ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଦୀପ୍ତିରେଖା ପାଢ଼ୀ ଜଣେ ଓଡ଼ିଆ ଦୂରଦର୍ଶନ ଅଭିନେତ୍ରୀ ଏବଂ ପ୍ରଚ୍ଛଦପଟ ଗାୟିକା । ସେ ଓଡ଼ିଆ ଚଳଚ୍ଚିତ୍ର ଲଭ୍ ଡଟ୍ କମ୍ରେ ପ୍ରଥମ କରି ପ୍ରଚ୍ଛଦପଟ ଗାୟିକା ଭାବରେ କାମ କରିଥିଲେ । ଏହା ପରେ ସେ ଇ ଟିଭି ଓଡ଼ିଆରେ ପ୍ରସାରିତ ରାଜକନ୍ୟା ଧାରାବାହିକରେ ନୟିକା ପୂର୍ବି ଭାବରେ ଅଭିନୟ କରିଥିଲେ । ଦୀପ୍ତି ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଭଜନ ଓ ଆଲବମ ଆଦିରେ ଗୀତ ଗାଇଛନ୍ତି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶିବାନୀ ସଙ୍ଗୀତା, ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଶିଶୁ କଳାକାର ଭାବରେ ଓଡ଼ିଆ କଥାଚିତ୍ର ଏବଂ ଧାରାବାହିକରେ ପ୍ରଥମେ ଅଭିନୟ କରିଥିଲେ । ଶିବାନୀ ଉତ୍ତରଦାୟୀ ଧାରାବାହିକ ଜରିଆରେ ପ୍ରଥମେ ଅଭିନୟ ଆରମ୍ଭ କରିଥିଲେ ଏବଂ ମିତରେ ମିତ ଚଳଚ୍ଚିତ୍ର ଜରିଆରେ ଶିଶୁ କଳାକାର ଭାବରେ ପ୍ରଥମ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ଏହାପରେ ସେ ୨୦୧୭ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ନାୟିକା ଭାବରେ ଅଭିନୟ କରିଥିଲେ । ଶିବାନୀ ଅଭିନେତା ବାବୁଶାନଙ୍କ ସହ ସିଷ୍ଟର ଶ୍ରୀଦେବୀ ଚଳଚ୍ଚିତ୍ରରେ ନାୟିକା ଭାବରେ ପ୍ରଥମେ ଅଭିନୟ ଆରମ୍ଭ କରିଥିଲେ । ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜ୍ୟ ନିର୍ବାଚନ କମିଶନର୍ଙ୍କ ଦ୍ୱାରା ଭୋଟ ପାଇଁ ସଚେତନତା କାର୍ଯ୍ୟକ୍ରମର ଜଣେ ପ୍ରଚାରକ ଭାବରେ ମନୋନୀତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଇତିହାସ ( ଗ୍ରୀକ୍ରୁ ἱστορίαcode: el is deprecated , "historia" ଯାହାର ଅର୍ଥ ହେଉଛି "ଅନୁସନ୍ଧାନ; ଅନୁସନ୍ଧାନଦ୍ୱାରା ପ୍ରାପ୍ତ ଜ୍ଞାନ ") ହେଉଛି ଅତୀତର ଅଧ୍ୟୟନ | ଲେଖିବା ପଦ୍ଧତିର ଉଦ୍ଭାବନ ପୂର୍ବରୁ ଉପୁଜୁଥିବା ଇଭେଣ୍ଟସମୂହ ବିବେଚିତ ହୋଇଥାଏ prehistory । "ଇତିହାସ" ହେଉଛି ଏକ ଛତା ଶବ୍ଦ (umbrella term) ଯାହା ଅତୀତର ଘଟଣା ସହିତ ସ୍ମୃତି, ଆବିଷ୍କାର, ସଂଗ୍ରହ, ସଂଗଠନ, ଉପସ୍ଥାପନା, ଏବଂ ଏହି ଘଟଣାଗୁଡ଼ିକ ବିଷୟରେ ସୂଚନାର ବ୍ୟାଖ୍ୟା ସହିତ ଜଡିତ | ଐତିହାସିକ ଉତ୍ସଗୁଡିକ ବ୍ୟବହାର କରି ଐତିହାସିକମାନେ ଅତୀତକୁ ସ୍ଥାନିତ କରନ୍ତି ଯେପରିକି ଲିଖିତ ଡକ୍ୟୁମେଣ୍ଟ୍, ମୋଉଖିକ ଆକାଉଣ୍ଟ୍, ଇକୋଲୋଜିକାଲ୍ ମାର୍କର୍ ଏବଂ କଳା ଏବଂ କଳାକୃତି ସହିତ ବସ୍ତୁ |
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଦେବାଶିଷ ପାଣିଗ୍ରାହୀ(ଜନ୍ମ : ୨୯ ଅଗଷ୍ଟ ୧୯୬୫) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକ । ୨୦୦୨ ମସିହାରେ ସେ ନିଜ କ୍ଷୁଦ୍ରଗଳ୍ପ ସଂକଳନ "ତଥାକଥିତ" ପାଇଁ ଏହି ପୁରସ୍କାର ଲାଭ କରିଥିଲେ । ସେ ୧୯୯୧ ମସିହାର ଭାରତୀୟ ପୁଲିସ ସେବା ଅଧିକାରୀ ଓ ବର୍ତ୍ତମାନ ଭିଜିଲାନ୍ସ ନିର୍ଦେଶକ(୨୫ ଡିସେମ୍ବର ୨୦୧୬ରୁ) ଭାବରେ ଅବସ୍ଥାପିତ ଅଛନ୍ତି । ତାଙ୍କ ଗଳ୍ପ ଇଂରାଜୀ, ହିନ୍ଦୀ, ବଙ୍ଗଳା,ତେଲୁଗୁ ଓ କନ୍ନଡ଼ ଆଦି ଭାଷାକୁ ଅନୁବାଦିତ ହୋଇସାରିଛି ।
ପିଚାଇ ସୁନ୍ଦରରାଜନ୍ (ଜନ୍ମ ଜୁଲାଇ ୧୨,୧୯୭୨) ବର୍ତ୍ତମାନର ଗୁଗଲ କମ୍ପାନିର ସି.ଇ.ଓ । ଗୁଗଲ କମ୍ପାନି ଗୋଟେ ଇଣ୍ଟରନେଟ ସମ୍ପକିତ ସେବା ଓ ସଚ୍ଚ ଇଞ୍ଜିନ୍ ଯିଏ ୨୦୧୫ ମସିହାରେ ମିଳିତ ଭାବେ ଆଲ୍ପାବେଟ୍ ଇନ୍ସ୍ କମ୍ପାନି ସହ ମିଶି ଗୁଗଲର ମୁଖ୍ୟ ଲାରି ପେଜ୍ଙ୍କୁ ସି.ଇ.ଓ ଓ ସର୍ଜି ବ୍ରିନ୍ଙ୍କଙ୍କୁ ପେସିଡେଣ୍ଟ ଓ ସୁନ୍ଦର ପିଚାଇ ଯିଏ ପ୍ରଡକ୍ଟ ଓ ଇଞ୍ଜିନିୟରିଙ୍ଗର ମୁଖ୍ୟ ଥିଲେ ତାଙ୍କୁ ଗୁଗଲର ସି.ଇ.ଓ କରାଗଲା ଯିଏକି ଗୋଟେ ବଡ କମ୍ପାନି ଆଲଫାବେଟର ଗୋଟେ ଅଂଶ । ପିଚାଇ ୨୦୦୪ ମସିହାରେ ଗୁଗଲରେ ଯୋଗ ଦେଲେ,ପ୍ରଡକ୍ଟ ମ୍ୟନେଜର ହିସାବରେ କାମ କଲେ । ତାଙ୍କର ଅନୁଦାନରେ ଗୁଗଲ ପ୍ରଡକ୍ଟୄଋ ଗୁଗଲ କୋମ୍ ଓ କୋମ୍ ଓସ୍ ଯିଏ କି ବହୁତ ସଫଳତା ସହ ଚାଲୁଅଛି ଏବଂ ତାଙ୍କର ଜିମେଲ୍ ଓ ଗୁଗଲ ଡକ୍ରେ ବି ଅନୁଦାନ ଅଛି ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।ଯକ୍ଷ୍ମା ଏକ ବାୟୁ ମାଧ୍ୟମରେ ବ୍ୟାପେ ଓ ଫୁସଫୁସ ଯକ୍ଷ୍ମା ରୋଗୀ କାଶିଲେ, ଛିଙ୍କିଲେ, ଛେପ ପକେଇଲେ ବା କଥା କହିଲେ ଏହାର ଜୀବାଣୁ ଦେହରୁ ବାହାରି ବାୟୁ ମାଧ୍ୟମରେ ବ୍ୟାପିଯାଏ । ପ୍ରଛନ୍ନ ଯକ୍ଷ୍ମା ରୋଗ ବ୍ୟାପେ ନାହିଁ । ଏଚଆଇଭି/ଏଆଇଡିଏସ ଦେହରେ ଥିଲେ ବା ଅତ୍ୟଧିକ ଦୂମ୍ରପାନ କରୁଥିଲେ ଏହି ରୋଗ ଅଧିକ ହେବା ସମ୍ଭାବନା ରହେ । ଛାତି ଏକ୍ସ-ରେ ଓ ଦେହର ତରଳ ପଦାର୍ଥକୁ ଅଣୁବୀକ୍ଷଣ ଯନ୍ତ୍ରରେ ଦେଖି ବା ଅଣୁଜୀବ କଲଚର କରି ରୋଗ ନିର୍ଣ୍ଣୟ କରାଯାଏ । ମାଣ୍ଟୁକ୍ସ ପରୀକ୍ଷା ଓ ରକ୍ତ ପରୀକ୍ଷା ଉପରେ ପ୍ରଛନ୍ନ ଯକ୍ଷ୍ମା ରୋଗ ନିର୍ଣ୍ଣୟ ନିର୍ଭର କରେ । ଅଧିକ ସଙ୍କଟାପନ୍ନ କେଶ୍ରେ ଯକ୍ଷ୍ମା ପ୍ରତିଷେଧ ନିମନ୍ତେ ସ୍କ୍ରୀନିଙ୍ଗ, ଆଶୁ ଚିହ୍ନଟ ତଥା ଚିକିତ୍ସା ଓ ବିସିଜି ଟିକାକରଣ କରାଯାଏ । ଘରେ, କାର୍ଯ୍ୟସ୍ଥାନରେ ଓ ସାମାଜିକ ମିଳନ ସ୍ଥାନରେ ସକ୍ରିୟ ରୋଗୀ ଥିଲେ ଏହି ରୋଗ ସଙ୍କଟ ଅଧିକ ହୁଏ । ଅଧିକ ସମୟ ନିମନ୍ତେ ଏକାଧିକ ଆଣ୍ଟିବାୟୋଟିକ ଦେଇ ଚିକିତ୍ସା କରାଯାଏ । ଆଣ୍ଟିବାୟୋଟିକ ପ୍ରତିରୋଧ ଏକ ବର୍ଦ୍ଧିଷ୍ଣୁ ସମସ୍ୟା ରୂପେ ଠିଆ ହେଉଛି ।ପୃଥିବୀରେ ଏକ ତୃତୀୟାଂଶ ଲୋକଙ୍କର ଯକ୍ଷ୍ମା ରୋଗ ଥିବା ବିଶ୍ୱାସ କରାଯାଏ । ପ୍ରତିବର୍ଷ ଲୋକ ସଂଖ୍ୟାର ପ୍ରାୟ ୧% ଲୋକଙ୍କର ନୂଆ ରୋଗ ହୁଏ । ସନ ୨୦୧୪ରେ ୯.୬ ନିୟୁତ ଲୋକଙ୍କର ଯକ୍ଷ୍ମା ହୋଇ ପ୍ରାୟ ୧.୫ ନିୟୁତ ଲୋକଙ୍କର ମୃତ୍ୟୁ ହୋଇଥିଲା । ମୋଟ ମୃତ୍ୟୁ ସଂଖ୍ୟାର ୯୫% ବିକାଶଶୀଳ ଦେଶମାନଙ୍କରେ ହୁଏ । ସନ ୨୦୦୦ ପରଠାରୁ ଏହି ରୋଗୀସଂଖା ବଢ଼ିଚାଲିଛି । ଏସିଆ ଓ ଆଫ୍ରିକାର ୮୦% ଲୋକ ଓ ଯୁକ୍ତରାଷ୍ଟ୍ର ଆମେରିକାର ୫ରୁ ୧୦% ଲୋକ ଟ୍ୟୁବରକୁଲିନ ପରୀକ୍ଷାର ପଜିଟିଭ ହୁଏ । ପୁରାକାଳରୁ ମାନବଙ୍କର ଦେହରେ ଯକ୍ଷ୍ମା ହେଉଥିବା ଜଣାଯାଏ । ଆମ ଶରୀରର ରୋଗ ପ୍ରତିରୋଧକ ଶକ୍ତି ଯୋଗୁ ଜୀବାଣୁ ଦେହରେ ପ୍ରବେଶ କଲେ ମଧ୍ୟ ମରି ଯାଆନ୍ତି । କେତେକ କାରଣ ଯେପରିକି ଏଚ.ଆଇ.ଭି ସଂକ୍ରମଣ ରୋଗ ଯୋଗୁ ପ୍ରତିରୋଧକ ଶକ୍ତି କମିଯାଇ ରୋଗ ସଙ୍କଟ ସୃଷ୍ଟି ହୁଏ । ଅଧୁନା ଯକ୍ଷ୍ମା ରୋଗର ଅଧିକ ସଂକ୍ରମଣର ଏହା ଏକ ପ୍ରଧାନ, ଉଲ୍ଲେଖ ଯୋଗ୍ୟ ଓ ଚିନ୍ତା ଉଦ୍ରେକକାରୀ କାରଣ ।
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ଶ୍ରୀରାଧା, ୧୯୮୪ରେ ରମାକାନ୍ତ ରଥଙ୍କଦ୍ୱାରା ରଚିତ ଏକ କବିତା ସଙ୍କଳନ । କବି ରମାକାନ୍ତ ରଥଙ୍କୁ ଏଥି ପାଇଁ ୧୯୯୨ରେ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଭରତବର୍ଷର କାବ୍ୟ ସାହିତ୍ୟରେ 'ଶ୍ରୀରାଧା' ଏକ କ୍ଲାସିକ ସୃଷ୍ଟିର ମାନ୍ୟତା ପାଇଛି । ଏହା ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁଦିତ ହୋଇ ବିପୁଳ ପାଠକୀୟ ଶ୍ରଦ୍ଧା ଲାଭ କରିଛି । ଇଂରାଜୀ ଭାଷାକୁ ଅନୁବାଦ ନିଜେ ଲେଖକ ରମାକାନ୍ତ ରଥ କରିଛନ୍ତି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଋଣ ହେଉଛି ଜଣେ, ଅନେକ ବ୍ୟକ୍ତି କିମ୍ବା କୌଣସି ସଂସ୍ଥା ଇତ୍ୟାଦି କାହାଠୁ ଟଙ୍କା ଧାର ବା ବାକି ଆଣିଥିଲେ କୁହାଯାଇଥାଏ । ରୁଣକର୍ତ୍ତା ବା ଧାରୁଆ ସମ୍ପୂର୍ଣ୍ଣରୂପେ ମୂଳଧନ ଶୁଝିଲା ପର୍ଯ୍ୟନ୍ତ ପୂର୍ବ ନିର୍ଦ୍ଧାରିତ ସୁଧ ସହିତ ପରିଶୋଧ କରିବାକୁ ପଡିଥାଏ । ସାଧାରଣତଃ ଏକ ଦଲିଲରେ ଅନ୍ୟାନ୍ୟ ଦରକାରୀ ତଥ୍ୟ ସହିତ ଋଣ ନେଇଥିବା ମୂଳଧନ, ଋଣଦାତାଙ୍କୁ ମିଳିବାକୁ ଥିବା ବାର୍ଷିକ ସୁଧ, ଋଣକର୍ତ୍ତାଙ୍କର ପରବର୍ତ୍ତୀ ଟଙ୍କା ଦେବା ତାରିଖ ଇତ୍ୟାଦି ଲେଖାଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ପଞ୍ଚକନ୍ୟା (ଇଂରାଜୀ ଭାଷାରେ Panchakanya (पञ्चकन्याcode: sa is deprecated , pañcakanyā), ବା ପାଞ୍ଚ କୁମାରୀ) ହିନ୍ଦୁ ଗ୍ରନ୍ଥମାନଙ୍କରେ ଲିଖିତ ପାଞ୍ଚ ନାୟିକା ଯାହାଙ୍କର ନାମ ନେଲେ ସମସ୍ତ ପାପ ତାପ ହରଣ ହୋଇଯାଉଥିବା ବିଶ୍ୱାସ କରାଯାଏ । ସେମାନଙ୍କର ନାମ ଅହଲ୍ୟା (Ahalya), ଦ୍ରୌପଦୀ, ସୀତା, ତାରା Tara ଓ ମନ୍ଦୋଦରୀ । ଦ୍ରୌପଦୀଙ୍କର ନାମ ମହାଭାରତରେ ଲିପିବଦ୍ଧ ଥିବା ବେଳେ ।, ସୀତା, ଅହଲ୍ୟା, ତାରା ଓ ମନ୍ଦୋଦରୀଙ୍କର ନାମ ରାମାୟଣରେ ଅଛି । ଏହି ପଞ୍ଚ କନ୍ୟାଙ୍କୁ ସତୀ ଓ ପବିତ୍ର ମନେକରାଯାଏ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ସଂସ୍କୃତ (, संस्कृत-, saṃskṛta-, ସାଧାରଣତଃ संस्कृतम्, saṃskṛitam) ଦକ୍ଷିଣ ଏସିଆର ଏକ ଶାସ୍ତ୍ରୀୟ ଭାଷା । ଏହା ଇଣ୍ଡୋ-ୟୁରୋପୀୟ ଭାଷାଗୋଷ୍ଠୀର ଇଣ୍ଡୋ-ଆର୍ଯ୍ୟ ଶାଖାର ଏକ ଭାଷା । ଏହାର ପୂର୍ବବର୍ତ୍ତୀ ଭାଷାଗୁଡ଼ିକ ପ୍ରାକ୍ତନ ବ୍ରୋଞ୍ଜ ଯୁଗରେ ଉତ୍ତର-ପଶ୍ଚିମରୁ ବିସ୍ତାର ଲାଭ କଲାପରେ ଏହା ଦକ୍ଷିଣ ଏସିଆରେ ବ୍ୟାପୀଥିଲା । ସଂସ୍କୃତ ହିନ୍ଦୁ ଧର୍ମର ପବିତ୍ର ଭାଷା ଓ ଶାସ୍ତ୍ରୀୟ ହିନ୍ଦୁ ଦର୍ଶନ ଶାସ୍ତ୍ରରେ, ବୌଦ୍ଧ ଏବଂ ଜୈନ ଧର୍ମର ଐତିହାସିକ ପାଠ୍ୟରେ ବ୍ୟବହାର ହୋଇଥିଲା । ଏହା ପ୍ରାଚୀନ ଏବଂ ମଧ୍ୟଯୁଗୀୟ ଦକ୍ଷିଣ ଏସିଆରେ ଏକ ସଂଯୋଗ ଭାଷା ଥିଲା ଏବଂ ପ୍ରାରମ୍ଭିକ ମଧ୍ୟଯୁଗୀୟ ଯୁଗରେ ଦକ୍ଷିଣ ପୂର୍ବ ଏସିଆ, ପୂର୍ବ ଏସିଆ ଏବଂ ମଧ୍ୟ ଏସିଆକୁ ହିନ୍ଦୁ ଏବଂ ବୌଦ୍ଧ ସଂସ୍କୃତି ବ୍ୟାପିବା ପରେ ଏହା ଧର୍ମ ଏବଂ ଉଚ୍ଚ ସଂସ୍କୃତିର ଭାଷା ଏବଂ ଏହି କ୍ଷେତ୍ରରେ ରାଜନୈତିକ ଉଚ୍ଚବର୍ଗଙ୍କ ଭାଷାରେ ପରିଣତ ହୋଇଥିଲା । ଫଳରେ ବିଶେଷ କରି ବିଭିନ୍ନ ଦକ୍ଷିଣ ଏସିଆ, ଦକ୍ଷିଣପୂର୍ବ ଏସିଆ ଏବଂ ପୂର୍ବ ଏସିଆର ଭାଷାଗୁଡ଼ିକର ଔପଚାରିକ ଏବଂ ପରିବର୍ତ୍ତିତ ଶବ୍ଦାବଳୀ ଉପରେ ସଂସ୍କୃତ ସ୍ଥାୟୀ ପ୍ରଭାବ ପକାଇଥିଲା ।ସଂସ୍କୃତ ସାଧାରଣତଃ ଅନେକ ପୁରୁଣା ଇଣ୍ଡୋ-ଆର୍ଯ୍ୟ ଭାଷା ପ୍ରକାରକୁ ସୂଚାଏ । ଏହାର ସବୁଠାରୁ ପୁରୁଣା ହେଉଛି ଋକବେଦରେ ମିଳୁଥିବା ବୈଦିକ ସଂସ୍କୃତ । ତାହା ଖ୍ରୀ.ପୂ. ୧୫୦୦ ମସିହାରୁ ଖ୍ରୀ.ପୂ. ୧୨୦୦ ମସିହା ମଧ୍ୟରେ ରଚନା କରାଯାଇଥିବା ୧,୦୨୮ଟି ଶ୍ଳୋକକୁ ନେଇ ଗଠିତ ଓ ଏସବୁକୁ ବର୍ତ୍ତମାନର ଉତ୍ତର ପାକିସ୍ତାନ ଓ ଆଫଗାନିସ୍ତାନରୁ ଉତ୍ତର ଭାରତର ଆଡ଼କୁ ପୂର୍ବମୁଖୀ ହୋଇ ପ୍ରବାସ କରୁଥିବା ଇଣ୍ଡୋ-ଆର୍ଯ୍ୟ ଜନଜାତିମାନେ ରଚନା କରିଥିଲେ । ବୈଦିକ ସଂସ୍କୃତ ଭାରତୀୟ ଉପମହାଦେଶର ପୂର୍ବବର୍ତ୍ତୀ ପ୍ରାଚୀନ ଭାଷାମାନଙ୍କ ସହ ଆଦାନ ପ୍ରଦାନ କରିବା ବେଳେ ପ୍ରଥମ କରି ଭେଟିଥିବା ଗଛ ଏବଂ ପଶୁମାନଙ୍କ ନାମ ମଧ୍ୟ ଆହରଣ କରିଥିଲା । ଏହା ବ୍ୟତୀତ ପ୍ରାଚୀନ ଦ୍ରାବିଡ଼ ଭାଷାଗୋଷ୍ଠୀ ସଂସ୍କୃତର ଧ୍ୱନିବିଜ୍ଞାନ ଏବଂ ଗଠନକୁ ପ୍ରଭାବିତ କରିଥିଲେ । "ସଂସ୍କୃତ" ମଧ୍ୟ ଅତି ସାଧାରଣ ଭାବେ ଶାସ୍ତ୍ରୀୟ ସଂସ୍କୃତକୁ ସୂଚାଏ । ଶାସ୍ତ୍ରୀୟ ସଂସ୍କୃତ ଏକ ୧ମ ମସିହାର ମଧ୍ୟଭାଗରେ ଉତ୍ପନ୍ନ ହୋଇଥିବା ଏବଂ ପ୍ରାଚୀନ ବ୍ୟାକରଣଗୁଡ଼ିକ ମଧ୍ୟରେ ସବୁଠାରୁ ବ୍ୟାପକ ଭାବେ ପାଣିନୀଙ୍କ ଅଷ୍ଟାଧ୍ୟାୟୀଦ୍ୱାରା ("ଆଠଟି ଅଧ୍ୟାୟ") ମାନକୀକରଣ ହୋଇଥିଲା । କାଳିଦାସ ସଂସ୍କୃତ ଭାଷାର ସର୍ବଶ୍ରେଷ୍ଠ ନାଟ୍ୟକାର ଓ ସେ ଶାସ୍ତ୍ରୀୟ ସଂସ୍କୃତରେ ଲେଖୁଥିଲେ । ଆଧୁନିକ ଗଣିତର ମୂଳଦୁଆ ପ୍ରଥମେ ଶାସ୍ତ୍ରୀୟ ସଂସ୍କୃତରେ ବର୍ଣ୍ଣନା କରାଯାଇଥିଲା । ତେବେ ସଂସ୍କୃତରେ ରଚିତ ଦୁଇ ପ୍ରମୁଖ ମହାକାବ୍ୟ ମହାଭାରତ ଏବଂ ରାମୟଣ ବିଭିନ୍ନ ମୌଖିକ କାହାଣୀ ବର୍ଣ୍ଣନା ଶୈଳୀରେ ରଚିତ ଓ ଏହି ସଂସ୍କୃତକୁ ମହାକାବ୍ୟ ସଂସ୍କୃତ କୁହାଯାଉଥିଲା । ଏହା ଉତ୍ତର ଭାରତରେ ଖ୍ରୀ.ପୂ.
ସ୍ୱାସ୍ଥ୍ୟ ଶବ୍ଦଟି ଜୀବନ୍ତ ପ୍ରାଣୀର କାର୍ଯ୍ୟ କ୍ଷମତା ବା ମେଟାବୋଲିକ ଦକ୍ଷତାର ସ୍ତରକୁ ଦର୍ଶାଏ । ମାନବ କ୍ଷେତ୍ରରେ ଏହା ବ୍ୟକ୍ତି ବା ଗୋଷ୍ଠୀର ଶାରୀରିକ, ମାନସିକ ଓ ସାମାଜିକ ଆହ୍ୱାନ ବା ଚାଲେଞ୍ଜକୁ ସମ୍ମୁଖୀନ ହେବାର ଦକ୍ଷତାକୁ ବୁଝାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର (WHO) ୧୯୪୮ ମସିହା କନସ୍ଟିଚ୍ୟୁସନରେ ଗୃହିତ ସଂଜ୍ଞା ଅନୁସାରେ ଏହା ଏକ ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଓ ସାମାଜିକ ଭଲ-ଅବସ୍ଥା ଓ କେବଳ ରୋଗ ତଥା ଅକ୍ଷମତାର ଅଭାବ ନୁହେଁ । ଏହି ସଂଜ୍ଞା ଗ୍ରହଣ କରିବାରେ ମଧ୍ୟ ମତଭେଦ ରହିଛି ବିଶେଷତଃ ଏହାର କାର୍ଯ୍ୟକାରୀ ମୂଲ୍ୟ ଓ "ସମ୍ପୁର୍ଣ୍ଣ" ଶବ୍ଦ ଉପରେ । ଅନ୍ୟ କେତେକ ସଂଜ୍ଞା ପ୍ରସ୍ତାବ ଥିବା ବେଳେ ଗୋଟିଏ ସାମ୍ପ୍ରତିକ ସଂଜ୍ଞା ସ୍ୱାସ୍ଥ୍ୟ ଓ ବ୍ୟକ୍ତିଗତ ସନ୍ତୋଷକୁ ସହମତି ମିଳିଛି । ବିଭିନ୍ନ ବର୍ଗୀକରଣ ପଦ୍ଧତି ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତିୟ ବର୍ଗୀକରଣ ପରିବାର (WHO Family of International Classifications), ଆନ୍ତର୍ଜାତୀୟ କାର୍ଯ୍ୟକାରୀତା, ଅକ୍ଷମତା ଓ ସୁସ୍ଥତା ବର୍ଗୀକରଣ(International Classification of Functioning ବାICF), ଆନ୍ତର୍ଜାତୀୟ ରୋଗ ବର୍ଗୀକରଣ (International Classification of Diseases ବା ICD) ସଂସ୍ଥାମାନଙ୍କଦ୍ୱାରା ସାଧାରଣତଃ ସ୍ୱାସ୍ଥ୍ୟର ମାପକାଠି ଓ ସଂଜ୍ଞା ନିରୁପଣ ନିମନ୍ତେ ବ୍ୟବହାର କରାଯାଉଛି ।