ହେଉଛନ୍ତି ଭାରତୀୟ ସଂସଦର ନିମ୍ନ ସଦନର ସଭାପତି। ସାଧାରଣ ନିର୍ବାଚନ ପରେ ଲୋକସଭାର ପ୍ରଥମ ବୈଠକରେ ବାଚସ୍ପତି ନିର୍ବାଚିତ ହୋଇଥାନ୍ତି। ବାଚସ୍ପତି ପରମ୍ପରାଗତ ଆଧାରରେ ଶାସକ ଦଳ କିମ୍ବା ସହଯୋଗୀ ଦଳର ଲୋକସଭାର ନିର୍ବାଚିତ ସଦସ୍ୟଙ୍କ ମଧ୍ୟରୁ ମନୋନୀତ ହୋଇଥାନ୍ତି ।ବାଚସ୍ପତିଙ୍କ କାର୍ଯ୍ୟକାଳ ପାଞ୍ଚ ବର୍ଷ । ଲୋକସଭାକୁ ନୂତନ ଭାବେ ନିର୍ବାଚିତ ସାଂସଦମାନେ ନିଜ ମଧ୍ୟରେ ବାଚସ୍ପତି ଚୟନ କରନ୍ତି। ବାଚସ୍ପତି ପ୍ରାର୍ଥୀ ଶାସକ ତଥା ବିରୋଧୀ ଦଳ ମଧ୍ୟରେ ଗ୍ରହଣୀୟ ହେବା ଏକ ପରମ୍ପରା।ବାଚସ୍ପତି ହେଉଛନ୍ତି ଲୋକସଭାର ନିର୍ବିବାଦୀୟ ଓ ନିରପେକ୍ଷ ଅଧ୍ୟକ୍ଷ। ସେ ଗୃହର ସଭା କାର୍ଯ୍ୟ ଶୃଙ୍ଖଳାର ସହିତ ପରିଚାଳନା କରନ୍ତି । ଉଭୟ ବାଚସ୍ପତି ଓ ଉପବାଚସ୍ପତି ଗୃହର ସଦସ୍ୟମାନଙ୍କଦ୍ୱାରା ନିର୍ବାଚିତ ଓ ବହିଷୃତ ହୁଅନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରାମ ଜନ୍ମଭୂମି ବିବାଦ ବା ରାମ ଜନ୍ମଭୂମି-ବାବ୍ରି ମସଜିଦ ବିବାଦ ହେଉଛି ଭାରତର ଏକ ରାଜନୈତିକ, ଐତିହାସିକ ତଥା ସାମାଜିକ-ଧାର୍ମିକ ବିବାଦ । ଏହି ବିବାଦର ମୂଳ କାରଣ ହେଉଛି ଉତ୍ତରପ୍ରଦେଶର ଅଯୋଧ୍ୟାରେ ସ୍ଥିତ ୨ ଏକର ୭୭ ଡେସିମିଲ ଜମି ଉପରେ ମାଲିକାନାକୁ ନେଇ ବିବାଦ । ଏହି ବିବାଦିତ ଜମିକୁ ନେଇଁ ହିନ୍ଦୁ, ମୁସଲିମ ଏବଂ ନିର୍ମୋହି ଆଖାଡା ତରଫରୁ ବିବାଦ ଦେଖାଦେଇଥିଲା । ବିବାଦିତ ସ୍ଥଳକୁ ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଏବଂ ରାମ ମନ୍ଦିରକୁ ଭାଙ୍ଗି ମସଜିଦ କରାଯାଇଛି ବୋଲି ହିନ୍ଦୁମାନେ ଦାବୀ କରିବା ସହ ତଥା କଥିତ ଭଗ୍ନ ରାମ ମନ୍ଦିର ସ୍ଥଳରେ ଏକ ନୂତନ ରାମ ମନ୍ଦିର ଗଢିବାକୁ ଅଡିବସିଥିଲା ବେଳେ ବର୍ତ୍ତମାନ ସେଠାରେ ଏକ ମସଜିଦ ଥିବାରୁ ମୁସଲମାନ ଗୋଷ୍ଠୀ ଏହି ନୂତନ ରାମ ମନ୍ଦିର ନିର୍ମାଣକୁ ବିରୋଧ କରୁଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଇବ୍ରାହିମ ଅଲକାଜୀ (୧୮ ଅକ୍ଟୋବର ୧୯୨୫ - ୪ ଅଗଷ୍ଟ ୨୦୨୦) ଜଣେ ଭାରତୀୟ ରଙ୍ଗମଞ୍ଚ ନିର୍ଦ୍ଦେଶକ ଏବଂ ନାଟକ ଶିକ୍ଷକ ଥିଲେ । ଅଲକାଜୀ ଜଣେ କଠୋର ଶୃଙ୍ଖଳିତ ବ୍ୟକ୍ତି ଥିଲେ ଓ ସେ ଏକ ନାଟକ କରିବା ପୂର୍ବରୁ, ବିଷୟବସ୍ତୁ ଉପରେ ଯଥେଷ୍ଟ ଅନୁସନ୍ଧାନ କରୁଥିଲେ । ସେହି ଅନୁସନ୍ଧାନର ନିଷ୍କର୍ସ ନାଟକର କଳା ନିର୍ଦ୍ଦେଶନା ଓ ଦୃଶ୍ୟପଟ୍ଟ ଚିତ୍ରାୟନରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦଖଲ କରୁଥିଲା । ପରେ ତାଙ୍କର ଏହି ମାନଦଣ୍ଡ ବହୁତ ପ୍ରଭାବଶାଳୀ ହୋଇଥିଲା ଓ ଅନ୍ୟମାନେ ତାଙ୍କୁ ଅନୁସରଣ କରିଥିଲେ । ସେ ମଧ୍ୟ ନୂଆଦିଲ୍ଲୀସ୍ଥ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ନିର୍ଦ୍ଦେଶକ(୧୯୬୨-୧୯୭୭) ଭାବରେ କାର୍ଯ୍ୟ କରିଥିଲେ । ସେ ଜଣେ ବିଶିଷ୍ଟ କଳା ସଂଯୋଜକ ଓ ସଂଗ୍ରହକାରୀ ଥିଲେ । ନିଜ ପତ୍ନୀ ରୋଶନ ଅଲକାଜୀଙ୍କ ସହ ସେ ଦିଲ୍ଲୀରେ ''ଆର୍ଟ ହେରିଟେଜ୍ ଗ୍ୟାଲେରୀ'' ସ୍ଥାପନା କରିଥିଲେ । ଅଲକାଜୀ ପଚାଶରୁ ଅଧିକ ନାଟକ ନିର୍ଦ୍ଦେଶନା କରିଥିଲେ । ତାଙ୍କ ନାଟକ ଉଭୟ ପରଦା ଉପରେ ଓ ମୁକ୍ତାକାଶ ମଞ୍ଚରେ ପ୍ରଦର୍ଶିତ ହେଉଥିଲା । ମୁକ୍ତାକାଶ ମଞ୍ଚରେ ତାଙ୍କର କଳା ନିର୍ଦ୍ଦେଶନା ଓ ମଞ୍ଚସଜ୍ୟା ପାଇଁ ସେ ଚର୍ଚ୍ଚିତ ହେଉଥିଲେ ଓ ସେ ସବୁଥର ମଞ୍ଚସଜ୍ୟାରେ କିଛି ନୂତନତ୍ୱ ଆଣୁଥିଲେ । ସେ ରୟାଲ୍ ଏକାଡେମୀ ଅଫ୍ ଡ୍ରାମାଟିକ୍ ଆର୍ଟରେ (RADA) ତାଲିମ ପ୍ରାପ୍ତ ହୋଇଥିଲେ । ୧୯୫୦ ମସିହାରେ ବିବିସି ବ୍ରଡକାଷ୍ଟିଂ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ନିର୍ଦ୍ଦେଶିତ କିଛି ପ୍ରସିଦ୍ଧ ନାଟକ ମଧ୍ୟରେ: ଗିରିଶ କର୍ଣ୍ଣାଡଙ୍କ ତୁଗଲକ, ମୋହନ ରାକେଶଙ୍କ ଆଷାଢ଼ କା ଏକ ଦିନ୍, ଧରମବୀର ଭାରତୀଙ୍କ ଅନ୍ଧ ଯୁଗ ଏବଂ ଅନେକ ସେକ୍ସପିୟର ଏବଂ ଗ୍ରୀକ ନାଟକ ଅନ୍ୟତମ । ସେ ୫୦ରୁ ଅଧିକ ନାଟକ ନିର୍ଦ୍ଦେଶନା ଦେଇଥିଲେ । ତାଙ୍କର ଅନେକ ପ୍ରାରମ୍ଭିକ ନାଟକ ପାଶ୍ଚାତ୍ୟ ଦେଶରୁ ଆସିଥିଲା ଏବଂ ଇଂରାଜୀରେ ପରିବେଷଣ କରାଯାଇଥିଲା । କିନ୍ତୁ ଅଲକାଜୀ ସେଗୁଡିକୁ ଭାରତୀୟ ଦର୍ଶକଙ୍କ ଦୃଷ୍ଟିକୋଣ ଅନୁସାରେ ପରିବେଷଣ କରିଥିଲେ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଜ୍ଞାନୀ ଦେବାଶିଷ ମିଶ୍ର, ଜଣେ ଓଡ଼ିଆ କବି ଓ ସାହିତ୍ୟ ସମାଲୋଚକ । ସେ ୨୦୧୬ମସିହାରେ "କେନ୍ଦ୍ର ସାହିତ୍ୟ ଏକାଡେମୀ" ଯୁବ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଜ୍ଞାନୀ ଦେବାଶିଷ ୧୯୮୫ମସିହାରେ ନୟାଗଡ଼ ଜିଲ୍ଲାର ଚାହାଳିଠାରେ ଜନ୍ମଗ୍ରହଣ କରିଥିଲେ । ସ୍କୁଲ ଜୀବନରୁ କବିତା ଲେଖିବା ଆରମ୍ଭ କରିଥିବା ଜ୍ଞାନୀ, କଲେଜ ବେଳକୁ କବିତା ପ୍ରତି ବେଶି ଗୁରୁତ୍ୱ ଦେବା ଆରମ୍ଭ କରିଥିଲେ । ସେ ବର୍ତ୍ତମାନ ରେଭେନ୍ସା ବିଶ୍ୱବିଦ୍ୟାଳୟର ଓଡ଼ିଆ ଭାଷା ବିଭାଗରେ ଅଧ୍ୟାପକ ଭାବରେ କାର୍ଯ୍ୟରତ । କବିତା ବ୍ୟତୀତ, ଜ୍ଞାନୀ ନାଟ୍ୟ ସମାଲୋଚନା କ୍ଷେତ୍ରରେ ମଧ୍ୟ ଲେଖନୀ ଚାଳନା କରନ୍ତି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ୱିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗଉଡ଼ ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଯାଦବ (ଗୋପାଳ) ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ । କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର ।
ଆତସବାଜି ହେଉଛି ଏକ ପ୍ରକାର ବାଣ (ଫୋଟକା) ବା ନିଆଁ ବାରୁଦର ମନୋରଂଜକ ଖେଳ ଯାହା ଧାର୍ମିକ (ଦୀପାବଳି, କାର୍ତିକ ପୁନେଇଁ) ଓ ସାମାଜିକ (ବିବାହ, ବ୍ରତ) ଉତ୍ସବ ପାଳନ ସମୟରେ ବ୍ୟବହାର କରାଯାଏ। ବାରୁଦରୁ ତିଆରି ହୋଇଥିବା ବାଣରେ ନିଆଁ ଲଗାଇଲେ ଲାଲ୍, କମଳା, ହଳଦିଆ, ସବୁଜ, ନୀଳ, ନାରଂଗୀ ଓ ରୂପେଲି ଆଦି ନାନା ରଂଗର ଚିତ୍ର, ଶବ୍ଦ ଓ ଗତିର ଅଗ୍ନିକ୍ରୀଡ଼ା ଦିଶେ। ସମଗ୍ର ପୃଥିବୀରେ ବିଭିନ୍ନ ପ୍ରାଂତରେ ଏହାର ବହୁଳ ପ୍ରୟୋଗ ଦେଖାଯାଏ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ (କିମ୍ବା NSD ) ହେଉଛି ଭାରତର ନୂଆଦିଲ୍ଲୀରେ ଅବସ୍ଥିତ ଏକ ନାଟ୍ୟ ତାଲିମ ପ୍ରତିଷ୍ଠାନ । ଏହା ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଏକ ସ୍ୱୟଂଶାସିତ ସଂଗଠନ । ସଙ୍ଗୀତ ନାଟକ ଏକାଡେମୀଦ୍ୱାରା ଏହି ଅନୁଷ୍ଠାନ ୧୯୫୯ ମସିହାରେ ସ୍ଥାପିତ ହୋଇଥିଲା । ୧୯୭୫ ମସିହାରେ ଏହା ଏକ ସ୍ୱତନ୍ତ୍ର ଶିକ୍ଷାନୁଷ୍ଠାନ ଭାବରେ ମାନ୍ୟତା ପାଇଥିଲା । ୨୦୦୫ରେ ଏହାକୁ ଡିମଡି ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରାଯାଇଥିଲା ଓ ୨୦୧୧ରେ ଏହି ମାନ୍ୟତା ପ୍ରତ୍ୟାହର କରା ଯାଇଥିଲା ।
ଅନୁଷ୍କା ଶର୍ମା (pronounced [əˈnʊʂkaː ˈʃərmaː]; ଜନ୍ମ ୧ ମଇ ୧୯୮୮) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ପ୍ରଯୋଜିକା । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି ଏବଂ ଭାରତୀୟ ଚଳଚ୍ଚିତ୍ର ଜଗତରେ ଅଧିକ ପାରିଶ୍ରମିକ ନେଉଥିବା ଅଭିନେତ୍ରୀମାନଙ୍କ ଭିତରୁ ସେ ଜଣେ । ସେ ଫିଲ୍ମଫେୟାରରେ ସାତଥର ମନୋନୀତ ହୋଇଥିଲେ ଏବଂ ଏବେଯାଏଁ ମାତ୍ର ଥରେ ସେ ପୁରସ୍କୃତ ହୋଇଥିଲେ । ଅନୁଷ୍କା ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଜନ୍ମଗ୍ରହଣ କରିଥିଲେ ଏବଂ ବାଙ୍ଗାଲୋରରେ ତାଙ୍କର ପିଲାଦିନ କଟିଥିଲା । ଅନୁଷ୍କା ୨୦୦୭ରେ ମଡେଲିଂରେ ଯୋଗଦେଲେ ଏବଂ ପରେ ସେ ମଡେଲିଂକୁ ପେଷା ଭାବରେ ଆପଣେଇବା ପାଇଁ ମୁମ୍ବାଇ ଯାଇଥିଲେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।