ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ୟୁକ୍ଲିଡ୍ (; ପ୍ରାଚୀନ ଗ୍ରୀକ: Εὐκλείδηςcode: grc is deprecated Eukleidēs; ପ୍ରାୟ ଖ୍ରୀ.ପୂ ୩୨୫-ଖ୍ରୀ.ପୂ.୨୬୫) ଜଣେ ଗ୍ରୀକ୍ ଗଣିତଜ୍ଞ ଥିଲେ । ସେ ମିଶରର ଆଲେକ୍ଜାଣ୍ଡ୍ରିଆରେ ଥିଲେ ଓ ଆଲେକ୍ଜାଣ୍ଡ୍ରିଆ ପାଠାଗାରରେ କାମ କରୁଥିଲେ । ତାଙ୍କ ବିଷୟରେ କମ୍ ଜଣାଅଛି, କିନ୍ତୁ ବିଶ୍ୱାସ କରାଯାଏ ଯେ ସେ ଟଲେମି ୧ମ ଙ୍କର ସମସାମୟିକ । ତାଙ୍କର ଜନ୍ମସ୍ଥାନ ଓ ସମୟ ଜଣା ନାହିଁ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ବିଖ୍ୟାତ ଜର୍ମାନ ଗଣିତଜ୍ଞ । ସେଟ୍ ତତ୍ୱର ଉଦ୍ଭାବକ ଭାବେ ପ୍ରସିଦ୍ଧ । ଜୀବନୀ-1970 ଦଶକ ପର୍ଯ୍ୟନ୍ତ, କ୍ୟାଣ୍ଟର ଉପରେ ମୁଖ୍ୟ ଏକାଡେମିକ୍ ପ୍ରକାଶନଗୁଡ଼ିକ ଆର୍ଥର୍ ମୋରିଜ୍ ଶୋନ୍ଫ୍ଲାଇସ୍ (1927) ଙ୍କ ଦ୍ୱାରା କ୍ଷୁଦ୍ର ମନୋଗ୍ରାଫ୍ ଥିଲା - ମୁଖ୍ୟତ M ମିଟାଗ୍-ଲେଫଲର - ଏବଂ ଫ୍ରେଙ୍କେଲ (1930) ସହିତ ଚିଠି | ଉଭୟ ଦ୍ୱିତୀୟ ଏବଂ ତୃତୀୟ ହାତରେ ଥିଲେ; କିମ୍ବା ତାଙ୍କ ବ୍ୟକ୍ତିଗତ ଜୀବନରେ ଅଧିକ କିଛି ନଥିଲା | ଏହି ଫାଙ୍କଟି ମୁଖ୍ୟତ Eric ଏରିକ୍ ମନ୍ଦିର ବେଲର ମେନ ଅଫ୍ ଗଣିତ (1937) ଦ୍ୱାରା ପୂର୍ଣ୍ଣ ହୋଇଥିଲା, ଯାହା କାଣ୍ଟୋରଙ୍କ ଆଧୁନିକ ଜୀବନୀ ମଧ୍ୟରୁ ଜଣେ “ବୋଧହୁଏ ଗଣିତ ଇତିହାସରେ ବହୁଳ ଭାବରେ ପଢ଼ାଯାଇଥିବା ଆଧୁନିକ ପୁସ୍ତକ” ଭାବରେ ବର୍ଣ୍ଣନା କରିଥିଲେ; ଏବଂ "ସବୁଠାରୁ ଖରାପ" ଭାବରେ | ବେଲ ତାଙ୍କ ପିତାଙ୍କ ସହ ଓଡିପାଲ ଭାବରେ କ୍ୟାଣ୍ଟରଙ୍କ ସମ୍ପର୍କ, କ୍ରୋନେକରଙ୍କ ସହିତ ଦୁଇ ଯିହୁଦୀଙ୍କ ମଧ୍ୟରେ rel ଗଡ଼ା ଏବଂ କ୍ୟାଣ୍ଟରଙ୍କ ପାଗଳତା ତାଙ୍କ ଗଣିତ ପାଇଁ ଗ୍ରହଣ କରିବାରେ ବିଫଳ ହେବା କାରଣରୁ ରୋମାଣ୍ଟିକ ନିରାଶା ଭାବରେ ଉପସ୍ଥାପନ କରିଥିଲେ | ଗ୍ରେଟାନ୍-ଗିନିଜ୍ (1971) ଜାଣିବାକୁ ପାଇଲେ ଯେ ଏହି ଦାବିଗୁଡିକ ମଧ୍ୟରୁ କ true ଣସିଟି ସତ୍ୟ ନୁହେଁ, କିନ୍ତୁ ଅନ୍ୟ କ nar ଣସି କାହାଣୀର ଅନୁପସ୍ଥିତି ହେତୁ ସେଗୁଡିକ ମଧ୍ୟବର୍ତ୍ତୀ ସମୟର ଅନେକ ପୁସ୍ତକରେ ମିଳିପାରେ | ବେଲ ଠାରୁ ସ୍ୱାଧୀନ କିମ୍ବଦନ୍ତୀ ଅଛି - ଯେଉଁଥିରେ କ୍ୟାଣ୍ଟରଙ୍କ ପିତାଙ୍କୁ ଏକ ପ୍ରତିଷ୍ଠାତା ବୋଲି କୁହାଯାଏ, ଅଜ୍ଞାତ ପିତାମାତାଙ୍କ ଦ୍ୱାରା ପିଟର୍ସବର୍ଗକୁ ପଠାଯାଇଥିଲା | ଜୋସେଫ ଡାଉବେନଙ୍କ ଜୀବନୀରେ ବେଲଙ୍କ ପୁସ୍ତକର ଏକ ସମାଲୋଚନା ରହିଛି। ଡାବନ୍ ଲେଖିଛନ୍ତି: କ୍ୟାଣ୍ଟର ତାଙ୍କର କେତେକ ଭିଟୁପେରେଟିଭ୍ ଚିଠି, ଏବଂ ବିଟ୍ରାଜ୍ ର ଏକ ଅଂଶକୁ ଉତ୍ସର୍ଗ କରିଥିଲେ, ଯାହା ଥୋମା, ଡୁ ବୋଇସ୍ ରେମଣ୍ଡଙ୍କ କାର୍ଯ୍ୟ ମାଧ୍ୟମରେ ଜର୍ମାନୀରୁ ବ୍ୟାପିଥିବା 'ଗଣିତର ଅସୀମ କଲେରା ବ୍ୟାକିଲସ୍' ଭାବରେ ସେ ବର୍ଣ୍ଣନା କରିଥିଲେ। ଏବଂ ଷ୍ଟୋଲଜ୍, ଇଟାଲୀୟ ଗଣିତକୁ ସଂକ୍ରମିତ କରିବା ପାଇଁ ...
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥନୀତିୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥନୀତିୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇଲିୟମ୍ ହାର୍ବେ ଜଣେ ଜଣାଶୁଣା ଡ଼ାକ୍ତର ଥିଲେ ଏବଂ ଶରୀର ବିଜ୍ଞାନ ତାଙ୍କର ପ୍ରିୟ ବିଷୟ ଥିଲା । ଆମ ଶରୀରରେ ରକ୍ତପ୍ରବାହ ହୁଏ ବୋଲି ପ୍ରଥମେ ସେ ମତଦେଇଥିଲେ ଏବଂ ଏ ବାବଦରେ ଗବେଷଣା ମଧ୍ୟ କରିଥିଲେ । ତାଙ୍କର ଗବେଷଣାକୁ ସେ ସମୟର ରୁଢ଼ିବାଦୀ ସମାଜ ସହଜରେ ଗ୍ରହଣ କରିପାରିନଥିଲା । ତାଙ୍କୁ ପାଗଳ,ନାସ୍ତିକ ଏବଂ ମୂର୍ଖ ଡାକ୍ତର କହି ପ୍ରଚାର କରାଯାଉଥିଲା । ଖ୍ରୀଷ୍ଟିଆନ ଧର୍ମ ସମର୍ଥକ ତାଙ୍କ ବିରୋଧୀ ହୋଯାଇଥିଲେ କିନ୍ତୁ ହାର୍ବେ ଥିଲେ ସ୍ଥିତପ୍ରଜ୍ଞ । ଶେଷରେ ତାଙ୍କ ମୃତ୍ୟୁ ପରେ ତାଙ୍କ ନାମରେ ଇଁଲଣ୍ଡରେ ଏକ ଡ଼ାକ୍ତରଖାନା ନିର୍ମାଣ ହୋଇଥିଲା ଏବଂ ୪ ବର୍ଷପରେ ତାଙ୍କ ଥିଓରୀକୁ ରୁଢ଼ିବାଦୀ ସମାଜଦ୍ୱାରା ଗ୍ରହଣ କରାଯାଇଥିଲା ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କାର୍ତ୍ତିକମାସ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଥାଏ । ଏହା ସୁନାବେଶର ଅନୁରୂପ । ଅତୀତରେ ଓଡ଼ିଶାର ବହୁ ରାଜା , ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଠାକୁରମାନଙ୍କର ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ । ମୟୁରଭଞ୍ଜର ରାଜା ଓ ପାରଳାଖେମୁଣ୍ଡି ରାଜ୍ୟର ଗଜପତିମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଠାକୁରମାନଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରି ମହାପ୍ରଭୁଙ୍କୁ ସୁନିଆ ଭେଟିଦେଇ ମହୋତ୍ସବ କରାଉଥିବା ଜଣାଯାଏ । ଉତ୍କଳର ରାଜା ସାମନ୍ତରାଜାଙ୍କ ପକ୍ଷେ ଏହି ବେଶ ଅତ୍ୟନ୍ତ ପବିତ୍ର ଓ ଦର୍ଶନୀୟ ଥିଲା ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଗୁରୁ ନାନକ ଲାହୋର ନିକଟବର୍ତ୍ତୀ ଏକ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଅଲ୍ପ ବୟସରେ ସଂସାର ତ୍ୟାଗ କରି ଧର୍ମଜ୍ଞାନ ଲାଭ ନିମିତ୍ତ ଭାରତର ନାନା ସ୍ଥାନ ପରିଦର୍ଶନ କରିଥିଲେ । କଥିତ ଅଛି, ସେ ଇସଲାସ ଧର୍ମର ମୂଳତତ୍ତ୍ୱ ଅବଗତ ହେବା ନିମିତ୍ତ ସୁଦୂର ମକ୍କା ଓ ବାଗଦାଦକୁ ଯାତ୍ରା କରିଥିଲେ । ଶେଷ ଜୀବନରେ ସେ ପଞ୍ଜାବର କର୍ତ୍ତତପୁର ନାମକ ସ୍ଥାନରେ ଅବସ୍ଥାନ କରି ସ୍ୱ ଧର୍ମମତ ପ୍ରଚାର କରିଥିଲେ । ୧୫୩୮ ଖ୍ରୀଷ୍ଟାବ୍ଦରେ ଦେହ ତ୍ୟାଗ କରିଥିଲେ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଏହି ଲେଖାଟି ଗୋଦାବରୀଶ ମହାପାତ୍ରଙ୍କ ଲିଖିତ କାହାଣୀ ମାଗୁଣିର ଶଗଡ଼ ବାବଦରେ । ଅନ୍ୟ ବ୍ୟବହାର ନିମନ୍ତେ ମାଗୁଣିର ଶଗଡ଼ (କଥାଚିତ୍ର) ଦେଖନ୍ତୁ ।ମାଗୁଣିର ଶଗଡ଼ ଗୋଦାବରୀଶ ମହାପାତ୍ରଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଗାଁକୁ ମଟର ଚାଳିତ ବସ ଆସିବା ଯୋଗୁ ଶଗଡ଼ ଚାଳକ ମାଗୁଣିର ଅବସ୍ଥା କିପରି ହୁଏ, ଏହି ବିଷୟବସ୍ତୁକୁ ନେଇ ଉପନ୍ୟାସଟି ଲିଖିତ । ଏହି କାହାଣୀକୁ ନେଇ ୨୦୦୧ ମସିହାରେ ପ୍ରଫୁଲ୍ଲ ମହାନ୍ତି ଏକ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଶାସନର ଉତ୍ଥାନ କାଳରେ ବୋଇତସବୁ ପୁରାତନ କଳିଙ୍ଗରେ ତିଆରି ବିଶାଳ ନାଆ ଓ ଜାହାଜକୁ ବୁଝାଇଥାଏ । କଳିଙ୍ଗର ସମୁଦ୍ରମୁଖୀ ଅଞ୍ଚଳ ଯଥା ଓଡ଼ିଶା ଓ ପଶ୍ଚିମ ବଙ୍ଗ ଓ ଆନ୍ଧ୍ର ପ୍ରଦେଶରେ ଅନେକ ପ୍ରମୁଖ ବନ୍ଦର ଥିବା ହେତୁ ସେଠାରେ ବୋଇତସବୁ ବ୍ୟବହାର କରାଯାଉଥିଲା । ପୁରାତନ ବଣିକମାନେ କଳିଙ୍ଗରୁ ଏହି ବୋଇତରେ ବାଲି, ଜାଭା, ସୁମାତ୍ରା, ବୋର୍ଣ୍ଣିଓ, ଶ୍ରୀଲଙ୍କା, ମାଲେସିଆ, ଭିଏତନାମ, ଥାଇଲାଣ୍ଡ, କାମ୍ବୋଡ଼ିଆ, ଫିଲିପାଇନ୍ସ ଓ ଚୀନ ଆଦି ଦୂର ଦେଶମାନଙ୍କୁ ବେପାର ବଣିଜ ଓ ସାଂସ୍କୃତିକ କାରବାର ପାଇଁ ଯାତ୍ରା କରୁଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ୱାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଅରୁନ୍ଧତୀ ରାୟେ (ଜନ୍ମ: ୨୪ ନଭେମ୍ବର, ୧୯୬୧) ଇଂରାଜୀର ସୁପ୍ରସିଦ୍ଧ ଲେଖିକା ଏବଂ ସମାଜ ସେବୀ ଅଟନ୍ତି । ସେ ମଧ୍ୟ କିଛି ଫିଲ୍ମରେ କାମ କରିଛନ୍ତି । (ଦି ଗଡ଼ ଅଫ ସ୍ମଲ ଥିଙ୍ଗ) ପାଇଁ (ବୁକର ପୁରସ୍କାର) ପ୍ରାପ୍ତ ଅରୁନ୍ଧତୀ ରାୟେ ଲେଖିବା ଛଡା ନର୍ମଦା ବଞ୍ଚିବା ଆନ୍ଦୋଳନ ସହିତ ଭାରତର ଅନ୍ୟ ଜଣ ଆନ୍ଦୋଳନରେ ମଧ୍ୟ ଭାଗ ନେଇଥିଲେ । କାଶ୍ମୀରିକୁ ନେଇ ତାଙ୍କ ବିବାଦସ୍ପଦ ବୟାନ କାରଣରୁ ସେ କିଛି ସମୟ ଧରି ଚର୍ଚ୍ଚାରେ ରହିଥିଲେ ।