ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ସାରଙ୍ଗଧର ପ୍ରଧାନ (୧ ଜୁଲାଇ ୧୯୨୨ - ୬ ନଭେମ୍ବର ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୫ ମସିହାରରେ ହୋଇଥିବା ଉପ-ନିର୍ବାଚନରେ ସେ ଫୁଲବାଣୀ - ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁ.
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ମାଇକେଲ କୋଲିନ ( ୩୧ ଅକ୍ଟୋବର ୧୯୩୦ - ୨୮ ଏପ୍ରିଲ ୨୦୨୧) ଜଣେ ଯାନ୍ତ୍ରିକ ଇଂଜିନିୟର ତଥା ସଂଯୁକ୍ତ ରାଷ୍ଟ୍ର ବାୟୁସେନା (ରିଜର୍ଭ)ର ପୂର୍ବତନ ମେଜର ଜେନେରାଲ । ତାଙ୍କର ପ୍ରଥମ ଅନ୍ତରୀକ୍ଷ ଅଭିଯାନରେ (ଜେମିନି-୧୦ ଅନ୍ତରୀକ୍ଷ ଅଭିଯାନ) କମାଣ୍ଡର ପାଇଲଟ୍ ଜନ ୟଙ୍ଗଙ୍କ ସହ ଦୁଇଟି ଅନ୍ତରୀକ୍ଷ ଯାନରେ ସେ କକ୍ଷୀୟ ପରିଭ୍ରମଣ କରିବା ସହ ଅନ୍ତରୀକ୍ଷରେ ଚାଲିବାରେ ସମର୍ଥ ହୋଇଥିଲେ । ଏହାପରେ ତାଙ୍କ ଦ୍ୱିତୀୟ ଅନ୍ତରୀକ୍ଷ ଅଭିଯାନରେ ସେ ଆପୋଲୋ-୧୧ ଚନ୍ଦ୍ର ଅଭିଯାନରେ କମାଣ୍ଡ ମଡ୍ୟୁଲର ପାଇଲଟ ଭାବେ ଚନ୍ଦ୍ର କକ୍ଷରେ ଯାନ ପରିଚାଳନା କରୁଥିବା ବେଳେ ନୀଲ ଆର୍ମଷ୍ଟ୍ରଙ୍ଗ ଏବଂ ବଜ ଆଲଡ୍ରିନ ଚନ୍ଦ୍ର ପୃଷ୍ଠରେ ଅବତରଣ କରିଥିଲେ । ଏହି ଅନ୍ତରୀକ୍ଷ ଅଭିଯାନରେ ମଣିଷ ପ୍ରଥମ ଥର ପାଇଁ ଚନ୍ଦ୍ର ପୃଷ୍ଠରେ ପାଦ ପକାଇବା ପାଇଁ ସମର୍ଥ ହୋଇଥିଲା । ସେ ହେଉଛନ୍ତି ଚନ୍ଦ୍ରକୁ ପହଞ୍ଚିଥିବା ୨୪ତମ ବ୍ୟକ୍ତି ଏବଂ ମହାକାଶରେ ଭାସମାନ ଅବସ୍ଥାରେ ପଦଚାଲନା କରିବାରେ ତୃତୀୟ ଆମେରୀକିୟ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି । ୧୮୯୨ରେ ମଧୁସୂଦନ ବିଧିବଦ୍ଧ ଭାବେ ଶୈଳବାଳାଙ୍କୁ ପାଳିତ କନ୍ୟାଭାବେ ଗ୍ରହଣ କରିଥିଲେ ।୧୯୫୯ରେ ସମାଜସେବାରେ ବିଶେଷ ଅବଦାନ ପାଇଁ ଭାରତ ସରକାରଙ୍କ ତୃତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ "ପଦ୍ମଶ୍ରୀ" ମିଳିଥିଲା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଏକ ପୁରାତନୀ ଲୋକସଂଗୀତ ତଥା ବର୍ତ୍ତମାନର ଜାତୀୟ ସାଂସ୍କୃତିକ ଜୀବନରେ ବିଶିଷ୍ଟ ଲୋକଗୀତ ହେଉଛି ‘ଝୁମର’ । ଓଡ଼ିଶା ଏବଂ ତତ୍ସଂଲଗ୍ନ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ମଧ୍ୟପ୍ରଦେଶ, ଆସାମ ଆଦି ପ୍ରଦେଶମାନଙ୍କରେ ଭିନ୍ନ ଭିନ୍ନ ରୂପରେ ପ୍ରଚଳିତ ଏହି ଲୋକ ସଂଗୀତର ଆବେଦନ ଓ ଆକର୍ଷଣ ଅଧୁନା ପ୍ରମୁଖ ଚର୍ଚ୍ଚାର କାରଣ ସାଜିଛି । ଝୁମର’ର ଅର୍ଥ ‘ଝୁମର’ କହିଲେ ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଲୋକ ସଙ୍ଗୀତକୁ ହିଁ ବୁଝାଏ । ସାଦାରଣ ଭାବରେ ଦେଖିଲେ ଏହା ଏକ ଧ୍ୱନ୍ୟାତ୍ମକ ଶବ୍ଦ । ଝମ୍ଝମ୍ ଶବ୍ଦରୁ ଏହାର ସୃଷ୍ଟି । ପାଦରେ ଘୁଙ୍ଗୁରି ବାନ୍ଧି ସମୂହ ନୃତ୍ୟ କଲାବେଳେ ଝମ୍ଝମ୍ ଶବ୍ଦ ହୋଇଥାଏ । ସମ୍ଭବତଃ ଏହି ଧ୍ୱନିରୁ ଝୁମର ଶବ୍ଦ ଗୃହୀତ ହୋଇଥାଇ ପାରେ । ଆଲୋଚକ ଲଳିତ କୁମାର ମହାନ୍ତି ଏହି ପ୍ରସଙ୍ଗକୁ ମଧ୍ୟ ଗ୍ରହଣ କରିଛନ୍ତି ୧ ସେ କହନ୍ତି – ‘ଝୁମୁରା’ ନାଚରୁ ଏ ଶବ୍ଦର ସୃଷ୍ଟି । ଝୁମୁରା ନାଚର ମୁଖ୍ୟ ବିଷୟ ହେଲା ‘ଝମ୍ଝମ୍’ ତାଳ । ଏହି ତାଳ ବର୍ଷା ବର୍ଷିବା ପରି ଝମ୍ଝମ୍ ହୋଇ ବାଜିଥାଏ । ଘୁଙ୍ଗୁର ତିଆରି ହେବାରୁ ବହୁ ପୂର୍ବରୁ ନୃତ୍ୟ ସମୟରେ ନୃତ୍ୟକାରୀମାନେ ଏକପ୍ରକାର ଖୋଳପାରକୁ ପାଦ, ବାହୁ ଓ ଅଣ୍ଟାରେ ବାନ୍ଧି ନାଚୁଥିଲେ । ନାଚ ଓ ଗୀତର ତାଳେ ତାଳେ ସେଥିରୁ ‘ଝମ୍ଝମ୍’ ଶବ୍ଦ ବାହାରୁଥିଲା । କାଳକ୍ରମେ ଗେଣ୍ଡାର ମାଂସତକ ବାହାର କରି ତାକୁ କଣାକରି ଶୁଖାଇ ସେଗୁଡ଼ିକୁ ଘୁଙ୍ଗୁର ପରି ପାଦରେ ବାନ୍ଧୁଥିଲେ । xxx ତା’ସାଙ୍ଗକୁ ଲାଉତୁମ୍ବାରେ ‘ରୁଞ୍ଜ’ ଫଳକୁ ଭର୍ତ୍ତିକରି ଗୀତର ତାଳେ ତାଳେ ତୁମ୍ବାକୁ ହଲାଇବାରୁ ‘ଝମର’ ଶବ୍ଦ ବାହାରିବାକୁ ଲାଗିଲା। ତେଣୁ ଏହି ନୃତ୍ୟରେ ବ୍ୟବହୃତ ହେଉଥିବା ଗୀତକୁ ‘ଝୁମର’ ଗୀତ ବୋଲି ଆଖ୍ୟାୟିତ କରାଗଲା।(୩)ଓଡ଼ିଆ, ବଙ୍ଗଳା, ହିନ୍ଦୀ ଆଦି ଅଭିଧାନମାନଙ୍କରେ ‘ଝୁମର’ ମାତ୍ରା ବା ଛନ୍ଦ ଭାବରେ ଗୃହୀତ । କେତେକାଂଶରେ ତାହା ବୃତ୍ତ ବା ରାଗିଣୀ ଭାବରେ ମଧ୍ୟ ପରିଚିତ । ଝୁମର ଗବେଷକ ଡ଼ଃ ଆଦିକନ୍ଦ ମହାନ୍ତ ‘ଝୁମର’ ସମ୍ପର୍କରେ ମତଦେଇ କହନ୍ତି- ‘‘ଝୁମର ଶବ୍ଦର ଶାବ୍ଦିକ ଶାସ୍ତ୍ରୀୟ ବ୍ୟାଖ୍ୟାକୁ ଲକ୍ଷ୍ୟ କଲେ ଜଣାଯାଏ – ଝରୟତି/ ଝୁରାୟତେ ଇତି ଝୁମର । ସୁଖଦୁଃଖରେ ସମଦର୍ଶୀ ସ୍ଥିତପ୍ରଜ୍ଞ ରହି ବିଭୁଉକ୍ତିରେ ତଦ୍ଗତ ପ୍ରାଣୀ ହୋଇ ଝୁରି ଝୁରି ମର ଶରୀରକୁ ଅମରତ୍ୱ ଆଡ଼କୁ ନେବାର ସ୍ୱର ଝଙ୍କା ହିଁ ଝୁମର ।’’ ଝୁମରର ବିଭାଗୀକରଣ: ବିଭିନ୍ନ ଦୃଷ୍ଟିକୋଣରୁ ଆଲୋଚକମାନେ ‘ଝୁମର’କୁ ୩ ଭାଗେ ବିଭକ୍ତ କରିଅଛନ୍ତି । ଯଥା- (୧) ଦରବାରୀ ଝୁମର (୨) ଭାଦୁରିଆ ଝୁମର (୩) ରଙ୍ଗୀନ ଝୁମର । ୧- ଦରବାରୀ ଝୁମର : ଯେଉଁ ଝୁମରଗୁଡ଼ିକ ରାଜ ଦରବାରରେ ସୃଷ୍ଟି ହୋଇଛି, ତାହା ଦରବାରୀ ଝୁମରର ନାମରେ ଅଭିହିତ । ଅଷ୍ଟାଦଶ ଶତାବ୍ଦୀରେ ରାଜା-ଜମିଦାରମାନେ ନିଜର ମନୋରଞ୍ଜନ ନିମେନ୍ତ ଦରବାରରେ ବିଭିନ୍ନ ନର୍ତ୍ତକୀ ଓ ନାଚୁଣୀମାନଙ୍କ ଦ୍ୱାରା ଏହି ଝୁମରକୁ ପରିବେଷଣ କରାଉଥିଲେ । ଶାସ୍ତ୍ରୋଚିତ ରାଗରାଗିଣୀ, ଅଳଙ୍କାର, ରସ ମଦିର ମଧୁର ସମନ୍ୱୟ ଏହି ଗୀତମାନଙ୍କରେ ଦେଖା ଯାଇଥାଏ । ଏହି ଝୁମର ପରିବେଷଣ କରିବାର ନିର୍ଦ୍ଦିଷ୍ଟ ସମୟ ରହିଛି । ଫାଲ୍ଗୁନ ମାସରୁ ଆଷାଢ ମାସ ପର୍ଯ୍ୟନ୍ତ ଦରବାରୀ ଝୁମରର ଗାୟନ କାଳ । ୨-ଭାଦୁରିଆ ଝୁମର : ଏହି ଝୁମର ବିଶେଷତଃ କରମାଗୀତ ଉପରେ ପର୍ଯ୍ୟବେସିତ । ଅଷ୍ଟାଦଶ ଶତାବ୍ଦବେଳକୁ ବୈଷ୍ଣବବାଦର ପ୍ରଭାବ ଫଳରେ ଏ ଭାଦୁରିଆ ଝୁମର ନାମରେ ପରିଚିତ ହେଲା । କରମାଗୀତର ଏହା ରୂପାନ୍ତର । ଏହି ଝୁମର ଓଡ଼ିଆ, କୁର୍ମାଳି, ବଙ୍ଗଳା, ନାଗପୁରିଆ, ମୁଣ୍ଡାରୀ, ହୋ, ଖୋର୍ଠା, ପାଜ୍ଞପରଗନିଆ ଆଦି ଭାଷାରେ ପରିଦୁଷ୍ଟ । ବର୍ଷାଋତୁ ଆରମ୍ଭରୁ ରାସପୂର୍ଣ୍ଣିମା ପର୍ଯ୍ୟନ୍ତ ଏହି ଭାଦୁରିଆ ଝୁମର ପରିବେଷଣର ସମୟ । ୩-ରଙ୍ଗୀନ ଝୁମର : ପୂର୍ବୋକ୍ତ ଝୁମର ଭଳି ଏଥିରେ କୌଣସି ନିର୍ଦ୍ଦିଷ୍ଟ ପରିଦୃଷ୍ଟ ହୁଏ ନାହିଁ । ଏହି ଝୁମର ସ୍ୱାଧୀନ ଭାବରେ ଗାନ କରାଯାଇଥାଏ । ବିଭିନ୍ନ ବିଷୟ ଓ ରାଗରାଗିଣୀ ମାଧ୍ୟମରେ ଲୋକ ଜୀବନର ଚଳଣି, ସାମାଜିକ ବିଧିବ୍ୟବସ୍ଥା ଆଦିର ରୂପଛବି ଏଥିରେ ପ୍ରକାଶ ପାଇଥାଏ । ତେଣୁ ଏହାର ସାହିତ୍ୟ ବା ରଚନାଗୁଡ଼ିକ ଲୋକଗୀତର ପର୍ଯ୍ୟାୟଭୁକ୍ତ । ରଙ୍ଗୀନ ଝୁମର ପରିବେଷଣ କରିବାରେ କୌଣସି ଋତୁ ବା ମାସର ଆବଶ୍ୟକତା ପଡ଼େ ନାହିଁ । ଏହା ବର୍ଷର ଯେକୌଣସି ସମୟରେ ଗାନ କରାଯାଇ ପାରେ । ମାର୍ଗଶିର ଓ ପୌଷମାସରେ ଫସଲ କ୍ଷେତ୍ରରେ ବ୍ୟସ୍ତ ରହିବା କାରଣରୁ ଏହି ସମୟରେ କୌଣସି ଝୁମର ଉପଭୋଗ୍ୟ ହୋଇପାରେ ନାହିଁ । ତେରୁ ଏହି ସମୟକୁ ଝୁମରର ବିରତି ସମୟ ଭାବରେ ଗ୍ରହଣ କରାଯାଇଥାଏ । ସେହିଭଳି ନୃତ୍ୟଭିତ୍ତିରେ ମଧ୍ୟ ଝୁମରର ବହୁ ବିଭାଗ ଦେଖିବାକୁ ମିଳିଥାଏ । ପାରମ୍ପରିକ ଏହି ଲୋକସଙ୍ଗୀତ ଗାୟନ ମଧ୍ୟରେ ବହୁ ନୃତ୍ୟର ମଧ୍ୟ ଭିଆଣ କରାଯାଇଛି । ତେଣୁ ଝୁମର କେବଳ ଲୋକଗୀତ ମଧ୍ୟରେ ସୀମିତ ରହିନାହିଁ; ନୃତ୍ୟରେ ମଧ୍ୟ ଅନୁରୂପ ପ୍ରଭାବ ବିସ୍ତାର କରି ନିଜର ଅନନ୍ୟ ପରିଚୟ ସୃଷ୍ଟି କରିପାରିଛି । ଏଠାରେ ପ୍ରକାଶଯୋଗ୍ୟ ଆଲୋଚ୍ୟ ଝୁମରଗୁଡ଼ିକ କୁର୍ମାଳି ଝୁମରର ପର୍ଯ୍ୟାୟଭୁକ୍ତ । ଯଦିଓ ଏହାର ବ୍ୟାପକ ସୀମା ରହିଛି, ତଥାପି ଆଲୋଚନାର ସରଳୀକରଣ ନିମନ୍ତେ, ଓଡ଼ିଆ, ମୈଥିଳୀ ଆଦି ଭାଷାରେ ପରିଦୃଷ୍ଟ କୁର୍ମାଳି ଝୁମର ଗୀତଗୁଡ଼ିକୁ ପ୍ରସଙ୍ଗକ୍ରମେ ଗ୍ରହଣ କରାଯାଇଛି । ଝୁମର ନୃତ୍ୟଗୁଡ଼ିକ ସାଧାରଣତଃ ଏକକ ବା ପଙ୍କ୍ତି ମାଧ୍ୟମରେ ପରିବେଷଣ କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ଝୁମର ନୃତ୍ୟର ବହୁ ବିଭାଗ ସୃଷ୍ଟି ହୋଇଛି । ଯଥା- (୧) ପାନ୍ତାଶାଲିଆ ଝୁମର (୨) ନାଚୁଣୀ ଶାଲିଆ ଝୁମର (୩)କାଠିନାଚିଆ ଝୁମର (୪) ଜାଅଆ ନାଚିଆ ଝୁମର (୫) ବିବାହକାଳୀନ ଝୁମର (୬) ଔପାସନିକ ଝୁମର (୭) ସଖୀନାଚିଆ ଝୁମର (୮) ମହଡ଼ା ନାଚିଆ ଝୁମର (୯) ବୈଠକ ଝୁମର (୧୦) ଛଉ ନାଚିଆ ଝୁମର ୧- ପାନ୍ତାଶାଳିଆ ଝୁମର: ପଙ୍କ୍ତି ଶବ୍ଦରୁ ‘ପାନ୍ତା’ ଶବ୍ଦର ସୃଷ୍ଟି । ଏହା ସହିତ ଜଡ଼ିତ ସଙ୍ଗୀତକୁ ପାନ୍ତାଶାଲିଆ ଝୁମର କୁହାଯାଏ । ଭାଦ୍ରବ ମାସ ଶୁକ୍ଳ ଏକାଦଶୀ ଦିନ ‘କରମ ଦେବତା’ଙ୍କୁ ପୂଜା କରିବା ଅବସରରେ ସମବେତ ହୋଇ ଏହି ଝୁମର ପରିବେଷଣ କରାଯାଇଥାଏ । ୨- ନାଚୁଣୀ ଶାଲିଆ ଝୁମର : ଏହା ଏକ ଝୁମର ଭାବେ ପରିଚିତ । ଜଣେ ନାରୀ ନର୍ତ୍ତକୀ ବା ନାଚୁଣୀ ଦ୍ୱାରା ଏହା ପରିବେଷଣ କରାଯାଇଥାଏ । ନାରୀ ଶିଳ୍ପୀର ଆବର୍ତ୍ତମାନରେ ପୁରୁଷ ଶିଳ୍ପୀ ଜଣକ ନାରୀବେଶ ହୋଇ ମଧ୍ୟ ଏହାକୁ ପରିବେଷଣ କରିଥାଏ । ବିବାହ, ଅନ୍ନପ୍ରାସନ, ସାମାଜିକ କ୍ରିୟାନୁଷ୍ଠାନ ଏବଂ ମନୋରଞ୍ଜନ ନିମନ୍ତେ ଏହି ନୃତ୍ୟ କରାଯାଇଥାଏ । ପଶ୍ଚିମ ଓଡିଶାର ‘ରସାରକେଲୀ’ ଏବଂ ରାଜସ୍ଥାନର ‘ଢପ୍’ ସହିତ ଏହାର ସାମ୍ୟ ପରିଲକ୍ଷିତ ହୋଇଥାଏ । ୩- କାଠି ନାଚିଆ ଝୁମର: କାଠି ବା ଲାଠି ସାହାଯ୍ୟରେ ପାରମ୍ପରିକ ବାଦ୍ୟଯନ୍ତ୍ରର ତାଳେ ତାଳେ ଝୁମର ସଙ୍ଗୀତ ଗାନ କରି ଏହି ନୃତ୍ୟ ପ୍ରଦର୍ଶନ କରାଯାଇଥାଏ । ଓଗାଳ, କୈସାବାଡ଼ି ନୃତ୍ୟ ସହିତ ଏହି ଝୁମର ନୃତ୍ୟର ସାମ୍ୟ ଦେଖାଯାଏ । ୪- ଜାଅଆ ନାଚିଆ ଝୁମର : ଜାଆଆ ଏକ ବ୍ରତ । କୁଡ଼ୁମି ସଂପ୍ରଦାୟର କୁମାରୀ କନ୍ୟାମାନେ ‘କରମ ଠାକୁର’ଙ୍କ ନିକଟରେ ଏହି ବ୍ରତ ରଖିଥାନ୍ତି । ଭାଦ୍ରବ ଶୁକ୍ଳ ଏକାଦଶୀ ଦିନ ‘କରମଠାକୁର’ଙ୍କୁ ପୂଜା କରିବା ଅବସରରେ କିଶୋରୀମାନେ ସମବେତ ହୋଇ ବାଦ୍ୟଯନ୍ତ୍ରର ତାଳେ ତାଳେ ଏହି ଝୁମର ଗୀତ ଓ ନୃତ୍ୟକୁ ପରିବେଷଣ କରିଥାନ୍ତି । ୫- ବିବାହକାଳୀନ ଝୁମର : ବିବାହ ଭଳି ସାମାଜିକ ଅନୁଷ୍ଠାନମାନଙ୍କରେ ଏହି ନୃତ୍ୟ ପରିବେଷଣ କରା ଯାଇଥାଏ । ଉଭୟ କନ୍ୟା ଓ ବରପକ୍ଷ ମଧ୍ୟରେ ବହୁ ଥଟ୍ଟା ପରିହାସ, ଆକ୍ଷେପ ଉକ୍ତି ମଧ୍ୟରେ ଏହି ଝୁମର ଗାନ କରାଯାଇଥାଏ । ୬- ଔପାସନିକ ଝୁମର : ନିଜର ଆାରାଧ୍ୟ ଦେବାଦେବୀଙ୍କ ଉପାସନା ନିମନ୍ତେ ପରିବେଷଣ କରା ଯାଉଥିବା ଝୁମର, ଔପାସନିକ ଝୁମର ନାମରେ ପରିଚିତ । ୭- ସଖୀ ନାଚିଆ ଝୁମର : ଅଷ୍ଟାଦଶ ଶତାବ୍ଦୀରେ ବୈଷ୍ଣବ ଧର୍ମର ପ୍ରଭାବ ଫଳରେ ଝୁମରରେ ରାଧାକୃଷ୍ଣ ଏବଂ ସେମାନଙ୍କ ସଖା-ସଖୀମାନଙ୍କର ଆବିର୍ଭାବ ଘଟିଲା । ପରେ ସେହି ସଖୀମାନଙ୍କୁ ଉପଜୀବ୍ୟ କରି ଏକ ନୂତନ ନୃତ୍ୟଶୈଳୀର ସୃଷ୍ଟି ହେଲା । ଯାହା ସଖୀନାଚିଆ ଝୁମର ନାମରେ ପରିଚିତ । ୮- ମହଡ଼ା ନାଚିଆ ଝୁମର : ‘ମହଡ଼ା’ ଅର୍ଥ ହେଉଛି ମୁଖା । ଏହି ନୃତ୍ୟରେ ବିଭିନ୍ନ ଦେବାଦେବୀ, ଅସୁର, ପଶୁପକ୍ଷୀମାନଙ୍କ ମୁଖା ବ୍ୟବହାର କରାଯାଇଥାଏ । ବୀର ରସ ପ୍ରକାଶ କରିବାରେ ଏହି ନୃତ୍ୟର ଯଥେଷ୍ଟ ପ୍ରଭାବ ରହିଛି । ରାବଣ ବଧ, ମହିଷାସୁରର ବଧ ଆଦି ଅଭିନୟ ଏହି ନୃତ୍ୟର ମୁଖ୍ୟ ଆକର୍ଷଣ । ୯- ବୈଠକୀ ଝୁମର : ଗ୍ରାମ ବୈଠକରେ ବସି ବିଭିନ୍ନ ସମ୍ବନ୍ଧରେ ତର୍ଜମା କରିବା ଅବସରରେ ଯେଉଁ ଝୁମର ନୃତ୍ୟ ପ୍ରଦର୍ଶିତ ହୋଇଥାଏ, ତାହା ବୈଠକୀ ଝୁମର ଭାବେ ପରିଚିତ । ଆଲୋଚନା-ପ୍ରତ୍ୟାଲୋଚନା ମାଧ୍ୟମରେ ବିବିଧ ଦର୍ଶନ, ଚିନ୍ତା, ସାହିତ୍ୟିକ ଆଭିମୁଖ୍ୟ, ଭକ୍ତିବାଦ ଆଦିକୁ ସ୍ଥାନିତ କରାଯାଇଥାଏ ଏଥିରେ । ୧୦- ଛଉନାଚିଆ ଝୁମର : ଛଉ ନୃତ୍ୟ ମାଧ୍ୟମରେ ଯେଉଁ ଝୁମର ପରିବେଷଣ ହୋଇଥାଏ, ତାହା ଛଉନାଚିଆ ଝୁମର ଭାବରେ ଖ୍ୟାତ । ପ୍ରକାଶଯୋଗ୍ୟ ‘ଛଉନୃତ୍ୟ’ ଆଜି ସମଗ୍ର ବିଶ୍ୱରେ ତା’ର ଅପୂର୍ବ କଳାକୁ ପ୍ରସାରିତ କରିପାରିଛି । ବିଶେଷତଃ ଛଉନୃତ୍ୟ ଉତ୍ତର ଓଡ଼ିଶା (ମୟୁରଭଞ୍ଜ)ର ଏକ ସ୍ୱତନ୍ତ୍ର ପରିଚୟ ବହନ କରେ । ତେଣୁ ଆଲୋଚକମାନେ ‘ଛଉ’କୁ ମୟୁରଭଞ୍ଜରର ସୁଯୋଗ୍ୟ ସନ୍ତାନ ଭାବରେ ଏବଂ ‘ଝୁମର’କୁ ଅଲିଅଳୀ କନ୍ୟାଭାବରେ ଗ୍ରହଣ କରିଥାନ୍ତି । ଆଜି ଝୁମର ଓ ଛଉ ସମୀଭୂତା ହୋଇ ଓଡ଼ିଶାର ଏକ ମୌଳିକ ତଥା ପାରମ୍ପରିକ ଲୋକନୃତ୍ୟ ଭାବରେ ପ୍ରତିଷ୍ଠିତ ହୋଇପାରିଛି । ଏଣୁ ଏ ସଂମ୍ପର୍କରେ କୁହାଯାଏ – ‘‘ନୃତ୍ୟ ଜଗତରେ ‘ଛଉନାଚ’ ଯେପରି ଏକ ବିଶିଷ୍ଟ ସମ୍ପଦ, ସଙ୍ଗୀତ ରାଜ୍ୟରେ ‘ଝୁମର’ ମଧ୍ୟ ଏକ ବିଶ୍ୱସ୍ତ ସମ୍ପଦ । x x ଛଉ ଓ ଝୁମର ଅଙ୍ଗାଙ୍ଗୀଭାବେ ଜଡ଼ିତ । ଛଉନାଚର ତାଣ୍ଡବ ଓ ଝୁମର ନୃତ୍ୟ ଲାସ୍ୟ ଉଭୟେ ପରିପୂରକ । ଛଉନୃତ୍ୟ ପୁରୁଷ ପ୍ରକୃତିରେ ଅଭିନୀତ ଓ ଝୁମର ନୃତ୍ୟ ନାରୀ ପ୍ରକୃତିରେ ଅଭିନୀତ । ଜଗତରେ ସୁନ୍ଦର ବସ୍ତୁମାନଙ୍କ ମଧ୍ୟରେ ଗୋଟିଏ ହେଲା ରମଣୀ ଓ ଅନ୍ୟଟି ରାଗିଣୀ । ଏହି ଦୁଇଟି ସୁନ୍ଦରର ସମାହାର ହେଲା ‘‘ଝୁମର’’ ଉତ୍ତର ଓଡ଼ିଶାର ଏକ ସାଂସ୍କୃତିକ ପରମ୍ପରା ।’’ ଝୁମରର ଯୁଗବିଭାଜନ : ସାହିତ୍ୟରେ ଯୁଗବିଭାଜନ ପରି ଝୁମରରେ ମଧ୍ୟ ଯୁଗବିଭାଜନର ଆବଶ୍ୟକତା ରହିଛି । ଏହି ଦୃଷ୍ଟିରୁ ଆଲୋଚକମାନେ ଝୁମରର ଯୁଗବିଭାଜନ କରିଛନ୍ତି । ଯଥା- (୧) ଆଦିଯୁଗ (ପ୍ରାଚୀନରୁ ୧୭୫୦) (୨) ମଧ୍ୟଯୁଗ [– ୧୮୫୦]) (୩) ରୀତିଯୁଗ [[୧]]) (୪) ରଙ୍ଗୀନଯୁଗ (୧୯୫୦ ରୁ ଅଦ୍ୟାବଧି) ଆଦିଯୁଗ (ପ୍ରାଚୀନରୁ ୧୭୫୦) : ଆଦିଯୁଗରେ ଝୁମରର ରୂପ ଲୋକଗୀତ ଧାରାରେ ଆବଦ୍ଧ ଥିଲା । କରମା ଗୀତ ସମ୍ବଳିତ ଝୁମର ଏହି ଯୁଗୀୟ ରଚନା । ପରେ ସପ୍ତଦଶ ଶତାବ୍ଦୀର ଶେଷଆଡ଼କୁ ବୈଷ୍ଣବ ଧର୍ମଦ୍ୱାରା ଏହା ପ୍ରଭାବିତ ହୋଇଅଛି । ଏହି କାଳର ଝୁମରର ରୂପ ନିମ୍ନମତେ ଲକ୍ଷଣୀୟ- କୁଳୁଥିରେ ବାଁକା କୁଳିଥି ଭୁଜେ ଲାଗଇ ଛଟକି ନନ୍ଦନ ଭୁଜଇତେ ଭୁଜଇତେ ନଣନ୍ଦ ପୋଡ଼ି ହେଲ ଲାଜେ ହୁଁ ନା ଗେଲାଇଁ ଶଶୁରାଲ ନି ଯାତିରେ ନନ୍ଦାସୁ ଭାଇ ନନ୍ଦ ମୋର ଫୁଲକେରୀ ହାର ।। (ଯାଓ୍ୱାଗୀତ) ଏକ ସାଧାରଣ ଘଟଣାକୁ ନେଇ ଏହା ରଚିତ । ଏହି ଗୀତରେ କବି କହୁଛନ୍ତି- ସାଧାରଣତଃ କୋଳଥଫଳ ଦେଖିବାକୁ ବଙ୍କା । ସେହି ବଙ୍କା କୋଳଥକୁ ଭାଜୁ ଭାଜୁ ଛଟକି ନଣନ୍ଦ ପୋଡ଼ି ହେଲା। ଫଳତଃ ଲାଜରେ ଆଉ ଶ୍ୱଶୁର ଘରକୁ ଗଲା ନାହିଁ । ତା’ସ୍ୱାମୀ ନେବାକୁ ଆସିବା ବେଳେ ଭାଉଜ କହୁଛି – ‘‘ ହେ ନନ୍ଦସୁ ଭାଇ’ (ନଣନ୍ଦର ସ୍ୱାମୀ) ମୋର ନଣନ୍ଦ ଫୁଲଠାରୁ ଆହୁରି କୋମଳ । ସେ ପୋଡ଼ି ହୋଇଛି । ଏଣୁ ଯିବ ନାହିଁ ।’’ ଆଉ ଏକ ଉଦାହରଣ ମାଧ୍ୟମରେ – ଜଣେ ବିଳାସିନୀ ରମଣୀର କେଶ ପ୍ରସାଧନକୁ ଏଠାରେ ଲକ୍ଷ୍ୟ କରାଯାଇପାରେ – ‘‘ହାତ ଦାଁତକେ କାଁକୟା ସୁରଙ୍ଗିକା ତେଲ, ମଚିଆଇଁ ବସିଏ ବିରୁନ୍ ଝାଡ଼େ ଲାଗନ ବେଶେ, ବିରୁନ୍ କତିରଙ୍ଗ ।’’ (କରମ ଗୀତ) ଅର୍ଥାତ୍ ‘‘ବିରୁନ୍ (ସ୍ତ୍ରୀର ନାମ) ଏକ ମାଁଚିଆ ଉପରେ ବସି ମୁଣ୍ଡରେ ସୁରଙ୍ଗି ତେଲ ଲଗାଉଛି ଏବଂ ହାତୀଦାନ୍ତ ପାନିଆରେ ନାନାଭଙ୍ଗୀରେ କେଶ ସଜାଉଛି ।’’ ମଧ୍ୟଯୁଗ [[୨]]) : ଏହି ସମୟରେ ବୈଷ୍ଣବବାଦ ଓ କବୀରବାଦର ପ୍ରଭାବ ପଡ଼ିଛି ଝୁମର ଉପରେ । ରାଧାକୃଷ୍ଣଙ୍କ ପ୍ରେମ, ମିଳନ, ବିଚ୍ଛେଦର କାହାଣୀ ଏଥିରେ ପ୍ରମୁଖ ପ୍ରସଙ୍ଗ ହୋଇଛି । ରାଜା-ଜମିଦାରମାନଙ୍କ ପୃଷ୍ଠପୋଷକତା କାରଣରୁ ଏଥିରେ (ସଙ୍ଗୀତ, ନୃତ୍ୟ, ସାହିତ୍ୟ) ବହୁ ପରିବର୍ତ୍ତନ ମଧ୍ୟ ସଂଗଠିତ ହୋଇଅଛି । କରମାଗୀତ, ବାନ୍ଦରନାଚାଗୀତ, ଟୁସୁଗୀତ, ଡ଼ମକଚ ଆଦି ଏହି ଯୁଗୀୟ ଝୁମର ପର୍ଯ୍ୟାୟଭୁକତ । ଯଥା- (କ) ଫୁଟିଲ ଡ଼ାଲିମେର ଫୁଲ, ନା ଧରିଲ କଷିରେ ଦୁଦିନ ପରୀତିର ଲାଗି ହଇଲାମ୍ ମୁଖ୍ ଦୋଷୀରେ । (କରମାଗୀତ) (ଖ) ‘‘କୋନ ମହିନା ଆୟଃ ବେଦବ୍ୟାସ ମେଲା ଲାଗେ କୋନ ମହିନା ଆୟଃ ରାଞ୍ଚୀ ମେଲା ଲାଗେ ? ମାଗ ମହିନା ଆୟଃ ବେଦବ୍ୟାସ ମେଲା ଲାଗେ ଫାଗୁନ ମହିଳା ଆୟଃ ରାଞ୍ଚୀ ମେଲା ଲାଗେ ।’’ (ଡ଼ମକଚ:ନାଗପୁରିଆ) ଅର୍ଥାତ ଝିଅଟି ତା’ର ମା’କୁ ପଚାରୁଛି ‘‘ଆୟଃ (ମୁଣ୍ଡାରୀ ଭାଷାରେ ମା’କୁ ଆୟଃ କୁହାଯାଏ) ‘‘କେଉଁ ମାସରେ ବେଦବ୍ୟାସ ମେଳା ଲାଗେ ଏବଂ କେଉଁ ମାସରେ ରାଞ୍ଚି ମେଳା ଲାଗେ ?
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପ୍ରାଣୀ, ସାଧାରଣତଃ ବହୁକୋଷିକା ବିଶିଷ୍ଟ ଏକ ୟୁକେରୀୟୋଟିକ (eukaryotic) ଜୀବ ଅଟନ୍ତି । ପ୍ରାଣୀମାନଙ୍କ ଅଧ୍ୟୟନକୁ ପ୍ରାଣୀ ବିଜ୍ଞାନ କୁହାଯାଏ । ଗଛଗୁଡ଼ିକ ଶକ୍ତି ପ୍ରାପ୍ତ କରିବା ପାଇଁ ସୂର୍ଯ୍ୟାଲୋକର ବ୍ୟବହାର କରିଥାନ୍ତି, କିନ୍ତୁ ପ୍ରାଣୀମାନେ ସେଭଳି କରିନଥାନ୍ତି । ପ୍ରାଣୀମାନେ ଅନ୍ୟ ଜୀବିତ ବସ୍ତୁଠାରୁ ଶକ୍ତି ପ୍ରାପ୍ତ କରିବାପାଇଁ ବିଭିନ୍ନ ଉପାୟର ବ୍ୟବହାର କରନ୍ତି । ସେମାନେ ସାଧାରଣତଃ ଅନ୍ୟ ଜୀବନ୍ତ ବସ୍ତୁକୁ ଖାଇଥାନ୍ତି । ପ୍ରାଣୀ କିମ୍ବା ଜନ୍ତୁ "ଆନିମାଲିଆ" (Animalia) କିମ୍ବା "ମେଟାଜୋଆ" (Metazoa) ଜଗତ (ଜୀବ ବିଜ୍ଞାନ)ର ବହୁକୋଷିକୀୟ ଜନ୍ତୁସମ ପୋଷଣ ପ୍ରଦର୍ଶନ କରୁଥିବା ଏବଂ ୟୁକେରୀୟୋଟିକ ଜୀବର ଏକ ମୁଖ୍ୟ ସମୂହ ଅଟେ । ଜନ୍ମହେବା ପରେ ଯେପରି କୌଣସି ପ୍ରାଣୀ ବଡ଼ ହୁଏ , ତାହାର ଶାରୀରିକ ଯୋଜନା ନିର୍ଦ୍ଧାରିତ ରୂପେ ବିକଶିତ ହେବାରେ ଲାଗିଥାଏ । କିଛି ପ୍ରାଣୀ ଜୀବନରେ ଆଗକୁ ଯାଇ କାର୍ଯ୍ୟାନ୍ତରଣ /ରୂପାନ୍ତରଣ (metamorphosis) ପକ୍ରିୟାରେ ଅତିକ୍ରମ କରିଥାନ୍ତି । ଅଧିକାଂଶ ଜନ୍ତୁ ଗତିଶୀଳ ହୋଇଥାନ୍ତି, ଅର୍ଥାତ ସ୍ୱତନ୍ତ୍ର ରୂପେ ଗତି କରିପାରନ୍ତି ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योगcode: inc is deprecated , Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।ଅଭିମନ୍ୟୁ ସାମନ୍ତସିଂହାର ଓଡ଼ିଆ କବି ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି। Quick Facts: ବିଦଗ୍ଧ କବିଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର, ଜନ୍ମ ଓ ଜନ୍ମସ୍ଥାନ ... ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ଅଭିମନ୍ୟୁ ସାମନ୍ତସିଂହାର ଜନ୍ମ ଓ ଜନ୍ମସ୍ଥାନ ୨୩ ଫେବୃଆରୀ ୧୭୬୦ (ମାଘ ସପ୍ତମୀ) ବାଲିଆ, ଯାଜପୁର ଜିଲ୍ଲା 20°43′32″N 86°16′22″E ମୃତ୍ୟୁ ୧୫ ଜୁନ ୧୮୦୬ (ବୟସ ୪୬) (ରଜସଂକ୍ରାନ୍ତି) ବାଲିଆ, ଯାଜପୁର ଜିଲ୍ଲା ଜାତୀୟତା ଭାରତୀୟ ଜୀବିକା କବି ଜଣାଶୁଣା କାମ ବିଦଗ୍ଧ ଚିନ୍ତାମଣି ଜୀବନସାଥି ବିମଳା ଦେବୀ ବାପା ବୋଉ ଇନ୍ଦ୍ରଜିତ ସାମନ୍ତସିଂହାର ତୁଳସୀ ଦେବୀ ସମ୍ପର୍କୀୟ ନିମାଇଁ ଚରଣ ହରିଚନ୍ଦନ (ବଂଶଜ) ପରିବାର ସାମନ୍ତସିଂହାର ବଂଶ Close ଜୀବନୀ ସାମନ୍ତସିଂହାର ବଂଶ ଅଭିମନ୍ୟୁଙ୍କ ଆଦି ଜନ୍ମସ୍ଥାନ ଜୟପୁର ଅନ୍ତର୍ଗତ ଭାବଙ୍ଗର । କେନ୍ଦ୍ରାପଡ଼ା କ୍ଷତ୍ରିୟବଂଶ ଯୋଧପୁରରୁ ଆସିଥିଲେ । ସାମନ୍ତସିଂହାର ବଂଶ ସେ ବଂଶର ଅନେକ ପରବର୍ତ୍ତୀ ବୋଲି ଅନୁମାନ କରାଯାଏ । ଏ ବଂଶ ଖୋର୍ଦ୍ଧାର ଭୋଇବଂଶୀୟ ରାଜାଙ୍କଠାରୁ ବରୁଆଂପ୍ରଗନା-ଅନ୍ତର୍ଗତ ବାଲିଆ ଜମିଦାରୀ ପ୍ରାପ୍ତ ହୋଇଥିଲେ । ସାମନ୍ତସିଂହାର ଉପାଧି ସାମନ୍ତସିଂହାର ଉପାଧି କାହାଠାରୁ ପ୍ରାପ୍ତ ହୋଇଥିଲା ତାହା ନିଶ୍ଚିତରୂପେ ଜଣା ନାହିଁ । କେତେକଙ୍କ ମତେ ସେ ଅଞ୍ଚଳରେ ସେତେବେଳେ ବରପଦା ପ୍ରଭୃତି ନାମରେ ସାତ ଟପା ଥିଲା । ଏହି ସାତ ଟପାରେ ରଣସିଂହ ମହାପାତ୍ର, ଦକ୍ଷିଣରାୟ ମହାପାତ୍ର ପ୍ରଭୃତି ବିଭିନ୍ନ ରାଜୋପାଧିଧାରୀ ସାତ ସାମନ୍ତ ଥିଲେ । ଅଭିମନ୍ୟୁଙ୍କ ପୂର୍ବପୁରୁଷ ଏହି ସାମନ୍ତ ମଧ୍ୟରେ ଗଣ୍ୟ ନ ହେଉଥିଲେ ହେଁ ଏକ ସମୟରେ ସେ ବଂଶର ଜଣେ କେହି ଅପର ସାତ ସାମନ୍ତଙ୍କୁ ଗୋଟିଏ ମହା ବିପଦରୁ ବୁଦ୍ଧିବଳେ ରକ୍ଷା କରିଥିଲେ । ଏଥିରେ ସାମନ୍ତମାନେ ସନ୍ତୁଷ୍ଟ ହୋଇ 'ସାମନ୍ତସିଂହାର' ଅର୍ଥାତ୍ ସାମନ୍ତଭୂଷଣ ଉପାଧି ପ୍ରଦାନ କରିଥିଲେ । ସେହି ଉପାଧି ରାଜଦତ୍ତ ଉପାଧି ପ୍ରାୟ ସମ୍ମାନ ସହ ବଂଶପରମ୍ପରା ଚଳି ଆସୁଛି । ଜନନୀ ତୁଳସୀ ଦେବୀ ଉଦୟପୁର(ଲାଉଖିଆ) ଗ୍ରାମର ବିଖ୍ୟାତ ପଟ୍ଟନାୟକ ବଂଶରେ ଜନ୍ମଲାଭ କରିଥିଲେ । ସପତ୍ନୀମାନଙ୍କ ମଧ୍ୟରେ ସେ ଅଧିକ ଧର୍ମପରାୟଣା ଥିଲେ । ବଂଶାବଳୀ ବନ୍ଦକୀ ସାମନ୍ତସିଂହାର ମହାପାତ୍ର ଖୋସାଲି ସାମନ୍ତସିଂହାର ଇନ୍ଦ୍ରଜିତ ସାମନ୍ତସିଂହାର ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ସୁରଥ ଛୋଟରାୟ କବିଙ୍କର ଜନ୍ମ ୧୭୬୦ ମସିହା ଫେବୃଆରୀ ୨୩ତାରିଖ ଦିନ ଯାଜପୁର ଜିଲ୍ଲାର ବାଲିଆଠାରେ ହୋଇଥିଲା ।ବାଲିଆ ଗ୍ରାମ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରି ଠାରୁ ଅନତିଦୁରରେ ଅବସ୍ଥିତ। ତାଙ୍କର ପିତା ଥିଲେ ଜଣେ ଅପୁତ୍ରିକ ଜମିଦାର ଇନ୍ଦ୍ରଜିତ ସାମନ୍ତ ସିଂହାର । ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଜଣେ ପଣ୍ଡିତଙ୍କ ଦେବପୂଜା ହେତୁ ଅଭିମନ୍ୟୁ ଜନ୍ମ ହେବାର ପ୍ରବାଦ ରହିଅଛି । ସେ ହି ଅଭିମନ୍ୟୁଙ୍କ ଗୁରୁ ଥିଲେ । ମାତ୍ର ୯ ବର୍ଷ ବୟସରେ ସେ ପ୍ରଥମ ପଦ୍ୟ ରଚନା କରିଥିଲେ। “ କରମଙ୍ଗା ଗଛ ଛାଇ ଗୋ, ମୋର ହୁଁ ଗୋ । କରମ ଯାହାର ସଫଳ ହୋଇବ, କୃଷ୍ଣଙ୍କୁ ଲଭିବ ସେହି ଗୋ, ମୋର ହୁଁ ଗୋ । ” — ଅଭିମନ୍ୟୁ ସାମନ୍ତସିଂହାର ସାହିତ୍ୟ କୃତି ବିଦଗ୍ଧ ଚିନ୍ତାମଣି ପ୍ରେମ କଳା ରସବତୀ ସୁଲକ୍ଷଣା ପ୍ରେମ ତରଙ୍ଗିଣୀ ବାଘ ଗୀତ ଚଢ଼େଇ ଗୀତ ବୋଲେ ହୁଁ ପ୍ରେମ (ପ୍ରୀତି) ଚିନ୍ତାମଣି ବିଦଗ୍ଧ ଚିନ୍ତାମଣି ତାଙ୍କ ରଚିତ ଓଡ଼ିଆ ସାହିତ୍ୟର ଏକ ମୁଲ୍ୟବାନ ଗ୍ରନ୍ଥ । କେତେଗୋଟି ଜନପ୍ରିୟ ଛାନ୍ଦର ବିଶିଷ୍ଟ ରାଗ ନାମ ଏହି ଗ୍ରନ୍ଥରେ ଦେଖିବାକୁ ମିଳେ, ଯଥା- ଗଡ଼ମାଳିଆ, ଫୁଲତୋଳା ଇତ୍ୟାଦି । ଏଭଳି ନାମଗୁଡ଼ିକୁ କବିଙ୍କ ଶ୍ରଦ୍ଧା ନାମ କୁହାଯାଇପାରେ । ଏହି ଗ୍ରନ୍ଥରୁ ତାଙ୍କ ଜନ୍ମ ବିଷୟରେ ମଧ୍ୟ ଜାଣିହୁଏ । “ ଇନ୍ଦ୍ରଜିତ ଏ ଛାନ୍ଦ ଭଣାଇ ରାଧା ଧ୍ୟାନ କରି ” — ବାଘ ଗୀତ “ ବାଲିଆ ବୋଲି ଯେ ଏକ ନଗର ତହିଁ ନୃପତି ସାମନ୍ତ ସିଂହାର ” —ବାଘ ଗୀତ ତାଙ୍କ ପିତା ଇନ୍ଦ୍ରଜିତ ସାମନ୍ତ ସିଂହାରଙ୍କ ସମ୍ପର୍କରେ ବି ଏଥିରେ ବର୍ଣ୍ଣିତ । ସେ ଯେ ସେଠାକାର ରାଜା ଥିଲେ ଓ ତାଙ୍କ ଲେଖାପାଇଁ ଉତ୍ସାହିତ କରିଥିଲେ ତାହା ଏଥିରେ ବର୍ଣ୍ଣିତ । ଆଧାର ବାହାର ଆଧାର ABOUT THIS ARTICLE View edit history Updated 152 days ago View talk page Discuss improvements to this article READ MORE ଦେବଦୁର୍ଲ୍ଲଭ ଦାସ ପ୍ରାଚୀନ ଓଡ଼ିଆ କବି ବାଇକୋଳି ମହାପାତ୍ର ପଣ୍ଡିତ ବାଇକୋଳି ମହାପାତ୍ର ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି ରଖିଥିଲେ। ରଘୁନାଥ ପରିଚ୍ଛା କବିଚନ୍ଦ୍ର ରଘୁନାଥ ପରିଚ୍ଛା ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ । Content is available under CC BY-SA 3.0 unless otherwise noted.
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଗାସ୍ଟ୍ରୋଏଣ୍ଟେରାଇଟିସ, ପ୍ରତିଶବ୍ଦ ସଂକ୍ରମଣକାରୀ ତରଳ ଝାଡ଼ା (ଇଂରାଜୀ ଭାଷାରେ infectious diarrhea), ଏକ ଖାଦ୍ୟ ନଳୀର ପ୍ରଦାହ ଯାହା ଯାହା ମାନବ ପାକସ୍ଥଳୀ ଓ ଅନ୍ତନଳୀରେ ହୁଏ । ଇଂରାଜୀରେ ଗ୍ୟାସ୍ଟ୍ରୋ ଶବ୍ଦ ପାକସ୍ଥଳିର ବିଶେଷଣ ଓ ଏଣ୍ଟେରୋ ଶବ୍ଦ ଅନ୍ତନାଳିର ବିଶେଷଣ । ଆଇଟିସ ଶବ୍ଦ ପ୍ରଦାହ ଅର୍ଥରେ ବ୍ୟବହାର ହୁଏ । ଏହାକୁ ଅନେକ କଥିତ ଭାଷାରେ ସ୍ଟୋମାକ ଫ୍ଲୁ, ଗ୍ୟାସ୍ଟ୍ରିକ ଫ୍ଲୁ ବା ସ୍ଟୋମାକ ବଗ୍ ନାମ ଦେଇ କହନ୍ତି । ଏହି ରୋଗରେ ମିଳିତ ଭାବରେ ତରଳ ଝାଡ଼ା, ବାନ୍ତି ଓ ଉଦର ଯନ୍ତ୍ରଣା ହୁଏ । ଜ୍ୱର, ଶକ୍ତି ଅଭାବ ଓ ନିର୍ଜଳନ ହୋଇପାରେ । ସ୍ୱାଭାବିକ ଭାବରେ ୨ ସପ୍ତାହ ପର୍ଯ୍ୟନ୍ତ ଏହି ରୋଗ ରହେ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟରଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରା ମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ଅବଧିପୂର୍ବ ପ୍ରସବ (ଇଂରାଜୀରେ Preterm birth, ବା premature birth), ନାମ ଦିଆଯାଏ ଯେଉଁ ଶିଶୁ ୩୭ ସପ୍ତାହ ଗର୍ଭ ସମୟ ପୂର୍ବରୁ ଜନ୍ମ ହୁଏ । ଏହି ଶିଶୁମାନଙ୍କୁ ଇଂରାଜୀରେ ପ୍ରୀମିଜ (preemies) ବା ପ୍ରେମ୍ମିଜ (premmies) କୁହାଯାଏ । ଅବଧିପୂର୍ବ ପ୍ରସବ ଲକ୍ଷଣ: ଜରାୟୁ ସଙ୍କୋଚନ ପ୍ରତି ଦଶ ମିନିଟ ପୂର୍ବରୁ ହୁଏ କିମ୍ବା ଯୋନୀପଥରୁ ତରଳ ପଦାର୍ଥ କ୍ଷରିତ ହୁଏ । ଅପରିପକ୍ୱ ଶିଶୁର ସେରେବ୍ରାଲ୍ ପାଲ୍ସି, ବିକାଶ ବିଳମ୍ବ, ଶ୍ରବଣ ସମସ୍ୟା ଓ ଦୃଷ୍ଟି ସମସ୍ୟା ସଙ୍କଟ ହୋଇପାରେ । ଯେତେ ଶୀଘ୍ର ଶିଶୁ ଜନ୍ମ ହେବ ସେତେ ସଙ୍କଟ ସମ୍ଭାବନା ରହିବ ।ଏ ପ୍ରକାର ପ୍ରସବର କାରଣ ଜଣାଯାଇ ନାହିଁ । କେତେକ ସଙ୍କଟ ଜନକ ଅବସ୍ଥାମାନଙ୍କର ନାମ: ଡାଏବେଟିସ, ଉଚ୍ଚ ରକ୍ତଚାପ, ଗର୍ଭରେ ଏକାଧିକ ଶିଶୁ, ମୋଟାପଣ ବା ସ୍ୱଳ୍ପ ଓଜନ ବିଶିଷ୍ଟ, ଯୋନୀପଥ ସଂକ୍ରମଣ, ଧୂମ୍ରପାନ ଓ ମାନସିକ ଚାପ । କୌଣସି ଗର୍ଭାବସ୍ଥାକୁ ଡାକ୍ତରୀ କାରଣ ନ ଥାଇ ୩୯ ସପ୍ତାହ ପୂର୍ବରୁ ଡାକ୍ତରୀ ପ୍ରସବ କରାଇବା ଅନୁଚିତ । ସିଜରିଆନ ସେକସନ ମଧ୍ୟ ସେହି କାରଣରୁ ସୁପାରିସ ଯୋଗ୍ୟ ନୁହେଁ । କେବଳ ପ୍ରି-ଏକ୍ଲାମ୍ପସିଆ ରୋଗ ହେଲେ ପ୍ରସବ କରାଯାଇ ପାରେ ।ସଙ୍କଟାବସ୍ଥା ଥିଲେ ଗର୍ଭାବସ୍ଥାରେ ପରୋଜେସ୍ଟେରନ ହରମୋନ ଦେଲେ ଅବଧିପୂର୍ବ ପ୍ରସବ ପ୍ରତିରୋଧ କରାଯାଇପାରେ । ବିଛଣା ବିଶ୍ରାମର ଉପକାରୀତା ବିଷୟରେ ପ୍ରମାଣ ମିଳୁନି । ହିସାବରୁ ଜଣାଯାଏ; ଉପଯୁକ୍ତ ଚିକିତ୍ସା ପାଇଲେ ଅବଧିପୂର୍ବଜାତ ଶିଶୁଙ୍କ ମଧ୍ୟରୁ ୭୫ % ବଞ୍ଚିଯାଆନ୍ତି । ୨୪ରୁ ୩୪ ସପ୍ତାହ ମଧ୍ୟରେ ପ୍ରସବ ହେବା ସମ୍ଭାବନା ଥିଲେ କର୍ଟିକୋସ୍ଟିରଏଡ ଦେଇ ଉନ୍ନତ ଫଳାଫଳ ମିଳେ । ନିଫେଡିପିନ ଭଳି ଅନେକ ଔଷଧ ଅଛି ଯାହା ଦେଲେ ପ୍ରସବ ଡେରି କରେଇ ହେବ ଓ ଉନ୍ନତ ଚିକିତ୍ସାଳୟକୁ ନିଆଯାଇ ପାରିବ ଯେଉଁଠାରେ ଅଧିକ ଯତ୍ନ ଉପଲବଧ ଥାଏ ଓ କର୍ଟିକୋସ୍ଟିରଏଡ ଦେଇ ଅଧିକ ଉପକାର ମିଳିପାରିବ । ଶିଶୁ ଜନ୍ମ ହେବା ପରେ ତାକୁ ଉଷୁମ ରଖାଯିବ, ସାହାଯ୍ୟକାରୀ ସ୍ତନ୍ୟପାନ ଦିଆଯିବ, ସଂକ୍ରମଣ ଚିକିତ୍ସା କରାଯିବ ଓ ଶ୍ୱାସକ୍ରିୟା ଯତ୍ନ ନିଆଯିବ ।ପୃଥିବୀରେ ନବଜାତ ଶିଶୁ ମୃତ୍ୟୁ କାରଣ ମଧ୍ୟରେ ଅବଧିପୂର୍ବ ପ୍ରସବ ଏକ ଅତି ସାଧାରଣ କାରଣ । ପ୍ରତି ବର୍ଷ ପ୍ରାୟ ୧୫ ନିୟୁତ (ସମସ୍ତ ପ୍ରସବର ୫ %ରୁ ୧୮ %) ଅବଧିପୂର୍ବ ପ୍ରସବ ହୁଏ । ଅନେକ ଦେଶରେ ୧୯୯୦ରୁ ୨୦୧୦ ମସିହା ମଧ୍ୟରେ ଏହି ବୃଦ୍ଧି ପାଇଛି । ଏପରି ପ୍ରସବର ଜଟିଳତା ଯୋଗୁ ସନ ୧୯୯୦ରେ ୧.୫୭ ନିୟୁତ ମୃତ୍ୟୁ ହୋଇଥିଲା ବେଳେ ୨୦୧୩ରେ ଏହା କମିଯାଇ ୦.୭୪ ହୋଇଛି । ୨୩ ସପ୍ତାହ ପୂର୍ବରୁ ପ୍ରସବ ହୋଇଥିଲେ ବଞ୍ଚିବା ଆଶା ପ୍ରାୟ ୦ ହୋଇଥିଲା ବେଳେ ୨୩ ସପ୍ତାହରେ ଏହି ଆଶା ୧୫ %, ୨୪ ସପ୍ତାହରେ ୫୫ %, ୨୫ ସପ୍ତାହରେ ୮୦% ଥାଏ । କୌଣସି ଦୀର୍ଘକାଳୀନ ଅସୁବିଧା ନ ଥାଇ ବଞ୍ଚିବା ଆଶା କମ ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଗୁରୁ ପ୍ରସାଦ ମହାନ୍ତି (୧୯୨୪-୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮), ଗଳ୍ପ ସଂକଳନ ବିଧ୍ୱସ୍ଥ କଳିକା, ଭ୍ରମଣ ସାହିତ୍ୟ ଦୂର ସୀମାନ୍ତର ପାରେ ଓ ପାତାଳପୁରୀର ହାଲଚାଲ ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୯୦ରେ ଭ୍ରମଣ କାହାଣୀ ପାତାଳପୁରୀର ହାଲଚାଲ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା ।