ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବ୍ରଜ ମୋହନ ମହାନ୍ତି (୨୩ ଡିସେମ୍ବର ୧୯୨୩ - ୨୪ ଜୁଲାଇ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର ଏବଂ ଲୋକ ସଭାର ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମଗିରି ଓ ପୁରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ ଓ ୧୯୮୪ ଭାରତୀୟ ସାଧାରଣ ନିର୍ବାଚନରେ ସେ ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଦରମା ବା ବେତନ ହେଉଛି ଏକ ନିଯୁକ୍ତିଦାତାଠାରୁ ଜଣେ କର୍ମଚାରୀଙ୍କୁ ଦେୟର ଏକ ରୂପ, ଯାହା ଏକ ନିଯୁକ୍ତି ଚୁକ୍ତିରେ ନିର୍ଦ୍ଦିଷ୍ଟ ହୋଇପାରେ । ଏହା ମଜୁରୀର ବିପରୀତ ଅଟେ, ଯେଉଁଠାରେ ପ୍ରତ୍ୟେକ କାର୍ଯ୍ୟ, ଘଣ୍ଟା, କିମ୍ବା ଅନ୍ୟାନ୍ୟ ୟୁନିଟ୍ ପର୍ଯ୍ୟାୟକ୍ରମେ ପରିବର୍ତ୍ତେ, ପୃଥକ ଭାବରେ ପ୍ରଦାନ କରାଯାଏ । ବ୍ୟବସାୟ ଚଳାଇବା ଦୃଷ୍ଟିକୋଣରୁ, ବେତନକୁ ଚଲାଇବା ପାଇଁ ମାନବ ସମ୍ବଳ ହାସଲ ଏବଂ ସଂରକ୍ଷଣର ମୂଲ୍ୟ ଭାବରେ ମଧ୍ୟ ଦେଖାଯାଇପାରେ, ଏବଂ ତା’ପରେ କର୍ମଚାରୀଙ୍କ ଖର୍ଚ୍ଚ ବା ବେତନ ଖର୍ଚ୍ଚ କୁହାଯାଏ । ହିସାବରେ, ଦରମା ଖାତାରେ ଦରମା ରେକର୍ଡ କରାଯାଏ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଏହା ପର୍ଯ୍ୟାୟ ସାରଣୀର ଏକ ବୃହତ ସଂସ୍କରଣ ଅଟେ । ଏଥିରେ ପ୍ରତ୍ୟେକ ମୌଳିକର ନାମ, ପ୍ରତୀକ, ପରମାଣୁ କ୍ରମାଙ୍କ, ଓ ପ୍ରକୃତିକ ଭାବେ ମିଳୁଥିବା ସମସ୍ଥାନିକ ମାନଙ୍କର ହାରାହାରି ପରମାଣବିକ ବସ୍ତୁତ୍ୱର ମୂଲ୍ୟ ରହିଛି । ପର୍ଯ୍ୟାୟ ସାରଣୀ ହେଉଛି, ରାସାୟନିକ ମୌଳିକ ଗୁଡ଼ିକୁ ଦର୍ଶାଇବା ପାଇଁ ଏକ ସାରଣୀବଦ୍ଧ ପଦ୍ଧତି । ଯଦିଓ ଏହି ତାଲିକାରେ କିଛି ମତଭେଦ ଅଛି, ସାଧାରଣତଃ ଏହି ଉଦ୍ଭାବନର ଶ୍ରେୟ ୧୮୬୯ରେ ରୁଷୀୟ ରସାୟନ ବିଜ୍ଞାନୀ ଡ଼ିମିତ୍ରି ମେଣ୍ଡେଲୀଭ (Dmitri Mendeleev)ଙ୍କୁ ଦିଆ ଯାଇଥିଲା । ସାରଣୀରେ ବାରମ୍ବାର (ପର୍ଯ୍ୟାୟ କ୍ରମରେ) ଅବୃତ୍ତି ହେଉଥିବା ଧର୍ମ ଗୁଡ଼ିକ ଅନୁସାରେ ମୌଳିକ ଗୁଡ଼ିକୁ ସଜାଇରଖିବା, ମେଣ୍ଡେଲୀଭଙ୍କ ଉଦ୍ଧେଶ୍ୟ ଥିଲା । ନୂଆ ନୂଆ ମୌଳିକ ଆବିଷ୍କାର ହେବା ସହ ଏହି ସାରଣୀର ରୂପରେଖକୁ ସମୟାନୁସାରେ ପରିମାର୍ଜିତ ଓ ପରିବର୍ଦ୍ଧିତ କରାଯାଉଥିଲା ଏବଂ ରାସାୟନିକ ବ୍ୟବହାରକୁ ବର୍ଣ୍ଣନା କରିବା ପାଇଁ ନୂଆ ତତ୍ତ୍ୱିକ ପ୍ରତିରୂପ ଗଢା ହେଲା ।ଏହି ପର୍ଯ୍ୟାୟ ସାରଣୀ ବର୍ତ୍ତମାନ ବିଦ୍ୟାଳୟ ପାଠ୍ୟଖସଡାର ରସାୟନ ବିଜ୍ଞାନ ବିଭାଗରେ ବ୍ୟାପକ ବ୍ୟବହାର ହେଉଛି, ଏହା ରସାୟନର ବ୍ୟବହାରକୁ ବୁଝିବା, ବର୍ଗୀକୃତ, ବ୍ୟବସ୍ଥିତ କରିବା ଓ ତୁଳନାତ୍ମକ ଭାବେ ବୁଝିବା ପାଇଁ ଏକ ଅତ୍ୟନ୍ତ ଉପୋଯୋଗୀ ଛାଞ୍ଚ ପ୍ରଦାନ କରିଥାଏ । ଏହି ସାରଣୀ ପଦାର୍ଥ ବିଜ୍ଞାନ, ଜୀବ ବିଜ୍ଞାନ, ବୈଷୟିକ ବିଜ୍ଞାନ, ଏବଂ ଶିଳ୍ପକ୍ଷେତ୍ରରେ ବ୍ୟାପକ ଭାବେ ବ୍ୟବହୃତ ହେଉଛି । ବର୍ତ୍ତମାନର ମାନକ ସାରଣୀରେ ୧୧୮ଟି ନିର୍ଦ୍ଧିଷ୍ଟ ଭାବେ ସ୍ଥିରୀକୃତ ମୌଳିକ ଅଛନ୍ତି as of 10 ମାର୍ଚ୍ଚ 2010 ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁରଙ୍କର ଆବିର୍ଭାବ ୧୮୭୪ ମସିହା ଫେବୃଆରୀ ୬ ତାରିଖରେ I ପିତାଙ୍କ ନାମ କେଦାରନାଥ ଦତ୍ତ ଓ ମାତା ଭଗବତୀ ଦେବୀ I ଏହି ଚୈତନ୍ୟ ମହାପ୍ରଭୁଙ୍କର ଭକ୍ତ, ମହାନ ବୈଷ୍ଣବ ଆଚାର୍ୟ ପୁରୀରେ ଜନ୍ମଗ୍ରହଣ କରିଥିଲେ । ସେ ଗୌଡ଼ୀୟ ବୈଷ୍ଣବଧର୍ମର ଜଣେ ପ୍ରକ୍ଷାତ ଧର୍ମୀୟ ନେତା, ଗୁରୁ ଓ ଗୌଡ଼ୀୟ ମଠ ମାନଙ୍କର ପ୍ରତିଷ୍ଠାତା ଅଟନ୍ତି । ତାଙ୍କର ପ୍ରକୃତ ନାମ "ବିମଲା ପ୍ରସାଦ ଦତ୍ତ"। କୃଷ୍ଣ ଭକ୍ତିମୂଳକ ଉପାସନାର କର୍ତ୍ତା ସରସ୍ୱତୀ ଗୋସ୍ୱାମୀ, ବୈଷ୍ଣବ ମତବାଦ ପ୍ରକାଶକାରୀ ମାନଙ୍କ ମଧ୍ୟରେ ନେତୃସ୍ଥାନୀୟ ନାମ । ତାଙ୍କ ଠାରୁ ଅନୁପ୍ରେରଣା ଏବଂ ଆଶୀର୍ବାଦ ପାଇ ଅଭୟଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ୱାମୀ ପ୍ରଭୁପାଦ ସମ୍ପୂର୍ଣ ବିଶ୍ଵରେ ଇସକନ (ISKCON) ଜରିଆରେ ଲକ୍ଷ ଲକ୍ଷ ଲୋକଙ୍କୁ ହିନ୍ଦୁ ଧର୍ମ ଗ୍ରହଣ କରାଇବା ଓ ଭଗବାନ ଶ୍ରୀ କୃଷ୍ଣଙ୍କର ଏକନିଷ୍ଠ ଭକ୍ତ ଗଢିବାରେ ସକ୍ଷମ ହୋଇ ଥିଲେ । ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁର ବିଂଶ ଶତାବ୍ଦୀର ଆରମ୍ଭରେ ଶ୍ରୀଚୈତନ୍ୟ ମହାପ୍ରଭୁଙ୍କର ବାଣୀ ନିଷ୍ଠାର ସହିତ ପ୍ରଚାର କରିଥିଲେ । ବିଜ୍ଞାନ ସମ୍ମତ କୃଷ୍ଣଭାବନାର ଉଚ୍ଚମୂଲ୍ୟ ପ୍ରଦାନ କରି ପଣ୍ଡିତ, ଶିକ୍ଷକ ଏବଂ ଅନ୍ୟାନ୍ୟ ନେତୃସ୍ଥାନୀୟ ବ୍ୟକ୍ତିଗଣଙ୍କ ସହିତ ବୈଠକ ଓ ଆଲୋଚନା କରିବା ଓ ୧୦୮ ଟି ରଚନା ଓ ଗ୍ରନ୍ଥ ଲେଖି ସେ ପ୍ରଚାର ସଂଗ୍ରାମ ଜାରି ରଖିଥିଲେ । ସେ ଭାରତ ଭିତରେ ଓ ବିଦେଶରେ ୬୪ ଟି ମନ୍ଦିର ପ୍ରତିଷ୍ଠା କରିଥିଲେ ଯାହା ଗୌଡ଼ୀୟ ମଠ ନାମରେ ପରିଚିତ । ଶ୍ରୀ ଭକ୍ତିବିନୋଦ ଠାକୁର, ବାଳକ ଵିମଲାଙ୍କୁ ୬ ବର୍ଷ ବୟସ ହୋଇଥିବା ସମୟରେ, ନୃସିଂହ ମନ୍ତ୍ର ପ୍ରଦାନ କରିଥିଲେ । ବୟସ ୮ ବର୍ଷ ସମୟରେ କୂର୍ମ ମନ୍ତ୍ର ପ୍ରଦାନ କରି କୂର୍ମଦେବ ଙ୍କ ପୂଜାର୍ଚନା ପଦ୍ଧତି ଶିଖାଇଥିଲେ I ଶ୍ରୀମଦ ଭାଗବତ ଗୀତା ଓ ଚୈତନ୍ୟ ମହାପ୍ରଭୁଙ୍କର ପବିତ୍ର ଜୀବନ ଚରିତ୍ର ତାଙ୍କୁ କୃଷ୍ଣ ଭକ୍ତିର ସିଡ଼ି ଚଢିଯିବାରେ ଉତ୍ସାହିତ କରିଥିଲା । ୧୮୮୫ ମସିହାରେ ଶ୍ରୀ ଭକ୍ତିବିନୋଦ ଠାକୁର ନିଜ ଲିଖିତ ଗ୍ରନ୍ଥ ସମୂହ ପ୍ରକାଶନ ନିମନ୍ତେ ଗୋଟିଏ ଛାପାଖାନା ପ୍ରତିଷ୍ଠା କଲେ । ୧୧ ବର୍ଷ ବୟସରେ ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁର ତାଙ୍କ ରଚନା ସମୂହ ସମ୍ପାଦନା, ଭୁଲ ସଂଶୋଧନ ଏବଂ ସେଇ ଅପ୍ରାକୃତ ଗ୍ରନ୍ଥସମୂହ ଛାପିବା କାର୍ଯ୍ୟରେ ଭକ୍ତିବିନୋଦ ଠାକୁରଙ୍କୁ ସାହାଯ୍ୟ କରିବା ଆରମ୍ଭ କରିଥିଲେ । ୧୮୯୧ ମସିହାରେ ଯେତେବେଳେ ତାଙ୍କ ବୟସ ୧୭ ବର୍ଷ, ସେ ‘‘ଦି ଅଗଷ୍ଟ ଆସେମ୍ବ୍ଲି’’ ନାମକ ଗୋଟିଏ ସଂଗଠନ ପ୍ରତିଷ୍ଠା କଲେ । ଅଗଷ୍ଟ ଆସେମ୍ବ୍ଲିର ଉଦ୍ଦେଶ୍ୟ ଥିଲା ତରୁଣ କିଶୋର ମାନଙ୍କୁ ଏକତ୍ରିତ କରି କୃଷ୍ଣ ଭକ୍ତି ପ୍ରତି ଆକୃଷ୍ଟ କରିବା । ଏହି ବୟସରେ ସେ ଇଂରାଜୀ ଓ ବଙ୍ଗଳା ରେ ବକ୍ତୃତା ଦେଇ ପାରୁଥିଲେ I ସେ ଦକ୍ଷିଣେଶ୍ୱର ମନ୍ଦିରରେ ରାମକୃଷ୍ଣ ପରମହଂସ ଓ ସ୍ୱାମୀ ବିବେକାନନ୍ଦ ଙ୍କର ଧର୍ମତତ୍ତ୍ୱ ଉପରେ ବକ୍ତୃତା ଦେଉଥିଲେ । ସମଗ୍ର ଜୀବନରେ ବ୍ରହ୍ମଚର୍ଯ୍ୟ ପାଳନ କରିବାର ପ୍ରତିଜ୍ଞା ନେଲେ ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁର । ତା ପର ବର୍ଷ ଭକ୍ତିବିନୋଦ ଠାକୁର “ସେବାନନ୍ଦ ସୁଖଦା କୁଞ୍ଜ” ପ୍ରତିଷ୍ଠା କଲେ ଯାହା ଥିଲା ତାଙ୍କର ବାସସ୍ଥାନ ଏବଂ ଭଜନ କୁଟୀର । ୧୮୯୮ ମସିହାରେ ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁର, ଶ୍ରୀଲ ଗୌରକିଶୋର ଦାସ ବାବାଜୀ ମହାରାଜଙ୍କର ସାକ୍ଷାତ ଲାଭ କଲେ । ୧୯୦୦ ମସିହାରେ ବହୁ ପ୍ରଚେଷ୍ଟା ଏବଂ ଅନେକ ବାଧାର ପରୀକ୍ଷା ଅତିକ୍ରମ କରି ସେ ଶ୍ରୀଲ ଗୌରକିଶୋର ଦାସ ବାବାଜୀ ମହାରାଜଙ୍କର ନିକଟରୁ ଦୀକ୍ଷା ପ୍ରାପ୍ତ ହୋଇଥିଲେ । ଗୌର କିଶୋର ଦାସ ବାବାଜୀ କୌଣସି ଶିଷ୍ୟ ଗ୍ରହଣ କରିବାକୁ ମନା କରୁଥିବା ସମୟରେ ଶ୍ରୀଲ ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁରଙ୍କୁ ଆଗ୍ରହର ସହିତ ଦୀକ୍ଷା ପ୍ରଦାନ କଲେ । ୧୯୦୫ ମସିହାରେ ସେ ଶତକୋଟି ହରିନାମ ଜପ କରିବାର ଆଉ ଗୋଟିଏ ମହା ସଂକଳ୍ପ ଗ୍ରହଣ କଲେ । ଏଥିନିମନ୍ତେ ସେ ଦଶ ବର୍ଷ ପର୍ଯ୍ୟନ୍ତ ପ୍ରତିଦିନ ୧୯୨ ମାଳା ଜପ କରିଥିଲେ । ସେ ସମୟରେ ମାୟାପୁରରେ କିଛି ନଥିଲା I କିନ୍ତୁ ସେ ଏହି ଜପ ମାୟାପୁରରେ ସମ୍ପାଦନ କରିବାକୁ ଚାହିଁଲେ I ସେ ଗଙ୍ଗା (ହୁଗୁଳୀ) ନଦୀ ତୀରରେ ଏକ ଛୋଟ କୁଡ଼ିଆ ରେ ରହିଲେ I ବର୍ଷା ସମୟରେ ଭଙ୍ଗା କୁଡ଼ିଆରେ ତାଙ୍କୁ ଓଦା ହେବାକୁ ପଡୁଥିଲା I ଛତା ନେଇ ହରିନାମ ଜପ କଲେ । ୧୯୧୮ ମସିହାରେ ସେ ହରିନାମ ପ୍ରଚାର ମିଶନ ଆରମ୍ଭ କଲେ । ମିଶନ ହେଲା ନବଦ୍ୱୀପର ମାୟାପୁର ଛାଡି କୋଲକାତା ଯାଇ ପ୍ରଚାର ଆରମ୍ଭ କରିବେ ଓ ସାରା ବିଶ୍ୱକୁ କୃଷ୍ଣ ଭାବନାର ଯୁଆରରେ ପ୍ଲାବିତ କରିବେ । ଗୌର କିଶୋର ଦାସ ବାବାଜୀ ମହାରାଜଙ୍କୁ ବୁଝାଇ ସେ ପ୍ରଚାର ମିଶନରେ ଅଗ୍ରସର ହେବାକୁ ସ୍ଥିର କଲେ । ଏହା ମଧ୍ୟରେ ଭକ୍ତବିନୋଦ ଠାକୁର ଅପ୍ରକଟ (ଅନ୍ତର୍ଧ୍ୟାନ) ହେଲେ ୧୯୧୪ ମସିହାରେ ଓ ଗୌରକିଶୋର ଦାସ ବାବାଜୀ ମହାରାଜ ଅପ୍ରକଟ (ଅନ୍ତର୍ଧ୍ୟାନ) ହେଲେ ୧୯୧୫ ମସିହାରେ I ୧୯୧୮ ମସିହାରେ, ଶ୍ରୀଲ ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁର ତାଙ୍କର ପ୍ରଚାର ଆନ୍ଦୋଲନ ଆରମ୍ଭ କଲେ । ତାଙ୍କର ପ୍ରଥମ ମଠ ବା ପ୍ରଚାର କେନ୍ଦ୍ର ସ୍ଥାପନ କଲେ ଓଲଟାଡ଼ଙ୍ଗା ପ୍ରଧାନ ସଡ଼କରେ । ସେ ମଠରେ ଶ୍ରୀଲ ପ୍ରଭୁପାଦ ୧୯୨୨ ମସିହାରେ ତାଙ୍କ ସହିତ ସାକ୍ଷାତ କରିଥିଲେ । ସେ ସମୟରେ ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁର, ଶ୍ରୀଲ ପ୍ରଭୁପାଦଙ୍କୁ ନିଜର ପ୍ରଥମ ନିର୍ଦେଶ ପ୍ରଦାନ କଲେ “ଶ୍ରୀଚୈତନ୍ୟ ମହାପ୍ରଭୁଙ୍କର ଶିକ୍ଷା ଇଂରାଜୀ ଭାଷାରେ ସାରାବିଶ୍ଵରେ ପ୍ରଚାର କର” । ସେତେବେଳେ ପ୍ରଭୁପାଦଙ୍କର ବୟସ ଥିଲା ୨୬ ବର୍ଷ । ସେ ଜଣେ ଗୃହସ୍ଥ ଥିଲେ ଏବଂ ତାଙ୍କର ଗୋଟିଏ ପୁତ୍ର ସନ୍ତାନ ଥିଲେ । ଶ୍ରୀଲ ପ୍ରଭୁପାଦ ଏଗାର ବର୍ଷ ଧରି ଶ୍ରୀଲ ଭକ୍ତିସିଦ୍ଧାନ୍ତ ସରସ୍ୱତୀ ଠାକୁରଙ୍କର ଆନୁଗତ୍ୟରେ ରହି ବୈଦିକ ଶିକ୍ଷା ଗ୍ରହଣ କଲେ ଏବଂ ୧୯୩୩ ମସିହାରେ ଏଲାହାବାଦ (ଅଧୁନା ପ୍ରୟାଗରାଜ) ଠାରେ ତାଙ୍କ ଠାରୁ ଦୀକ୍ଷା ପ୍ରାପ୍ତ ହେଲେ । ଶ୍ରୀଲ ପ୍ରଭୁପାଦ ଚାକିରୀ ଏବଂ ଅନ୍ୟାନ୍ୟ କର୍ତବ୍ୟ ପରିତ୍ୟାଗ କରି ସାରା ବିଶ୍ଵରେ କୃଷ୍ଣ ଭାବନାମୃତ ପ୍ରଚାର କରିବାରେ ବ୍ରତୀ ହେଲେ । ସାଧାରଣତଃ ସଂକୀର୍ତ୍ତନର ଅର୍ଥ ହେଲା ସମ୍ମିଳିତ କୀର୍ତ୍ତନ । କିନ୍ତୁ ଏଠାରେ ସଂକୀର୍ତ୍ତନ ଆନ୍ଦୋଲନ ମାନେ ଥିଲା ଗ୍ରନ୍ଥ ଛାପିବା ଓ ବିତରଣ କରିବା । ଓଲଟାଡ଼ଙ୍ଗାର ପ୍ରଧାନ ସଡ଼କର ଦୋତାଲା ଘର ସ୍ଥିତ ମଠ ପରେ କିଛି ଧନୀ ଲୋକ ତାଙ୍କ ପ୍ରଚାରରେ ଆକର୍ଷିତ ହୋଇ ବାଗବଜାରରେ ଗୋଟିଏ ବଡ଼ ମନ୍ଦିର ତିଆରି କଲେ । ତାପରେ ସେ ଓଲଟାଡ଼ଙ୍ଗାରୁ ବାଗବଜାର ଗୌଡ଼ୀୟ ମଠକୁ ଆସିଲେ I ୧୯୩୬ ମସିହା ଜାନୁଆରୀ ୧ ତାରିଖ ଭୋର ୫ ଟା ୩୦ ମିନିଟ ସମୟରେ ତାଙ୍କର ଅପ୍ରକଟ (ଅନ୍ତର୍ଧ୍ୟାନ) ହୋଇଥିଲା । ହରେକୃଷ୍ଣ !
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ ।ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭାରତର ନୃତ୍ୟକଳା ଏକ ସର୍ବପୁରାତନ କାଳରୁ ଭିନ୍ନ ଭିନ୍ନ ଭାବ ଭଙ୍ଗୀରେ ସୃଷ୍ଟି ହୋଇ ଆସିଛି । ଭାରତୀୟ ନୃତ୍ୟକଳା ଓ ଏହାର ସ୍ଥାପତ୍ୟ ସର୍ବ ଜନସାଧାରଣ ମାନଙ୍କୁ ଏକତ୍ର କରି ରଖିପାରିଛି । ସମଗ୍ର ଭାରତ ବର୍ଷରେ କାହିଁ କେଉଁ ଯୁଗରୁ ଆଜି ପର୍ଯ୍ୟନ୍ତ ମଧ୍ୟ ଲୋକମାନେ ନିଜ ନିଜ ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବାକୁ ଯାଇ ସଂସ୍କୃତି ସମ୍ପନ୍ନ ନୃତ୍ୟକୁ ପରିବେଷଣ କରିଥାନ୍ତି । ଏହାଦ୍ୱାରା ସେମାନଙ୍କ ମଧ୍ୟରେ ଏକତା ଓ ମାନସିକ ଶାନ୍ତି ଉଜ୍ଜୀବିତ ହୁଏ । ସମସ୍ତ ପ୍ରକାରର ପର୍ବପର୍ବାଣି, ଆଡମ୍ବର ଅନୁଷ୍ଠାନ ଏବଂ ମନର ଶାନ୍ତି ଭାବନାକୁ ଉଜ୍ଜୀବିତ କରି ରଖିବା ପାଇଁ ଲୋକମାନେ ନିଜ ନିଜ ସାଂସ୍କୃତିକ ଶୈଳୀରେ ନୃତ୍ୟ ପରିବେଷଣ କରିଥାନ୍ତି । ଏହାଦ୍ୱାରା ଧାର୍ମିକ , ସାଂସ୍କୃତିକ ଓ ଶାସ୍ତ୍ରୀୟ ନୃତ୍ୟର ମାର୍ଜନା ହୋଇଥାଏ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କ ଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କ ମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ସିଂହାରୀ ଶ୍ୟାମସୁନ୍ଦର କର ଜଣେ ଓଡ଼ିଶୀ ସଙ୍ଗୀତଜ୍ଞ, ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ, ଗୁରୁ ଓ ମର୍ଦ୍ଦଳ ବାଦକ ଥିଲେ । ପୁରୀର ପରମ୍ପରାନୁସାରେ ଶାସ୍ତ୍ରୀୟ ପଦ୍ଧତିରେ ମର୍ଦ୍ଦଳ ବାଦନ କରି ଏହାକୁ ଓଡ଼ିଶୀ ସଙ୍ଗୀତର ମୌଳିକ ବାଦ୍ୟଯନ୍ତ୍ର ଭାବେ ପ୍ରଚଳିତ କରାଇପାରିଥିଲେ । ସେ ଶ୍ରୀମନ୍ଦିରରେ ସିଂହାରୀ ସେବା କରୁଥିବାରୁ ସିଂହାରୀ ଶ୍ୟାମସୁନ୍ଦର କର ନାମରେ ସେ ବେଶି ପରିଚିତ ଥିଲେ । ଓଡ଼ିଶୀ ସଙ୍ଗୀତର ପୁନରୁଦ୍ଧାର ତଥା ପ୍ରଚାର ପ୍ରସାର କ୍ଷେତ୍ରରେ ସିଂହାରୀ ଶ୍ୟାମସୁନ୍ଦରଙ୍କର ଅବଦାନ ଆଦ୍ୟଗଣ୍ୟ ଥିବାରୁ ତାଙ୍କୁ ଓଡ଼ିଶୀ ସଙ୍ଗୀତର ଆଦିଗୁରୁ ଭାବେ ଜଣାଯାଏ ।