ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସାଇଖମ ମିରାବାଈ ଚାନୁ (ଜନ୍ମ ୮ ଅଗଷ୍ଟ ୧୯୯୪) ଜଣେ ଭାରତୀୟ ମହିଳା ଭାରୋତ୍ତୋଳନକାରୀ । ୨୦୨୦ ଟୋକିଓ ଅଲିମ୍ପିକ୍ସର ୪୯କେଜି ବର୍ଗରେ ସେ ରୌପ୍ୟପଦକ ହାସଲ କରିଥିଲେ । ଟୋକିଓ ଅଲିମ୍ପିକ୍ସରେ ଏହା ଥିଲା ଭାରତର ପ୍ରଥମ ପଦକ । ୨୦୧୪ ମସିହାରୁ ମିରାବାଈ ଭାରତକୁ ପ୍ରତିନିଧିତ୍ୱ କରିଆସୁଛନ୍ତି । ସେ ପ୍ରଥମେ ୪୮କିଗ୍ରା ବର୍ଗରେ ଖେଳୁଥିଲେ ଓ ପରେ ୪୯ କିଗ୍ରା ବର୍ଗକୁ ପରିବର୍ତ୍ତନ କରିଥିଲେ । ସେ ଭାରଉତ୍ତୋଳନରେ ଭାରତ ପାଇଁ ବିଶ୍ୱ ଚାମ୍ପିୟନସିପ, କମନୱେଲ୍ଥ ଓ ଏସୀୟ କ୍ରୀଡ଼ାରେ ପଦକ ଜିତିଛନ୍ତି । ୨୦୧୮ ମସିହାରେ ତାଙ୍କୁ ପଦ୍ମଶ୍ରୀ ଉପାଧିରେ ଓ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା । ୨୦୨୦ ଟୋକିଓ ଅଲିମ୍ପିକ୍ସରେ ୪୯କିଗ୍ରା ବର୍ଗରେ ସମୁଦାୟ ୨୨୦କିଗ୍ରା ଓଜନ ଉଠାଇ ସେ ଭାରତ ପାଇଁ ପ୍ରଥମ ପଦକ ହାସଲ କରିଥିଲେ । ସେ ୨୦୧୪ ରାଷ୍ଟ୍ରମଣ୍ଡଳ ଖେଳରେ ୪୮କିଗ୍ରା ବର୍ଗରେ ରୌପ୍ୟ ପଦକ ହାସଲ କରିଥିଲେ । ୨୦୧୭ ଆମେରିକାର ଆନାହେଇମରେ ହୋଇଥିବା ବିଶ୍ୱ ଭାରୋତ୍ତୋଳନ ଚ୍ୟାମ୍ପିୟନସିପର ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣପଦକ ଜିତିଥିଲେ । ଆଗରୁ ସେ କମନୱେଲ୍ଥ ଗେମ୍ସରେ ପଦକ ଓ ୨୦୧୪ରେ ଗ୍ଲାସଗୋରେ ହୋଇଥିବା କମନୱେଲ୍ଥ ଗେମ୍ସରେ ମହିଳା ୪୮ କିଗ୍ରା ବିଭାଗରେ ରୌପ୍ୟପଦକ ଜିତିଥିଲେ । ସେଠରେ ଆଉଜଣେ ଭାରତୀୟା କୁମୁକଚାମ ସଞ୍ଜିତା ସ୍ୱର୍ଣ୍ଣପଦକ ଜିତିଥିଲେ । ସେ ୨୦୧୮ ଗୋଲ୍ଡ଼ କୋଷ୍ଟ କମନୱେଲ୍ଥ ଗେମ୍ସରେ ସ୍ୱର୍ଣ୍ଣପଦକ ଜିଣି ଏକ କମନୱେଲ୍ଥ ଗେମ୍ସ ରେକର୍ଡ଼ ପ୍ରତିଷ୍ଠା କରିଥିଲେ । ମିରାବାଈ ୨୦୧୬ ରିଓ ଅଲମ୍ପିକ୍ସର ମହିଳା ୪୮ କିଗ୍ରା ବିଭାଗରେ ମନୋନୀତ ହୋଇଥିଲେ । ତେବେ ସେ କ୍ଲିନ ଆଣ୍ଡ ଜର୍କ ବିଭାଗରେ ସେ ତିନି ଥର ଭିତରେ ଏହା ସାରିବାରେ ଅସମର୍ଥ ହୋଇଥିଲେ । ୨୦୧୭ ଆମେରିକାର ଆନାହେଇମରେ ହୋଇଥିବା ବିଶ୍ୱ ଭାରୋତ୍ତୋଳନ ଚ୍ୟାମ୍ପିୟନସିପର ସେ ମହିଳା ୪୮ କିଗ୍ରା ବିଭାଗରେ ସେ ପ୍ରତିଯୋଗିତା ରେକର୍ଡ଼ରେ ସେ ସର୍ବମୋଟ ୧୯୪ କିଗ୍ରା (୮୫ କିଗ୍ରା ସ୍ନାଚ ଓ ୧୦୯ କିଗ୍ରା କ୍ଲିନ ଆଣ୍ଡ ଜର୍କ) ଭାରୋତ୍ତଳନ କରି ସେ ସ୍ୱର୍ଣ୍ଣପଦକ ଜିଣିଥିଲେ । ସେ ଭାରତୀୟ ରାଜ୍ୟ ମଣିପୁରରୁ । କ୍ରୀଡ଼ା ନିମନ୍ତେ ତାଙ୍କ ଅବଦାନ ନିମନ୍ତେ ମଣିପୁରର ରାଜ୍ୟପାଳ ଏନ.
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଥାଲାସେମିଆ (ଇଂରାଜୀ ଭାଷାରେ Thalassemias) ରୋଗ ଗୁଡ଼ିକ ଏକ ଇନହେରିଟେଡ ରକ୍ତ ବେମାରୀ (blood disorder) ଦଳ ଯେଉଁଥିରେ ଅସାଧାରଣ ହେମୋଗ୍ଲୋବିନ (hemoglobin) ପ୍ରସ୍ତୁତ ହୁଏ । ହେମୋଗ୍ଲୋବିନର ପ୍ରକାର ଉପରେ ରୋଗ ଲକ୍ଷଣ ନିର୍ଭର କରେ ଓ ଲକ୍ଷଣହୀନରୁ ସାଂଘାତିକ ଲକ୍ଷଣ ପ୍ରକାଶ ପାଇପାରେ । ଅଧିକାଂଶ କ୍ଷେତ୍ରରେ ସାମାନ୍ୟରୁ ସାଂଘାତିକ ଧରଣର ଆନିମିଆ (ଅଳ୍ପ ଲୋହିତ ରକ୍ତ କଣିକା) ଥିବା ଦେଖାଯାଏ । ଏହି ଆନିମିଆ ଫଳରେ ଥକ୍କା ଲାଗେ (tired) ଓ ଚମ ଫିକା (pale skin) ଦେଖାଯାଏ । ଏହା ଫଳରେ ହାଡ଼ ସମସ୍ୟା, ପ୍ଲୀହା ବୃଦ୍ଧି (enlarged spleen), କାମଳ, ଗାଢ଼ ପରିସ୍ରା ହୁଏ ଓ ପିଲାଙ୍କର ଧୀର ବିକାଶ ହୁଏ । ଥାଲାସେମିଆ ରୋଗଗୁଡ଼ିକ ପିତାମାତାଙ୍କଠାରୁ ବଂଶାନୁକ୍ରମେ ଜେନେଟିକ ବେମାରୀ (genetic disorder) ଭାବରେ ଉତ୍ତରାଧୀକାର ସୂତ୍ରେ ପ୍ରାପ୍ତ ହୁଏ । ଆଲଫା ଥାଲାସେମିଆ (alpha thalassemia) ଓ ବିଟା ଥାଲାସେମିଆ (beta thalassemia) ନାମରେ ଦୁଇ ପ୍ରକାର ଥାଲାସେମିଆ ମୂଖ୍ୟତଃ ଦେଖାଯାଏ । ଆଲଫା ଗ୍ଲୋବିନର (alpha globin) ଚାରି ଜିନ ବା ବିଟା ଗ୍ଲୋବିନର (beta globin) ଦୁଇ ଜିନ ମଧ୍ୟରୁ କେତେ ଜିନ ଅନୁପସ୍ଥିତ, ତାହାର ସଂଖ୍ୟା ଉପରେ ଆଲଫା ଓ ବିଟା ଥାଲାସେମିଆର ଭୟାବହତା ନିର୍ଭର କରେ । ସମ୍ପୁର୍ଣ୍ଣ ବ୍ଲଡ଼ କାଉଣ୍ଟ (complete blood count), ସ୍ପେସିଆଲ ହେମୋଗ୍ଲୋବିନ ପରୀକ୍ଷା ଓ ଜେନେଟିକ ପରୀକ୍ଷା ସାହାଯ୍ୟରେ ଏହି ରୋଗ ନିର୍ଣ୍ଣୟ କରାଯାଏ । ପ୍ରିନାଟାଲ ପରୀକ୍ଷା (prenatal testing) କରି ଶିଶୁ ଜନ୍ମ ପୂର୍ବରୁ ତାହାର ରୋଗ ନିର୍ଣ୍ଣୟ କରାଯାଇପାରିବ । ଥାଲାସେମିଆର ପ୍ରକାତ ଓ ଭୟାବହତା ଉପରେ ଚିକିତ୍ସା ନିର୍ଭର କରେ । ଅଧିକ ସାଂଘାତିକ ରୋଗୀଙ୍କୁ ନିୟମିତ ରକ୍ତ ସଞ୍ଚାରଣ (blood transfusions), ଲୌହ ଚିଲେସନ (iron chelation) ଓ ଫୋଲିକ ଏସିଡର (folic acid) ଆବଶ୍ୟକତା ହୁଏ । ଡେଫେରୋକ୍ସାମିନ deferoxamine ବା ଡେଫେରାସିରକ୍ସ deferasirox ସାହାଯ୍ୟରେ ଚିଲେସନ କରାଯାଏ । ବେଳେ ବେଳେ ଅସ୍ଥି ମଜ୍ଜା ପ୍ରତିରୋପଣ bone marrow transplant ଆବଶ୍ୟକ ହୁଏ । ଅତ୍ୟଧିକ ରକ୍ତ ସଞ୍ଚାରଣ ଯୋଗୁ ଅଧିକ ଲୌହ (iron overload) ହେବା ଫଳରେ ହୃତ୍ପିଣ୍ଡ ରୋଗ (heart) ବା ଯକୃତ ରୋଗ (liver disease), ସଂକ୍ରମଣ ଓ ଓଷ୍ଟିଓପୋରୋସିସ ହୋଇପାରେ । ଅତ୍ୟଧିକ ପ୍ଲୀହା ବୃଦ୍ଧି ହେଲେ ଅପରେଶନ କରି (surgical removal) କାଢ଼ି ଦିଆଯାଏ ।ସନ ୨୦୧୩ର ଆକଳନ ଅନୁସାରେ ପୃଥିବୀରେ ପ୍ରାୟ ୨୦୮ ନିୟୁତ ଥାଲାସେମିଆ ରୋଗୀଙ୍କ ମଧ୍ୟରୁ୪.୭ ନିୟୁତ ରୋଗୀଙ୍କର ଅବସ୍ଥା ସାଂଘାତିକ ଥିଲା । ଇଟାଲି, ଗ୍ରୀକ୍, ମଧ୍ୟ ପୂର୍ବ (Middle Eastern), ଦକ୍ଷିଣ ଏସିଆ (South Asian) ଓ ଆଫ୍ରିକାର ବଂଶମାନଙ୍କ ମଧ୍ୟରେ ଏହି ରୋଗ ସାଧାରଣତଃ ଅଧିକ ଦେଖାଯାଏ । ପୁରୁଷ ଓ ମହିଳାମାନେ ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ସନ ୧୯୯୦ରେ ଏହି ରୋଗ ଯୋଗୁ ୩୬,୦୦୦ ମୃତ୍ୟୁ ହୋଇଥିବା ବେଳେ ସନ ୨୦୧୩ରେ ଏହା କମିଯାଏ ୨୫,୦୦୦ ହୋଇଥିଲା । ସାମାନ୍ୟ ଧରଣର ଥାଲାସେମିଆ ଥିବା ରୋଗୀଙ୍କର ମ୍ୟାଲେରିଆ ବିରୁଦ୍ଧରେ କିଛି ପରିମାଣର ସୁରକ୍ଷା ଥାଏ ।
ଉର୍ମିଳା ମିଥିଲା ରାଜା ଜନକ ଏବଂ ରାଣୀ ସୁନୟନାଙ୍କ ଦ୍ୱିତୀୟ କନ୍ୟ ତଥା ସୀତାଙ୍କ ସାନ ଭଉଣୀ ଥିଲେ । ସେ ଅଯୋଧ୍ୟା ରାଜା ଦଶରଥଙ୍କ ତୃତୀୟ ପୁତ୍ର ଲକ୍ଷ୍ମଣଙ୍କୁ ବିବାହ କରିଥିଲେ । ସେମାନଙ୍କର ଦୁଇ ପୁଅ ଥିଲେ - ଅଙ୍ଗଦ ଏବଂ ଚନ୍ଦ୍ରକେତୁ । ଲକ୍ଷ୍ମଣ ଯେମିତି ରାମଙ୍କ ପ୍ରତି ଭାତୃପ୍ରେମରେ ଉତ୍ସର୍ଗୀକୃତ ଥିଲେ, ଉର୍ମିଳା ମଧ୍ୟ ସୀତାଙ୍କ ପ୍ରତି ସେମିତି ଉତ୍ସର୍ଗୀକୃତ ଥିଲେ । ଯଦିଓ ସେ ଜାଣିଥିଲେ ଯେ ସୀତା ତାଙ୍କର ପ୍ରକୃତ ଭଉଣୀ ନୁହଁନ୍ତି ତଥାପି ସୀତାଙ୍କ ପ୍ରତି ତାଙ୍କର ଥିଲା ଗଭୀର ସମ୍ମାନ ।ଯେତେବେଳେ ଲକ୍ଷ୍ମଣ, ରାମ ଏବଂ ସୀତାଙ୍କ ସହ ବନବାସରେ ଯାଇଥିଲେ, ସେତେବେଳେ ଉର୍ମିଲା ମଧ୍ୟ ଲକ୍ଷ୍ମଣଙ୍କ ସହ ତାଙ୍କ ସହ ବନକୁ ଯିବାକୁ ପ୍ରସ୍ତୁତ ଥିଲେ । କିନ୍ତୁ ଲକ୍ଷ୍ମଣ ଦ୍ୱିଧାବୋଧ କରି ଉର୍ମିଳାଙ୍କୁ ତାଙ୍କ ବୃଦ୍ଧ ପିତାମାତାଙ୍କ ଯତ୍ନ ନେବାକୁ ଅଯୋଧ୍ୟାରେ ରହିବାକୁ କହିଥିଲେ । ଲକ୍ଷ୍ମଣ ଲାଭ କରିଥିବା ଏକ ବରଦାନ ପ୍ରଭାବରେ ଉର୍ମିଲା ଏହି ବନବାସର ୧୪ ବର୍ଷ କାଳ ନିରନ୍ତର ଶୋଇ ରହିଥିଲେ ଏବଂ ଏହି ୧୪ ବର୍ଷ ମଧ୍ୟରେ ଲକ୍ଷ୍ମଣ ନିଜ ଭାଇ ଓ ସୀତାଙ୍କୁ ସୁରକ୍ଷା ଦେବା ପାଇଁ କେବେ ଶୋଇ ନଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହେଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ୱର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟଦ୍ୱାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ୱ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହେଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଇଟିଲି (pronunciation ) (ଇଂରାଜି ଭାଷା)ରେ (IPA:ɪdliː), ଏକ ଦକ୍ଷିଣ-ଭାରତୀୟ ବ୍ୟଞ୍ଜନ ଅଟେ । ଏହା ଧଳା ରଙ୍ଗର ନରମ, ଫୁଲକା ଓ ୨-୩ ଇଞ୍ଚ ବ୍ୟାସ ଯୁକ୍ତ ହୋଇଥାଏ । ଏହା ଭାରତୀୟ ଉପ-ମହାଦ୍ୱୀପର ସମଗ୍ର ଭାରତ ଓ ଉତ୍ତର ଶ୍ରୀଲଙ୍କାରେ ଜଳଖିଆ ଭାବେ ଖିଆଯାଏ । ଏହି କେକ ସଦୃଶ ପିଠା ମୁଖ୍ୟତଃ ବଜାରରେ ମିଳୁଥିବା ସ୍ୱତନ୍ତ୍ର "ଇଟିଲି ଛାଞ୍ଚ"ରେ ପ୍ରସ୍ତୁତ କରାଯାଏ । ଇଟିଲିକୁ ବିଶ୍ୱର ସର୍ବୋଚ୍ଚ ସ୍ୱାସ୍ଥ୍ୟ ବର୍ଦ୍ଧକ ଖାଦ୍ୟ ବୋଲି ବିଶ୍ୱାସ କରାଯାଏ ।
ଆଣ୍ଟିସାଇକୋଟିକ, (ଇଂରାଜୀ ଭାଷାରେ Antipsychotic) ଯାହା ନ୍ୟୁରୋଲେପ୍ଟିକ ଭାବରେ ମଧ୍ୟ ଜଣାଶୁଣା, ଏକ ଔଷଧ ଶ୍ରେଣୀ ଯାହା ଉତ୍ତେଜନା, ସିଜୋଫ୍ରେନିଆ, ବାଇପୋଲାର ଡିଜଅଡର ଏବଂ ବାନ୍ତି ପାଇଁ ବ୍ୟବହୃତ ହୁଏ | ଅବାସ୍ତବ ବିଶ୍ୱାସ ଏବଂ ବର୍ଡ଼ର ଲାଇନ ପର୍ସନାଲିଟି ଡିଜଅର୍ଡ଼ର ରୋଗମାନଙ୍କ ନିମନ୍ତେ ମଧ୍ୟ ବ୍ୟବହୃତ ହୁଏ | ଗୋଟିଏ ଔଷଧ ଅପେକ୍ଷା ଅନ୍ୟ ଔଷଧ ଅଧିକ ପ୍ରଭାବଶାଳୀ ଥିବାର ପ୍ରମାଣ ନାହିଁ | ସେଗୁଡିକ ପାଟିରେ କିମ୍ବା ଇଞ୍ଜେକ୍ସନ ଦ୍ୱାରା ବ୍ୟବହୃତ ହୋଇପାରେ | କେତେକ ଦୀର୍ଘକାଳୀନ କାର୍ଯ୍ୟକ୍ଷମ ଔଷଧ ମଧ୍ୟ ଉପଲବ୍ଧ ଅଛି | ସାଧାରଣ ଆଣ୍ଟିସାଇକୋଟିକ୍ସର ପାର୍ଶ୍ୱ ପ୍ରତିକ୍ରିୟାରେ ଅନିଚ୍ଛାକୃତ ଗତିବିଧି ବେମାରୀ, ଟାର୍ଡିଭ୍ ଡିସକାଇନେସିଆ, ନିଦ୍ରାଳୁ ଦୋଷ, ନିମ୍ନ ରକ୍ତଚାପ ଏବଂ ଯୌନକ୍ରିୟା ଅସୁବିଧା ହୋଇପାରେ | ଆଟିପିକାଲ୍ ଆଣ୍ଟିସାଇକୋଟିକର ପାର୍ଶ୍ୱ ପ୍ରତିକ୍ରିୟାରେ ଗତିବିଧି ବ୍ୟାଧି, ନିଦ୍ରାଳୁ ଦୋଷ, ଓଜନ ବୃଦ୍ଧି, ମଧୁମେହ ଏବଂ ଯୌନକ୍ରିୟା ଅସୁବିଧା ଦେଖାଯାଇପାରେ, ଯଦିଓ ଗତିବିଧି ବ୍ୟାଧି ସାଧାରଣତଃ କମ୍ ଦେଖାଯାଏ | ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟାରେ ନ୍ୟୁରୋଲେପ୍ଟିକ୍ ମାଲିଗନାଣ୍ଟ ସିଣ୍ଡ୍ରୋମ ରହିପାରେ । କ୍ଲୋଜାପିନ ଯୋଗୁ କମ ଶ୍ୱେତ ରକ୍ତ କଣିକା ଓ ମାୟୋକାର୍ଡ଼ାଇଟିସ ହୋଇପାରେ । ଏଠାରେ ଦୁଇଟି ମୁଖ୍ୟ ଉପ ପ୍ରକାର ଦେଖାଯାଏ ଯଥା: ସାଧାରଣ ଏବଂ ଅସାଧାରଣ | ଡୋପାମିନ ନିମନ୍ତେ ଉଭୟ ଉପ-ପ୍ରକାର ମସ୍ତିଷ୍କରେ ଥିବା ରିସେପ୍ଟରଗୁଡ଼ିକୁ ଅବରୋଧ କରୁଥିବାବେଳେ ଆଟିପିକାଲ ଗୁଡ଼ିକ ମଧ୍ୟ ସେରୋଟୋନିନ ରିସେପ୍ଟର ଅବରୋଧ କରିଥାଏ | ସାଧାରଣ ଆଣ୍ଟିସାଇକୋଟିକ୍ସ, ପ୍ରଥମେ ୧୯୫୦ ଦଶକରେ ପ୍ରଥମେ ପ୍ରଚଳିତ ହୋଇଥିଲାବେଳେ ୧୯୭୦ ଦଶକରେ ଆଟିପିକାଲ ଶ୍ରେଣୀ ପ୍ରଚଳନ କରାଯାଇଥିଲା | ଉଭୟ ସାଧାରଣ ଏବଂ ଆଟିପିକାଲ ମଧ୍ୟରୁ କେତେକ ଜେନେରିକ ଔଷଧ ଭାବରେ ଉପଲବ୍ଧ ଏବଂ ଅପେକ୍ଷାକୃତ ଶସ୍ତା ଅଟେ | "ନ୍ୟୁରୋଲେପ୍ଟିକ୍", Greek νεῦρον ( ନ୍ୟୁରନ୍ ) ଏବଂ λαμβάνωcode: grc is deprecated ( ଧରନ୍ତୁ ) - ଶବ୍ଦର ଅର୍ଥ ହେଉଛି "ଯାହା ସ୍ନାୟୁ ନିଏ" |
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ୱର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ୱନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ୱର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ୱର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ୱର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ୱୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ୱର ଦାର୍ଶନିକ ମଣ୍ଡଳୀରେ ସ୍ୱୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ ସଂସ୍କୃତ ଭାଷାରେ ତାଙ୍କ ରଚନା ସମୂହଦ୍ୱାରା ସେ ଆତ୍ମା ଓ ନିର୍ଗୁଣ ବ୍ରହ୍ମଙ୍କ ଏକତ୍ତ୍ୱ ପ୍ରତିପାଦନ କରିଥିଲେ । ତାଙ୍କ ମତ ସପକ୍ଷରେ ସେ ବେଦାନ୍ତର ପ୍ରସ୍ଥାନ ତ୍ରୟୀ ପ୍ରଧାନ ଉପନିଷଦ ସମୂହ, ବ୍ରହ୍ମସୂତ୍ର ଓ ଭଗବଦ୍ ଗୀତା ଉପରେ ବିସ୍ତୃତ ଭାଷ୍ୟ ରଚନା କରିଥିଲେ । ତାଙ୍କ ରଚନାରେ ଉପନିଷଦ ମାନଙ୍କର ବାଖ୍ୟା କରାଯାଇଛି । ସେ ହିନ୍ଦୁ ଧର୍ମର ଅନ୍ୟତମ ଦର୍ଶନ ମତ ମୀମାଂଶା ବା ପୂର୍ବ ମୀମାଂଶା, ଯାହା ବୈଦିକ କର୍ମକାଣ୍ଡର ପ୍ରୋତ୍ସାହନ କରିଥାଏ, ତାହାର ସମାଲୋଚନା କରିଥିଲେ । ସେ ମଧ୍ୟ ବୈଦିକ ହିନ୍ଦୁ ଧର୍ମ ଓ ବୌଦ୍ଧ ମତ ମଧ୍ୟରେ ଥିବା ପ୍ରଧାନ ବିଭେଦ ଦର୍ଶାଇ ଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥନୀତିୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥନୀତିୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜାତୀୟ ଖାଦ୍ୟ ସୁରକ୍ଷା ନୀତି, ୨୦୧୩ ( Right to Food Act(ଖାଦ୍ୟ ଅଧିକାର ନୀତି) ନାମରେ ମଧ୍ୟ ଜଣା) (ହିନ୍ଦୀ:राष्ट्रीय खाद्य सुरक्षा) ଏକ ଭାରତୀୟ ସଂସଦ ନୀତି ଅନ୍ତର୍ଗତ ଅଟେଯାହାର ଅର୍ଥ ହେଉଛି ଭାରତର ଦୁଇତୃତୀୟାଂଶ ତଥା ୧.୨ ନିୟୁତ ଲୋକଙ୍କୁ ରିହାତି(ସବସିଡ଼) ଦରରେ ଖାଦ୍ୟ ଯୋଗାଇଦେବା । ଏହା ସେପ୍ଟେମ୍ବର ୧୨, ୨୦୧୩ ମସିହାରେ ଆଇନ ରୂପେ ସ୍ୱାକ୍ଷରିତ ହୋଇଥିଲା । ଏହାର ପୂର୍ବ ପ୍ରଭାବ ଜୁଲାଇ ୫, ୨୦୧୩ରୁ ପଡ଼ିଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଶ୍ରୀନିବାସ ରାମାନୁଜନ FRS (pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଆଷାଢ଼ ଶୁକ୍ଳ ଏକାଦଶୀ ବା ହରିଶୟନ ଏକାଦଶୀ ଦିନ ଠାରୁ ଚତୁର୍ମାସ୍ୟା ଆରମ୍ଭ ହୋଇଯାଏ । ଏହା ସାଧାରଣତଃ ଅଶୁଦ୍ଧ କାଳ ବୋଲି ବିବେଚନା କରାଯାଏ, ତେଣୁ ଏହି ସମୟରେ କୌଣସି ଶୁଭ କର୍ମ କରାଯାଏ ନାହିଁ । ଏହି ସମୟରେ ଭଗବାନ ବିଷ୍ଣୁ ଶୟନରେ ଥା’ନ୍ତି ବୋଲି ବିଶ୍ୱାସ କରାଯାଏ । କିନ୍ତୁ ଏହା ଶ୍ରୀହରିଙ୍କୁ ଆରାଧନା କରିବାର ପ୍ରକୃଷ୍ଟ ସମୟ ବୋଲି ଅନେକ ମତ ଦିଅନ୍ତି । ବର୍ଷା ଚାରିମାସ ମଧ୍ୟରେ ମନୁଷ୍ୟ ଯେତେଦିନ ଜନାର୍ଦ୍ଦନଙ୍କ ସମ୍ମୁଖରେ ସମୟ ଅତିବାହିତ କରେ, ସେତେ ସମୟ ପର୍ଯ୍ୟନ୍ତ ସେ ଅଶ୍ୱମେଧ ଯଜ୍ଞର ଫଳ ଲାଭକରେ । ମହୋଦଧିର ପବିତ୍ର ଜଳରେ ସ୍ନାନପୂର୍ବକ ଭଗବାନ ଶ୍ରୀ ପୁରୁଷୋତ୍ତମଙ୍କର ଦର୍ଶନ କରି ଚତୁର୍ମାସ୍ୟା ବ୍ରତ ପାଳନ କରିବାଦ୍ୱାରା ମୁକ୍ତିର ସାଧନ ସୁଗମ ହୁଏ । ଏଥିପାଇଁ ସାଧକମାନେ ଏହି ସମୟରେ ପୁରୁଷୋତ୍ତମ କ୍ଷେତ୍ରରେ ବାସ କରନ୍ତି । କୁହାଯାଏ ଯେ ବର୍ଷର ଆଠମାସ କାଳ ଭଗବାନଙ୍କୁ ଦର୍ଶନ କରି ମନୁଷ୍ୟ ଯେଉଁ ପୁଣ୍ୟ ଅର୍ଜନ କରିଥାଏ ଚତୁର୍ମାସ୍ୟାର ଗୋଟିଏ ଦିନ ଦର୍ଶନରେ ସେହି ଫଳ ମିଳେ । ସାଧାରଣତଃ ଶାକହାର କିମ୍ବା ଫଳାହାରଦ୍ୱାରା ଏହି ବ୍ରତ ପାଳନ କରାଯାଇଥାଏ । ଯେଉଁମନେ ଆଧ୍ୟାତ୍ମିକସ୍ତରରେ ଉଚ୍ଚତର ସୋପାନକୁ ଯିବା ପାଇଁ ଇଚ୍ଛୁକ ଥାଆନ୍ତି ସେମାନେ ଏହି ସମୟରେ କୌଣସି ନିର୍ଜନ ସ୍ଥାନକୁ ଯାଇ ତପସ୍ୟାରେ ନିମଗ୍ନ ହୋଇଯାଆନ୍ତି । ସାଧାରଣ ଗୃହୀ ସାଧକମାନେ ଜପମାଳା ଧରି ଏହି ସମୟରେ ଜପାଦି କର୍ମ କରିଥାନ୍ତି ।