ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱେଚ୍ଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ ।ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୁପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି।କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଲେସବିଆନ ନାମ ସମଲିଙ୍ଗୀ (homosexual) ମହିଳାଙ୍କୁ ଦିଆଯାଏ । ଏହି ଲେସବିଆନ ଶବ୍ଦଟି ଯୌନ ଚିହ୍ନଟ ବା ଯୌନ ବ୍ୟବହାର ନିମନ୍ତ ମଧ୍ୟ ବ୍ୟବହାର କରାଯାଏ ଓ ସମଲିଙ୍ଗୀ ଯୌନ ଆକର୍ଷିତ ମହିଳାଙ୍କର ସୂଚନା ଦେବାକୁ ବ୍ୟବହାର କରାଯାଏ । ମହିଳାମାନେ ପରଷ୍ପର ସହିତ ଯୌନ ମିଳନ କରିବା ଚିନ୍ତାଧାରା ବିଂଶ ଶତାବ୍ଦୀରେ ଆରମ୍ଭ ହେଲା । ପୁରୁଷଙ୍କ ଭଳି ମହିଳାମାନଙ୍କର ସମଲିଙ୍ଗୀ ମିଳନର ସ୍ୱାଧୀନତା ଇତିହାସରେ ନଥିଲା ନା ଅନେକ ସମାଜରେ ପୁରୁଷଙ୍କ ଭଳି ନିର୍ଯ୍ୟାତିତ ଓ ଦଣ୍ଡପ୍ରାପ୍ତ ହେଉଥିଲେ । ଅସମଲିଙ୍ଗୀ ମିଳନ ଅପେକ୍ଷା ଅଧିକାଂଶ ସମୟରେ ଲେସବିଆନ ସମ୍ପର୍କକୁ ସମାଜ ଏକ ନିରାପଦ ପ୍ରକ୍ରିୟା ମାନୁଥିଲା ଯଦି କୌଣସି ସାଥୀ କିଛି ବିଶେଷ ଅଧିକାର କାମନା କରୁନଥିଲେ । ଏହି କାରଣରୁ ମହିଳାମାନେ କିପରି ସମଲିଙ୍ଗୀ କାମନା ବ୍ୟକ୍ତ ହେଉଥିଲା, ତାହା ଇତିହାସରେ ଲିଖିତ ନଥିଲା । ଊନବିଂଶ ଶତାବ୍ଦୀରେ ଯୌନବିଶାରଦମାନେ (sexologists) ଓ ସମଲିଙ୍ଗୀ ବ୍ୟବହାରକୁ ବର୍ଗୀକରଣ କଲେ । ଯଥେଷ୍ଟ ସମଲିଙ୍ଗୀ ବ୍ୟବହାରର ଜ୍ଞାନ ଅଭାବରୁ ସେମାନେ ମତ ଦେଲେ ଯେ ନିଜର ସ୍ୱାଭାବିକ ଯୌନ (gender) କର୍ତ୍ତବ୍ୟ ସମ୍ପାଦନ ନ କରୁଥିବା ମହିଳାମାନଙ୍କୁ ଲେସବିଆନ ନାମକରଣ କଲେ ଯାହା ସମୟ ଯିବା ସଙ୍ଗେ ସଙ୍ଗେ ପୃଥିବୀର ବୈଜ୍ଞାନିକ ସମାଜଦ୍ୱାରା ପରିବର୍ତ୍ତୀତ ହୋଇଯାଇଛି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ୱୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ୱର ଦାର୍ଶନିକ ମଣ୍ଡଳୀରେ ସ୍ୱୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ ସଂସ୍କୃତ ଭାଷାରେ ତାଙ୍କ ରଚନା ସମୂହଦ୍ୱାରା ସେ ଆତ୍ମା ଓ ନିର୍ଗୁଣ ବ୍ରହ୍ମଙ୍କ ଏକତ୍ତ୍ୱ ପ୍ରତିପାଦନ କରିଥିଲେ । ତାଙ୍କ ମତ ସପକ୍ଷରେ ସେ ବେଦାନ୍ତର ପ୍ରସ୍ଥାନ ତ୍ରୟୀ ପ୍ରଧାନ ଉପନିଷଦ ସମୂହ, ବ୍ରହ୍ମସୂତ୍ର ଓ ଭଗବଦ୍ ଗୀତା ଉପରେ ବିସ୍ତୃତ ଭାଷ୍ୟ ରଚନା କରିଥିଲେ । ତାଙ୍କ ରଚନାରେ ଉପନିଷଦ ମାନଙ୍କର ବାଖ୍ୟା କରାଯାଇଛି । ସେ ହିନ୍ଦୁ ଧର୍ମର ଅନ୍ୟତମ ଦର୍ଶନ ମତ ମୀମାଂଶା ବା ପୂର୍ବ ମୀମାଂଶା, ଯାହା ବୈଦିକ କର୍ମକାଣ୍ଡର ପ୍ରୋତ୍ସାହନ କରିଥାଏ, ତାହାର ସମାଲୋଚନା କରିଥିଲେ । ସେ ମଧ୍ୟ ବୈଦିକ ହିନ୍ଦୁ ଧର୍ମ ଓ ବୌଦ୍ଧ ମତ ମଧ୍ୟରେ ଥିବା ପ୍ରଧାନ ବିଭେଦ ଦର୍ଶାଇ ଥିଲେ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଦଗ୍ଧ ଶବ୍ଦ ଚର୍ମ ବା ଅନ୍ୟାନ୍ୟ ତନ୍ତୁମାନଙ୍କର ଉତ୍ତାପ, ବିଦ୍ୟୁତ, ରାସାୟନିକ ପଦାର୍ଥ, ଘର୍ଷଣ ବା ରାଡିଏସନଦ୍ୱାରା ଆଘାତକୁ କୁହାଯାଏ । ଗରମ ତରଳ ବା କଠିନ ପଦାର୍ଥ କିମ୍ବା ଅଗ୍ନି ସଂସ୍ପର୍ଶରେ ଆସିବା ଫଳରେ ଦଗ୍ଧ ହୁଏ । ପୃଥିବୀର ଅଧିକାଂଶ ମହିଳା ଖୋଲା ଚୁଲି ବା ବିପଦ ଜନକ ରନ୍ଧା ସ୍ଟୋଭ ଯୋଗୁ ସଙ୍କଟରେ ପଡ଼ନ୍ତି । ଆଲକୋହୋଲିଜ୍ମ ବା ଧୁଆଁ ଏହାର ଅନ୍ୟ ସଙ୍କଟଦାୟୀ ଅବସ୍ଥା । ଆତ୍ମଘାତୀ ଦଗ୍ଧ ବା ଲୋକମାନଙ୍କ ମଧ୍ୟରେ ହିଂସା ଯୋଗୁ ମଧ୍ୟ ଏହା ହୁଏ ।ଚର୍ମର ବାହ୍ୟ ସ୍ତରର ଦଗ୍ଧକୁ ବାହ୍ୟ ବା ପ୍ରଥମ ଡିଗ୍ରୀ(ପରିମାଣ) ଚର୍ମ ଦଗ୍ଧ କୁହାଯାଏ । ଏହା ଲାଲ ଦେଖାଯାଏ, ଏଥିରେ ଫୋଟକା ହୁଏ ନାହିଁ ଓ ଯନ୍ତ୍ରଣା ପ୍ରାୟ ୩ ଦିନ ରହେ । ଦଗ୍ଧ ଆଘାତ କିଛି ସ୍ତର ଗଭୀର ହୋଇଥିଲେ ତାହାକୁ ଆଂଶିକ ମୋଟେଇ ବା ୨ୟ ଡିଗ୍ରୀ ଦଗ୍ଧ କୁହାଯାଏ । ଏଥିରେ ଫୋଟକା ହୁଏ ଓ ଅତ୍ୟନ୍ତ କଷ୍ଟ ହୁଏ । କ୍ଷତ ପୂରଣ ହେବାକୁ ପ୍ରାୟ ୮ ସପ୍ତାହ ଲାଗେ ଓ କ୍ଷତ ଚିହ୍ନ (scar) ରହିଯାଏ । ସ୍ଥୁଳ ବା ସମସ୍ତ ସ୍ତର ଚର୍ମ ଦଗ୍ଧ ହେଲେ ତାହାକୁ ୩ୟ ଡିଗ୍ରୀ ଦଗ୍ଧ କୁହାଯାଏ । ଅନେକ ସମୟରେ ଏଥିରେ କଷ୍ଟ ହୁଏନି ଓ ସେ ସ୍ଥାନଟି ଶକ୍ତ ବା ସ୍ଟିଫ ହୋଇଯାଏ । ଏହା ଛାଏଁ ଶୁଖିଯାଏନି । ଚତୁର୍ଥ ଡିଗ୍ରୀ ଦଗ୍ଧରେ ଚର୍ମ ସହିତ ମାଂସପେଶୀ, ପେଶୀ ରଜ୍ଜୁ ଓ ଅସ୍ଥି ମଧ୍ୟ ଆଘାତ ପ୍ରାପ୍ତ ହୋଇଥାଏ । ଏହି ପ୍ରକାର ଦଗ୍ଧରେ ଆଘାତ ସ୍ଥାନ କଳା ପଡ଼ିଯାଏ ଓ ନଷ୍ଟ ହୋଇଯାଏ । ଦଗ୍ଧକୁ ସାଧାରଣତଃ ପ୍ରତିରୋଧ କରିହୁଏ । ସାଂଘାତିକତା ଉପରେ ଏହାର ଚିକିତ୍ସା ନିର୍ଭର କରେ । ବାହ୍ୟ ଦଗ୍ଧ ଥିଲେ କଷ୍ଟ ନିବାରକ ଔଷଧ ଓ ସାମାନ୍ୟ ଉପଚାର ଯଥେଷ୍ଟ ହୁଏ କିନ୍ତୁ ସାଂଘାତିକ ଦଗ୍ଧ ଥିଲେ ସ୍ପେସିଆଲ ବର୍ଣ୍ଣ କେନ୍ଦ୍ରରେ ଲମ୍ବା ସମୟ ଧରି ଚିକିତ୍ସା ଚିକିତ୍ସା କରାଯାଏ । ଟ୍ୟାପ ପାଣିରେ ଥଣ୍ଡା କରିଲେ କଷ୍ଟ ଓ କ୍ଷତି କମିଯାଏ ; କିନ୍ତୁ ଅତ୍ୟଧିକ ସମୟ ଥଣ୍ଡା କରିଲେ ଶରୀରରେ ସ୍ୱଳ୍ପ ଉତ୍ତାପ ହୁଏ । ଆଂଶିକ ଚର୍ମ ଦଗ୍ଧ ଥିଲେ ସାବୁନ ଓ ପାଣିଦେଇ ପରିସ୍କାର କରାଯାଏ ଓ ତାପରେ ଡ୍ରେସିଙ୍ଗ କରାଯାଏ । ଫୋଟକାର ସଠିକ ଚିକିତ୍ସା ନିଶ୍ଚିତ ନ ଥିଲେ ମଧ୍ୟ ଛୋଟ ଆକାର ଥିଲେ ତାକୁ ଛାଡ଼ି ଦିଆଯାଏ, ବଡ଼ ଆକାର ଥିଲେ ତାହାକୁ ନିଷ୍କାସନ କରିଦିଆଯାଏ । ସମ୍ପୁର୍ଣ୍ଣ ଦଗ୍ଧ ଥିଲେ ଚର୍ମ ଗ୍ରାଫ୍ଟ ଅପରେଶନ ଆବଶ୍ୟକ ହୁଏ । ଅତ୍ୟଧିକ ଦଗ୍ଧ ହୋଇ ଫୁଲିଯାଇ ଥିଲେ ବା କ୍ୟାପିଲାରି ଲିକ ଥିଲେ ବହୁତ ପରିମାଣର ତରଳ ପଦାର୍ଥ ଦିଆଯାଏ । ଏହାର ଜଟିଳତାରେ ସଂକ୍ରମଣ ସବୁଠାରୁ ସାଧାରଣ । ଟିଟାନସ ଟକ୍ସଏଡ ଆବଶ୍ୟକ ସ୍ଥଳେ ଦିଆଯାଏ । ସନ ୨୦୧୩ରେ ନିଆଁ ଓ ଉତ୍ତାପ ଯୋଗୁ ୩୫ ନିୟୁତ ଲୋକ ଦଗ୍ଧଦ୍ୱାରା ଆଘାତ ପ୍ରାପ୍ତ ହୋଇଥିଲେ । ଏହା ଫଳରେ ୨.୯ନିୟୁତ ଲୋକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଓ ୨୩୮,୦୦୦ ମୃତ୍ୟୁ ବରଣ କରିଥିଲେ । ବିକାଶଶୀଳ ଦେଶ ଯେପରିକି ଦକ୍ଷିଣ-ପୂର୍ବ ଏସିଆରେ ଅଧିକାଂଶ ମୃତ୍ୟୁ ହୋଇଥିଲା । ବଡ଼ ଦଗ୍ଧ ଘାତକ ହୋଇଥିଲେ ମଧ୍ୟ ସନ ୧୯୬୦ ପରଠାରୁ ଶିଶୁ ଓ ଅଳ୍ପ ବୟସ୍କ ଯୁବକମାନଙ୍କର ଚିକିତ୍ସାର ଫଳାଫଳରେ ଉନ୍ନତି ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାରେ ଦଗ୍ଧ କେନ୍ଦ୍ରରେ ଆଡମିଶନ ହେଉଥିବା ଲୋକଙ୍କ ମଧ୍ୟରୁ ପ୍ରାୟ ୯୬% ବଞ୍ଚିଯାଉଛନ୍ତି । ପୁରୁଷ ଓ ମହିଳା ସମ ଭାବରେ ଆଘାତ ପ୍ରାପ୍ତ ହୁଅନ୍ତି । ବୟସ ଓ ଦଗ୍ଧର ଆକାର ଅନୁସାରେ ଦିର୍ଘକାଳୀନ ଫଳ ନିର୍ଭର କରେ ।
ବନମାଳୀ ଦାସ (୧୭୨୦-୧୭୯୩) ଜଣେ ଓଡ଼ିଆ ଭକ୍ତି କବି । "ଦୀନବନ୍ଧୁ ଦଇତାରୀ" , "କେତେ ଛନ୍ଦ ଜାଣେ ଲୋ ସହି" ଓ "ମଣିମା ହେ ଏତିକି ମାଗୁଣି ମୋର" ଆଦି ତାଙ୍କର କେତୋଟି ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣୀ, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଏକ ପୁରାତନୀ ଲୋକସଂଗୀତ ତଥା ବର୍ତ୍ତମାନର ଜାତୀୟ ସାଂସ୍କୃତିକ ଜୀବନରେ ବିଶିଷ୍ଟ ଲୋକଗୀତ ହେଉଛି ‘ଝୁମର’ । ଓଡ଼ିଶା ଏବଂ ତତ୍ସଂଲଗ୍ନ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ମଧ୍ୟପ୍ରଦେଶ, ଆସାମ ଆଦି ପ୍ରଦେଶମାନଙ୍କରେ ଭିନ୍ନ ଭିନ୍ନ ରୂପରେ ପ୍ରଚଳିତ ଏହି ଲୋକ ସଂଗୀତର ଆବେଦନ ଓ ଆକର୍ଷଣ ଅଧୁନା ପ୍ରମୁଖ ଚର୍ଚ୍ଚାର କାରଣ ସାଜିଛି । ଓଡ଼ିଶାର ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଆଦି ପାର୍ବତ୍ୟ ଅଞ୍ଚଳ ଏବଂ ପଡ଼ୋଶୀ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ଆସାମ ପ୍ରଭୃତି ଉପାନ୍ତ ଅଞ୍ଚଳସ୍ଥ ମାନଭୂମି, ବୀରଭୂମ, ସିଂହଭୂମ, ବାଙ୍କୁଡ଼ା, ପୁରୁଲିଆ, ଶିଖରଭୂମ, ରାଞ୍ଚି, ଛୋଟନାଗପୁର ଆଦି ସ୍ଥାନମାନଙ୍କରେ ଝୁମର ସଙ୍ଗୀତର ଅସପତ୍ନ ପ୍ରଭାବ ଦେଖିବାକୁ ମିଳେ । ସ୍ଥାନ ଭେଦରେ ଏହାର ରୂପ, ଲୟ, ପ୍ରକାଶଭଙ୍ଗୀରେ ଭିନ୍ନତା ପରିଲକ୍ଷିତ ହୋଇଥାଏ ସତ ; ମାତ୍ର ଏହା ଏତେ ମାତ୍ରାରେ ଭିନ୍ନ ନୁହେଁ, ଯାହା ଅନ୍ୟ ଝୁମର ସହିତ ଥିବା ସମ୍ପର୍କକୁ ଅସ୍ୱୀକାର କରିବ । ତଥାପି ପ୍ରତ୍ୟେକ ପ୍ରଦେଶରେ ସେଗୁଡ଼ିକର ସ୍ୱାତନ୍ତ୍ର୍ୟ ଅଲଗା । ତେଣୁ କୁହା ଯାଇପାରେ – ଆସାମରେ ‘ବିହୁ’, ଉତ୍ତରପ୍ରଦେଶର ‘ଚୈତ୍ରୀ’ ଓ ‘କାଜ୍ରୀ’, ଜମ୍ମୁ-କାଶ୍ମୀରର ‘ଭୋଗ୍ରୀ’ ଭଳି ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାରର ଲୋକଗୀତ ଭାବରେ ଝୁମର ବେଶ୍ ପ୍ରସଦ୍ଧି ଅର୍ଜନ କରିଛି । ଉତ୍ତର ଓଡ଼ିଶାର ମୟୁରଭଞ୍ଜ, ସୁନ୍ଦରଗଡ଼ ପ୍ରଭୃତି ଅଞ୍ଚଳର ପ୍ରମୁଖ ଲୋକସଂଗୀତ ଭାବରେ ଝୁମର ବେଶ୍ ପରିଚିତ । ବିଶେଷତଃ ନିଜକୁ ‘ହଡ଼୍ ମିତାନ୍’ (୧) ସଂସ୍କୃତିର ଉତ୍ତରସାଧକ ବୋଲି ଉଦ୍ଘୋଷଣା କରୁଥିବା କୁଡ଼ୁମି ମହାନ୍ତମାନେ ନିଜକୁ ଆଦିବାସୀ ବୋଲି ଦାବି କରିବା ସହିତ ସାନ୍ତାଳମାନଙ୍କୁ ସାନଭାଇ ଭାବରେ ଜ୍ଞାନ କରିଥାନ୍ତି । ଆଲୋଚକଙ୍କ ଭାଷାରେ ‘‘ଏମାନେ ଗୋଟିଏ ବାପା ଓ ଦୁଇଟି ମାର ସନ୍ତାନ । ବଡ଼ ମାଆର ପିଲାମାନେ ହେଲେ କୁଡ଼ୁମି ଓ ଛୋଟମାଆର ସନ୍ତାନମାନ ହେଲେ ସାନ୍ତାଳ । ତେଣୁ ସାନ୍ତାଳମାନେ କୁଡ଼ୁମିମାନଙ୍କ ବଡ଼ଭାଇ ବୋଲି ସମ୍ବୋଧନ କରିଥାନ୍ତି । କେବେ ବି ନାମ ଧରି ଡ଼କାଡ଼କି ହୁଅନ୍ତି ନାହିଁ ।’’ (୨) କେହି କେହି ଏହି କୁଡ଼ୁମିମାନଙ୍କୁ ଖଣ୍ଡାୟତ ସଂପ୍ରଦାୟଭୁକ୍ତ କରିଥାନ୍ତି । ଏ ପ୍ରସଙ୍ଗ ଆଲୋଚନା ସାପେକ୍ଷ । ସେ ଯାହା ହେଉନା କାହିଁକି ଆଜି ଝୁମର କୌଣସି ନିର୍ଦ୍ଦିଷ୍ଟ ସଂପ୍ରଦାୟ ମଧ୍ୟରେ ଆବଦ୍ଧ ନ ହୋଇ ସର୍ବଭାରତୀୟ ସ୍ତରରେ ନିଜର ସ୍ୱତନ୍ତ୍ର ସ୍ଥାନ ସଂରକ୍ଷିତ କରିପାରିଛି । ଉତ୍ତର ଓଡ଼ିଶାରେ କୁଡ଼ିମିମାନଙ୍କ ଦ୍ୱାରା ଏହି ଝୁମରର ବ୍ୟାପକ ପ୍ରଚାର-ପ୍ରସାରକୁ ଆଦୌ ଉପେକ୍ଷା କରାଯାଇ ନ ପାରେ । ଘଞ୍ଚ ଅରଣ୍ୟାନି ପରିବେଷ୍ଟିତ ପ୍ରାକୃତିକ ପରିବେଷର ମନୋଜ୍ଞ ଭୂମିରେ ଝୁମର ସଂଗୀତମାନ ଓ ନୃତ୍ୟକୁ ଯେ କେହି ନ ଦେଖିଲେ ତା’ର ମାଦକତାକୁ ଅନୁଭବ କରିପାରିବ ନାହିଁ । ଏହି ପରିପ୍ରେକ୍ଷୀରେ କେତେଗୋଟି ପର୍ଯ୍ୟାୟରେ ଝୁମରର ବିଭିନ୍ନ ପ୍ରସଙ୍ଗକୁ ନିମ୍ନରେ ଆଲୋଚନା କରାଯାଇପାରେ । ‘ଝୁମର’ର ଅର୍ଥ ‘ଝୁମର’ କହିଲେ ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଲୋକ ସଙ୍ଗୀତକୁ ହିଁ ବୁଝାଏ । ସାଦାରଣ ଭାବରେ ଦେଖିଲେ ଏହା ଏକ ଧ୍ୱନ୍ୟାତ୍ମକ ଶବ୍ଦ । ଝମ୍ଝମ୍ ଶବ୍ଦରୁ ଏହାର ସୃଷ୍ଟି । ପାଦରେ ଘୁଙ୍ଗୁରି ବାନ୍ଧି ସମୂହ ନୃତ୍ୟ କଲାବେଳେ ଝମ୍ଝମ୍ ଶବ୍ଦ ହୋଇଥାଏ । ସମ୍ଭବତଃ ଏହି ଧ୍ୱନିରୁ ଝୁମର ଶବ୍ଦ ଗୃହୀତ ହୋଇଥାଇ ପାରେ । ଆଲୋଚକ ଲଳିତ କୁମାର ମହାନ୍ତି ଏହି ପ୍ରସଙ୍ଗକୁ ମଧ୍ୟ ଗ୍ରହଣ କରିଛନ୍ତି ୧ ସେ କହନ୍ତି – ‘ଝୁମୁରା’ ନାଚରୁ ଏ ଶବ୍ଦର ସୃଷ୍ଟି । ଝୁମୁରା ନାଚର ମୁଖ୍ୟ ବିଷୟ ହେଲା ‘ଝମ୍ଝମ୍’ ତାଳ । ଏହି ତାଳ ବର୍ଷା ବର୍ଷିବା ପରି ଝମ୍ଝମ୍ ହୋଇ ବାଜିଥାଏ । ଘୁଙ୍ଗୁର ତିଆରି ହେବାରୁ ବହୁ ପୂର୍ବରୁ ନୃତ୍ୟ ସମୟରେ ନୃତ୍ୟକାରୀମାନେ ଏକପ୍ରକାର ଖୋଳପାରକୁ ପାଦ, ବାହୁ ଓ ଅଣ୍ଟାରେ ବାନ୍ଧି ନାଚୁଥିଲେ । ନାଚ ଓ ଗୀତର ତାଳେ ତାଳେ ସେଥିରୁ ‘ଝମ୍ଝମ୍’ ଶବ୍ଦ ବାହାରୁଥିଲା । କାଳକ୍ରମେ ଗେଣ୍ଡାର ମାଂସତକ ବାହାର କରି ତାକୁ କଣାକରି ଶୁଖାଇ ସେଗୁଡ଼ିକୁ ଘୁଙ୍ଗୁର ପରି ପାଦରେ ବାନ୍ଧୁଥିଲେ । xxx ତା’ସାଙ୍ଗକୁ ଲାଉତୁମ୍ବାରେ ‘ରୁଞ୍ଜ’ ଫଳକୁ ଭର୍ତ୍ତିକରି ଗୀତର ତାଳେ ତାଳେ ତୁମ୍ବାକୁ ହଲାଇବାରୁ ‘ଝମର’ ଶବ୍ଦ ବାହାରିବାକୁ ଲାଗିଲା। ତେଣୁ ଏହି ନୃତ୍ୟରେ ବ୍ୟବହୃତ ହେଉଥିବା ଗୀତକୁ ‘ଝୁମର’ ଗୀତ ବୋଲି ଆଖ୍ୟାୟିତ କରାଗଲା।(୩) ଓଡ଼ିଆ, ବଙ୍ଗଳା, ହିନ୍ଦୀ ଆଦି ଅଭିଧାନମାନଙ୍କରେ ‘ଝୁମର’ ମାତ୍ରା ବା ଛନ୍ଦ ଭାବରେ ଗୃହୀତ । କେତେକାଂଶରେ ତାହା ବୃତ୍ତ ବା ରାଗିଣୀ ଭାବରେ ମଧ୍ୟ ପରିଚିତ । ଝୁମର ଗବେଷକ ଡ଼ଃ ଆଦିକନ୍ଦ ମହାନ୍ତ ‘ଝୁମର’ ସମ୍ପର୍କରେ ମତଦେଇ କହନ୍ତି- ‘‘ଝୁମର ଶବ୍ଦର ଶାବ୍ଦିକ ଶାସ୍ତ୍ରୀୟ ବ୍ୟାଖ୍ୟାକୁ ଲକ୍ଷ୍ୟ କଲେ ଜଣାଯାଏ – ଝରୟତି/ ଝୁରାୟତେ ଇତି ଝୁମର । ସୁଖଦୁଃଖରେ ସମଦର୍ଶୀ ସ୍ଥିତପ୍ରଜ୍ଞ ରହି ବିଭୁଉକ୍ତିରେ ତଦ୍ଗତ ପ୍ରାଣୀ ହୋଇ ଝୁରି ଝୁରି ମର ଶରୀରକୁ ଅମରତ୍ୱ ଆଡ଼କୁ ନେବାର ସ୍ୱର ଝଙ୍କା ହିଁ ଝୁମର ।’’ (୪) ତେଣୁ ଏ ସମସ୍ତ ଆଲୋଚନାମାନଙ୍କରୁ ଏତିକି ସ୍ପଷ୍ଟ ହୁଏ ଯେ- କର୍ମକ୍ଳାନ୍ତ ମନହେଉ ଅଥବା ଆନନ୍ଦବିଧାନ ନିମନ୍ତେ ବିବିଧ ବାଦ୍ୟଯନ୍ତ୍ରର ତାଳେ ତାଳେ ଝୁମି ଝୁମି ନୃତ୍ୟ କରି ଗାନ କରୁଥିବା ଗୀତ ହିଁ ଝୁମର ଭାବରେ ପରିଚିତ । କେବଳ କୁଡ଼ୁମି ସଂପ୍ରଦାୟ କାହିଁକି ଏହା ଏକ ଜାତି ଓ ଦେଶର ସାଂସ୍କୃତିକ ପରମ୍ପରା ଓ ଅମୂଲ୍ୟ ସଂପଦ ଭାବରେ ପରିଚୟ ଲାଭ କରିଛି । ଝୁମରର ବିଭାଗୀକରଣ: ବିଭିନ୍ନ ଦୃଷ୍ଟିକୋଣରୁ ଆଲୋଚକମାନେ ‘ଝୁମର’କୁ ୩ ଭାଗେ ବିଭକ୍ତ କରିଅଛନ୍ତି । ଯଥା- (୧) ଦରବାରୀ ଝୁମର (୨) ଭାଦୁରିଆ ଝୁମର (୩) ରଙ୍ଗୀନ ଝୁମର । ୧- ଦରବାରୀ ଝୁମର : ଯେଉଁ ଝୁମରଗୁଡ଼ିକ ରାଜ ଦରବାରରେ ସୃଷ୍ଟି ହୋଇଛି, ତାହା ଦରବାରୀ ଝୁମରର ନାମରେ ଅଭିହିତ । ଅଷ୍ଟାଦଶ ଶତାବ୍ଦୀରେ ରାଜା-ଜମିଦାରମାନେ ନିଜର ମନୋରଞ୍ଜନ ନିମେନ୍ତ ଦରବାରରେ ବିଭିନ୍ନ ନର୍ତ୍ତକୀ ଓ ନାଚୁଣୀମାନଙ୍କ ଦ୍ୱାରା ଏହି ଝୁମରକୁ ପରିବେଷଣ କରାଉଥିଲେ । ଶାସ୍ତ୍ରୋଚିତ ରାଗରାଗିଣୀ, ଅଳଙ୍କାର, ରସ ମଦିର ମଧୁର ସମନ୍ୱୟ ଏହି ଗୀତମାନଙ୍କରେ ଦେଖା ଯାଇଥାଏ । ଏହି ଝୁମର ପରିବେଷଣ କରିବାର ନିର୍ଦ୍ଦିଷ୍ଟ ସମୟ ରହିଛି । ଫାଲ୍ଗୁନ ମାସରୁ ଆଷାଢ ମାସ ପର୍ଯ୍ୟନ୍ତ ଦରବାରୀ ଝୁମରର ଗାୟନ କାଳ । ୨-ଭାଦୁରିଆ ଝୁମର : ଏହି ଝୁମର ବିଶେଷତଃ କରମାଗୀତ ଉପରେ ପର୍ଯ୍ୟବେସିତ । ଅଷ୍ଟାଦଶ ଶତାବ୍ଦବେଳକୁ ବୈଷ୍ଣବବାଦର ପ୍ରଭାବ ଫଳରେ ଏ ଭାଦୁରିଆ ଝୁମର ନାମରେ ପରିଚିତ ହେଲା । କରମାଗୀତର ଏହା ରୂପାନ୍ତର । ଏହି ଝୁମର ଓଡ଼ିଆ, କୁର୍ମାଳି, ବଙ୍ଗଳା, ନାଗପୁରିଆ, ମୁଣ୍ଡାରୀ, ହୋ, ଖୋର୍ଠା, ପାଜ୍ଞପରଗନିଆ ଆଦି ଭାଷାରେ ପରିଦୁଷ୍ଟ । ବର୍ଷାଋତୁ ଆରମ୍ଭରୁ ରାସପୂର୍ଣ୍ଣିମା ପର୍ଯ୍ୟନ୍ତ ଏହି ଭାଦୁରିଆ ଝୁମର ପରିବେଷଣର ସମୟ । ୩-ରଙ୍ଗୀନ ଝୁମର : ପୂର୍ବୋକ୍ତ ଝୁମର ଭଳି ଏଥିରେ କୌଣସି ନିର୍ଦ୍ଦିଷ୍ଟ ପରିଦୃଷ୍ଟ ହୁଏ ନାହିଁ । ଏହି ଝୁମର ସ୍ୱାଧୀନ ଭାବରେ ଗାନ କରାଯାଇଥାଏ । ବିଭିନ୍ନ ବିଷୟ ଓ ରାଗରାଗିଣୀ ମାଧ୍ୟମରେ ଲୋକ ଜୀବନର ଚଳଣି, ସାମାଜିକ ବିଧିବ୍ୟବସ୍ଥା ଆଦିର ରୂପଛବି ଏଥିରେ ପ୍ରକାଶ ପାଇଥାଏ । ତେଣୁ ଏହାର ସାହିତ୍ୟ ବା ରଚନାଗୁଡ଼ିକ ଲୋକଗୀତର ପର୍ଯ୍ୟାୟଭୁକ୍ତ । ରଙ୍ଗୀନ ଝୁମର ପରିବେଷଣ କରିବାରେ କୌଣସି ଋତୁ ବା ମାସର ଆବଶ୍ୟକତା ପଡ଼େ ନାହିଁ । ଏହା ବର୍ଷର ଯେକୌଣସି ସମୟରେ ଗାନ କରାଯାଇ ପାରେ । ମାର୍ଗଶିର ଓ ପୌଷମାସରେ ଫସଲ କ୍ଷେତ୍ରରେ ବ୍ୟସ୍ତ ରହିବା କାରଣରୁ ଏହି ସମୟରେ କୌଣସି ଝୁମର ଉପଭୋଗ୍ୟ ହୋଇପାରେ ନାହିଁ । ତେରୁ ଏହି ସମୟକୁ ଝୁମରର ବିରତି ସମୟ ଭାବରେ ଗ୍ରହଣ କରାଯାଇଥାଏ । ସେହିଭଳି ନୃତ୍ୟଭିତ୍ତିରେ ମଧ୍ୟ ଝୁମରର ବହୁ ବିଭାଗ ଦେଖିବାକୁ ମିଳିଥାଏ । ପାରମ୍ପରିକ ଏହି ଲୋକସଙ୍ଗୀତ ଗାୟନ ମଧ୍ୟରେ ବହୁ ନୃତ୍ୟର ମଧ୍ୟ ଭିଆଣ କରାଯାଇଛି । ତେଣୁ ଝୁମର କେବଳ ଲୋକଗୀତ ମଧ୍ୟରେ ସୀମିତ ରହିନାହିଁ; ନୃତ୍ୟରେ ମଧ୍ୟ ଅନୁରୂପ ପ୍ରଭାବ ବିସ୍ତାର କରି ନିଜର ଅନନ୍ୟ ପରିଚୟ ସୃଷ୍ଟି କରିପାରିଛି । ଏଠାରେ ପ୍ରକାଶଯୋଗ୍ୟ ଆଲୋଚ୍ୟ ଝୁମରଗୁଡ଼ିକ କୁର୍ମାଳି ଝୁମରର ପର୍ଯ୍ୟାୟଭୁକ୍ତ । ଯଦିଓ ଏହାର ବ୍ୟାପକ ସୀମା ରହିଛି, ତଥାପି ଆଲୋଚନାର ସରଳୀକରଣ ନିମନ୍ତେ, ଓଡ଼ିଆ, ମୈଥିଳୀ ଆଦି ଭାଷାରେ ପରିଦୃଷ୍ଟ କୁର୍ମାଳି ଝୁମର ଗୀତଗୁଡ଼ିକୁ ପ୍ରସଙ୍ଗକ୍ରମେ ଗ୍ରହଣ କରାଯାଇଛି । ଝୁମର ନୃତ୍ୟଗୁଡ଼ିକ ସାଧାରଣତଃ ଏକକ ବା ପଙ୍କ୍ତି ମାଧ୍ୟମରେ ପରିବେଷଣ କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ଝୁମର ନୃତ୍ୟର ବହୁ ବିଭାଗ ସୃଷ୍ଟି ହୋଇଛି । ଯଥା- (୧) ପାନ୍ତାଶାଲିଆ ଝୁମର (୨) ନାଚୁଣୀ ଶାଲିଆ ଝୁମର (୩)କାଠିନାଚିଆ ଝୁମର (୪) ଜାଅଆ ନାଚିଆ ଝୁମର (୫) ବିବାହକାଳୀନ ଝୁମର (୬) ଔପାସନିକ ଝୁମର (୭) ସଖୀନାଚିଆ ଝୁମର (୮) ମହଡ଼ା ନାଚିଆ ଝୁମର (୯) ବୈଠକ ଝୁମର (୧୦) ଛଉ ନାଚିଆ ଝୁମର ୧- ପାନ୍ତାଶାଳିଆ ଝୁମର: ପଙ୍କ୍ତି ଶବ୍ଦରୁ ‘ପାନ୍ତା’ ଶବ୍ଦର ସୃଷ୍ଟି । ଏହା ସହିତ ଜଡ଼ିତ ସଙ୍ଗୀତକୁ ପାନ୍ତାଶାଲିଆ ଝୁମର କୁହାଯାଏ । ଭାଦ୍ରବ ମାସ ଶୁକ୍ଳ ଏକାଦଶୀ ଦିନ ‘କରମ ଦେବତା’ଙ୍କୁ ପୂଜା କରିବା ଅବସରରେ ସମବେତ ହୋଇ ଏହି ଝୁମର ପରିବେଷଣ କରାଯାଇଥାଏ । ୨- ନାଚୁଣୀ ଶାଲିଆ ଝୁମର : ଏହା ଏକ ଝୁମର ଭାବେ ପରିଚିତ । ଜଣେ ନାରୀ ନର୍ତ୍ତକୀ ବା ନାଚୁଣୀ ଦ୍ୱାରା ଏହା ପରିବେଷଣ କରାଯାଇଥାଏ । ନାରୀ ଶିଳ୍ପୀର ଆବର୍ତ୍ତମାନରେ ପୁରୁଷ ଶିଳ୍ପୀ ଜଣକ ନାରୀବେଶ ହୋଇ ମଧ୍ୟ ଏହାକୁ ପରିବେଷଣ କରିଥାଏ । ବିବାହ, ଅନ୍ନପ୍ରାସନ, ସାମାଜିକ କ୍ରିୟାନୁଷ୍ଠାନ ଏବଂ ମନୋରଞ୍ଜନ ନିମନ୍ତେ ଏହି ନୃତ୍ୟ କରାଯାଇଥାଏ । ପଶ୍ଚିମ ଓଡିଶାର ‘ରସାରକେଲୀ’ ଏବଂ ରାଜସ୍ଥାନର ‘ଢପ୍’ ସହିତ ଏହାର ସାମ୍ୟ ପରିଲକ୍ଷିତ ହୋଇଥାଏ । ୩- କାଠି ନାଚିଆ ଝୁମର: କାଠି ବା ଲାଠି ସାହାଯ୍ୟରେ ପାରମ୍ପରିକ ବାଦ୍ୟଯନ୍ତ୍ରର ତାଳେ ତାଳେ ଝୁମର ସଙ୍ଗୀତ ଗାନ କରି ଏହି ନୃତ୍ୟ ପ୍ରଦର୍ଶନ କରାଯାଇଥାଏ । ଓଗାଳ, କୈସାବାଡ଼ି ନୃତ୍ୟ ସହିତ ଏହି ଝୁମର ନୃତ୍ୟର ସାମ୍ୟ ଦେଖାଯାଏ । ୪- ଜାଅଆ ନାଚିଆ ଝୁମର : ଜାଆଆ ଏକ ବ୍ରତ । କୁଡ଼ୁମି ସଂପ୍ରଦାୟର କୁମାରୀ କନ୍ୟାମାନେ ‘କରମ ଠାକୁର’ଙ୍କ ନିକଟରେ ଏହି ବ୍ରତ ରଖିଥାନ୍ତି । ଭାଦ୍ରବ ଶୁକ୍ଳ ଏକାଦଶୀ ଦିନ ‘କରମଠାକୁର’ଙ୍କୁ ପୂଜା କରିବା ଅବସରରେ କିଶୋରୀମାନେ ସମବେତ ହୋଇ ବାଦ୍ୟଯନ୍ତ୍ରର ତାଳେ ତାଳେ ଏହି ଝୁମର ଗୀତ ଓ ନୃତ୍ୟକୁ ପରିବେଷଣ କରିଥାନ୍ତି । ୫- ବିବାହକାଳୀନ ଝୁମର : ବିବାହ ଭଳି ସାମାଜିକ ଅନୁଷ୍ଠାନମାନଙ୍କରେ ଏହି ନୃତ୍ୟ ପରିବେଷଣ କରା ଯାଇଥାଏ । ଉଭୟ କନ୍ୟା ଓ ବରପକ୍ଷ ମଧ୍ୟରେ ବହୁ ଥଟ୍ଟା ପରିହାସ, ଆକ୍ଷେପ ଉକ୍ତି ମଧ୍ୟରେ ଏହି ଝୁମର ଗାନ କରାଯାଇଥାଏ । ୬- ଔପାସନିକ ଝୁମର : ନିଜର ଆାରାଧ୍ୟ ଦେବାଦେବୀଙ୍କ ଉପାସନା ନିମନ୍ତେ ପରିବେଷଣ କରା ଯାଉଥିବା ଝୁମର, ଔପାସନିକ ଝୁମର ନାମରେ ପରିଚିତ । ୭- ସଖୀ ନାଚିଆ ଝୁମର : ଅଷ୍ଟାଦଶ ଶତାବ୍ଦୀରେ ବୈଷ୍ଣବ ଧର୍ମର ପ୍ରଭାବ ଫଳରେ ଝୁମରରେ ରାଧାକୃଷ୍ଣ ଏବଂ ସେମାନଙ୍କ ସଖା-ସଖୀମାନଙ୍କର ଆବିର୍ଭାବ ଘଟିଲା । ପରେ ସେହି ସଖୀମାନଙ୍କୁ ଉପଜୀବ୍ୟ କରି ଏକ ନୂତନ ନୃତ୍ୟଶୈଳୀର ସୃଷ୍ଟି ହେଲା । ଯାହା ସଖୀନାଚିଆ ଝୁମର ନାମରେ ପରିଚିତ । ୮- ମହଡ଼ା ନାଚିଆ ଝୁମର : ‘ମହଡ଼ା’ ଅର୍ଥ ହେଉଛି ମୁଖା । ଏହି ନୃତ୍ୟରେ ବିଭିନ୍ନ ଦେବାଦେବୀ, ଅସୁର, ପଶୁପକ୍ଷୀମାନଙ୍କ ମୁଖା ବ୍ୟବହାର କରାଯାଇଥାଏ । ବୀର ରସ ପ୍ରକାଶ କରିବାରେ ଏହି ନୃତ୍ୟର ଯଥେଷ୍ଟ ପ୍ରଭାବ ରହିଛି । ରାବଣ ବଧ, ମହିଷାସୁରର ବଧ ଆଦି ଅଭିନୟ ଏହି ନୃତ୍ୟର ମୁଖ୍ୟ ଆକର୍ଷଣ । ୯- ବୈଠକୀ ଝୁମର : ଗ୍ରାମ ବୈଠକରେ ବସି ବିଭିନ୍ନ ସମ୍ବନ୍ଧରେ ତର୍ଜମା କରିବା ଅବସରରେ ଯେଉଁ ଝୁମର ନୃତ୍ୟ ପ୍ରଦର୍ଶିତ ହୋଇଥାଏ, ତାହା ବୈଠକୀ ଝୁମର ଭାବେ ପରିଚିତ । ଆଲୋଚନା-ପ୍ରତ୍ୟାଲୋଚନା ମାଧ୍ୟମରେ ବିବିଧ ଦର୍ଶନ, ଚିନ୍ତା, ସାହିତ୍ୟିକ ଆଭିମୁଖ୍ୟ, ଭକ୍ତିବାଦ ଆଦିକୁ ସ୍ଥାନିତ କରାଯାଇଥାଏ ଏଥିରେ । ୧୦- ଛଉନାଚିଆ ଝୁମର : ଛଉ ନୃତ୍ୟ ମାଧ୍ୟମରେ ଯେଉଁ ଝୁମର ପରିବେଷଣ ହୋଇଥାଏ, ତାହା ଛଉନାଚିଆ ଝୁମର ଭାବରେ ଖ୍ୟାତ । ପ୍ରକାଶଯୋଗ୍ୟ ‘ଛଉନୃତ୍ୟ’ ଆଜି ସମଗ୍ର ବିଶ୍ୱରେ ତା’ର ଅପୂର୍ବ କଳାକୁ ପ୍ରସାରିତ କରିପାରିଛି । ବିଶେଷତଃ ଛଉନୃତ୍ୟ ଉତ୍ତର ଓଡ଼ିଶା (ମୟୁରଭଞ୍ଜ)ର ଏକ ସ୍ୱତନ୍ତ୍ର ପରିଚୟ ବହନ କରେ । ତେଣୁ ଆଲୋଚକମାନେ ‘ଛଉ’କୁ ମୟୁରଭଞ୍ଜରର ସୁଯୋଗ୍ୟ ସନ୍ତାନ ଭାବରେ ଏବଂ ‘ଝୁମର’କୁ ଅଲିଅଳୀ କନ୍ୟାଭାବରେ ଗ୍ରହଣ କରିଥାନ୍ତି । ଆଜି ଝୁମର ଓ ଛଉ ସମୀଭୂତା ହୋଇ ଓଡ଼ିଶାର ଏକ ମୌଳିକ ତଥା ପାରମ୍ପରିକ ଲୋକନୃତ୍ୟ ଭାବରେ ପ୍ରତିଷ୍ଠିତ ହୋଇପାରିଛି । ଏଣୁ ଏ ସଂମ୍ପର୍କରେ କୁହାଯାଏ – ‘‘ନୃତ୍ୟ ଜଗତରେ ‘ଛଉନାଚ’ ଯେପରି ଏକ ବିଶିଷ୍ଟ ସମ୍ପଦ, ସଙ୍ଗୀତ ରାଜ୍ୟରେ ‘ଝୁମର’ ମଧ୍ୟ ଏକ ବିଶ୍ୱସ୍ତ ସମ୍ପଦ । x x ଛଉ ଓ ଝୁମର ଅଙ୍ଗାଙ୍ଗୀଭାବେ ଜଡ଼ିତ । ଛଉନାଚର ତାଣ୍ଡବ ଓ ଝୁମର ନୃତ୍ୟ ଲାସ୍ୟ ଉଭୟେ ପରିପୂରକ । ଛଉନୃତ୍ୟ ପୁରୁଷ ପ୍ରକୃତିରେ ଅଭିନୀତ ଓ ଝୁମର ନୃତ୍ୟ ନାରୀ ପ୍ରକୃତିରେ ଅଭିନୀତ । ଜଗତରେ ସୁନ୍ଦର ବସ୍ତୁମାନଙ୍କ ମଧ୍ୟରେ ଗୋଟିଏ ହେଲା ରମଣୀ ଓ ଅନ୍ୟଟି ରାଗିଣୀ । ଏହି ଦୁଇଟି ସୁନ୍ଦରର ସମାହାର ହେଲା ‘‘ଝୁମର’’ ଉତ୍ତର ଓଡ଼ିଶାର ଏକ ସାଂସ୍କୃତିକ ପରମ୍ପରା ।’’ (୬) ଝୁମରର ଯୁଗବିଭାଜନ : ସାହିତ୍ୟରେ ଯୁଗବିଭାଜନ ପରି ଝୁମରରେ ମଧ୍ୟ ଯୁଗବିଭାଜନର ଆବଶ୍ୟକତା ରହିଛି । ଏହି ଦୃଷ୍ଟିରୁ ଆଲୋଚକମାନେ ଝୁମରର ଯୁଗବିଭାଜନ କରିଛନ୍ତି । ଯଥା- (୧) ଆଦିଯୁଗ (ପ୍ରାଚୀନରୁ ୧୭୫୦) (୨) ମଧ୍ୟଯୁଗ (୧୭୫୦ – ୧୮୫୦) (୩) ରୀତିଯୁଗ (୧୮୫୦-୧୯୫୦) (୪) ରଙ୍ଗୀନଯୁଗ (୧୯୫୦ ରୁ ଅଦ୍ୟାବଧି) ଆଦିଯୁଗ (ପ୍ରାଚୀନରୁ ୧୭୫୦) : ଆଦିଯୁଗରେ ଝୁମରର ରୂପ ଲୋକଗୀତ ଧାରାରେ ଆବଦ୍ଧ ଥିଲା । କରମା ଗୀତ ସମ୍ବଳିତ ଝୁମର ଏହି ଯୁଗୀୟ ରଚନା । ପରେ ସପ୍ତଦଶ ଶତାବ୍ଦୀର ଶେଷଆଡ଼କୁ ବୈଷ୍ଣବ ଧର୍ମଦ୍ୱାରା ଏହା ପ୍ରଭାବିତ ହୋଇଅଛି । ଏହି କାଳର ଝୁମରର ରୂପ ନିମ୍ନମତେ ଲକ୍ଷଣୀୟ- କୁଳୁଥିରେ ବାଁକା କୁଳିଥି ଭୁଜେ ଲାଗଇ ଛଟକି ନନ୍ଦନ ଭୁଜଇତେ ଭୁଜଇତେ ନଣନ୍ଦ ପୋଡ଼ି ହେଲ ଲାଜେ ହୁଁ ନା ଗେଲାଇଁ ଶଶୁରାଲ ନି ଯାତିରେ ନନ୍ଦାସୁ ଭାଇ ନନ୍ଦ ମୋର ଫୁଲକେରୀ ହାର ।। (ଯାଓ୍ୱାଗୀତ) ଏକ ସାଧାରଣ ଘଟଣାକୁ ନେଇ ଏହା ରଚିତ । ଏହି ଗୀତରେ କବି କହୁଛନ୍ତି- ସାଧାରଣତଃ କୋଳଥଫଳ ଦେଖିବାକୁ ବଙ୍କା । ସେହି ବଙ୍କା କୋଳଥକୁ ଭାଜୁ ଭାଜୁ ଛଟକି ନଣନ୍ଦ ପୋଡ଼ି ହେଲା। ଫଳତଃ ଲାଜରେ ଆଉ ଶ୍ୱଶୁର ଘରକୁ ଗଲା ନାହିଁ । ତା’ସ୍ୱାମୀ ନେବାକୁ ଆସିବା ବେଳେ ଭାଉଜ କହୁଛି – ‘‘ ହେ ନନ୍ଦସୁ ଭାଇ’ (ନଣନ୍ଦର ସ୍ୱାମୀ) ମୋର ନଣନ୍ଦ ଫୁଲଠାରୁ ଆହୁରି କୋମଳ । ସେ ପୋଡ଼ି ହୋଇଛି । ଏଣୁ ଯିବ ନାହିଁ ।’’ ଆଉ ଏକ ଉଦାହରଣ ମାଧ୍ୟମରେ – ଜଣେ ବିଳାସିନୀ ରମଣୀର କେଶ ପ୍ରସାଧନକୁ ଏଠାରେ ଲକ୍ଷ୍ୟ କରାଯାଇପାରେ – ‘‘ହାତ ଦାଁତକେ କାଁକୟା ସୁରଙ୍ଗିକା ତେଲ, ମଚିଆଇଁ ବସିଏ ବିରୁନ୍ ଝାଡ଼େ ଲାଗନ ବେଶେ, ବିରୁନ୍ କତିରଙ୍ଗ ।’’ (କରମ ଗୀତ) ଅର୍ଥାତ୍ ‘‘ବିରୁନ୍ (ସ୍ତ୍ରୀର ନାମ) ଏକ ମାଁଚିଆ ଉପରେ ବସି ମୁଣ୍ଡରେ ସୁରଙ୍ଗି ତେଲ ଲଗାଉଛି ଏବଂ ହାତୀଦାନ୍ତ ପାନିଆରେ ନାନାଭଙ୍ଗୀରେ କେଶ ସଜାଉଛି ।’’ ମଧ୍ୟଯୁଗ (୧୭୫୦-୧୮୫୦) : ଏହି ସମୟରେ ବୈଷ୍ଣବବାଦ ଓ କବୀରବାଦର ପ୍ରଭାବ ପଡ଼ିଛି ଝୁମର ଉପରେ । ରାଧାକୃଷ୍ଣଙ୍କ ପ୍ରେମ, ମିଳନ, ବିଚ୍ଛେଦର କାହାଣୀ ଏଥିରେ ପ୍ରମୁଖ ପ୍ରସଙ୍ଗ ହୋଇଛି । ରାଜା-ଜମିଦାରମାନଙ୍କ ପୃଷ୍ଠପୋଷକତା କାରଣରୁ ଏଥିରେ (ସଙ୍ଗୀତ, ନୃତ୍ୟ, ସାହିତ୍ୟ) ବହୁ ପରିବର୍ତ୍ତନ ମଧ୍ୟ ସଂଗଠିତ ହୋଇଅଛି । କରମାଗୀତ, ବାନ୍ଦରନାଚାଗୀତ, ଟୁସୁଗୀତ, ଡ଼ମକଚ ଆଦି ଏହି ଯୁଗୀୟ ଝୁମର ପର୍ଯ୍ୟାୟଭୁକତ । ଯଥା- (କ) ଫୁଟିଲ ଡ଼ାଲିମେର ଫୁଲ, ନା ଧରିଲ କଷିରେ ଦୁଦିନ ପରୀତିର ଲାଗି ହଇଲାମ୍ ମୁଖ୍ ଦୋଷୀରେ । (କରମାଗୀତ) (ଖ) ‘‘କୋନ ମହିନା ଆୟଃ ବେଦବ୍ୟାସ ମେଲା ଲାଗେ କୋନ ମହିନା ଆୟଃ ରାଞ୍ଚୀ ମେଲା ଲାଗେ ? ମାଗ ମହିନା ଆୟଃ ବେଦବ୍ୟାସ ମେଲା ଲାଗେ ଫାଗୁନ ମହିଳା ଆୟଃ ରାଞ୍ଚୀ ମେଲା ଲାଗେ ।’’ (ଡ଼ମକଚ:ନାଗପୁରିଆ) ଅର୍ଥାତ ଝିଅଟି ତା’ର ମା’କୁ ପଚାରୁଛି ‘‘ଆୟଃ (ମୁଣ୍ଡାରୀ ଭାଷାରେ ମା’କୁ ଆୟଃ କୁହାଯାଏ) ‘‘କେଉଁ ମାସରେ ବେଦବ୍ୟାସ ମେଳା ଲାଗେ ଏବଂ କେଉଁ ମାସରେ ରାଞ୍ଚି ମେଳା ଲାଗେ ? ଉତ୍ତରରେ ତା’ ମା କହୁଛି – ମାଘ ମାସରେ ବେଦବ୍ୟାସ ମେଳା ଓ ଫଗୁଣ ମାସରେ ରାଞ୍ଚୀମେଳା ଲାଗେ ।’’ ରୀତିଯୁଗ (୧୮୫୦-୧୯୫୦) : ଏହି ସମୟ ଝୁମର ଇତିହାସର ମହତ୍ତ୍ୱପୂର୍ଣ୍ଣ କାଳ । ଓଡ଼ିଆ ରୀତିଯୁଗୀୟ କବିମାନଙ୍କ ରଚନା ଭଳି ଏହି ସମୟର କିବିମେନ ଅଳଙ୍କାର, ରସ-ରୀତି ଆଦି ଶାସ୍ତ୍ରୀୟ ମର୍ଯ୍ୟାଦାରେ ନିଜର କାବ୍ୟନାୟିକାକୁ ଭୂଷିତ କରଅଛନ୍ତି । ଏହି କାଳରେ ଚିତ ଆଳଙ୍କାରିକ ଝୁମରଗୁଡ଼ିକୁ ପାଠକଲେ ତାହା ଭଞ୍ଜ, ଦୀନକୃଷ୍ଣ ଆଦିଙ୍କ କୃତି ଦ୍ୱାରା ପ୍ରଭାବିତ ହେବାର ସ୍ପଷ୍ଟ ଅବଧାରଣା କରିହୁଏ । ବିଶେଷତଃ ଓଡ଼ିଶା ଓ ସିଂହଭୂମିର ଝୁମର କବିମାନେ ଶାସ୍ତ୍ରୋଚିତ ଅଳଙ୍କାର, ରସାଦିକୁ ଦକ୍ଷତାର ସହିତ ଉପସ୍ଥାପନ କରିପାରିଛନ୍ତି ଆପଣାର ଝୁମର ମାନଙ୍କରେ । ରୌଦ୍ରରସକୁ ବାଦ୍ଦେଲେ ଅନ୍ୟ ସମସ୍ତ ରସର ପ୍ରୟୋଗ ଏହି ସମୟରେ ସୁଲଭ୍ୟ ହୋଇଛି । ବିଶେଷକରି ଶୃଙ୍ଗାର ରସର ପ୍ରାବଲ୍ୟ ସର୍ବପେକ୍ଷା ଅଧିକ ପରିଦୁଷ୍ଟ ହୋଇଥାଏ ଝୁମରମାନଙ୍କରେ । କେତୋଟି ଉଦାହରଣ ଏହି ପରିପ୍ରେକ୍ଷୀରେ : (କ) ‘‘ଆହାରେ ରମଣୀ ତୁମୋ ଶିରମଣି, ହୃଦୟକୁ ମଣି ଚାହାଁରେ ତୋବିନେ ମଦନ କରୁଛି ଛେଦନ, କହିବି ବେଦନ କାହାରେ ଚାହିଁ ଶୋଭାବନ ଯିବକି ଜୀବନ, ହେଉ ତୋ ଯୌବନ ସାହାରେ ।। ୧ ।। ମାନି ମିନିତିକି ଘେନି ଭକତିକି, ତୋଷ ମତିକି ଉରହାରେ କରିଣ ପୀରତି ରଖତୁ କୀରତି, ଦେଇଣ ସୁରତି ବିହାରେ ତୋହର ସୁତନୁ, ପରଶୋ ଏତନୁ, ତରିବ ଅତନୁ ପ୍ରହାରେ ।। ୨ ।। ସାରସ ବଦନା, କରକ ରଦନା, ଘେନେମୋ ବେଦନା ଗୁହାରେ ମୁଁ ଅଟେ ଚାକର, ଧରୁଛି ତୋ’କର, ରକ୍ଷାକର ପ୍ରାଣ ବାହାରେ ତୋର ଗୁଣଗୀତ କରିଣ ଇଙ୍ଗିତ, ଗାଇି ସଂଗୀତ ଦୋହାରେ ।’’ (ଖ) ନବଘନ ଶ୍ୟାମ, ଜିନି କୋଟିକାମ, ଶିରେ ଶିଖି ପୁଚ୍ଛ ଶୋଭାରା ଶ୍ରୀମୁଖଣ୍ଡଳର କରେ ଝଲମଲ କୋଟି ଦ୍ୱିଜରାଜ ପ୍ରଭାରେ । ମଦନମୋହନ ଶ୍ୟାମ ହେରି ଜଗଜ୍ଜନ ମନ ଲୋଭାରେ । ୧ । ଅଲକା ତିଲକ, କପାଲେ ମାନିକ, ଜିନି ଦାମିନୀର ପ୍ରଭାରେ ପ୍ରଖର ମକର କୁଣ୍ଡଇ କିସ କୁଲବଧୁକୂଇ ନାଶାରେ । ୧ । ପୂର୍ଣ୍ଣଶଶଧର ଶ୍ରୀମୁଖଣ୍ଡମଳ ଗଲେ ଦୋଲେ ବନ ମାଲାରେ ଶ୍ରୀମୁଖ ସରୋଜ, ରଦ କରକଜ, ମାରନାରାଚ ଭ୍ରୁଲତାରେ । ୩ । (ଲୁପ୍ତୋପମା) ଏହିଭଳି ନାନା ପାଣ୍ଡିତ୍ୟପୂର୍ଣ୍ଣ ଝୁମର ଏହି ଯୁଗରେ ଦେଖିବାକୁ ମିଳେ । ଏତଦ୍ଭିନ୍ନ ଏହି ସମୟରରେ ବହୁ ଦେବାଦେବୀଙ୍କ ବନ୍ଦନା, ରାଜବନ୍ଦନା, ଆଧ୍ୟାତ୍ମିକ ଚେତନାଧର୍ମୀ ଝୁମର ସଙ୍ଗୀତ ମଧ୍ୟ ଦେଖିବାକୁ ମିଳିଥାଏ । ରଙ୍ଗୀନ ଯୁଗ (୧୯୫୦ରୁ ଅଦ୍ୟାବଧି) : ଏହି କାଳରେ ଝୁମର ପୂର୍ବର ରୀତିଯୁଗୀୟ କାବ୍ୟିକ ଗୁଣକୁ ପରିହାର କରି ସାଧାରଣ ଜନପଦକୁ ଓହ୍ଲାଇ ଆସିଛି । ଶବ୍ଦକ୍ଳିଷ୍ଟତା, ଆଳଙ୍କ।ରିକ ଅଟୋପତାକୁ ପରିହାର କରି ଲୋକମୁଖୀ ଭାଷାକୁ ଆଦରି ନେଇଛି। ଫଳତଃ ରଚନାମାନଙ୍କରେ ସାମାଜିକ ଜୀବନର ଚିତ୍ରାବଳୀ ବ୍ୟକ୍ତିଜୀବନର ବହୁ ପ୍ରସଙ୍ଗ, ପ୍ରେମ-ପ୍ରଣୟ ଅଭାବ-ଅସୁବିଧା ସବୁକିଛି ସରଳ-ସୁବୋଧ ଭାବରେ ଲୋକକବିର ଲେଖନୀକୁ ଆବୋରି ବସିଛି । ୧୯୫୦ରୁ ଏ ଯାବତ୍ ଏହି ରଚନାର ଧାରା ପ୍ରଲମ୍ବିତ ହୋଇଆସିଛି । ତେଣୁ ଝୁମର କବି ଏହି ଧାରାରେ ବ୍ରତୀ ହୋଇ ଭିନ୍ନ ଭିନ୍ନ ପ୍ରସଙ୍ଗକୁ ଉପଜୀବ୍ୟ କରି ଗୀତ ବାନ୍ଧିବାରେ ଲାଗିଛି । ଯେପରି- ପ୍ରେମ: ଯେ ଦିନୁ ଦେଖିଲି ତାକେ କି ନାଇଁକି ହେଲା ମକେ, ବୁଝାଡ଼ ଦାଇ କହି କଥା ମିଠା, ମୋର ବୁକେ ଅଠା ସେ ଯେ ଲଗାଇଲା ହାୟ କାହାକୁ କହିବି ଓ ମୁଇଁ ଲାଜେ ମରିଯାଏଁ । ପାରିବାରିକ (ସ୍ୱାମୀ-ସ୍ତ୍ରୀ: କେତେ ଢଙ୍ଗେ କାଟୁଛି ଶୀଁତା ଘନେ ଘନେ ପାଦେ ଅଳତା ଗୋ ଦେଖି ଦେଖି ହେଲି ବିଷ ପିତା । ବନାରସୀ ଚୁଡ଼ି ହାତେ ପିନ୍ଧାଇଲି ବରମପୁରିଆ ପାଟ ପିନ୍ଧାଇଲି କଟକୀ ତାରକସି, ପାନ ପତରି ଦେଲି (ଆହୁରି) କୋଜୁଛି ବେଣୀ ବନ୍ଧା ଫିତାଗୋ । ଝୁମରର ଭାଷା: ଅଧୁନା ଭାରତର ବିଭିନ୍ନ ଭାଷାରେ ଅସଂଖ୍ୟ ଝୁମର ପରିଲକ୍ଷିତ ହୋଇଥାଏ । ଓଡ଼ିଆ, ବଙ୍ଗଳା, ସାନ୍ତାଳୀ, କୁର୍ମାଳୀ, ଆସାମୀ, ମୈଥିଳୀ ଆଦି ଭାଷାରେ ଏହା ପରିଦୃଷ୍ଟ । ମାତ୍ର ଆଲୋଚନାରୁ ଜଣାଯାଏ ଯେ ଝୁମର ସଙ୍ଗୀତର ମୂଳଭାଷା ହେଉଛି ମୈଥିଳୀ । କବି ବିଦ୍ୟାପତି ମୈଥିଳୀ ସାହିତ୍ୟର ପ୍ରଥିତଯଶା କବି । ତାଙ୍କ ପ୍ରଭାବିତ ମୈଥିଳୀ ଭାଷାର ରୂପାନ୍ତର ବିହାରର ହିନ୍ଦୀଭାଷା, ନାଗପୁରିଆ ଭାଷା, ଭୋଜପୁରୀ ଓ କୁର୍ମାଳୀ ଭାଷା ବୋଲି ଆଲୋଚକମାନେ ମତ ଦେଇଥାନ୍ତି । ସେମାନଙ୍କ ଭାଷାରେ – ‘‘ଝୁମର ସଙ୍ଗୀତର ଏହି ମୂଳଭାଷା ବିଭିନ୍ନ ପ୍ରଦେଶରେ ବିଭିନ୍ନ ଅକାରରେ ପ୍ରକାଶ ପାଇଛି ଏବଂ ଓଡ଼ିଶାରେ ଓଡ଼ିଆ ଭାଷାରେ ପ୍ରକାଶ ପାଇଛି । ମାତ୍ର ଏପର୍ଯ୍ୟନ୍ତ ଯେତେ ଝୁମର ରଚୟିତାଙ୍କ ସନ୍ଧାନ ମିଳିଛି, କେହି ହେଲ, ମୂଳଭାଷା ମୈଥିଳୀକୁ ଛାଡ଼ିନାହାନ୍ତି । ସମସ୍ତେ କିଛି ନ କିଛି ମୈଥିଳୀ ଭାଷାରେ ନିଶ୍ଚୟ ଝୁମର ରଚନା କରିଅଛନ୍ତି ।’’ (୭) ତେଣୁ ପ୍ରତ୍ୟେକ ଝୁମର ଯେ ମୈଥିଳୀ ଭାଷା ଦ୍ୱାରା ପ୍ରଭାବିତ, ତାହା ଅସ୍ୱୀକାର କରାଯାଇ ନ ପାରେ । ଓଡ଼ିଆ, ବଙ୍ଗଳାଭାଷାରେ ପ୍ରାପ୍ତ ଝୁମରମାନଙ୍କରୁ ଏହି ସତ୍ୟ ଉଦ୍ଘାଟିତ ହୋଇଥାଏ । ମାତ୍ର ସମୟାନ୍ତରେ ବହୁ ପ୍ରାନ୍ତୀୟ ଭାଷାରେ ଅସଂଖ୍ୟ ଝୁମର ରଚନା ହେବାର ଜଣାଯାଏ । ସାଙ୍ଗୀତିକ ଏବଂ ସାହିତ୍ୟିକ ଦୃଷ୍ଟିକୋଣରୁ ଏହା କୌଣସି ଗୁଣରେ ନ୍ୟୁନ ବୋଲି ମନେହୁଏ ନାହିଁ । ତେଣୁ ପରିବର୍ତ୍ତନର ସ୍ରୋତରେ ସାମିଲ ହୋଇ ବିଭିନ୍ନ ପ୍ରାଦେଶିକ ସ୍ତରରେ ଝୁମର ଆଜି ଭିନ୍ନରୂପ ପରିଗ୍ରହ କରିବା ସହିତ ନିଜର ସ୍ୱାତନ୍ତ୍ର୍ୟ ମହକରେ ସମଗ୍ର ଶ୍ରୋତା, ପାଠକ ଓ ଦର୍ଶକଙ୍କୁ ମତୁଆଲା କରିରଖିଛି, ଏହା କହିବା ବାହୁଲ୍ୟ ମାତ୍ର । ଝୁମରର ରାଗ-ରାଗିଣୀ : ଝୁମର ଏକ ସଂଗୀତ ବୋଲି ପୂର୍ବରୁ ପ୍ରକାଶିତ । ତେଣୁ ସଂଗୀତକୁ ଗାନ କରିବା ନିମନ୍ତେ କେତେକ ରାଗରାଗିଣୀର ଆବଶ୍ୟକତା ହୋଇଥାଏ । ଶାସ୍ତ୍ରୀୟ ସଙ୍ଗୀତଗୁଡ଼ିକୁ ଗାନ କରିବା ପାଇଁ ଯେଭଳି ବିଭିନ୍ନ ରାଗରାଗିଣୀର ଅବତାରଣା କରାଯାଇଛି । ତଦୁପରି ଝୁମର ସଙ୍ଗୀତକୁ ଗାନ କରିବା ନିମନ୍ତେ ଲୋକରାଗରାଗିଣୀ ଭିତ୍ତିରେ ବହୁ ରାଗରର ଭିଆଣ କରାଯାଇଛି । ଯେଉଁଗୁଡ଼ିକ ଆଲୋଚନା ସାପେକ୍ଷ । କେବଳ ଆଲୋଚନାର ସୁବିଧା ନିମନ୍ତେ ଏଠାରେ ସେଗୁଡ଼ିକର ନାମୋଲ୍ଲେଖ କରାଗଲା । ଯଥା- (୧) ଝିଙ୍ଗାଫୁଲିଆ (୨) ଉଦାସିଆ (୩) ରସରସିଆ (୪) ରସପକ୍ଷୀଆ (୫) ଝୁମକା (୬) ଝୁମଟା (୭) ଖେମଟା (୮) ଆଡ଼ଖେମଟା (୯) ରିଝାଁମାଠା (୧୦) ତାମାଳିଆ (୧୧) ଗାଢଓ୍ୱା (୧୨) ଡ଼ମକଚ (୧୩) ନାଗପୁରିଆ (୧୪) ପତରତୁଳା (୧୫) ପାଟିଆମେଧା (୧୬) ଦୋଛୁଟା (୧୭) ଠାଳରିଙ୍ଗା ଇତ୍ୟାଦି । ପୁନଶ୍ଚ ଶାସ୍ତ୍ରୀୟ ସଙ୍ଗୀତର ରାଗରେ ସ୍ଥାୟୀ, ଅନ୍ତରା, ଆଭୋଗ ଆଦିର କ୍ରମସଜ୍ଜୀକରଣ ଶୈଳୀ ଝୁମରରେ ଦେଖା ନ ଗଲେ ହେଁ ସେ ସମସ୍ତର ପ୍ରଭାବ ଝୁମରର ଗାୟନ ମଧ୍ୟରେ ପରିଲକ୍ଷିତ ହୋଇଥାଏ । ତେଣୁ ଏହାର ରାଗିଣୀଗୁଡ଼ିକ ଶାସ୍ତ୍ରୀୟସଙ୍ଗୀତର ତିଳୋକ କାମୋଦ, ଦେଶ, ଜୟଜୟନ୍ତୀର ଆଦି ରାଗକୁ ଭିତ୍ତିକର ସ୍ୱତନ୍ତ୍ର ସ୍ୱାଦରେ ପରିବେଷିତ ହୋଇଥାଏ । ଏତଦ୍ବ୍ୟତିତ ଲୋକଗୀତ ଆଧାରିତ ଭାଟିଆରୀ, କୀର୍ତ୍ତନ, ଛାନ୍ଦ ଆଦି ମଧ୍ୟ ଝୁମରର ଏକକ ବିଶିଷ୍ଟ ରାଗ-ରାଗିଣୀ । ଝୁମରର ବାଦ୍ୟଯନ୍ତ୍ର: ଝୁମର ସଙ୍ଗୀତ ଓ ନୃତ୍ୟ ପରିବେଷଣରେ ଦୁଇ ପ୍ରକାରର ବାଦ୍ୟଯନ୍ତ୍ର ବ୍ୟବହୃତ ହୋଇଥାଏ । ଯଥା ଉଚ୍ଚଶବ୍ଦ ସୃଷ୍ଟିକାରୀ ବାଦ୍ୟଯନ୍ତ୍ର ଏବଂ ମଧୁର ଶବ୍ଦ ସୃଷ୍ଟିକାରୀ ବାଦ୍ୟଯନ୍ତ୍ର । ଆଞ୍ଚଳିକ ଭାଷାରେ ଏହାକୁ ମୋଟାବାଜ୍ନା ଓ ସରୁବାଜ୍ନା କୁହାଯାଏ । ଧାମସା, ମାଦକ, ଢୋଲ, ଚଡ଼ଚଡ଼ି ମୋଟାବାଜ୍ନା ଓ ସାହାନାଇ, ବଂଶୀ, ବେହେଲା, କେନ୍ଦେରା ପ୍ରଭୃତି ସରୁବାଜ୍ନା ଭାବରେ ପରିଚିତ । ଅତୀତରେ କେବଳ ଲୌକିକ ବାଦ୍ୟଯନ୍ତ୍ର ବ୍ୟବହାର କରାଯାଉଥିଲା ବେଳେ, ଅଧୁନା ବହୁ ଶାସ୍ତ୍ରୀୟ ବାଦ୍ୟ ଏବଂ ପାଶ୍ଚାତ୍ୟ ବାଦ୍ୟଯନ୍ତ୍ର କର୍ଣ୍ଣେଟ୍ ଓ କ୍ଲାରିଓନେଟର ମଧ୍ୟ ବ୍ୟବହାର କରାଯାଉଛି । ଏହି ସମସ୍ତ ଆଲୋଚନାମାନଙ୍କରୁ ଝୁମର ସମ୍ପର୍କରେ ଏକ ମୋଟାମୋଟି ଧାରଣା କରାଯାଇପାରେ । ଓଡ଼ିଶାର ଲୋକସଂଗୀତ ତଥା ମୟୁରଭଞ୍ଜର ପାରମ୍ପରିକ ଲୋକଗୀତ-ନୃତ୍ୟ ଭାବରେ ଝୁମର ଯେଉଁ ମର୍ଯ୍ୟୋଦା ଲାଭ କରିଛି, ସେ ସଂପର୍କରେ ସାମାନ୍ୟ ଅବଧାରଣା କରିବା ନିମିତ୍ତ ଝୁମରର ବିଭିନ୍ନ ପ୍ରସଙ୍ଗଗୁଡ଼ିକ ଚୁମ୍ବକରେ ଆଲୋଚନା କରାଗଲା। ଏକ ଉତ୍କୃଷ୍ଟ ଲୋକକଳାର ସ୍ୱାତନ୍ତ୍ର୍ୟ ବହନ କରୁଥିବା ଝୁମର କୁଡ଼ୁମୀ, ଉତ୍ତର ଓଡ଼ିଶା ସର୍ବୋପରି ଭାରତର ସାଂସ୍କୃତିକ ଲୋକ ଐତିହ୍ୟର ଏକ ଅତ୍ୟାବଶ୍ୟକ ଅଙ୍ଗ । କେବଳ ଲୋକ ସଙ୍ଗୀତ ଭାବରେ ତାହାର ମର୍ଯ୍ୟାଦା ଅତୁଟ ରହିନି: ଅଧିକନ୍ତୁ ଏକ ଉନ୍ନତ ସାହିତ୍ୟିକ ଆବେଦନକୁ ମଧ୍ୟ ଏହା ନିଜ ଭିତରେ ସମାହିତ କରି ରଖିଛି । ଜଣେ ଅନିସନ୍ଧିତ୍ସୁ ପାଠକର ମନନେଇ ଯଦି ଏଥିରେ ମନନିଯୋଗ କରାଯାଏ, ତେବେ ବହୁ ଉପାଦେୟ ତଥ୍ୟ, ମୌଳିକ ବୈଶିଷ୍ଟ୍ୟଗୁଡ଼ିକ ଆବିଷ୍କୃତ ହୋଇପାରିବ । ଏହି ପରିପ୍ରେକ୍ଷୀରେ ‘ଝୁମର’ରେ ପରିଦୃଷ୍ଟ କେତେଗୁଡ଼ିଏ ସାହିତ୍ୟିକ, ସାମାଜିକ ଓ ପାରମ୍ପରିକ ବୈଶିଷ୍ଟ୍ୟଗୁଡ଼ିକ ନିମ୍ନମତେ ଆଲୋକପାତ କରାଯାଇପାରେ । ଝୁମର ଗୀତରେ ‘ରସ’ : ‘ରସ’ ଧାରା ସଙ୍ଗୀତ ଓ ସାହିତ୍ୟ ଜଗତରେ ଏକ ବହୁ ଆବଶ୍ୟକୀୟ ଉପାଦାନ । ତେରୁ ପ୍ରାଚୀନ କାବ୍ୟଶାସ୍ତ୍ରରେ ରସକୁ କାବ୍ୟର ଆତ୍ମାଭାବରେ ସ୍ୱୀକୃତି ମିଳିଛି । ତେଣୁ କବିମାନେ ନିଜ ରଚନାରେ ବିଭିନ୍ନ ରସ ଉପରେ ଗୁରୁତ୍ୱ ପ୍ରଦାନ କରିଥାନ୍ତି । ସଙ୍ଗୀତ କ୍ଷେତ୍ରରେ ଏହା ମଧ୍ୟ ସେହିଭଳି ପ୍ରାଧାନ୍ୟ ଲାଭ କରିଛି । ତେରୁ ରସବିହୀନ ରଚନା ଯଥାର୍ଥ ରଚନା ପଦବାଚ୍ୟ ହୋଇପାରେ ନାହିଁ । ରସର ଏହି ମହନୀୟ ପ୍ରଭାବରୁ ଝୁମର ମୁକ୍ତ ହୋଇପାରିନି । କାବ୍ୟଶାସ୍ତ୍ରୋଚିତ ରସକୁ ଅଙ୍ଗୀକାର କରି ଝୁମର କିଭଳି ଶ୍ରୀବିମଣ୍ଡିତ ହୋଇଛି, ତାହାକୁ ଶ୍ରବଣ ବା ପାଠ କଲେ ସହଜରେ ବୁଝାପଡ଼େ । ଝୁମର କବିର ଲେଖନୀରୁ ନିଃସୃତ କେତେକଗୁଡ଼ିଏ ରସଧର୍ମୀ ଝୁମରଗୀତ ଏଠାରେ ପ୍ରକାଶଯୋଗ୍ୟ । (କ) ଶୃଙ୍ଗାର ରସ : ରସ ଶାସ୍ତ୍ରରେ ‘ଶୃଙ୍ଗାର’ ଅଙ୍ଗୀରସ ବା ଆଦିରସ ଭାବରେ ପରିଚିତ । ନାୟକାନୟିକାଙ୍କ ପ୍ରେମ, ମିଳନ, ଅନୁରାଗ ମାଧ୍ୟମରେ ଏହା ଉଦ୍ଦୀପିତ ହୋଇଥାଏ । ଝୁମରରେ ଶୃଙ୍ଗାର ରସ ହେଉଛି ପ୍ରଧାନ ରସ । ସମ୍ଭୋଗ ଓ ବିପ୍ରଲମ୍ଭ ଶୃଙ୍ଗାରର ପ୍ରୟୋଗେ ଝୁମର ଗୀତର ବିଶେଷ ସ୍ୱାତନ୍ତ୍ର୍ୟ ପରିଲକ୍ଷିତ ହୋଇଥାଏ । ସାଧାରଣତଃ ରାଧାକୃଷ୍ଣଙ୍କ ମିଳନ-ବିଚ୍ଛେଦ ମଧ୍ୟରେ ଏହାର ସାର୍ଥକତା ଫୁଟି ଉଠିଛି । ତେଣୁ ଝୁମର କବି ଓ ଗବେଷକ ଗିରିଶ ଚନ୍ଦ୍ର ମହାନ୍ତ ଝୁମରରେ ଏହି ରସର ପ୍ରୟୋଗ ସମ୍ପର୍କରେ କହନ୍ତ – ‘‘ଝୁମରର ପ୍ରଧାନ ରସ ଶୃଙ୍ଗାର । ସ୍ଥାନେ ସ୍ଥାନେ କରୁଣ ଓ ଶାନ୍ତିରସର ପ୍ରୟୋଗ ମଧ୍ୟ ଦେଖାଯାଏ । ମାତ୍ର ଝୁମର କହିଲେ – ଶୃଙ୍ଗାର ରସର ଏକ ଆଧାର ବୋଲି ବୁଝାଯାଏ ।’’ କେତେଗୋଟି ଉଦାହରଣ ଏହି ପରିପ୍ରେକ୍ଷୀରେ- (୧) ସମ୍ଭୋଗ ଶୃଙ୍ଗାର : ସହଚରି !
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଇଣ୍ଟର ମିଲାନ ଫୁଟବଲ କ୍ଲବ (ଇଟାଲୀ ଭାଷାରେ ମୂଳନାମ Football Club Internazionale Milano, ଇଟାଲୀର ବ୍ୟବହାରିକ ଭାଷାରେ ଇଣ୍ଟରନାଜିଓନାଲେ ବା ଇଣ୍ଟର, ଇଟାଲୀ ବାହାରେ ଇଣ୍ଟର ମିଲାନ) ଇଟାଲୀର ଲୋମ୍ବାର୍ଡ଼ି ପ୍ରାନ୍ତର ମିଲାନ ସହରର ଏକ ବ୍ୟବସାୟିକ ଫୁଟବଲ କ୍ଲବ । ଇଟାଲୀର ସିରି ଏ ଫୁଟବଲ ଲିଗରେ ଏହି କ୍ଲବ ଦଳ ଖେଳିଥାଏ । ଇଟାଲୀ କ୍ଲବ ଫୁଟବଲରେ ଇଣ୍ଟର ମିଲାନ ଦଳ ଏଯାବତ ସବୁ ବର୍ଷ ଯୋଗ୍ୟତା ହାସଲ କରିଆସିଛି ଓ ଏପରି କରିପାରିଥିବା ଏହା ଏକମାତ୍ର ଇଟାଲୀୟ କ୍ଲବ ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ୱସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ୱପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ୱତୀ ନଦୀ ଦ୍ୱୟ ମଧ୍ୟରେ ହୋଇଥିଲା।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କଳିଙ୍ଗ ପୂର୍ବ ଭାରତର ଏକ ଐତିହାସିକ ଭୌଗଳିକ ଓ ରାଜନୈତିକ କ୍ଷେତ୍ର। ଏହା ଉତ୍ତରେ ଗଙ୍ଗାଠାରୁ ଦକ୍ଷିଣରେ ଗୋଦାବରୀ ପର୍ଯ୍ୟନ୍ତ ଏବଂ ପୂର୍ବରେ ମହୋଦଧିଠାରୁ ପଶ୍ଚିମରେ ଅମରକଣ୍ଟକ ପର୍ବତମାଳା ଓ ଦାକ୍ଷିଣାତ୍ୟ ମାଳଭୂମି ପର୍ଯ୍ୟନ୍ତ ବିସ୍ତୃତ। ଏଠାରେ ପରିଶ୍ରମୀ କଳିଙ୍ଗୀୟ (ସାହସିକ) କୋଶଳୀୟ (କୁଶଳୀ) ଓ ଉତ୍କଳୀୟ (ଉତ୍କୃଷ୍ଟ କଳାକାର) ଓଡ୍ର (ଅରୁଆ ଉତ୍ପନ୍ନ କରୁଥିବା) ଲୋକମାନେ ମହାନଦୀ-ବ୍ରାହ୍ମଣୀ-ବୈତରଣୀ ଅବବାହିକାରେ ବୈଦିକ ସଭ୍ୟତାଠାରୁ ଭିନ୍ନ ଏକ ସଭ୍ୟତା କଳିଙ୍ଗ ସଭ୍ୟତାର ନିର୍ମାଣ କରିଥିଲେ। ଏହା ବର୍ତ୍ତମାନ ପଶ୍ଚିମ ବଙ୍ଗର ନୈରୁତ ଅଞ୍ଚଳ, ମହାକାନ୍ତର (ଝାଡଖଣ୍ଡ), ଛେଦିଗଡ (ଛତିଶଗଡ), ଆନ୍ଧ୍ର କଳିଙ୍ଗ ଓ ଓଡ଼ିଶାରେ ପରିବ୍ୟାପ୍ତ। ଯବନର ଲେଖକମାନେ ଓଡ୍ରୀୟମାନଙ୍କୁ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରେ ଓରେଟସ୍ ବୋଲି ନାମଦେଇଥିଲେ। ଇତିହାସରେ ଏଥିରେ ଅନେକ ଛୋଟ ବଡ କିନ୍ତୁ ଶକ୍ତିଶାଳୀ ସ୍ୱାଧିନତା ପ୍ରିୟ ସାମ୍ରାଜ୍ୟମାନ ଗଢିଉଠିଥିଲା। ଶେଷରେ 1568ରେ ଏହି ଅଞ୍ଚଳ ସମ୍ପୁର୍ଣ୍ଣ ଭାବେ ନିଜର ସ୍ୱାଧିନତା ହରାଇଲା।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଭାରତୀୟ ଇତିହାସ (୧୯୪୭-ବର୍ତ୍ତମାନ)
୧୯୪୭ ମସିହା ଅଗଷ୍ଟ ମାସ ପଞ୍ଚଦଶ ଦିବସରେ ଭାରତ ସ୍ୱାଧୀନତା ପ୍ରାପ୍ତ କଲା ଏବଂ ଏଥି ସହ ଏକ ନୂତନ ଇତିହାସର ଆରମ୍ଭ ହେଲା । ବ୍ରିଟିଶ ଶାସନର ପରିସମାପ୍ତି ସହ ଧର୍ମାଧାରରେ ଭାରତର ଦ୍ୱିବିଭାଜନ ହେଲା, ଫଳରେ ଏକ ହିନ୍ଦୁ ବହୁଳ ଧର୍ମନିରପେକ୍ଷ ରାଷ୍ଟ୍ର ରୂପେ ଭାରତ ଏବଂ ଏକ ମୁସଲମାନ ବହୁଳ ଇସଲାମୀୟ ରାଷ୍ଟ୍ର ରୂପେ ପାକିସ୍ଥାନର ସ୍ଥାପନ ହେଲା । ମୁସଲିମ ଲିଗର ଦାବି ଅନୁସାରେ ତତ୍କାଳୀନ ଭାରତର ମୁସଲମାନ ବହୁଳ ଉତ୍ତର-ପଶ୍ଚିମାଞ୍ଚଳ ଓ ପୂର୍ବ ବଙ୍ଗକୁ ନେଇ ପାକିସ୍ଥାନ ସ୍ଥାପନ କରାଗଲା । ଏହି ବିଭାଜନ ଯୋଗୁଁ ପ୍ରାୟ ଦଶ ନିୟୁତ ଲୋକଙ୍କର ଗଣସ୍ଥାନାନ୍ତରଣ ଏବଂ ଏକ ନିୟୁତ ଲୋକଙ୍କର ମୃତ୍ଯୁ ହୋଇଥିଲା । ତତ୍କାଳୀନ ପ୍ରତିଷ୍ଠିତ ନେତା ପଣ୍ଡିତ ନେହେରୁ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ହେଲେ, କିନ୍ତୁ ସ୍ୱାଧୀନତା ସଂଗ୍ରାମର ମୁଖ୍ଯ ପୁରୋଧା ମହାତ୍ମା ଗାନ୍ଧୀ କୌଣସି ସରକାରୀ ପଦବୀ ସ୍ୱୀକାର କଲେ ନାହିଁ । ୧୯୫୦ ମସିହାରେ ପ୍ରଣୟିତ ସମ୍ବିଧାନ, ଭାରତକୁ ଏକ ଗଣତାନ୍ତ୍ରିକ ସାଧାରଣତନ୍ତ୍ରରେ ପରିଣତ କଲା, ଯାହା ଏବେ ମଧ୍ଯ ବଳବତ୍ତର ରହିଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଡାଏବେଟିକ କିଟୋଏସିଡୋସିସ ବା ମଧୁମେହ କିଟୋଏସିଡୋସିସ (ଇଂରାଜୀ ଭାଷାରେ Diabetic ketoacidosis ବା DKA) ମଧୁମେହ ରୋଗର ଏକ ଜଟିଳ ଅବସ୍ଥା ଯାହା ପ୍ରାଣ ଘାତକ ହୋଇପାରେ । ଏହାର ଲକ୍ଷଣ: ବାନ୍ତି (vomiting), ପେଟ ଯନ୍ତ୍ରଣା, ଗଭୀର ଗ୍ୟାସ୍ପିଙ୍ଗ ଶ୍ୱାସକ୍ରିୟା (deep gasping breathing), ଅଧିକ ପରିସ୍ରା (increased urination), ଦୁର୍ବଳତା, ମାନସିକ ସ୍ୱନ୍ଦ (confusion) ଓ କୋମା । ରୋଗୀର ନିଶ୍ୱାସରେ ଏକ ନିର୍ଦ୍ଦଷ୍ଟ ଗନ୍ଧ ଆସେ । ଏହାର ଲକ୍ଷଣ ଦୃତ ଗତିରେ ଆସେ । କେତେକ କେଶ୍ରେ ପୂର୍ବରୁ ମଧୁମେହ ରୋଗ ଥିବା କଥା ରୋଗୀ ଜାଣିପାରିନଥାଏ ।ଡିକେଏ ଅବସ୍ଥା ସାଧାରଣତଃ ମଧୁମେହ ଟାଇପ ୧ରେ ହୁଏ କିନ୍ତୁ କେତେକ ପରିସ୍ଥିତିରେ ଅନ୍ୟ ମଧୁମେହ ରୋଗରେ ମଧ୍ୟ ହୋଇପାରେ । ସଂକ୍ରମଣ (infection), ଇନସୁଲିନ insulin ସଠିକ ଭାବରେ ନେଇ ନ ଥିଲେ, ସ୍ଟ୍ରୋକ ଓ କର୍ଟିକୋସ୍ଟିରଏଡ (steroids) ଭଳି କେତେକ ଔଷଧ ଏହି ଅବସ୍ଥାକୁ ଟ୍ରିଗର କରିପାରେ । ଇନସୁଲିନ ଅଭାବ ହେଲେ ଶରୀର ଫ୍ୟାଟି ଏସିଡ (fatty acid) ପୋଡ଼ି ଏସିଡିକ କିଟୋନ ବଡି (ketone bodies) ତିଆରି କରିବା ଫଳରେ ଡିକେଏ ହୁଏ । ରକ୍ତରେ ଶର୍କରା ପରିମାଣ ଅଧିକ ଥିଲେ, କମ ରକ୍ତ ପିଏଚ (low blood pH) ଥିଲେ ଓ ରକ୍ତ ବା ପରିସ୍ରାରେ କିଟୋଏସିଡ (ketoacids) ଥିଲେ ଡିକେଏ ନିର୍ଣ୍ଣୟ କରାଯାଏ ।ଇନସୁଲିନ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluid) ଦେଇ ଡିକେଏ ଚିକିତ୍ସା କରାଯାଏ । ସବକ୍ୟୁଟାନିଅସ (injection under the skin) ବା ଶିରାଭ୍ୟନ୍ତର ଇନସୁଲିନ ଦେବା ରୋଗର ଭୟାବହତା ଉପରେ ନିର୍ଭର କରେ; ସାଂଘାତିକ ହୋଇଥିଲେ ଶିରାଭ୍ୟନ୍ତର ଇଞ୍ଜେକସନ ଦିଆଯାଏ । ହାଇପୋକାଲେମିଆ ପ୍ରତିରୋଧ ନିମନ୍ତେ ସାଧାରଣତଃ ପଟାସିଅମ (potassium) ଦିଆଯାଏ । ଚିକିତ୍ସା ଚାଲୁରହିବା ସମୟରେ ରକ୍ତ ଶର୍କରା ଓ ପଟାସିଅମ ସ୍ତର ନିୟମିତ ଭାବରେ ପରୀକ୍ଷା କରି ନିୟନ୍ତ୍ରଣ କରାଯାଏ । ସଂକ୍ରମଣ ଥିଲେ ଆଣ୍ଟିବାୟୋଟିକ (Antibiotics) ଦିଆଯାଏ । ରକ୍ତ ପିଏଚ ଅତି କମ ଥିଲେ ସୋଡ଼ିଅମ ବାଇକାର୍ବୋନେଟ (sodium bicarbonate) ଦିଆଯାଏ କିନ୍ତୁ ଏହାର ଉପକାରୀତା ବିଷୟ ସ୍ପଷ୍ଟ ଭାବରେ ଜଣାନଥିବାରୁ ଏହା ଦେବାକୁ ସୁପାରିସ କରାଯାଏ ନାହିଁ । ସ୍ଥାନ ଅନୁସାରେ ଏହି ରୋଗର ହାର ପୃଥିବୀରେ ବଦଳେ । ମଧୁମେହ ଟାଇପ ୧ ରୋଗୀ ମଧ୍ୟରୁ ଇଂଲଣ୍ଡରେ ବର୍ଷକୁ ୪% ରୋଗୀଙ୍କର ଓ ମାଲୟେସିଆରେ ବର୍ଷକୁ ୨୫% ରୋଗୀଙ୍କର ଡିକେଏ ହୁଏ । ଡିକେଏ ବିଷୟ ସନ ୧୮୮୬ରେ ପ୍ରଥମେ ବର୍ଣ୍ଣନା କରାଯାଇଥିଲା ଓ ସନ ୧୯୨୦ରେ ଇନସୁଲିନ ପ୍ରସ୍ତୁତ ହେବା ପର୍ଯ୍ୟନ୍ତ ଏହା ପ୍ରାଣ ଘାତକ ଥିଲା । ସମୟାନୁଯାୟୀ ସଠିକ ଓ ଯଥେଷ୍ଟ ଚିକିତ୍ସା ମିଳିଲେ ଅଧିନା ମୃତ୍ୟୁ ହାର ସଙ୍କଟ ମାତ୍ର ୧ରୁ ୪% ରହୁଛି । ଡିକେଏ ଥିବା ପିଲାଙ୍କ ମଧ୍ୟରୁ ୧% ପିଲାଙ୍କର ସେରେବ୍ରାଲ ଇଡିମା (cerebral edema) ହୁଏ ।
ପୁପୁଲ ଭୂୟାଁ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଏବଂ ଦୂରଦର୍ଶନ ଉପସ୍ଥାପିକା । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର କାଉଁରୀ କନ୍ୟା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ପୁପୁଲ ଓଡ଼ିଆ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଥିଲେ । ୨୦୧୮ ମସିହାରେ ଅପେରା ମିସେସ୍ ଇଣ୍ଡିଆ ଗ୍ଲୋବାଲ ପ୍ରତିଯୋଗୀତାରେ ପୁପୁଲ ୭୦୦ ପ୍ରତିଯୋଗୀଙ୍କ ମଧ୍ୟରେ ବିଜେତା ହୋଇଥିଲେ । ଏହି ପ୍ରତିଯୋଗୀତାର ସେମିଫାଇନାଲରେ ବେଷ୍ଟ ରାମ୍ପ ୱାକ୍ ପୁରସ୍କାର ଜିତିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଚକୁଳିଆ ପଣ୍ଡା ଓଡ଼ିଶାରେ ବାସ କରୁଥିବା ଏକ ଜାତିର ଲୋକ । ଏମାନେ ତଳ କୁଳର ବ୍ରାହ୍ମଣ ଓ ଦୁଆର ଦୁଆର ବୁଲି ଗୀତ ଗାଇ ଭିକ ମାଗି ଚଳିଥାନ୍ତି । ଏମାନେ କାଶ୍ୟପ ଗୋତ୍ରୀ ଅଟନ୍ତି । ଅବିଭକ୍ତ ପୁରୀ ଜିଲ୍ଲାର ଖୋର୍ଧା ସବଡ଼ିଭିଜନ 'ଦାଣ୍ଡିମାଳ ପ୍ରଗଣା'ରେ ଏମାନଙ୍କ ମଧ୍ୟରୁ ଅନେକ ବାସ କରନ୍ତି । ଏମାନେ କାହା ଦ୍ୱାରକୁ ଭିକ୍ଷା କରିବାକୁ ନ ଯାଇ ଗ୍ରାମ ଦାଣ୍ଡରେ ବୁଲି ବୁଲି ଉଚ୍ଚ ସ୍ୱରରେ "ଦେବ, ଦ୍ୟାଇବ, ଦେ ପଦ ବୋଲିବ, ପଡ଼ିଆ ଭୂମିରେ ଗୋଧନ ଚରାଇବେ; ଦେଇଥିଲେ ପାଇ ବୁଣିଥିଲେ ଦାଇ" ଇତ୍ୟାଦି ବାକ୍ୟ ଆବୃତ୍ତି କରନ୍ତି ଓ ଯେ ଯାହା ଦିଏ ତାହା ଗ୍ରହଣ କରନ୍ତି ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ। କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ମହାନ ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ଭବ୍ୟ ଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ପାବନ ଧୁଆଁ ବିଷୟରେ ବର୍ଣ୍ଣନା କରିଛନ୍ତି ।
ରାମାୟଣ, ଭିନ୍ନ ଭାଷା ଓ ପ୍ରକାରଭେଦ ରେ
ହିନ୍ଦୁ ଧାର୍ମିକ ମହାକାବ୍ୟ ରାମାୟଣର ବିଭିନ୍ନ ଭାଷାରେ ଅନ୍ୟୁନ ତିନି ଶହ ବିଭିନ୍ନ ରଚନା ରହିଥିବାର ଜଣାଯାଏ । ସେହି ମଧ୍ୟରୁ ସର୍ବପୁରାତନ ରାମାୟଣ ସନ୍ଥ ବାଲ୍ମୀକିଙ୍କ ରଚିତ ରାମାୟଣ ଓ ଅନେକ ରାମାୟଣ ସେହି ରାମାୟଣକୁ ଆଧାର କରି ଲେଖାଯାଇଛି । ମୂଳ କଥା ବସ୍ତୁ ସବୁ ରାମାୟଣରେ ସମାନ ରହିଥିଲେ ମଧ୍ୟ ବିଭିନ୍ନ ବିଷୟ ବସ୍ତୁରେ ବିବିଧତା ରହିଥାଏ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνηcode: grc is deprecated , techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογίαcode: grc is deprecated , -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଜେମ୍ସ ୱାଟ ୱାଟ ହେଉଛନ୍ତି ଜଣେ ସ୍କଟଲ୍ୟାଣ୍ଡୀୟ ଉଦ୍ଭାବକ ଓ ଯନ୍ତ୍ର ବିଜ୍ଞାନୀ । ବାଷ୍ପଚାଳିତ ଯନ୍ତ୍ରରେ ସେ କରିଥିବା ଉନ୍ନତି ଶିଳ୍ପ ବିପ୍ଳବ ସମୟରେ ଏକ ନୂତନ ଦିଗ ଉନ୍ମୋଚନ କରିଥିଲା ।ଗ୍ଲାସ୍ଗୋ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ସେ ବାଷ୍ପଚାଳିତ ଯନ୍ତ୍ର ପ୍ରତି ଆଗ୍ରହୀ ହେଲେ । ସେ ଅନୁଭବ କଲେ ଯେ ତତ୍କାଳୀନ ଯନ୍ତ୍ର ଅନେକ ଶକ୍ତି ଅପଚୟ କରୁଛନ୍ତି । ସେ ଯନ୍ତ୍ରରେ ଏମିତି ପରିବର୍ତ୍ତନ କଲେ ଯାହା କାର୍ଯ୍ୟଦକ୍ଷତା ବଢାଇବା ସହ ଶକ୍ତି ମଧ୍ୟ ସଞ୍ଚୟ କଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।