ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶ୍ରୀନିବାସ ରାମାନୁଜନ FRS (pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଆର୍କ୍ମିଡ଼ିସ୍ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ।
π (ପାଇ) ସଂଖ୍ୟାଟି ହେଉଛି ଏକ ଗାଣିତିକ ସ୍ଥିରାଙ୍କ, ଏକ ବୃତ୍ତର ପରିଧି ସହ ବ୍ୟାସର ଅନୁପାତକୁ ବୁଝାଏ । ଏହାର ମୂଲ୍ୟ ପାଖାପାଖି ୩.୧୪୧୫୯ ଅଟେ । ଅଷ୍ଟାଦଶ ଶତାବ୍ଦୀର ମଧ୍ୟ ଭାଗରୁ ଏହାକୁ ଗ୍ରୀକ ଅକ୍ଷର π ସୁଚା ଯାଇଆସୁଅଛି, ଯଦିଓ ବେଳେବେଳେ ଏହାକୁ "ପାଇ" () ବୋଲି ଉଚ୍ଚାରଣ କରାଯାଇଥାଏ ।ବୃତ୍ତର ଆକୃତି ଯେତେ ବଡ ବା ସାନ ହେଉପଛେ ଉଭୟ ଯୁକ୍ତିମୂଳକ ଓ ପରୀକ୍ଷାମୂଳକ ଭାବରେ ପ୍ରମାଣ କରାଯାଇଛି ଯେ, ଯେକୌଣସି ବୃତ୍ତର ସର୍ବଦା ପରିଧି/ବ୍ୟାସ = ଏକ ଧ୍ରୁବାଙ୍କ । ଏହି ଧୃବାଙ୍କକୁ ଗ୍ରୀକ୍ ଅକ୍ଷର "ପାଇ" ନାମରେ ଅଭିହିତ କରାଯାଇଛି । ଏହା ହେଉଛି ପାଇର ଅସରନ୍ତି ଦଶମିକ ସଂଖ୍ୟା ୩.୧୪୧୫୯୨......
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ରବର୍ଟ ହିଲ୍ (ଜନ୍ମ:୨ ଅପ୍ରେଲ ୧୮୯୯)ତାଙ୍କର ଅନ୍ୟ ନାମ ହେଲା ରବିନ୍ ହିଲ୍ ସେ ଜଣେ ବ୍ରିଟେନ୍ର ଉଦ୍ଭିଦ ଜିବରସାୟନବିଦ୍ ଥିଲେ । ଯିଏ ୧୯୩୯ରେ ପ୍ରମାଣ କରିଥିଲେ କି 'Hill reaction' of photosynthesis, ପ୍ରମାଣ କରିଥିଲା କି oxygen ବାହାରେ the light requiring steps of photosynthesisରେ ଓ ତାଙ୍କର ବାହୁତ ଅବଦାନ ଅଛି Z-scheme ଏବଂ oxygenic photosynthesis ଉପରେ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ନିର୍ମଳା ସୀତାରାମଣ (ତାମିଲ:நிர்மலா சீதாராமன்/ ନିର୍ମଳା ଚିତରାମଣ; ଜନ୍ମ ୧୮ ଅଗଷ୍ଟ ୧୯୫୯) ଜଣେ ଭାରତର ଅର୍ଥମନ୍ତ୍ରୀ ଅଟନ୍ତି । ସେ ସେପ୍ଟେମ୍ବର ୨୦୧୭ ରୁ ମଇ ୨୦୧୯ ମସିହା ପର୍ଯ୍ୟନ୍ତ ପ୍ରତିରକ୍ଷା ମନ୍ତ୍ରୀ ଥିଲେ ଏବଂ ଏହାପୂର୍ବରୁ ସେ ଭାରତର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଏବଂ ଭାରତର ଅର୍ଥ ଓ କର୍ପୋରେଟର ବ୍ୟାପାର ମନ୍ତ୍ରୀ ଥିଲେ । ସେ ଭାରତୀୟ ଜନତା ପାର୍ଟି(ବିଜେପି) ସହିତ ଜଡିତ ଏବଂ ଦଳର ଜାତୀୟ ମୁଖପାତ୍ର ମଧ୍ୟ ରହିଛନ୍ତି । ନିର୍ମଳା ସୀତାରାମଣ ହେଉଛନ୍ତି ଭାରତର ପ୍ରଥମ ପୂର୍ଣ୍ଣକାଳୀନ ମହିଳା ଅର୍ଥମନ୍ତ୍ରୀ; ତେବେ ପ୍ରଧାନମନ୍ତ୍ରୀ ଥିବାବେଳେ ଇନ୍ଦିରା ଗାନ୍ଧୀ ଏହି ମନ୍ତ୍ରାଳୟକୁ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ନୃସିଂହ ଚରଣ ପଣ୍ଡା (୨୦ ଅପ୍ରେଲ ୧୯୨୯ - ୩୦ ଡିସେମ୍ବର ୨୦୧୫) ଜଣେ ଓଡ଼ିଆ ବୈଜ୍ଞାନିକ, ଦାର୍ଶନିକ, ସାହିତ୍ୟିକ ତଥା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ଥିଲେ । ବିଜ୍ଞାନ ଓ ସାହିତ୍ୟରେ ପାରଦର୍ଶିତା ଲାଭ କରିଥିବା, ନୃସିଂହ ଚରଣ ଉଭୟ କ୍ଷେତ୍ରରେ ନିଜର ଅବଦାନ ନିମନ୍ତେ ବହୁବାର ପୁରସ୍କୃତ ହେଇଥିଲେ । କରୁଣା ନାମକ ଅନୁଷ୍ଠାନ ପ୍ରତିଷ୍ଠା କରି, ସେ ବିଜ୍ଞାନ ଓ ଦର୍ଶନର ପ୍ରଚାର ପ୍ରସାର କରିବାର ଚେଷ୍ଟା କରିଥିଲେ । ବେଦ ପାଠ, ସମୀକ୍ଷା ଓ ବୈଜ୍ଞାନିକ ଦୃଷ୍ଟିକୋଣ ସହିତ ତର୍ଜମା କରିବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟ ଏକ ଦିଗ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗୁରୁ ପ୍ରସାଦ ମହାନ୍ତି (୧୯୨୪-୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮), ଗଳ୍ପ ସଂକଳନ ବିଧ୍ୱସ୍ଥ କଳିକା, ଭ୍ରମଣ ସାହିତ୍ୟ ଦୂର ସୀମାନ୍ତର ପାରେ ଓ ପାତାଳପୁରୀର ହାଲଚାଲ ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୯୦ରେ ଭ୍ରମଣ କାହାଣୀ ପାତାଳପୁରୀର ହାଲଚାଲ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ରୂପୀ କୌର ଜଣେ କାନାଡ଼ାର ନାରିବାଦୀ କବି, ଲେଖକ ଏବଂ କଥିତ ଶବ୍ଦ କଳାକାର ଅଟନ୍ତି । ଇନଷ୍ଟୋଗ୍ରାମରେ ତାଙ୍କର କବିତା ଅନଲାଇନରେ ପୋଷ୍ଟ କରି ଲାଭ ପାଇବା ପାଇଁ ସେ "ଇନଷ୍ଟାପୋଟ୍" ଭାବରେ ଜଣାଶୁଣା । ସେ ୨୦୧୫ ମସିହାରେ "କ୍ଷୀର ଏବଂ ମହୁ" ଶୀର୍ଷକ କବିତା ଏବଂ ଗଦ୍ୟର ଏକ ପୁସ୍ତକ ପ୍ରକାଶ କରିଥିଲେ , ଯାହା ହିଂସା, ଶୋଷଣ, ପ୍ରେମ, କ୍ଷତି ଏବଂ ନାରୀତ୍ବର ବିଷୟବସ୍ତୁକୁ ଦର୍ଶାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ ରାଜନୈତିକ ଦଳ ଅଟେ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ ଅଟେ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଭାଦ୍ରବ ମାସ କୃଷ୍ଣ ପକ୍ଷ ଏକାଦଶୀ ଦିନ ଶ୍ରୀମନ୍ଦିରରେ ରତ୍ନ ସିଂହାସନ ଉପରେ କାଳୀୟ ଦଳନ ବେଶ ଅନୁଷ୍ଠିତ ହେବା ସହ କାଳୀୟଦଳନ ଘଟଣାଟିକୁ ଶ୍ରୀମନ୍ଦିର ବାହାରେ ଥିବା ମାର୍କଣ୍ଡେୟ ପୋଖରୀ କୂଳରେ ରୂପାୟିତ କରାଯାଇଥାଏ । ମହାପ୍ରଭୁ ଯମୂନା ଜଳରେ କୃଷ୍ଣରୂପରେ କାଳୀୟସର୍ପକୁ ମାରିଥିବାରୁ ତାହାର ସ୍ମାରକ ରୂପେ ଏହି ବେଶ ହୁଏ । ଏହିଦିନ ମହାପ୍ରଭୁଙ୍କ ବିଜେପ୍ରତିମା ମଦନମୋହନ ଓ ରାମକୃଷ୍ଣ ମାର୍କଣ୍ଡପୋଖରୀ ପାଖକୁ ଯାଆନ୍ତି ଓ ସେଠାରେ କାଳୀୟଦଳନ କରନ୍ତି ।ରତ୍ନସିଂହାସନରେ ବେଶ ଉପଚାର ଆରମ୍ଭ ହେବା ପୂର୍ବରୁ ଜଗନ୍ନାଥଙ୍କ ଅଷ୍ଟଧାତୁ ନିର୍ମିତ ଚଳନ୍ତି ପ୍ରତିମା ମଦନମୋହନଙ୍କୁ ଲବଣଖିଆ ଛକଦେଇ ମାର୍କଣ୍ଡେୟ ପୋଖରୀ କୂଳକୁ ନିଆଯାଇଥାଏ । ସରୋବରସ୍ଥ ଦୀପଦାଣ୍ଡି ମଣ୍ଡପରେ ରୂପକାରଙ୍କଦ୍ୱାରା କାଷ୍ଠ ନିର୍ମିତ ଏକ କାଳୀୟନାଗକୁ ସଜ୍ଜିତ କରି ରଖାଯାଇଥାଏ । ସେଇ କାଳୀୟକୁ ଦଳନ କରିବା ପାଇଁ ଜଣେ ସେବାୟତ କୃଷ୍ଣବେଶରେ ଓ ଅନ୍ୟଜଣେ ଗୁଡ଼ିଆ ଜାତିର ବ୍ୟକ୍ତି ଗରୁଡ଼ ବେଶରେ ପ୍ରସ୍ତୁତ ହୋଇ ଥାଆନ୍ତି ଭାଗବତ ବର୍ଣ୍ଣିତ କାଳୀୟଦଳନର ମଧ୍ୟକାଳେ କାଳୀୟଦ୍ୱାରା କବଳିତ ହୋଇ ଶ୍ରୀକୃଷ୍ଣ ଗରୁଡ଼ଙ୍କୁ ସ୍ମରଣ କରିଥାନ୍ତି । ଗରୁଡ଼ ବେଶରେ ଥିବା ବ୍ୟକ୍ତି ଜଣକ ଆବିର୍ଭାବ ହୋଇ ଶ୍ରୀକୃଷ୍ଣଙ୍କୁ କାଳୀୟର ବନ୍ଧନରୁ ମୁକ୍ତ କରିବା ସହ ବିଷମୁକ୍ତ ହେବା ନିମନ୍ତେ ତାଙ୍କ ପାଟିରେ ଅମୃତ ଲଡୁ ଦେଇଥାନ୍ତି ।
ସୁକୀର୍ତ୍ତିରାଣୀ ଜଣେ ଭାରତୀୟ ନାରୀବାଦୀ କବି, ଶିକ୍ଷିକା ଏବଂ ସମସାମୟିକ ଦଳିତ ଏବଂ ତାମିଲ ସାହିତ୍ୟରେ ତାଙ୍କର ଅବଦାନ ପାଇଁ ବ୍ୟାପକ ଭାବରେ ପ୍ରଶଂସିତ । ସେ ଭେଲୋରର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଜଣେ ତାମିଲ ଶିକ୍ଷୟତ୍ରୀ । ତାଙ୍କର ଉଲ୍ଲେଖନୀୟ ରଚନା ମଧ୍ୟରେ ଛଅଟି ପ୍ରକାଶିତ କବିତା ସଂକଳନ ଅନ୍ତର୍ଭୁକ୍ତ । ଏହି ରଚନାଗୁଡ଼ିକରେ ଜଣେ ମହିଳା ଓ ଦଳିତ ଭାବେ ନାରୀ ଶରୀର ଏବଂ ଅତ୍ୟାଚାରୀ ଜାତିବାଦର ଉତ୍ପୀଡ଼ନ ଆଦିର ଅନୁଭୂତି ବର୍ଣ୍ଣନା ଅନ୍ତର୍ଭୁକ୍ତ । ତାଙ୍କ ରଚନାଗୁଡ଼ିକ ପ୍ରତି ଏକ ପରିବେଶ-ନାରୀବାଦୀ ଆଭିମୁଖ୍ୟ ମଧ୍ୟ ଉଲ୍ଲେଖ ହୋଇଛି । ସେ ଲକ୍ଷ୍ମୀ ହୋମଷ୍ଟ୍ରମଙ୍କ ଅନୂଦିତ ସଂକଳନ ୱାଇଲ୍ଡ ଗାର୍ଲସ ୱିକେଡ ୱାର୍ଡରେ କବୟତ୍ରୀ କୁଟ୍ଟୀ ରେବତୀ, ମାଳତୀ ମୈତ୍ରୀ ଏବଂ ସଲମାଙ୍କ ଉଲ୍ଲେଖିତ ହୋଇଛନ୍ତି । ହୋମଷ୍ଟ୍ରମ ନିଜ ସଂକଳନରେ ସୁକୀର୍ତ୍ତିରାଣୀଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ ସୁକୀର୍ତ୍ତିରାଣୀ ଜଣେ "ନୂତନ ଜନ୍ମର ରକ୍ତ ସମ ଅଠାଳିଆ ସମସ୍ତ ରୁକ୍ଷ ଏବଂ ଶାରୀରିକ ବାସ୍ତବତା ସହିତ ଏକ ଶିଶୁ ଭାଷା ଖୋଜନ୍ତି" ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ୱସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ୱପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ୱତୀ ନଦୀ ଦ୍ୱୟ ମଧ୍ୟରେ ହୋଇଥିଲା।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଟେସୀ ଥୋମସ (ଜନ୍ମ 1୧୯୬୩) ଭାରତର ମିସାଇଲର ବୈଜ୍ଞାନିକ ଅଟନ୍ତି । ସେ ଅଗ୍ନି ଅନୁସନ୍ଧାନର ବିକାଶ ନିର୍ଦ୍ଦେଶକ ତଥା ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନରେ ଏରୋନେଟିକାଲ ସିଷ୍ଟମର ମହାନିର୍ଦ୍ଦେଶକ ଥିଲେ । ସେ ହେଉଛନ୍ତି ପ୍ରଥମ ମହିଳା ଯିଏକି ଭାରତରେ କ୍ଷେପଣାସ୍ତ୍ର ପ୍ରକଳ୍ପ ପରିଚାଳନା କରିଥିଲେ । ତାଙ୍କୁ ଭାରତର କ୍ଷେପଣାସ୍ତ୍ର ମହିଳା କୁହାଯାଏ । ୪୮ ବର୍ଷୀୟ ଭାରତୀୟ ମହିଳା ବୈଜ୍ଞାନିକ ଟେସୀ ଥୋମସ, ୧୯୮୮ ମସିହାରୁ ଅଗ୍ନି ମିସାଇଲ ପ୍ରୋଗ୍ରାମ ସହିତ ମିଳିତ ହେବା ପରଠାରୁ
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଭାରତୀୟ ସର୍ବୋଚ୍ଚ ନ୍ୟାୟାଳୟ, ଭାରତର ଉଚ୍ଚତମ ନ୍ୟାୟିକ ଅନୁଷ୍ଠାନ ଅଟେ ଏବଂ ଭାରତୀୟ ସମ୍ବିଧାନ ଅଧୀନସ୍ଥ ସର୍ବୋଚ୍ଚ ନ୍ୟାୟାଳୟ ଅଟେ । ଏହା ସର୍ବ ବରିଷ୍ଠ ସାମ୍ବିଧାନିକ ନ୍ୟାୟାଳୟ ଅଟେ ଏବଂ ଏହି ନ୍ୟାୟିକ ପୁନରାବଲୋକନର କ୍ଷମତା ରହିଛି । ଭାରତର ମୁଖ୍ୟ ବିଚାରପତି ଏହାର ମୁଖ୍ୟ ଅଟନ୍ତି । ତତ୍ସହିତ ଏଥିରେ ସର୍ବାଧିକ ୩୪ ଜଣ ବିଚାରପତି ଅଛନ୍ତି । ମୁଖ୍ୟ, ଅପିଲୀୟ ତଥା ପରାମର୍ଶିକ ଆଦି ଅଧିକାରକ୍ଷେତ୍ର ମାଧ୍ୟମରେ ଏହାର ବିସ୍ତୃତ କ୍ଷମତା ରହିଛି । ଏହା ଭାରତରେ ସବୁଠାରୁ ଶକ୍ତିଶାଳୀ ଲୋକାନୁଷ୍ଠାନ ବୋଲି ଧରାଯାଇଅଛି ।ଦେଶର ସାମ୍ବିଧାନିକ ନ୍ୟାୟାଳୟ ହୋଇଥିବାରୁ, ଏହା ମୁଖ୍ୟତଃ ସଙ୍ଘର ବିଭିନ୍ନ ଉଚ୍ଚ ନ୍ୟାୟାଳୟ ତଥା ଅନ୍ୟାନ୍ୟ ନ୍ୟାୟାଳୟ ଓ ଟ୍ରିବ୍ୟୁନାଲମାନଙ୍କର ରାୟ ବିରୁଦ୍ଧରେ ଅପିଲ୍ ନିଏ । ଏହା ନାଗରିକମାନଙ୍କର ମୌଳିକ ଅଧିକାରର ରକ୍ଷାକରେ ଏବଂ ବିଭିନ୍ନ ସରକାରୀ ଅଧିକାରୀ ତଥା ଦେଶରେ କେନ୍ଦ୍ର ସରକାର ବନାମ ରାଜ୍ୟ ସରକାର କିମ୍ବା ଗୋଟିଏ ରାଜ୍ୟ ସରକାର ବନାମ ଅନ୍ୟ ରାଜ୍ୟ ସରକାର ମଧ୍ୟରେ ବିବାଦର ସମାଧାନ କରେ । ଏକ ପରାମର୍ଶଦାତା ହିସାବରେ, ଏହା ଭାରତୀୟ ସମ୍ବିଧାନ ଅନୁସାରେ ରାଷ୍ଟ୍ରପତିଙ୍କଦ୍ୱାରା ସୂଚୀତ ବିଭିନ୍ନ ବିଷୟବସ୍ତୁ ଉପରେ ଶୁଣାଣି କରିଥାଏ । ସର୍ବୋଚ୍ଚ ନ୍ୟାଯାଳୟ ଦ୍ବାରା ଘୋଷିତ ବିଧି ଓ ନିୟମ ଭାରତରେ ଥିବା ସମସ୍ତ ନ୍ୟାୟାଳୟ ତଥା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବନ୍ଧନୀୟ । ସମ୍ବିଧାନ ଧାରା ୧୪୨ ଅନୁସାରେ, ସର୍ବୋଚ୍ଚ ନ୍ୟାୟାଳୟର ଆଦେଶ ଲାଗୁ କରାଇବା ଭାରତର ରାଷ୍ଟ୍ରପତିଙ୍କ ଦାୟିତ୍ୱ ଅଟେ ଏବଂ ନ୍ୟାୟାଳୟକୁ ନ୍ୟାୟ ସ୍ଥାପନ ନିମନ୍ତେ ଆବଶ୍ୟକ ସମସ୍ତ ଅନ୍ତର୍ନିହିତ କ୍ଷମତା ପ୍ରଦାନ କରାଯାଇଅଛି । ସର୍ବୋଚ୍ଚ ନ୍ୟାଯାଳୟ ପୂର୍ବର ବ୍ରିଟିଶ ପ୍ରିଭି ପରିଷଦକୁ ଅପିଲର ସର୍ବୋଚ୍ଚ ନ୍ୟାଯାଳୟ ଭାବେ ବିସ୍ଥାପିତ କଲା ।