ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣୀ ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ। ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଚାରଣ ରାମଦାସ (ମୃତ୍ୟୁ: ୨୪ ମଇ ୨୦୨୧) ଜଣେ ଓଡ଼ିଆ ପ୍ରବାଚକ ଥିଲେ । ସେ ହିନ୍ଦୁ ଧର୍ମୀୟ ବିଶେଷ କରି ଜଗନ୍ନାଥ ସଂସ୍କୃତି ବିଷୟବସ୍ତୁକୁ ପ୍ରବଚନ ମାଧ୍ୟମରେ ପରିବେଷଣ କରୁଥିଲେ । ତାଙ୍କ ପ୍ରସ୍ତୁତ ଗୀତା ମହିମା, ରାମାୟଣ, ଶିବ ମହିମା, ମା' ତାରିଣୀ କଥାମୃତ, ଶ୍ରୀମଦ୍ଭଗବତ ଗୀତା, ଏ ତ କଳିକାଳ, ତ୍ରିନାଥ ମେଳା ବିଷୟଗୁଡ଼ିକର ସିଡି ଡିଭିଡି ଆକାରରେ ଉପଲବ୍ଧ ହେଉଛି । ସେ ଟିଭିରେ ପ୍ରସାରିତ ରଥଯାତ୍ରାର ସିଧାପ୍ରସାରଣ ଧାରାବିବରଣୀ ପ୍ରଦାନ କରୁଥିଲେ । ବିଭିନ୍ନ ସମୟରେ ଟିଭି କାର୍ଯ୍ୟକ୍ରମମାନଙ୍କରେ ମଧ୍ୟ ସେ ପ୍ରବଚନ ପରିବେଷଣ କରୁଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କର୍ନିଆଲ ଆବ୍ରାଜନ ବା ସ୍ୱଚ୍ଛପଟଳ ଆଞ୍ଚୁଡ଼ା (ଇଂରାଜୀ ଭାଷାରେ Corneal abrasion) ଏକ ପ୍ରକାର ଆଘାତ ଯାହା ଆଖିର କର୍ନିଆ (cornea) ବା ସ୍ୱଚ୍ଛପଟଳର ବାହ୍ୟ ସ୍ତରରେ ଥାଏ । ଏହି ଆଘାତ ହେଲେ ଆଖିରେ ଯନ୍ତ୍ରଣା ଓ ଲାଲ ରଙ୍ଗ ହୁଏ, ଆଲୋକ ସମ୍ବେଦନଶୀଳ ହୋଇଯାଏ ଓ ଆଖିରେ ବାହ୍ୟବସ୍ତୁରେ ଥିବା ଭଳି ଲକ୍ଷଣ ଦେଖାଯାଏ । ଅଧିକାଂଶ ଲୋକଙ୍କର ୩ ଦିନ ମଧ୍ୟରେ ଏହା ଉପଶମ ହୋଇଯାଏ । ଅଧିକାଂଶ କେଶ୍ ନଖଦ୍ୱାରା ବା କଣ୍ଟାକ୍ଟ ଲେନ୍ଶ (contact lens) ବ୍ୟବହାର ଯୋଗୁ ହୁଏ । କାମ କରିବା ସମୟରେ ୨୫% କେଶ୍ ହୁଏ । ଫ୍ଲୋରେସିନ ରଙ୍ଗ ଦେବାପରେ ସ୍ଲିଟ ଲ୍ୟାମ୍ପ ମାଧ୍ୟମରେ ଚକ୍ଷୁ ଦେଖି ଏହା ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ଉଲ୍ଲେଖନୀୟ ଅବସ୍ଥା ଯେପରିକି କର୍ନିଆଲ ଅଲସର, ଗ୍ଲୋବ ରପଚର (globe rupture), ରିକରେଣ୍ଟ ଇରୋଜନ ସିଣ୍ଡ୍ରୋମ (recurrent erosion syndrome) ଓ ବାହ୍ୟ ବସ୍ତୁ (foreign body) ଇତ୍ୟାଦି ଥିବା ସନ୍ଦେହ ପରୀକ୍ଷା କରି ଦୂର କରିବା ଆବଶ୍ୟକ ହୁଏ ।ଏହି ଅବସ୍ଥା ନ ହେବା ନିମନ୍ତେ ଚକ୍ଷୁ ସୁରକ୍ଷା (eye protection) ପ୍ରତି ଦୃଷ୍ଟି ଦେବା ପ୍ରଥମ କର୍ତ୍ତବ୍ୟ । ଆଣ୍ଟିବାୟୋଟିକ (antibiotic) ମଲମ ଲଗେଇ ଏହାର ଚିକିତ୍ସା କରାଯାଏ । କଣ୍ଟାକ୍ଟ ଲେନ୍ଶ ବ୍ୟବହାର ହେଉଥିବା ଆଖିରେ ଫ୍ଲୋରୋକୁଇନୋଲିନ (fluoroquinolone) ଆଣ୍ଟିବାୟୋଟିକ ଲଗେଇବାକୁ ସୁପାରିସ କରାଯାଏ । ଯନ୍ତ୍ରଣା ଉପଶମ ନିମନ୍ତେ ପାରାସେଟାମୋଲ ଓ ଏନଏସଏଆଇଡି ଇତ୍ୟାଦି ଦିଆଯାଏ; ସାଇକ୍ଲୋପେଣ୍ଟୋଲେଟ (cyclopentolate) ଦେଇ ଆଖି ପିତୁଳା ପାରାଲିସିସ କରିଦିଆଯାଏ । ସାମାନ୍ୟ ଆଞ୍ଚୁଡ଼ା ନିମନ୍ତେ ଆଖି ପ୍ୟାଚ (eye patching) ଦେଲେ ତାହାର ଉପକାରୀତାର କୌଣସି ପ୍ରମାଣ ମିଳୁନାହିଁ ।ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରତି ୧,୦୦୦ହଜାର ଲୋକରେ ୩ଜଣଙ୍କୁ ଏହି ଆଘାତ ଜନିତ ଅବସ୍ଥା ଭୋଗିବାକୁ ହୁଏ । ମହିଳାଙ୍କ ଅପେକ୍ଷା ପୁରୁଷମାନେ ବେଶୀ ଆଘାତଗ୍ରସ୍ତ ହୁଅନ୍ତି । ୨୦ରୁ ୪୦ ବର୍ଷ ବୟସ ମଧରେ ଏହି ଅଧିକ ଦେଖାଯାଏ । ଅବସ୍ଥା ଜଟିଳ ହେଲେ ବ୍ୟାକ୍ଟେରିଆଲ କେରାଟାଇଟିସ (bacterial keratitis), କର୍ନିଆଲ ଅଲସର (corneal ulcer) ଓ ଆଇରାଇଟିସ (iritis) ବେମାରୀ ହୁଏ । କେବଳ ୮% ଆଘାତ ଜଟିଳ ହୁଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ସକ୍ରେଟିସ (୪୭୦/୪୬୯-୩୯୯ ଖ୍ରୀଷ୍ଟପୂର୍ବ) ଶାସ୍ତ୍ରୀୟ ଗ୍ରୀକ୍ ଦାର୍ଶନିକ ମାନଙ୍କ ମଧ୍ୟରୁ ଜଣେ ଥିଲେ, ଯିଏକି ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ପ୍ରତିଷ୍ଠାତା ଅଟନ୍ତି।ତାଙ୍କ ଛାତ୍ର ପ୍ଲାଟୋ ଓ ଜେନୋଫେନ୍ ଏବଂ ତାଙ୍କ ସମକାଳୀକ ଆରିଷ୍ଟୋଫେନଙ୍କ ଲେଖାଦ୍ୱାରା ସେ ଜଣେ ରହସ୍ୟମୟ ବ୍ୟକ୍ତିତ୍ୱ ରୂପେ ଜଣାଶୁଣା ଅଟନ୍ତି । ଜ୍ଞାନତତ୍ୱ କ୍ଷେତ୍ରରେ ସକ୍ରେଟିସ ବି ଗୁରୁତ୍ୱପୂର୍ଣ୍ଣ ଓ ଦୀର୍ଘସ୍ଥାୟୀ ସହଯୋଗ ଗଠନ କରିଥିଲେ ଓ ତାଙ୍କ ବିଚାରଧାରା ଗୁଡ଼ିକ ଅନୁକରଣ କରାଯାଇଥିବା ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ଶକ୍ତ ମୂଳଦୁଆ ରୂପେ ପ୍ରମାଣିତ ହୋଇଛି ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଥିଲେ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଲକ୍ଷ୍ମଣ କୁମାର ମହାପାତ୍ର (୨୯ ଅକ୍ଟୋବର ୧୯୨୯ - ୧ ଜୁନ ୨୦୨୦) ଓଡ଼ିଶାରେ ଜନ୍ମିତ ଜଣେ ଭାରତୀୟ ନୃତତ୍ତ୍ୱବିଜ୍ଞାନୀ ଥିଲେ । ସେ କଲିକତା ବିଶ୍ୱବିଦ୍ୟାଳୟରୁ ନୃତତ୍ୱବିଜ୍ଞାନରେ ସ୍ନାତକ ଓ ହାମବର୍ଗ ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ ଲାଭ କରିଥିଲେ । ୧୯୮୬ ମସିହାରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ଓ ୧୯୮୯ ମସିହାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳାଧିପତି ଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟରେ ନୃତତ୍ତ୍ୱବିଜ୍ଞାନ ବିଭାଗର ମୁଖ୍ୟ ଥିବା ବେଳେ ବିଶ୍ୱବିଦ୍ୟାଳୟରେ ନିୟମିତ ପାଠ୍ୟକ୍ରମରେ ଦକ୍ଷିଣ ପୂର୍ବ ଏସିଆର ଶିକ୍ଷାଦାନ ଆରମ୍ଭ କରିବା ସେ ଭାରତରେ ପ୍ରଥମ ଶିକ୍ଷାବିଦ୍ ଥିଲେ । ସେ ଓଡ଼ିଶାର ପ୍ରଥମ ବ୍ୟକ୍ତି ଭାବେ ସାମାଜିକ ବିଜ୍ଞାନ ପାଇଁ ୟୁଜିସିର ସର୍ବୋଚ୍ଚ ପୁରସ୍କାର ପାଇଥିଲେ । ଭାରତ ଓ ଆମେରିକାର ବିସ୍ଥାପିତ ଜନସଂଖ୍ୟାର ପୁନର୍ବାସ ନିମନ୍ତେ ସେ ୧୯୮୫ରୁ ୧୯୮୮ ପର୍ଯ୍ୟନ୍ତ ଓ ପୁନଶ୍ଚ ୧୯୯୫-୯୬ ପର୍ଯ୍ୟନ୍ତ ବିଶ୍ୱବ୍ୟାଙ୍କର ପରାମର୍ଶଦାତା ଭାବେ କାର୍ଯ୍ୟ କରିଥିଲେ । ଏଥି ସହିତ ସେ ୧୯୯୦ ମସିହାରେ ଭାରତୀୟ ସାମାଜିକ ବିଜ୍ଞାନ ଗବେଷଣା ପରିଷଦ (ଆଇସିଏସଏସଆର) ଏବଂ ଓଡ଼ିଶା ସରକାରଙ୍କ ସହଯୋଗୀତାରେ ଅବସ୍ଥାପିତ ଗବେଷଣା କେନ୍ଦ୍ର ନବକୃଷ୍ନ ଚୌଧୁରୀ ବିକାଶ କେନ୍ଦ୍ରର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ । ନୃତତ୍ତ୍ୱବିଜ୍ଞାନ ନିମନ୍ତେ ତାଙ୍କର ଆଜୀବନ ଅବଦନା ନିମନ୍ତେ ତାଙ୍କୁ ଭାରତୀୟ ନୃତତ୍ତ୍ୱବିଜ୍ଞାନ ସମାଜ (ଇଣ୍ଡିଆନ ଆନ୍ଥ୍ରୋପୋଲୋଜିକାଲ ସୋସାଇଟି) ୨୦୦୪ ମସିହାରେ ସ୍ୱର୍ଣ୍ଣ ପଦକ ପ୍ରଦାନ କରିଥିଲା ।୨୦୨୦ ମସିହା ଜୁନ ୧ ତାରିଖ ସକାଳ ୮ଟା ସମୟରେ ୯୦ ବର୍ଷ ବୟସରେ ଭୁବନେଶ୍ୱରଠାରେ ତାଙ୍କର ଦେହାନ୍ତ ହୋଇଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମହମ୍ମଦ ମୋକିମ୍ (ଜନ୍ମ: ୩ ଜୁଲାଇ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ମୋକିମ୍ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରବାଟି-କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ୟାସ ମହାବାତ୍ୟା (ଆରବୀ ଉଚ୍ଚାରଣ: [jaʔas]) ବଙ୍ଗୋପସାଗରରେ ବର୍ତ୍ତମାନ ବଢ଼ୁଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୂର୍ଣ୍ଣିବାତ୍ୟା । ତୃତୀୟ ଅବସାନ, ଦ୍ୱିତୀୟ ଗଭୀର ଅବସାନ, ଦ୍ୱିତୀୟ ସାମୁଦ୍ରିକ ଝଡ଼, ଏବଂ ୨୦୨୧ ଉତ୍ତର ଭାରତ ମହାସାଗର ଘୂର୍ଣ୍ଣିବାତ୍ୟା ଋତୁର ଦ୍ୱିତୀୟ ଭୟଙ୍କର ସାମୁଦ୍ରିକ ଝଡ଼ ୟାସ ଏକ କ୍ରାନ୍ତୀୟ ବିଶୃଙ୍ଖଳାରୁ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପ୍ରଥମେ ମଇ ୨୩ ତାରିଖରେ ଅନୁଧ୍ୟାନ କରିଥିଲା । ପରଦିନ ଏକ ଘୂର୍ଣ୍ଣିବଳୟରେ ପରିଣତ ହେବା ପୂର୍ବରୁ ସେହି ଦିନ ପରେ ଅବସ୍ଥା ଏକ ଗଭୀର ଅବସାନରେ ପରିଣତ ହୋଇଥିଲା । ଅବବାହିକାର ଅବସ୍ଥା ପରିବର୍ତ୍ତନ ପରେ ୟାସ ନାମ ଦିଆଯାଇଥିଲା । ମଧ୍ୟମ ପବନ କାଟିବା ସତ୍ତ୍ୱେ ମଇ ୨୪ ତାରିଖରେ ଏକ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଉତ୍ତର-ପୂର୍ବ ଆଡକୁ ମୁହାଁଇବା ପରେ ଏହି ଅବସ୍ଥା ଆହୁରି ତୀବ୍ର ହୋଇଥିଲା ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଢଗ ଢମାଳି (ଅଞ୍ଚଳ ବିଶେଷରେ ଢେଗ ଓ ସମ୍ବଲପୁରୀରେ ଢେଙ୍ଗ, ଢେଙ୍ଗା ଓ ଢଗ ବୋଲି ମଧ୍ୟ ଜଣା) ଓଡ଼ିଆରେ ବ୍ୟବହୃତ ଉପଦେଶ ଓ ଅନୁଭବପୂର୍ଣ୍ଣ ବଚନ ଥିବା ପଦ୍ୟରେ ଲିଖିତ "ଢଗ" ଓ ବ୍ଯଙ୍ଗୋକ୍ତିକୁ ନେଇ ରଚିତ "ଢମାଳି"କୁ ନେଇ ତିଆରି । ଢଗରେ ପଦମାନଙ୍କ ଶେଷ ଅକ୍ଷର ମେଳ ହେଉଥିବା ବେଳେ ଓ ଢମାଳିରେ ଅକ୍ଷର ମେଳ ହୁଏନାହିଁ । ଉଭୟ ଢଗ ଓ ଢମାଳି ମୁଖ ନିଃସୃତ ଲୋକକଥା ଏବଂ ରୂଢି, ଗଦ୍ୟ/ପଦ, କାବ୍ୟାଂଶ, ଲୋକଗୀତ ଆଦିର ଅଂଶବିଶେଷ । ଏଥିରେ ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଉପଦେଶ ଆଦି ରହିଥାଏ । ଢଗ ଢମାଳିକୁ ଲିପିବଦ୍ଧ କରିବାରେ ଗୋପାଳ ପ୍ରହରାଜ ପ୍ରଥମ ବୋଲି ରାଧାରମଣ ପଣ୍ଡା ପ୍ରହରାଜ ପରିକ୍ରମାରେ ଉଲ୍ଲେଖ କରିଥିଲେ ।
କରୋନାଭୂତାଣୁ (ଇଂରାଜୀ ଭାଷା: Coronaviruses) ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଦଳ ଯଥା: ଗାଈ ଓ ଘୁଷୁରୀଙ୍କୁ ହେଉଥିବା ତରଳ ଝାଡ଼ା ଓ କୁକୁଡ଼ାଙ୍କର ଉର୍ଦ୍ଧ୍ୱ ଶ୍ୱାସକ୍ରିୟା ରୋଗ । ମାନବ ଦେହରେ ଏହି ଭୂତାଣୁ ପ୍ରାୟତଃ ସାମାନ୍ୟ ଧରଣର ଶ୍ୱାସକ୍ରିୟା ସଂକ୍ରମଣ (respiratory infection) କରାଏ କିନ୍ତୁ ତାହା କ୍ୱଚିତ ଘାତକ ସିଦ୍ଧ ହୋଇଥାଏ । ଗଳା, ନାକ ଓ ସାଇନସରେ ଏହି ସଂକ୍ରମଣ ହୁଏ । ଏହି ଭୂତାଣୁର ଚିକିତ୍ସା ବା ପ୍ରତିଷେଧକ ନିମନ୍ତେ କୌଣସି ଟୀକା ପ୍ରସ୍ତୁତ ହୋଇନାହିଁ ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରା ମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହଷ୍ପତି, ଶନି, ୟୁରେନସ୍, ନେପଚୁନ୍ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀ ମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡ ମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ ବୈଶାଖ (ବଇଶାଖ ନାମରେ ମଧ୍ୟ ଜଣା) ମାସ କୁହାଯାଏ । ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ । ବୈଶାଖ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ । ଏ ମାସ ପଣା ସଙ୍କ୍ରାନ୍ତିଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ । ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ । ହିନ୍ଦୁମାନଙ୍କର ଏହା ଏକ ଧର୍ମ ମାସ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
ଏକ ସ୍ଥିତି, ଏହା ହାରାହାରି ବାୟୁମଣ୍ଡଳିୟ ଚାପ ଠାରୁ କମ୍ ଚାପକୁ ବୁଝାଏ । ଲଘୁଚାପ ସୃଷ୍ଟ ଅଂଚଳରେ ନିକଟବର୍ତ୍ତୀ ଅଂଚଳ ଅପେକ୍ଷା ବାୟୁମଣ୍ଡଳିୟ ଚାପ କମ୍ ଥାଏ । ଲଘୁଚାପ ପ୍ରକ୍ରିୟା ବାୟୁମଣ୍ଡଳର ଟ୍ରପୋସ୍ପିଅର୍ର ଉପର ସ୍ତରରେ ଘଟିଥାଏ । ଅତ୍ୟଧିକ ସୂର୍ଯ୍ୟତାପଦ୍ୱାରା ବାୟୁ ଗରମ ହୁଏ ଓ ହାଲକା ହୋଇ ଉପରକୁ ଉଠିଯାଏ । ଫଳରେ ସେହି ସ୍ଥାନ ପୁରଣ କରିବା ପାଇଁ ନିକଟବର୍ତ୍ତୀ ସ୍ଥାନମାନଙ୍କରୁ ପବନ ବହେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ପୁପୁଲ ଭୂୟାଁ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଏବଂ ଦୂରଦର୍ଶନ ଉପସ୍ଥାପିକା । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର କାଉଁରୀ କନ୍ୟା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ପୁପୁଲ ଓଡ଼ିଆ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଥିଲେ । ୨୦୧୮ ମସିହାରେ ଅପେରା ମିସେସ୍ ଇଣ୍ଡିଆ ଗ୍ଲୋବାଲ ପ୍ରତିଯୋଗୀତାରେ ପୁପୁଲ ୭୦୦ ପ୍ରତିଯୋଗୀଙ୍କ ମଧ୍ୟରେ ବିଜେତା ହୋଇଥିଲେ । ଏହି ପ୍ରତିଯୋଗୀତାର ସେମିଫାଇନାଲରେ ବେଷ୍ଟ ରାମ୍ପ ୱାକ୍ ପୁରସ୍କାର ଜିତିଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।