ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ୱନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ୱାଇ-ଫାଇ (Wi-Fi) ହେଉଛି ଏକ ଟେକ୍ନୋଲୋଜି ବା ପ୍ରଯୁକ୍ତି, ଯାହାଦ୍ୱାରା ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ପରସ୍ପର ସହ ସଂଯୋଗ ସ୍ଥାପନ କରି ନିଜ ନିଜ ଭିତରେ ଯୋଗାଯୋଗ କରିଥାନ୍ତି । ଏହାର ପୁରା ନାମ ହେଉଛି ଓୟାର୍ଲେସ୍ ଫିଡେଲିଟି (Wireless Fidelity) । ଓୟାର୍ଲେସ୍ର ଅର୍ଥ ତାରବିହୀନ ଓ ଫିଡେଲିଟିର ଅର୍ଥ ଭରସା ବା ବିଶ୍ୱାସ । ଅର୍ଥାତ୍ ଏହି ବ୍ୟବସ୍ଥାରେ ଯନ୍ତ୍ରଗୁଡ଼ିକ ବିନା ତାରରେ ପରସ୍ପର ସହିତ ଭରସାଯୋଗ୍ୟ ସଂଯୋଗ ସ୍ଥାପନ କରିଥାନ୍ତି । ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ମଧ୍ୟରେ ଏହି ପ୍ରକାର ସଂଯୋଗକୁ ସଂଯୋଗବିହୀନ ସଂଯୋଗ ମଧ୍ୟ କୁହାଯାଇପାରେ । ଏହି ବ୍ୟବସ୍ଥାରେ ଏକ ନିର୍ଦ୍ଦିଷ୍ଟ ପରିସୀମା ମଧ୍ୟରେ ରହିଥିବା ମୋବାଇଲ୍, ଲାପ୍ଟପ୍ ଓ କମ୍ପ୍ୟୁଟର ଇତ୍ୟାଦି ଯନ୍ତ୍ରଗୁଡ଼ିକ ମଧ୍ୟରେ ତାରବିହୀନ ଇଣ୍ଟରନେଟଦ୍ୱାରା ଯୋଗାଯୋଗ ହୋଇଥାଏ । ଏହି ପ୍ରଯୁକ୍ତିର ବିଶେଷତ୍ୱ ହେଲା ସେବା ପ୍ରଦାନକାରୀ ଇଣ୍ଟର୍ନେଟ୍ ସଂସ୍ଥା (Internet Service Provider ବା ISP) ପକ୍ଷରୁ ଦିଆଯାଇଥିବା ଗତିଠାରୁ ଏହାର ତୀବ୍ରତା ଅଧିକ ରହିଥାଏ । ତେବେ ଏହି ତାରବିହୀନ ନେଟ୍ୱାର୍କ ତିଆରି କରିବା ପାଇଁ ଏକ ରାଉଟର୍ର ଆବଶ୍ୟକତା ପଡ଼ିଥାଏ । ରେଡ଼ିଓ ତରଙ୍ଗ ସାହାଯ୍ୟରେ ଏହି ପ୍ରଯୁକ୍ତି କାମ କରିଥାଏ । ସାଧାରଣତଃ ୨.୪ ଗିଗାହର୍ଜ ୟୁଏଚ୍ଏଫ୍ ଏବଂ ୬ ଗିଗାହର୍ଜ ଏସ୍ଏଚ୍ଏଫ୍ ବେତାର ତରଙ୍ଗ ମଧ୍ୟରେ ୱାଇ-ଫାଇ ଅନ୍ୟ ଇଲେକ୍ଟ୍ରିନିକ୍ସ୍ ଉପକରଣଗୁଡ଼ିକୁ ସଂଯୋଗ କରିଥାଏ ।ୱାଇ-ଫାଇ ବ୍ୟବସ୍ଥାଦ୍ୱାରା ତିଆରି କରାଯାଇଥିବା ନେଟ୍ୱାର୍କ୍କୁ WLAN (Wireless Local Area Network) କୁହାଯାଏ । ସୁରକ୍ଷା ଦୃଷ୍ଟିରୁ ୱାଇ-ଫାଇ ସାଧାରଣତଃ ଦୁର୍ବଳ । କାରଣ ଏଥିପାଇଁ କୌଣସି ତାର ସଂଯୋଗ କରିବାକୁ ପଡ଼ି ନ ଥାଏ । ସୁରକ୍ଷା ଦୃଷ୍ଟିକୋଣରୁ ରାଉଟର୍କୁ ନିର୍ଦ୍ଦେଶ ଦେବା ପାଇଁ ପାସ୍ୱାର୍ଡ଼୍ ବ୍ୟବସ୍ଥା କରାଯାଇଛି । ଏହି ପାସ୍ୱାର୍ଡ଼୍ଦ୍ୱାରା ୱାଇ-ଫାଇ ନେଟ୍ୱାର୍କ୍ରେ କିଛିଟା ସୁରକ୍ଷା ଯୋଗାଇଦେବା ସମ୍ଭବ ହୋଇଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ୱ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।ଯକ୍ଷ୍ମା ଏକ ବାୟୁ ମାଧ୍ୟମରେ ବ୍ୟାପେ ଓ ଫୁସଫୁସ ଯକ୍ଷ୍ମା ରୋଗୀ କାଶିଲେ, ଛିଙ୍କିଲେ, ଛେପ ପକେଇଲେ ବା କଥା କହିଲେ ଏହାର ଜୀବାଣୁ ଦେହରୁ ବାହାରି ବାୟୁ ମାଧ୍ୟମରେ ବ୍ୟାପିଯାଏ । ପ୍ରଛନ୍ନ ଯକ୍ଷ୍ମା ରୋଗ ବ୍ୟାପେ ନାହିଁ । ଏଚଆଇଭି/ଏଆଇଡିଏସ ଦେହରେ ଥିଲେ ବା ଅତ୍ୟଧିକ ଦୂମ୍ରପାନ କରୁଥିଲେ ଏହି ରୋଗ ଅଧିକ ହେବା ସମ୍ଭାବନା ରହେ । ଛାତି ଏକ୍ସ-ରେ ଓ ଦେହର ତରଳ ପଦାର୍ଥକୁ ଅଣୁବୀକ୍ଷଣ ଯନ୍ତ୍ରରେ ଦେଖି ବା ଅଣୁଜୀବ କଲଚର କରି ରୋଗ ନିର୍ଣ୍ଣୟ କରାଯାଏ । ମାଣ୍ଟୁକ୍ସ ପରୀକ୍ଷା ଓ ରକ୍ତ ପରୀକ୍ଷା ଉପରେ ପ୍ରଛନ୍ନ ଯକ୍ଷ୍ମା ରୋଗ ନିର୍ଣ୍ଣୟ ନିର୍ଭର କରେ । ଅଧିକ ସଙ୍କଟାପନ୍ନ କେଶ୍ରେ ଯକ୍ଷ୍ମା ପ୍ରତିଷେଧ ନିମନ୍ତେ ସ୍କ୍ରୀନିଙ୍ଗ, ଆଶୁ ଚିହ୍ନଟ ତଥା ଚିକିତ୍ସା ଓ ବିସିଜି ଟିକାକରଣ କରାଯାଏ । ଘରେ, କାର୍ଯ୍ୟସ୍ଥାନରେ ଓ ସାମାଜିକ ମିଳନ ସ୍ଥାନରେ ସକ୍ରିୟ ରୋଗୀ ଥିଲେ ଏହି ରୋଗ ସଙ୍କଟ ଅଧିକ ହୁଏ । ଅଧିକ ସମୟ ନିମନ୍ତେ ଏକାଧିକ ଆଣ୍ଟିବାୟୋଟିକ ଦେଇ ଚିକିତ୍ସା କରାଯାଏ । ଆଣ୍ଟିବାୟୋଟିକ ପ୍ରତିରୋଧ ଏକ ବର୍ଦ୍ଧିଷ୍ଣୁ ସମସ୍ୟା ରୂପେ ଠିଆ ହେଉଛି ।ପୃଥିବୀରେ ଏକ ତୃତୀୟାଂଶ ଲୋକଙ୍କର ଯକ୍ଷ୍ମା ରୋଗ ଥିବା ବିଶ୍ୱାସ କରାଯାଏ । ପ୍ରତିବର୍ଷ ଲୋକ ସଂଖ୍ୟାର ପ୍ରାୟ ୧% ଲୋକଙ୍କର ନୂଆ ରୋଗ ହୁଏ । ସନ ୨୦୧୪ରେ ୯.୬ ନିୟୁତ ଲୋକଙ୍କର ଯକ୍ଷ୍ମା ହୋଇ ପ୍ରାୟ ୧.୫ ନିୟୁତ ଲୋକଙ୍କର ମୃତ୍ୟୁ ହୋଇଥିଲା । ମୋଟ ମୃତ୍ୟୁ ସଂଖ୍ୟାର ୯୫% ବିକାଶଶୀଳ ଦେଶମାନଙ୍କରେ ହୁଏ । ସନ ୨୦୦୦ ପରଠାରୁ ଏହି ରୋଗୀସଂଖା ବଢ଼ିଚାଲିଛି । ଏସିଆ ଓ ଆଫ୍ରିକାର ୮୦% ଲୋକ ଓ ଯୁକ୍ତରାଷ୍ଟ୍ର ଆମେରିକାର ୫ରୁ ୧୦% ଲୋକ ଟ୍ୟୁବରକୁଲିନ ପରୀକ୍ଷାର ପଜିଟିଭ ହୁଏ । ପୁରାକାଳରୁ ମାନବଙ୍କର ଦେହରେ ଯକ୍ଷ୍ମା ହେଉଥିବା ଜଣାଯାଏ । ଆମ ଶରୀରର ରୋଗ ପ୍ରତିରୋଧକ ଶକ୍ତି ଯୋଗୁ ଜୀବାଣୁ ଦେହରେ ପ୍ରବେଶ କଲେ ମଧ୍ୟ ମରି ଯାଆନ୍ତି । କେତେକ କାରଣ ଯେପରିକି ଏଚ.ଆଇ.ଭି ସଂକ୍ରମଣ ରୋଗ ଯୋଗୁ ପ୍ରତିରୋଧକ ଶକ୍ତି କମିଯାଇ ରୋଗ ସଙ୍କଟ ସୃଷ୍ଟି ହୁଏ । ଅଧୁନା ଯକ୍ଷ୍ମା ରୋଗର ଅଧିକ ସଂକ୍ରମଣର ଏହା ଏକ ପ୍ରଧାନ, ଉଲ୍ଲେଖ ଯୋଗ୍ୟ ଓ ଚିନ୍ତା ଉଦ୍ରେକକାରୀ କାରଣ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।ଅଭିମନ୍ୟୁ ସାମନ୍ତସିଂହାର ଓଡ଼ିଆ କବି ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି। Quick Facts: ବିଦଗ୍ଧ କବିଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର, ଜନ୍ମ ଓ ଜନ୍ମସ୍ଥାନ ... ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ଅଭିମନ୍ୟୁ ସାମନ୍ତସିଂହାର ଜନ୍ମ ଓ ଜନ୍ମସ୍ଥାନ ୨୩ ଫେବୃଆରୀ ୧୭୬୦ (ମାଘ ସପ୍ତମୀ) ବାଲିଆ, ଯାଜପୁର ଜିଲ୍ଲା 20°43′32″N 86°16′22″E ମୃତ୍ୟୁ ୧୫ ଜୁନ ୧୮୦୬ (ବୟସ ୪୬) (ରଜସଂକ୍ରାନ୍ତି) ବାଲିଆ, ଯାଜପୁର ଜିଲ୍ଲା ଜାତୀୟତା ଭାରତୀୟ ଜୀବିକା କବି ଜଣାଶୁଣା କାମ ବିଦଗ୍ଧ ଚିନ୍ତାମଣି ଜୀବନସାଥି ବିମଳା ଦେବୀ ବାପା ବୋଉ ଇନ୍ଦ୍ରଜିତ ସାମନ୍ତସିଂହାର ତୁଳସୀ ଦେବୀ ସମ୍ପର୍କୀୟ ନିମାଇଁ ଚରଣ ହରିଚନ୍ଦନ (ବଂଶଜ) ପରିବାର ସାମନ୍ତସିଂହାର ବଂଶ Close ଜୀବନୀ ସାମନ୍ତସିଂହାର ବଂଶ ଅଭିମନ୍ୟୁଙ୍କ ଆଦି ଜନ୍ମସ୍ଥାନ ଜୟପୁର ଅନ୍ତର୍ଗତ ଭାବଙ୍ଗର । କେନ୍ଦ୍ରାପଡ଼ା କ୍ଷତ୍ରିୟବଂଶ ଯୋଧପୁରରୁ ଆସିଥିଲେ । ସାମନ୍ତସିଂହାର ବଂଶ ସେ ବଂଶର ଅନେକ ପରବର୍ତ୍ତୀ ବୋଲି ଅନୁମାନ କରାଯାଏ । ଏ ବଂଶ ଖୋର୍ଦ୍ଧାର ଭୋଇବଂଶୀୟ ରାଜାଙ୍କଠାରୁ ବରୁଆଂପ୍ରଗନା-ଅନ୍ତର୍ଗତ ବାଲିଆ ଜମିଦାରୀ ପ୍ରାପ୍ତ ହୋଇଥିଲେ । ସାମନ୍ତସିଂହାର ଉପାଧି ସାମନ୍ତସିଂହାର ଉପାଧି କାହାଠାରୁ ପ୍ରାପ୍ତ ହୋଇଥିଲା ତାହା ନିଶ୍ଚିତରୂପେ ଜଣା ନାହିଁ । କେତେକଙ୍କ ମତେ ସେ ଅଞ୍ଚଳରେ ସେତେବେଳେ ବରପଦା ପ୍ରଭୃତି ନାମରେ ସାତ ଟପା ଥିଲା । ଏହି ସାତ ଟପାରେ ରଣସିଂହ ମହାପାତ୍ର, ଦକ୍ଷିଣରାୟ ମହାପାତ୍ର ପ୍ରଭୃତି ବିଭିନ୍ନ ରାଜୋପାଧିଧାରୀ ସାତ ସାମନ୍ତ ଥିଲେ । ଅଭିମନ୍ୟୁଙ୍କ ପୂର୍ବପୁରୁଷ ଏହି ସାମନ୍ତ ମଧ୍ୟରେ ଗଣ୍ୟ ନ ହେଉଥିଲେ ହେଁ ଏକ ସମୟରେ ସେ ବଂଶର ଜଣେ କେହି ଅପର ସାତ ସାମନ୍ତଙ୍କୁ ଗୋଟିଏ ମହା ବିପଦରୁ ବୁଦ୍ଧିବଳେ ରକ୍ଷା କରିଥିଲେ । ଏଥିରେ ସାମନ୍ତମାନେ ସନ୍ତୁଷ୍ଟ ହୋଇ 'ସାମନ୍ତସିଂହାର' ଅର୍ଥାତ୍ ସାମନ୍ତଭୂଷଣ ଉପାଧି ପ୍ରଦାନ କରିଥିଲେ । ସେହି ଉପାଧି ରାଜଦତ୍ତ ଉପାଧି ପ୍ରାୟ ସମ୍ମାନ ସହ ବଂଶପରମ୍ପରା ଚଳି ଆସୁଛି । ଜନନୀ ତୁଳସୀ ଦେବୀ ଉଦୟପୁର(ଲାଉଖିଆ) ଗ୍ରାମର ବିଖ୍ୟାତ ପଟ୍ଟନାୟକ ବଂଶରେ ଜନ୍ମଲାଭ କରିଥିଲେ । ସପତ୍ନୀମାନଙ୍କ ମଧ୍ୟରେ ସେ ଅଧିକ ଧର୍ମପରାୟଣା ଥିଲେ । ବଂଶାବଳୀ ବନ୍ଦକୀ ସାମନ୍ତସିଂହାର ମହାପାତ୍ର ଖୋସାଲି ସାମନ୍ତସିଂହାର ଇନ୍ଦ୍ରଜିତ ସାମନ୍ତସିଂହାର ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ସୁରଥ ଛୋଟରାୟ କବିଙ୍କର ଜନ୍ମ ୧୭୬୦ ମସିହା ଫେବୃଆରୀ ୨୩ତାରିଖ ଦିନ ଯାଜପୁର ଜିଲ୍ଲାର ବାଲିଆଠାରେ ହୋଇଥିଲା ।ବାଲିଆ ଗ୍ରାମ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରି ଠାରୁ ଅନତିଦୁରରେ ଅବସ୍ଥିତ। ତାଙ୍କର ପିତା ଥିଲେ ଜଣେ ଅପୁତ୍ରିକ ଜମିଦାର ଇନ୍ଦ୍ରଜିତ ସାମନ୍ତ ସିଂହାର । ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଜଣେ ପଣ୍ଡିତଙ୍କ ଦେବପୂଜା ହେତୁ ଅଭିମନ୍ୟୁ ଜନ୍ମ ହେବାର ପ୍ରବାଦ ରହିଅଛି । ସେ ହି ଅଭିମନ୍ୟୁଙ୍କ ଗୁରୁ ଥିଲେ । ମାତ୍ର ୯ ବର୍ଷ ବୟସରେ ସେ ପ୍ରଥମ ପଦ୍ୟ ରଚନା କରିଥିଲେ। “ କରମଙ୍ଗା ଗଛ ଛାଇ ଗୋ, ମୋର ହୁଁ ଗୋ । କରମ ଯାହାର ସଫଳ ହୋଇବ, କୃଷ୍ଣଙ୍କୁ ଲଭିବ ସେହି ଗୋ, ମୋର ହୁଁ ଗୋ । ” — ଅଭିମନ୍ୟୁ ସାମନ୍ତସିଂହାର ସାହିତ୍ୟ କୃତି ବିଦଗ୍ଧ ଚିନ୍ତାମଣି ପ୍ରେମ କଳା ରସବତୀ ସୁଲକ୍ଷଣା ପ୍ରେମ ତରଙ୍ଗିଣୀ ବାଘ ଗୀତ ଚଢ଼େଇ ଗୀତ ବୋଲେ ହୁଁ ପ୍ରେମ (ପ୍ରୀତି) ଚିନ୍ତାମଣି ବିଦଗ୍ଧ ଚିନ୍ତାମଣି ତାଙ୍କ ରଚିତ ଓଡ଼ିଆ ସାହିତ୍ୟର ଏକ ମୁଲ୍ୟବାନ ଗ୍ରନ୍ଥ । କେତେଗୋଟି ଜନପ୍ରିୟ ଛାନ୍ଦର ବିଶିଷ୍ଟ ରାଗ ନାମ ଏହି ଗ୍ରନ୍ଥରେ ଦେଖିବାକୁ ମିଳେ, ଯଥା- ଗଡ଼ମାଳିଆ, ଫୁଲତୋଳା ଇତ୍ୟାଦି । ଏଭଳି ନାମଗୁଡ଼ିକୁ କବିଙ୍କ ଶ୍ରଦ୍ଧା ନାମ କୁହାଯାଇପାରେ । ଏହି ଗ୍ରନ୍ଥରୁ ତାଙ୍କ ଜନ୍ମ ବିଷୟରେ ମଧ୍ୟ ଜାଣିହୁଏ । “ ଇନ୍ଦ୍ରଜିତ ଏ ଛାନ୍ଦ ଭଣାଇ ରାଧା ଧ୍ୟାନ କରି ” — ବାଘ ଗୀତ “ ବାଲିଆ ବୋଲି ଯେ ଏକ ନଗର ତହିଁ ନୃପତି ସାମନ୍ତ ସିଂହାର ” —ବାଘ ଗୀତ ତାଙ୍କ ପିତା ଇନ୍ଦ୍ରଜିତ ସାମନ୍ତ ସିଂହାରଙ୍କ ସମ୍ପର୍କରେ ବି ଏଥିରେ ବର୍ଣ୍ଣିତ । ସେ ଯେ ସେଠାକାର ରାଜା ଥିଲେ ଓ ତାଙ୍କ ଲେଖାପାଇଁ ଉତ୍ସାହିତ କରିଥିଲେ ତାହା ଏଥିରେ ବର୍ଣ୍ଣିତ । ଆଧାର ବାହାର ଆଧାର ABOUT THIS ARTICLE View edit history Updated 152 days ago View talk page Discuss improvements to this article READ MORE ଦେବଦୁର୍ଲ୍ଲଭ ଦାସ ପ୍ରାଚୀନ ଓଡ଼ିଆ କବି ବାଇକୋଳି ମହାପାତ୍ର ପଣ୍ଡିତ ବାଇକୋଳି ମହାପାତ୍ର ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି ରଖିଥିଲେ। ରଘୁନାଥ ପରିଚ୍ଛା କବିଚନ୍ଦ୍ର ରଘୁନାଥ ପରିଚ୍ଛା ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ । Content is available under CC BY-SA 3.0 unless otherwise noted.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପରଜା ଭାରତୀୟ ଉପନ୍ୟାସ ସାହିତ୍ୟରେ ଏକ ଅଭିଜାତ ଅଭିବ୍ୟକ୍ତି । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ । ନିରୁତା ଓଡ଼ିଆ ଭାଷାରେ ଲେଖାଯାଇଥିବାରୁ ଅନୁବାଦକମାନଙ୍କୁ ଏଥିପାଇଁ ବହୁ ଶ୍ରମ ସ୍ୱୀକାର କରିବାକୁ ପଡ଼ିଥିଲା । ଏହାର ପ୍ରଥମ ପ୍ରକାଶ ସମୟରେ ଲେଖକ ଗୋପୀନାଥ ମହାନ୍ତି ଯୁବକ ଥିଲେ । ବହିଟିର ପ୍ରକାଶକ ଲେଖିଥିଲେ "ଉପନ୍ୟାସ ଭିତରକୁ ଭେଦିଗଲେ ଲାଗେ ସତେଯେପରି ତରୁଣ କବି ଗୋପୀନାଥଙ୍କ ଆଗ୍ନେୟ ଅନୁଭବର ଅନୁପମ ଆଲେଖ୍ୟ ।"ପରଜାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା ।
ବ୍ରାହ୍ମ ସମାଜ ରାଜା ରାମମୋହନ ରାୟଙ୍କଦ୍ୱାରା ୧୮୨୮ ମସିହା ଅଗଷ୍ଟ ୨୦ ତାରିଖରେ ପ୍ରତିଷ୍ଠିତ ଏକ ଧାର୍ମିକ ଅନୁଷ୍ଠାନ। ବ୍ରହ୍ମ ସମାଜ ଥିଲା ରାଜା ରାମମୋହନ ରାୟଙ୍କର ଏକ ଅନବଦ୍ୟ ସୃଷ୍ଟି। ଏହି ଅନୁଷ୍ଠାନ ମାଧ୍ୟମରେ ହିଁ ସେ ଜନସାଧାରଣମାନଙ୍କୁ ତାଙ୍କ ବାଣୀ ପ୍ରଚାର କରିଥିଲେ। ଆଧ୍ୟତ୍ମିକତା, ସହିଷ୍ଣୁତା ଓ ସର୍ବ ଧର୍ମସମନ୍ୱୟ ଥିଲା ବ୍ରାହ୍ମ ସମାଜର ଆଦର୍ଶ। ରାମସେ ମେକଡୋନାଲଡଙ୍କ ଭାଷାରେ ବ୍ରାହ୍ମ ସମାଜ ହିନ୍ଦୁ ଧର୍ମକୁ ପରିତ୍ୟାଗ ନକରି ପାଶ୍ଚାତ୍ୟ ଜଗତର ଧର୍ମ ବିଶ୍ୱାସ ପ୍ରତି ଉଦାର ଓ ସହାନୁଭୂତି ସମ୍ପନ୍ନ ହେବାକୁ ଚେଷ୍ଟା କରୁଥିଲା। ଏହି ସମାଜଦ୍ୱାରା ରାମମୋହନ ହିନ୍ଦୁ ଧର୍ମର ରକ୍ଷଣଶୀଳତାକୁ ଦୂର କରିବା ନିମନ୍ତେ ଚେଷ୍ଟା କରି କେତେକାଂଶରେ କୃତକାର୍ଯ୍ୟ ହୋଇଥିଲେ। ବାସ୍ତବପକ୍ଷେ ଭାରତୀୟମାନଙ୍କ ମନରେ ସ୍ୱାଧୀନ ଚିନ୍ତାଧାରା ଓ ଦୁଃସାହାସିକ ମନୋଭାବର ବୀଜ ବପନ କରିବାରେ ସାହାର୍ଯ୍ୟ କରିଥିଲା ବ୍ରହ୍ମ ସମାଜ। ପରେ ପରେ ଏହି ବୀଜ ଏକ ବିରାଟ ବୃକ୍ଷରେ ପରିଣତ ହୋଇ ସ୍ୱାଧୀନତା ଲାଭ ନିମନ୍ତେ ସଂଗ୍ରାମ କରିବାକୁ ଭାରତୀୟମାନଙ୍କୁ ପ୍ରୋତ୍ସାହିତ କରିଥିଲା। ଏହା ଏକ ପ୍ରଭାବଶାଳୀ ଧାର୍ମିକ ଆନ୍ଦୋଳନ ମଧ୍ୟରୁ ଅନ୍ୟତମ ଥିଲା, ଯାହା ଆଧୁନିକ ଭାରତ ନିର୍ମାଣର ବିଶ୍ୱାସଯୋଗ୍ୟ ।
ଏମାର ମଠ ଓଡ଼ିଶାର ପୁରୀରେ ଥିବା ଏକ ମଠ । ଏହା ପୁରୀରେ ଥିବା ସବୁଠାରୁ ପୁରୁଣା ମଠମାନଙ୍କ ଭିତରୁ ଗୋଟିଏ । ସନ୍ଥ ରାମାନୁଜ ପ୍ରଥମେ ସ୍ୱର୍ଗଦ୍ୱାରରେ ଛତା ପୋତି ରହିଥିଲେ । ତାପରେ ସେଠାରେ ସେ ମଠ କରିଥିଲେ । ଏହା ପରେ ବର୍ତ୍ତମାନର ଏମାର ମଠ ସ୍ଥାନରେ ଛତା ପୋତି ନିଜ ଶିଷ୍ୟଙ୍କ ସହ ରହିଲେ । ସେହି ଛତାରୁ ସେଠାରେ ଏମାର ମଠ ହେଲା । ବିବାଦୀୟ ଭାବେ, ୨୦୧୧ ମସିହାରେ ଏଠାରେ ୯୦ କୋଟି ଟଙ୍କା ମୁଲ୍ୟର ୫୨୨ଟି ରୂପା ଦଣ୍ଡି (୧୮ କିଗ୍ରା) ମିଳିଥିଲା ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପଠାଣି ପଟ୍ଟନାୟକ (୨୯ ସେପ୍ଟେମ୍ବର ୧୯୨୮ - ୪ ଫେବୃଆରୀ ୨୦୧୭) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ତାଙ୍କର ୫୦ଟିରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇସାରିଛି । ଗଳ୍ପ, ଉପନ୍ୟାସ, ଶିଶୁ ସାହିତ୍ୟ, ପ୍ରବନ୍ଧ ଓ ସମାଲୋଚନା ଆଦି ସାହିତ୍ୟ ବିଭାଗରେ ସେ ନିଜ ଲେଖନୀ ଚାଳନା କରିଥିଲେ । ସେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଭାବରେ କାର୍ଯ୍ୟ କରିଥିଲେ । ସାହିତ୍ୟ ପତ୍ରିକା ଝଙ୍କାରର ସେ ସମ୍ପାଦକ ଦାୟିତ୍ୱରେ ମଧ୍ୟ ଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟୀଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).