ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର । ବର୍ତ୍ତମାନର ସମୟରେ, ପୃଥିବୀର ଉପର ଅଧା ଅଂଶ ପ୍ରାୟ ସମାନ ଭାବରେ ସ୍ଥଳ ଭାଗ ଏବଂ ଜଳ ଭାଗ ମଧ୍ୟରେ ବିଭକ୍ତ ହୋଇ ରହି ଅଛି (୨:୩ ଅନୁପାତ) । କିନ୍ତୁ ଦକ୍ଷିଣରେ ଥିବା ଅଧା ଅଂଶ ସମୁଦ୍ରରେ ପୂର୍ଣ୍ଣ ହୋଇରହିଅଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
π (ପାଇ) ସଂଖ୍ୟାଟି ହେଉଛି ଏକ ଗାଣିତିକ ସ୍ଥିରାଙ୍କ, ଏକ ବୃତ୍ତର ପରିଧି ସହ ବ୍ୟାସର ଅନୁପାତକୁ ବୁଝାଏ । ଏହାର ମୂଲ୍ୟ ପାଖାପାଖି ୩.୧୪୧୫୯ ଅଟେ । ଅଷ୍ଟାଦଶ ଶତାବ୍ଦୀର ମଧ୍ୟ ଭାଗରୁ ଏହାକୁ ଗ୍ରୀକ ଅକ୍ଷର π ସୁଚା ଯାଇଆସୁଅଛି, ଯଦିଓ ବେଳେବେଳେ ଏହାକୁ "ପାଇ" () ବୋଲି ଉଚ୍ଚାରଣ କରାଯାଇଥାଏ ।ବୃତ୍ତର ଆକୃତି ଯେତେ ବଡ ବା ସାନ ହେଉପଛେ ଉଭୟ ଯୁକ୍ତିମୂଳକ ଓ ପରୀକ୍ଷାମୂଳକ ଭାବରେ ପ୍ରମାଣ କରାଯାଇଛି ଯେ, ଯେକୌଣସି ବୃତ୍ତର ସର୍ବଦା ପରିଧି/ବ୍ୟାସ = ଏକ ଧ୍ରୁବାଙ୍କ । ଏହି ଧୃବାଙ୍କକୁ ଗ୍ରୀକ୍ ଅକ୍ଷର "ପାଇ" ନାମରେ ଅଭିହିତ କରାଯାଇଛି । ଏହା ହେଉଛି ପାଇର ଅସରନ୍ତି ଦଶମିକ ସଂଖ୍ୟା ୩.୧୪୧୫୯୨......
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସୂର୍ଯ୍ୟ ନାରାୟଣ ପାତ୍ର (ଜନ୍ମ: ୨୪ ଡିସେମ୍ବର ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ୧୬ଶ ଓଡ଼ିଶା ବିଧାନ ସଭାରେ ବାଚସ୍ପତି କାର୍ଯ୍ୟ କରୁଛନ୍ତି । ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମୋହନା ଓ ଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ହିନ୍ଦୁ ମହାକାବ୍ୟ ମହାଭାରତର ବର୍ଣ୍ଣନାନୁସାରେ କିନ୍ଦମ (ସଂସ୍କୃତ: किन्दम) ଜଙ୍ଗଲରେ ରହୁଥିବା ଜଣେ ଋଷି ଥିଲେ । ଶିବ ଭକ୍ତ ଏହି ଋଷି ତାଙ୍କରି ତପ ବଳରେ ଆଧ୍ୟାତ୍ମିକ ଶକ୍ତିର ଅଧିକାରୀ ଥିଲେ । ତେବେ କିନ୍ଦମ ଅତ୍ୟନ୍ତ ଲଜ୍ଜାଶୀଳ ତଥା ବହୁତ ନମ୍ର ସ୍ଵଭାବର ଥିଲେ । ତାଙ୍କର ଏହି ଅନନ୍ୟ ଗୁଣ ତାଙ୍କୁ ଜନ ସମାଜ ମଧ୍ୟରେ ସ୍ତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ବାରଣ କରିଥିଲା । ତେବେ ତାଙ୍କର ଦୈହିକ କାମନା ପୂରଣ କରିବା ପାଇଁ କିନ୍ଦମ ନିଜ ତପ ଶକ୍ତି ବ୍ୟବହାର କରି ନିଜକୁ ଏବଂ ପତ୍ନୀଙ୍କୁ ହରିଣ ଓ ହରିଣୀ ଭାବେ ରୁପାନ୍ତରିତ କଲେ । ଥରେ ସେ ଏବଂ ତାଙ୍କ ପତ୍ନୀ ଜଙ୍ଗଲରେ ଏହିଭଳି ଭାବେ ହରିଣ ଏବଂ ହରିଣୀ ରୂପରେ ଶାରୀରିକ ସମ୍ପର୍କ ରଖୁଥିବା ସମୟରେ ସେଠାରେ ଶିକାର କରୁଥିବା ହସ୍ତିନାପୁରର ରାଜା ପାଣ୍ଡୁ ସେମାନଙ୍କୁ ହରିଣ ଭ୍ରମରେ ତୀର ଚଳାଇ ଗୁରୁତର ଆହତ କରିଥିଲେ । କ୍ରୋଧିତ କିନ୍ଦମ ମରିବା ପୂର୍ବରୁ ପାଣ୍ଡୁଙ୍କୁ ଅଭିଶାପ ଦେଇଥିଲେ ଯେ ସେ ଯେ କୌଣସି ମହିଳାଙ୍କ ସହ ସମ୍ପର୍କ ରଖିବା କ୍ଷଣି ମରିବେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ମାଇକେଲ କିଣ୍ଡୋ ( ୧୯୪୭ - ୨୦୨୦ ) ଜଣେ ଭାରତୀୟ ହକି ଖେଳାଳି ଥିଲେ । ଦଳରେ ସେ ଜଣେ ରକ୍ଷଣଭାଗରେ ଫୁଲବ୍ୟାକ ଭାବରେ ଖେଳୁଥିଲେ । ଭାରତୀୟ ଦଳ ତରଫରୁ ସେ ୩ଟି ବିଶ୍ୱକପ ହକି ଓ ୧୯୭୨ ମସିହାର ମ୍ୟୁନିକ ଅଲିମ୍ପିକ୍ସ ଓ ୧୯୭୪ ମସିହାରେ ତେହେରାନଠାରେ ଏସିଆନ ଗେମ୍ସ ଖେଳିଥିଲେ । ୧୯୭୫ ହକି ବିଶ୍ୱକପରେ ଭାରତ ସ୍ୱର୍ଣ୍ଣ, ୧୯୭୩ ବିଶ୍ୱକପରେ ରୌପ୍ୟ ଓ ୧୯୭୧ ବିଶ୍ୱକପରେ ବ୍ରୋଞ୍ଜପଦକ ବିଜେତା ହୋଇଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବାଏର୍ଣ୍ଣ ମ୍ୟୁନିକ୍ ଫୁଟବଲ କ୍ଲବ୍ (ମୂଳ ଜର୍ମାନ ନାମ Fußball-Club Bayern München e.V., କଥିତ ଜର୍ମାନ ଭାଷାରେ FC Bayern München) ଜର୍ମାନୀର ବଭାରିଆ ଅଞ୍ଚଳସ୍ଥିତ ମ୍ୟୁନିକ୍ ସହରର ଏକ ପ୍ରଖ୍ୟାତ ବ୍ୟବସାୟିକ ଫୁଟବଲ କ୍ଲବ । ଏଫ୍ସିବି, ବାଏର୍ଣ୍ଣ ମ୍ୟୁନିକ୍ ବା ଏଫ୍ସି ବାଏର୍ଣ୍ଣ ନାମରେ ଜଣାଶୁଣା ଏହି କ୍ଲବ୍ ଜର୍ମାନୀର ଜାତୀୟ ବୁଣ୍ଡେସ୍ ଲିଗା ପ୍ରତିଯୋଗିତାରେ ଖେଳିଥାଏ । ଜର୍ମାନ ଫୁଟବଲ ଇତିହାସରେ ବାଏର୍ଣ୍ଣ ମ୍ୟୁନିକ୍ ସଫଳତମ ଫୁଟବଲ କ୍ଲବ୍ । ଏହି କ୍ଲବ୍ ସର୍ବାଧିକ ୩୦ ଥର ଜର୍ମାନ ଜାତୀୟ ଫୁଟବଲ ଚାମ୍ପିୟନ୍ ହେବାର ଗୌରବ ଲାଭ କରିଛି । ତା’ ସହ ୨୦୧୩ରୁ ୨୦୨୦ ପର୍ଯ୍ୟନ୍ତ ୮ ବର୍ଷ କ୍ରମାଗତ ଭାବେ ଏହା ବୁଣ୍ଡେସଲିଗା ଜାତୀୟ ପ୍ରତିଯୋଗିତା ଜିତି ଆସୁଛି । ଏହି କ୍ଲବ୍ ୨୦ ଥର ଡଏସର୍ ଫୁସ୍ବଲ୍ ବୁଣ୍ଡ୍ ଜାତୀୟ କପରେ ମଧ୍ୟ ବିଜୟ ଲାଭ କରିଛି ।ଫ୍ରାଂଜ୍ ଜନ୍ଙ୍କ ନେତୃତ୍ଵରେ ୧୧ ଜଣ ଫୁଟବଲ ଖେଳାଳି ୧୯୦୦ ମସିହାରେ ବାଏର୍ଣ୍ଣ ମ୍ୟୁନିକ୍ ଦଳର ପ୍ରତିଷ୍ଠା କରିଥିଲେ । ଯଦିଓ ବାଏର୍ଣ୍ଣ ନିଜର ପ୍ରଥମ ଜାତୀୟ ଚାମ୍ପିୟନ୍ସିପ୍ ୧୯୩୨ ମସିହାରୁ ଜିତି ସାରିଥିଲା ତଥାପି ଉଦଘାଟନୀ ବର୍ଷ ୧୯୬୩ ମସିହାରେ ଏହାକୁ ବୁଣ୍ଡେସଲିଗାରେ ସ୍ଥାନ ମିଳିନଥିଲା । ୧୯୭୦ ଦଶନ୍ଧିର ମଧ୍ୟ ଭାଗରେ ଫ୍ରାଂଜ୍ ବେକେନ୍ବାଉଅର୍ଙ୍କ ନେତୃତ୍ଵରେ ବାଏର୍ଣ୍ଣ ଦଳ ୩ ଥର କ୍ରମାଗତ ୟୁଇଫା ଚାମ୍ପିୟନ୍ସ ଲିଗ୍ ପ୍ରତିଯୋଗିତା ଜିତି ଅଭୂତପୂର୍ବ ସଫଳତା ଲାଭ କରିଥିଲା । ଏଯାବତ (୨୦୨୦ ମସିହା ପର୍ଯ୍ୟନ୍ତ) ବାଏର୍ଣ୍ଣ ଦଳ ୧୧ ଥର ୟୁଇଫା ଚାମ୍ପିୟନ୍ସ ଲିଗର ଫାଇନାଲ ଖେଳିବାର ଯୋଗ୍ୟତା ଲାଭ କରିପାରିଛି ଓ ୨୦୨୦ରେ ୬ଷ୍ଠ ଥର ପାଇଁ ୟୁଇଫା ଚାମ୍ପିୟନ୍ସ ଲିଗ୍ ବିଜେତା ମଧ୍ୟ ହୋଇଅଛି । ଦୁଇ ଥର ମହାଦେଶୀୟ ତ୍ରି-ବିଜୟୀ (continental treble) ହେବାରେ ବାଏର୍ଣ୍ଣ ମ୍ୟୁନିକ୍ ଦ୍ଵିତୀୟ ୟୁରୋପୀୟ କ୍ଲବ୍ ଦଳ । ଏହା ଛଡ଼ା ବାଏର୍ଣ୍ଣ ଦଳ ଥରେ ୟୁଇଫା ୟୁରୋପା ଲିଗ୍, ଥରେ ୟୁଇଫା କପ ୱିନର୍ସ କପ, ଦୁଇ ଥର ୟୁଇଫା ସୁପର କପ, ଥରେ ଫିଫା କ୍ଲବ୍ ବିଶ୍ଵକପ ଓ ଦୁଇଟି ଆନ୍ତଃ-ମହାଦେଶୀୟ କପ ମଧ୍ୟ ଜିତିଛି । ବୁଣ୍ଡେସଲିଗା ଆରମ୍ଭ ହେବା ପରଠାରୁ ୩୦ ଥର ବିଜେତା ହୋଇଥିବାରୁ ବାଏର୍ଣ୍ଣ ମ୍ୟୁନିକ୍କୁ ଏହାର ସଫଳତମ ଦଳ ବୋଲି କୁହାଯାଇପାରିବ । ବଭାରିଆ ଅଞ୍ଚଳର ଅନ୍ୟ ଫୁଟବଲ ଦଳ ଯଥା – ୧୮୬୦ ମ୍ୟୁନିକ୍ ଓ ଏଫ୍ସି ନୁର୍ଣ୍ଣବର୍ଗ୍ ଏହି ଦଳର ପାରମ୍ପରିକ ପ୍ରତିଦ୍ଵନ୍ଦୀ । ୧୯୯୦ ଦଶନ୍ଧିର ମଧ୍ୟ ଭାଗରୁ ଜର୍ମାନୀର ଅନ୍ୟ ଏକ ଫୁଟବଲ କ୍ଲବ୍ ବୋରୁସିଆ ଡୋର୍ଟମୁଣ୍ଡ ସହିତ ବାଏର୍ଣ୍ଣର ପ୍ରତିଦ୍ଵନ୍ଦିତା ଆରମ୍ଭ ହୋଇଥିଲା ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଲୁଣ ବା ସାଧାରଣ ଲୁଣ (ଇଂରାଜୀ ଭାଷାରେ Common salt) ବା ଟେବୁଲ ସଲ୍ଟ ଏକ ପ୍ରାକୃତିକ ରାସାୟନିକ ଯୌଗିକ ପଦାର୍ଥ ଯାହାର ରାସାୟନିକ ନାମ ସୋଡ଼ିଅମ କ୍ଲୋରାଇଡ (NaCl) ଓ ଏହା ଏକ ବୃହତ୍ତର ଲବଣ ଶ୍ରେଣୀର ଅନ୍ତର୍ଭୁକ୍ତ । ପ୍ରାକୃତିକ ଲୁଣକୁ ରକ୍ ସଲ୍ଟ ବା ସୈନ୍ଧବ ଲବଣ କୁହାଯାଏ । ସମୁଦ୍ର ଜଳରେ ପ୍ରଚୁର ପରିମାଣରେ ଲୁଣ ଥାଏ ଓ ଏହା ତାହାର ମୂଖ୍ୟ ଉପାଦାନ । ସମୁଦ୍ର ଜଳର ପ୍ରତି ଲିଟରରେ ପ୍ରାୟ ୩୫ ଗ୍ରାମ କଠିନ ଲୁଣ ଥାଏ ଓ ଏହାର ଲବଣତା ୩.୫% ।
ଭାରତୀୟ ନବବର୍ଷ ଭିନ୍ନ ଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଞ୍ଚଳରେ ପାଳିତ ହୋଇଥାଏ । ପାଳନ ସମୟ ଚନ୍ଦ୍ର ବା ସୂର୍ଯ୍ୟ ପଞ୍ଜିକାଉପରେ ନିର୍ଭର କରିଥାଏ । ଯେଉଁ ରାଜ୍ୟଗୁଡ଼ିକ ସୂର୍ଯ୍ୟ ପଞ୍ଜିକା ମାନନ୍ତି ସେହି ରାଜ୍ୟବାସୀ ଭାରତୀୟ ପ୍ରଥମ ମାସ, ବୈଶାଖର ପ୍ରଥମ ସଂକ୍ରାନ୍ତିରେ ନବବର୍ଷ ପାଳନ କରନ୍ତି । ଅଧିକଂଶତଃ ଇଂରାଜୀ କ୍ୟାଲେଣ୍ଡରର ଏପ୍ରିଲ ମାସର ୧୩ରୁ ୧୫ ତାରିଖ ଭିତରେ ଏହି ସଂକ୍ରାନ୍ତି ପଡିଥାଏ । ଅନ୍ୟପକ୍ଷରେ ଯେଉଁମାନେ ଚନ୍ଦ୍ର ପଞ୍ଜିକା ମାନି ଚଳନ୍ତି, ସେମାନେ ଇଂରାଜୀ ମାସ ମାର୍ଚ୍ଚ ବା ଭାରତୀୟ ଚୈତ୍ର ମାସରେ ନବବର୍ଷ ପାଳନ କରନ୍ତି । ଏଣୁ କିଛି ଅଞ୍ଚଳରେ ପୂର୍ଣ୍ଣମୀରୁ ପୂର୍ଣ୍ଣମୀ ଗୋଟିଏ ମାସ ହିସାବ କଲାବେଳେ କିଛି ଅଞ୍ଚଳରେ ସଂକ୍ରାନ୍ତିରୁ ସଂକ୍ରାନ୍ତି ମାସ ହିସାବରେ ଧରାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ସ୍ୱାସ୍ଥ୍ୟ ଶବ୍ଦଟି ଜୀବନ୍ତ ପ୍ରାଣୀର କାର୍ଯ୍ୟ କ୍ଷମତା ବା ମେଟାବୋଲିକ ଦକ୍ଷତାର ସ୍ତରକୁ ଦର୍ଶାଏ । ମାନବ କ୍ଷେତ୍ରରେ ଏହା ବ୍ୟକ୍ତି ବା ଗୋଷ୍ଠୀର ଶାରୀରିକ, ମାନସିକ ଓ ସାମାଜିକ ଆହ୍ୱାନ ବା ଚାଲେଞ୍ଜକୁ ସମ୍ମୁଖୀନ ହେବାର ଦକ୍ଷତାକୁ ବୁଝାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର (WHO) ୧୯୪୮ ମସିହା କନସ୍ଟିଚ୍ୟୁସନରେ ଗୃହିତ ସଂଜ୍ଞା ଅନୁସାରେ ଏହା ଏକ ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଓ ସାମାଜିକ ଭଲ-ଅବସ୍ଥା ଓ କେବଳ ରୋଗ ତଥା ଅକ୍ଷମତାର ଅଭାବ ନୁହେଁ । ଏହି ସଂଜ୍ଞା ଗ୍ରହଣ କରିବାରେ ମଧ୍ୟ ମତଭେଦ ରହିଛି ବିଶେଷତଃ ଏହାର କାର୍ଯ୍ୟକାରୀ ମୂଲ୍ୟ ଓ "ସମ୍ପୁର୍ଣ୍ଣ" ଶବ୍ଦ ଉପରେ । ଅନ୍ୟ କେତେକ ସଂଜ୍ଞା ପ୍ରସ୍ତାବ ଥିବା ବେଳେ ଗୋଟିଏ ସାମ୍ପ୍ରତିକ ସଂଜ୍ଞା ସ୍ୱାସ୍ଥ୍ୟ ଓ ବ୍ୟକ୍ତିଗତ ସନ୍ତୋଷକୁ ସହମତି ମିଳିଛି । ବିଭିନ୍ନ ବର୍ଗୀକରଣ ପଦ୍ଧତି ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତିୟ ବର୍ଗୀକରଣ ପରିବାର (WHO Family of International Classifications), ଆନ୍ତର୍ଜାତୀୟ କାର୍ଯ୍ୟକାରୀତା, ଅକ୍ଷମତା ଓ ସୁସ୍ଥତା ବର୍ଗୀକରଣ(International Classification of Functioning ବାICF), ଆନ୍ତର୍ଜାତୀୟ ରୋଗ ବର୍ଗୀକରଣ (International Classification of Diseases ବା ICD) ସଂସ୍ଥାମାନଙ୍କଦ୍ୱାରା ସାଧାରଣତଃ ସ୍ୱାସ୍ଥ୍ୟର ମାପକାଠି ଓ ସଂଜ୍ଞା ନିରୁପଣ ନିମନ୍ତେ ବ୍ୟବହାର କରାଯାଉଛି ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତିର ଆଧାର । ସେ ହେଉଛନ୍ତି ଜୀବଜଗତର ପାଳନ କର୍ତ୍ତା।ସମସ୍ତ ଜୀବଜନ୍ତୁ ଅପେକ୍ଷା କରିଥାନ୍ତି ସୂର୍ଯ୍ୟୋଦୟର ସ୍ପର୍ଶ ପାଇବା ପାଇଁ।ତାଙ୍କ ବିନା ଜୀବଜଗତର ଅସ୍ତିତ୍ୱ ନାହିଁ।ବିଜ୍ଞାନର ଅବଦାନ ଅତୁଳନୀୟ କିନ୍ତୁ ସମ୍ଭବତଃ ଦେଖିବାକୁ ଗଲେ ଆମେ ଦେଖିବା ପ୍ରକୃତରେ ଏହା ସୂର୍ଯ୍ୟଙ୍କର ଯେଗୁଁ ସମ୍ଭବ। ସୂର୍ଯ୍ୟ ହେଉଛି ଏକ ନକ୍ଷତ୍ର, ଏହା ସୌରଜଗତର ମଧ୍ୟଭାଗରେ ଅବସ୍ଥିତ । ଏହା ପାଖା ପାଖି ଗୋଲକ ଆକାରର ଓ ଏକାଧିକ ଉତପ୍ତ ବାଷ୍ପ (ପ୍ଲାଜମା)କୁ ନେଇ ଗଠିତ । ଏହାର ପରିସର ୧୩୯୨୦୦୦ କିମି.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ବର୍ଷଣ (Precipitation) ଏକ ପ୍ରାକୃତିକ ପ୍ରକ୍ରିୟା । ଏହି ପ୍ରକ୍ରିୟାରେ ଜଳ କଠିନ କିମ୍ବା ତରଳ ଅବସ୍ଥାରେ ଭୂପୃଷ୍ଠରେ ପଡ଼ିଥାଏ । ମେଘରେ ଥିବା ଜଳକଣା ବା ତୁଷାରକଣାଗୁଡ଼ିକ ଏତେ କ୍ଷୁଦ୍ର ଯେ ବହୁଦିନ ଧରି ଆକାଶରେ ଭାସି ବୁଲିଲେ ମଧ୍ୟ ତଳକୁ ଶୀଘ୍ର ଖସିପଡ଼ିବାର ସମ୍ଭାବନା ନ ଥାଏ । ଏହି ଜଳକଣା କିମ୍ବା ତୁଷାରକଣାଗୁଡ଼ିକ ଅଧିକ ଘନୀଭୂତ ହେଲେ ସେମାନଙ୍କର ଆକାର ବୃଦ୍ଧି ପାଇ ଓଜନିଆ ହେବା ଯୋଗୁଁ ସେଗୁଡ଼ିକ ତଳେ ଖସିପଡ଼ିଥାଏ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
କାନ ଏକ ଶ୍ରବଣ ଅଙ୍ଗ ଯାହା ଯାହା ସ୍ତନ୍ୟପାୟୀ ପ୍ରାଣୀଙ୍କର ଥାଏ ଓ ଏହଦ୍ୱାରା ସେମାନେ ଶବ୍ଦ ଶୁଣି ପାରନ୍ତି । ଏହା ଠାରୁ ଅନେକ ଅଧିକ କାମ କାନଦ୍ୱାରା ସାଧିତ ହୁଏ । ଦେହର ସନ୍ତୁଳନ (Balance) ଓ ପୋଜିସନ ରକ୍ଷା କରିବା ମଧ୍ୟ ଏହାର କାମ । ଶ୍ରବଣ ମଣ୍ଡଳର ଏହା ଏକ ଅଂଶ । ବାହ୍ୟ କର୍ଣ୍ଣର ବାହାରକୁ ଦେଖାଯାଉଥିବା ଅଂଶକୁ ଓଡ଼ିଆ ଭାଷାରେ କାନ କୁହାଯାଏ ଯାହାକୁ ଇଂରାଜୀରେ ପିନ୍ନା ବା ଅରିକ୍ଲ (pinna) କୁହାଯାଏ ଓ ଏହା ମଧ୍ୟରେ ଏକ କେନାଲ ବା ନଳୀ ଦେଖାଯାଏ ଯାହାକୁ କାନ ନଳୀ ବା ଇଅର କେନାଲ ear canal କୁହାଯାଏ । ଅଧିକାଂଶ ପ୍ରାଣୀଙ୍କର ବାହାରକୁ ଦେଖାଯାଉଥିବାରୁ ଏହି ଅଂଶକୁ ମୁଖ୍ୟତଃ କାନ କହନ୍ତି । ଶ୍ରବଣ ଯନ୍ତ୍ରର ଏହା ପ୍ରଥମ ଅଙ୍ଗ । ମୁଣ୍ଡର ଦୁଇ ପାଖରେ ସମ ଭାବ ଅବସ୍ଥିତିରେ ଦୁଇଟି କାନ ଥାଏ ଯାହାଦ୍ୱାରା ଏହି ବ୍ୟବସ୍ଥାଦ୍ୱାରା ଶବ୍ଦ ଆସୁଥିବା ସ୍ଥାନ ଜାଣିହୁଏ ।
ସାଧୁ ମେହେର (ଜନ୍ମ ୧ ଜାନୁଆରୀ ୧୯୪୦) ଜଣେ ପଦ୍ମଶ୍ରୀ ସମ୍ମାନିତ ଅଭିନେତା, ନିର୍ଦ୍ଦେଶକ, ଲେଖକ ଓ ପ୍ରଯୋଜକ ।ସାଧୁ, ୧୯୪୦ ମସିହା ଜାନୁଆରୀ ପହିଲା ତାରିଖରେ ବୌଦ୍ଧ ଜିଲ୍ଲାର ଗୁଡଭେଲିପଦର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଜଣେ ବୁଣାକାର ଥିଲେ । ସୋନପୁର ସହରରେ ସେ ନିଜର ବିଦ୍ୟାଳୟ ଶିକ୍ଷା ଆରମ୍ଭ କରିଥିଲେ । ପିଲାଦିନରୁ ସେ ଅଭିନୟ ପ୍ରତି ଆକର୍ଷିତ ଥିଲେ । ଅଭିନୟରେ ସେ ଏପରି ମଗ୍ନ ଥିଲେ ଯେ, ମଞ୍ଚରେ ଅଭିନୟ କରୁଥିବା ସମୟରେ ତାଙ୍କୁ ପିତାଙ୍କ ମୃତ୍ୟୁଖବର ମିଳିଥିଲା, କିନ୍ତୁ ସେ ମଞ୍ଚଛାଡ଼ି ନଯାଇ ଅଭିନୟ ସମାପ୍ତ କରିଥିଲେ । ସ୍ନାତକ ଶିକ୍ଷାପରେ, ସେ କଲିକତାର ରବୀନ୍ଦ୍ର ଭାରତୀ ଯାଇଥିଲେ ଅଭିନୟରେ ଡିପ୍ଲୋମା କରିବା ପାଇଁ । ସେଠାରେ, ମଞ୍ଚ ଓ ସିନେମା ପ୍ରଭାବରେ ତାଙ୍କ ଜୀବନର ଗତିପଥ ପରିବର୍ତ୍ତନ ହୋଇଥିଲା । ସେ ପୁନାର ଫିଲ୍ମ ଏଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଯାଇ ଅଭିନୟରେ ଡିପ୍ଲୋମା ହାସଲ କରିଥିଲେ । ତାପରେ ସେ ଥିଏଟରରେ ଯୋଗଦେଲେ ଓ ସତ୍ୟଦେବ ଦୁବେଙ୍କ ନିର୍ଦ୍ଦେଶନାରେ ଅନେକ ନାଟକରେ ଅଭିନୟ କରିଥିଲେ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଜେମ୍ସ ୱାଟ ୱାଟ ହେଉଛନ୍ତି ଜଣେ ସ୍କଟଲ୍ୟାଣ୍ଡୀୟ ଉଦ୍ଭାବକ ଓ ଯନ୍ତ୍ର ବିଜ୍ଞାନୀ । ବାଷ୍ପଚାଳିତ ଯନ୍ତ୍ରରେ ସେ କରିଥିବା ଉନ୍ନତି ଶିଳ୍ପ ବିପ୍ଳବ ସମୟରେ ଏକ ନୂତନ ଦିଗ ଉନ୍ମୋଚନ କରିଥିଲା ।ଗ୍ଲାସ୍ଗୋ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ସେ ବାଷ୍ପଚାଳିତ ଯନ୍ତ୍ର ପ୍ରତି ଆଗ୍ରହୀ ହେଲେ । ସେ ଅନୁଭବ କଲେ ଯେ ତତ୍କାଳୀନ ଯନ୍ତ୍ର ଅନେକ ଶକ୍ତି ଅପଚୟ କରୁଛନ୍ତି । ସେ ଯନ୍ତ୍ରରେ ଏମିତି ପରିବର୍ତ୍ତନ କଲେ ଯାହା କାର୍ଯ୍ୟଦକ୍ଷତା ବଢାଇବା ସହ ଶକ୍ତି ମଧ୍ୟ ସଞ୍ଚୟ କଲା ।
ପୌଷ ପୂର୍ଣ୍ଣିମା କୃଷି ସମ୍ବନ୍ଧିତ ଏକ ସାମାଜିକ ପର୍ବ, ବ୍ରତ ବା ଓଷାପୂଜାର ଉପାଖ୍ୟାନ ଏହା ସହ ଜଡ଼ିତ ନଥାଏ । ପ୍ରଥମ ପାଚିଲା ଧାନକୁ ନେଇ ଓଡ଼ିଶାରେ ନୂଆଁଖାଇ ପାଳିତ ହେଲା ପରି ଫସଲ ଅମଳ ହେବା ପରେ ପୌଷ ମାସର ପୂର୍ଣ୍ଣିମାକୁ ପୁଷ୍ପୁନି ବା ଛେର୍ଛେରା ଭାବେ ଓଡ଼ିଶାର ପଶ୍ଚିମାଞ୍ଚଳରେ ଏକ ଗଣପର୍ବ ରୂପେ ପାଳନ କରାଯାଏ । ପୂର୍ଣ୍ଣମୀ ରାତିସାରା ପଶ୍ଚିମ ଓଡ଼ିଶାର ଗାଁମାନଙ୍କରେ ନୃତ୍ୟ-ଗୀତର ଆସର ଜମିଥାଏ । ଏପ୍ରକାର ଆନନ୍ଦ ଉଲ୍ଲାସରେ ଆବାଳ ବୃଦ୍ଧବନିତା ଅଂଶୀଦାର ଥାଆନ୍ତି ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ପଦାର୍ଥ ବିଜ୍ଞାନ (ପ୍ରାଚୀନ ଗ୍ରୀକ୍ ରୁ: φυσική (ἐπιστήμη), ରୋମାନ ଭାଷାରେ: ଫିଜିକ୍ (epistḗmē), ସାହିତ୍ୟ: 'ପ୍ରକୃତିର ଜ୍ଞାନ', ýσις ଫିସିସ୍ 'ପ୍ରକୃତି' ରୁ) ଏକ ପ୍ରାକୃତିକ ବିଜ୍ଞାନ ଯାହା ବସ୍ତୁ, ସ୍ଥାନ ଏବଂ ସମୟ ମାଧ୍ୟମରେ ଏହାର ଗତି ଏବଂ ଆଚରଣ, ଏବଂ ଶକ୍ତି ଏବଂ ବଳର ସମ୍ପୃକ୍ତ ସଂସ୍ଥାଗୁଡ଼ିକୁ ଅଧ୍ୟୟନ କରେ । ପଦାର୍ଥ ବିଜ୍ଞାନ ହେଉଛି ଏକ ମୌଲିକ ବୈଜ୍ଞାନିକ ଶୃଙ୍ଖଳା, ଏବଂ ଏହାର ମୂଳ ଲକ୍ଷ୍ୟ ହେଉଛି ବ୍ରହ୍ମାଣ୍ଡ କିପରି ବ୍ୟବହାର କରେ ତାହା ବୁଝିବା ।
ଟାଇଫଏଡ ଜ୍ୱର ବା ଟାଇଫଏଡ ବା ଆନ୍ତ୍ରିକ ଜ୍ୱର ବା ଅନ୍ତ୍ର ଜ୍ୱର ଭାବରେ ପରିଚିତ, (ଇଂରାଜୀରେ Typhoid fever, ବା typhoid), ସାଲମୋନେଲା ଟାଇଫି ନାମକ ଜୀବାଣୁ ସଂକ୍ରମଣଦ୍ୱାରା ହୁଏ । ଏହି ରୋଗ ଅନ୍ୟ ରୋଗୀ ସଂସ୍ପର୍ଶର ଆସିବାର ୬ରୁ ୩୦ ଦିନ ପରେ ଆରମ୍ଭ ହୁଏ ଓ ମଧ୍ୟମ ବା ଗମ୍ଭୀର ଧରଣର ହୋଇପାରେ । ଏହି ଜ୍ୱର କିଛି ଦିନ ଧରି ହୁଏ ଓ ଧୀରେ ଧୀରେ ବଢ଼ିଚାଲେ । ଏହି ରୋଗରେ ସାଧାରଣତଃ ଦୁର୍ବଳ ଲାଗେ, ପେଟରେ କଷ୍ଟ ହୁଏ, କୋଷ୍ଠକାଠିନ୍ୟ ଓ ମୁଣ୍ଡବଥା ହୁଏ । ତରଳ ଝାଡ଼ା ଓ ବାନ୍ତି ସାଧାରଣତଃ ହୁଏ । କେତେକ ଲୋକଙ୍କର ଚର୍ମରେ ଗୋଲାପି ରାସ ଦେଖାଯାଏ । ରୋଗ ଗମ୍ଭୀର ହେଲେ ବିଚଳିତ ହେବା ଦେଖାଯାଏ । ଚିକିତ୍ସିତ ନ ହେଲେ ସପ୍ତାହ ସପ୍ତାହ ଓ ମାସ ମାସ ଧରି ରୋଗ ଲାଗିରହେ । କେତେକ ଲୋକ ଦେହରେ ଜୀବାଣୁ ଥାଏ କିନ୍ତୁ ସେମାନଙ୍କୁ ରୋଗ ହୁଏ ନାହିଁ; ସେମାନଙ୍କୁ କ୍ୟାରିଅର କୁହାଯାଏ ଓ ତାଙ୍କର ଅନ୍ୟକୁ ସଂକ୍ରମିତ କରିବା ଶକ୍ତି ଥାଏ । ପାରାଟାଇଫଏଡ ଜ୍ୱର ଭଳି ଟାଇଫଏଡ ଜ୍ୱର ଏକ ପ୍ରକାର ଆନ୍ତ୍ରିକ ଜ୍ୱର । ଟାଇଫଏଡ ରୋଗ ସାଲମୋନେଲା ଟାଇଫି ବା ସାଲମୋନେଲା ଏଣ୍ଟେରିକା ସେରୋଟାଇପ ଟାଇଫି ଜୀବାଣୁଦ୍ୱାରା ହୁଏ ଓ ଏହି ଜୀବାଣୁ ଅନ୍ତନଳୀ ଓ ରକ୍ତରେ ବଢ଼େ । ସଂକ୍ରମିତ ବ୍ୟକ୍ତିର ମଳ ସହିତ ଅପମିଶ୍ରିତ ଖାଦ୍ୟ ବା ପାନୀୟ ଗ୍ରହଣ କଲେ ଏହି ରୋଗ ବ୍ୟାପେ । ସଙ୍କଟ କାରକଙ୍କର ନାମ: ଦରିଦ୍ର ପରିଚ୍ଛନ୍ନତା, ଓ ଦରିଦ୍ର ସ୍ୱାସ୍ଥ୍ୟରକ୍ଷା । ବିକାଶଶୀଳ ଦେଶମାନଙ୍କୁ ଗଲେ ଏହି ସଙ୍କଟ ରହେ । ଜୀବମାନଙ୍କ ମଧ୍ୟରେ କେବଳ ମାନବକୁ ଏହି ରୋଗ ହୁଏ । ଜୀବାଣୁ କଲଚର କରି ଓ ରକ୍ତ, ମଳ ବା ଅସ୍ଥିମଜ୍ଜାରେ ତାହାର ଡିଏନଏ ମିଳିଲେ ରୋଗ ନିର୍ଣ୍ଣୟ ହୁଏ । ଜୀବାଣୁ କଲଚର କଷ୍ଟସାଧ୍ୟ ଅଟେ । ଅସ୍ଥିମଜ୍ଜା ପରୀକ୍ଷା ନିର୍ଣ୍ଣୟାତ୍ମକ । ଏହାର ଲକ୍ଷଣ ଅନ୍ୟାନ୍ୟ ସଂକ୍ରାମକ ରୋଗ ସହିତ ପ୍ରାୟ ସମାନ । ଟାଇଫସ ଏକ ଅଲଗା ରୋଗ । ଟାଇଫଏଦ ଟିକାଦ୍ୱାରା ପ୍ରାୟ ୫୦ରୁ ୭୦ % ରୋଗ ପ୍ରତିଷେଧ ହୋଇପାରେ । ସାତ ବର୍ଷ ପର୍ଯ୍ୟନ୍ତ ଏହି ଟିକା କାର୍ଯ୍ୟକାରୀ ହୁଏ । ରୋଗ ସଙ୍କଟାପନ୍ନ ଲୋକକୁ ବା ରୋଗ ଯେଉଁଠାରେ ସାଧାରଣତଃ ହୁଏ, ସେହି ସ୍ଥାନକୁ ଯାଉଥିବା ଲୋକକୁ ଟିକା ଦିଆଯାଏ । ଏହି ରୋଗରୁ ରକ୍ଷା ପାଇବା ନିମନ୍ତେ ବିଶୁଦ୍ଧ ପାନୀୟ ଜଳ ପିଇବା, ଉନ୍ନତ ପରିଚ୍ଛନ୍ନତା ଓ ଉତ୍ତମ ହାତଧୁଆ ଆବଶ୍ୟକ । ନିଧାର୍ଯ୍ୟ ଭାବରେ ରୋଗ ନ ଥିବା ଜଣାପଡ଼ିବା ପର୍ଯ୍ୟନ୍ତ ସଂକ୍ରମିତ ବ୍ୟକ୍ତି କାହାନିନ୍ତେ ଖାଦ୍ୟ ପ୍ରସ୍ତୁତ କରିବା ଅନୁଚିତ । ଆଜିଥ୍ରୋମାଇସିନ, ଫ୍ଲୋରୋକୁଇନୋଲିନ ବା ତୃତୀୟ ପିଢ଼ି ସେଫାଲୋସ୍ପୋରିନ ଭଳି ଆଣ୍ଟିବାୟୋଟିକ ଦିଆଯାଏ । କେତେକ ଆଣ୍ଟିବାୟୋଟିକ ପ୍ରତି ଜୀବାଣୁ ପ୍ରତିରୋଧ ହେବାରୁ ଚିକିତ୍ସା କଷ୍ଟସାଧ୍ୟ ହେଉଛି । ସନ ୨୦୧୦ରେ ୨୭ ନିୟୁତ କେଶ ରିପୋର୍ତ ହୋଇଥିଲା । ଏହି ରୋଗ ଭାରତରେ ଅତି ସାଧାରଣ ଓ ପିଲାମାନଙ୍କୁ ଅଧିକ ହୁଏ । ପରିମଳ ଓ ଆଣ୍ଟିବାୟୋଟିକ ଯୋଗୁ ବିକଶିତ ଦେଶମାନଙ୍କରେ ସନ ୧୯୪୦ରେ ଏହି ରୋଗ ହାର କମିଯାଇଥିଲା । ଆମେରିକାରେ ବାର୍ଷିକ ୬,୦୦୦ ଲୋକ ରୋଗାକ୍ରାନ୍ତ ହୁଅନ୍ତି ଓ ୪୦୦ କେଶ ରିପୋର୍ଟ ହୁଏ । ସନ୧୯୯୦ରେ ୧୮୧,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ଏହା କମିଯାଏ ୧୬୧,୦୦୦ ମୃତ୍ୟୁ (ପୃଥିବୀର ୦.୩ %) ହୋଇଥିଲା । ବିନା ଚିକିତ୍ସାରେ ମୃତ୍ୟୁ ସଙ୍କଟ ୨୫ % ରହୁଥିବାବେଳେ ଉପଯୁକ୍ତ ଚିକିତ୍ସାରେ ଏହି ହାର ମାତ୍ରା ୧ରୁ ୪ % ହୁଏ । ଟାଇଫସ ରୋଗ ଲକ୍ଷଣ ସାଥୀରେ ସାମଞ୍ଜସ୍ୟ ଥିବାରୁ ଏହାର ନାମ ଟାଇଫଏଡ ହୋଇଛି ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଇତିହାସ ( ଗ୍ରୀକ୍ରୁ ἱστορίαcode: el is deprecated , "historia" ଯାହାର ଅର୍ଥ ହେଉଛି "ଅନୁସନ୍ଧାନ; ଅନୁସନ୍ଧାନଦ୍ୱାରା ପ୍ରାପ୍ତ ଜ୍ଞାନ ") ହେଉଛି ଅତୀତର ଅଧ୍ୟୟନ | ଲେଖିବା ପଦ୍ଧତିର ଉଦ୍ଭାବନ ପୂର୍ବରୁ ଉପୁଜୁଥିବା ଇଭେଣ୍ଟସମୂହ ବିବେଚିତ ହୋଇଥାଏ prehistory । "ଇତିହାସ" ହେଉଛି ଏକ ଛତା ଶବ୍ଦ (umbrella term) ଯାହା ଅତୀତର ଘଟଣା ସହିତ ସ୍ମୃତି, ଆବିଷ୍କାର, ସଂଗ୍ରହ, ସଂଗଠନ, ଉପସ୍ଥାପନା, ଏବଂ ଏହି ଘଟଣାଗୁଡ଼ିକ ବିଷୟରେ ସୂଚନାର ବ୍ୟାଖ୍ୟା ସହିତ ଜଡିତ | ଐତିହାସିକ ଉତ୍ସଗୁଡିକ ବ୍ୟବହାର କରି ଐତିହାସିକମାନେ ଅତୀତକୁ ସ୍ଥାନିତ କରନ୍ତି ଯେପରିକି ଲିଖିତ ଡକ୍ୟୁମେଣ୍ଟ୍, ମୋଉଖିକ ଆକାଉଣ୍ଟ୍, ଇକୋଲୋଜିକାଲ୍ ମାର୍କର୍ ଏବଂ କଳା ଏବଂ କଳାକୃତି ସହିତ ବସ୍ତୁ |