ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ ଅନନ୍ତ । ଏକଦା ଦେବତାମାନେ ମାତାଦୁର୍ଗାଙ୍କୁ ଷୋଡଶ ଉପଚାରରେ ପୂଜା କଲେ । ଦେବତାମାନଙ୍କ ପୂଜାରେ ସନ୍ତୁଷ୍ଟ ହୋଇ ଦୁର୍ଗତିନାଶିନୀ ଦୁର୍ଗା କହିଲେ – “ ହେ ଦେବଗଣ, ମୁଁ ତୁମ୍ଭମାନଙ୍କ ପୂଜାରେ ସନ୍ତୁଷ୍ଟ । ମୁଁ ତୁମ୍ଭମାନଙ୍କୁ ଏକ ଦୁର୍ଲଭବସ୍ତୁ ପ୍ରଦାନ କରିବି “ । ଦୁର୍ଗାଙ୍କ କଥା ଶୁଣି ଦେବତାମାନେ କହିଲେ – “ ହେ ମା’ ଦୁର୍ଗା ଆପଣ ଆମ୍ଭମାନଙ୍କର ଶତ୍ରୁ ମହିଷାସୁର, ଚଣ୍ଡମଣ୍ଡ ଓ ଶୁମ୍ଭନିଶୁମ୍ଭ ଆଦି ଦାନବମାନଙ୍କୁ ସଂହାର କରିଛନ୍ତି । ଆପଣ ଭକ୍ତମାନଙ୍କ ପାଇଁ କଳ୍ପବୃକ୍ଷ ଅଟନ୍ତି । ଆମ୍ଭେମାନେ ଆପଣଙ୍କର ଶରଣାପନ୍ନ । ଆପଣ ସଂକଟରେ ପଡ଼ିଥିବା ଭକ୍ତମାନଙ୍କୁ କିପରି ରକ୍ଷା କରନ୍ତି ସେହି କଥା ଆମ୍ଭ ନିକଟରେ ପ୍ରକାଶ କରନ୍ତୁ । ଦେବତାମାନଙ୍କର ପ୍ରାର୍ଥନା ଶୁଣି ଦୁର୍ଗାଦେବୀ କହିଲେ – ହେ ଦେବଗଣ, ମୁଁ ଯେଉଁ କଥା ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଛି ତହ ଅତ୍ୟନ୍ତ ଦୁର୍ଲଭ ଅଟେ । ମୋର ବତିଶିଟି ନାମମାଳା ସମସ୍ତ ବିପଦକୁ ବିନାଶ କରି ଭକ୍ତର ସଂକଟମୋଚନ କରିଥାଏ । ତ୍ରିଭୁବନରେ ଏପରି ଦୁର୍ଲଭ ସ୍ତୁତି କିଛି ନାହିଁ । ଏହା ଖୁବ୍ ଗୋପନୀୟ । ଏହିସ୍ତୁତି ମନଦେଇ ଶ୍ରବଣ କର । ଏହି ସ୍ତୁତିଟି ହେଲା –
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ସାବିତ୍ରିବାଇ ଜ୍ୟୋତି ରାଓ ଫୁଲେ (୩ ଜାନୁୟାରୀ ୧୮୩୧ - ୧୦ ମାର୍ଚ୍ଚ ୧୮୯୭) ଜଣେ ଭାରତୀୟ ଶିକ୍ଷିକା, ସମାଜ ସୁଧାରିକା ଏବଂ କବୟତ୍ରୀ ଥିଲେ। ବ୍ରିଟିଶ ଶାସନ ସମୟରେ ସେ ତାଙ୍କ ସ୍ୱାମୀ ଜ୍ୟୋତିରାଓ ଗୋବିନ୍ଦରାଓ ଫୁଲେଙ୍କ ସହିତ ମିଶି ନାରୀମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କାର୍ଯ୍ୟ କରିଥିଲେ । ସାବିତ୍ରୀବାଇ ଭରତର ପ୍ରଥମ ବାଳିକା ବିଦ୍ୟାଳୟରେ ପ୍ରଥମ ମହିଳା ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ଲୋକେ ଆଧୁନିକ ମରାଠୀ କାବ୍ୟର ଅଗ୍ରଦୂତ ଭାବେ ମାନନ୍ତି ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہ, I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଯିଏ ଯାହା କହୁ ମୋର ଢୋ ୨୦୧୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ ଚଳଚ୍ଚିତ୍ର । ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ଏବଂ ଗୀତ ରଚନା କରିଥିଲେ ନିର୍ମଳ ନାୟକ । ଏହି ଚଳଚ୍ଚିତ୍ରର ନାୟକ ଥିଲେ ବାବୁଶାନ ମହାନ୍ତି ଏବଂ ତାଙ୍କ ସହ ନାୟିକା ରୂପେ ପ୍ରଥମ କରି ଅଭିନୟ ଆରମ୍ଭ କରଥିଲେ ଶୀତଲ ପାତ୍ର । ମୃତ୍ଯୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ପୃଥିବୀରେ ଅନେକ କାହାଣୀ ଗ୍ରନ୍ଥ ରହିଛି ତନ୍ମଧ୍ୟରୁ ପଞ୍ଚତନ୍ତ୍ର ଗ୍ରନ୍ଥଟି ଅନ୍ୟତମ । ସଂସ୍କୃତ ନୀତିକଥା ଗୁଡିକରେ ଏବେ ମଧ୍ୟ ପଞ୍ଚତନ୍ତ୍ରର ସ୍ଥାନ ପ୍ରଥମ ଅଟେ । ଏହି ଗ୍ରନ୍ଥଟି ଅନେକ ଗୁଡ଼ିଏ ଶିକ୍ଷଣୀୟ ତଥା ଉଦାହରଣ ବିଶିଷ୍ଟ କାହାଣୀ ରହିଛି। ଏହି ଗଳ୍ପ ବହୁ ଉଦାହରଣକୁ ନ୍ୟାୟ ବିଚାରକୁ ନେଇ ଲିଖିତ । ଯଦ୍ୟପି ଏହି ପୁସ୍ତକ ଏବେ ନିଜ ମୂଳ ରୂପରେ ନାହିଁ ତଥାପି ବି ଉପଲବ୍ଧ ଅନୁବାଦଗୁଡ଼ିକ ଅନୁସାରେ ଏହା ତୃତୀୟ ଶତାବ୍ଦୀରେ ଲେଖାଯାଇଥିଲା । ଏହି ଗ୍ରନ୍ଥକୁ ପଣ୍ଡିତ ବିଷ୍ଣୁ ଶର୍ମା ରଚନା କରିଛନ୍ତି । ପଣ୍ଡିତ ବିଷ୍ଣୁ ଶର୍ମା ଏହି ପଞ୍ଚତନ୍ତ୍ର ପୁସ୍ତକଟିରେ ପଶୁପକ୍ଷୀମାନଙ୍କର ଚରିତ୍ରକୁ ଏଭଳି ଭାବରେ ବର୍ଣ୍ଣନା କରିଅଛନ୍ତି ଯେ ଯେଉଁଥିରେ କି ସେଥି ମଧ୍ୟରୁ ଜୀବନ ଗଠନ କରିବାର ପ୍ରଣାଳୀର ସଠିକ୍ ପଥଟିକୁ ଆହରଣ କରାଯାଇ ପାରିବ। ପଞ୍ଚତନ୍ତ୍ର କେବଳ ମାତ୍ର ପଶୁପକ୍ଷୀମାନଙ୍କର ଚରିତ୍ର ଉପରେ ଲେଖାଯାଇଥିଲେ ମଧ୍ୟ ସେଥିରେ ବେଦ ଉପନିଷଦ ପରି ମହାପୂଣ୍ୟ ପୁସ୍ତକମାନଙ୍କରେ ମିଳୁଥିବା ଜ୍ଞାନମଧ୍ୟ ଏହି ପୁସ୍ତକରେ ସ୍ଥାନପାଇଛି । ଯେତେବେଳେ ଏହି ଗ୍ରନ୍ଥଟି ସମାପ୍ତ ହେଲା ସେତେବେଳେ ପଣ୍ଡିତ ବିଷ୍ଣୁ ଶର୍ମାଙ୍କ ବୟସ ୮୦ ବର୍ଷ ଥିଲା ।ଏହି ପଞ୍ଚତନ୍ତ୍ର ପଲ୍ଲବୀ ଭାଷାରେ ସିରିଆ,ପାର୍ସୀ,', ତୁର୍କୀ,ଜାଭାନିସ୍ ଆରବୀ ଭାଷାରେ ପୈଶାଚୀ ଭାଷାରେ ନେପାଳୀ ପ୍ରଭୃତି ବହୁ ଭାଷାରେ ଅନୁବାଦିତ ବୋଲି ଶାସ୍ତ୍ରମତରେ କୁହାଯାଇଅଛି ।
ଧ୍ୟାନାଭାବ ଓ ଅତିସକ୍ରିୟତା ବିକାର (ଇଂରାଜୀ ଭାଷାରେ ଏଡିଏଚଡି ବା ADHD) ମାନସିକ ବେମାରୀ ଯେଉଁଥିରେ ସ୍ନାୟୁ ବିକାଶରେ (neurodevelopmental) ତୃଟି ଥାଏ । ଏହି ରୋଗରେ ଧ୍ୟାନ ସମସ୍ୟା ହୁଏ, ଅତି ସକ୍ରିୟତା ଦେଖାଯାଏ ଓ ଯେପରି ବୟସାନୁଯାୟୀ ବ୍ୟବହାର ନିୟନ୍ତ୍ରଣ ହେବା କଥା ତାହା ହୋଇପାରେ ନାହିଁ । ଏହି ଲକ୍ଷଣ ଗୁଡ଼ିକ ୬ରୁ ୧୨ ବର୍ଷ ବୟସରେ ବାହାରେ, ୬ ମାସରୁ ଅଧିକ କାଳ ପର୍ଯ୍ୟନ୍ତ ଥାଏ ସ୍କୁଲ, ଘର ବା ଆମୋଦ ପ୍ରମୋଦ ମଧ୍ୟରୁ ଯେ କୌଣସି ଦୁଇଟରେ ସମସ୍ୟା ଦେଖାଯାଏ । ଧ୍ୟାନ ଅଭାବରୁ ସ୍କୁଲରେ ଭଲ ପ୍ରଦର୍ଶନ ହୋଇପାରେ ନାହିଁ । ଆଧୁନିକ ସୋସାଇଟିରେ ଅସୁବିଧା ହେଲେ ମଧ୍ୟ ରୋଚକ ବିଷୟରେ ଭଲ ଧ୍ୟାନ ରହେ । ପିଲା ଓ କିଶୋରମାନଙ୍କର ଏହି ରୋଗ ଉପରେ ଅନେକ ଅନୁଧ୍ୟନ ହେଲେ ମଧ୍ୟ ଅଧିକାଂଶ କେଶ୍ରେ ଏହାର କାରଣ ଅଜଣା ହୋଇ ରହିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ହିସାବ ଅନୁସାରେ ଏହା ସନ ୨୦୧୩ରେ ୩୯ ନିୟୁତ ଲୋକଙ୍କୁ ଆକ୍ରମଣ କରିଥିଲା । ଡିଏସ୍ଏମ୍- ଆଇଭି (DSM-IV) ମାନଦଣ୍ଡ ଅନୁସାରେ ଏହା ପ୍ରାୟ ୫–୭% ପିଲାଙ୍କୁ ଆକ୍ରମଣ କରେ । ଓ ଆଇସିଡି-୧୦ (ICD-10) ମାନଦଣ୍ଡ ଅନୁସାରେ ପ୍ରାୟ ୧ରୁ ୨% ପିଲାଙ୍କୁ ଆକ୍ରମଣ କରେ । ଏହି ରୋଗ ହାର ସବୁ ଦେଶରେ ପ୍ରାୟ ସମାନ ଥାଏ, ନିର୍ଭର କରେ କେବଳ ନିର୍ଣ୍ଣୟ ପଦ୍ଧତି ଉପରେ । ଏହି ରୋଗ ଝିଅଙ୍କ ଅପେକ୍ଷା ପୁଅମାନଙ୍କଠାରେ ୩ଗୁଣ ଅଧିକ ହୁଏ । ପିଲାବେଳେ ଏହି ରୋଗ ନିର୍ଣ୍ଣୟ ହୋଇଥିବା ୩୦ରୁ ୫୦% ପିଲାଙ୍କର ଏହା ବୟଃପ୍ରାପ୍ତ ହେବା ପର୍ଯ୍ୟନ୍ତ ରହେ ଓ ପ୍ରାୟ ବଡ଼ ହେବା ପରେ ୨ରୁ ୫% ଏଭଳି ଲୋକଙ୍କର ରୋଗ ଥାଏ । ଏହି ସଦୃଶ ଅନ୍ୟାନ୍ୟ ରୋଗ ବା ସାଧାରଣ ସକ୍ରିୟତାର ଉପର ସ୍ତରରେ ଥିବା ପିଲାଙ୍କଠାରୁ ଏହାକୁ ଅଲଗା ଭାବେ ନିର୍ଣ୍ଣୟ କରିବା ଅତି କଷ୍ଟସାଧ୍ୟ ।ଦେଶ ଅନୁସାରେ ଏଡିଏଚଡି ଚିକିତ୍ସାରେ ପରିବର୍ତ୍ତନ ହୁଏ ଓ ସାଧାରଣତଃ ସାଇକୋଥେରାପି, ଜୀବନ ଚର୍ଯ୍ୟାର ପରିବର୍ତ୍ତନ ଓ ଔଷଧମାନଙ୍କ ସାହାଯ୍ୟରେ ଚିକିତ୍ସା କରାଯାଏ । ବ୍ରିଟିଶ୍ ମାର୍ଗଦର୍ଶନ ଅନୁସାରେ ସାଂଘାତିକ ରୋଗ ଥିଲେ ବା ମଧ୍ୟମ ଧରଣର ରୋଗ ଥିଲେ ମଧ୍ୟ ଉପଦେଶ ଅନୁସାରେ କିଛି ଉନ୍ନତି ପରିଲକ୍ଷିତ ନ ହେଉଥିଲେ ପ୍ରଥମ ଧାଡ଼ି ଚିକିତ୍ସା ଅନୁସାରେ ପ୍ରଥମେ ଔଷଧ ଦିଆଯାଏ । କାନାଡ଼ା ଓ ଆମେରିକା ମାର୍ଗଦର୍ଶନ ଅନୁସାରେ ସ୍କୁଲ ପୂର୍ବ ବୟସର ପିଲାଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କୁ ଔଷଧ ଓ ବ୍ୟବହାରିକ ଥେରାପି ଦିଆଯାଏ । ଏହି ଦୁଇ ମାର୍ଗଦର୍ଶନ ଅନୁସାରେ ସ୍କୁଲ ପୂର୍ବ ପିଲାଙ୍କୁ ଉତ୍ତେଜକ ଥେରାପି ଦେବାକୁ ସୁପାରିସ କରାଯାଏ ନାହିଁ । ୧୪ ମାସ ପର୍ଯ୍ୟନ୍ତ ଉତ୍ତେଜକ ଚିକିତ୍ସା ପ୍ରଭାବଶାଳୀ ହୁଏ କିନ୍ତୁ ଦୀର୍ଘକାଳୀନ ଚିକିତ୍ସାର ଫଳ ଜଣାଯାଇ ନାହିଁ । କିଶୋର ଓ ଯୁବାବସ୍ଥା ଲୋକ ଅବସ୍ଥାର ମୁକାବିଲା ଶକ୍ତି ଆସିଯାଇଥିବାରୁ କେତେକ ଅଭାବ ପୂରଣ ହୋଇଯାଏ । ଊନବିଂଶ ଶତାବ୍ଦୀଠାରୁ ଏହି ରୋଗର ଲକ୍ଷଣ ସବୁ ଡାକ୍ତରୀ ଶାସ୍ତ୍ରରେ ଲିପିବଦ୍ଧ ହୋଇଆସିଛି । ଏହି ରୋଗର ଚିକିତ୍ସା ଓ ନିର୍ଣ୍ଣୟ ସନ ୧୯୭୦ରୁ ବିବାଦ ଘେରରେ ଅଛି । ଏହି ଘରରେ ଚିକିତ୍ସକ, ଶିକ୍ଷକ, ନୀତି ନିର୍ଦ୍ଧାରକ, ପିତାମାତା ଓ ମିଡିଆ ଅଛନ୍ତି । ଏହାର ବିବାଦ ଘେରରେ ଉତ୍ତେଜକ ଔଷଧ ଓ କାରଣ ଅଛି । ଅଧିକାଂଶ ଚିକିତ୍ସକ ଏହି ରୋଗକୁ ଏକ ବାସ୍ତବିକ ବେମାରୀ ଭାବରେ ବିବେଚନା କରନ୍ତି କିନ୍ତୁ ବୈଜ୍ଞାନିକମାନେ ଏହାର ରୋଗ ନିର୍ଣ୍ଣୟ ଓ ଚିକିତ୍ସା ପଦ୍ଧତି ଉପରେ ବିବାଦ ସୃଷ୍ଟି କରନ୍ତି । ସନ ୧୯୮୦ରୁ ୧୯୮୭ ପର୍ଯ୍ୟନ୍ତ ଏହି ରୋଗକୁ ଅତିସକ୍ରିୟତା ବିକାର ନାମ ଦିଆଯାଇଥିଲା କିନ୍ତୁ ଏହା ପୂର୍ବରୁ ଏହାର ନାମ ହାଇପର କାଇନେଟିକ ରିଆକସନ ଅଫ ଚାଇଲ୍ଡହୁଡ୍ ଥିଲା ।
ମୂଳଭୂତ ଗଣିତରେ ସଂଖ୍ୟା ରେଖା ହେଉଛି ଏକ ମାନକ ଚିହ୍ନିତ ଜ୍ୟାମିତିକ ସରଳ ରେଖାଚିତ୍ର ଯେଉଁଥିରେ ବାସ୍ତବ ସଂଖ୍ୟା ଜଗତର ସମସ୍ତ ସଂଖ୍ୟାକୁ ଚିହ୍ନିତ କରାଯାଇପାରିବ । ଏହି ଜ୍ୟାମିତିକ ସଂଖ୍ୟା ରେଖା ଉପରିସ୍ଥ ପ୍ରତ୍ୟେକ ବିନ୍ଦୁ ଗୋଟିଏ ଗୋଟିଏ ବାସ୍ତବ ସଂଖ୍ୟାକୁ ଚିହ୍ନଟ ବା ପ୍ରକାଶ କରିଥାଏ । ଚିତ୍ରରେ କେବଳ ଧନାତ୍ମକ ୯ ଏବଂ ଋଣାତ୍ମକ ୯ ମଧ୍ୟବର୍ତ୍ତୀ ସଂଖ୍ୟା ସବୁ ଦର୍ଶାଯାଇଥିଲେ ବି ସଂଖ୍ୟାରେଖାରେ ସମସ୍ତ ବାସ୍ତବ ସଂଖ୍ୟା ଯଥା; ପୂର୍ଣ୍ଣସଂଖ୍ୟା (ଧନାତ୍ମକ ଏବଂ ଋଣାତ୍ମକ ), ଗଣନ ସଂଖ୍ୟା, ପରିମେୟ ସଂଖ୍ୟା, ଅପରିମେୟ ସଂଖ୍ୟା ଇତ୍ୟାଦି ସମସ୍ତ ବାସ୍ତବ ସଂଖ୍ୟା ଚିହ୍ନଟ କରାଯାଇପାରିବ । ଅର୍ଥାତ ସଂଖ୍ୟାରେଖା ଉପରିସ୍ଥ ପ୍ରତ୍ୟେକ ବିନ୍ଦୁ କୌଣସି ନା କୌଣସି ବାସ୍ତବ ସଂଖ୍ୟାକୁ ପ୍ରକାଶ କରେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ । ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ (menarche), ଡେରିରେ ବା ଆଦୌ ଛୁଆ ନ ହେବା । ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1 ଓ BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କକ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ । ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି, ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ । ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ । ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ । ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ, ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % । ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % । ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଭିଏତନାମ, ଆନୁଷ୍ଠାନିକ ଭାବରେ ସୋସିଆଲିଷ୍ଟ ରିପବ୍ଲିକ୍ ଅଫ୍ ଭିଏତନାମ, ଦକ୍ଷିଣ ପୂର୍ବ ଏସିଆର ଏକ ଦେଶ ଏବଂ ଇଣ୍ଡୋଚିନ୍ ଉପଦ୍ୱୀପରେ ପୂର୍ବତମ ଦେଶ | ୨୦୧୯ ସୁଦ୍ଧା ଆନୁମାନିକ ୯ କୋଟି ୬୨ ଲକ୍ଷ୍ୟ ବାସିନ୍ଦା ଓ ଏହା ବିଶ୍ୱର ପଞ୍ଚଦଶତମ ଜନସଂଖ୍ୟା ବିଶିଷ୍ଟ ଦେଶ ଅଟେ | ଭିଏତନାମର ସୀମା ଉତ୍ତରରେ ଚୀନ ଏବଂ ପଶ୍ଚିମରେ ଲାଓସ୍ ଏବଂ କାମ୍ବୋଡିଆ ସହିତ ରହିଛି | ଏହାର ସାମୁଦ୍ରିକ ସୀମା ଥାଇଲ୍ୟାଣ୍ଡ ଗଲ୍ଫରେ ଥାଇଲ୍ୟାଣ୍ଡ ସହିତ ଏବଂ ଦକ୍ଷିଣ ଚୀନ ସାଗରରେ ଫିଲିପାଇନ୍ସ, ଇଣ୍ଡୋନେସିଆ ଏବଂ ମାଲେସିଆ ସହ ଅଛି | ଏହାର ରାଜଧାନୀ ହାନୋଇ ଏବଂ ଏହାର ଜନବହୁଳ ସହର ହେଉଛି ହୋ ଚି ମିନ୍ ସିଟି, ଯାହା ଏହାର ପୂର୍ବତନ ନାମ ସାଇଗନ୍ ନାମରେ ମଧ୍ୟ ଜଣାଯାଏ |
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଦେବାଶିଷ ପାଣିଗ୍ରାହୀ (୨୯ ଅଗଷ୍ଟ ୧୯୬୫ - ୧୮ ଜୁନ ୨୦୨୧) ଜଣେ ଭାରତୀୟ ପୋଲିସ ଅଧିକାରୀ ଓ ଓଡ଼ିଆ ସାହିତ୍ୟିକ ଥିଲେ । ସେ ୧୯୯୧ ମସିହାର ଭାରତୀୟ ପୁଲିସ ସେବା ଅଧିକାରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ୨୦୧୬ ଡିସେମ୍ବର ୨୫ ତାରିଖରୁ ସେ ଭିଜିଲାନ୍ସ ନିର୍ଦ୍ଦେଶକ ଭାବରେ ଅବସ୍ଥାପିତ ଥିଲେ । ତାଙ୍କ ରଚିତ ବିଭିନ୍ନ ଗଳ୍ପ ଇଂରାଜୀ, ହିନ୍ଦୀ, ବଙ୍ଗଳା, ତେଲୁଗୁ ଓ କନ୍ନଡ଼ ଆଦି ଭାଷାରେ ଅନୁବାଦିତ ହୋଇଛି । ୨୦୦୨ ମସିହାରେ ନିଜର କ୍ଷୁଦ୍ରଗଳ୍ପ ସଂକଳନ "ତଥାକଥିତ" ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭକରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।