ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
ଶ୍ରୀନିବାସ ରାମାନୁଜନ FRS (pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଆସ୍ପର୍ଗର୍ ସିଣ୍ଡ୍ରୋମ୍ (ଇଂରାଜୀ ଭାଷାରେ Asperger syndrome (AS), ବା Asperger's ବା ଏଏସ୍), ଏକ ବିକାଶାତ୍ମକ ବେମାରୀ (developmental disorder) ଯେଉଁଥିରେ ସାମାଜିକ ଓ ଅଣମୌଖିକ ଯୋଗାଯୋଗରେ (nonverbal communication) ତୃଟି ଥାଏ; ସୀମିତ ପୁନଃପୌନିକ ବ୍ୟବହାର ଓ ରୁଚିର ପ୍ୟାଟର୍ଣ୍ଣ ଦେଖାଯାଏ । ଏହା ଏକ ଅଟିଜ୍ମ ସ୍ପେକ୍ଟ୍ରମ୍ ବେମାରୀ (autism spectrum disorder ବା ASD) ଯେଉଁଥିରେ ସାଧାରଣ ଭାଷା ବିକାଶ ଓ ବୁଦ୍ଧିମତ୍ତା ଥାଏ । ଏଥିରେ ଅସ୍ୱାଭାବିକ ଭାଷା ବ୍ୟବହାର ଓ ବେଢଙ୍ଗ ଶାରୀରିକ କ୍ରିୟାକଳାପ ଦେଖାଯାଏ । ଦୁଇ ବର୍ଷ ବୟସ ହେବା ପୂର୍ବରୁ ଏହି ରୋଗ ବାହାରି ଆଜୀବନ ରହେ । ଆସ୍ପର୍ଗର୍ ସିଣ୍ଡ୍ରୋମ୍ର ସଠିକ୍ କାରଣ ଜଣାଯାଇନାହିଁ । ଜେନେଟିକ କାରଣ ଥିବା ସନ୍ଦେହ ଥିଲେ ମଧ୍ୟ ପ୍ରମାଣିତ ହୋଇନାହିଁ । ପରିବେଶର ଭୂମିକା ମଧ୍ୟ ଥାଇପାରେ । ମସ୍ତିଷ୍ଲ ଇମେଜିଙ୍ଗ ଏକ ଅନ୍ତର୍ନିହିତ କାରଣରୂପେ ଚିହ୍ନଟ ହୋଇନାହିଁ । ଏହି ରୋଗକୁ ଏକ ରୋଗ ରୂପେ ବିବେଚନା ନ କରି ଅଟିଜ୍ମ ସ୍ପେକ୍ଟ୍ରମ ବେମାରୀ ଦଳରେ ଅନ୍ତର୍ଭୁକ୍ତ କରାଯାଇଛି । ସନ ୨୦୧୫ର ଆନ୍ତର୍ଜାତୀୟ ରୋଗ ବର୍ଗୀକରଣ ସଂସ୍କରଣରେ (International Classification of Diseases) ଏହାର ନାମ ଅଛି ।ଏହାର କୌଣସି ଗୋଟିଏ ଚିକିତ୍ସା ନାହିଁ ଓ ଚିକିତ୍ସାର ପ୍ରଭାବ ନିମନ୍ତେ ସୀମିତ ଡାଟା ମିଳୁଛି । ଯୋଗାଯୋଗ ଦକ୍ଷତା, ଆସକ୍ତି ଓ ପୁନଃପୌନିକ ରୁଟିନ ଓ ଶାରୀରିକ ଅଦକ୍ଷତା ଇତ୍ୟାଦିର ଚିକିତ୍ସା କରିବାକୁ ଲକ୍ଷ ରଖାଯାଏ । ସାମାଜିକ ଦକ୍ଷତା ପ୍ରଶିକ୍ଷଣ, ଜ୍ଞାନାତ୍ମକ ବ୍ୟବହାରିକ ଥେରାପି, ଶାରୀରିକ ଥେରାପି, ଭାଷଣ ଥେରାପି, ପିତାମାତାଙ୍କ ପ୍ରଶିକ୍ଷଣ, ଅବସାଦ ଓ ଉତ୍ତେଜନା ନିମନ୍ତେ ଔଷଧ ବିଷୟରେ ପ୍ରଶିକ୍ଷଣ ଦେବାକୁ ଚେଷ୍ଟା କରାଯାଏ । ଅଧିକାଂଶ ପିଲା ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଉନ୍ନତି ଲାଭ କରନ୍ତି । କେତେକ ଗବେଷକଙ୍କ ମତରେ ଏହି ରୋଗକୁ ଏକ ରୋଗ ହିସାବରେ ବିଚାର ନ କରି ଏକ ବ୍ୟତିକ୍ରମ ଭାବରେ ଚିକିତ୍ସା କରିବା ଉଚିତ ।ସନ ୨୦୧୩ର ଆକଳନ ଅନୁସାରେ ପୃଥିବୀରେ ପ୍ରାୟ ୩୧ ନିୟୁତ ଆସ୍ପର୍ଗର୍ ସିଣ୍ଡ୍ରୋମ୍ ରୋଗୀ ଥିଲେ । ଅଷ୍ଟ୍ରିଆର ଶିଶୁରୋଗ ବିଶେଷଜ୍ଞ ହାନ୍ସ ଆସ୍ପର୍ଗର୍ ସନ ୧୯୪୪ରେ ଏହି ରୋଗୀଙ୍କର ଲକ୍ଷଣମାନଙ୍କର ସବିଶେଷ ବର୍ଣ୍ଣନା କରିଥିଲେ । ଆସ୍ପର୍ଗର୍ ସିଣ୍ଡ୍ରୋମ୍ର ଆଧୁନିକ ଧାରଣା ସନ ୧୯୮୧ରେ ଆସିଲା ଓ କିଛି ସମୟ ପର୍ଯ୍ୟନ୍ତ ଲୋକପ୍ରିୟ ଥିଲା । ସନ ୧୯୯୦ରେ ଏହି ରୋଗ ନିର୍ଣ୍ଣୟ ଏକ ମାନକ ନିର୍ଣ୍ଣୟ ଥିଲେ । ଏହି ବେମାରୀ ଉପରେ ଅନେକ ପ୍ରଶ୍ନବାଚୀ ଓ ବିବାଦ ରହିଛି । ଏହି ରୋଗ ହାଇ-ଫଙ୍କସନିଙ୍ଗ ଅଟିଜ୍ମରୁ ଭିନ୍ନ ବିଷୟରେ ସନ୍ଦେହ ରହିଛି । ଏହି କାରଣମାନଙ୍କ ଯୋଗୁ ରୋଗ ପ୍ରତିଶତ ହିସାବ ସଠିକ ଭାବରେ ଆକଳନ କରିହେଉ ନାହିଁ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କୁସିଙ୍ଗ ସିଣ୍ଡ୍ରୋମ ବା ହାଇପରକର୍ଟିସୋଲିଜ୍ମ ବା ଇତସେଙ୍କୋ-କୁସିଙ୍ଗ ସିଣ୍ଡ୍ରୋମ ବା ହାଇପର ଆଡ୍ରେନୋକର୍ଟିସିଜ୍ମ, (ଇଂରାଜୀରେ Cushing's syndrome, also known as hypercortisolism, Itsenko-Cushing syndrome, and hyperadrenocorticism<, କେତେକ ଲକ୍ଷଣ ଓ ଚିହ୍ନର ସମାହାରକୁ ବୁଝାଏ ଯାହା ବହୁତ ଦିନ ଧରି କର୍ଟିସୋଲ ସଂସ୍ପର୍ଶରେ ଆସିଲେ ହୁଏ । ଏହାର ଲକ୍ଷଣ: ଉଚ୍ଚ ରକ୍ତଚାପ,ସ୍ଥୁଳ ଉଦର କିନ୍ତୁ ହାତ ଗୋଡ଼ ସରୁ, ଲାଲଟଣାଦାଗ, ଗୋଲମୁହଁଓଦୁଇ କାନ୍ଧ ମଝିରେ ଚର୍ବିଗଦା, ଦୂର୍ବଳ ମାଂସପେଶୀ, ଦୂର୍ବଳ ହାଡ଼, ମୁଖବ୍ରଣ, ଭଙ୍ଗୁର ଚର୍ମ ଯାହା ସହଜରେ ଶୁଖେନାହିଁ । . ମହିଳାମାନଙ୍କର ଅଧିକ ବାଳ ଉଠିପାରେ ଓ ଅନିୟମିତ ଋତୁଚକ୍ର ହୋଇପାରେ । ବେଳେ ବେଳେ ମିଜାଜ ପରିବର୍ତ୍ତନ ହୁଏ, ମୁଣ୍ଡବଥା ଓ କ୍ରନିକ ଥକ୍କା ଲାଗେ । ଅତ୍ୟଧିକ କର୍ଟିଜୋଲ ସମ୍ବନ୍ଧୀୟ ଔଷଧ ଯେପରିକି ପ୍ରେଡନିସୋନ ଗ୍ରହଣ କଲେ ବା କୌଣସି ଅର୍ବୁଦ ଯାହା ନିଜେ ଅତ୍ୟଧିକ କର୍ଟିଜୋଲ ତିଆରି କଲେ ବା ଆଡ୍ରେନାଲଦ୍ୱାରା ତିଆରି କଲେ କୁସିଙ୍ଗ ସିଣ୍ଡ୍ରୋମ ହୁଏ । ପିଟୁଇଟାରି ଆଡେନୋମା (ପିଟୁଇଟାରି ଗ୍ରନ୍ଥିରେ ଆଡେନୋମା ଅର୍ବୁଦ) ଯୋଗୁକୁସିଙ୍ଗ ରୋଗ ହୁଏ । ଏହା ଯୋଗୁ ଔଷଧ ପରେ ଦ୍ୱିତୀୟ ସର୍ବାଧିକ କୁସିଙ୍ଗ ସିଣ୍ଡ୍ରୋମ ହୁଏ । ଅନ୍ୟ ଅନେକ ଅର୍ବୁଦ ଯୋଗୁ ମଧ୍ୟ କୁସିଙ୍ଗ ସିଣ୍ଡ୍ରୋମ ହୁଏ । . ଏମାନଙ୍କ ମଧ୍ୟରୁ କେତେକ ଉତ୍ତରେଧିକାର ସୂତ୍ରରେ ହୁଏ ଯଥାମଲ୍ଟିପ୍ଲ ଏଣ୍ଡୋକ୍ରାଇନ ନିଓପ୍ଲାସିଆ ଟାଇପ ୧ ଓ କାର୍ନେ କମ୍ପ୍ଲେକ୍ସ । ଅନେକ ଗୁଡ଼ିଏ ସୋପାନ ଦେଇ ରୋଗ ନିର୍ଣ୍ଣୟ କରାଯାଏ । ପ୍ରଥମ ସୋପାନରେ ରୋଗୀ କି ଔଷଧ ନେଉଛି, ଜାଣିବାକୁ ହୁଏ । ଦ୍ୱିତୀୟ ସୋପାନ: ଡେକ୍ସାମେଥାଜୋନ ଦେବାପରେ ଲାଳ, ରକ୍ତ ଓ ପରିସ୍ରାରେ କର୍ଟିଜୋଲ ସ୍ତର ବା ପରିମାଣ ନିର୍ଣ୍ଣୟ କରାଯାଏ । ଏହି ଟେଷ୍ଟରେ କିଛି ଅସାଧାରଣ ଦେଖିଲେ ଗଭୀର ରାତିରେ କର୍ଟିଜୋଲ ପରୀକ୍ଷା କରାଯାଏ । କର୍ଟିଜୋଲ ଅଧିକ ରହିଲେ ଓ ପିଟୁଇଟାରିରେ କିଛି ହୋଇଥିବା ସନ୍ଦେହ ହେଲେ ଏସିଟିଏଚ ନିମନ୍ତେ ରକ୍ତ ପରୀକ୍ଷା କରାଯାଏ । ଅଧିକାଂଶ ରୋଗୀଙ୍କର ଚିକିତ୍ସା କରିହୁଏ ଓ ଆରୋଗ୍ୟ ମଧ୍ୟ ହୁଅନ୍ତି । .
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ପଲିସିଷ୍ଟିକ ଓଭାରି ସିଣ୍ଡ୍ରୋମ ବା (ପିସିଓଏସ) ବା ହାଇପରଆଣ୍ଡ୍ରୋଜେନିକ ଆନଓଭ୍ୟୁଲେସନ (ଏଚଏ) (ଇଂରାଜୀରେ Polycystic ovary syndrome (PCOS), ବା hyperandrogenic anovulation (HA), ବା ସ୍ଟେଇନ ଲେଭେନଥାଲ ସିଣ୍ଡ୍ରୋମ (Stein–Leventhal syndrome), ଏକ ଲକ୍ଷଣ ସେଟ ଯାହା ହରମୋନ ଅସମତୁଲତା ଯୋଗୁ ମହିଳାମାନଙ୍କର ହୁଏ । ଏହାର ଲକ୍ଷଣ ସମୂହ: ଆଦୌ ଋତୁଚକ୍ର ନ ହେବା ବା ଅନିୟମିତ ଋତୁଚକ୍ର ହେବା, ଅତ୍ୟଧିକ ଋତୁସ୍ରାବ, ଦେହରେ ବା ମୁହଁରେ ଅତ୍ୟଧିକ ବାଳ ବଢ଼ିବା, ପେଲଭିସରେ ଯନ୍ତ୍ରଣା, ମୁଖବ୍ରଣ, ଗର୍ଭାଧାନ ଅସୁବିଧା ଓ ଚର୍ମରେ ମୋଟା, କଳା ଭେଲଭେଟ ଭଳି ପ୍ୟାଚ ହୁଏ । ଏହା ସହ ସଂମ୍ପୃକ୍ତ ରୋଗମାନଙ୍କର ନାମ: ଟାଇପ ୨ ଡାଏବେଟିସ, ମୋଟାପଣ, ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, ହୃଦରୋଗ, ମିଜାଜ ବିକାର ଓ ଏଣ୍ଡୋମେଟ୍ରିଆଲ କର୍କଟ । ପିସିଓଏସ ରୋଗ ଉଭୟ ଜେନେଟିକ ଓ ପରିବେଶ ପ୍ରଭାବ ଯୋଗୁ ହୁଏ । ସଙ୍କଟଦାୟୀ କାରକଙ୍କ ନାମ: ମୋଟାପଣ, ସ୍ୱଳ୍ପ ବ୍ୟାୟାମ ଓ ପରିବାରରେ କୌଣସି ଜଣକର ଏହି ରୋଗ ଥିବା ଇତିହାସ । ଡିମ୍ବ କ୍ଷରଣ, ଉଚ୍ଚ ଆଣ୍ଡ୍ରୋଜେନ ସ୍ତର ଓ ଓଭାରିଆନ ସିସ୍ଟ ମଧ୍ୟରୁ ଦୁଇଟି ଥିଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଅଲଟ୍ରାସାଉଣ୍ଡରେ ଏହି ରୋଗ ଚିହ୍ନଟ ହୁଏ । ଏକା ଭଳି ଲକ୍ଷଣ ଦେଖାଯାଉଥିବା ଅନ୍ୟ ରୋଗମାନଙ୍କର ନାମ: ଆଡ୍ରେନାଲ ହାଇପରପ୍ଲାସିଆ, ହାଇପୋଥାଇରଏଡିଜମ, ହାଇପରପ୍ରୋଲାକ୍ଟିନେମିଆ । ପିସିଓଏସ ରୋଗ ଆରୋଗ୍ୟ ହୁଏ ନାହିଁ । ଓଜନ ହ୍ରାସ ଓ ବ୍ୟାୟାମ ଭଳି ଜୀବନ ଧାରା ବଦଳେଇ ଚିକିତ୍ସା କରାଯାଏ । ଜନ୍ମ ନିରୋଧ ବଟିକା ବ୍ୟବସ୍ଥା କଲେ ଋତୁସ୍ରାବରେ ଉନ୍ନତି ହୁଏ, ଅଧିକ ବାଳ କମିଯାଏ ଓ ମୁଖ ବ୍ରଣ କମିଯାଏ । ମେଟଫର୍ମିନ ଓ ଆଣ୍ଡ୍ରୋଜେନ ଦେଲେ ସାହାଯ୍ୟକାରୀ ହୁଏ । ଅନ୍ୟାନ୍ୟ ମୁଖ ବ୍ରଣ ଚିକିତ୍ସା, ବାଳ ଦୂର କରିବା ପଦ୍ଧତି ବ୍ୟବହାର କଲେ ଉପକାର ମିଳେ । ପ୍ରଜନନ କ୍ଷମତା ବୃଦ୍ଧି ନିମନ୍ତେ ଓଜନ ହ୍ରାସ, କ୍ଲୋମିଫେନ କିମ୍ବା ମେଟଫର୍ମିନ ଦିଆଯାଏ । ଶରୀର ବହିସ୍ଥ ଡିମ୍ବଶୁକ୍ରାଣୁ ନିଷିକ୍ତ କରିବାଦ୍ୱାରା ସନ୍ତାନ ଜନ୍ମ ସମ୍ଭବ ହୋଇପାରେ । ମହିଳାମାନଙ୍କର ୧୮ରୁ ୪୪ ବର୍ଷ ବୟସ ମଧ୍ୟରେ ପିସିଓଏସ ସର୍ବାଧିକ ଅନ୍ତଃସ୍ରାବୀ ରୋଗ ଭାବରେ ଜଣାଶୁଣା । ଏହି ବୟସ ମଧ୍ୟରେ ୫ %ରୁ ୧୦ % ମହିଳା ଏହାର ଶିକାର ହୁଅନ୍ତି । ଏହା ପ୍ରଜନନ ଅକ୍ଷମତାର ଏକ ମୂଖ୍ୟ କାରଣ । ସନ ୧୭୨୧ରେ ଇଟାଲିରେ ଏହି ରୋଗର ସବୁଠାରୁ ପୁରାତନ ବର୍ଣ୍ଣନା ଦେଖିବାକୁ ମିଳେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସାବରମତୀ ଆଶ୍ରମ, ଭାରତର ପଶ୍ଚିମଭାଗରେ ଅବସ୍ଥିତ ଗୁଜରାଟରାଜ୍ୟର ଅହମଦାବାଦ ଜିଲ୍ଲାର ସାବରମତୀ ନଦୀ କୂଳରେ ଅବସ୍ଥିତ ଏକ ଐତିହାସିକ ଆଶ୍ରମ । ସତ୍ୟାଗ୍ରହ ଆଶ୍ରମ ନାମରେ ପ୍ରସିଦ୍ଧ ଏହି ଆଶ୍ରମର ସ୍ଥାପନା ୧୯୧୭ ମସିହାରେ ମହାତ୍ମା ଗାନ୍ଧୀଙ୍କଦ୍ୱାରା ଅହମଦାବାଦର ପାଲଡିସ୍ଥିତ କୋଚରବ ଆଶ୍ରମଠାରେ ସ୍ଥାପିତ ହୋଇଥିଲା। ୧୯୫୭ ମସିହାରେ ବର୍ତ୍ତମାନସ୍ଥିତ ସାବରମତୀ ନଦୀ କୂଳକୁ ସ୍ଥାନାନ୍ତରିତ କରାଯାଇଥିଲା ।
ରବର୍ଟ ହିଲ୍ (ଜନ୍ମ:୨ ଅପ୍ରେଲ ୧୮୯୯)ତାଙ୍କର ଅନ୍ୟ ନାମ ହେଲା ରବିନ୍ ହିଲ୍ ସେ ଜଣେ ବ୍ରିଟେନ୍ର ଉଦ୍ଭିଦ ଜିବରସାୟନବିଦ୍ ଥିଲେ । ଯିଏ ୧୯୩୯ରେ ପ୍ରମାଣ କରିଥିଲେ କି 'Hill reaction' of photosynthesis, ପ୍ରମାଣ କରିଥିଲା କି oxygen ବାହାରେ the light requiring steps of photosynthesisରେ ଓ ତାଙ୍କର ବାହୁତ ଅବଦାନ ଅଛି Z-scheme ଏବଂ oxygenic photosynthesis ଉପରେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ନର୍ଗିସ ସେଠୀ (ଉର୍ଦ୍ଦୁ: نرگس سیٹھی) ପାକିସ୍ଥାନୀ ପ୍ରଶାସନିକ ସେବାର ଜଣେ ଅବସରପ୍ରାପ୍ତ ପାକିସ୍ଥାନୀ ନାଗରିକ ସେବା ଅଧିକାରୀ ଅଟନ୍ତି ଯିଏକି ପାକିସ୍ଥାନର କ୍ୟାବିନେଟ ସଚିବ ଏବଂ ପାକିସ୍ଥାନର ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ ଭାବରେ ବିପିଏସ-୨ ଶ୍ରେଣୀରେ କାର୍ଯ୍ୟ କରିଥିଲେ । ସେଠୀଙ୍କ ଦ୍ଵାରା ପରିଚାଳିତ ଅନ୍ୟାନ୍ୟ ହେଭିୱେଟ କାର୍ଯ୍ୟରେ ଜଳ ଓ ଶକ୍ତି ସଚିବ, ଅର୍ଥନୈତିକ ବ୍ୟାପାର ସଚିବ ଏବଂ ପାକିସ୍ଥାନର ପ୍ରତିରକ୍ଷା ସଚିବ ଅନ୍ତର୍ଭୁକ୍ତ । ଅକ୍ଟୋବର ୨୦୧୦ ମସିହାରେ ସେଠୀଙ୍କୁ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନିଙ୍କ ଦ୍ଵାରା ଫେଡେରାଲ ସେକ୍ରେଟାରୀ ପଦରେ ପଦୋନ୍ନତି ଦିଆଯାଇଥିଲା । ସିଭିଲ ସର୍ଭିସରୁ ଅବସର ନେବାପରେ ତାଙ୍କୁ ଫେଡେରାଲ ପବ୍ଲିକ ସର୍ଭିସ କମିଶନର ସଦସ୍ୟ ଭାବେ ନିଯୁକ୍ତ କରାଯାଇଥିଲା ।
ଗଣେଶଙ୍କ ପତ୍ନୀ ଓ ଗଣେଶଙ୍କ ବୈବାହିକ ସ୍ଥିତି ବିଷୟ ବିଭିନ୍ନ ପୌରାଣିକ ଗ୍ରନ୍ଥମାନଙ୍କରେ ଭିନ୍ନ ଭିନ୍ନ ଥାଏ ଓ ଏହା ପଣ୍ଡିତମାନଙ୍କର ସମୀକ୍ଷାକୁ ଖୋରାକ ଯୋଗାଏ । ତାଙ୍କର ଭିନ୍ନ ଭିନ୍ନ ପତ୍ନୀ ବିଷୟରେ ଲେଖାଥାଏ । ଏକ ପୌରାଣିକ ଗାଥାରେ ସେ ଅବିବାହିତ ବା ବ୍ରହ୍ମଚାରୀ ଥିବା ଲେଖାଅଛି । ଅନ୍ୟ କେତେକ କଥାରେ ତାଙ୍କର ବୁଦ୍ଧି (ବୁଝିବା ଶକ୍ତି), ସିଦ୍ଧି (ସାଫଲ୍ୟ) ଓ ରିଦ୍ଧି (ସମୃଦ୍ଧି) ନାମକ ତିନି ପତ୍ନୀ ଥିବା ଉଲ୍ଲେଖ ଅଛି ଓ ଏହି ତିନି ଗୁଣକୁ ମାନବୀକରଣ କରି ତିନି ପତ୍ନୀ ଭାବରେ ବର୍ଣ୍ଣନା କରାଯାଇଛି । ଅନ୍ୟ ଏକ ବୃତ୍ତାନ୍ତରେ କଳା ଓ ସଂସ୍କୃତିର ଦେବୀ ସରସ୍ୱତୀଙ୍କ ସହିତ ତାଙ୍କୁ ସଂଯୁକ୍ତ କରାଯାଇଛି । ବେଙ୍ଗଲରେ ତାଙ୍କୁ କଦଳୀ ବୃକ୍ଷ ସହିତ ଯୋଗସୂତ୍ର ଥିବା କୁହାଯାଏ । ସାଧାରଣତଃ ତାଙ୍କର ରଚନାତ୍ମକ ଶକ୍ତିକୁ ତାଙ୍କର ପତ୍ନୀ ଭାବରେ ଉପସ୍ଥାପନ କରାଯାଏ । ତାଙ୍କର ଏକ ପତ୍ନୀ ଥିବା ବା ଅନାମଧେୟ ଦାସୀ ପତ୍ନୀ ଥିବା ଦର୍ଶାଯାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ୟୁକ୍ଲିଡ୍ (; ପ୍ରାଚୀନ ଗ୍ରୀକ: Εὐκλείδηςcode: grc is deprecated Eukleidēs; ପ୍ରାୟ ଖ୍ରୀ.ପୂ ୩୨୫-ଖ୍ରୀ.ପୂ.୨୬୫) ଜଣେ ଗ୍ରୀକ୍ ଗଣିତଜ୍ଞ ଥିଲେ । ସେ ମିଶରର ଆଲେକ୍ଜାଣ୍ଡ୍ରିଆରେ ଥିଲେ ଓ ଆଲେକ୍ଜାଣ୍ଡ୍ରିଆ ପାଠାଗାରରେ କାମ କରୁଥିଲେ । ତାଙ୍କ ବିଷୟରେ କମ୍ ଜଣାଅଛି, କିନ୍ତୁ ବିଶ୍ୱାସ କରାଯାଏ ଯେ ସେ ଟଲେମି ୧ମ ଙ୍କର ସମସାମୟିକ । ତାଙ୍କର ଜନ୍ମସ୍ଥାନ ଓ ସମୟ ଜଣା ନାହିଁ ।
ମନିଷା ମିଶ୍ର ଜଣେ ଭାରତୀୟ-ଓଡ଼ିଆ ଅଭିନେତ୍ରୀ । ସେ ମୁଖ୍ୟତଃ ଓଡ଼ିଆ କଥାଚିତ୍ର, ଓଡ଼ିଆ ଦୂରଦର୍ଶନ ଧାରାବାହିକ ଆଦିରେ ଅଭିନୟ କରନ୍ତି । ୧୯୯୬ ମସିହାରେ ସେ ଓଡ଼ିଆ କଥାଚିତ୍ର ପୁଅ ମୋର ଭୋଳାଶଙ୍କରରେ ଅଭିନୟ କରିଥିଲେ । ପରବର୍ତ୍ତୀ ସମୟରେ ସେ ସୁପରଷ୍ଟାର, ମୁଁ ଦିୱାନା ତୋ' ପାଇଁ, ଧର୍ମ, ଗଡ୍ଫାଦର୍, ବିନ୍ଦାସ ରୋମିଓ, ତୋ ପ୍ରେମରେ ପଡ଼ିଲା ପରେ, ଆଦି କଥାଚିତ୍ରରେ ଅଭିନୟ କରିଛନ୍ତି । ସେ ମଞ୍ଜରୀ ଟିଭିରେ ପ୍ରସାରିତ ଧାରାବାହିକ ରକ୍ତ ସମ୍ପର୍କରେ ଅଭିନୟ କରୁଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବେନଜିର ଭୁଟ୍ଟୋ (ଉର୍ଦ୍ଧୁ: و نظیر) ( ଜନ୍ମ ୨୧ ଜୁନ ୧୯୫୩, କରାଚୀ- ୨୭ ଡିସେମ୍ବର ୨୦୦୭ ରାୱଲପିଣ୍ଡିରେ ମୃତ୍ୟୁ) ପାକିସ୍ଥାନର ଦ୍ୱାଦଶ (୧୯୮୮ ରେ) ଏବଂ ୧୬ ତମ (୧୯୯୩ ରେ) ପ୍ରଧାନମନ୍ତ୍ରୀ ଥିଲେ । ରାୱଲପିଣ୍ଡିରେ ଏକ ରାଜନୈତିକ ରାଲି ପରେ ଆତ୍ମଘାତୀ ବିସ୍ଫୋରଣ ଏବଂ ଗୁଳି ବିନିମୟ ରେ ତାଙ୍କୁ ହତ୍ୟା କରାଯାଇଥିଲା । ପୂର୍ବର ଝିଅ ଭାବେ ଜଣାଶୁଣା ବେନାଜିର ମୁସଲମାନ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ ଏବଂ ଦୁଇଥର ପାକିସ୍ଥାନରୁ ନିର୍ବାଚିତ ହୋଇଥିଲେ । ସେ ପାକିସ୍ଥାନର ପିପୁଲ୍ସ ପାର୍ଟିର ପ୍ରତିନିଧି ତଥା ମୁସଲମାନ ଧର୍ମର ଶିଆ ଶାଖାର ଅନୁଗାମୀ ଥିଲେ ।
ଭାରତରତ୍ନ - ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ । ୧୯୫୪ରେ ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମ ବିଭୂଷଣ ଉପାଧି ସହ ଏହି ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ ଆରମ୍ଭ ହୋଇଥିଲା । ଯେକୌଣସି ଜାତି, ବୃତ୍ତି (ଜୀବନ ସହ ଜଡ଼ିତ ସବୁ କ୍ଷେତ୍ରରେ ମହାନ ଅବଦାନ), ପାହ୍ୟା କିମ୍ବା ଲିଙ୍ଗର ବ୍ୟକ୍ତି ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥାଆନ୍ତି । ଭାରତରତ୍ନ ନିମନ୍ତେ ପ୍ରଧାନ ମନ୍ତ୍ରୀ ରାଷ୍ଟ୍ରପତିଙ୍କ ନିକଟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଶିଷ୍ଟ ବ୍ୟକ୍ତିଙ୍କ ନାମ ସୁପାରିଶ କରିଥାନ୍ତି । ପ୍ରତିବର୍ଷ ଅତିବେଶିରେ ୩ଜଣଙ୍କୁ ଭାରତରତ୍ନ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି । ସମ୍ମାନ ସ୍ୱରୂପ ଏକ ପ୍ରଶଂସାପତ୍ର ଏବଂ ପଦକ ପ୍ରଦାନ କରାଯାଏ । ରାଷ୍ଟ୍ରପତି ନିଜେ ଏହି ସମ୍ମାନ ପ୍ରଦାନ କରନ୍ତି । ଅଦ୍ୟାବଧି ୪୧ଜଣ ପ୍ରମୁଖ ବ୍ୟକ୍ତିଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇସାରିଛି ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଜାମ୍ବବତୀ ବିଜିରା ଜଣେ ଭାରତୀୟ ଦଳିତ-ଅଧିକାର କାର୍ଯ୍ୟକର୍ତ୍ତା । ସେ ଓଡ଼ିଶାର ଗନ୍ଧମର୍ଦ୍ଦନ ଅଞ୍ଚଳରେ ଓଡ଼ିଶା ସରକାରଙ୍କ ସହଭାଗିତାରେ ଚାଳିତ ବାଲକୋଦ୍ୱାରା ବକ୍ସାଇଟ ଖଣି ଖନନ ବିରୋଧରେ ଆନ୍ଦୋଳନ କରିଆସିଛନ୍ତି । ସେ ନିଜେ ଓ ତାଙ୍କ ପିଲାମାନେ ବାଲକୋ କମ୍ପାନୀର ଗାଡ଼ି ଆଗରେ ରାସ୍ତା ଉପରେ ଶୋଇ ବିକ୍ଷୋପ ପ୍ରଦର୍ଶନ କରିଥିଲେ । ନିଜ କାର୍ଯ୍ୟକ୍ରମରେ ସରକାରଙ୍କଠାରୁ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ଜରିଆରେ ମହିଳାମାନଙ୍କୁ ଋଣଯୋଗାଣ ଏବଂ ତାହାଦ୍ୱାରା ଖଣିଖନନକୁ ବ୍ୟାପକ କରାଇବା ଉଦ୍ୟମକୁ ସେ ବିରୋଧ କରିଆସିଛନ୍ତି । ତାଙ୍କର ସମସ୍ତ ବିରୋଧ ପ୍ରଦର୍ଶନ ଗନ୍ଧମାର୍ଦ୍ଦନ ପର୍ବତକୁ "ଡଙ୍ଗର ମାହାପୁରୁ" ବା ଡଙ୍ଗର ଦେବତା ମାନୁଥିବା ବିଭିନ୍ନ ଆଦିବାସୀ ସମ୍ପ୍ରଦାୟକୁ ପ୍ରତିନିଧିତ୍ୱ କରି ଡଙ୍ଗର ମାହାପୁରୁର ସୁରକ୍ଷାକୁ ଭିତ୍ତିକରି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶ୍ରଦ୍ଧା ପାଣିଗ୍ରାହୀ ଜଣେ ଭାରତୀୟ-ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ । ସେ ମୁଖ୍ୟତଃ ଓଡ଼ିଆ କଥାଚିତ୍ର, ଓଡ଼ିଆ ଦୂରଦର୍ଶନ ଧାରାବାହିକ, ୱେବ୍ ସିରିଜ୍ ଆଦିରେ ଅଭିନୟ କରନ୍ତି । ସେ ପ୍ରଥମେ ୨୦୧୫ ମସିହାରେ ଇ ଟିଭି ଓଡ଼ିଆରେ ପ୍ରସାରିତ ଏକ ରିଆଲିଟି ଶୋ', ମିଠା ମିଠା ଯୋଡ଼ିରେ ଭାଗ ନେଇଥିଲେ । ସେ ବିଜୟୀ ହୋଇନଥିଲେ ମଧ୍ୟ ମିଠା ମିଠା କଥାଚିତ୍ରରେ ଅଭିନୟ କରିବାର ସୁଯୋଗ ପାଇଥିଲେ । ଏହାପରେ ସେ ତରଙ୍ଗ ଟିଭିରେ ଆମ ଘର ଲକ୍ଷ୍ମୀ ଧାରାବାହିକରେ ଅଭିନୟ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ସେ ଅଧା ଲେଖା ଚିଠି, ସାହେବ ବିବି ଔର୍ ଶାଲା, ସାହେବ ବିବି ଔର୍ ଶାଶୁମା ଆଦି ୱେବ୍ ସିରିଜ୍ରେ ଅଭିନୟ କରିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଆର୍କ୍ମିଡ଼ିସ୍ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ୱ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।
ଆଲେକ୍ଜାଣ୍ଡାର ତୃତୀୟ ବା ଆଲେକ୍ଜାଣ୍ଡାର ଦ ଗ୍ରେଟ୍ ଥିଲେ ପ୍ରାଚୀନ ଗ୍ରୀସର ମାସିଡୋନିଆର ସମ୍ରାଟ । ମାତ୍ର ୩୦ ବର୍ଷ ବୟସରେ ସେ ବିଶାଳ ସାମ୍ରାଜ୍ୟର ଅଧିକାରୀ ହୋଇପାରିଥିଲେ । ତାଙ୍କୁ ୧୬ ବର୍ଷ ହୋଇଥିବା ବେଳେ ଥ୍ରାସିଆନ୍ ବିଦ୍ରିହ ଦେଖାଯାଇଥିଲା । ଏହାକୁ ଦମନ କରିବା ପାଇଁ ତାଙ୍କୁ ଦାୟିତ୍ୱ ଦିଆଗଲା । ସେତେବେଳେକୁ ଫିଲିପ୍ ବାହାରେ ଥିଲେ । ଆଲେକ୍ଜାଣ୍ଡାର ବିଦ୍ରୋହକୁ ଦମନ କରିବା ସହିତ ବିଦ୍ରୋହୀଙ୍କ ଗଡ଼ ଭାବେ ପରିଚିତ ସ୍ଥାନ ଦଖଲ କରି ଏହାକୁ ଆଲେକ୍ଜାଣ୍ଡ୍ରାପଲିସ ନାମରେ ନାମିତ କରିଥିଲେ ।
ନୀତା ଅମ୍ବାନୀ (ଜନ୍ମ: ନଭେମ୍ବର ୧, ୧୯୬୪) ଜଣେ ଭାରତୀୟ ମହିଳା ଉଦ୍ୟୋଗୀ ଅଟନ୍ତି । ସେ ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପତ୍ନୀ ଏବଂ ରିଲିଆନ୍ସ ଇଣ୍ଡଷ୍ଟ୍ରିଜ୍ ର ପ୍ରତିଷ୍ଠାତା ଧିରୁଭାଈ ଅମ୍ବାନୀଙ୍କ ବୋହୂ ଅଟନ୍ତି । ନୀତା ଅମ୍ବାନୀ ଓ ଧିରୁଭାଈ ଅମ୍ବାନୀ ଆନ୍ତର୍ଜାତୀୟ ବିଦ୍ୟାଳୟର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ଅଟନ୍ତି ।ସେ ଶ୍ରୀ ଚନ୍ଦ୍ରଶେଖରେନ୍ଦ୍ର ସରସ୍ବତୀ ବିଶ୍ୱ ମହାବିଦ୍ୟାଳୟ (SCSVMV ବିଶ୍ୱବିଦ୍ୟାଳୟ) କାଞ୍ଚିପୁରମରୁ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି । ଏହି ଉପାଧି ତାଙ୍କୁ ଶିକ୍ଷା, ସାମାଜିକ ସେବା ଓ ମାନବ ପ୍ରେମ ପାଇଁ ମିଳିଛି ।
ରାଜନଗର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ରାଜନଗର (କ୍ରମିକ ସଂଖ୍ୟା: ୯୯) କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνηcode: grc is deprecated , techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογίαcode: grc is deprecated , -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ବାଘା ଯତୀନ (ଯତୀନ୍ଦ୍ରନାଥ ମୁଖୋପାଧ୍ୟାୟ) (୭ ଡିସେମ୍ବର ୧୮୭୯-୧୦ ସେପ୍ଟେମ୍ବର ୧୯୧୫) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଫିରିଙ୍ଗିମାନଙ୍କ ବିରୋଧରେ ଲଢ଼ାଇ କରି ଦେଶ ପାଇଁ ପ୍ରାଣବଳି ଦେଇଥିଲେ । ବାଲେଶ୍ୱର-ହଲଦିପଦା ରାସ୍ତାରେ ଥିବା ଚଷାଖଣ୍ଡ ଗାଁରେ ତାଙ୍କର ଜନ୍ମ ହୋଇଥିଲା । ଏଠାରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମିତ । ସବୁ ବର୍ଷ ସେପ୍ଟେମ୍ବର ୧୦ ତାରିଖରେ ଏଠାକାର ଲୋକମାନେ ତାଙ୍କର ସ୍ମାରକୀ ପାଳନ କରିଥାନ୍ତି । ସେ "ଯୁଗାନ୍ତର" ଆନ୍ଦୋଳନର ମୁଖିଆ ଥିଲେ । ବାଘାଯତୀନ ଓଡ଼ିଶାରେ ଅନେକ କାଳ ଅତିବାହିତ କରିବା ଅନ୍ତେ ବ୍ରିଟିଶ ହାତରେ ଧରାପଡ଼ି ବାଲେଶ୍ୱରଠାରେ ମୃତ୍ୟୁଦଣ୍ଡ ବରଣ କରିଥିଲେ ।
ବିଜ୍ଞାନର ଯେଉଁ ବିଭାଗରେ ଉଦ୍ଭିଦ ତଥା ସେମାନଙ୍କ ବିଶେଷତ୍ୱ ବିଷୟରେ ଅଧ୍ୟୟନ କରାଯାଏ ତାହାକୁ ଉଦ୍ଭିଦବିଜ୍ଞାନ କୁହାଯାଏ । ଏହି ବିଷୟକୁ ଅଧ୍ୟୟନ କରୁଥିବା ବୈଜ୍ଞାନିକ ମାନଙ୍କୁ ଉଦ୍ଭିଦବି଼ଜ୍ଞାନୀ ବା ଉଦ୍ଭିଦବି଼ଜ୍ଞାନବିତ୍ (Botanist) କୁହାଯାଏ । ଇଂରାଜୀରେ ଏହି ବିଷୟକୁ Botany (ଗ୍ରୀକ୍ ଶବ୍ଦ botanēରୁ ଆନୀତ) କୁହାଯାଏ । ଉଦ୍ଭିଦବିଜ୍ଞାନୀ ମାନେ ସଧାରଣରେ ଦେଖାଯାଉଥିବା ଗଛ, ଲତାଙ୍କ ବ୍ୟତୀତ ଶୈବାଳ ଓ ଫିମ୍ପିଙ୍କୁ ମଧ୍ୟ ଅଧ୍ୟୟନ କରିଥାନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୧,୦୬୪,୦୩୫ଟି ଉଦ୍ଭିଦ ପ୍ରଜାତି ଆବିଷ୍କାର କରାଯାଇଅଛି। ଏଥିମଧ୍ୟରୁ ୩୫୦,୬୯୯ଟି ପ୍ରଜାତିକୁ ପ୍ରକୃତ ପ୍ରଜାତିର ମାନ୍ୟତା ଦିଆଯାଇଛି।ଥିଓଫ୍ରାଷ୍ଟସ୍ (Theophrastus)ଙ୍କୁ ଉଦ୍ଭିଦବିଜ୍ଞାନର ଜନକ ବୋଲି ବିବେଚନା କରାଯଏ। କିନ୍ତୁ ଆଦିମ କାଳରୁ ଉଦ୍ଭିଦ ଜାତ ଦ୍ରବ୍ୟକୁ ଖାଦ୍ୟ, ଔଷଧ ଇତ୍ୟାଦିରେ ବ୍ୟବହାର କରାଯାଇ ଆସୁଅଛି ଏବଂ ଅନେକ ପ୍ରାଚୀନ ସଭ୍ୟତାରେ ବିଶେଷତ୍ୱ ଅନୁସାରେ ଉଦ୍ଭିଦ ମାନଙ୍କୁ ବିଭିନ୍ନ ଶ୍ରେଣୀ (ଯଥା ଶସ୍ଯ, ଔଷଧ ଓ ବିଷାକ୍ତ)ରେ ବିଭକ୍ତ କରିଥିଲେ। ୧୮ଶହ ଶତାଦ୍ଧୀରେ ଇଉରୋପର ଉଦ୍ୟାନ ମାନଙ୍କରେ ଫୁଲଗଛ ମାନଙ୍କ ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣର ଆବଶ୍ୟକତା ପଡିଥିଲା। ଏହା ବୈଜ୍ଞାନିକ ପଦ୍ଧତିରେ ଉଦ୍ଭିଦ ଶ୍ରେଣୀବିଭାଗ କରିବା କାର୍ଯ୍ୟକୁ ପ୍ରୋତ୍ସାହିତ କରିଥିଲା। ଏଥିସହ ଆଧୁନିକ ଉଦ୍ଭିଦବିଜ୍ଞାନର ଅୟମାରମ୍ଭ ହୋଇଥିଲା। କ୍ୟାରୋଲସ୍ ଲିନିୟସ୍ ଉଦ୍ଭିଦ ମାନଙ୍କ ବିଭ୍ଭିନାତାକୁ ଅଧ୍ୟୟନ କରି binomial nomenclature ପଦ୍ଧତି ସିଷ୍ଟେମାନଚୁରେ ନାମକ ପୁସ୍ତକରେ ବର୍ଣ୍ଣନା କରିଥିଲେ। ଏହାଦ୍ୱାରା ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣ ସହଜରେ କରାଯାଇପାରିଲା। ଚାର୍ଲସ୍ ଡାରୱିନ୍ ଉଦ୍ଭିଦ ବିବର୍ତ୍ତନକୁ ଅଧ୍ୟୟନ କରିଥିଲେ।
କରୋନାଭୂତାଣୁ ରୋଗ ୨୦୧୯ ବା (କୋଭିଡ-୧୯) (କରୋନା, କରୋନାଭାଇରସ, କୋଭିଡ ଆଦି ନାମରେ ମଧ୍ୟ ଜଣା) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ ଦ୍ୱାରା(SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । ପ୍ରଥମ କରି ଚୀନର ଉହାନଠାରେ ୨୦୧୯ ଡିସେମ୍ବରରେ ଏହା ବାବଦରେ ଜଣା ପଡ଼ିଥିଲା । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।