ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।ଅଭିମନ୍ୟୁ ସାମନ୍ତସିଂହାର ଓଡ଼ିଆ କବି ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି। Quick Facts: ବିଦଗ୍ଧ କବିଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର, ଜନ୍ମ ଓ ଜନ୍ମସ୍ଥାନ ... ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ଅଭିମନ୍ୟୁ ସାମନ୍ତସିଂହାର ଜନ୍ମ ଓ ଜନ୍ମସ୍ଥାନ ୨୩ ଫେବୃଆରୀ ୧୭୬୦ (ମାଘ ସପ୍ତମୀ) ବାଲିଆ, ଯାଜପୁର ଜିଲ୍ଲା 20°43′32″N 86°16′22″E ମୃତ୍ୟୁ ୧୫ ଜୁନ ୧୮୦୬ (ବୟସ ୪୬) (ରଜସଂକ୍ରାନ୍ତି) ବାଲିଆ, ଯାଜପୁର ଜିଲ୍ଲା ଜାତୀୟତା ଭାରତୀୟ ଜୀବିକା କବି ଜଣାଶୁଣା କାମ ବିଦଗ୍ଧ ଚିନ୍ତାମଣି ଜୀବନସାଥି ବିମଳା ଦେବୀ ବାପା ବୋଉ ଇନ୍ଦ୍ରଜିତ ସାମନ୍ତସିଂହାର ତୁଳସୀ ଦେବୀ ସମ୍ପର୍କୀୟ ନିମାଇଁ ଚରଣ ହରିଚନ୍ଦନ (ବଂଶଜ) ପରିବାର ସାମନ୍ତସିଂହାର ବଂଶ Close ଜୀବନୀ ସାମନ୍ତସିଂହାର ବଂଶ ଅଭିମନ୍ୟୁଙ୍କ ଆଦି ଜନ୍ମସ୍ଥାନ ଜୟପୁର ଅନ୍ତର୍ଗତ ଭାବଙ୍ଗର । । ସାମନ୍ତସିଂହାର ବଂଶ ସେ ବଂଶର ଅନେକ ପରବର୍ତ୍ତୀ ବୋଲି ଅନୁମାନ କରାଯାଏ । ଏ ବଂଶ ଖୋର୍ଦ୍ଧାର ଭୋଇବଂଶୀୟ ରାଜାଙ୍କଠାରୁ ବରୁଆଂପ୍ରଗନା-ଅନ୍ତର୍ଗତ ବାଲିଆ ଜମିଦାରୀ ପ୍ରାପ୍ତ ହୋଇଥିଲେ । ସାମନ୍ତସିଂହାର ଉପାଧି ସାମନ୍ତସିଂହାର ଉପାଧି କାହାଠାରୁ ପ୍ରାପ୍ତ ହୋଇଥିଲା ତାହା ନିଶ୍ଚିତରୂପେ ଜଣା ନାହିଁ । କେତେକଙ୍କ ମତେ ସେ ଅଞ୍ଚଳରେ ସେତେବେଳେ ବରପଦା ପ୍ରଭୃତି ନାମରେ ସାତ ଟପା ଥିଲା । ଏହି ସାତ ଟପାରେ ରଣସିଂହ ମହାପାତ୍ର, ଦକ୍ଷିଣରାୟ ମହାପାତ୍ର ପ୍ରଭୃତି ବିଭିନ୍ନ ରାଜୋପାଧିଧାରୀ ସାତ ସାମନ୍ତ ଥିଲେ । ଅଭିମନ୍ୟୁଙ୍କ ପୂର୍ବପୁରୁଷ ଏହି ସାମନ୍ତ ମଧ୍ୟରେ ଗଣ୍ୟ ନ ହେଉଥିଲେ ହେଁ ଏକ ସମୟରେ ସେ ବଂଶର ଜଣେ କେହି ଅପର ସାତ ସାମନ୍ତଙ୍କୁ ଗୋଟିଏ ମହା ବିପଦରୁ ବୁଦ୍ଧିବଳେ ରକ୍ଷା କରିଥିଲେ । ଏଥିରେ ସାମନ୍ତମାନେ ସନ୍ତୁଷ୍ଟ ହୋଇ 'ସାମନ୍ତସିଂହାର' ଅର୍ଥାତ୍ ସାମନ୍ତଭୂଷଣ ଉପାଧି ପ୍ରଦାନ କରିଥିଲେ । ସେହି ଉପାଧି ରାଜଦତ୍ତ ଉପାଧି ପ୍ରାୟ ସମ୍ମାନ ସହ ବଂଶପରମ୍ପରା ଚଳି ଆସୁଛି । ଜନନୀ ତୁଳସୀ ଦେବୀ ଉଦୟପୁର(ଲାଉଖିଆ) ଗ୍ରାମର ବିଖ୍ୟାତ ପଟ୍ଟନାୟକ ବଂଶରେ ଜନ୍ମଲାଭ କରିଥିଲେ । ସପତ୍ନୀମାନଙ୍କ ମଧ୍ୟରେ ସେ ଅଧିକ ଧର୍ମପରାୟଣା ଥିଲେ । ବଂଶାବଳୀ ବନ୍ଦକୀ ସାମନ୍ତସିଂହାର ମହାପାତ୍ର ଖୋସାଲି ସାମନ୍ତସିଂହାର ଇନ୍ଦ୍ରଜିତ ସାମନ୍ତସିଂହାର ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ସୁରଥ ଛୋଟରାୟ କବିଙ୍କର ଜନ୍ମ ୧୭୬୦ ମସିହା ଫେବୃଆରୀ ୨୩ତାରିଖ ଦିନ ଯାଜପୁର ଜିଲ୍ଲାର ବାଲିଆଠାରେ ହୋଇଥିଲା ।ବାଲିଆ ଗ୍ରାମ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରି ଠାରୁ ଅନତିଦୁରରେ ଅବସ୍ଥିତ। ତାଙ୍କର ପିତା ଥିଲେ ଜଣେ ଅପୁତ୍ରିକ ଜମିଦାର ଇନ୍ଦ୍ରଜିତ ସାମନ୍ତ ସିଂହାର । ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଜଣେ ପଣ୍ଡିତଙ୍କ ଦେବପୂଜା ହେତୁ ଅଭିମନ୍ୟୁ ଜନ୍ମ ହେବାର ପ୍ରବାଦ ରହିଅଛି । ସେ ହି ଅଭିମନ୍ୟୁଙ୍କ ଗୁରୁ ଥିଲେ । ମାତ୍ର ୯ ବର୍ଷ ବୟସରେ ସେ ପ୍ରଥମ ପଦ୍ୟ ରଚନା କରିଥିଲେ। “ କରମଙ୍ଗା ଗଛ ଛାଇ ଗୋ, ମୋର ହୁଁ ଗୋ । କରମ ଯାହାର ସଫଳ ହୋଇବ, କୃଷ୍ଣଙ୍କୁ ଲଭିବ ସେହି ଗୋ, ମୋର ହୁଁ ଗୋ । ” — ଅଭିମନ୍ୟୁ ସାମନ୍ତସିଂହାର ସାହିତ୍ୟ କୃତି ବିଦଗ୍ଧ ଚିନ୍ତାମଣି ପ୍ରେମ କଳା ରସବତୀ ସୁଲକ୍ଷଣା ପ୍ରେମ ତରଙ୍ଗିଣୀ ବାଘ ଗୀତ ଚଢ଼େଇ ଗୀତ ବୋଲେ ହୁଁ ପ୍ରେମ (ପ୍ରୀତି) ଚିନ୍ତାମଣି ବିଦଗ୍ଧ ଚିନ୍ତାମଣି ତାଙ୍କ ରଚିତ ଓଡ଼ିଆ ସାହିତ୍ୟର ଏକ ମୁଲ୍ୟବାନ ଗ୍ରନ୍ଥ । କେତେଗୋଟି ଜନପ୍ରିୟ ଛାନ୍ଦର ବିଶିଷ୍ଟ ରାଗ ନାମ ଏହି ଗ୍ରନ୍ଥରେ ଦେଖିବାକୁ ମିଳେ, ଯଥା- ଗଡ଼ମାଳିଆ, ଫୁଲତୋଳା ଇତ୍ୟାଦି । ଏଭଳି ନାମଗୁଡ଼ିକୁ କବିଙ୍କ ଶ୍ରଦ୍ଧା ନାମ କୁହାଯାଇପାରେ । ଏହି ଗ୍ରନ୍ଥରୁ ତାଙ୍କ ଜନ୍ମ ବିଷୟରେ ମଧ୍ୟ ଜାଣିହୁଏ । “ ଇନ୍ଦ୍ରଜିତ ଏ ଛାନ୍ଦ ଭଣାଇ ରାଧା ଧ୍ୟାନ କରି ” — ବାଘ ଗୀତ “ ବାଲିଆ ବୋଲି ଯେ ଏକ ନଗର ତହିଁ ନୃପତି ସାମନ୍ତ ସିଂହାର ” —ବାଘ ଗୀତ ତାଙ୍କ ପିତା ଇନ୍ଦ୍ରଜିତ ସାମନ୍ତ ସିଂହାରଙ୍କ ସମ୍ପର୍କରେ ବି ଏଥିରେ ବର୍ଣ୍ଣିତ । ସେ ଯେ ସେଠାକାର ରାଜା ଥିଲେ ଓ ତାଙ୍କ ଲେଖାପାଇଁ ଉତ୍ସାହିତ କରିଥିଲେ ତାହା ଏଥିରେ ବର୍ଣ୍ଣିତ । ଆଧାର ବାହାର ଆଧାର ABOUT THIS ARTICLE View edit history Updated 152 days ago View talk page Discuss improvements to this article READ MORE ଦେବଦୁର୍ଲ୍ଲଭ ଦାସ ପ୍ରାଚୀନ ଓଡ଼ିଆ କବି ବାଇକୋଳି ମହାପାତ୍ର ପଣ୍ଡିତ ବାଇକୋଳି ମହାପାତ୍ର ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି ରଖିଥିଲେ। ରଘୁନାଥ ପରିଚ୍ଛା କବିଚନ୍ଦ୍ର ରଘୁନାଥ ପରିଚ୍ଛା ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ । Content is available under CC BY-SA 3.0 unless otherwise noted.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କଳସା ଚଉତିଶାଟି ଓଡ଼ିଆ ଭାଷାର ପ୍ରାଚୀନତମ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ଏହା ବଚ୍ଛା ଦାସଙ୍କଦ୍ୱାରା ୧୩ଶ -୧୪ଶ ଶତକରେ ରଚିତ । ଚଉତିଶାଟି ଶିବ ପାର୍ବତୀଙ୍କ ବିବାହକୁ ଆଧାରିତ କରି ରଚନା କରାଯାଇଅଛି । କବିଙ୍କ ବର୍ଣ୍ଣନାରେ ଶିବ ଏକ ବୃଦ୍ଧ ରୂପରେ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ବିବାହ ମଣ୍ଡପରେ ବିରାଜିତ ହୋଇଅଛନ୍ତି । ନିଜର ଭାବୀ ପତିଙ୍କୁ ଏପରି ବେଶରେ ଦେଖି ପାର୍ବତୀ ଅତ୍ୟନ୍ତ କାତର ହୋଇପଡ଼ିଛନ୍ତି । ପରିଶେଷରେ ଶିବ ନିଜର ପ୍ରକୃତ ରୂପ ପ୍ରକାଶ କରିଛନ୍ତି ଏବଂ ବିବାହ ଉତ୍ସବ ଖୁବ୍ ସମାରୋହରେ ସମ୍ପନ୍ନ ହୋଇଛି । ସମଗ୍ର ଚଉତିଶାଟିରେ ଏହି କାହାଣୀକୁ ହାସ୍ୟରସର ସହିତ ପରିବେଷଣ କରାଯାଇଛି । ଏଥିରେ ୩୪ଟି ଚଉତିଶା ଅକ୍ଷର କ୍ରମରେ ରହିଛି । ଏଥିରେ ଉମା-ଶିବଙ୍କର କାହାଣୀ କମ ବୟସୀ ଦାସୀମାନଙ୍କୁ କାମାତୁର ବୁଢ଼ା ଧନିକମାନଙ୍କୁ ବିକ୍ରି କରାଯିବାର ସାମାଜିକ କୁସଂସକାରକୁ ଇଙ୍ଗିତ କରିଥାଏ ଯହିଁ ବର ମୃତ-ପ୍ରାୟ ହୋଇଥିବା ବୁଢ଼ା ଧନିକ ବରକୁ ସୂଚାଇଥାଏ । ଏହାର କବି ବଛା ଦାସଙ୍କ ଜୀବନ କାଳ ବାବଦରେ କିଛି ଜଣା ନଥିବାରୁ ଏହାର ରଚନା କାଳ ଏକ ବିବାଦୀୟ ଘଟଣା । ଏହା ସାରଳା ଦାସଙ୍କ ମହାଭାରତ ଠାରୁ ପୁରୁଣା ବୋଲି ଏକ ସ୍ଥାନରେ ଦର୍ଶାଯାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଦାଶରଥି ଦାସ (ଜନ୍ମ: ୨୭ ଜୁଲାଇ ୧୯୩୬), ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ବିଶ୍ୱନାଥ କବିରାଜ, ତାଙ୍କର ସୁନ୍ଦର ରଚନା ସାହିତ୍ୟ ଦର୍ପଣ ନିମନ୍ତେ ଚାରିଆଡ଼େ ବିଖ୍ୟାତ ଥିଲେ, ଓ ସେ ଜଣେ ଅତ୍ୟନ୍ତ ସଫଳ କବି, ବିଦ୍ୱାନ ଓ ବାକ୍ପଟୁ ଥିଲେ ଯିଏ କଳିଙ୍ଗ (ଭାରତ) (ଆଧୁନିକ ଓଡ଼ିଶା)ର ଦୁଇ ଲଗାଏତ ରାଜା ନରସିଂହ ଦେବ ୪ ଓ ରାଜା ନିଶଙ୍କ ଭାନୁଦେବ ୪ ଅମଳରେ ସାହିତ୍ୟରେ ଶୀର୍ଷକୁ ଉଠିଥିଲେ ଓ ଜନ୍ମ, ମୃତ୍ୟୁ ସମୟ ଜଣା ନ ଥିବାରୁ ସେହି ସମୟକୁ (୧୩୭୮ରୁ ୧୪୩୪ ମସିହା) ତାଙ୍କରି ସମୟ ଭାବେ ନିଆଯାଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ମୁଦିରସ୍ତ ବା ମୁଦିରଥ ହେଉଛନ୍ତି ଶ୍ରୀମନ୍ଦିରରେ ବହୁ ପୂର୍ବରୁ ଜଗନ୍ନାଥଙ୍କ ସେବାକରିଆସୁଥିବା ପୁଷ୍ପାଳକ ପରିବାରର ଜଣେ ବାରବର୍ଷରୁ କମ ବୟସର ବାଳକ । ଗଜପତି ମହାରାଜ ନିଜେ ସେହି ବାଳକକୁ ମୁଦିରଥ ଭାବେ ମନୋନୀତ କରିଥାନ୍ତି । ଗଜପତି ମହାରାଜାଙ୍କ ଅନୁପସ୍ଥିତିରେ ତାଙ୍କର ପ୍ରତିନିଧି ରୂପେ ମୁଦିରଥ ଶ୍ରୀମନ୍ଦିରରେ ଗଜପତିଙ୍କ ଅନୁମତି କ୍ରମେ ସମସ୍ତ ସେବା କରିପାରିବେ । ମହାରାଣୀଙ୍କ ସହିତ ମୁଦିରଥ ଶ୍ରୀମନ୍ଦିରରେ ମହାରଣୀଙ୍କୁ ସେବା କାର୍ଯ୍ୟରେ ସାହାଯ୍ୟ କରିବା ବିଧି ଥିବାରୁ ତାଙ୍କୁ ନାବାଳକ ବୟସରେ ସେବକ ଭାବେ ନିଯୁକ୍ତ କରାଯାଏ । ପ୍ରତିବର୍ଷ ମୁଦିରଥ ସେବକଙ୍କୁ ନିଯୁକ୍ତ ଦିଆଯାଏ । ମୁଦିରଥ ପ୍ରତିବର୍ଷ ପୁଷ୍ୟାଭିଷେକରୁ ପୁଷ୍ୟାଭିଷେକ ପର୍ଯ୍ୟନ୍ତ ମାତ୍ର ଏକ ବର୍ଷ ପାଇଁ ନିଯୁକ୍ତ ପାଇଥାନ୍ତି । ଗଙ୍ଗବଂଶର ରାଜା ନରସିଂହ ଦେବଙ୍କ ସମୟରୁ ଏହି ମୁଦିରସ୍ତ ସେବକର ପରମ୍ପରା ଆରମ୍ଭ ହୋଇଥିଲା । କିନ୍ତୁ ସେ ସମୟରେ ରାଜ୍ୟର ଆଭ୍ୟନ୍ତରୀଣ ପରିସ୍ଥିତିରେ ବିଶୃଙ୍ଖଳା ଦେଖାଦେବାରୁ ଏବଂ ରାଜା ସର୍ବଦା ରାଜ୍ୟ ବିସ୍ତାର ପାଇଁ ଅନ୍ୟ ରାଜ୍ୟ ସହ ଯୁଦ୍ଧରେ ଲିପ୍ତ ରହୁଥିବାରୁ ଶ୍ରୀଜୀଉଙ୍କର ନୀତି ସମ୍ପାଦନରେ ବିଶୃଙ୍ଖଳା ହେଲା । ତେଣୁ ସେବେଠାରୁ ଜଣେ ନାବାଳକକୁ ଗଜପତି ମନୋନୀତ କଲେ ଏବଂ ସେହି ନାବାଳକ ରାଜ ଅନ୍ତଃପୁରରେ ରହି ଲାଳିତ ପାଳିତ ହେଲେ । ସେହି ନାବାଳକ ଯେତେବେଳେ ଦ୍ୱାଦଶ ବର୍ଷ ଅତିକ୍ରମ କରିଯାଏ ସେତେବେଳେ ସେମାନଙ୍କୁ ପୁଷ୍ପାଳକ ଭାବରେ ବିବେଚନା କରାଯାଏ । ପରମ୍ପରାକ୍ରମେ ମହାରାଣୀଙ୍କର ଗହଣ ବିଜେ ପାଇଁ ଗଜପତି ମହାରାଜା ଏହି ପରିବାରରୁ ଜଣେ ନାବାଳକଙ୍କୁ ପ୍ରତିନିଧି ଭାବେ ମନୋନୀତ କରନ୍ତି । ମହାରାଣୀ ହେଉଛନ୍ତି ଅସୂର୍ଯ୍ୟଂପଶ୍ୟା, ସର୍ବଦା ରାଣୀ ଅନ୍ତଃପୁର ଭିତରେ ଥାଆନ୍ତି । କୌଣସି ବାହାର ଲୋକ ତାଙ୍କୁ ଦେଖିପାରନ୍ତି ନାହିଁ । ତେଣୁ ମୁଦିରସ୍ତ ରାଣୀଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଥାନ୍ତି । ଅନ୍ୟ ସେବକମାନେ କୂର୍ମ ବେଢା ବାହାରେ ଅପେକ୍ଷା କରି ରୁହନ୍ତି । ଚଳନ୍ତି ଠାକୁରଙ୍କର ପ୍ରତିନିଧି ରୂପେ ସେ ଏକାନ୍ତରେ ଏହି ସେବା ମହାପ୍ରଭୁଙ୍କ ନିକଟରେ କରିଥାନ୍ତି । ଗଜପତିଙ୍କର ଅନୁପସ୍ଥିତିରେ, ନିର୍ଦ୍ଦେଶ ପାଇ ମୁଦିରସ୍ତ ପ୍ରଭୁଙ୍କର ପ୍ରଥମ ସେବକର କାର୍ଯ୍ୟ ବହନ କରିଥାନ୍ତି ।
ଜଗନ୍ନାଥ ପଟ୍ଟନାୟକ (ଜନ୍ମ: ୭ ଫେବୃଆରୀ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନ ଏବଂ ୧୯୯୭ ମସିହାର ଉପ-ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୪ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଭୀମା ଭୂଇଁଆ ଗୋପାଳବଲ୍ଲଭ ଦାସଙ୍କଦ୍ୱାରା ଲିଖିତ ଉତ୍ତର ଓଡ଼ିଶାର ଭୂୟାଁ ଜନଜାତି ଉପରେ ଆଧାରିତ ପ୍ରଥମ ଉପନ୍ୟାସ । ୧୮୮୯ ମସିହାରେ ଏହା ଲେଖା ଯାଇଥିବାର ଅନେକ ସମାଲୋଚକଙ୍କର ମତ । ଏହା ୧୯୦୮ ମସିହାରେ ଭୀମା ଭୂଇଁଆ ନାମରେ କଟକ ଏଡ଼ୱର୍ଡ଼ ପ୍ରେସ୍ରୁ ପ୍ରକାଶିତ ହୋଇଥିଲା । ଏହି ଉପନ୍ୟାସକୁ ଓଡ଼ିଆ ଉପନ୍ୟାସ ସାହିତ୍ୟର ତୃତୀୟ ପ୍ରକାଶିତ ଉପନ୍ୟାସ ବୋଲି ଗଣନା କରାଯାଏ । ୧୯୬୪ ମସିହାରେ ସରଳା ଦେବୀଙ୍କ ସମ୍ପାଦନାରେ ଏହା କଟକର ବିଦ୍ୟାପୁରୀ ପ୍ରକାଶନା ସଂସ୍ଥାଦ୍ୱାରା ଭୀମା ଭୂୟାଁ ନାମରେ ପୁନଃ ପ୍ରକାଶିତ ହୋଇଥିଲା । ଉମେଶଚନ୍ଦ୍ର ସରକାରଙ୍କ ଲିଖିତ ୧୮୮୮ ମସିହାରେ ପ୍ରକାଶିତ ପଦ୍ମମାଳୀକୁ ପ୍ରଥମ ଓ ୧୮୯୧ ମସିହାରେ ପ୍ରକାଶିତ ରାମଶଙ୍କର ରାୟଙ୍କ ଉପନ୍ୟାସ ବିବାସିନୀକୁ ଦ୍ୱିତୀୟ ଓଡ଼ିଆ ଉପନ୍ୟାସର ମାନ୍ୟତା ମିଳେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗରୁଡ ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । ହିନ୍ଦୁ ଓ ବୌଦ୍ଧ ଧର୍ମଗ୍ରନ୍ଥରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ ବିଷ୍ଣୁଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା ନାଗ ସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ୱର, କାମାୟୁଷ, କାଶ୍ୟପି,ଖଗେଶ୍ୱର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ ପକ୍ଷୀରାଜ ବୋଲି ଆଖ୍ୟା ଦେଇଥିଲେ ।ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ ପୁରାଣ ଇତ୍ୟଦିରେ ଗରୁଡକୁ ଏକ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ ବର୍ଣ୍ଣନା କରାଯାଇଛି । ହିନ୍ଦୁ ଧର୍ମଗ୍ରନ୍ଥ ମହାଭାରତରେ ଗରୁଡର ଜନ୍ମ ଓ କର୍ମ ବିଷୟରେ ସବିଶେଷ ବ୍ୟାଖ୍ୟା କରାଯାଇଛି । ଉକ୍ତ ଗ୍ରନ୍ଥରେ ଥିବା ବର୍ଣ୍ଣନା ଅନୁଯାୟୀ କାଶ୍ୟପ ୠଷିଙ୍କୁ ଗରୁଡଙ୍କ ପିତା ଭାବେ ବର୍ଣ୍ଣନା କରାଯାଇଛି । ପ୍ରଜାପତି ଦକ୍ଷଙ୍କ ଦୁଇ କନ୍ୟା ବିନତା ଏବଂ କଦରୁଙ୍କୁ ସେ ବିବାହ କରିଥିଲେ । କାଶ୍ୟପ ଋଷି ନିଜର ଦୁଇ ପତ୍ନୀଙ୍କୁ ସେମାନଙ୍କ ଇଚ୍ଛା ମୁତାବକ, ବିନତାଙ୍କୁ ଦୁଇଟି ପୁତ୍ର ଓ କଦୁରୁଙ୍କୁ ଶହେଗୋଟି ସର୍ପ ଜାତୀୟ ପୁତ୍ର ପ୍ରାପ୍ତ ନିମନ୍ତେ ବରଦାନ କରିଥିଲେ । ଫଳସ୍ୱରୁପ ବିନତାଙ୍କ ଗର୍ଭରୁ ଯେଉଁ ଶିଶୁଟି ଜନ୍ମ ଲାଭ କଲା ସେ ଦେଖିବାକୁ ଉଭୟ ମନୁଷ୍ୟ ଓ ପକ୍ଷୀ ଜାତୀୟ ମିଶ୍ରଣ ପ୍ରାଣୀ ସ୍ୱରୁପ ଏକ ବିରଳ ଶିଶୁ ଥିଲା, ଏବଂ ଯାହାକୁ ଗରୁଡ ଗରୁଡ ନାମରେ ନାମକରଣ କରାଯାଇଥିଲା ।ଗରୁଡ ଭଗବାନ ବିଷ୍ଣୁଙ୍କ ବାହାନ ହୋଇଥିବା ଯୋଗୁଁ ହିନ୍ଦୁଧର୍ମର ବୈଷ୍ଣବ ଧର୍ମାନୁଷ୍ଠାନ ଓ ମନ୍ଦିର ସମ୍ମୁଖରେ ଗରୁଡ ସ୍ତମ୍ବ ଅଥବା ଗରୁଡ ପ୍ରତିମୁର୍ତ୍ତି ପୂଜାପାଇଥାଏ । ଏପରିକି ମହାଭାରତରେ ବର୍ଣିତ ତଥ୍ୟ ଅନୁଯାୟୀ ଗୁରୁ ଦ୍ରୋଣାଚାର୍ଯ୍ୟ ନିଜର ସେନାବାହିନୀକୁ ଗରୁଡ ସେନା ନାମରେ ନାମିତ କରିଥିଲେ ଓ ପ୍ରଭୁ ଶ୍ରୀକୃଷ୍ଣ ନିଜର ନନ୍ଦିଘୋଷ ରଥର ପତାକରେ ଗରୁଡ ଚିହ୍ନକୁ ସ୍ଥାନ ଦେଇଥିଲେ । ପୁରୀ ରଥ ଯାତ୍ରା ସମୟରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ପତାକରେ ମଧ୍ୟ ଗରୁଡ ଚିହ୍ନ ପ୍ରତୀୟମାନ ହୁଏ ।
ଅଲାରନାଥ ମନ୍ଦିର ପୁରୀ ଜିଲ୍ଲାର ବ୍ରହ୍ମଗିରିଠାରେ ଅବସ୍ଥିତ ବିଷ୍ଣୁଙ୍କର ଏକ ମନ୍ଦିର । ପୁରୀର ପବିତ୍ର ନରେନ୍ଦ୍ର ପୁଷ୍କରିଣୀଠାରୁ ବାମପାର୍ଶ୍ୱ ପୁରୀ-ସାତପଡ଼ା ରାସ୍ତାରେଜାତୀୟ ରାଜପଥ-୨୦୩(କ)ରେ ୨୦ କି.ମି ଗଲେ ବ୍ରହ୍ମଗିରି । ପାଞ୍ଚ ଏକର ପରିମିତ ଜାଗାରେ କେତକୀ, ବଉଳ ଓ ନାରିକେଳ ଜଙ୍ଗଲ ପରିବେଶ ମଧ୍ୟରେ ୫୦ଫୁଟ ୫ଇଞ୍ଚ ଉଚ୍ଚତା ବିଶିଷ୍ଟ ଶ୍ରୀଅଲାରନାଥଙ୍କ ମନ୍ଦିର ଅବସ୍ଥିତ । ଏହି ମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀଚୈତନ୍ୟ ମନ୍ଦିର, ଶିବ ମନ୍ଦିର ଓ ବିଭିନ୍ନ ଠାକୁରାଣୀଙ୍କ ମନ୍ଦିର, ନବଗ୍ରହ ପ୍ରସ୍ତର, ନାଟମନ୍ଦିର, ପ୍ରାର୍ଥନା ଗୃହ, ଭୋଗମଣ୍ଡପ, ମୁଖଶାଳା, ତଥା ଯଜ୍ଞ ମଣ୍ଡପ ଅବସ୍ଥିତ । ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ଏହି ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି । ତେଣୁ ଅଣସର ସମୟରେ ଅଲାରନାଥ ମନ୍ଦିରରେ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗିରହିଥାଏ । ଏହା କୌଣସି ପର୍ଯ୍ୟଟନସ୍ଥଳୀ ନହେଲେ ବି କୃଷ୍ଣଭକ୍ତମାନଙ୍କ ପାଇଁ ଏକ ପ୍ରସିଦ୍ଧ ସ୍ଥାନ । କାରଣ ଭଗବାନ ଅଲାରନାଥ ହେଉଛନ୍ତି ପ୍ରଭୁ ବିଷ୍ଣୁଙ୍କର ଚଳନ୍ତି ପ୍ରତିମା ।
ନିମାଇଁ ଚରଣ ହରିଚନ୍ଦନ (୧୯୦୧-୧୯୮୩) ହେଉଛନ୍ତି ଓଡ଼ିଶାର ପ୍ରଥମ ପେଶାଦାର କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଶୀ ସଙ୍ଗୀତର ବିଭିନ୍ନ ବିଭାଗ ଯଥା : ଓଡ଼ିଶୀ ବା ଚଉପଦୀ, ଛାନ୍ଦ, ଚମ୍ପୂ, ଚଉତିଶା, ଜଣାଣ, ଭଜନ, ପୋଈ ; ଅନ୍ୟାନ୍ୟ ପାରମ୍ପରିକ ସଙ୍ଗୀତ ଯଥା ରାମଲୀଲା (ବିଶିଖୁଣ୍ଟିଆ, ସଦାଶିବ ବୈଶ୍ୟ, କେଶବ ପଟ୍ଟନାୟକ ଆଦି ବିବିଧ କବିଙ୍କ ରାମଲୀଳା), କୃଷ୍ଣଲୀଳା ; ପଲ୍ଲୀଗୀତ ଆଦି ଗାୟନରେ ପ୍ରବୀଣ ଥିଲେ । ପ୍ରାଚୀନ ସାହିତ୍ୟର ସୁପରିଚିତ ରଚନା, ଯଥା ବୈଦେହୀଶ ବିଳାସ, ବିଦଗ୍ଧ ଚିନ୍ତାମଣି, ବିଚିତ୍ର ରାମାୟଣ, ମଥୁରାମଙ୍ଗଳ, ଗୋପୀଭାଷା, କିଶୋରଚନ୍ଦ୍ରାନନ୍ଦ ଚମ୍ପୂ ଇତ୍ୟାଦି ପ୍ରାୟ ସମସ୍ତ କାବ୍ୟକୃତିରୁ ଗୀତ ତାଙ୍କ କଣ୍ଠରେ ରେକର୍ଡ଼ ହୋଇଛି । ଏହା ଛଡ଼ା ସେ ଅନେକ ନୀତିଶିକ୍ଷା ଓ ସରକାରୀ ଉଦ୍ଦେଶ୍ୟରେ ଜନ ସଚେତନତା ଗୀତ ମଧ୍ୟ ଗାଇଛନ୍ତି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ବିଷ୍ଣୁ ଦକ୍ଷିଣ ହସ୍ତରେ ଧାରଣ କରୁଥିବା ଗୋଟିଏ ଅସ୍ତ୍ରର ନାମ ସୁଦର୍ଶନ । ହିନ୍ଦୁ ଧର୍ମବିଶ୍ୱାସ ଅନୁସାରେ, ମହାଦେବଙ୍କ ଆଦେଶ ଅନୁସାରେ ବିଶ୍ୱକର୍ମା ସବୁ ଦେବତାଙ୍କ ତେଜରୁ ସାର ଗ୍ରହଣ ପୂର୍ବକ ଏ ଚକ୍ର ତିଆରି କରି ମହାଦେବଙ୍କୁ ଦେଇଥିଲେ । ଦୈତ୍ୟମାନଙ୍କ ବିନାଶାର୍ଥ ମହାଦେବ ବିଷ୍ଣୁଙ୍କୁ ଏହି ଚକ୍ର ଅର୍ପଣ କରିଥିଲେ । ଏହାର ଅରର ସଂଖ୍ୟା ବାର । ଏହା ଷଟ୍କୋଣ ଓ ବଳୟତ୍ରୟ ସଂଯୋଜିତ । ବିଷ୍ଣୁ ମନ୍ଦିରର ଚୂଡ଼ାରେ ଏହି ଚକ୍ରର ଧାତୁମୟ ପ୍ରତିକୃତି ରଖାଯାଏ । ପୁରୀର ବଡ଼ଦେଉଳରେ ଚତୁର୍ଦ୍ଧାମୂର୍ତ୍ତୀ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନ ଚକ୍ର ବିରାଜିତ ଅଛନ୍ତି । ଚତୁର୍ଭୁଜ ବିଷ୍ଣୁ ଗୋଟିଏ ହାତରେ ସର୍ବଦା ଏହି ଚକ୍ରକୁ ଧାରଣ କରନ୍ତି ଏବଂ ଏହାଦ୍ୱାରା ଦୁଷ୍ଟ ଦଳନ ଓ ଶିଷ୍ଟ ପାଳନ କରନ୍ତି ।
ପହଣ୍ଡିର ଆଭିଧାନିକ ଅର୍ଥ ହେଉଛି ପାଦରେ ଭ୍ରମଣ । ପହଣ୍ଡି ବିଜେ ଶ୍ରୀମନ୍ଦିରର ସ୍ନାନଯାତ୍ରା ଓ ରଥଯାତ୍ରା ସମୟରେ ହୋଇ ଆସୁଥିବା ବିଦ୍ଧି ସମ୍ବନ୍ଧୀୟ କ୍ରିୟାପଦ୍ଧତି । ପହଣ୍ଡି ପୁଣି ଦୁଇ ଭାଗରେ ବିଭକ୍ତ ଯଥା:- ଧାଡି ପହଣ୍ଡି ଓ ଗୋଟି ପହଣ୍ଡି। ସ୍ନାନଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ସ୍ନାନ ମଣ୍ଡପକୁ ନେବା ସମୟରେ ଯେଉଁ ପହଣ୍ଡି ହୁଏ ତାହାକୁ ଧାଡି ପହଣ୍ଡି କୁହାଯାଏ । ରଥଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ରଥ ଉପରକୁ ଓ ରଥରୁ ମନ୍ଦିରକୁ ନେବା ସମୟରେ ଯେଉଁ ପହଣ୍ଡି କରାଯାଏ ତାହାକୁ ଗୋଟି ପହଣ୍ଡି କୁହାଯାଇଥାଏ । ଏହି ଦୁଇ ପ୍ରକାରର ପହଣ୍ଡି କେବଳ ବିଗ୍ରହ ମାନଙ୍କୁ ପହଣ୍ଡି ସମୟରେ ଘୁଞ୍ଚାଇବାର ତରୀକା ବ ଢଙ୍ଗକୂ ବୁଝାଇଥାଏ । ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କ ବାହୁ ଥିବାଯୋଗୁଁ ଦୁଇ ବିଗ୍ରହଙ୍କୁ ସମୟ ସମୟରେ ଭୂମିକୁ ଛୁଆଁଇ କରି ପହଣ୍ଡି କରାଯାଇଥାଏ । କିନ୍ତୁ ଦେବୀ ସୁଭଦ୍ର ଓ ସୁଦର୍ଶନଙ୍କ ବାହୁ ନଥିବା ଯୋଗୁଁ ସେମାନଙ୍କୁ ଶାଇତ ରୂପେ ବୁହାଇ ପହଣ୍ଡି କରାଯାଇଥାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଶ୍ରୀମନ୍ଦିର ବେଢା ମଧ୍ୟରେ ଦେବୀ ଶୀତଳା ଓ ବାହନ ସିଂହଙ୍କ ମଧ୍ୟରେ ପ୍ରାଚୀନ ସୁନାକୂଅ ଅବସ୍ଥିତ । ଏହାକୁ ଅନେକ ପ୍ରଣୀତ କୂଅ ବୋଲି କୁହନ୍ତି । ଏହିକୂଅର ରକ୍ଷକ ହେଉଛନ୍ତି ମା’ଶୀତଳା । ଦେବ ସ୍ନାନ ପୂର୍ଣ୍ଣିମା ଦିନ ଠାକୁରମାନଙ୍କୁ ସ୍ନାନମଣ୍ଡପରେ ବସାଇ ୧୦୮ କଳସରେ ସ୍ନାନ କରିବାର ବିଧି ଅଛି । ସ୍ନାନପୂର୍ଣ୍ଣିମା ପୂର୍ବଦିନ ସୁନାକୂଅରୁ ପବିତ୍ର ଜଳ ଅଣାଯାଏ । ସିଂହଦ୍ୱାର ପ୍ରବେଶପଥର ଦକ୍ଷିଣ ପଟ ବେଢା ମଧ୍ୟରେ ବିରାଜିତ ପାତାଳ ସମ୍ଭୂତା ମା’ଶୀତଳାଙ୍କର କେବଳ ମସ୍ତକଟି ଦେଖାଯାଏ । କଳିଯୁଗ ଶେଷରେ ଦେବୀ ସଂପୂର୍ଣ୍ଣ ଆବିର୍ଭାବ ହେବେ ବୋଲି ଜନଶ୍ରୁତି ରହିଛି । ବର୍ଷକରେ ଥରୁଟିଏ ମାତ୍ର ସ୍ନାନପୂର୍ଣ୍ଣିମା ପୂର୍ବଦିନ ସୁନାକୂଅର ଅଭ୍ୟନ୍ତର ପରିଷ୍କାର କରାଯାଇ ଜଳ ଅଭିମନ୍ତ୍ରୀତ ହୋଇ ୧୦୮କଳସରେ ଜଳ ଅଣାଯାଏ । ଏହିଜଳକୁ କେବଳ ସୁନାଗୋସେଇଁ , ମୁଦିରସ୍ତ ଓ ଗରାବଡୁ ସେବକମାନେ ଆଣିଥାନ୍ତି । ଜଳ ଆଣିସାରିବା ପରେ ପୁନର୍ବାର କୂଅକୁ ଘୋଡାଇ ଦିଆଯାଏ । ବର୍ଷେ ପର୍ଯ୍ୟନ୍ତ ଆଉ ସେ କୂଅର ଜଳ ବ୍ୟବହାର କରାଯାଏ ନାହିଁ । ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଠାକୁରଙ୍କ ଜନ୍ମଦିନ । ତେଣୁ ମହାରାଜା ଇନ୍ଦ୍ରଦ୍ୟୁମ୍ନ ଏହି ସ୍ନାନପୂର୍ଣ୍ଣିମା ଦିନ ସୁନାକୂଅରୁ ୧୦୮କଳସ ଜଳ ଆଣି ଠାକୁରଙ୍କୁ ସ୍ନାନ କରାଇଥିଲେ । ସୃଷ୍ଟିରେ ଯେତେ ତୀର୍ଥଜଳ ଅଛି ସମସ୍ତ ତୀର୍ଥଜଳ ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ଏହି ସୁନାକୂଅକୁ ଆସିଥାନ୍ତି । ଜଗତର ଠାକୁର ଶ୍ରୀଜଗନ୍ନାଥଙ୍କର ସ୍ନାନପରେ ସବୁତୀର୍ଥଜଳ ସେ ସୁନାକୂଅରୁ ଅନ୍ତର୍ଦ୍ଧାନ ହୋଇଯାଇଥାନ୍ତି । ତେଣୁ ସେ କୂଅରୁ ଆଉ ଜଳ ବ୍ୟବହୃତ ହୋଇନଥାଏ । ବର୍ଷକ ପରେ ସ୍ନାନପୂର୍ଣ୍ଣିମାକୁ ସେ କୂଅରୁ ଜଳ ଆସେ । ଏହା ହେଉଛି ଶ୍ରୀମନ୍ଦିର ସୁନାକୂଅର ବିଶେଷତ୍ୱ ।
କୃଷ୍ଣପ୍ରସାଦ ମିଶ୍ର (୧୯ ଅପ୍ରେଲ ୧୯୩୩ - ୧୩ ଫେବୃଆରୀ ୧୯୯୪), ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକ ଥିଲେ । ପ୍ରବନ୍ଧ ଓ ଉପନ୍ୟାସ କ୍ଷେତ୍ରରେ ମଧ୍ୟ ତାଙ୍କର ପ୍ରବେଶ ରହିଥିଲା । ତାଙ୍କ ସାହିତ୍ୟରେ ପ୍ରାଚ୍ୟ ଓ ପାଶ୍ଚାତ୍ୟ ଜୀବନ ଶୈଳୀର ଏକ ତୁଳନାତ୍ମକ ଦୃଷ୍ଟିଭଙ୍ଗି ପ୍ରକାଶିତ ହେଉଥିଲା । ବିଦେଶରେ ରହୁଥିବା ଭାରତୀୟ ମାନଙ୍କର ଦ୍ୱନ୍ଦ୍ୱକୁ ସେ ନିଜ ସାହିତ୍ୟରେ ଦେଖେଇବାକୁ ଚେଷ୍ଟା କରିଥିଲେ । ସେ ଜଣେ ଛାତ୍ରବତ୍ସଳ ଶିକ୍ଷକ ଓ ସୁବକ୍ତା ଥିଲେ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ତପୁ ମିଶ୍ର (୧୧ ଜାନୁଆରୀ ୧୯୮୫ - ୧୯ ଜୁନ ୨୦୨୧) ଜଣେ ଓଡ଼ିଆ କଣ୍ଠଶିଳ୍ପୀ ଥିଲେ । ସେ ଓଡ଼ିଆ କଥାଚିତ୍ର ଏବଂ ଆଲବମ୍ ଜଗତରେ ଅନେକ ଗୀତରେ କଣ୍ଠଦାନ କରିଥିଲେ । ସେ ଓଡ଼ିଆ ଦୂରଦର୍ଶନ କାର୍ଯ୍ୟକ୍ରମରେ ଜଣେ ବିଚାରିକା ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ତରଙ୍ଗ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ "ଭଏସ୍ ଅଫ୍ ଓଡ଼ିଶା"ରେ ଗୁଡ୍ଲି ରଥ ଏବଂ ପମିଙ୍କ ସହ ଜଣେ ବିଚାରିକା ଭାବରେ କାର୍ଯ୍ୟ କରିଥିଲେ । ଓଡ଼ିଆ ସମେତ ସେ ବଙ୍ଗଳା, ହିନ୍ଦୀ ଏବଂ ଅନ୍ୟାନ୍ୟ ଭାରତୀୟ ଆଞ୍ଚଳିକ ଭାଷାମାନଙ୍କରେ ମଧ୍ୟ ଗୀତ ଗାଇଥିଲେ । ଜଣେ ସ୍ୱାଧୀନ କଳାକାର ଭାବେ ସେ ନିଜର ୟୁଟ୍ୟୁବ୍ ଚ୍ୟାନେଲରେ ମଧ୍ୟ ଆଲବମ ପ୍ରକାଶ କରିଥିଲେ ।୨୦୨୧ ମସିହା ଜୁନ ୧୯ ତାରିଖରେ କରୋନାରେ ୩୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।