ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଗର୍ଭ ଅସୁସ୍ଥି, ଗର୍ଭାବସ୍ଥାର କତିପୟ ଲକ୍ଷଣମାନଙ୍କର ନାମ ଯେଉଁଥିରେ ଓକାଳ (nausea) ଓ ବାନ୍ତି (vomiting) ହୁଏ । ଓକାଳ ଓ ବାନ୍ତି ଦିନର ଯେ କୌଣସି ସମୟରେ ହୋଇପାରେ । ଗର୍ଭର ୪ରୁ ୧୬ ସପ୍ତାହ ମଧ୍ୟରେ ଏହି ଲକ୍ଷଣଗୁଡ଼ିକ ଦେଖାଯାଏ । ଗର୍ଭର ୨୦ ସପ୍ତାହ ପରେ ମଧ୍ୟ ୧୦% ମହିଳାଙ୍କର ଏହି ଲକ୍ଷଣ ଲାଗିରହେ । ଏହାର ଏକ ସାଂଘାତିକ ଅବସ୍ଥାକୁ ହାଇପରଏମେସିସ ଗ୍ରାଭିଡାରମ୍ (hyperemesis gravidarum) କୁହାଯାଏ ।ଗର୍ଭ ଅସୁସ୍ଥିର କାରଣ ଅଦ୍ୟାବଧି ଅଜ୍ଞାତ, କିନ୍ତୁ ପରିବର୍ତ୍ତିତ ହ୍ୟୁମ୍ୟାନ କୋରିଓନିକ ଗୋନାଡୋଟ୍ରଫିନ (human chorionic gonadotrophin) ହରମୋନ ସ୍ତର ସହିତ ଏହାର ସମ୍ପର୍କ ଥାଇପାରେ । କେତେକ ଲୋକ ପ୍ରସ୍ତାବ ଦିଅନ୍ତି; କ୍ରମବିକାଶ ମତବାଦ ଅନୁସାରେ ଏହା ଆବଶ୍ୟକ ହୋଇପାରେ । ଅନ୍ୟାନ୍ୟ ସମ୍ଭାବ୍ୟ କାରଣମାନ ତ୍ୟାଗ କଲାପରେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଗର୍ଭ ଅସୁସ୍ଥିରେ ଉଦର ଯନ୍ତ୍ରଣା (Abdominal pain), ଜ୍ୱର, ବା ମୁଣ୍ଡବଥା ହୁଏନାହିଁ ।ଗର୍ଭାବସ୍ଥା ହେବା ପୂର୍ବରୁ ଉପଯୁକ୍ତ ଜୀବସାର ଓ ଲବଣ ଖାଇଲେ ଏହି ଗର୍ଭ ଅସୁସ୍ଥି ସଙ୍କଟ ଦୂର ହୋଇଯାଇପାରେ । ସାମାନ୍ୟ ବେମାର ଥିଲେ କୌଣସି ନିର୍ଦ୍ଦିଷ୍ଟ ଖାଦ୍ୟ ନ ଦେଇ ନରମ ଆହାର ଦେଲେ ଯଥେଷ୍ଟ ହୁଏ । ଔଷଧ ଆବଶ୍ୟକ ହେଲେ ପ୍ରଥମରୁ ଡକ୍ସିଲାମିନ ଓ ପାଇରିଡକ୍ସିନ (doxylamine and pyridoxine) ମିଶ୍ରିତ ଦେବାକୁ ସୁପାରିସ କରାଯାଏ । ଅଦା ବ୍ୟବହାରର ଉପକାର ଥିବା ପ୍ରମାଣ ମିଳୁଛି । ସାଂଘାତିକ ଥିଲେ ଓ କୌଣସି ଉପଚାର କାର୍ଯ୍ୟକାରୀ ନ ହେଲେ ମିଥାଇଲ ପ୍ରେଡନିସୋଲୋନ ଦେଇ (methylprednisolone) ପରୀକ୍ଷା କରାଯାଇପାରେ । ଗର୍ଭିଣୀର ଓଜନ ହ୍ରାସ ହେଉଥିଲେ ନଳି ଖାଦ୍ୟ Tube feeding ଦିଆଯାଏ ।କିଛି ପରିମାଣରେ ୮୦% ଗର୍ଭିଣୀ ମହିଳାମାନେ ଗର୍ଭ ଅସୁସ୍ଥି ଭୋଗ କରନ୍ତି । ପ୍ରାୟ ୬୦% ମହିଳାଙ୍କର ବାନ୍ତି ହୁଏ । ୧.୬% ଗର୍ଭିଣୀଙ୍କର ହାଇପରଏମେସିସ ଗ୍ରାଭିଡାରମ୍ ହୁଏ । ଗର୍ଭ ଅସୁସ୍ଥି ହେଲେ ଜୀବନଚର୍ଯ୍ୟା ପ୍ରଭାବିତ ହୁଏ, କର୍ମଶୀଳତା କମିଯାଏ ଓ ସ୍ୱାସ୍ଥ୍ୟରକ୍ଷା ଖର୍ଚ୍ଚ ବଢ଼ିଯାଏ । ସାଧାରଣତଃ ସାମାନ୍ୟ ଓ ମଧ୍ୟମ ଧରଣର କେଶ୍ରେ ଶିଶୁ ଉପରେ କିଛି ପ୍ରଭାବ ପଡ଼େନାହିଁ । ସାଂଘାତିକ କେଶ୍ରେ ମଧ୍ୟ ଫଳାଫଳ ସାଧାରଣ ହୋଇପାରେ । ଅତିଶୟ କଷ୍ଟଦାୟକ ଲକ୍ଷଣ ପ୍ରକାଶ ପାଇଲେ କେତେକ ମହିଳା ଗର୍ଭପାତ କରିବାକୁ ପସନ୍ଦ କରନ୍ତି । ଅଧିକ ଜଟିଳ କେଶ୍ରେ ୱେର୍ନିକ ଏନସେଫାଲୋପାଥି (Wernicke encephalopathy) ବା ଏସୋଫେଜିଆଲ ଭାରିସେସ (esophageal rupture) ହୋଇପାରେ କିନ୍ତୁ କ୍ୱଚିତ ଏହି ରୋଗମାନ ହୁଅନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶେୟାର (ଇଂରାଜୀ ଭାଷାରେ Share) ହେଉଛି ମ୍ୟୁଚୁଆଲ ଫଣ୍ଡ, ଲିମିଟେଡ଼ ପାର୍ଟନରସିପ, ରିୟଲ ଇଷ୍ଟେଟ ଏବଂ ନିବେଶ ଟ୍ରଷ୍ଟର ଏକ ୟୁନିଟ । କର୍ପୋରେସନ କିମ୍ବା କମ୍ପାନୀର ଶେୟାର ରଖିଥିବା ବ୍ୟକ୍ତିଙ୍କୁ ସେହି ସଂସ୍ଥାର ଶେୟାରଧାରୀ ବା ଶେୟାରହୋଲଡର (Shareholder) କୁହାଯାଇଥାଏ । ଗୋଟିଏ ଶେୟାର, ଶେୟାରଧାରୀଙ୍କର ସେହି କମ୍ପାନୀର ମାଲିକାନାର ଏକପ୍ରକାର ପ୍ରତୀକ ଅଟେ । ଗୋଟିଏ ଶେୟାରର ମୂଳ ନାମିତ ମୂଲ୍ୟକୁ ଏହାର ଫେସ ଭାଲ୍ୟୁ (Face value) କୁହାଯାଇଥାଏ । ଉନ୍ମୋଚନ କରାଯାଇଥିବା ସମସ୍ତ ଶେୟାର ଗୁଡ଼ିକର ଫେସ ଭାଲ୍ୟୁ ମୂଲ୍ୟକୁ ଯୋଗକଲେ ସେହି କମ୍ପାନୀର ପୁଞ୍ଜି ବା କ୍ୟାପିଟାଲ ଅର୍ଥ ମିଳିଥାଏ, ଗୋଟିଏ ଶେୟାରର ଫେସ ଭାଲ୍ୟୁ, ବଜାର ମୂଲ୍ୟ ସହ ମେଳ ଖାଇପାରେ ନଖାଇ ବି ପାରେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟୀଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ( ସ୍ଥାପିତ : ୭ ଫେବୃଆରୀ ୧୯୮୭ ) ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ଅଧିନରେ କାର୍ଯ୍ୟ କରୁଥିବା ଏକ ଅନୁଷ୍ଠାନ । ଏହି ଏକାଡେମୀ ଏକ ସ୍ୱୟଂଶାସିତ ସୋସାଇଟି ଭାବରେ ସରକାରୀ ରେଜିଷ୍ଟ୍ରେସନ ଅଧିନିୟମ ୧୯୬୦ ଅଧିନରେ ପ୍ରତିଷ୍ଠିତ । ଏହା ଓଡ଼ିଶାରେ ଉର୍ଦ୍ଦୁ ଭାଷାର ପ୍ରଚାର ପ୍ରସାର ଓ ଲୋକପ୍ରି୍ୟତା ପାଇଁ କାର୍ଯ୍ୟ କରିଥାଏ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ବୈକଳ୍ପିକ ଚିକିତ୍ସା (ଇଂରାଜୀ ଭାଷାରେ Alternative medicine) ନାମ ପାଶ୍ଚାତ୍ୟ ଜଗତରେ ସେହି ସବୁ ଚିକିତ୍ସା ପଦ୍ଧତି ଗୁଡ଼ିକୁ କୁହାଯାଏ ଯାହା ପରମ୍ପରାଗତ ଚିକିତ୍ସା ପଦ୍ଧତି ଭିତରେ ରଖିବା ସମ୍ଭବ ନୁହେଁ, ବା “ଏମିତି ପଦ୍ଧତି ଯାହାକୁ ଏକ ସମାନ ରୂପରେ କେବେ ପ୍ରଭାବୀ ମାନନ୍ତି ନାହିଁ ।” ଏହାକୁ ପ୍ରାୟତଃ ସାକ୍ଷ୍ୟ ଆଧାରିତ ଚିକିତ୍ସା ପଦ୍ଧତି ରୂପରେ ଦେଖାଯାଏ ଏବଂ ଏଥିରେ ବୈଜ୍ଞାନିକ ଆଧାର ସ୍ଥାନରେ ଐତିହାସିକ ବା ସାଂସ୍କୃତିକ ଉପଚାର ପଦ୍ଧତିଗୁଡ଼ିକ ସାମିଲ ହୋଇଥାଏ । ଆମେରିକାର ନେସନାଲ ସେଣ୍ଟର ଫର କମ୍ପ୍ଲିମେଣ୍ଟାରୀ ଆଣ୍ଡ ଅଲ୍ଟରନେଟିଭ ମେଡିସିନରେ (National Center for Complementary and Alternative Medicine) (ଏନସୀସୀଏଏମ) (NCCAM) ଏମିତି ଉଦାହରଣର ଉଲ୍ଲେଖ ରହିଛି, ଯେଉଁଥିରେ ଅନ୍ୟ ପଦ୍ଧତି ଗୁଡ଼ିକର ଅତିରିକ୍ତ ପ୍ରାକୃତିକ ଚିକିତ୍ସା, ପାଦ-ଚିକିତ୍ସା (chiropractic), ଜଡ଼ି ବୁଟି ଚିକିତ୍ସା, ପାରମ୍ପରିକ ଚୀନା ଚିକିତ୍ସା ପଦ୍ଧତି, ଆୟୁର୍ବେଦ, ଧ୍ୟାନ, ଯୋଗ, ଜୈବ ପ୍ରତିପୁଷ୍ଟି, ସମ୍ମୋହନ, ହୋମିଓପାଥି, ଏକ୍ୟୁପଂକ୍ଚର ଏବଂ ପୋଷଣ-ଆଧାରିତ ଉପଚାର-ପଦ୍ଧତି ଗୁଡ଼ିକ ସାମିଲ ଅଟନ୍ତି । ଏହାକୁ ପ୍ରାୟତଃ ପୂରକ ଚିକିତ୍ସା ପଦ୍ଧତିହିସାବରେ ମାନ୍ୟତା ମିଳିଛି, ଯାହାର ସାମାନ୍ୟ ଅର୍ଥ ହେଉଛି, ମୁଖ୍ୟ ଧାରାରେ ଥିବା ଟେକନିକ ବା କୌଶଳର ସଂଯୋଗରେ ପ୍ରୟୋଗ କରା ଯାଉଥିବା ସମାନ ହସ୍ତକ୍ଷେପ, ଯେଉଁ ଗୁଡ଼ିକୁ ପୂରକ ତଥା ବୈକଳ୍ପିକ ଚିକିତ୍ସା ପଦ୍ଧତି ବା କେମ (CAM) ହିସାବରେ ପରିଗଣିତ କରାଯାଏ। ବୈକଳ୍ପିକ ଚିକିତ୍ସା ପଦ୍ଧତିର କିଛି ଅନୁସଂଧାନକର୍ତା ଏହି ସମୂହୀକରଣର ବିରୋଧ କରିଥାନ୍ତି ଏବଂ ଏଇ ବିଧିଗୁଡ଼ିକର ଭିତରେ ଫରକ ରଖିବା ପସଂଦ କରିଥାନ୍ତି, ତଥାପି ସେମାନେ କେମ (CAM) ଶବ୍ଦର ପ୍ରୟୋଗ କରିଥାନ୍ତି, ଯାହା ମାନକ ହୋଇ ସାରିଛି।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଚଉତିଶା ଏବଂ କୋଇଲି ପୁରାତନ ଓଡ଼ିଆ ସାହିତ୍ୟରେ ବ୍ୟବହାର ହେଉଥିବା ପଦାବଳି ଦେଖିବାକୁ ମିଳେ । ଚଉତିଶାରେ ‘କ'ରୁ ‘କ୍ଷ' ପର୍ଯନ୍ତ ୩୪ଟି ପଦରେ ରଚନା ଥିଲାବେଳେ କୋଇଲି ଗୁଡିକ ଏକ କୋଇଲିକୁ ସମ୍ବୋଧନ କରି ରଚନା କରାଯାଇଥାଏ । ପ୍ରାଚୀନତମ କେତୋଟି କବିତା ଉଭୟ କୋଇଲି ଏବଂ ଚଉତିଶାକୁ ନେଇ ରଚିତ । କବି ମାର୍କଣ୍ଡ ଦାସଙ୍କ କେଶବ କୋଇଲି ଏଶ୍ରେଣୀର ସର୍ବ ପ୍ରଥମ ରଚନା । କଂସର ନିମନ୍ତ୍ରଣରେ କୃଷ୍ଣ ଅକୃରଙ୍କ ସହ ମଥୁରା ଗଲାପରେ ଯଶୋଦାଙ୍କ ବିଳାପକୁ ନେଇ ଏହା ରଚିତ । ଏହି ପଦ୍ୟାବଳିରେ ଓଡ଼ିଆ ସମାଜରେ ଲୋକକଥନରେ ବ୍ୟବହାର ହେଉଥିଲା । ଆଦିମ କାଳରୁ ଇଂରାଜୀ ଶିକ୍ଷାର ପ୍ରଚଳନ ପର୍ଯ୍ୟନ୍ତ ପ୍ରତ୍ୟେକ ଚାଟଶାଳୀରେ ବର୍ଣ୍ଣମାଳା ଶିଖିବା ପରେ ପରେ ଏହାକୁ ପଢ଼ାଯାଉଥିଲା । କେଶବ କୋଇଲି ରଚିତ ହେବା ପରେ ପରେ ଅନେକ ଗୁଡିଏ କୋଇଲି-ଚଉତିଶା ଓଡ଼ିଆରେ ରଚିତ ହୋଇଛି । ସେଗୁଡିକ ମଧ୍ୟରେ ବଳରାମ ଦାସଙ୍କ କାନ୍ତ କୋଇଲି, ନାଥିଆ ଲୋକନାଥଙ୍କ ଜ୍ଞାନୋଦୟ କୋଇଲି ଆଦି ପ୍ରମୁଖ ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଗନରିଆ (ଇଂରାଜୀ ଭାଷାରେ Gonorrhea ବା gonorrhoea) ଏକ ଯୌନ ସଞ୍ଚାରିତ ସଂକ୍ରମଣ (sexually transmitted infection) ଯାହା ନାଇସେରିଆ ଗନରି (Neisseria gonorrhoeae) ଜୀବାଣୁଦ୍ୱାରା ସୃଷ୍ଟି ହୁଏ । ଅନେକ ଲୋକଙ୍କର କୌଣସି ଲକ୍ଷଣ ଦେଖାଯାଏ ନାହିଁ । ଲକ୍ଷଣ: ପୁରୁଷ ରୋଗୀଙ୍କର ଡିସୟୁରିଆ (burning with urination) ବା ପରିସ୍ରା କରିବାବେଳେ କଷ୍ଟ, ଯୌନାଙ୍ଗରୁ (ଶିଶ୍ନ ବା ପେନିସ) କ୍ଷରଣ ବା ଅଣ୍ଡକୋଷରେ ଯନ୍ତ୍ରଣା ହୁଏ । ମହିଳାମାନଙ୍କର ଯୌନାଙ୍ଗ କ୍ଷରଣ, ଯୋନୀପଥରୁ ରକ୍ତସ୍ରାବ (ଋତୁସ୍ରାବ ବ୍ୟତୀତ), ପେଲଭିସରେ କଷ୍ଟ ଓ ପରିସ୍ରା କରିବାବେଳେ କଷ୍ଟ ହୁଏ । ଏହି ରୋଗ ଜଟିଳ ହେଲେ ମହିଳାଙ୍କର ପେଲଭିକ ଇନଫ୍ଲାମେଟରି ଡିଜିଜ (pelvic inflammatory disease) ହୁଏ ଓ ପୁରୁଷଙ୍କର ଏପିଡିଡାଇମିସ ପ୍ରଦାହ (inflammation of the epididymis) ହୁଏ । ଚିକିତ୍ସା ନ ପାଇଲେ ରୋଗ ଅତି ଗମ୍ଭୀର ହୋଇ ସେପ୍ଟିକ ଆର୍ଥ୍ରାଇଟିସ (joints) ବା ଏଣ୍ଡୋକାର୍ଡ଼ାଇଟିସ (heart valves) ରୋଗ ହୁଏ । ସଂକ୍ରମିତ ସାଥୀ ସହ ଯୌନ ସମ୍ପର୍କ ଯୋଗୁ ଗନରିଆ ରୋଗ ବ୍ୟାପିଥାଏ । ଯେ କୌଣସି ଯୌନ ସମ୍ପର୍କ ମାଧ୍ୟମରେ ଏହା ହୋଇପାରେ ଯେପରିକି ମୁଖ, ମଳଦ୍ୱାର ଓ ଯୋନୀପଥ । ସଂକ୍ରମିତ ମାତାଠାରୁ ଜନ୍ମ ସମୟରେ ଶିଶୁ ସଂକ୍ରମିତ ହୋଇପାରେ ଯାହାକୁ ଇଂରାଜୀରେ ଭର୍ଟିକାଲ ଟ୍ରାନ୍ସମିସନ (mother to a child during birth) କୁହାଯାଏ । ରୋଗ ନିର୍ଣ୍ଣୟ ନିମନ୍ତେ ପରିସ୍ରା, ପରୁଷଙ୍କର ମୁତ୍ରମାର୍ଗ (urethra), ମହିଳାଙ୍କର ଜରାୟୁଗ୍ରୀବା (cervix) ପରୀକ୍ଷା କରାଯାଏ । ପ୍ରତ୍ୟେକ ବର୍ଷ ୨୫ ବର୍ଷ ବୟସରୁ କମ ଥିବା ଯୌନ ସକ୍ରିୟ ମହିଳା ଓ ନୂତନ ଯୌନ ସାଥୀମାନଙ୍କର ଗନରିଆ ନିମନ୍ତେ ପରୀକ୍ଷା କରିବାକୁ ସୁପାରିସ କରାଯାଏ । ଏହି ସୁପାରିସ ପୁରୁଷ-ପୁରୁଷ ଯୌନ ସାଥୀମାନଙ୍କ ନିମନ୍ତେ ମଧ୍ୟ ପ୍ରଯୁଜ୍ୟ ।ତିନି ଉପାୟରେ ଏହି ରୋଗ ପ୍ରତିଷେଧ ହୋଇ ପାରିବ, କଣ୍ଡୋମ (condom) ବ୍ୟବହାର କଲେ, ଅଣସଂକ୍ରମିତ ଏକ ଯୌନସାଥୀରେ ଯୌନ କ୍ରୀଡ଼ା କଲେ ବା ଆଦୌ ଯୌନ କ୍ରୀଡ଼ା ନ କଲେ ଏହା ସମ୍ଭବ ହେବ । ସେଫଟ୍ରାଇଆକ୍ସୋନ ଇଞ୍ଜେକସନ ଓ ପାଟିରେ ଆଜିଥ୍ରୋମାଇସିନ ଔଷଧ ଦେଇ ଏହି ରୋଗର ଚିକିତ୍ସା କରାଯାଏ । ପୂର୍ବରୁ ଦିଆଯାଉଥିବା ଅନେକ ଆଣ୍ଟିବାୟୋଟିକ ପ୍ରତିରୋଧିତ (Resistance) ହେଉଥିବାରୁ ଅଧୁନା ଅଧିକ ମାତ୍ରାର ଔଷଧ ଦେବା ଦରକାର ପଡ଼ୁଛି ଓ ସେଫଟ୍ରାଇଆକ୍ସୋନ ନିମନ୍ତେ ମଧ୍ୟ ତାହା ଆବଶ୍ୟକ ହୋଇପାରେ । ତିନି ମାସର ଚିକିତ୍ସା ପରେ ଆଉଥରେ ଜୀବାଣୁ ଉପସ୍ଥିତି ନିମନ୍ତେ ପରୀକ୍ଷା କରାଯାଏ । ଶେଷ ୨ ମାସର ଯୌନ ସାଥୀମାନଙ୍କୁ ମଧ୍ୟ ଚିକିତ୍ସା କରିବା ଆବଶ୍ୟକ ହୁଏ ।ଜନସଂଖ୍ୟାର ପ୍ରାୟ ୦.୮% ମହିଳା ଓ ୦.୬% ପୁରୁଷ ଗନରିଆ ଆକ୍ରାନ୍ତ ହୁଅନ୍ତି । ପ୍ରତି ବର୍ଷ ସିଫିଲିସ (syphilis), କ୍ଲାମିଡିଆ (chlamydia) ଓ ଟ୍ରାଇକୋମୋନିଆସିସ (trichomoniasis) ଇତ୍ୟାଦି ରୋଗମାନଙ୍କ ଭଳି ୪୯୮ ନିୟୁତ ନୂଆ ଯୌନ ସଞ୍ଚାରିତ ରୋଗଦ୍ୱାରା ଆକ୍ରାନ୍ତ ଲୋକଙ୍କ ମଧ୍ୟରୁ ୩୩ରୁ ୧୦୬ ନିୟୁତ କେବଳ ଗନରିଆ ରୋଗାକ୍ରାନ୍ତ ଥାଆନ୍ତି । ଅଳ୍ପ ବୟସ୍କା ଯୁବତୀମାନଙ୍କୁ ସାଧାରଣତଃ ଏ ରୋଗ ହୁଏ । ସନ ୧୯୯୦ରେ ଏହି ରୋଗ ଜନିତ ମୃତ୍ୟୁ ସଂଖ୍ୟା ୨,୩୦୦ ଥିବା ବେଳେ ସନ ୨୦୧୩ ଏହା ବଢ଼ିଯାଏ ୩,୨୦୦ ହୋଇଥିଲା । ପୁରୁଣା ଟେଷ୍ଟାମେଣ୍ଟ (Old Testament) ଲେଖା ହୋଇଥିବା କାଳରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିପିବଦ୍ଧ ଅଛି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରା ମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।