ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଶାସନର ଉତ୍ଥାନ କାଳରେ ବୋଇତସବୁ ପୁରାତନ କଳିଙ୍ଗରେ ତିଆରି ବିଶାଳ ନାଆ ଓ ଜାହାଜକୁ ବୁଝାଇଥାଏ । କଳିଙ୍ଗର ସମୁଦ୍ରମୁଖୀ ଅଞ୍ଚଳ ଯଥା ଓଡ଼ିଶା ଓ ପଶ୍ଚିମ ବଙ୍ଗ ଓ ଆନ୍ଧ୍ର ପ୍ରଦେଶରେ ଅନେକ ପ୍ରମୁଖ ବନ୍ଦର ଥିବା ହେତୁ ସେଠାରେ ବୋଇତସବୁ ବ୍ୟବହାର କରାଯାଉଥିଲା । ପୁରାତନ ବଣିକମାନେ କଳିଙ୍ଗରୁ ଏହି ବୋଇତରେ ବାଲି, ଜାଭା, ସୁମାତ୍ରା, ବୋର୍ଣ୍ଣିଓ, ଶ୍ରୀଲଙ୍କା, ମାଲେସିଆ, ଭିଏତନାମ, ଥାଇଲାଣ୍ଡ, କାମ୍ବୋଡ଼ିଆ, ଫିଲିପାଇନ୍ସ ଓ ଚୀନ ଆଦି ଦୂର ଦେଶମାନଙ୍କୁ ବେପାର ବଣିଜ ଓ ସାଂସ୍କୃତିକ କାରବାର ପାଇଁ ଯାତ୍ରା କରୁଥିଲେ ।
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ ରାଜନୈତିକ ଦଳ ଅଟେ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ ଅଟେ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।ଅଭିମନ୍ୟୁ ସାମନ୍ତସିଂହାର ଓଡ଼ିଆ କବି ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି। Quick Facts: ବିଦଗ୍ଧ କବିଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର, ଜନ୍ମ ଓ ଜନ୍ମସ୍ଥାନ ... ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ଅଭିମନ୍ୟୁ ସାମନ୍ତସିଂହାର ଜନ୍ମ ଓ ଜନ୍ମସ୍ଥାନ ୨୩ ଫେବୃଆରୀ ୧୭୬୦ (ମାଘ ସପ୍ତମୀ) ବାଲିଆ, ଯାଜପୁର ଜିଲ୍ଲା 20°43′32″N 86°16′22″E ମୃତ୍ୟୁ ୧୫ ଜୁନ ୧୮୦୬ (ବୟସ ୪୬) (ରଜସଂକ୍ରାନ୍ତି) ବାଲିଆ, ଯାଜପୁର ଜିଲ୍ଲା ଜାତୀୟତା ଭାରତୀୟ ଜୀବିକା କବି ଜଣାଶୁଣା କାମ ବିଦଗ୍ଧ ଚିନ୍ତାମଣି ଜୀବନସାଥି ବିମଳା ଦେବୀ ବାପା ବୋଉ ଇନ୍ଦ୍ରଜିତ ସାମନ୍ତସିଂହାର ତୁଳସୀ ଦେବୀ ସମ୍ପର୍କୀୟ ନିମାଇଁ ଚରଣ ହରିଚନ୍ଦନ (ବଂଶଜ) ପରିବାର ସାମନ୍ତସିଂହାର ବଂଶ Close ଜୀବନୀ ସାମନ୍ତସିଂହାର ବଂଶ ଅଭିମନ୍ୟୁଙ୍କ ଆଦି ଜନ୍ମସ୍ଥାନ ଜୟପୁର ଅନ୍ତର୍ଗତ ଭାବଙ୍ଗର । । ସାମନ୍ତସିଂହାର ବଂଶ ସେ ବଂଶର ଅନେକ ପରବର୍ତ୍ତୀ ବୋଲି ଅନୁମାନ କରାଯାଏ । ଏ ବଂଶ ଖୋର୍ଦ୍ଧାର ଭୋଇବଂଶୀୟ ରାଜାଙ୍କଠାରୁ ବରୁଆଂପ୍ରଗନା-ଅନ୍ତର୍ଗତ ବାଲିଆ ଜମିଦାରୀ ପ୍ରାପ୍ତ ହୋଇଥିଲେ । ସାମନ୍ତସିଂହାର ଉପାଧି ସାମନ୍ତସିଂହାର ଉପାଧି କାହାଠାରୁ ପ୍ରାପ୍ତ ହୋଇଥିଲା ତାହା ନିଶ୍ଚିତରୂପେ ଜଣା ନାହିଁ । କେତେକଙ୍କ ମତେ ସେ ଅଞ୍ଚଳରେ ସେତେବେଳେ ବରପଦା ପ୍ରଭୃତି ନାମରେ ସାତ ଟପା ଥିଲା । ଏହି ସାତ ଟପାରେ ରଣସିଂହ ମହାପାତ୍ର, ଦକ୍ଷିଣରାୟ ମହାପାତ୍ର ପ୍ରଭୃତି ବିଭିନ୍ନ ରାଜୋପାଧିଧାରୀ ସାତ ସାମନ୍ତ ଥିଲେ । ଅଭିମନ୍ୟୁଙ୍କ ପୂର୍ବପୁରୁଷ ଏହି ସାମନ୍ତ ମଧ୍ୟରେ ଗଣ୍ୟ ନ ହେଉଥିଲେ ହେଁ ଏକ ସମୟରେ ସେ ବଂଶର ଜଣେ କେହି ଅପର ସାତ ସାମନ୍ତଙ୍କୁ ଗୋଟିଏ ମହା ବିପଦରୁ ବୁଦ୍ଧିବଳେ ରକ୍ଷା କରିଥିଲେ । ଏଥିରେ ସାମନ୍ତମାନେ ସନ୍ତୁଷ୍ଟ ହୋଇ 'ସାମନ୍ତସିଂହାର' ଅର୍ଥାତ୍ ସାମନ୍ତଭୂଷଣ ଉପାଧି ପ୍ରଦାନ କରିଥିଲେ । ସେହି ଉପାଧି ରାଜଦତ୍ତ ଉପାଧି ପ୍ରାୟ ସମ୍ମାନ ସହ ବଂଶପରମ୍ପରା ଚଳି ଆସୁଛି । ଜନନୀ ତୁଳସୀ ଦେବୀ ଉଦୟପୁର(ଲାଉଖିଆ) ଗ୍ରାମର ବିଖ୍ୟାତ ପଟ୍ଟନାୟକ ବଂଶରେ ଜନ୍ମଲାଭ କରିଥିଲେ । ସପତ୍ନୀମାନଙ୍କ ମଧ୍ୟରେ ସେ ଅଧିକ ଧର୍ମପରାୟଣା ଥିଲେ । ବଂଶାବଳୀ ବନ୍ଦକୀ ସାମନ୍ତସିଂହାର ମହାପାତ୍ର ଖୋସାଲି ସାମନ୍ତସିଂହାର ଇନ୍ଦ୍ରଜିତ ସାମନ୍ତସିଂହାର ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ସୁରଥ ଛୋଟରାୟ କବିଙ୍କର ଜନ୍ମ ୧୭୬୦ ମସିହା ଫେବୃଆରୀ ୨୩ତାରିଖ ଦିନ ଯାଜପୁର ଜିଲ୍ଲାର ବାଲିଆଠାରେ ହୋଇଥିଲା ।ବାଲିଆ ଗ୍ରାମ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରି ଠାରୁ ଅନତିଦୁରରେ ଅବସ୍ଥିତ। ତାଙ୍କର ପିତା ଥିଲେ ଜଣେ ଅପୁତ୍ରିକ ଜମିଦାର ଇନ୍ଦ୍ରଜିତ ସାମନ୍ତ ସିଂହାର । ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଜଣେ ପଣ୍ଡିତଙ୍କ ଦେବପୂଜା ହେତୁ ଅଭିମନ୍ୟୁ ଜନ୍ମ ହେବାର ପ୍ରବାଦ ରହିଅଛି । ସେ ହି ଅଭିମନ୍ୟୁଙ୍କ ଗୁରୁ ଥିଲେ । ମାତ୍ର ୯ ବର୍ଷ ବୟସରେ ସେ ପ୍ରଥମ ପଦ୍ୟ ରଚନା କରିଥିଲେ। “ କରମଙ୍ଗା ଗଛ ଛାଇ ଗୋ, ମୋର ହୁଁ ଗୋ । କରମ ଯାହାର ସଫଳ ହୋଇବ, କୃଷ୍ଣଙ୍କୁ ଲଭିବ ସେହି ଗୋ, ମୋର ହୁଁ ଗୋ । ” — ଅଭିମନ୍ୟୁ ସାମନ୍ତସିଂହାର ସାହିତ୍ୟ କୃତି ବିଦଗ୍ଧ ଚିନ୍ତାମଣି ପ୍ରେମ କଳା ରସବତୀ ସୁଲକ୍ଷଣା ପ୍ରେମ ତରଙ୍ଗିଣୀ ବାଘ ଗୀତ ଚଢ଼େଇ ଗୀତ ବୋଲେ ହୁଁ ପ୍ରେମ (ପ୍ରୀତି) ଚିନ୍ତାମଣି ବିଦଗ୍ଧ ଚିନ୍ତାମଣି ତାଙ୍କ ରଚିତ ଓଡ଼ିଆ ସାହିତ୍ୟର ଏକ ମୁଲ୍ୟବାନ ଗ୍ରନ୍ଥ । କେତେଗୋଟି ଜନପ୍ରିୟ ଛାନ୍ଦର ବିଶିଷ୍ଟ ରାଗ ନାମ ଏହି ଗ୍ରନ୍ଥରେ ଦେଖିବାକୁ ମିଳେ, ଯଥା- ଗଡ଼ମାଳିଆ, ଫୁଲତୋଳା ଇତ୍ୟାଦି । ଏଭଳି ନାମଗୁଡ଼ିକୁ କବିଙ୍କ ଶ୍ରଦ୍ଧା ନାମ କୁହାଯାଇପାରେ । ଏହି ଗ୍ରନ୍ଥରୁ ତାଙ୍କ ଜନ୍ମ ବିଷୟରେ ମଧ୍ୟ ଜାଣିହୁଏ । “ ଇନ୍ଦ୍ରଜିତ ଏ ଛାନ୍ଦ ଭଣାଇ ରାଧା ଧ୍ୟାନ କରି ” — ବାଘ ଗୀତ “ ବାଲିଆ ବୋଲି ଯେ ଏକ ନଗର ତହିଁ ନୃପତି ସାମନ୍ତ ସିଂହାର ” —ବାଘ ଗୀତ ତାଙ୍କ ପିତା ଇନ୍ଦ୍ରଜିତ ସାମନ୍ତ ସିଂହାରଙ୍କ ସମ୍ପର୍କରେ ବି ଏଥିରେ ବର୍ଣ୍ଣିତ । ସେ ଯେ ସେଠାକାର ରାଜା ଥିଲେ ଓ ତାଙ୍କ ଲେଖାପାଇଁ ଉତ୍ସାହିତ କରିଥିଲେ ତାହା ଏଥିରେ ବର୍ଣ୍ଣିତ । ଆଧାର ବାହାର ଆଧାର ABOUT THIS ARTICLE View edit history Updated 152 days ago View talk page Discuss improvements to this article READ MORE ଦେବଦୁର୍ଲ୍ଲଭ ଦାସ ପ୍ରାଚୀନ ଓଡ଼ିଆ କବି ବାଇକୋଳି ମହାପାତ୍ର ପଣ୍ଡିତ ବାଇକୋଳି ମହାପାତ୍ର ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି ରଖିଥିଲେ। ରଘୁନାଥ ପରିଚ୍ଛା କବିଚନ୍ଦ୍ର ରଘୁନାଥ ପରିଚ୍ଛା ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ । Content is available under CC BY-SA 3.0 unless otherwise noted.
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ୱର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ୱନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ୱର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ୱର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ୱର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜୀବବିଜ୍ଞାନ ହେଉଛି ଜୀବନ ତଥା ଜୀବମାନଙ୍କ ଉପରେ ଗବେଷଣା କରୁଥିବା ପ୍ରାକୃତିକ ବିଜ୍ଞାନର ଏକ ଶାଖା । ଏଥିରେ ଜୀବମାନଙ୍କର ବାହ୍ଯ ଗଠନ, ଅନ୍ତର୍ଗଠନ, ଆଣବିକ ପ୍ରକ୍ରିୟା, ରାସାୟନିକ ପ୍ରକ୍ରିୟା ଇତ୍ୟାଦି ମଧ୍ଯ ଅନ୍ତର୍ଭୁକ୍ତ ।ଜୀବବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ପ୍ରାଚୀନ ମିଶର ହେଉଛି ଉତ୍ତର ଆଫ୍ରିକାର ନୀଳନଦୀ କୂଳରେ ଗଢ଼ି ଉଠିଥିବା ଏକ ସଭ୍ଯତା । ଏହି ସଭ୍ଯତା ପ୍ରାକ୍-ଐତିହାସିକ ମିଶର ପରେ ପ୍ରାୟ ଖ୍ରୀଷ୍ଟପୂର୍ବ ୩୧୦୦ରେ (ନାମରଙ୍କ ଦ୍ୱାରା) ଉତ୍ତର ଓ ଦକ୍ଷିଣ ମିଶରର ଏକତ୍ରୀକରଣଠାରୁ ଆରମ୍ଭ ହୋଇଥିଲା ବୋଲି ବିଶେଷଜ୍ଞମାନେ ମତ ଦିଅନ୍ତି । ଏହାର ଇତିହାସରେ ଅନେକ ସ୍ଥିର ସାମ୍ରାଜ୍ଯ ସ୍ଥାପିତ ହୋଇଥିଲା; ପ୍ରାଚୀନ ରାଜ୍ଯ, ମଧ୍ଯରାଜ୍ଯ ଓ ସାମ୍ରାଜ୍ଯ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଜୋହାନ୍ ସେବାଷ୍ଟିଆନ୍ ବାଚ୍ (ମାର୍ଚ୍ଚ 21, 1685 - ଜୁଲାଇ 28, 1750) ବାରୋକ୍ ଅବଧିର ଜଣେ ଜର୍ମାନ ରଚନା ଥିଲେ । ପାଶ୍ଚାତ୍ୟ ସଂଗୀତ ଇତିହାସର ସର୍ବଶ୍ରେଷ୍ଠ ଏବଂ ଗୁରୁତ୍ୱପୂର୍ଣ୍ଣ ସଂଗୀତଜ୍ଞ ଭାବରେ ତାଙ୍କୁ ବ୍ୟାପକ ଭାବରେ ବିବେଚନା କରାଯାଏ | ବାଚଙ୍କ ସଂଗୀତ - ବାରୋକ୍ ଶୈଳୀର ପରିଣତି - ମୋଜାର୍ଟ, ବିଥୋଭେନ୍ ଏବଂ ବ୍ରହ୍ମସ୍ ସମେତ ପରବର୍ତ୍ତୀ ରଚନାଙ୍କ ସଂଗୀତକୁ ପ୍ରଭାବିତ କରିଥିଲା | ସେ ପଲିଫୋନିର ଗୁରୁ ଭାବରେ ଜଣାଶୁଣା | ତାଙ୍କର ଅନେକ ପୁଅ ସିପିଇ ବାକ୍ ଏବଂ ଜୋହାନ୍ ଖ୍ରୀଷ୍ଟିଆନ୍ ବାକ୍ ଙ୍କ ସମେତ ପ୍ରସିଦ୍ଧ ଏବଂ ପ୍ରଭାବଶାଳୀ ସଂଗୀତଜ୍ଞ ହୋଇଥିଲେ |
ଏକ ସ୍ୟାଣ୍ଡୱିଚ ସାଧାରଣତଃ ପରିବା, ପନିର ଏବଂ ମାଂସ ଯୁକ୍ତ ଭୋଜନ ଅଟେ , ବ୍ରେଡ଼ର ସ୍ଲାଇସରେ କିମ୍ବା ତା'ମଧ୍ୟରେ କିମ୍ବା ଅଧିକ ସମାନୟତଃ ଖାଦ୍ୟ ଯେଉଁଥିରେ ରୁଟିର ଦୁଇରୁ ଅଧିକ ଖଣ୍ଡ କଣ୍ଟେନର କିମ୍ବା ଅନ୍ୟ ଖାଦ୍ୟ ପଦାର୍ଥ ପାଇଁ ଆବରଣ ରୂପେ କାମକରିଥାଏ । ସ୍ୟାଣ୍ଡୱିଚ , ପଶ୍ଚିମ ଦୁନିଆରେ ଏକ ପୋର୍ଟେବୁଲ ଫିଙ୍ଗରିଙ୍ଗ ଭୋଜନ ରୂପେ ଆରମ୍ଭ ହୋଇଥିଲା, ତା'ପରେ ସମୟର ଗତିବିଧି ଅନୁସାରେ ଏହା ଦୁନିଆ ସାରା ପ୍ରଚଳିତ ହୋଇଗଲା ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।